Revised Common Lectionary (Semicontinuous)
24 ପରମେଶ୍ୱର, ତୁମ୍ଭେ ବିଜୟ ପଥର ନେତୃତ୍ୱ ନେବାର ଲୋକମାନେ ଦେଖୁଛନ୍ତି।
ସେମାନେ ମୋର ପରମେଶ୍ୱର, ମୋର ରାଜା, ତାଙ୍କର ପବିତ୍ର ସ୍ଥାନ ନିକଟକୁ ଯାଉଥିବାର ଦେଖନ୍ତି।
25 ଆଗେ ଆଗେ ଗାୟକମାନଙ୍କର ମଣ୍ଡଳୀ ଯାଉଛନ୍ତି।
ପଛେ ପଛେ ବାଦ୍ୟକାରମାନଙ୍କର ମଣ୍ଡଳୀ ଆସୁଛନ୍ତି ଏବଂ ମଝିରେ କୁମାରୀ କନ୍ୟାଗଣ ତମ୍ବୁରା ବଜାଉଛନ୍ତି।
26 ପରମେଶ୍ୱରଙ୍କର ପ୍ରଶଂସା ଜନସମାଗମ ମଧ୍ୟରେ କର।
ଇସ୍ରାଏଲ ଲୋକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ଗୁଣ ଗାଅ।
27 ସେଠାରେ ଏକ ଛୋଟିଆ ଗୋଷ୍ଠୀ ଅଛି।
ବିନ୍ୟାମୀନ ସେମାନଙ୍କର ନେତୃତ୍ୱ କରୁଛନ୍ତି।
ବହୁତ ଭିଡ଼ ଏବଂ ଯିହୁଦାର ଏକ ପ୍ରଧାନ ସେଠାରେ ଅଛନ୍ତି।
ସବୁଲୁନ୍ ଓ ନପ୍ତାଲିର ନେତାମାନେ ସେଠାରେ ଅଛନ୍ତି।
28 ହେ ପରମେଶ୍ୱର, ଆମ୍ଭକୁ ଆପଣାର ଶକ୍ତି ଦେଖାଅ,
ଯାହାର ଉପଭୋଗ ତୁମ୍ଭେ ଆମ୍ଭ ପାଇଁ ବିତିଯାଇଥିବା ଦିନରେ କରିଥିଲ।
29 ହେ ପରମେଶ୍ୱର, ତୁମ୍ଭର ଯିରୁଶାଲମସ୍ଥ ମନ୍ଦିରରୁ
ରାଜାମାନେ ତୁମ୍ଭ ନିକଟକୁ ଉପହାର ଆଣିବାର ତୁମ୍ଭେ ଦେଖିବ।
30 ନଳବଣର ସେହି “ବନ୍ୟ ପଶୁଗୁଡ଼ିକୁ” [a] ଦଣ୍ଡ ଦିଅ।
ସେହି ଜାତିଗୁଡ଼ିକର “ଷଣ୍ଢଗୁଡ଼ିକୁ” ଓ “ଗାଈଗୁଡ଼ିକୁ” [b] ଆଦେଶ ମାନିବାକୁ ପ୍ରସ୍ତୁତ କରାଅ।
ତୁମ୍ଭେ ସେହି ଜାତିଗୁଡ଼ିକୁ ଯୁଦ୍ଧରେ ହରାଇଥିଲ।
ବର୍ତ୍ତମାନ ସେହି ଲୋକମାନଙ୍କୁ ତୁମ୍ଭ ପାଇଁ ରୂପା ଆଣିବେ।
ସେହି ଜାତିମାନଙ୍କୁ ବିକ୍ଷିପ୍ତ କର,
ଯେଉଁମାନେ ଯୁଦ୍ଧକୁ ଭଲ ପାଆନ୍ତି।
31 ମିଶରୀୟମାନଙ୍କୁ ମୂଲ୍ୟବାନ ପିତ୍ତଳର ଉପହାରଗୁଡ଼ିକ ଆଣିବାକୁ ଆଜ୍ଞା କରାଅ।
ପରମେଶ୍ୱର, ଇଥିଓପିଆର ଲୋକମାନଙ୍କୁ ଉପହାରଗୁଡ଼ିକ ତୁମ୍ଭ ନିକଟକୁ ଆଣିବାକୁ ଚଞ୍ଚଳ କରାଅ।
32 ହେ ଧରଣୀର ରାଜ୍ୟଗୁଡ଼ିକ, ପରମେଶ୍ୱରଙ୍କ ପାଇଁ ଗୀତ ଗାନ କର।
ଆମ୍ଭର ପ୍ରଭୁଙ୍କୁ ପ୍ରଶଂସା ଗାନ କର।
33 ପରମେଶ୍ୱରଙ୍କ ପାଇଁ ଗାଅ।
ସେ ରଥ ଉପରେ ଚଢ଼ି ମହାକାଶରୁ ବାହାରି ଆସନ୍ତି।
ତୁମ୍ଭେ ତାଙ୍କର ଗୁରୁ ଗମ୍ଭୀର ସ୍ୱରକୁ ଶୁଣ।
34 ଘୋଷଣା କର ଯେ, ପରମେଶ୍ୱର ଶକ୍ତିଶାଳୀ ଅଟନ୍ତି।
ସେ ଇସ୍ରାଏଲ ଉପରେ ରାଜତ୍ୱ କରନ୍ତି
ଏବଂ ଆକାଶରେ ତାଙ୍କର ଶକ୍ତି ପ୍ରଦର୍ଶିତ ହୁଏ।
35 ପରମେଶ୍ୱର, ତୁମ୍ଭେ ଆପଣା ମନ୍ଦିରରେ ଭକ୍ତିର ଉତ୍ସ।
ଇସ୍ରାଏଲର ପରମେଶ୍ୱର ଲୋକମାନଙ୍କୁ ଶକ୍ତି ଓ ସାମର୍ଥ୍ୟ ପ୍ରଦାନ କରନ୍ତି।
ପରମେଶ୍ୱରଙ୍କର ପ୍ରଶଂସା ଗୁଣଗାନ କର।
16 ଶାଉଲଙ୍କ ଝିଅ ମୀଖଲ ଝରକାରେ ଗ୍ଭହିଁ ଥିଲେ। ଯେତେବେଳେ ସେ ଦେଖିଲେ, ପବିତ୍ର ସିନ୍ଦୁକ ଦାଉଦ ନଗରକୁ ଆସିଲା, ଏବଂ ସେ ଯେତେବେଳେ ଦେଖିଲେ ଦାଉଦ ନିଜେ ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକ ସମ୍ମୁଖରେ ନାଚୁଛନ୍ତି, ସେ ବ୍ୟତିବ୍ୟସ୍ତ ହେଲେ। ସେ ହୃଦୟରେ ତାଙ୍କୁ ତୁଚ୍ଛ ବୋଲି ଭାବିବାକୁ ଲାଗିଲେ।
17 ଦାଉଦ ପବିତ୍ର ସିନ୍ଦୁକ ରଖିବା ପାଇଁ ଏକ ତମ୍ବୁ ତିଆରି କଲେ ଓ ସଦାପ୍ରଭୁଙ୍କର ପବିତ୍ର ସିନ୍ଦୁକକୁ ନେଇ ସେହି ତମ୍ବୁ ମଧ୍ୟରେ ରଖିଲେ। ତା’ପରେ ଦାଉଦ ସଦାପ୍ରଭୁଙ୍କ ସମ୍ମୁଖରେ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।
18 ଦାଉଦ ହୋମବଳି ଏବଂ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରି ସାରିଲା ପରେ ସର୍ବଶକ୍ତିମାନ ସଦାପ୍ରଭୁଙ୍କ ନାମରେ ଲୋକମାନଙ୍କୁ ଆଶୀର୍ବାଦ କଲେ। 19 ଦାଉଦ ମଧ୍ୟ ଇସ୍ରାଏଲର ସମସ୍ତ ସ୍ତ୍ରୀ ଓ ପୁରୁଷ ଲୋକମାନଙ୍କୁ ଏକ ଏକ ଖଣ୍ତ ରୋଟୀ, ଏକ ଏକ ଅଂଶ ମାଂସ ଓ ଏକ ଏକ ଶୁଷ୍କ ଦ୍ରାକ୍ଷା ଦେଲେ ଓ ତା’ପରେ ଲୋକମାନେ ସ୍ୱଗୃହକୁ ପ୍ରତ୍ୟାବର୍ତ୍ତନ କଲେ।
ମୀଖଲ ରାଜା ଦାଉଦଙ୍କୁ ଗାଳି ଦେଲେ
20 ଦାଉଦ ଆଶୀର୍ବାଦ ଦେବାକୁ ନିଜର ଘରକୁ ଗଲେ, କିନ୍ତୁ ଶାଉଲଙ୍କ କନ୍ୟା ମୀଖଲ ବାହାରକୁ ଆସି ତାଙ୍କୁ ସାକ୍ଷାତ କଲେ ଓ କହିଲେ, “ଆଜି ଇସ୍ରାଏଲର ରାଜା ନିଜକୁ ନିଜେ ସମ୍ମାନ କଲେ ନାହିଁ। ତୁମ୍ଭେ ତୁମ୍ଭର ଦାସୀମାନଙ୍କ ସମ୍ମୁଖରେ ଲୁଗା କାଢ଼ି ପକାଇଲ। ତୁମ୍ଭେ ଜଣେ ନିର୍ବୋଧପରି କାର୍ଯ୍ୟ କଲ, ଯିଏ ନିଜର ବସ୍ତ୍ର ବିନା ଲଜ୍ଜାରେ କାଢ଼ି ପକାଏ।”
21 ତା’ପରେ ଦାଉଦ ମୀଖଲକୁ କହିଲେ, “ତାହାତ ସଦାପ୍ରଭୁଙ୍କ ସମ୍ମୁଖରେ ହେଲା। ସେତ ତୁମ୍ଭ ପିତା ଓ ତାଙ୍କର ସମସ୍ତ ବଂଶ ଅପେକ୍ଷା ସଦାପ୍ରଭୁଙ୍କ ଲୋକ ଇସ୍ରାଏଲ ଉପରେ ଅଗ୍ରଣୀ ରୂପେ ନିଯୁକ୍ତି କରିବାକୁ ମୋତେ ମନୋନୀତ କରିଛନ୍ତି। ଏହି ହେତୁ ମୁଁ ସଦାପ୍ରଭୁଙ୍କ ସମ୍ମୁଖରେ ଆନନ୍ଦ କରିବି। 22 ମୁଁ ଏପରିକି ଏହାଠାରୁ ଆହୁରି ମର୍ଯ୍ୟାଦାହୀନ ଓ ନିଜକୁ ଅପମାନିତ କରିବି। ତା’ପରେ ତୁମ୍ଭେ ଯେଉଁ ଦାସୀମାନଙ୍କ ବିଷୟରେ କହିଲ, ମୋତେ ସମ୍ମାନ କରିବେ ଓ ମୋ’ ପାଇଁ ଗର୍ବ ଅନୁଭବ କରିବେ।”
23 ଏହି ଯୋଗୁଁ ଶାଉଲଙ୍କର କନ୍ୟା ମୀଖଲଙ୍କର କୌଣସି ସନ୍ତାନ ନ ଥିଲା। ସେ ମୃତ୍ୟୁ ପର୍ଯ୍ୟନ୍ତ ନିସନ୍ତାନ ଥିଲେ।
31 “ତେବେ ମୁଁ ପୁଣି ଏହି ଯୁଗର ଲୋକମାନଙ୍କ ବିଷୟରେ କ’ଣ କହିବି? ମୁଁ କାହା ସହିତ ସେମାନଙ୍କୁ ତୁଳନା କରିବି? ସେମାନେ କାହା ଭଳି ହେବେ? 32 ସେମାନେ ବଜାରରେ, ବସିଥିବା ସେହି ପିଲାମାନଙ୍କ ଭଳି, ଯେଉଁମାନଙ୍କ ଭିତରୁ ଦଳେ ଅନ୍ୟ ଦଳକୁ କହନ୍ତି:
‘ଆମ୍ଭେ ତୁମ୍ଭ ପାଇଁ ବଂଶୀ ବଜାଇଲୁ,
କିନ୍ତୁ ତୁମ୍ଭେ ନାଚିଲ ନାହିଁ।
ଆମ୍ଭେ ଗୋଟିଏ ଶୋକଗୀତ ଗାଇଲୁ,
କିନ୍ତୁ ତୁମ୍ଭେମାନେ କାନ୍ଦିଲ ନାହିଁ।’
33 ବାପ୍ତିଜକ ଯୋହନ ଆସିଲେ। ସେ ଅନ୍ୟ ଲୋକମାନଙ୍କ ଭଳି ଖାଉ ନ ଥିଲେ କିମ୍ବା ଦ୍ରାକ୍ଷାରସ ପିଉ ନ ଥିଲେ। ଆଉ ତୁମ୍ଭେମାନେ କହୁଛ ଯେ, ‘ତାହାଙ୍କ ଦେହରେ ଭୂତ ପ୍ରବେଶ କରିଛି।’ 34 ପୁଣି ମନୁଷ୍ୟପୁତ୍ର ଅନ୍ୟମାନଙ୍କ ଭଳି ଖାଇଲେ ଓ ଦ୍ରାକ୍ଷାରସ ପିଇଲେ। ଆଉ ତୁମ୍ଭେମାନେ କହୁଛ, ‘ଦେଖ, ଏ ଲୋକ ଜଣେ ପେଟୁ ଓ ଗୋଟିଏ ମଦୁଆ। କରଆଦାୟକାରୀ ଓ ପାପୀମାନେ ତା’ର ସାଙ୍ଗ ଅଟନ୍ତି।’ 35 କିନ୍ତୁ ଆପଣା କାର୍ଯ୍ୟ ଦ୍ୱାରା ଜ୍ଞାନ ଯଥାର୍ଥ ବୋଲି ପ୍ରକାଶିତ ହୋଇଥାଏ।”
2010 by World Bible Translation Center