Revised Common Lectionary (Semicontinuous)
20 ଆମ୍ଭେ ଆପଣା ଦାସ ଦାଉଦକୁ ପାଇଅଛୁ।
ଆମ୍ଭେ ପବିତ୍ର ତୈଳରେ ତାକୁ ଅଭିଷିକ୍ତ କରିଅଛୁ।
21 ଆମ୍ଭେ ଆପଣା ଡାହାଣ ହସ୍ତରେ ତାଙ୍କୁ ଆଶ୍ରୟ ଦେବା
ଏବଂ ଆମ୍ଭର ଶକ୍ତିରେ ତାକୁ ବଳବାନ୍ କରିବା।
22 ଶତ୍ରୁମାନେ ମନୋନୀତ ରାଜାଙ୍କୁ ପରାସ୍ତ କରି ପାରିବେ ନାହିଁ।
ଦୁଷ୍ଟ ଲୋକମାନେ ତାଙ୍କୁ ପରାସ୍ତ କରି ପାରିବେ ନାହିଁ।
23 ଆମ୍ଭେ ତାହାର ବିପକ୍ଷଗଣଙ୍କୁ ତାହା ସମ୍ମୁଖରେ ଚୂର୍ଣ୍ଣ କରିବା
ଓ ତାହାର ଘୃଣାକାରୀମାନଙ୍କୁ ପରାସ୍ତ କରିବା।
24 ଆମ୍ଭେ ମନୋନୀତ ରାଜାଙ୍କୁ ସର୍ବଦା ପ୍ରେମ କରିବା
ଏବଂ ତାଙ୍କୁ ବିଜୟୀ କରିବା।
25 ଆମ୍ଭେ ସମୁଦ୍ର ଉପରେ ତାହାର କର୍ତ୍ତୃତ୍ୱ
ଓ ନଦୀସମୂହ ଉପରେ ତାହାର ନିୟନ୍ତ୍ରଣ ସ୍ଥାପନ କରାଇବା।
26 ସେ ଆମ୍ଭକୁ କହିବ, ‘ତୁମ୍ଭେ ମୋର ପିତା,
ତୁମ୍ଭେ ମୋର ପରମେଶ୍ୱର, ମୋର ଦୃଢ଼ ସୁରକ୍ଷାର ସ୍ଥାନ ଓ ମୋର ତ୍ରାଣକର୍ତ୍ତା।’
27 ଆମ୍ଭେ ତାଙ୍କୁ ଆମ୍ଭର ପ୍ରଥମଜାତ ସନ୍ତାନ କରିବା।
ସେ ପୃଥିବୀର ଶକ୍ତିଶାଳୀ ରାଜା ହେବ।
28 ଆମ୍ଭେ ସର୍ବଦା ତାଙ୍କୁ ପ୍ରେମ କରିବା ଓ ତା’ ପ୍ରତି ବିଶ୍ୱସ୍ତ ରହିବା।
ଆମ୍ଭର ଚୁକ୍ତି ସର୍ବଦା ତା’ଠାରେ ରଖିବା, ତାହା କେବେ ଶେଷ ହେବ ନାହିଁ।
29 ଆମ୍ଭେ ତାର ବଂଶକୁ ନିତ୍ୟସ୍ଥାୟୀ ବିରାଜମାନ କରିବା
ଓ ତା’ର ସିଂହାସନ ଆକାଶ ଥିବା ପର୍ଯ୍ୟନ୍ତ ରହିବ।
30 ଯଦି ବଂଶଧରଗଣ ଆମ୍ଭ ବ୍ୟବସ୍ଥା ପରିତ୍ୟାଗ କରନ୍ତି
ଓ ଆମ୍ଭର ଆଜ୍ଞା ଅନୁସରଣ ନ କରନ୍ତି, ଆମ୍ଭେ ସେମାନଙ୍କୁ ଦଣ୍ଡ ଦେବା।
31 ଯଦି ସେମାନେ ମୋ’ ନିୟମ ଭଙ୍ଗ କରନ୍ତି
ଏବଂ ମୋ’ ଆଜ୍ଞା ନ ପାଳନ୍ତି,
32 ତେବେ ଆମ୍ଭେ ଲୌହ ନିର୍ମିତ ବାଡ଼ିରେ ସେମାନଙ୍କ ଅପରାଧ
ଓ ପ୍ରହାର ଦ୍ୱାରା ସେମାନଙ୍କୁ କଠୋର ଦଣ୍ଡ ଦେବା।
33 ମାତ୍ର ସେମାନଙ୍କୁ ଦାଉଦଙ୍କ ପ୍ରେମଠାରୁ ବଞ୍ଚିତ କରିବା ନାହିଁ।
ଆମ୍ଭେ ସେମାନଙ୍କ ପ୍ରତି ଚିରଦିନ ବିଶ୍ୱସ୍ତ ରହିବା।
34 ଆମ୍ଭେ ଦାଉଦଙ୍କ ସହିତ କରିଥିବା ଚୁକ୍ତିକୁ ଲଙ୍ଘନ କରିବା ନାହିଁ
କିଅବା ଚୁକ୍ତିର ପରିବର୍ତ୍ତନ କରିବା ନାହିଁ।
35 ଆମ୍ଭେ ଆପଣା ପ୍ରବିତ୍ରତା ଦ୍ୱାରା ସାକ୍ଷୀରଖି ଆମ୍ଭେ ଦାଉଦ ନିକଟରେ ଏକ ବିଶେଷ ପ୍ରତିଜ୍ଞା କରିଥିଲୁ।
ତେଣୁ ଆମ୍ଭେ ଦାଉଦ ପ୍ରତି ଆପଣା ପ୍ରତିଜ୍ଞା ଭଙ୍ଗ କରିବା ନାହିଁ।
36 ଦାଉଦର ବଂଶ ସଦାକାଳ ରହିବ।
ଦାଉଦର ସିଂହାସନ ସୂର୍ଯ୍ୟ ଥିବା ପର୍ଯ୍ୟନ୍ତ ରହିବ।
37 ଏହା ଚନ୍ଦ୍ରପରି ଚିରଦିନ ଗ୍ଭଲୁ ରହିବ।
ଏହା ଆକାଶପରି ଚିରଦିନ ପାଇଁ ରହିବ।”
15 ଥରେ, ଦାଉଦ ଅଦୁଲ୍ଲମ ଗୁମ୍ଫାରେ ଥିବା ବେଳେ, ଯେତେବେଳେ ପଲେଷ୍ଟୀୟ ସୈନ୍ୟମାନେ ରଫାୟୀମ ଉପତ୍ୟକାରେ ଛାଉଣି ପକାଇ ଥିଲେ, ତିରିଶ୍ ଜଣ ବୀରଙ୍କ ମଧ୍ୟରୁ ତିନି ଜଣ ଭୂମିରେ ସମ୍ପୂର୍ଣ୍ଣ ପେଟେଇ ପେଟେଇ ଦାଉଦଙ୍କ ନିକଟରେ ପହଞ୍ଚିଲେ।
16 ଆଉଥରେ, ଦାଉଦ ଦୁର୍ଗ ମଧ୍ୟରେ ଥିଲେ ଓ ପଲେଷ୍ଟୀୟ ସୈନ୍ୟମାନଙ୍କର ଏକ ଦଳ ବୈଥ୍ଲେହମରେ ଥିଲେ। 17 ଦାଉଦ କହିଲେ, “ବୈଥଲହମର ଫାଟକ ନିକଟରେ ଥିବା କୂଅରୁ କେହି ମୋତେ ପାଣି ପିଇବାକୁ ଦିଅନ୍ତା କି?” 18 କିନ୍ତୁ ଏହି ତିନି ଜଣ ପଲେଷ୍ଟୀୟ ସୈନ୍ୟମାନଙ୍କ ସହିତ ଯୁଦ୍ଧ କରି କରି ସେମାନଙ୍କ ମଧ୍ୟଦେଇ ଗଲେ। ଏହି ତିନି ବ୍ୟକ୍ତି ବୈଥ୍ଲେହମ ନଗରର ଦ୍ୱାର ନିକଟରେ ଥିବା କୂପରୁ କିଛି ଜଳ ନେଲେ। ଏହା ପରେ ଏହି ତିନି ବୀର ସେହି ଜଳକୁ ନେଇ ଦାଉଦଙ୍କ ନିକଟକୁ ଆସିଲେ। କିନ୍ତୁ ଦାଉଦ ସେହି ଜଳପାନ କରିବାକୁ ମନା କଲେ। ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ ସ୍ୱରୂପେ ସେହି ଜଳକୁ ଭୂମିରେ ଢାଳିଲେ। 19 ଦାଉଦ କହିଲେ, “ହେ ପରମେଶ୍ୱର, ମୁଁ ଏହି ଜଳକୁ ପାନ କରି ନ ପାରେ। କାରଣ ଯେଉଁ ଲୋକମାନେ ନିଜ ଜୀବନକୁ ବିପନ୍ନ କରି ଏହି ଜଳ ମୋ’ ନିମନ୍ତେ ଆଣି ଅଛନ୍ତି, ମୁଁ ତାହା ପାନ କରିବା ଦ୍ୱାରା ସେମାନଙ୍କ ରକ୍ତ ପାନ କରିବା ସଦୃଶ ହେବ।” ସେଥି ନିମନ୍ତେ ଦାଉଦ ସେହି ଜଳପାନ କରିବାକୁ ମନା କଲେ। ଏହିପରି ଏହି ତିନି ବୀର ଅନେକ ଦୁଃସାହସିକ କାର୍ଯ୍ୟମାନ କରିଥିଲେ।
ଯେତେବେଳେ ଆମ୍ଭେ ଯୀଶୁ ଖ୍ରୀଷ୍ଟଙ୍କୁ ଦେଖୁ, ସେତେବେଳେ ଆମ୍ଭେ ପରମେଶ୍ୱରଙ୍କୁ ଦେଖୁ
15 କୌଣସି ଲୋକ ପରମେଶ୍ୱରଙ୍କୁ ଦେଖି ପାରେ ନାହିଁ।
କିନ୍ତୁ ଖ୍ରୀଷ୍ଟ ଠିକ୍ ପରମେଶ୍ୱରଙ୍କ ଭଳି।
ଖ୍ରୀଷ୍ଟ ସମସ୍ତ ସୃଷ୍ଟ ବିଷୟ ଗୁଡ଼ିକର ଶାସକ ଅଟନ୍ତି।
16 ତାହାଙ୍କର ଶକ୍ତିରେ ସମସ୍ତ ବିଷୟ ଗୁଡ଼ିକର ଉତ୍ପତ୍ତି
ସ୍ୱର୍ଗର ଓ ପୃଥିବୀର ବିଷୟ, ଦୃଶ୍ୟ ଓ ଅଦୃଶ୍ୟ ବିଷୟ ସବୁ,
ସମସ୍ତ ଆଧ୍ୟାତ୍ମିକ ଶକ୍ତି,
ଅଧିକାରୀଗଣ, ପ୍ରଭୁଗଣ ଓ ଶାସକଗଣ।
17 ସବୁ ବିଷୟ ଗୁଡ଼ିକ ଖ୍ରୀଷ୍ଟଙ୍କ ମାଧ୍ୟମରେ ଓ ତାହାଙ୍କ ପାଇଁ ନିର୍ମିତ। ସମସ୍ତ ବିଷୟ ସୃଷ୍ଟି ହେବା ପୂର୍ବରୁ ଖ୍ରୀଷ୍ଟ ଥିଲେ।
ସମସ୍ତ ବିଷୟର ଅସ୍ତିତ୍ୱ, ତାହାଙ୍କ ହେତୁ ରହିଛି।
18 ଖ୍ରୀଷ୍ଟ ମଣ୍ଡଳୀରୂପ ଶରୀରର ମୁଖ୍ୟ ଅଟନ୍ତି।
ପ୍ରତ୍ୟେକ ବିଷୟ ତାହାଙ୍କଠାରୁ ଆସିଥାଏ।
ସେ ମୃତ୍ୟୁରୁ ପୁର୍ନରୁଥିତ ଏକମାତ୍ର ପୁର୍ନରୁଥିତ ଈଶ୍ୱର ହୋଇଥିବା ପ୍ରଭୁ।
ଅତଏବ ପ୍ରତ୍ୟେକ ବିଷୟରେ ଖ୍ରୀଷ୍ଟ ସର୍ବାପେକ୍ଷା ମହତ୍ତ୍ୱପୂର୍ଣ୍ଣ ଅଟନ୍ତି।
19 ପରମେଶ୍ୱର ଖ୍ରୀଷ୍ଟଙ୍କଠାରେ ବାସ କରିବାକୁ ପସନ୍ଦ କଲେ।
20 ଖ୍ରୀଷ୍ଟଙ୍କ ମାଧ୍ୟମରେ ପରମେଶ୍ୱର ପୁଣି ଥରେ ସମସ୍ତ ପୃଥିବୀର ବିଷୟ ହେଉ ବା ସ୍ୱର୍ଗର ବିଷୟ ହେଉ ନିଜ ସହିତ ମିଳିତ କରିବାକୁ ପସନ୍ଦ କଲେ।
ଖ୍ରୀଷ୍ଟଙ୍କ କ୍ରୁଶର ରକ୍ତ ଦ୍ୱାରା ପରମେଶ୍ୱର ଶାନ୍ତି ଆଣିଲେ।
21 ପୂର୍ବରୁ ତୁମ୍ଭେ ମନ୍ଦ କାମ କରିଥିବା କାରଣରୁ ପରମେଶ୍ୱରଙ୍କ ବିରୋଧୀ ଥିଲ। ତୁମ୍ଭେମାନେ ମନରେ ପରମେଶ୍ୱରଙ୍କ ଶତ୍ରୁ ଥିଲ। ସେଥିପାଇଁ ପରମେଶ୍ୱରଙ୍କଠାରୁ ଦୂରେଇ ଯାଇଥିଲ। 22 କିନ୍ତୁ ଖ୍ରୀଷ୍ଟ ପୁଣି ଥରେ ତୁମ୍ଭମାନଙ୍କୁ ପରମେଶ୍ୱରଙ୍କ ମିତ୍ର କରି ଦେଇଛନ୍ତି। ତାଙ୍କ ମାଂସମୟ ଶରୀରରେ, ନିଜ ମୃତ୍ୟୁ ଦ୍ୱାରା ସେ ଏହା କରିଛନ୍ତି। ନିଷ୍କଳଙ୍କ ଓ ନିର୍ଦ୍ଦୋଷ ଭାବରେ ତୁମ୍ଭମାନଙ୍କୁ ପରମେଶ୍ୱରଙ୍କ ଆଗକୁ ଆଣିବା ପାଇଁ ସେ ଏହା କଲେ। 23 ତୁମ୍ଭେମାନେ ଶୁଣିଥିବା ସୁସମାଗ୍ଭର ଉପରେ ବିଶ୍ୱାସ ରଖି ପାରିଲେ ଖ୍ରୀଷ୍ଟ ଏହି କାମ କରି ଗ୍ଭଲିବେ। ତୁମ୍ଭେମାନେ ନିଜ ବିଶ୍ୱାସରେ ଦୃଢ଼ତା ଓ ନିଶ୍ଚିତ ବୋଧ ରଖିଥିବ। ସୁସମାଗ୍ଭର ତୁମ୍ଭମାନଙ୍କୁ ଯେଉଁ ଭରସା ଦେଇଛି ସେଥିରୁ ବିଚଳିତ ହେବ ନାହିଁ। ସେହି ସମାନ ସୁସମାଗ୍ଭର ସମଗ୍ର ବିଶ୍ୱରେ ସମସ୍ତଙ୍କୁ କୁହାଯାଇଛି। ମୁଁ ପାଉଲ, ସେହି ସୁସମାଗ୍ଭର କହିବାରେ ସାହାଯ୍ୟ କରିଛି।
2010 by World Bible Translation Center