Revised Common Lectionary (Semicontinuous)
20 ଆମ୍ଭେ ଆପଣା ଦାସ ଦାଉଦକୁ ପାଇଅଛୁ।
ଆମ୍ଭେ ପବିତ୍ର ତୈଳରେ ତାକୁ ଅଭିଷିକ୍ତ କରିଅଛୁ।
21 ଆମ୍ଭେ ଆପଣା ଡାହାଣ ହସ୍ତରେ ତାଙ୍କୁ ଆଶ୍ରୟ ଦେବା
ଏବଂ ଆମ୍ଭର ଶକ୍ତିରେ ତାକୁ ବଳବାନ୍ କରିବା।
22 ଶତ୍ରୁମାନେ ମନୋନୀତ ରାଜାଙ୍କୁ ପରାସ୍ତ କରି ପାରିବେ ନାହିଁ।
ଦୁଷ୍ଟ ଲୋକମାନେ ତାଙ୍କୁ ପରାସ୍ତ କରି ପାରିବେ ନାହିଁ।
23 ଆମ୍ଭେ ତାହାର ବିପକ୍ଷଗଣଙ୍କୁ ତାହା ସମ୍ମୁଖରେ ଚୂର୍ଣ୍ଣ କରିବା
ଓ ତାହାର ଘୃଣାକାରୀମାନଙ୍କୁ ପରାସ୍ତ କରିବା।
24 ଆମ୍ଭେ ମନୋନୀତ ରାଜାଙ୍କୁ ସର୍ବଦା ପ୍ରେମ କରିବା
ଏବଂ ତାଙ୍କୁ ବିଜୟୀ କରିବା।
25 ଆମ୍ଭେ ସମୁଦ୍ର ଉପରେ ତାହାର କର୍ତ୍ତୃତ୍ୱ
ଓ ନଦୀସମୂହ ଉପରେ ତାହାର ନିୟନ୍ତ୍ରଣ ସ୍ଥାପନ କରାଇବା।
26 ସେ ଆମ୍ଭକୁ କହିବ, ‘ତୁମ୍ଭେ ମୋର ପିତା,
ତୁମ୍ଭେ ମୋର ପରମେଶ୍ୱର, ମୋର ଦୃଢ଼ ସୁରକ୍ଷାର ସ୍ଥାନ ଓ ମୋର ତ୍ରାଣକର୍ତ୍ତା।’
27 ଆମ୍ଭେ ତାଙ୍କୁ ଆମ୍ଭର ପ୍ରଥମଜାତ ସନ୍ତାନ କରିବା।
ସେ ପୃଥିବୀର ଶକ୍ତିଶାଳୀ ରାଜା ହେବ।
28 ଆମ୍ଭେ ସର୍ବଦା ତାଙ୍କୁ ପ୍ରେମ କରିବା ଓ ତା’ ପ୍ରତି ବିଶ୍ୱସ୍ତ ରହିବା।
ଆମ୍ଭର ଚୁକ୍ତି ସର୍ବଦା ତା’ଠାରେ ରଖିବା, ତାହା କେବେ ଶେଷ ହେବ ନାହିଁ।
29 ଆମ୍ଭେ ତାର ବଂଶକୁ ନିତ୍ୟସ୍ଥାୟୀ ବିରାଜମାନ କରିବା
ଓ ତା’ର ସିଂହାସନ ଆକାଶ ଥିବା ପର୍ଯ୍ୟନ୍ତ ରହିବ।
30 ଯଦି ବଂଶଧରଗଣ ଆମ୍ଭ ବ୍ୟବସ୍ଥା ପରିତ୍ୟାଗ କରନ୍ତି
ଓ ଆମ୍ଭର ଆଜ୍ଞା ଅନୁସରଣ ନ କରନ୍ତି, ଆମ୍ଭେ ସେମାନଙ୍କୁ ଦଣ୍ଡ ଦେବା।
31 ଯଦି ସେମାନେ ମୋ’ ନିୟମ ଭଙ୍ଗ କରନ୍ତି
ଏବଂ ମୋ’ ଆଜ୍ଞା ନ ପାଳନ୍ତି,
32 ତେବେ ଆମ୍ଭେ ଲୌହ ନିର୍ମିତ ବାଡ଼ିରେ ସେମାନଙ୍କ ଅପରାଧ
ଓ ପ୍ରହାର ଦ୍ୱାରା ସେମାନଙ୍କୁ କଠୋର ଦଣ୍ଡ ଦେବା।
33 ମାତ୍ର ସେମାନଙ୍କୁ ଦାଉଦଙ୍କ ପ୍ରେମଠାରୁ ବଞ୍ଚିତ କରିବା ନାହିଁ।
ଆମ୍ଭେ ସେମାନଙ୍କ ପ୍ରତି ଚିରଦିନ ବିଶ୍ୱସ୍ତ ରହିବା।
34 ଆମ୍ଭେ ଦାଉଦଙ୍କ ସହିତ କରିଥିବା ଚୁକ୍ତିକୁ ଲଙ୍ଘନ କରିବା ନାହିଁ
କିଅବା ଚୁକ୍ତିର ପରିବର୍ତ୍ତନ କରିବା ନାହିଁ।
35 ଆମ୍ଭେ ଆପଣା ପ୍ରବିତ୍ରତା ଦ୍ୱାରା ସାକ୍ଷୀରଖି ଆମ୍ଭେ ଦାଉଦ ନିକଟରେ ଏକ ବିଶେଷ ପ୍ରତିଜ୍ଞା କରିଥିଲୁ।
ତେଣୁ ଆମ୍ଭେ ଦାଉଦ ପ୍ରତି ଆପଣା ପ୍ରତିଜ୍ଞା ଭଙ୍ଗ କରିବା ନାହିଁ।
36 ଦାଉଦର ବଂଶ ସଦାକାଳ ରହିବ।
ଦାଉଦର ସିଂହାସନ ସୂର୍ଯ୍ୟ ଥିବା ପର୍ଯ୍ୟନ୍ତ ରହିବ।
37 ଏହା ଚନ୍ଦ୍ରପରି ଚିରଦିନ ଗ୍ଭଲୁ ରହିବ।
ଏହା ଆକାଶପରି ଚିରଦିନ ପାଇଁ ରହିବ।”
ଦାଉଦଙ୍କ ରାଜ୍ୟ ବୃଦ୍ଧି ପାଇଲା
14 ହୀରମ୍ ସୋର ନଗରର ରାଜା ଥିଲେ। ହୀରମ୍ ଦାଉଦଙ୍କ ନିକଟକୁ ବାର୍ତ୍ତାବହକମାନଙ୍କୁ ପ୍ରେରଣ କଲେ। ହୀରମ୍ ଆହୁରି ମଧ୍ୟ ଏରସ ବୃକ୍ଷର ବଡ଼ ବଡ଼ କାଠଗଣ୍ଡି, ପଥର କଟାଳୀ ଓ ବଢ଼େଇମାନଙ୍କୁ ଦାଉଦଙ୍କ ନିକଟକୁ ପଠାଇଲେ। ଦାଉଦଙ୍କ ନିମନ୍ତେ ଏକ ଗୃହ ନିର୍ମାଣ କରିବା ନିମନ୍ତେ ହୀରମ୍ ସେମାନଙ୍କୁ ପଠାଇଲେ। 2 ଦାଉଦ ଜାଣି ପାରିଲେ ଯେ, ସଦାପ୍ରଭୁ ତାଙ୍କୁ ଇସ୍ରାଏଲ ଉପରେ ରାଜା କରାଇଛନ୍ତି। ସଦାପ୍ରଭୁ ତାଙ୍କର ଲୋକମାନଙ୍କ, ଇସ୍ରାଏଲ ପାଇଁ ଦାଉଦଙ୍କ ରାଜ୍ୟକୁ ଏକ ବିଶାଳ ରାଜ୍ୟରେ ପରିଣତ କଲେ।
ଆଥୀନୀ ନଗରରେ ପାଉଲ
16 ପାଉଲ ଆଥୀନୀ ନଗରରେ ଶୀଲା ଓ ତୀମଥିଙ୍କୁ ଅପେକ୍ଷା କରିଥା’ନ୍ତି। ନଗର ସାରା ମୂର୍ତ୍ତିଗୁଡ଼ିକରେ ପୂର୍ଣ୍ଣ ହୋଇଥିବାର ଦେଖି ସେ ହୃଦୟରେ ଅତି ମାତ୍ରାରେ ବିବ୍ରତ ହୋଇ ପଡ଼ିଲେ। 17 ତେଣୁ ସତ୍ୟ ପରମେଶ୍ୱରଙ୍କୁ ଉପାସନା କରୁଥିବା ଯିହୂଦୀୟ ଓ ଗ୍ରୀକ୍ ଲୋକମାନଙ୍କ ସହିତ ସେ ସମାଜଗୃହ ଏବଂ ବଜାରକୁ ଆସୁଥିବା ଲୋକମାନଙ୍କ ସହିତ ସେ ପ୍ରତିଦିନ କଥାବାର୍ତ୍ତା କଲେ। 18 ତେଣୁ କେତେକ ଏପିକୂରୀୟ ଓ ସ୍ତୋୟିକ ଦାର୍ଶନିକମାନେ ତାହାଙ୍କ ସହିତ ଯୁକ୍ତିତର୍କ କଲେ।
ସେମାନଙ୍କ ଭିତରୁ କେତେକ କହିଲେ, “ଏ ଲୋକଟି କ’ଣ କହୁଛି ତାହା ସେ ଜାଣେ ନାହିଁ?” ପାଉଲ ସେମାନଙ୍କୁ ଯୀଶୁଙ୍କ ମୃତ୍ୟୁରୁ ପୁନରୁତ୍ଥାନ ସୁସମାଗ୍ଭର ସମ୍ବନ୍ଧରେ କହୁଥିଲେ। ଅନ୍ୟମାନେ କହିଲେ, “ଦେଖ, ଏ ଲୋକଟି କୌଣସି ବିଦେଶୀ ଦେବାଦେବୀଙ୍କ ବିଷୟରେ କହୁଛି। ସେମାନେ ଏପରି କହିଲେ, କାରଣ ପାଉଲ ଯୀଶୁ ଓ ତାହାଙ୍କର ମୃତ୍ୟୁରୁ ପୁନର୍ଜୀବିତ ହୋଇ ଉଠିବା କଥା ପ୍ରଗ୍ଭର କରୁଥିଲେ।”
19 ସେମାନେ ପାଉଲଙ୍କୁ ଆରୟପାଗ ସଭା ପାଖକୁ ନେଇଗଲେ। ସେମାନେ ତାହାଙ୍କୁ ପଗ୍ଭରିଲେ, “ତୁମ୍ଭେ ଉପଦେଶ ଦେଉଥିବା ଏହି ନୂଆ ଶିକ୍ଷା କ’ଣ, ତାହା ଆମ୍ଭେ ଜାଣି ପାରିବୁ କି? 20 ତୁମ୍ଭେ ଆମ୍ଭ ନିକଟରେ କେତେକ ଅଦ୍ଭୂତ ବିଗ୍ଭରମାନ ଉପସ୍ଥାପିତ କରୁଛ ଓ ଆମ୍ଭେମାନେ ସେଗୁଡ଼ିକ କ’ଣ ତାହା ଜାଣିବାକୁ ଗ୍ଭହୁଁ।” 21 ଆଥୀନୀୟ ବାସିନ୍ଦାମାନେ ଓ ସେଠାରେ ରହୁଥିବା ବିଦେଶୀ ଲୋକମାନେ କିଛି କାର୍ଯ୍ୟ ନ କରି କେବଳ ନୂତନ ବିଷୟମାନ ଶୁଣିବାରେ ଓ କଥା କହିବାରେ ସମୟ କାଟୁଥିଲେ।
22 ପାଉଲ ଆରୟପାଗ ସଭାର ସାମନାରେ ଠିଆ ହୋଇ କହିଲେ, “ହେ ଆଥୀନୀୟ ଲୋକମାନେ, ମୁଁ ଦେଖୁଛି, ତୁମ୍ଭେମାନେ ସବୁ ବିଷୟରେ ଅତି ଧାର୍ମିକ। 23 ମୁଁ ନଗରର ଗ୍ଭରିପାଖରେ ଭ୍ରମଣ କରି, ତୁମ୍ଭମାନଙ୍କର ପୂଜା କରୁଥିବା ବସ୍ତୁମାନ ଦେଖିଲି। ମୁଁ ଗୋଟିଏ ବେଦୀ ଦେଖିଲି ଯାହା ଉପରେ ଲେଖାଥିଲା, ‘ ଏକ ଈଶ୍ୱର ଯାହାଙ୍କୁ ଆମ୍ଭେ ଜାଣି ନାହୁଁ।’ ତେଣୁ ତୁମ୍ଭେମାନେ ନ ଜାଣି ଯାହା ପୂଜା କରୁଛ, ମୁଁ ତାହାଙ୍କୁ ତୁମ୍ଭମାନଙ୍କ ଆଗରେ ପ୍ରଗ୍ଭର କରୁଛି।
24 “ପରମେଶ୍ୱର ଏ ପୃଥିବୀରେ ଓ ଏଥିରେ ଥିବା ସମସ୍ତ ବସ୍ତୁର କର୍ତ୍ତା। ସେ ସ୍ୱର୍ଗ ଓ ପୃଥିବୀର ପ୍ରଭୁ ହୋଇ ଥିବାରୁ ସେ ମଣିଷ ନିର୍ମିତ ମନ୍ଦିର ଗୁଡ଼ିକରେ ରୁହନ୍ତି ନାହିଁ। 25 ସେ ପରମେଶ୍ୱର ଜୀବନ ଓ ପ୍ରାଣବାୟୁ ପ୍ରଦାନ କରନ୍ତି। ସେ ମନୁଷ୍ୟମାନଙ୍କର ସାହାଯ୍ୟ ଲୋଡ଼ନ୍ତି ନାହିଁ। ତାହାଙ୍କର କୌଣସି ଅଭାବ ନାହିଁ। 26 ପରମେଶ୍ୱର ଗୋଟିଏ ମନୁଷ୍ୟଠାରୁ ସମୁଦାୟ ମନୁଷ୍ୟ ଜାତିକୁ ତିଆରି କରିଛନ୍ତି। ସେଥିପାଇଁ ସେମାନେ ପୃଥିବୀର ସର୍ବତ୍ର ରହନ୍ତି। ସେ ସେମାନଙ୍କ ପାଇଁ ପୂର୍ବରୁ ନିର୍ଦ୍ଧାରିତ ସମୟ ଓ ସ୍ଥାନର ସୀମା ମଧ୍ୟ ସ୍ଥିର କରିଛନ୍ତି,
27 “ଯେପରି ସେମାନେ ପରମେଶ୍ୱରଙ୍କୁ ଖୋଜି ପାଇ ପାରିବେ। ସେମାନେ ତାହାଙ୍କ ନିକଟକୁ ଯାଇ ତାହାଙ୍କୁ ପାଇବା ପାଇଁ ଚେଷ୍ଟା କରି ପାରନ୍ତି ଯଦ୍ୟପି ସେ ଆମ୍ଭମାନଙ୍କ ମଧ୍ୟରୁ କାହାରିଠାରୁ ଦୂରରେ ନାହାନ୍ତି। 28 ‘କାରଣ ଆମ୍ଭେ ତାହାଙ୍କ ସହିତ ବାସ କରୁ, ତାହାଙ୍କ ସହିତ ଗତି କରୁ ଓ ତାହାଙ୍କଠାରେ ଆମ୍ଭର ଅସ୍ତିତ୍ୱ ଅଛି।’ତୁମ୍ଭମାନଙ୍କ ମଧ୍ୟରୁ କେତେକ କବି ମଧ୍ୟ ଏହା କହିଛନ୍ତି ଯେ,‘ଆମ୍ଭେମାନେ ତାହାଙ୍କର ସନ୍ତାନ।’
29 “ଯେହେତୁ ଆମ୍ଭେମାନେ ପରମେଶ୍ୱରଙ୍କ ସନ୍ତାନ ତେଣୁ ଆମ୍ଭେମାନେ ପରମେଶ୍ୱରଙ୍କୁ ମନୁଷ୍ୟର କୌଶଳ ଓ କଳ୍ପନାରେ ତିଆରି ପ୍ରତିମା ବୋଲି ଭାବିବା ନାହିଁ, ବା ସୁନା କି ରୂପା କି ପଥର ବୋଲି ମଧ୍ୟ ଭାବିବା ନାହିଁ। 30 ପୂର୍ବରୁ ପରମେଶ୍ୱର ଲୋକମାନଙ୍କର ଏହି ନିର୍ବୋଧତା ଉପେକ୍ଷା କରିଥିଲେ। ମାତ୍ର ବର୍ତ୍ତମାନ ସେ ସାରା ପୃଥିବୀର ଲୋକମାନଙ୍କୁ ଅନୁତାପ କରି ଫେରି ଆସିବା ପାଇଁ ଆଦେଶ ଦିଅନ୍ତି। 31 ସେ ଜଣଙ୍କୁ ନ୍ୟାୟ ବିଗ୍ଭର ପାଇଁ ନିଯୁକ୍ତି ଦେଇଛନ୍ତି। ସେ ଗୋଟିଏ ଦିନ ସ୍ଥିର କରିଛନ୍ତି, ଯେଉଁଦିନ ସେହି ସମଗ୍ର ବିଶ୍ୱକୁ ତାହାଙ୍କ ଦ୍ୱାରା ନ୍ୟାୟ ସହିତ ବିଗ୍ଭର କରିବେ। ସେ ପ୍ରତ୍ୟେକଙ୍କ ଆଗରେ ଯୀଶୁଙ୍କର ମୃତ୍ୟୁରୁ ବଞ୍ଚି ଉଠିବା କଥାର ପ୍ରମାଣ ଦେଇଛନ୍ତି।”
2010 by World Bible Translation Center