Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 89:20-37

20 ଆମ୍ଭେ ଆପଣା ଦାସ ଦାଉଦକୁ ପାଇଅଛୁ।
    ଆମ୍ଭେ ପବିତ୍ର ତୈଳରେ ତାକୁ ଅଭିଷିକ୍ତ କରିଅଛୁ।
21 ଆମ୍ଭେ ଆପଣା ଡାହାଣ ହସ୍ତରେ ତାଙ୍କୁ ଆଶ୍ରୟ ଦେବା
    ଏବଂ ଆମ୍ଭର ଶକ୍ତିରେ ତାକୁ ବଳବାନ୍ କରିବା।
22 ଶତ୍ରୁମାନେ ମନୋନୀତ ରାଜାଙ୍କୁ ପରାସ୍ତ କରି ପାରିବେ ନାହିଁ।
    ଦୁଷ୍ଟ ଲୋକମାନେ ତାଙ୍କୁ ପରାସ୍ତ କରି ପାରିବେ ନାହିଁ।
23 ଆମ୍ଭେ ତାହାର ବିପକ୍ଷଗଣଙ୍କୁ ତାହା ସମ୍ମୁଖରେ ଚୂର୍ଣ୍ଣ କରିବା
    ଓ ତାହାର ଘୃଣାକାରୀମାନଙ୍କୁ ପରାସ୍ତ କରିବା।
24 ଆମ୍ଭେ ମନୋନୀତ ରାଜାଙ୍କୁ ସର୍ବଦା ପ୍ରେମ କରିବା
    ଏବଂ ତାଙ୍କୁ ବିଜୟୀ କରିବା।
25 ଆମ୍ଭେ ସମୁଦ୍ର ଉପରେ ତାହାର କର୍ତ୍ତୃତ୍ୱ
    ଓ ନଦୀସମୂହ ଉପରେ ତାହାର ନିୟନ୍ତ୍ରଣ ସ୍ଥାପନ କରାଇବା।
26 ସେ ଆମ୍ଭକୁ କହିବ, ‘ତୁମ୍ଭେ ମୋର ପିତା,
    ତୁମ୍ଭେ ମୋର ପରମେଶ୍ୱର, ମୋର ଦୃଢ଼ ସୁରକ୍ଷାର ସ୍ଥାନ ଓ ମୋର ତ୍ରାଣକର୍ତ୍ତା।’
27 ଆମ୍ଭେ ତାଙ୍କୁ ଆମ୍ଭର ପ୍ରଥମଜାତ ସନ୍ତାନ କରିବା।
    ସେ ପୃଥିବୀର ଶକ୍ତିଶାଳୀ ରାଜା ହେବ।
28 ଆମ୍ଭେ ସର୍ବଦା ତାଙ୍କୁ ପ୍ରେମ କରିବା ଓ ତା’ ପ୍ରତି ବିଶ୍ୱସ୍ତ ରହିବା।
    ଆମ୍ଭର ଚୁକ୍ତି ସର୍ବଦା ତା’ଠାରେ ରଖିବା, ତାହା କେବେ ଶେଷ ହେବ ନାହିଁ।
29 ଆମ୍ଭେ ତାର ବଂଶକୁ ନିତ୍ୟସ୍ଥାୟୀ ବିରାଜମାନ କରିବା
    ଓ ତା’ର ସିଂହାସନ ଆକାଶ ଥିବା ପର୍ଯ୍ୟନ୍ତ ରହିବ।
30 ଯଦି ବଂଶଧରଗଣ ଆମ୍ଭ ବ୍ୟବସ୍ଥା ପରିତ୍ୟାଗ କରନ୍ତି
    ଓ ଆମ୍ଭର ଆଜ୍ଞା ଅନୁସରଣ ନ କରନ୍ତି, ଆମ୍ଭେ ସେମାନଙ୍କୁ ଦଣ୍ଡ ଦେବା।
31 ଯଦି ସେମାନେ ମୋ’ ନିୟମ ଭଙ୍ଗ କରନ୍ତି
    ଏବଂ ମୋ’ ଆଜ୍ଞା ନ ପାଳନ୍ତି,
32 ତେବେ ଆମ୍ଭେ ଲୌହ ନିର୍ମିତ ବାଡ଼ିରେ ସେମାନଙ୍କ ଅପରାଧ
    ଓ ପ୍ରହାର ଦ୍ୱାରା ସେମାନଙ୍କୁ କଠୋର ଦଣ୍ଡ ଦେବା।
33 ମାତ୍ର ସେମାନଙ୍କୁ ଦାଉଦଙ୍କ ପ୍ରେମଠାରୁ ବଞ୍ଚିତ କରିବା ନାହିଁ।
    ଆମ୍ଭେ ସେମାନଙ୍କ ପ୍ରତି ଚିରଦିନ ବିଶ୍ୱସ୍ତ ରହିବା।
34 ଆମ୍ଭେ ଦାଉଦଙ୍କ ସହିତ କରିଥିବା ଚୁକ୍ତିକୁ ଲଙ୍ଘନ କରିବା ନାହିଁ
    କିଅବା ଚୁକ୍ତିର ପରିବର୍ତ୍ତନ କରିବା ନାହିଁ।
35 ଆମ୍ଭେ ଆପଣା ପ୍ରବିତ୍ରତା ଦ୍ୱାରା ସାକ୍ଷୀରଖି ଆମ୍ଭେ ଦାଉଦ ନିକଟରେ ଏକ ବିଶେଷ ପ୍ରତିଜ୍ଞା କରିଥିଲୁ।
    ତେଣୁ ଆମ୍ଭେ ଦାଉଦ ପ୍ରତି ଆପଣା ପ୍ରତିଜ୍ଞା ଭଙ୍ଗ କରିବା ନାହିଁ।
36 ଦାଉଦର ବଂଶ ସଦାକାଳ ରହିବ।
    ଦାଉଦର ସିଂହାସନ ସୂର୍ଯ୍ୟ ଥିବା ପର୍ଯ୍ୟନ୍ତ ରହିବ।
37 ଏହା ଚନ୍ଦ୍ରପରି ଚିରଦିନ ଗ୍ଭଲୁ ରହିବ।
    ଏହା ଆକାଶପରି ଚିରଦିନ ପାଇଁ ରହିବ।”

ବଂଶାବଳୀର ପ୍ରଥମ ପୁସ୍ତକ 15:1-2

ଯିରୁଶାଲମରେ ନିୟମସିନ୍ଦୁକ

15 ଦାଉଦ ଆପଣା ନିମନ୍ତେ ଦାଉଦ ନଗରରେ ଗୃହମାନ ନିର୍ମାଣ କଲେ। ଏହା ପରେ ସେ ନିୟମସିନ୍ଦୁକ ରଖିବା ନିମନ୍ତେ ଏକ ସ୍ଥାନ ନିର୍ମାଣ କଲେ। ସେ ସେଥି ନିମନ୍ତେ ଏକ ତମ୍ବୁ ନିର୍ମାଣ କଲେ। ଏହା ପରେ ଦାଉଦ କହିଲେ, “କେବଳ ଲେବୀୟମାନେ ନିୟମସିନ୍ଦୁକକୁ ବହି ନେଇ ପାରିବେ। କାରଣ ସଦାପ୍ରଭୁ ସେମାନଙ୍କୁ ନିୟମସିନ୍ଦୁକ ବହିନେବା ନିମନ୍ତେ ଓ ଚିରକାଳ ତାଙ୍କର ସେବା କରିବା ନିମନ୍ତେ ମନୋନୀତ କରିଅଛନ୍ତି।”

ବଂଶାବଳୀର ପ୍ରଥମ ପୁସ୍ତକ 16:4-13

ଏହା ପରେ ନିୟମସିନ୍ଦୁକ ସମ୍ମୁଖରେ ସେବାକାର୍ଯ୍ୟ କରିବା ନିମନ୍ତେ ଦାଉଦ କେତେଜଣ ଲେବୀୟଙ୍କୁ ମନୋନୀତ କଲେ। ଇସ୍ରାଏଲର ପରମେଶ୍ୱର, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଓ ଧନ୍ୟବାଦ କରିବା ଏବଂ ଆନନ୍ଦ ଉତ୍ସବ କରିବା ସେହି ଲେବୀୟମାନଙ୍କ କାର୍ଯ୍ୟ ଥିଲା। ଆସଫ ପ୍ରଥମ ଦଳର ନେତା ଥିଲେ। ଆସଫଙ୍କ ଦଳ ଗିନି ବଜାଉଥିଲେ। ଯିଖରିୟ ଦ୍ୱିତୀୟ ଦଳର ନେତା ଥିଲେ। ଅନ୍ୟ ଲେବୀୟମାନେ ଥିଲେ: ଯିୟୟେଲ, ଶମୀରାମୋତ୍, ଯିହୀୟେଲ, ମତ୍ତଥିୟ, ଇଲୀୟାବ, ବନାୟ, ଓବେଦ୍-ଇଦୋମ୍ ଓ ଯିୟୂୟେଲ। ଏହି ବ୍ୟକ୍ତିମାନେ ତମ୍ବୁରା ଓ ବୀଣା ବଜାଉଥିଲେ। ବନାୟ ଓ ଯହସୀୟେଲ, ଏହି ଦୁଇଜଣ ଯାଜକ ସର୍ବଦା ନିୟମସିନ୍ଦୁକ ସମ୍ମୁଖରେ ତୂରୀ ବଜାଉଥିଲେ। ଏହି ସମୟରେ ଦାଉଦ ପ୍ରଥମେ ଆସଫ ଓ ତାଙ୍କର ଭ୍ରାତାମାନଙ୍କୁ ସଦାପ୍ରଭୁଙ୍କ ନିକଟରେ ପ୍ରଶଂସାଗୀତ ଗାନ କରିବାର ଦାୟିତ୍ୱ ଅର୍ପଣ କଲେ।

ଦାଉଦଙ୍କର ଧନ୍ୟବାଦର ଗୀତ

ପରମେଶ୍ୱରଙ୍କର ପ୍ରଶଂସା କର, ତାହାଙ୍କ ନାମରେ ବିନତି କର।
    ସଦାପ୍ରଭୁ ଯେଉଁସବୁ ମହାନ କର୍ମମାନ କରିଅଛନ୍ତି, ତାହା ଲୋକମାନଙ୍କୁ କୁହ।
ପରମେଶ୍ୱରଙ୍କ ନିକଟରେ ଗାୟନ କର, ସଦାପ୍ରଭୁଙ୍କ ନିକଟରେ ପ୍ରଶଂସା ଗାନ କର,
    ସମସ୍ତଙ୍କୁ ତାଙ୍କର ମହତ୍ କାର୍ଯ୍ୟସକଳ ଜଣାଅ।
10 ପରମେଶ୍ୱରଙ୍କ ପବିତ୍ର ନାମ ପାଇଁ ଗର୍ବ କର।
    ହେ ସଦାପ୍ରଭୁଙ୍କ ନିକଟକୁ ଆସୁଥିବା ଜନବୃନ୍ଦ, ଆନନ୍ଦିତ ହୁଅ।
11 ପରମେଶ୍ୱର ଓ ତାଙ୍କ ପରାକ୍ରମକୁ ଦେଖ,
    ସର୍ବଦା ତାଙ୍କର ସାହାଯ୍ୟ ଲୋଡ଼।
12 ସଦାପ୍ରଭୁ ଯେଉଁ ସମସ୍ତ ମହତ୍ କର୍ମମାନ କରିଅଛନ୍ତି, ସେହିସବୁ ସ୍ମରଣ କର।
    ତାଙ୍କର ସିଦ୍ଧାନ୍ତ ସକଳ ଓ ତାହାଙ୍କ କୃତ ପରାକ୍ରମର କାର୍ଯ୍ୟମାନ ସ୍ମରଣ କର।
13 ଇସ୍ରାଏଲର ଲୋକମାନେ, ସଦାପ୍ରଭୁଙ୍କର ଦାସ ଅଟନ୍ତି।
    ଯାକୁବର ବଂଶଧରମାନେ, ସଦାପ୍ରଭୁଙ୍କର ମନୋନୀତ ଲୋକ ଅଟନ୍ତି।

ଲୂକ ଲିଖିତ ସୁସମାଗ୍ଭର 18:35-43

ଯୀଶୁ ଗୋଟିଏ ଅନ୍ଧକୁ ସୁସ୍ଥ କଲେ(A)

35 ଯୀଶୁ ଯିରୀହୋ ନଗର ପାଖାପାଖି ହୋଇ ଆସିଲେ। ସେତେବେଳେ ରାସ୍ତା କଡ଼ରେ ଗୋଟିଏ ଅନ୍ଧ ବସିଥିଲା। ସେହି ଅନ୍ଧଟି ଭିକ ମାଗୁଥିଲା। 36 ସେ ରାସ୍ତାରେ ଯାଉଥିବା ଲୋକମାନଙ୍କ କୋଳାହଳ ଶୁଣିପାରି ପଗ୍ଭରିଲା, “ଘଟଣା କ’ଣ?”

37 ଲୋକମାନେ କହିଲେ, “ନାଜରିତୀୟ ଯୀଶୁ ଏହି ବାଟ ଦେଇ ଯାଉଛନ୍ତି।”

38 ଅନ୍ଧଟି ଉତ୍ତେଜିତ ହୋଇ ପଡ଼ିଲା ଓ କହିଲା, “ଦାଉଦଙ୍କ ପୁତ୍ର ଯୀଶୁ ଦୟାକରି ମୋତେ ସାହାଯ୍ୟ କର।”

39 ଆଗରେ ଯାଉଥିବା ଲୋକମାନେ ଅନ୍ଧକୁ ଧମକ ଦେଲେ। ସେମାନେ ଅନ୍ଧକୁ ଚୁପ୍ ରହିବାକୁ କହିଲେ। କିନ୍ତୁ ସେ ଆହୁରି ଜୋ‌ର୍‌ରେ ପାଟିକରି କହିଲା, “ହେ ଦାଉଦଙ୍କ ପୁତ୍ର, ଦୟାକରି ମୋତେ ସାହାଯ୍ୟ କରନ୍ତୁ।”

40 ଯୀଶୁ ସେଠାରେ ଅଟକି ଗଲେ, ସେ ଆଜ୍ଞା ଦେଲେ, “ତାହାକୁ ମୋ’ ପାଖକୁ ଆଣ।” ସେ ପାଖକୁ ଆସିବା ପରେ ଯୀଶୁ ତାକୁ ପଗ୍ଭରିଲେ, 41 “ମୁଁ ତୁମ୍ଭ ପାଇଁ କ’ଣ କରିବି ବୋଲି ତୁମ୍ଭେ ଗ୍ଭହୁଁଛ?”

ସେହି ଅନ୍ଧଟି କହିଲା, “ପ୍ରଭୁ, ମୁଁ ପୁଣି ଥରେ ଦେଖି ପାରିବାକୁ ଗ୍ଭହୁଁଛି।”

42 ଯୀଶୁ ତାହାକୁ କହିଲେ, “ତୁମ୍ଭେ ଦୃଷ୍ଟି ଶକ୍ତି ଲାଭ କର। ତୁମ୍ଭର ବିଶ୍ୱାସ ହିଁ ତୁମ୍ଭକୁ ଉଦ୍ଧାର କଲା।”

43 ତତ୍ ସଙ୍ଗେ ସଙ୍ଗେ ଅନ୍ଧଟି ଦୃଷ୍ଟି ଶକ୍ତି ଫେରିପାଇଲା। ସେ ପରମେଶ୍ୱରଙ୍କୁ ପ୍ରଶଂସା କରି ଯୀଶୁଙ୍କୁ ଅନୁସରଣ କଲା। ଏହି ଘଟଣା ଦେଖି ଥିବା ଲୋକେ ପରମେଶ୍ୱରଙ୍କୁ ସ୍ତୁତିଗାନ କଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center