Revised Common Lectionary (Semicontinuous)
ଦାଉଦ ଏକ ମନ୍ଦିର ନିର୍ମାଣ କରିବାକୁ ଗ୍ଭହିଁଲେ
7 ଏହା ପରେ ଦାଉଦ, ଯେତେବେଳେ ନୂତନ ଗୃହକୁ ଗମନ କଲେ, ସଦାପ୍ରଭୁ ତାଙ୍କୁ ତାଙ୍କର ଚତୁର୍ଦ୍ଦିଗସ୍ଥିତ ଶତ୍ରୁମାନଙ୍କଠାରୁ ଶାନ୍ତି ପ୍ରଦାନ କଲେ। 2 ରାଜା ଦାଉଦ ଭବିଷ୍ୟଦ୍ବକ୍ତା ନାଥନଙ୍କୁ କହିଲେ, “ଦେଖ ମୁଁ ଏବେ ଏରସ ନିର୍ମିତ କାଠ ଘରେ ବାସ କରୁଅଛି କିନ୍ତୁ ପରମେଶ୍ୱରଙ୍କର ପବିତ୍ର ସିନ୍ଦୁକ ସେହି ତମ୍ବୁ ତଳେ ରହି ଅଛି। ଆମ୍ଭେମାନେ ପବିତ୍ର ସିନ୍ଦୁକ ପାଇଁ ଏକ ସୁନ୍ଦର ପ୍ରାସାଦ ତିଆରି କରିବା କଥା।”
3 ନାଥନ ରାଜା ଦାଉଦଙ୍କୁ କହିଲେ, “ତୁମ୍ଭର ଯାହା ଇଚ୍ଛା ତାହା କର, କାରଣ ସଦାପ୍ରଭୁ ତୁମ୍ଭ ସହିତ ଅଛନ୍ତି।”
4 କିନ୍ତୁ ସେହି ରାତ୍ରିରେ ସଦାପ୍ରଭୁଙ୍କର ବାର୍ତ୍ତା ନାଥନଙ୍କ ନିକଟକୁ ଆସିଲା: ଏହା ଥିଲା,
5 “ତୁମ୍ଭେ ଯାଅ ଓ ମୋର ଦାସ ଦାଉଦଙ୍କୁ କୁହ, ‘ସଦାପ୍ରଭୁ ଏହି କଥା କହିଛନ୍ତି। ତୁମ୍ଭେ ମୋର ବାସସ୍ଥାନ ଗୃହ ନିର୍ମାଣ କରିବାକୁ ଉଦ୍ଧିଷ୍ଟ ବ୍ୟକ୍ତି ନୁହଁ। 6 ମୁଁ ଇସ୍ରାଏଲୀୟ ସନ୍ତାନଗଣକୁ ମିଶରରୁ ବାହାର କରି ଆଣିବାଠାରୁ ଆଜି ପର୍ଯ୍ୟନ୍ତ କୌଣସି ଗୃହରେ ବାସ କରି ନାହିଁ। ମାତ୍ର ମୁଁ ଏକ ତମ୍ବୁ ମଧ୍ୟରେ ଯାତାୟାତ କଲି। 7 ମୁଁ ସମୁଦାୟ ଇସ୍ରାଏଲ ସନ୍ତାନ ସହିତ ଯେ ସବୁ ସ୍ଥାନକୁ ଗମନାଗମନ କଲି, ମୁଁ ମୋର ଇସ୍ରାଏଲର ଏହିପରି କୌଣସି ପରିବାରବର୍ଗ ମୋ’ ପାଇଁ ଏରସ କାଠରେ ଏକ ସୁନ୍ଦର ଗୃହ ନିର୍ମାଣ କରିବାକୁ କହି ନାହିଁ।’
8 “ତେଣୁ ଏବେ ତୁମ୍ଭେ ମୋ’ ଦାସ ଦାଉଦକୁ ଏପରି କୁହ, ‘ସର୍ବଶକ୍ତିମାନ ସଦାପ୍ରଭୁ ଏହି କଥା କହନ୍ତି, ମୁଁ ତୁମ୍ଭକୁ ଆଣିଲି। ଯେତେବେଳେ ତୁମ୍ଭେ ଗ୍ଭରଣଭୂମିରେ ମେଷପଲଗୁଡ଼ିକ ପଛରେ ଅନୁସରଣ କରୁଥିଲ। ମୁଁ ତୁମ୍ଭକୁ ମୋର ଇସ୍ରାଏଲୀୟ ଲୋକମାନଙ୍କ ଉପରେ ନେତା କରିବା ପାଇଁ ନେଇ ଆସିଲି। 9 ଏହା ପରେ ତୁମ୍ଭେ ଯେଉଁ ସ୍ଥାନକୁ ଗଲ, ମୁଁ ତୁମ୍ଭ ସହିତ ଗଲି ଓ ତୁମ୍ଭର ସମସ୍ତ ଶତ୍ରୁମାନଙ୍କୁ ଧ୍ୱଂସ କଲି ଏବଂ ମୁଁ ତୁମ୍ଭକୁ ପୃଥିବୀର ବିଖ୍ୟାତ ଲୋକମାନଙ୍କ ମଧ୍ୟରୁ ଜଣେ କରିବି। 10-11 ମୁଁ ମୋର ଇସ୍ରାଏଲୀୟ ଲୋକମାନଙ୍କ ନିମନ୍ତେ ଗୋଟିଏ ସ୍ଥାନ ମନୋନୀତ କଲି ଏବଂ ସେଠାରେ ସେମାନଙ୍କୁ ସ୍ଥାପିତ କଲି। ଏବଂ ସେମାନଙ୍କୁ ଗୋଟିଏ ସ୍ଥାନରୁ ଅନ୍ୟ ଗୋଟିଏ ସ୍ଥାନକୁ ଯିବାକୁ ପଡ଼ିବ ନାହିଁ। ପୂର୍ବରୁ ମୁଁ ବିଗ୍ଭରକଗଣଙ୍କୁ ପଠାଇ ଅଛି। ଅତୀତରେ ମନ୍ଦ ଲୋକମାନେ ତୁମ୍ଭମାନଙ୍କୁ ଅସୁବିଧାରେ ପକାଉଥିଲେ, କିନ୍ତୁ ତାହା ଆଉ କେବେ ହେବ ନାହିଁ। ପରମେଶ୍ୱର ତୁମ୍ଭମାନଙ୍କୁ ତୁମ୍ଭମାନଙ୍କର ସମସ୍ତ ଶତ୍ରୁମାନଙ୍କଠାରୁ ଆଶ୍ୱସ୍ତି କରିବେ। ଆଉ ସଦାପ୍ରଭୁ କହନ୍ତି, ସେ ତୁମ୍ଭମାନଙ୍କ ବଂଶରୁ ଓ ପରିବାରରୁ ରାଜାଗଣ କରିବେ [a]।
12 “‘ଯେତେବେଳେ ତୁମ୍ଭେ ମୃତ୍ୟୁବରଣ କରିବ, ତୁମ୍ଭକୁ ତୁମ୍ଭର ପୂର୍ବପୁରୁଷମାନଙ୍କ ମଧ୍ୟରେ କବର ଦିଆଯିବ। ତା’ପରେ ମୁଁ ତୁମ୍ଭର ଔରଷରୁ ରାଜା କରିବି ଏବଂ ତାଙ୍କର ରାଜ୍ୟ ସ୍ଥାପନ କରିବି। 13 ସେ ମୋ’ ନାମରେ ଏକ ମନ୍ଦିର ନିର୍ମାଣ କରିବ। ଏବଂ ମୁଁ ତା’ର ରାଜ୍ୟକୁ ଚିରଦିନ ପାଇଁ ଶକ୍ତିଶାଳୀ କରିବି। 14 ମୁଁ ତା’ର ପିତା ହେବି ଓ ସେ ମୋର ପୁତ୍ର ହେବ। ଯେତେବେଳେ ସେ ପାପ କରେ ମୁଁ ତାକୁ ଦଣ୍ତ ଦେବି, ଯେପରି ଲୋକମାନେ ସେମାନଙ୍କର ପୁତ୍ରମାନଙ୍କୁ ଦଣ୍ତ ଦିଅନ୍ତି।
20 ଆମ୍ଭେ ଆପଣା ଦାସ ଦାଉଦକୁ ପାଇଅଛୁ।
ଆମ୍ଭେ ପବିତ୍ର ତୈଳରେ ତାକୁ ଅଭିଷିକ୍ତ କରିଅଛୁ।
21 ଆମ୍ଭେ ଆପଣା ଡାହାଣ ହସ୍ତରେ ତାଙ୍କୁ ଆଶ୍ରୟ ଦେବା
ଏବଂ ଆମ୍ଭର ଶକ୍ତିରେ ତାକୁ ବଳବାନ୍ କରିବା।
22 ଶତ୍ରୁମାନେ ମନୋନୀତ ରାଜାଙ୍କୁ ପରାସ୍ତ କରି ପାରିବେ ନାହିଁ।
ଦୁଷ୍ଟ ଲୋକମାନେ ତାଙ୍କୁ ପରାସ୍ତ କରି ପାରିବେ ନାହିଁ।
23 ଆମ୍ଭେ ତାହାର ବିପକ୍ଷଗଣଙ୍କୁ ତାହା ସମ୍ମୁଖରେ ଚୂର୍ଣ୍ଣ କରିବା
ଓ ତାହାର ଘୃଣାକାରୀମାନଙ୍କୁ ପରାସ୍ତ କରିବା।
24 ଆମ୍ଭେ ମନୋନୀତ ରାଜାଙ୍କୁ ସର୍ବଦା ପ୍ରେମ କରିବା
ଏବଂ ତାଙ୍କୁ ବିଜୟୀ କରିବା।
25 ଆମ୍ଭେ ସମୁଦ୍ର ଉପରେ ତାହାର କର୍ତ୍ତୃତ୍ୱ
ଓ ନଦୀସମୂହ ଉପରେ ତାହାର ନିୟନ୍ତ୍ରଣ ସ୍ଥାପନ କରାଇବା।
26 ସେ ଆମ୍ଭକୁ କହିବ, ‘ତୁମ୍ଭେ ମୋର ପିତା,
ତୁମ୍ଭେ ମୋର ପରମେଶ୍ୱର, ମୋର ଦୃଢ଼ ସୁରକ୍ଷାର ସ୍ଥାନ ଓ ମୋର ତ୍ରାଣକର୍ତ୍ତା।’
27 ଆମ୍ଭେ ତାଙ୍କୁ ଆମ୍ଭର ପ୍ରଥମଜାତ ସନ୍ତାନ କରିବା।
ସେ ପୃଥିବୀର ଶକ୍ତିଶାଳୀ ରାଜା ହେବ।
28 ଆମ୍ଭେ ସର୍ବଦା ତାଙ୍କୁ ପ୍ରେମ କରିବା ଓ ତା’ ପ୍ରତି ବିଶ୍ୱସ୍ତ ରହିବା।
ଆମ୍ଭର ଚୁକ୍ତି ସର୍ବଦା ତା’ଠାରେ ରଖିବା, ତାହା କେବେ ଶେଷ ହେବ ନାହିଁ।
29 ଆମ୍ଭେ ତାର ବଂଶକୁ ନିତ୍ୟସ୍ଥାୟୀ ବିରାଜମାନ କରିବା
ଓ ତା’ର ସିଂହାସନ ଆକାଶ ଥିବା ପର୍ଯ୍ୟନ୍ତ ରହିବ।
30 ଯଦି ବଂଶଧରଗଣ ଆମ୍ଭ ବ୍ୟବସ୍ଥା ପରିତ୍ୟାଗ କରନ୍ତି
ଓ ଆମ୍ଭର ଆଜ୍ଞା ଅନୁସରଣ ନ କରନ୍ତି, ଆମ୍ଭେ ସେମାନଙ୍କୁ ଦଣ୍ଡ ଦେବା।
31 ଯଦି ସେମାନେ ମୋ’ ନିୟମ ଭଙ୍ଗ କରନ୍ତି
ଏବଂ ମୋ’ ଆଜ୍ଞା ନ ପାଳନ୍ତି,
32 ତେବେ ଆମ୍ଭେ ଲୌହ ନିର୍ମିତ ବାଡ଼ିରେ ସେମାନଙ୍କ ଅପରାଧ
ଓ ପ୍ରହାର ଦ୍ୱାରା ସେମାନଙ୍କୁ କଠୋର ଦଣ୍ଡ ଦେବା।
33 ମାତ୍ର ସେମାନଙ୍କୁ ଦାଉଦଙ୍କ ପ୍ରେମଠାରୁ ବଞ୍ଚିତ କରିବା ନାହିଁ।
ଆମ୍ଭେ ସେମାନଙ୍କ ପ୍ରତି ଚିରଦିନ ବିଶ୍ୱସ୍ତ ରହିବା।
34 ଆମ୍ଭେ ଦାଉଦଙ୍କ ସହିତ କରିଥିବା ଚୁକ୍ତିକୁ ଲଙ୍ଘନ କରିବା ନାହିଁ
କିଅବା ଚୁକ୍ତିର ପରିବର୍ତ୍ତନ କରିବା ନାହିଁ।
35 ଆମ୍ଭେ ଆପଣା ପ୍ରବିତ୍ରତା ଦ୍ୱାରା ସାକ୍ଷୀରଖି ଆମ୍ଭେ ଦାଉଦ ନିକଟରେ ଏକ ବିଶେଷ ପ୍ରତିଜ୍ଞା କରିଥିଲୁ।
ତେଣୁ ଆମ୍ଭେ ଦାଉଦ ପ୍ରତି ଆପଣା ପ୍ରତିଜ୍ଞା ଭଙ୍ଗ କରିବା ନାହିଁ।
36 ଦାଉଦର ବଂଶ ସଦାକାଳ ରହିବ।
ଦାଉଦର ସିଂହାସନ ସୂର୍ଯ୍ୟ ଥିବା ପର୍ଯ୍ୟନ୍ତ ରହିବ।
37 ଏହା ଚନ୍ଦ୍ରପରି ଚିରଦିନ ଗ୍ଭଲୁ ରହିବ।
ଏହା ଆକାଶପରି ଚିରଦିନ ପାଇଁ ରହିବ।”
ଯୀଶୁ ଖ୍ରୀଷ୍ଟଙ୍କଠାରେ ଏକ ହେବା
11 ତୁମ୍ଭେମାନେ ଅଣଯିହୂଦୀରୂପେ ଜନ୍ମ ଗ୍ରହଣ କରିଥିଲ। ତୁମ୍ଭମାନଙ୍କୁ ଯିହୂଦୀମାନେ “ଅସୁନ୍ନତ” ବୋଲି କହନ୍ତି। ସେମାନେ ନିଜକୁ “ସୁନ୍ନତ” [a] ବୋଲି କହନ୍ତି। ଏହା ଏକ କାର୍ଯ୍ୟ, ଯାହାକୁ କି ସେମାନେ ନିଜ ଶରୀର ଉପରେ କରିଥା’ନ୍ତି। 12 ମନେରଖ, ତୁମ୍ଭେମାନେ ପୂର୍ବରୁ ଖ୍ରୀଷ୍ଟବିହୀନ ଥିଲ। ତୁମ୍ଭେମାନେ ଇସ୍ରାଏଲର ନାଗରିକ ନ ଥିଲ। ତେଣୁ ପରମେଶ୍ୱର ତାହାଙ୍କ ଲୋକମାନଙ୍କ ସହିତ କରିଥିବା ପ୍ରତିଜ୍ଞା ଯୁକ୍ତ ନିୟମ ତୁମ୍ଭେ ପ୍ରାପ୍ତ ହୋଇ ନ ଥିଲ। ତୁମ୍ଭର ଆଉ କିଛି ଆଶା ଭରସା ନ ଥିଲା, କି ତୁମ୍ଭେ ପରମେଶ୍ୱରଙ୍କୁ ଜାଣି ନ ଥିଲ। 13 ସେତେବେଳେ ତୁମ୍ଭେମାନେ ପରମେଶ୍ୱରଙ୍କଠାରୁ ଦୂରରେ ଥିଲ। କିନ୍ତୁ ଏବେ ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସ ଥିବା ହେତୁ ତୁମ୍ଭେ ତାଙ୍କର ନିକଟବର୍ତ୍ତୀ ହୋଇଛ। ଖ୍ରୀଷ୍ଟଙ୍କର ରକ୍ତ ଦ୍ୱାରା ତୁମ୍ଭେ ପରମେଶ୍ୱରଙ୍କର ନିକଟତର ହୋଇଛ।
14 ଖ୍ରୀଷ୍ଟଙ୍କ ହେତୁ ଆମ୍ଭେ ଏବେ ଶାନ୍ତିରେ ଅଛୁ। ଖ୍ରୀଷ୍ଟ ଯିହୂଦୀ ଓ ଅଣଯିହୂଦୀମାନଙ୍କୁ ଏକାଠି କଲେ। ଦୁହିଁଙ୍କ ମଝିରେ କାନ୍ଥଟିଏ ଥିଲା ଭଳି ସେମାନେ ଅଲଗା ଥିଲେ। ସେମାନେ ପରସ୍ପରକୁ ଘୃଣା କରୁଥିଲେ। କିନ୍ତୁ ନିଜ ଶରୀରକୁ ଉତ୍ସର୍ଗ କରି ଖ୍ରୀଷ୍ଟ ସେହି ଘୃଣାର କାନ୍ଥଟିକୁ ଭାଙ୍ଗି ଦେଲେ। 15 ଯିହୂଦୀମାନଙ୍କ ବ୍ୟବସ୍ଥାରେ ଅନେକ ଗୁଡ଼ିଏ ଆଦେଶ ଓ ନିୟମାବଳୀ ଥିଲା, କିନ୍ତୁ ଯୀଶୁ ଖ୍ରୀଷ୍ଟ ସେ ବ୍ୟବସ୍ଥାଟିକୁ ସମାପ୍ତ କଲେ। ଖ୍ରୀଷ୍ଟଙ୍କ ଉଦ୍ଦେଶ୍ୟ ଥିଲା, ଏହି ଦୁଇଦଳର ଲୋକଙ୍କୁ ଏକାଠି କରି ତାହାଙ୍କଠାରେ ନୂତନ ଲୋକ କରାଇବା। ଏହା ଦ୍ୱାରା ଯୀଶୁ ଯେପରି ଶାନ୍ତି ସ୍ଥାପନ କରି ପାରନ୍ତି। 16 କ୍ରୁଶ ଉପରେ ମୃତ୍ୟୁବରଣ କରି ସେ ଦୁଇ ଦଳ ଭିତରେ ଥିବା ଏହି ଘୃଣାକୁ ସମାପ୍ତ କଲେ। ସେହି ଦୁଇଟି ଦଳକୁ ଗୋଟିଏ ଶରୀରରେ ପରିଣତ କରିବା ପରେ ଖ୍ରୀଷ୍ଟ ସେମାନଙ୍କୁ ପରମେଶ୍ୱରଙ୍କ ସହିତ ମିଳିତ କରାଇବା ପାଇଁ ଗ୍ଭହିଁଲେ। 17 ଖ୍ରୀଷ୍ଟ କ୍ରୁଶରେ ଆପଣା ମୃତ୍ୟୁ ଦ୍ୱାରା ଏହା ସାଧନ କଲେ। ତୁମ୍ଭେମାନେ ଦୂରରେ ଥିଲ ଯେ, ଖ୍ରୀଷ୍ଟ ଆସି ତୁମ୍ଭମାନଙ୍କ ନିକଟରେ ଶାନ୍ତି ପ୍ରଗ୍ଭର କଲେ। 18 କାରଣ ଖ୍ରୀଷ୍ଟଙ୍କ ମାଧ୍ୟମରେ ହିଁ, ଏକ ଆତ୍ମା ହୋଇ ପରମପିତା ପାଖକୁ ଯିବାର ଅଧିକାର ଆମ୍ଭକୁ ମିଳିଲା।
19 ଅତଏବ ତୁମ୍ଭେମାନେ ଏବେ ବିଦେଶୀ ଅବା ଅପରିଚିତ ବ୍ୟକ୍ତି ନୁହଁ ମାତ୍ର ତୁମ୍ଭେ ପରମେଶ୍ୱରଙ୍କ ପବିତ୍ର ଲୋକଙ୍କ ସହିତ ସହନାଗରିକ ଓ ପରମେଶ୍ୱରଙ୍କ ନିଜ ପରିବାରର ଲୋକ ଅଟ। 20 ପ୍ରେରିତ ଓ ଭବିଷ୍ୟଦ୍ବକ୍ତାମାନଙ୍କ ମୂଳଦୁଆ ଉପରେ ତୁମ୍ଭେ ନିଜେ ଏକ ଭବନ ହୋଇ ଠିଆ ହୋଇଛ। ପରମେଶ୍ୱର ତା’ର ମାଲିକ ଅଟନ୍ତି। ଖ୍ରୀଷ୍ଟ ଯୀଶୁ ସେହି ଭବନର କୋଣର ପ୍ରଧାନ ପଥର ଅଟନ୍ତି। 21 ସମ୍ପୂର୍ଣ୍ଣ ଭବନଟି ଖ୍ରୀଷ୍ଟଙ୍କଠାରେ ପରସ୍ପର ସହିତ ସଂଯୁକ୍ତ ହୋଇ ନିର୍ମାଣ ହୋଇଛି। ଖ୍ରୀଷ୍ଟ ସେ ଭବନକୁ ପ୍ରଭୁଙ୍କଠାରେ ଗୋଟିଏ ପବିତ୍ର ମନ୍ଦିର ହେବା ପାଇଁ ବୃଦ୍ଧି କରାଉଛନ୍ତି। 22 ଯୀଶୁ ଖ୍ରୀଷ୍ଟଙ୍କଠାରେ ତୁମ୍ଭେମାନେ ଅନ୍ୟମାନଙ୍କ ସହିତ ଏକତ୍ର ନିର୍ମିତ ହେଉଅଛ। ତୁମ୍ଭେମାନେ ଏପରି ଗୋଟିଏ ମନ୍ଦିର ରୂପେ ନିର୍ମିତ ହେଉଛ, ଯେଉଁଠାରେ ଆତ୍ମାଙ୍କ ମାଧ୍ୟମରେ ପରମେଶ୍ୱର ବାସ କରନ୍ତି।
ଯୀଶୁ ପାଞ୍ଚ ହଜାରରୁ ଅଧିକ ଲୋକଙ୍କୁ ଖୁଆଇଲେ(A)
30 ଯେଉଁ ପ୍ରେରିତମାନଙ୍କୁ ଯୀଶୁ ପଠାଇଥିଲେ, ସେମାନେ ଫେରି ଆସିଲେ। ସେମାନେ ଯୀଶୁଙ୍କ ଗ୍ଭରିପଟେ ଏକାଠି ହୋଇ ସେମାନେ ଯାହାସବୁ କରିଥିଲେ ଓ ଲୋକଙ୍କୁ ଯାହାସବୁ ଶିକ୍ଷା ଦେଇଥିଲେ, ସେ ସବୁ ତାହାଙ୍କୁ କହିଲେ। 31 ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ବହୁତ ଗହଳି ସ୍ଥାନରେ ଥିଲେ। ସେଠାରେ ବହୁତ ଲୋକ ଥିଲେ। ତେଣୁ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ସେଠାରେ ଖାଇବାକୁ ମଧ୍ୟ ଟିକିଏ ସମୟ ପାଉ ନ ଥିଲେ। ଯୀଶୁ ଶିଷ୍ୟମାନଙ୍କୁ କହିଲେ, “ତୁମ୍ଭେମାନେ ମୋ’ ସହିତ ଗୋଟିଏ ନିର୍ଜନ ସ୍ଥାନକୁ ଗ୍ଭଲ ଓ ସେଠାରେ ଆମ୍ଭେ ଟିକେ ବିଶ୍ରାମ ନେବା।”
32 ତେଣୁ ସେମାନେ ଗୋଟିଏ ଡଙ୍ଗାରେ ବସି ଗୋଟିଏ ନିର୍ଜନ ସ୍ଥାନକୁ ଗ୍ଭଲିଗଲେ। 33 କିନ୍ତୁ ବହୁତ ଲୋକ ସେମାନଙ୍କୁ ଗ୍ଭଲି ଯାଉଥିବାର ଦେଖିଲେ ଓ ଚିହ୍ନି ମଧ୍ୟ ପାରିଲେ। ତେଣୁ ସମସ୍ତ ନଗରରୁ ଲୋକେ ସ୍ଥଳପଥ ଦେଇ ଯୀଶୁଙ୍କ ଯାଉଥିବା ସ୍ଥାନରେ ଯାଇ ପହଞ୍ଚି ଗଲେ। ଯୀଶୁ ପହଞ୍ଚିବା ପୂର୍ବରୁ, ସେମାନେ ସେଠାରେ ପହଞ୍ଚିଗଲେ। 34 ଯୀଶୁ ଯେତେବେଳେ ସେଠାରେ ପହଞ୍ଚିଲେ, ସେ ଦେଖିଲେ ଯେ ବହୁତ ଲୋକ ଅପେକ୍ଷା କରିଛନ୍ତି। ଯୀଶୁ ସେମାନଙ୍କ ପାଇଁ ଦୁଃଖ ଅନୁଭବ କଲେ। କାରଣ ସେମାନେ ମେଷପାଳକ ବିହୀନ ଅରକ୍ଷିତ ମେଣ୍ଢାପଲ ଭଳି ଥିଲେ। ଯୀଶୁ ସେମାନଙ୍କୁ ଅନେକ ଉପଦେଶ ଦେଲେ।
ଯୀଶୁ ବହୁତ ଲୋକଙ୍କୁ ସୁସ୍ଥ କଲେ(A)
53 ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ହ୍ରଦପାରି ହୋଇ ଗିନ୍ନେସରତ୍ରେ ପହଞ୍ଚିଲେ। ସେମାନେ ଡଙ୍ଗାଟି ସେଠାରେ ବାନ୍ଧି ଦେଲେ। 54 ଡଙ୍ଗାରୁ ଓହ୍ଲେଇ ବାହାରକୁ ଆସିବା ପରେ ଲୋକମାନେ ଯୀଶୁଙ୍କୁ ଦେଖି ଚିହ୍ନି ପାରିଲେ। 55 ତା’ପରେ ସେମାନେ ଯୀଶୁ ଆସିଥିବା ଖବର ଲୋକଙ୍କୁ ଦେବା ପାଇଁ ସେ ଅଞ୍ଚଳର ପ୍ରତ୍ୟେକ ସ୍ଥାନକୁ ଦୌଡ଼ିଗଲେ। ଯୀଶୁ ଯେଉଁ ସ୍ଥାନକୁ ଗଲେ, ସେଠାରେ ଖବର ବ୍ୟାପିଗଲା ଓ ସେଠାକୁ ଲୋକମାନେ ରୋଗୀମାନଙ୍କୁ ଖଟିଆରେ ନେଇ ଆସିଲେ। 56 ଯୀଶୁ ସେ ଅଞ୍ଚଳର ନଗର, ଗାଁ ଓ ପୁରପଲ୍ଲୀ ଯେଉଁଆଡ଼େ ଗଲେ, ଲୋକେ ରୋଗୀମାନଙ୍କୁ ସେଠାକାର ହାଟ ବଜାରରେ ଥୋଇ ଦେଇ ତାହାଙ୍କୁ ଅନୁରୋଧ କରୁଥିଲେ, ଯେ ସେ ତାହାଙ୍କ ପିନ୍ଧା ଲୁଗାରୁ ଟିକିଏ ସେମାନଙ୍କୁ ଛୁଇଁ ଦେବାକୁ ସୁଯୋଗ ଦିଅନ୍ତୁ। ଯେଉଁମାନେ ତାହାଙ୍କୁ ଛୁଇଁ ପାରିଲେ, ସେମାନେ ସମସ୍ତେ ସୁସ୍ଥ ହୋଇଗଲେ।
2010 by World Bible Translation Center