Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 61

ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଦାଉଦଙ୍କର ଏକ ଗୀତ।

61 ପରମେଶ୍ୱର, ସାହାଯ୍ୟ ପାଇଁ ମୋର କ୍ରନ୍ଦନ ଶୁଣ।
    ମୋର ପ୍ରାର୍ଥନାରେ ମନୋଯୋଗ କର।
ମୁଁ ଯେତେବେଳେ ଭୟଭୀତ ହୁଏ,
    ପୃଥିବୀର ଶେଷ ପ୍ରାନ୍ତରୁ ମୁଁ ତୁମ୍ଭକୁ ଡାକେ।
ତୁମ୍ଭେ ମୋତେ ଉଚ୍ଚସ୍ଥାନରେ ଥିବା
    ନିରାପଦ ସ୍ଥାନକୁ ନେଇଯାଅ।
ତୁମ୍ଭେ ମୋର ନିରାପଦ ଆଶ୍ରୟସ୍ଥଳୀ!
    ମୋର ଶତ୍ରୁମାନଙ୍କ କବଳରୁ ରକ୍ଷା କରୁଥିବା ତୁମ୍ଭେ ହିଁ ମୋର ଉଚ୍ଚ ଦୁର୍ଗ।
ମୁଁ ଚିରଦିନ ତୁମ୍ଭ ତମ୍ବୁରେ ବାସ କରିବାକୁ ଗ୍ଭହେଁ।
    ମୁଁ ତୁମ୍ଭ ପକ୍ଷର ଛାୟାରେ ଆଶ୍ରୟ ନେବି।

ହେ ପରମେଶ୍ୱର, ତୁମ୍ଭେ ଶୁଣିଛ ମୁଁ ତୁମ୍ଭକୁ କ’ଣ ଦେବା ପାଇଁ ପ୍ରତିଜ୍ଞା କରିଛି।
    ଯେଉଁମାନେ ତୁମ୍ଭକୁ ସମ୍ମାନ କରନ୍ତି, ସେମାନଙ୍କୁ ସର୍ବଦା ତୁମ୍ଭେ ଯାହା ଦିଅ, ତାହା ତୁମ୍ଭେ ମୋତେ ଦେଲ।
ତୁମ୍ଭେ ରାଜାଙ୍କୁ ଦୀର୍ଘ ଜୀବନ ପ୍ରଦାନ କର।
    ତାଙ୍କୁ ଚିରଦିନ ପାଇଁ ବଞ୍ଚିବାକୁ ଦିଅ।
ସେ ପରମେଶ୍ୱରଙ୍କ ଆଶୀର୍ବାଦରେ ଚିରଦିନ ବାସ କରିବେ।
    ଆପଣାର ସତ୍ୟତା ଓ ସ୍ନେହପୂର୍ଣ୍ଣ କରୁଣାନୁସାରେ ତାଙ୍କୁ ରକ୍ଷା କର।
ଏବଂ ମୁଁ ସର୍ବଦା ତୁମ୍ଭ ନାମର ପ୍ରଶଂସା ଗାନ କରିବି
    ଓ ପ୍ରତ୍ୟେକ ଦିନ, ମୁଁ ମୋର ପ୍ରତିଜ୍ଞା ପାଳନ କରିବି।

ଶାମୁୟେଲଙ୍କ ଦ୍ୱିତୀୟ ପୁସ୍ତକ 8

ଦାଉଦ ଅନେକ ଯୁଦ୍ଧରେ ବିଜୟ ହେଲେ

ଏହା ପରେ ଦାଉଦ ପଲେଷ୍ଟୀୟମାନଙ୍କୁ ପରାସ୍ତ କଲେ ଓ ସେମାନଙ୍କଠାରୁ ତାଙ୍କ ରାଜଧାନୀର କର୍ତ୍ତୃତ୍ୱ ନେଲେ। ଦାଉଦ ମଧ୍ୟ ମୋୟାବକୁ ପରାସ୍ତ କଲେ। ସେ ସେମାନଙ୍କୁ ଭୂମିରେ ପଡ଼ି ରହିବା ପାଇଁ ବାଧ୍ୟ କଲେ, ସେ ସେମାନଙ୍କୁ ଏକ ଦଉଡ଼ି ଦ୍ୱାରା ଦୁଇ ଦଳରେ ବିଭକ୍ତ କଲେ। ଦୁଇ ଧାଡ଼ିର ପୁରୁଷ ଲୋକମାନଙ୍କୁ ହତ୍ୟା କରାଗଲା, କିନ୍ତୁ ତୃତୀୟ ଧାଡ଼ିଟିକୁ ଜୀବନ୍ତ ଛାଡ଼ି ଦିଆଗଲା। ତା’ପରେ ମୋୟାବୀୟମାନେ ଦାଉଦଙ୍କର ସେବକ ହେଲେ ଓ ତାକୁ କର ଦେଲେ।

ସୋବାରର ରାଜା ରହୋବର ପୁତ୍ର, ହଦଦେଷର ଫରାତ୍ ନଦୀ ନିକଟରେ ନିଜର ରାଜ୍ୟ ପୁନର୍ବାର ହସ୍ତଗତ କରିବାକୁ ଯିବା ସମୟରେ ଦାଉଦ ତାହାକୁ ପରାସ୍ତ କଲେ। ଦାଉଦ ତା’ଠାରୁ 1700 ଅଶ୍ୱାରୋହୀ ଏବଂ 20,000 ପଦାତିକ ସୈନ୍ୟ ନେଲେ। ଦାଉଦ 100ଟି ଅଶ୍ୱ ରଖିଲେ କିନ୍ତୁ ସେ ଅନ୍ୟ ଅଶ୍ୱଗୁଡ଼ିକୁ ପଙ୍ଗୁ କରିଦେଲେ।

ଦମ୍ମେଶକର ଅରାମୀୟମାନେ ସୋବାର ହଦଦେଷର ରାଜାଙ୍କୁ ସାହାଯ୍ୟ କରିବାକୁ ଆସିଲେ। କିନ୍ତୁ ଦାଉଦ ସେହି 22,000 ଅରାମୀୟମାନଙ୍କୁ ପରାସ୍ତ କଲେ। ତା’ପରେ ଦାଉଦ ଦମ୍ମେଶକର ଅରାମ ସୀମାରେ ସୈନ୍ୟଦଳମାନଙ୍କୁ ମୁତୟନ କଲେ। ଏବଂ ଅରାମୀୟମାନେ ଦାଉଦଙ୍କର ସେବକ ହୋଇଗଲେ। ସେମାନେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ। ଏହିଭଳି ଭାବରେ ଦାଉଦ ଯେଉଁ ଆଡ଼କୁ ଗଲେ ସଦାପ୍ରଭୁ ତାଙ୍କୁ ବିଜୟୀ କଲେ।

ଦାଉଦ ହଦଦେଷର ଅଧିକାରୀମାନଙ୍କ ପାଖରେ ଥିବା ସୁବର୍ଣ୍ଣ ଢାଲଗୁଡ଼ିକ ଛଡ଼ାଇ ଆଣିଲେ। ଦାଉଦ ସେହି ସୁବର୍ଣ୍ଣ ଢାଲଗୁଡ଼ିକ ଯିରୁଶାଲମକୁ ନେଇ ଆସିଲେ। ଦାଉଦ ମଧ୍ୟ ହଦଦେଷର ସହର ବେଟହ ଓ ବେରୋଥାରୁ ବହୁତ ଦ୍ରବ୍ୟ ଓ ଅପାର ପିତ୍ତଳ ନେଇ ଆସିଲେ।

ହମାତର ରାଜା ତୋହି ଶୁଣିବାକୁ ପାଇଲେ ଯେ ଦାଉଦ ହଦଦେଷର ସମସ୍ତ ସୈନ୍ୟମାନଙ୍କୁ ପରାସ୍ତ କରିଛନ୍ତି। 10 ତେଣୁ ତୋହି ତାଙ୍କର ପୁତ୍ର ଯୋରାମକୁ ରାଜା ଦାଉଦଙ୍କୁ ଅଭ୍ୟର୍ଥନା କରିବା ପାଇଁ ଓ ଯୁଦ୍ଧରେ ହଦଦେଷର ବିରୁଦ୍ଧରେ ଜୟଲାଭ କରିଥିବାରୁ ଶୁଭେଚ୍ଛା ଜଣାଇବା ପାଇଁ ପଠାଇଲେ। ପୂର୍ବରୁ ହଦଦେଷର ତୋହି ସହିତ ଯୁଦ୍ଧରେ ରତ ଥିଲେ। ଯୋରାମ ନିଜ ସଙ୍ଗରେ ସୁନା, ରୂପା ଓ ପିତ୍ତଳ ଉପହାରମାନ ମଧ୍ୟ ଆଣିଥିଲେ। 11 ଦାଉଦ ସେସବୁ ଦ୍ରବ୍ୟକୁ ଗ୍ରହଣ କଲେ ଓ ସଦାପ୍ରଭୁଙ୍କୁ ସେଗୁଡ଼ିକୁ ଅର୍ପଣ କଲେ। ସେ ସେଗୁଡ଼ିକୁ ଅନ୍ୟ ସୁନା, ରୂପାର ଦ୍ରବ୍ୟ ପାଖରେ ରହିଲେ, ଯାହା ସେ ସଦାପ୍ରଭୁଙ୍କୁ ଅର୍ପଣ କଲେ। ଦାଉଦ ସେଗୁଡ଼ିକୁ ଯେଉଁ ଦେଶକୁ ପରାସ୍ତ କରୁଥିଲେ, ସେହି ଦେଶରୁ ଦ୍ରବ୍ୟମାନ ଆଣୁଥିଲେ। 12 ଦାଉଦ ଅରାମ, ମୋୟାବ, ଅମ୍ମୋନ, ପଲେଷ୍ଟୀୟ, ଅମାଲେକୀୟ ଏବଂ ସେ ମଧ୍ୟ ସୋବାର ରାଜା ରେହବର ପୁତ୍ର ହଦଦେଷରକୁ ପରାସ୍ତ କରିଥିଲେ। 13 ଦାଉଦ ଲବଣ ନାମକ ଉପତ୍ୟକାରେ ଅରାମୀୟମାନଙ୍କର 18,000 ସୈନ୍ୟଙ୍କୁ ବଧ କରିଥିଲେ ଓ ସେ ଯେତେବେଳେ ଘରକୁ ଫେରିଲେ ସେତେବେଳେ ବହୁତ ଖ୍ୟାତି ଅର୍ଜ୍ଜନ କରିଥିଲେ। 14 ଦାଉଦ ଦୁର୍ଗ ରକ୍ଷକ ସେନାଙ୍କୁ ଇଦୋମରେ ମୁତୟନ କଲେ। ସେ ଇଦୋମ ସାରା ବହୁତ ଦୁର୍ଗ ରକ୍ଷକ ସେନାଙ୍କୁ ମୁତୟନ କଲେ। ସମସ୍ତ ଇଦୋମୀୟଗଣ ଦାଉଦଙ୍କର ଦାସ ହେଲେ। ଦାଉଦ ଯେଉଁଠିକି ଗଲେ ସଦାପ୍ରଭୁ ତାଙ୍କୁ ବିଜୟୀ କଲେ।

ଦାଉଦଙ୍କର ଶାସନ

15 ଦାଉଦ ସମଗ୍ର ଇସ୍ରାଏଲ ଉପରେ ରାଜତ୍ୱ କଲେ। ଦାଉଦ ମଧ୍ୟ ନିଜର ସମସ୍ତ ଲୋକମାନଙ୍କ ପ୍ରତି ସୁବିଗ୍ଭର କଲେ। 16 ସରୁୟାର ପୁତ୍ର ଯୋୟାବ ସୈନ୍ୟମାନଙ୍କ ଉପରେ ପ୍ରଧାନ ଥିଲା, ଅହୀଟୂବର ପୁତ୍ର ଯିହୋଶାଫଟ୍ ମଧ୍ୟ ଇତିହାସ ଲେଖକ ଥିଲେ। 17 ଅହୀଟୂବର ପୁତ୍ର ସାଦୋକ୍ ଓ ଅବିୟାଥରର ପୁତ୍ର ଅହୀମେଲକ ଯାଜକ ଥିଲେ। ସରାୟ ଲେଖକ ଥିଲେ। 18 ଯିହୋୟାଦାର ପୁତ୍ର ବନାୟ କରେଥୀୟ ଓ ପଲେଥୀୟମାନଙ୍କ ଦାୟିତ୍ୱରେ ଥିଲେ। ଏବଂ ଦାଉଦଙ୍କର ପୁତ୍ରମାନେ ମହତ୍ତ୍ୱପୂର୍ଣ୍ଣ ନେତୃବର୍ଗ [a] ଥିଲେ।

ପ୍ରେରିତମାନଙ୍କ କାର୍ଯ୍ୟର ବିବରଣ 20:17-38

ପାଉଲଙ୍କର ଏଫିସ ନଗରର ପ୍ରାଚୀନ ଲୋକଙ୍କ ସହିତ କଥାବାର୍ତ୍ତା

17 ପାଉଲ ମୀଲୀତଠାରୁ ଏଫିସକୁ ଲୋକ ପଠାଇ ମଣ୍ଡଳୀର ପ୍ରାଚୀନମାନଙ୍କୁ ଡକାଇଲେ।

18 ସେ ସେମାନଙ୍କୁ ଆସି ପହଞ୍ଚିବା ପରେ କହିଲେ, “ମୁଁ ଏସିଆରେ ପହଞ୍ଚିବାର ପ୍ରଥମ ଦିନଠାରୁ ତୁମ୍ଭମାନଙ୍କ ପାଖରେ ଅଛି। ତୁମ୍ଭମାନଙ୍କ ସହିତ ରହିଲା ବେଳେ ମୁଁ କିଭଳି ଜୀବନଯାପନ କରିଛି, ତାହା ତୁମ୍ଭେମାନେ ଜାଣ। 19 ଯିହୂଦୀମାନେ ମୋ’ ବିରୁଦ୍ଧରେ ବହୁତ ଷଡ଼ଯନ୍ତ୍ର କରିଛନ୍ତି। ସେମାନେ ମୋତେ ବହୁତ ଅସୁବିଧାରେ ପକାଇଛନ୍ତି। ତଥାପି ମୁଁ ସମ୍ପୂର୍ଣ୍ଣ ନମ୍ରତାର ସହିତ ଅଶ୍ରୁପାତ କରି ପ୍ରଭୁଙ୍କର ସେବା କରିଛି। 20 ଯେଉଁସବୁ ବିଷୟ ତୁମ୍ଭମାନଙ୍କ ନିମନ୍ତେ ମଙ୍ଗଳଜନକ, ସେହିସବୁ ତୁମ୍ଭମାନଙ୍କ ନିକଟରେ ମୁଁ ବିନା ସଙ୍କୋଚରେ ପ୍ରଗ୍ଭର କରିଛି। ଜନସାଧାରଣଙ୍କ ସାମନାରେ ଓ ଘରେ ଘରେ ବୁଲି ମୁଁ ତୁମ୍ଭମାନଙ୍କୁ ଉପଦେଶ ଦେଇଛି। 21 ମୁଁ ଯିହୂଦୀ ଓ ଗ୍ରୀକ ଏବଂ ସମସ୍ତ ଲୋକମାନଙ୍କୁ ମନ ପରିବର୍ତ୍ତନ କରି ପରମେଶ୍ୱରଙ୍କ ନିକଟକୁ ଆସିବା ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କଠାରେ ବିଶ୍ୱାସ କରିବା ନିମନ୍ତେ ଚେତାଇ ଦେଇଅଛି।

22 “କିନ୍ତୁ ମୁଁ ବର୍ତ୍ତମାନ ପବିତ୍ରଆତ୍ମାଙ୍କର ବାଧ୍ୟ ହୋଇ ଯିରୁଶାଲମକୁ ଯାଉଛି। ମୁଁ ଜାଣି ନାହିଁ, ମୋର ସେଠାରେ କ’ଣ ହେବ। 23 ମୋତେ ପବିତ୍ରଆତ୍ମା ଜଣାଉଅଛନ୍ତି ଯେ ପ୍ରତି ନଗରରେ ମୁଁ କାରାବରଣ ଓ ଅସୁବିଧା ଭୋଗ କରିବି। 24 କିନ୍ତୁ, ମୁଁ ପ୍ରଭୁ ଯୀଶୁଙ୍କଠାରୁ ପରମେଶ୍ୱରଙ୍କ ଅନୁଗ୍ରହଜନକ ସୁସମାଗ୍ଭର ଘୋଷଣା କରିବାର ଯେଉଁ କାର୍ଯ୍ୟ ଓ ସେବା ପଦ ପାଇଅଛି, ତାହା ସମ୍ପୂର୍ଣ୍ଣ କରିବା ନିମନ୍ତେ ପ୍ରାଣପଣେ ଚେଷ୍ଟା କରୁଛି। ଏଥିପାଇଁ ମୋ’ ନିଜର ଜୀବନକୁ ନିତାନ୍ତ ମୂଲ୍ୟହୀନ ମଣୁଅଛି।

25 “ମୁଁ ଯେଉଁମାନଙ୍କ ନିକଟରେ ପରମେଶ୍ୱରଙ୍କ ରାଜ୍ୟ ବିଷୟରେ ଘୋଷଣା କରିଥିଲି, ଅର୍ଥାତ୍ ତୁମ୍ଭେମାନେ, ତୁମ୍ଭମାନଙ୍କ ମଧ୍ୟରୁ କେହିହେଲେ ବର୍ତ୍ତମାନଠାରୁ ମୋତେ ଆଉ କେବେ ହେଲେ ଦେଖିବାକୁ ପାଇବ ନାହିଁ, ଏହା ମୁଁ ଜାଣେ। 26 ତେଣୁ ମୁଁ ଆଜି ତୁମ୍ଭକୁ ଗୋଟିଏ କଥା କହୁଛି। ମୁଁ ତୁମ୍ଭମାନଙ୍କର ରକ୍ତପାତ ଦୋଷର ସମ୍ପୂର୍ଣ୍ଣ ନିର୍ଦ୍ଦୋଷ ଅଟେ। 27 କାରଣ ମୁଁ ତୁମ୍ଭମାନଙ୍କୁ ଆଗରେ ପରମେଶ୍ୱରଙ୍କର ସମସ୍ତ ଇଚ୍ଛା ବିନା ସଙ୍କୋଚରେ ଜଣାଇ ସାରିଛି। 28 ତେଣୁ ତୁମ୍ଭେମାନେ ସମସ୍ତେ ନିଜେ ନିଜେ ସାବଧାନ ରୁହ। ପୁଣି ପବିତ୍ରଆତ୍ମା ଯେଉଁ ମେଷପଲ ଉପରେ ତୁମ୍ଭମାନଙ୍କୁ ମେଷପାଳକ ରୂପେ ନିଯୁକ୍ତ କରିଅଛନ୍ତି, ସେମାନଙ୍କ ବିଷୟରେ ସତର୍କ ରୁହ; ଓ ଯେଉଁ ମଣ୍ଡଳୀକୁ ପରମେଶ୍ୱର ଆପଣା ରକ୍ତରେ କ୍ରୟ କରିଅଛନ୍ତି ତାହାର ଯତ୍ନ ନିଅ। 29 ମୁଁ ଜାଣେ, ମୋ’ ଗଲାପରେ ଜଙ୍ଗଲୀ ଗଧିଆ ତୁମ୍ଭମାନଙ୍କ ମଧ୍ୟକୁ ଆସିବେ। ସେମାନେ ଏହି ମେଷ ପଲକୁ ନଷ୍ଟ କରିବା ପାଇଁ ଚେଷ୍ଟା କରିବେ। 30 ଏପରିକି ତୁମ୍ଭମାନଙ୍କ ଭିତରୁ ମଧ୍ୟ କେତେଜଣ ଲୋକ ବାହାରିବେ ଓ ଭୁଲ୍ କଥା ଉପଦେଶ ଦେଇ ଶିଷ୍ୟମାନଙ୍କୁ ନିଜ ଆଡ଼କୁ ଆକର୍ଷିତ କରିବେ। 31 ତେଣୁ ତୁମ୍ଭେମାନେ ସାବଧାନ ହୋଇ ରୁହ। ତୁମ୍ଭେମାନେ ମନେପକାଅ ଯେ, ମୁଁ ତିନି ବର୍ଷ ପର୍ଯ୍ୟନ୍ତ ତୁମ୍ଭମାନଙ୍କ ପାଖରେ ରହି ଆଖିର ଲୁହରେ ପ୍ରତ୍ୟେକଙ୍କୁ ଦିନରାତି ସତର୍କବାଣୀ ଶୁଣାଇ ଥିଲି।

32 “ବର୍ତ୍ତମାନ ମୁଁ ତୁମ୍ଭମାନଙ୍କୁ ପରମେଶ୍ୱରଙ୍କ ନିକଟରେ ଓ ତାହାଙ୍କ ଅନୁଗ୍ରହଜନକ ବାକ୍ୟ ନିକଟରେ ସମର୍ପଣ କରୁଅଛି। ଏହି ବାକ୍ୟ ହିଁ ତୁମ୍ଭମାନଙ୍କୁ ଶକ୍ତିଶାଳୀ କରିବ ଓ ପରମେଶ୍ୱର ତାହାଙ୍କର ସମସ୍ତ ପବିତ୍ର ଲୋକମାନଙ୍କୁ ଦେଇଥିବା ଅଧିକାର ତୁମ୍ଭମାନଙ୍କୁ ପ୍ରଦାନ କରିବେ। 33 ମୁଁ ଯେତେବେଳେ ତୁମ୍ଭମାନଙ୍କ ସହିତ ଥିଲି, ସେତେବେଳେ ମୁଁ କେବେ କାହାର ଟଙ୍କା ଓ ସୁନ୍ଦର ବସ୍ତ୍ର ପ୍ରତି ଲୋଭ ଦେଖାଇ ନାହିଁ। 34 ତୁମ୍ଭେମାନେ ଜାଣିଛ ଯେ, ମୁଁ ନିଜେ ମୋର ଓ ମୋ’ ସହିତ ରହିଥିବା ଲୋକମାନଙ୍କର ଆବଶ୍ୟକତା ପୂରଣ କରିବା ପାଇଁ ନିଜ ହାତରେ କାର୍ଯ୍ୟ କରିଛି। 35 ମୋର ସମସ୍ତ କାର୍ଯ୍ୟ ଦ୍ୱାରା ମୁଁ ତୁମ୍ଭମାନଙ୍କୁ ଏହି ଆଦର୍ଶ ଦେଖାଇଅଛି ଯେ, ଏହିପରି ପରିଶ୍ରମ କରି ଆମ୍ଭେ ଗରିବମାନଙ୍କୁ ସାହାଯ୍ୟ କରିବା ଉଚିତ୍। ଆମ୍ଭେ ସମସ୍ତେ ପ୍ରଭୁ ଯୀଶୁଙ୍କର ଏହି ବାକ୍ୟ ମନେ ରଖିବା ଉଚିତ୍ ଯେ, ‘ଗ୍ରହଣ କରିବା ଅପେକ୍ଷା ଦାନ ଦେବା ଅଧିକ ଶ୍ରେଷ୍ଠ ଅଟେ।’”

36 ଏ କଥା କହିବାପରେ ପାଉଲ ଆଣ୍ଠୁମାଡ଼ି ବସିଲେ ଓ ସମସ୍ତଙ୍କ ସହିତ ପ୍ରାର୍ଥନା କଲେ। 37 ସେମାନେ ସମସ୍ତେ ବହୁତ କାନ୍ଦିଲେ ଓ ପାଉଲଙ୍କୁ କୁଣ୍ଢେଇ ଧରି ଚୁମ୍ବନ ଦେଲେ। 38 ସେମାନେ ତାହାଙ୍କୁ ଆଉ ଦେଖି ପାରିବେ ନାହିଁ ବୋଲି ପାଉଲ କହିଥିବା କଥା ସେମାନଙ୍କୁ ବହୁତ ଦୁଃଖ ଦେଇଥିଲା। ସେମାନେ ସମସ୍ତେ ତାହାଙ୍କୁ ଜାହାଜ ପର୍ଯ୍ୟନ୍ତ ଛାଡ଼ିବାକୁ ଯାଇ ବିଦାୟ ଦେଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center