Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 14

ପ୍ରଧାନ ନିର୍ଦ୍ଦେଶକଙ୍କୁ ଦାଉଦଙ୍କ ଗୀତ।

14 ଏକ ମୂର୍ଖ ଲୋକ ନିଜ ହୃଦୟରେ କହେ, “ପରମେଶ୍ୱର ନାହାନ୍ତି।”
    ସେହି ମୂର୍ଖମାନେ ଭ୍ରଷ୍ଟ ଓ ସେମାନେ ଘୃଣାଯୋଗ୍ୟ କାର୍ଯ୍ୟ କରନ୍ତି।
    ସେମାନଙ୍କ ମଧ୍ୟରେ ଉତ୍ତମ କାର୍ଯ୍ୟ କରିଥିବା ଲୋକ କେହି ନାହାନ୍ତି।

ସଦାପ୍ରଭୁ ସ୍ୱର୍ଗରୁ ଥାଇ ତଳକୁ ଦୃଷ୍ଟି ନିକ୍ଷେପ କରି ଦେଖନ୍ତି ଯେ,
    ଯଦି କେହି ଜ୍ଞାନୀ ଲୋକ ତାଙ୍କ ଅନୁରକ୍ତ ଅଛନ୍ତି ନା ନାହିଁ।
    ବିଜ୍ଞ ଲୋକମାନେ ସର୍ବଦା ପରମେଶ୍ୱରଙ୍କୁ ସହାୟତା ପାଇଁ ପ୍ରାର୍ଥନା କରନ୍ତି।
କିନ୍ତୁ ପ୍ରତ୍ୟେକ ମଣିଷ ଆଜି
    ପରମେଶ୍ୱରଙ୍କଠାରୁ ଦୂରେଇ ଯାଇଛନ୍ତି।
ସବୁ ମଣିଷ ଆଜି ଦୁଷ୍ଟ ମଣିଷରେ ପରିଣତ ହୋଇଛନ୍ତି।
    ଜଣେ ବି କେହି ଆଜି ଭଲ କାର୍ଯ୍ୟ କରୁଥିବା ଲୋକ ନାହାନ୍ତି।

ଦୁଷ୍ଟ ଲୋକମାନେ ମୋର ଅନେକ ଲୋକଙ୍କୁ ନଷ୍ଟ କରିଛନ୍ତି
    ଓ ସେହି ଦୁଷ୍ଟ ଲୋକମାନେ ପରମେଶ୍ୱରଙ୍କୁ ଜାଣନ୍ତି ନାହିଁ
    ଏବଂ ସଦାପ୍ରଭୁଙ୍କ ସମ୍ମୁଖୀନ ହୋଇ ପାରନ୍ତି ନାହିଁ।
5-6 ସେହି ଦୁଷ୍ଟ ଲୋକମାନେ ନିରୀହ ଲୋକର ଉପଦେଶକୁ ଶୁଣିବାକୁ ପ୍ରସ୍ତୁତ ନୁହନ୍ତି କାହିଁକି?
    କାରଣ ସେହି ନିରୀହ ଲୋକଟି ପରମେଶ୍ୱରଙ୍କ ଉପରେ ନିର୍ଭରଶୀଳ
କିନ୍ତୁ ପରମେଶ୍ୱର ସର୍ବଦା ଧାର୍ମିକ ଲୋକମାନଙ୍କ ମଧ୍ୟରେ ବାସ କରନ୍ତି।
    ତେଣୁ ଦୁଷ୍ଟ ଲୋକମାନେ ନିଶ୍ଚିତ ପରମେଶ୍ୱରଙ୍କୁ ଭୟ କରିବା ଉଚିତ୍।

ମୁଁ ଆଶାକରେ କେହି ଜଣେ ତାଙ୍କର ମନ୍ଦିରରୁ ସିୟୋନ ପର୍ବତ ଉପରକୁ ଆସନ୍ତା
    ଏବଂ ଇସ୍ରାଏଲକୁ ରକ୍ଷା କରନ୍ତା।
ସେତେବେଳେ ସଦାପ୍ରଭୁ ତାହଙ୍କର ଲୋକମାନଙ୍କୁ ପୁନର୍ବାର ଶକ୍ତିଶାଳୀ କରନ୍ତି,
    ତାହାହେଲେ ଯାକୁବ [a] ଆହ୍ଲାଦିତ ହେବ।
    ଇସ୍ରାଏଲ ବହୁତ ଖୁସୀ ହେବ।

ଶାମୁୟେଲଙ୍କ ଦ୍ୱିତୀୟ ପୁସ୍ତକ 10:1-5

ହାନୂନ୍ ଦାଉଦଙ୍କର ଲୋକଙ୍କୁ ଲଜ୍ଜିତ କଲେ

10 ଏହା ପରେ ଅମ୍ମୋନ ସନ୍ତାନଗଣର ରାଜା ମରିଗଲା ପରେ ତା’ର ପୁତ୍ର ହାନୂନ୍ ରାଜ ପଦରେ ଅଭିଷିକ୍ତ ହେଲା। ଦାଉଦ କହିଲେ, “ମୁଁ ହାନୂନ୍ ପ୍ରତି ବିଶେଷ କରୁଣା ପ୍ରକାଶ କରିବାକୁ ଯାଉଅଛି କାରଣ ତା’ର ପିତା ନାହଶ ମୋ’ ପ୍ରତି ବହୁତ ବିଶ୍ୱସ୍ତ ଓ ଦୟାବାନ ଥିଲା।” ତେଣୁ ତାକୁ ପିତୃ ଶୋକରୁ ସାନ୍ତ୍ୱନା ଦେବା ପାଇଁ ଦାଉଦ ନିଜର ପଦାଧିକାରୀ କର୍ମଗ୍ଭରୀମାନଙ୍କୁ ତାଙ୍କ ନିକଟକୁ ପଠାଇଲେ।

ସେମାନେ ଅମ୍ମୋନର ଭୂମିରେ ପହଞ୍ଚିଲେ। କିନ୍ତୁ ଅମ୍ମୋନୀୟ ଅଧିକାରୀଗଣ ହାନୂ‌‌ନ୍‌‌‌‌‌କୁ କହିଲେ, “ତୁମ୍ଭେ ଭାବୁଛ କି ତୁମ୍ଭକୁ ସାନ୍ତ୍ୱନା ଦେବା ପାଇଁ ଓ ତୁମ୍ଭର ପିତାଙ୍କୁ ସମ୍ମାନ ଦେବା ପାଇଁ ଏହି ଲୋକମାନଙ୍କୁ ଦାଉଦ ପଠାଇଛନ୍ତି? ଦାଉଦ ନଗରକୁ ଆକ୍ରମଣ କରିବା ପୂର୍ବରୁ ସେମାନଙ୍କୁ ନିରୀକ୍ଷଣ କରିବାକୁ ପଠାଇଛନ୍ତି।”

ଏଥିରେ ହାନୂନ୍ ଦାଉଦର କର୍ମଗ୍ଭରୀମାନଙ୍କର ଦାଢ଼ିର ଅଧେ କ୍ଷୌର କଲା ଓ ସେମାନଙ୍କ ଅଣ୍ଟାରୁ ତଳକୁ ଥିବା ବସ୍ତ୍ର କାଟି ଦେଲା। ତା’ପରେ ସେ ସେମାନଙ୍କୁ ବିଦା କଲା।

ଏହି ଲୋକମାନଙ୍କୁ ପରେ ଦାଉଦ କହିଲେ ଓ ସେ ସେମାନଙ୍କୁ ଭେଟିବା ପାଇଁ ପୁରୁଷମାନଙ୍କୁ ପଠାଇଲେ, କାରଣ ସେମାନେ ଅତି ଲଜ୍ଜିତ ହୋଇଥିଲେ। ରାଜା ସେମାନଙ୍କୁ କହିଲେ, “ତୁମ୍ଭର ଦାଢ଼ି ବଢ଼ିବା ପର୍ଯ୍ୟନ୍ତ ତୁମ୍ଭେମାନେ ଯିରୀହୋରେ ଥାଅ। ଏହା ପରେ ଯିରୁଶାଲମକୁ ଫେରି ଆସିବ।”

କଲସୀୟଙ୍କ ପ୍ରତି ପତ୍ର 1:9-14

ସେଥିପାଇଁ ଯେଉଁଦିନଠାରୁ ଆମ୍ଭେ ତୁମ୍ଭମାନଙ୍କ ବିଷୟରେ ଏହି କଥା ଶୁଣିଲୁ, ଆମ୍ଭେ ତୁମ୍ଭମାନଙ୍କ ପାଇଁ ନିରନ୍ତର ପ୍ରାର୍ଥନା କରୁଛୁ। ଆମ୍ଭେ ତୁମ୍ଭମାନଙ୍କ ପାଇଁ ପ୍ରାର୍ଥନା କରୁଛୁ:

ଯେପରି ପରମେଶ୍ୱର ଇଚ୍ଛା କରୁଥିବା ବିଷୟ ଗୁଡ଼ିକ ତୁମ୍ଭେମାନେ ସମ୍ପୂର୍ଣ୍ଣ ଜାଣିବ; ଯେପରି ତୁମ୍ଭମାନଙ୍କ ଜ୍ଞାନ ସାହାଯ୍ୟରେ ତୁମ୍ଭେମାନେ ଆଧ୍ୟାତ୍ମିକ ବିଷୟ ଗୁଡ଼ିକରେ ସମସ୍ତ ଜ୍ଞାନ ଓ ବୋଧଶକ୍ତି ମଧ୍ୟ ଲାଭ କରିବ; 10 ଯେପରି ତୁମ୍ଭେମାନେ ପ୍ରଭୁଙ୍କୁ ଗୌରବ ଆଣିଲା ଭଳି ଓ ପ୍ରତ୍ୟେକ ଢଙ୍ଗରେ ତାହାଙ୍କୁ ପ୍ରସନ୍ନ କଲା ଭଳି ଏହି ବିଷୟ ଗୁଡ଼ିକ ବ୍ୟବହାର କରି ଜୀବନ-ଯାପନ କରିବ; ଯେପରି ତୁମ୍ଭେମାନେ ସମସ୍ତ ପ୍ରକାରର ଭଲ କାମ କରିବ ଓ ପରମେଶ୍ୱର ବିଷୟକ ଜ୍ଞାନରେ ବିକାଶ ଲାଭ କରିବ; 11 ଯେପରି ପରମେଶ୍ୱର ତାହାଙ୍କ ମହାନ୍ ଶକ୍ତି ଦ୍ୱାରା ତୁମ୍ଭମାନଙ୍କୁ ଶକ୍ତିଶାଳୀ କରନ୍ତୁ; ଯେ ତୁମ୍ଭେମାନେ ଧୈର୍ଯ୍ୟବାନ ହେବ ଓ କଷ୍ଟ ପଡ଼ିଲେ, ପଳାୟନ କରିବ ନାହିଁ, ସେଥିପାଇଁ ପରମେଶ୍ୱର ତୁମ୍ଭମାନଙ୍କୁ ଶକ୍ତି ଦିଅନ୍ତୁ।

ତା’ହେଲେ ଯାଇ ତୁମ୍ଭେ ପ୍ରସନ୍ନ ହେବ 12 ଓ ପିତାଙ୍କୁ ଧନ୍ୟବାଦ ଦେବ। ସେ ଯେଉଁ ବିଷୟ ଗୁଡ଼ିକ ତୁମ୍ଭ ପାଇଁ ପ୍ରସ୍ତୁତ କରିଛନ୍ତି, ସେଗୁଡ଼ିକ ପାଇବା ପାଇଁ ସେ ତୁମ୍ଭମାନଙ୍କୁ ଉପଯୁକ୍ତ କରି ଗଢ଼ିଛନ୍ତି। ଯେଉଁ ସାଧୁମାନେ ଆଲୁଅରେ ବାସ କରନ୍ତି, ସେମାନଙ୍କ ଲାଗି ସେ ଏହି ବିଷୟ ଗୁଡ଼ିକ ସୃଷ୍ଟି କରିଛନ୍ତି 13 ଅନ୍ଧକାରର ଶକ୍ତିରୁ ପରମେଶ୍ୱର ଆମ୍ଭକୁ ସ୍ୱାଧୀନ କରିଛନ୍ତି। ସେ ଆମ୍ଭକୁ ତାଙ୍କ ପ୍ରିୟ ପୁତ୍ରଙ୍କର ରାଜ୍ୟ ମଧ୍ୟକୁ ଆଣିଛନ୍ତି। 14 ସେହି ପୁତ୍ର ଆମ୍ଭକୁ ମୁକ୍ତ କରିବା ଲାଗି ମୂଲ୍ୟ ପ୍ରଦାନ କରିଛନ୍ତି। ତାହାଙ୍କ ଦ୍ୱାରା ଆମ୍ଭ ପାପରୁ ଆମ୍ଭକୁ କ୍ଷମା ମିଳିଛି।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center