Revised Common Lectionary (Semicontinuous)
ଦାଉଦ ବତ୍ଶେବା ସହିତ ବିବାହ କଲେ
26 ଏହା ପରେ ଊରିୟର ଭାର୍ଯ୍ୟା ତା’ର ସ୍ୱାମୀର ମୃତ୍ୟୁ ସମ୍ବାଦ ପାଇ କାନ୍ଦିଲା ଓ ଶୋକ କଲା। 27 ଶୋକ କରିବାର ସମୟ ଗତ ହେବାପରେ ଦାଉଦ ଲୋକ ପଠାଇ ବତ୍ଶେବାକୁ ନିଜ ଗୃହକୁ ଡକାଇଲେ। ତା’ପରେ ସେ ଦାଉଦଙ୍କର ସ୍ତ୍ରୀ ହୋଇ ରହିଲା ଓ ସେ ଦାଉଦ ପାଇଁ ଏକ ପୁତ୍ରକୁ ଜନ୍ମ ଦେଲା। ମାତ୍ର ଦାଉଦ ଏପରି ଯେଉଁ କାର୍ଯ୍ୟ କଲେ, ସେଥିରେ ସଦାପ୍ରଭୁ ସନ୍ତୁଷ୍ଟ ହେଲେ ନାହିଁ।
ନାଥନ ଦାଉଦଙ୍କ ସହିତ ଆଳାପ କଲେ
12 ସଦାପ୍ରଭୁ ଦାଉଦଙ୍କ ନିକଟକୁ ନାଥନକୁ ପଠାଇଲେ। ନାଥନ ଯାଇ ଦାଉଦଙ୍କୁ କହିଲେ, “ଏକ ନଗରରେ ଦୁଇଜଣ ଲୋକ ଥିଲେ। ସେଥି ମଧ୍ୟରୁ ଜଣେ ଥିଲେ ଧନୀ ଓ ଅନ୍ୟ ଜଣକ ଥିଲେ ଗରିବ। 2 ଧନୀ ଲୋକର ବହୁତ ଗାଈ, ବଳଦ ଓ ମେଣ୍ଢାପଲ ଥିଲା। 3 ମାତ୍ର ଦରିଦ୍ର ଲୋକଟିର ଗୋଟିଏ ସାନ ମେଣ୍ଢା ଛୁଆ ବ୍ୟତୀତ ଆଉ କିଛି ନ ଥିଲା। ସେ ମଧ୍ୟ ତାକୁ କିଣି ପାଳୁଥିଲା। ତା’ ସଙ୍ଗେ ଓ ତା’ର ବାଳକମାନଙ୍କ ସଙ୍ଗେ ସେ ଏକତ୍ର ବଢ଼ିଲା। ମେଣ୍ଢା ଛୁଆଟି ତା’ର ନିଜ ତୁଣ୍ଡରୁ ଆହାର ଖାଇଲା ଓ ତାହାର ନିଜ ପାତ୍ରରୁ ପାନ କଲା ଓ ତା’ର କୋଳରେ ମଧ୍ୟ ଶୟନ କଲା। ସେହି ମେଣ୍ଢା ଛୁଆଟି ସେ ଗରିବ ଲୋକଟିର ଝିଅପରି ବଢ଼ିଲା।
4 “ତା’ପରେ ଜଣେ ଯାତ୍ରୀ ଆସିଲେ ଓ ସେହି ଧନୀ ଲୋକଙ୍କୁ ଦେଖିଲେ। ତହିଁରେ ସେହି ଧନୀ ଲୋକଟି, ତା’ ନିକଟକୁ ଆସିଥିବା ଅତିଥି ପାଇଁ ରାନ୍ଧିବାକୁ ନିଜ ପଲରୁ ଓ ନିଜ ଗୋଠରୁ ନେଇ ମେଣ୍ଢା ଖାଇବାକୁ ଦେବାକୁ ଇଚ୍ଛା କଲା ନାହିଁ। ମାତ୍ର ସେହି ଦରିଦ୍ର ଲୋକଟିର ମେଣ୍ଢା ଛୁଆଟିକୁ ନେଇ ଅତିଥିଙ୍କ ପାଇଁ ରାନ୍ଧିଲା।”
5 ଏ କଥା ଶୁଣି, ଧନୀ ଲୋକଟି ଉପରେ ଦାଉଦ ରାଗିଗଲେ, ପୁଣି ଦାଉଦ ନାଥନଙ୍କୁ କହିଲେ, “ଯେଉଁ ବ୍ୟକ୍ତିଟି ଏପରି କରିଅଛି, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସେ ନିଶ୍ଚିତ ମରିବ। 6 ସେ ଏପରି କର୍ମ କରିବାରୁ ଓ ସେ କିଛି ଦୟା ନ କରିବାରୁ ସେହି ମେଣ୍ଢାର ଗ୍ଭରିଗୁଣ ଫେରାଇ ଦେବ।”
ନାଥନ ଦାଉଦଙ୍କୁ ତାଙ୍କ ପାପ ବିଷୟରେ କହିଲେ
7 ନାଥନ ଦାଉଦଙ୍କୁ କହିଲେ, “ତୁମ୍ଭେ ହେଉଛ ସେହି ଧନୀ ଲୋକ, ଯାହାକି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହିକଥା କହିଛନ୍ତି, ‘ମୁଁ ତୁମ୍ଭକୁ ଇସ୍ରାଏଲର ରାଜା କରିବାକୁ ପସନ୍ଦ କଲି। ମୁଁ ତୁମ୍ଭକୁ ଶାଉଲଠାରୁ ରକ୍ଷା କଲି। 8 ମୁଁ ତୁମ୍ଭକୁ ତୁମ୍ଭ ପ୍ରଭୁର ଗୃହ ଓ ତା’ର ସ୍ତ୍ରୀମାନଙ୍କୁ ଦେଲି। ଇସ୍ରାଏଲ ଓ ଯିହୁଦାକୁ ଶାସନ କରିବା ପାଇଁ ମଧ୍ୟ ତୁମ୍ଭଙ୍କୁ ଦେଲି। ଯଦି ଏହା ଅଳ୍ପ ହେଲା, ତେବେ ମୁଁ ତୁମ୍ଭକୁ ଅଧିକ ଦେଇଥା’ନ୍ତି। 9 ତେଣୁ ତୁମ୍ଭେ କାହିଁକି ସଦାପ୍ରଭୁଙ୍କର ଆଦେଶକୁ ଅବଜ୍ଞା କଲ? ସେ ଯାହା ଭୁଲ୍ ବୋଲି କହନ୍ତି ତୁମ୍ଭେ ତାହା କାହିଁକି କଲ? ତୁମ୍ଭେ ହିତ୍ତୀୟ ଊରିୟକୁ ମାରି ତା’ ସ୍ତ୍ରୀକୁ ତୁମ୍ଭେ ସ୍ତ୍ରୀ କରିଅଛ। ତୁମ୍ଭେ ଅମ୍ମୋନୀୟମାନଙ୍କ ଖଣ୍ତାଦ୍ୱାରା ଊରିୟକୁ ମାରି ଅଛ। 10 ତେଣୁ ଖଡ଼୍ଗ ତୁମ୍ଭର ପରିବାରର ଜୀବନ ନେବା ଚିରଦିନ ଗ୍ଭଲୁରଖିବ। କାରଣ ହିତ୍ତୀୟ ଊରିୟର ସ୍ତ୍ରୀକୁ ନେଇ ତୁମ୍ଭର ସ୍ତ୍ରୀ କରି ମୋତେ ତୁଚ୍ଛ ଜ୍ଞାନ କରିଅଛ।’
11 “ସଦାପ୍ରଭୁ ଏ କଥା କହନ୍ତି, ‘ମୁଁ ତୁମ୍ଭ ବିରୁଦ୍ଧରେ ବିପତ୍ତି ଆଣିବାକୁ ଯାଉଅଛି ଏବଂ ଏବା ତୁମ୍ଭ ପରିବାରରୁ ଆସିବ। ମୁଁ ତୁମ୍ଭର ସ୍ତ୍ରୀମାନଙ୍କୁ ନେଇଯିବି ଓ ତୁମ୍ଭର ଅତି ନିଜର ଲୋକକୁ ଦେବି। ସେ ସେମାନଙ୍କ ସହିତ ଶୟନ କରିବ ଏବଂ ପ୍ରତ୍ୟେକ ତାହା ଜାଣିବେ। 12 ତୁମ୍ଭେ ବତ୍ଶେବା ସହିତ ଗୋପନରେ ଶୟନ କଲ, କିନ୍ତୁ ମୁଁ ତୁମ୍ଭକୁ ଦଣ୍ତ ଦେବି ସମସ୍ତ ଇସ୍ରାଏଲଙ୍କ ସମ୍ମୁଖରେ ଯେପରି ସମସ୍ତ ଲୋକ ଏହା ଦେଖି ପାରିବେ।’”
13 ଦାଉଦ ନାଥନକୁ କହିଲେ, “ମୁଁ ସଦାପ୍ରଭୁଙ୍କ ବିରୁଦ୍ଧରେ ଅପରାଧ କରିଅଛି।”
ନାଥନ ଦାଉଦଙ୍କୁ କହିଲେ, “ଏଥିରେ ସଦାପ୍ରଭୁ ତୁମ୍ଭର ଅପରାଧ କ୍ଷମା କରିଅଛନ୍ତି, ତୁମ୍ଭେ ମରିବ ନାହିଁ।
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କ ଗୀତ। ଦାଉଦ ବଥ୍ଶେବାଠାରେ ଗମନ କଲାପରେ ତାଙ୍କ ନିକଟକୁ ନାଥନ୍ ଭବିଷ୍ୟଦ୍ବକ୍ତା ଆସିବା ସମୟରେ ରଚିତ।
51 ହେ ପରମେଶ୍ୱର, ଆପଣଙ୍କ ସ୍ନେହପୂର୍ଣ୍ଣ କରୁଣା ଅନୁସାରେ
ମୋ’ ପ୍ରତି ଦୟାକର।
ତୁମ୍ଭର ମହାନ କରୁଣା ଅନୁସାରେ,
ମୋର ସମସ୍ତ ପାପ କ୍ଷମା କର।
2 ମୋ’ ସବୁ ପାପ ଧୋଇ ଦିଅ,
ଏବଂ ପୁଣି ମୋତେ ପବିତ୍ର କର।
3 ମୁଁ ଜାଣେ ମୁଁ ପାପ କରିଛି।
ମୋର ପାପ ସବୁ ସର୍ବଦା ମୋର ସମ୍ମୁଖରେ ଦେଖାଯାଉଛି।
4 ହେ ପରମେଶ୍ୱର, ମୁଁ ତୁମ୍ଭ ବିରୁଦ୍ଧରେ ପାପ କରିଅଛି
ଓ ମୁଁ ତାହା ହିଁ କରିଛି, ଯାହା ତୁମ୍ଭ ଦୃଷ୍ଟିରେ ଭୁଲ୍।
ତୁମ୍ଭେ ଠିକ୍ କୁହ,
ଯେତେବେଳେ ମୋର ବିଗ୍ଭର ଓ ନ୍ୟାୟ ସେତେବେଳେ ମୋତେ ଦୋଷୀ ବୋଲି କୁହ।
5 ମୁଁ ପାପପୂର୍ଣ୍ଣ ପୃଥିବୀରେ ଜନ୍ମ ହେଲି
ଓ ପାପରୁ ହିଁ ମୋର ମା ମୋତେ ଗର୍ଭରେ ଧାରଣ କଲା।
6 ହେ ପରମେଶ୍ୱର, ମୁଁ ବିଶ୍ୱସ୍ତ ହୁଏ ବୋଲି ତୁମ୍ଭେ ଗ୍ଭହଁ,
ତେଣୁ ମୋ’ ଅନ୍ତରରେ ପ୍ରକୃତ ଜ୍ଞାନ ପ୍ରଦାନ କର।
7 ଔଷଧିୟ ବୃକ୍ଷର ପ୍ରୟୋଗ କରି ମୋତେ ବିଧି ସହକାରେ ଶୁଦ୍ଧ କର।
ମୁଁ ବରଫରୁ ଅଧିକ ଶୁକ୍ଳ ହେବା ପର୍ଯ୍ୟନ୍ତ ମୋତେ ପ୍ରକ୍ଷାଳନ କର।
8 ଆଉ ମୋତେ ଆନନ୍ଦ ପ୍ରଦାନ କରିବା ପରି ସମ୍ବାଦ ଦିଅ।
ତୁମ୍ଭ ଦ୍ୱାରା ଭଗ୍ନ ଅସ୍ଥିସବୁ ଆନନ୍ଦରେ ପ୍ରଫୁଲ୍ଲିତ ହେବ।
9 ମୋର ପାପଗୁଡ଼ିକ ପ୍ରତି ତୁମ୍ଭେ ମୁହଁ ବୁଲାଅ।
ମୋର ପାପ ସବୁ ପୋଛିଦିଅ।
10 ହେ ପରମେଶ୍ୱର, ମୋ’ ଅନ୍ତରେ ଏକ ପବିତ୍ରଆତ୍ମା ସୃଷ୍ଟି କର!
ମୋତେ ଗୋଟିଏ ନୂଆ ଓ ବିଶ୍ୱସ୍ତ ଆତ୍ମା ଦିଅ।
11 ତୁମ୍ଭଠାରୁ ମୋତେ ଦୂର କର ନାହିଁ!
ଏବଂ ତୁମ୍ଭର ପବିତ୍ରଆତ୍ମା ମୋ’ଠାରୁ ନିଅ ନାହିଁ।
12 ତୁମ୍ଭର ପରିତ୍ରାଣ ମୋତେ ଖୁସୀ କଲା!
ପୁନ୍ନରାୟ ମୋତେ ସେହି ଆନନ୍ଦ ପ୍ରଦାନ କର।
ମୋର ଆତ୍ମାକୁ ସୁଦୃଢ଼ କର, ଯେପରିକି ମୁଁ ସର୍ବଦା ତୁମ୍ଭକୁ ମାନିବାକୁ ପ୍ରସ୍ତୁତ ହେବି।
ଶରୀରର ଏକତା
4 ମୁଁ ପ୍ରଭୁଙ୍କର ହୋଇ ଥିବାରୁ କାରାଗାରରେ ବନ୍ଦୀରୂପେ ଅଛି। ତୁମ୍ଭମାନଙ୍କୁ ପରମେଶ୍ୱର ନିଜ ଲୋକ ବୋଲି ବାଛିଛନ୍ତି। ଅତଏବ ପରମେଶ୍ୱରଙ୍କ ଲୋକମାନେ ଯେଉଁଭଳି ଜୀବନଯାପନ କରିବା ଉଚିତ୍, ତୁମ୍ଭେମାନେ ସେହିଭଳି ଜୀବନଯାପନ କର। 2 ସବୁବେଳେ ନମ୍ର, ଭଦ୍ର, ଧୈର୍ଯ୍ୟବାନ ହୁଅ। ପରସ୍ପରକୁ ପ୍ରେମରେ ଗ୍ରହଣ କର। 3 ତୁମ୍ଭେ ସମସ୍ତେ ପବିତ୍ରଆତ୍ମାଙ୍କ ଦ୍ୱାରା ଶାନ୍ତିର ବନ୍ଧନରେ ଏକତ୍ର ହୋଇ ରୁହ। ଏହିଭଳି ରହିବା ପାଇଁ ପାରୁ ପର୍ଯ୍ୟନ୍ତ ଚେଷ୍ଟା କର। ଆତ୍ମାଦତ୍ତ ଶାନ୍ତି ତୁମ୍ଭକୁ ବାନ୍ଧି ରଖୁ। 4 ଶରୀର ଏକ, ପବିତ୍ରଆତ୍ମା ମଧ୍ୟ ଏକ। ପରମେଶ୍ୱର ତୁମ୍ଭମାନଙ୍କୁ ଏକ ଭରସା ପାଇବା ପାଇଁ ଡାକି ଥିଲେ। 5 ପ୍ରଭୁ ଏକ, ବିଶ୍ୱାସ ଏକ ଓ ବାପ୍ତିସ୍ମ ମଧ୍ୟ ଏକ। 6 ପରମେଶ୍ୱର ଜଣେ ଓ ସେ ହେଉଛନ୍ତି ପ୍ରତ୍ୟେକ ବିଷୟର ପିତା। ସେ ସମସ୍ତଙ୍କୁ ଶାସନ କରନ୍ତି, ଓ ସମସ୍ତଙ୍କର ସ୍ୱାମୀ ଅଟନ୍ତି। ସେ ସବୁଠାରେ ଓ ସମସ୍ତଙ୍କ ଅନ୍ତରରେ ଅଛନ୍ତି।
7 ଖ୍ରୀଷ୍ଟ ଆମ୍ଭ ପ୍ରତ୍ୟେକଙ୍କୁ ଗୋଟିଏ ବିଶେଷ ଅନୁଗ୍ରହ ଦାନ ଦେଇଛନ୍ତି। 8 ପ୍ରତ୍ୟେକ ଲୋକ ଖ୍ରୀଷ୍ଟଙ୍କ ଇଚ୍ଛାନୁସାରେ ସେହି ଦାନ ପାଇଛନ୍ତି। ଏଥି ନିମନ୍ତେ ଶାସ୍ତ୍ର କୁହେ:
“ସେ ଆକାଶର ଉଚ୍ଚକୁ ଗଲେ;
ସେ ବନ୍ଦୀମାନଙ୍କୁ ନିଜ ସହିତ ନେଲେ,
ଓ ସେ ଲୋକମାନଙ୍କୁ ଅନୁଗ୍ରହ ଦାନ ଦେଲ।’’ (A)
9 “ଉଚ୍ଚକୁ ଗଲେ” କହିବାର ଅର୍ଥ ଯେ, ସେ ପ୍ରଥମେ ପୃଥିବୀର ନୀଚ୍ଚ ସ୍ଥାନକୁ ଆସିଥିଲେ। 10 ଯେଉଁ ଖ୍ରୀଷ୍ଟ ନୀଚ୍ଚକୁ ଆସିଥିଲେ ସେ ହିଁ ଉଚ୍ଚକୁ ଗଲେ। ସେ ଉଚ୍ଚତମ ଆକାଶକୁ ଗଲେ ଯେପରି ସେ ନିଜକୁ ପୂର୍ଣ୍ଣ କରନ୍ତି। 11 ଏବଂ ସେହି ଖ୍ରୀଷ୍ଟ ଲୋକମାନଙ୍କୁ ଦାନ ଦେଲ ଅର୍ଥାତ୍ କେତେକ ଲୋକଙ୍କୁ ସେ ପ୍ରେରିତ ହେବା ପାଇଁ, କେତେକଙ୍କୁ ଭବିଷ୍ୟଦ୍ବକ୍ତା ହେବା ପାଇଁ, କେତେକଙ୍କୁ ସୁସମାଗ୍ଭର କହିବା ପାଇଁ ଓ କେତେକଙ୍କୁ ପରମେଶ୍ୱରଙ୍କ ଲୋକମାନଙ୍କର ଯତ୍ନ ନେବା ପାଇଁ ଓ ଶିକ୍ଷା ଦେବା ପାଇଁ। 12 ପରମେଶ୍ୱରଙ୍କ ଲୋକମାନେ ତାଙ୍କର ସେବା କରିବା ପାଇଁ ଓ ଖ୍ରୀଷ୍ଟଙ୍କ ଶରୀରକୁ ସୁଦୃଢ଼ କରିବା ପାଇଁ ପ୍ରସ୍ତୁତ ହେବେ ବୋଲି ଖ୍ରୀଷ୍ଟ ଏହି ଅନୁଗ୍ରହ ଦାନ ସେମାନଙ୍କୁ ଦେଲେ। ଏହା ଦ୍ୱାରା ଖ୍ରୀଷ୍ଟଙ୍କ ଶରୀରସ୍ୱରୂପ ଆମ୍ଭେମାନେ ମଧ୍ୟ ଦୃଢ଼ ଓ ବଳବାନ ହେବା। 13 ସମସ୍ତ ଲୋକେ ପରମେଶ୍ୱରଙ୍କ ପୁତ୍ରଙ୍କ ବିଷୟକ ସମାନ ବିଶ୍ୱାସ ଓ ସମାନ ଜ୍ଞାନ ସହିତ ଏକତ୍ର ହେବା ପର୍ଯ୍ୟନ୍ତ ଏହି କାମ ଗ୍ଭଲିଥିବା ନିତାନ୍ତ ଆବଶ୍ୟକ, ଯେପର୍ଯ୍ୟନ୍ତ ଆମ୍ଭେ ଖ୍ରୀଷ୍ଟଙ୍କ ସଦୃଶ ସିଦ୍ଧ ଓ ସମ୍ପୂର୍ଣ୍ଣ ନ ହୋଇଛୁ, ସେ ପର୍ଯ୍ୟନ୍ତ ଆମ୍ଭକୁ ବୃଦ୍ଧି ପାଇ ପୂର୍ଣ୍ଣବୟସ୍କ ହେବାକୁ ପଡ଼ିବ।
14 ତା’ହେଲେ ଆମ୍ଭେ ଆଉ ଶିଶୁ ହୋଇ ରହିବା ନାହିଁ। ସମୁଦ୍ରରେ ଜାହାଜ ଲହରୀ ହେତୁ ସ୍ଥାନ ପରିବର୍ତ୍ତନ କଲା ଭଳି ଆମ୍ଭକୁ ପ୍ରତାରଣା କରିବାକୁ ଚେଷ୍ଟା କରୁଥିବା ଲୋକମାନଙ୍କର ପ୍ରତ୍ୟେକ ପ୍ରକାରର ନୂତନ ଉପଦେଶ ଦ୍ୱାରା ଆମ୍ଭେ ଏଣେତେଣେ ଆଉ ଭାସି ଯିବା ନାହିଁ। ଏଭଳି ଲୋକେ ମନ୍ଦ ରାସ୍ତା ଗ୍ରହଣ କରିବା ପାଇଁ ଲୋକଙ୍କୁ ଛଳ ଓ ଧୂର୍ତ୍ତ ଯୋଜନାରେ ଚ୍ଛନ୍ଦନ୍ତି, 15 ନା! ଆମ୍ଭେ ପ୍ରେମ ସହକାରେ ସତ୍ୟ କହିବା। ଆମ୍ଭେ ପ୍ରତ୍ୟେକ ବିଷୟରେ ଖ୍ରୀଷ୍ଟଙ୍କ ଭଳି ବୃଦ୍ଧିପ୍ରାପ୍ତ ହେବା। ଖ୍ରୀଷ୍ଟ ଆମ୍ଭର ମସ୍ତକ ଓ ଆମ୍ଭେ ସମସ୍ତେ ତାହାଙ୍କର ଶରୀର। 16 ସମ୍ପୂର୍ଣ୍ଣ ଶରୀର ଯୀଶୁ ଖ୍ରୀଷ୍ଟଙ୍କ ଉପରେ ନିର୍ଭରଶୀଳ। ଶରୀରର ପ୍ରତ୍ୟେକ ଅଙ୍ଗ ଏକାଠି ଯୋଡ଼ି ହୋଇ ରହିଛନ୍ତି। ପ୍ରତ୍ୟେକ ଅଙ୍ଗ ନିଜ ନିଜର କାର୍ଯ୍ୟ କରନ୍ତି। ଏହା ଦ୍ୱାରା ସମଗ୍ର ଶରୀର ପ୍ରେମରେ ବୃଦ୍ଧି ପାଇ ଶକ୍ତିଶାଳୀ ହୁଏ।
24 ଲୋକମାନେ ସେଠାରେ ଯୀଶୁ ଓ ତାହାଙ୍କର ଶିଷ୍ୟମାନେ ନ ଥିବା ଦେଖିଲେ। ତେଣୁ ଲୋକମାନେ ଡଙ୍ଗା ଗୁଡ଼ିକରେ ଯାତ୍ରା କରି ଯୀଶୁଙ୍କୁ ଖୋଜିବା ପାଇଁ କଫର୍ନାହୂମକୁ ଗଲେ।
ଯୀଶୁ, ଜୀବନ ସ୍ୱରୂପ ଖାଦ୍ୟ
25 ଲୋକମାନେ ହ୍ରଦର ଆରପଟେ ଯୀଶୁଙ୍କୁ ପାଇଲେ। ସେମାନେ ତାହାଙ୍କୁ ପଗ୍ଭରିଲେ, “ଗୁରୁ, ଆପଣ ଏଠାକୁ କେତେବେଳେ ଆସିଲେ?”
26 ଯୀଶୁ ଉତ୍ତର ଦେଲେ, “ତୁମ୍ଭେମାନେ ମୋତେ କାହଁକି ଖୋଜୁଛ? ମୁଁ କରିଥିବା ଆଶ୍ଚର୍ଯ୍ୟକାର୍ଯ୍ୟ ଗୁଡ଼ିକ ମୋର ଶକ୍ତିକୁ ପ୍ରମାଣିତ କରୁଥିବାରୁ ତୁମ୍ଭେ ମୋତେ ଖୋଜୁଛ କି? ତା’ ନୁହେଁ। ମୁଁ ତୁମ୍ଭକୁ ସତ୍ୟ କହୁଛି, ରୋଟୀ ଖାଇ ସନ୍ତୁଷ୍ଟ ହୋଇଥିବାରୁ ତୁମ୍ଭେମାନେ ମୋତେ ଖୋଜୁଛ। 27 ପୃଥିବୀର ଖାଦ୍ୟ ପଦାର୍ଥ ନଷ୍ଟ ହୋଇଯାଏ। ତେଣୁ ତୁମ୍ଭେ ସେହିଭଳି ଖାଦ୍ୟ ପାଇବା ପାଇଁ କାର୍ଯ୍ୟ କର ନାହିଁ, ବରଂ ତୁମ୍ଭେମାନେ ଏଭଳି କାର୍ଯ୍ୟ କର ଯାହା ଭଲ ହୋଇ ରହିଥିବ ଓ ତୁମ୍ଭକୁ ସବୁ ଦିନ ପାଇଁ ଜୀବନ ଦେବ। ମନୁଷ୍ୟପୁତ୍ର ସେହିପରି ଖାଦ୍ୟ ତୁମ୍ଭକୁ ଦେବେ। ପରମେଶ୍ୱର ଦେଖାଇଛନ୍ତି ଯେ, ସେ ମନୁଷ୍ୟପୁତ୍ରଙ୍କ ସହିତ ଅଛନ୍ତି।”
28 ଲୋକମାନେ ଯୀଶୁଙ୍କୁ ପଗ୍ଭରିଲେ, “ଆମ୍ଭେ କ’ଣ କ’ଣ କରିବା ଉଚିତ୍ ବୋଲି ପରମେଶ୍ୱର ଗ୍ଭହାନ୍ତି?”
29 ଯୀଶୁ ଉତ୍ତର ଦେଲେ, “ପରମେଶ୍ୱର ଗ୍ଭହାନ୍ତି, ଯେ ସେ ଯାହାଙ୍କୁ ପଠାଇଛନ୍ତି, ତାହାଙ୍କଠାରେ ତୁମ୍ଭେମାନେ ବିଶ୍ୱାସ କର।”
30 ତେଣୁ ଲୋକମାନେ ପଗ୍ଭରିଲେ, “ତୁମ୍ଭକୁ ଯେ ପରମେଶ୍ୱର ପଠାଇଛନ୍ତି, ଏ କଥା ତୁମ୍ଭେ କେଉଁ ଆଶ୍ଚର୍ଯ୍ୟକାର୍ଯ୍ୟ ଦ୍ୱାରା ପ୍ରମାଣ କରି ଦେଖାଇବ? ତୁମ୍ଭେ ଯଦି କୌଣସି ଆଶ୍ଚର୍ଯ୍ୟ କାର୍ଯ୍ୟ ଆମ୍ଭକୁ କରି ଦେଖାଇବ, ତେବେ ଆମ୍ଭେ ତୁମ୍ଭକୁ ବିଶ୍ୱାସ କରିବୁ। ତୁମ୍ଭେ କ’ଣ କରିବ? 31 ଆମ୍ଭର ପିତୃପୁରୁଷମାନେ ମରୁଭୂମିରେ ମାନ୍ନା [a] ଖାଇଥିଲେ, ତାହା ପରମେଶ୍ୱର ସେମାନଙ୍କୁ ଦେଇଥିଲେ। ଧର୍ମଶାସ୍ତ୍ରରେ ଲେଖା ଅଛି: ‘ପରମେଶ୍ୱର ସେମାନଙ୍କୁ ସ୍ୱର୍ଗରୁ ଖାଦ୍ୟ ଖାଇବାକୁ ଦେଇଥିଲେ।” [b]
32 ଯୀଶୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ସ୍ୱର୍ଗର ଖାଦ୍ୟ ତୁମ୍ଭ ଲୋକମାନଙ୍କୁ ଦେଇଥିବା ଲୋକ ମୋଶା ନୁହନ୍ତି। ମୋର ପରମପିତା ତୁମ୍ଭମାନଙ୍କୁ ସ୍ୱର୍ଗର ପ୍ରକୃତ ଖାଦ୍ୟ ଖାଇବାକୁ ଦିଅନ୍ତି। 33 ପରମେଶ୍ୱରଙ୍କର ଖାଦ୍ୟ କ’ଣ? ପରମେଶ୍ୱରଙ୍କର ଖାଦ୍ୟ ହେଉଛି ଜଣେ ବ୍ୟକ୍ତି ଯିଏ ଜଗତକୁ ଜୀବନ ଦେବା ପାଇଁ ସ୍ୱର୍ଗରୁ ଓହ୍ଲାଇଛନ୍ତି।”
34 ଲୋକମାନେ କହିଲେ, “ମହାଶୟ, ଆମ୍ଭକୁ ସବୁବେଳେ ଏହି ଖାଦ୍ୟ ଖାଇବକୁ ଦିଅନ୍ତୁ।”
35 ତା’ପରେ ଯୀଶୁ କହିଲେ, “ମୁଁ ସେହି ଜୀବନଦାୟକ ଖାଦ୍ୟ। ମୋ’ ନିକଟକୁ ଯେ କେହି ଆସେ ସେ କଦାପି ଭୋକିଲା ରହିବ ନାହିଁ। ମୋତେ ଯିଏ ବିଶ୍ୱାସ କରେ, ସେ କେବେ ତୃଷିତ ହେବ ନାହିଁ।
2010 by World Bible Translation Center