Revised Common Lectionary (Semicontinuous)
16 ପରମେଶ୍ୱର ଦୁଷ୍ଟ ଲୋକମାନଙ୍କୁ କହନ୍ତି,
“ତୁମ୍ଭେ ମୋର ନିୟମ ଓ ବ୍ୟବସ୍ଥା ବିଷୟରେ
ଆଲୋଚନା କରିବା ଠିକ୍ ନୁହେଁ।
17 କାରଣ ତୁମ୍ଭେମାନେ ଆନନ୍ଦିତ ନୁହଁ, ଯେତେବେଳେ ମୁଁ ତୁମ୍ଭମାନଙ୍କୁ ଦଣ୍ଡିତ କରେ।
ତୁମ୍ଭେମାନେ ମୋର କଥାକୁ ଘୃଣା କର ଓ ତୁମ୍ଭେମାନେ ମୋର କଥାକୁ ଅବଜ୍ଞା କର।
18 ତୁମ୍ଭେ ଗୋଟିଏ ଗ୍ଭେରକୁ ଦେଖ ଓ ତା’ସହ ଦୌଡ଼ିଯାଇ ମିଶିଯାଅ।
ଯେତେବେଳେ ବ୍ୟଭିଗ୍ଭରୀମାନେ ପାପ କରନ୍ତି, ତୁମ୍ଭେ ଆନନ୍ଦରେ ନାଚି ଉଠ।
19 ତୁମ୍ଭେମାନେ ସର୍ବଦା ମନ୍ଦକାର୍ଯ୍ୟ କର ଓ ମିଥ୍ୟା କୁହ।
20 ତୁମ୍ଭେ ନିରବିଚ୍ଛିନ୍ନ ଭାବରେ ଅନ୍ୟମାନଙ୍କ ବିଷୟରେ ମନ୍ଦ କଥା କୁହ,
ଏପରିକି ତୁମ୍ଭ ନିଜ ଭ୍ରାତାମାନଙ୍କ ବିଷୟରେ ନିନ୍ଦା କରୁଅଛ।
21 ଅତୀତରେ, ତୁମ୍ଭେ ମନ୍ଦକାର୍ଯ୍ୟ କଲ ମୁଁ ଚୁପ୍ ରହିଲି।
ତୁମ୍ଭେ ଭାବି ନେଇଛ ମୁଁ ମଧ୍ୟ ତୁମ୍ଭମାନଙ୍କ ପରି।
ମୁଁ ଆଉ ନୀରବରେ ରହି ପାରିବି ନାହିଁ।
ମୁଁ ତୁମ୍ଭକୁ ପରିଷ୍କାର କରି କହିଦେଉଛି, ମୁଁ ତୁମ୍ଭକୁ ତିରସ୍କାର କରିବି।
22 ହେ ଲୋକମାନେ ତୁମ୍ଭେ ପରମେଶ୍ୱରଙ୍କୁ ଭୁଲି ଯାଇଛ।
ତେଣୁ ତୁମ୍ଭେମାନେ ଭଲଭାବେ ବୁଝିବା ଉଚିତ୍ ଯେ,
ମୁଁ ତୁମ୍ଭକୁ ଖଣ୍ଡ ଖଣ୍ଡ କରି ଚିରିଦେବି।
ଯଦି ତାହା ଘଟେ ତେବେ ତୁମ୍ଭକୁ କୌଣସି ବ୍ୟକ୍ତି ଉଦ୍ଧାର କରି ପାରିବେ ନାହିଁ।
23 ଯେକେହି ମୋତେ ଧନ୍ୟବାଦାର୍ଥକ ନୈବେଦ୍ୟ ଉତ୍ସର୍ଗ କରେ, ମୋତେ ସମ୍ମାନ ପ୍ରଦର୍ଶନ କରେ
ଏବଂ ଯେକେହି ସତ୍ ମାର୍ଗରେ ଗ୍ଭଲିବାକୁ ନିଷ୍ପତ୍ତି ନିଏ, ସେ ମୋର ରକ୍ଷା କରିବାର ଶକ୍ତି ଦେଖି ପାରିବ।”
ଦାଉଦ ଓ ବତ୍ଶେବାଙ୍କ ପିଲାର ମୃତ୍ୟୁ
15 ତା’ପରେ ନାଥନ ଗୃହକୁ ଫେରିଗଲେ। ସଦାପ୍ରଭୁ ଊରିୟର ସ୍ତ୍ରୀଠାରୁ ଜନ୍ମ ଦାଉଦର ସନ୍ତାନକୁ ଅତ୍ୟନ୍ତ ପୀଡ଼ିତ କରି ଦେଲେ। 16 ଦାଉଦ ବାଳକ ନିମନ୍ତେ ପରମେଶ୍ୱରଙ୍କ ନିକଟରେ ନିବେଦନ କଲେ ଓ ଦାଉଦ ଉପବାସ କଲେ ଓ ଭିତରେ ଯାଇ ରାତ୍ରିଯାକ ଭୂମି ଉପରେ ପଡ଼ି ରହିଲେ।
17 ଦାଉଦଙ୍କ ପରିବାରର ବୟସ୍କମାନେ ଦାଉଦଙ୍କୁ ଭୂମିରୁ ଉଠାଇବାକୁ ଗ୍ଭହିଁଲେ। କିନ୍ତୁ ଦାଉଦ ଉଠିଲେ ନାହିଁ କି ସେମାନଙ୍କ ସହିତ ଭୋଜନ କଲେ ନାହିଁ। 18 ଏହିପରି ସପ୍ତମ ଦିନରେ ପିଲାଟି ମରିଗଲା, କିନ୍ତୁ ସେମାନେ ଭୟରେ ଦାଉଦଙ୍କୁ ଏ କଥା ଜଣାଇଲେ ନାହିଁ, ସେମାନେ ନିଜ ଭିତରେ କୁହାକୁହି ହେଲେ, “କାରଣ ପିଲାଟି ବଞ୍ଚିଥିବା ସମୟରେ ସେ ଆମ୍ଭ କଥା ଶୁଣିଲେ ନାହିଁ। ଯଦି ଆମ୍ଭେ ପିଲାଟିର ମୃତ୍ୟୁ ବିଷୟରେ କହିଥା’ନ୍ତୁ, ସେ ତା’ର ନିଜର କ୍ଷତି କରିଥା’ନ୍ତା। ସେଥିପାଇଁ ସେମାନେ ଏହା କହିଲେ ନାହିଁ।”
19 କିନ୍ତୁ ଦାଉଦ ଦେଖିଲେ ଲୋକମାନେ ଫୁସରୁଫାସର ହେଉଛନ୍ତି। ତେଣୁ ଦାଉଦ ବୁଝିପାରିଲେ ଯେ ପିଲାଟି ମରି ଯାଇଛି। ତେଣୁ ଦାଉଦ ତାଙ୍କର ଦାସମାନଙ୍କୁ ପଗ୍ଭରିଲେ, “କ’ଣ ପିଲାଟି ମରିଗଲା?”
ତାଙ୍କର ଦାସମାନେ ଉତ୍ତର ଦେଲେ, “ହଁ ସେ ପିଲାଟି ମରିଗଲା।”
20 ତା’ପରେ ଦାଉଦ ଉଠିଲେ, ଗାଧୋଇଲେ, ତାଙ୍କର ପୋଷାକ ପରିବର୍ତ୍ତନ କରି ପୋଷାକ ପିନ୍ଧିଲେ ଏବଂ ସଦାପ୍ରଭୁଙ୍କର ମନ୍ଦିରକୁ ଉପାସନା ପାଇଁ ଗଲେ। ତା’ପରେ ଘରକୁ ଯାଇ ଖାଇବାକୁ ଖାଦ୍ୟ ମାଗିଲେ। ତାଙ୍କର ଦାସମାନେ ତାଙ୍କୁ ଯାହା ଖାଦ୍ୟ ଦେଲେ ଓ ସେ ତାହା ଖାଇଲେ।
21 ଦାଉଦଙ୍କୁ ତାଙ୍କର ଦାସମାନେ ପଗ୍ଭରିଲେ, “ଆପଣ ଏପରି ବ୍ୟବହାର କାହିଁକି କଲେ? ଯେତେବେଳେ ପିଲାଟି ବଞ୍ଚିଥିଲା ଆପଣ ଖାଇବାକୁ ମନା କଲେ ଓ କାନ୍ଦିଲେ କିନ୍ତୁ ପିଲାଟି ମରିଯିବା ପରେ ଉଠିଲେ ଓ ଖାଦ୍ୟ ଖାଇଲେ।”
22 ଦାଉଦ କହିଲେ, “ପିଲାଟି ବଞ୍ଚିଥିବା ସମୟରେ ମୁଁ ଖାଇବାକୁ ମନାକଲି କାରଣ ମୁଁ କ୍ରନ୍ଦନ କଲି, ‘ଯଦି ପରମେଶ୍ୱରଙ୍କୁ ମୋର ଦୁଃଖ ଜଣାଏ କାଳେ ସେ ମୋ’ ଉପରେ ଦୟା କରିବେ ଏବଂ ପିଲାଟିକୁ ବଞ୍ଚିବାକୁ ଦେବେ।’ 23 କିନ୍ତୁ ବର୍ତ୍ତମାନ ପିଲାଟି ମରିଅଛି, ମୁଁ କାହିଁକି ଆଉ ଉପବାସ କରିବି। ମୁଁ କ’ଣ ପିଲାଟିର ଜୀବନ ଫେରାଇ ଆଣି ପାରିବି। ଦିନେ ମୁଁ ତା’ ନିକଟକୁ ଯିବି କିନ୍ତୁ ସେ ମୋ’ ନିକଟକୁ ଆସି ପାରିବ ନାହିଁ।”
ଶଲୋମନର ଜନ୍ମ
24 ତା’ପରେ ଦାଉଦ ବତ୍ଶେବାକୁ ସାନ୍ତ୍ୱନା ଦେଲେ ଓ ତାଙ୍କ ସହିତ ଯୌନ ସମ୍ପର୍କ ରଖିଲେ ଓ ସେ ଗର୍ଭବତୀ ହେଲେ ଓ ସେ ଆଉ ଏକ ପୁତ୍ରକୁ ଜନ୍ମ ଦେଲେ। ଦାଉଦ ସେ ପିଲାଟିର ନାମ ଶଲୋମନ ରଖିଲେ। ସଦାପ୍ରଭୁ ଶଲୋମନଙ୍କୁ ପ୍ରେମ କଲେ। 25 ସଦାପ୍ରଭୁ ନାଥନ ନାମକ ଏକ ଭବିଷ୍ୟଦ୍ବକ୍ତାଙ୍କ ମାଧ୍ୟମରେ କହି ପଠାଇଲେ ଏବଂ ସଦାପ୍ରଭୁ ନାଥନ ତା’ର ନାମ ଶଲୋମନ ଯିଦୀଦିୟପରି ଦେଲେ। ନାଥନ ସଦାପ୍ରଭୁଙ୍କ ପାଇଁ ଏହା କଲେ।
କିଭଳି ଜୀବନ-ଯାପନ କରିବା ଉଚିତ୍
17 ପ୍ରଭୁଙ୍କ ନାମରେ ମୁଁ ସତର୍କ କରି ଦେଉଛି ଯେ ଅବିଶ୍ୱାସୀ ଲୋକଙ୍କ ଭଳି ଜୀବନଯାପନ କର ନାହିଁ। ସେମାନଙ୍କ ବିଗ୍ଭରର କିଛି ମୂଲ୍ୟ ନାହିଁ। 18 ସେମାନେ କିଛି ବୁଝନ୍ତି ନାହିଁ କି କିଛି ଜାଣନ୍ତି ନାହିଁ, କାରଣ ସେମାନେ ବୁଝିବା ପାଇଁ ମନା କରନ୍ତି। ସେଥିପାଇଁ ପରମେଶ୍ୱର ପ୍ରଦତ୍ତ ଜୀବନ ସେମାନେ ପାଇ ପାରିବେ ନାହିଁ। 19 ସେମାନଙ୍କର ଲଜ୍ଜା ନାହିଁ। ସେମାନେ ମନ୍ଦ କାର୍ଯ୍ୟ କରି ଜୀବନଯାପନ କରନ୍ତି। ସବୁ ପ୍ରକାରର ମନ୍ଦ କାମ ଅଧିକରୁ ଅଧିକ ରୂପେ କରିବାକୁ ସେମାନଙ୍କର ଇଚ୍ଛା। 20 କିନ୍ତୁ ତୁମ୍ଭେମାନେ ଖ୍ରୀଷ୍ଟଙ୍କ ବିଷୟରେ ଯାହା ଶିଖିଲ, ସେଗୁଡ଼ିକ ଏହି ମନ୍ଦ କାମଠାରୁ ଭିନ୍ନ। 21 ମୁଁ ଜାଣେ ତୁମ୍ଭେମାନେ ତାହାଙ୍କ ବିଷୟରେ ଶୁଣିଛ। ତୁମ୍ଭେ ତାଙ୍କଠାରେ ଅଛ, ସେଥିପାଇଁ ତୁମ୍ଭକୁ ସତ୍ୟ ଶିକ୍ଷା ଦିଆଯାଇଛି। ସେହି ସତ୍ୟ ଯୀଶୁ ଖ୍ରୀଷ୍ଟଙ୍କଠାରେ ଅଛି। 22 ତୁମ୍ଭମାନଙ୍କୁ ଶିକ୍ଷା ଦିଆଯାଇଛି ଯେ ତୁମ୍ଭର ପୁରୁଣା ଆଚରଣ ଓ ତୁମ୍ଭର ପୂର୍ବର ଜୀବନଯାପନ ଛାଡ଼ିଦିଅ। କାରଣ ଲୋକମାନେ ମନ୍ଦକାର୍ଯ୍ୟ କରିବାକୁ ଭଲ ପାଇବାରୁ ତଦ୍ଦ୍ୱାରା ପ୍ରବଞ୍ଚିତ ହୁଅନ୍ତି ଓ ତାହା ଫଳରେ ପୁରୁଣା ରୂପ ଦ୍ୱାରା ମନ୍ଦ ଆହୁରି ହୋଇଯାଏ। 23 ମାତ୍ର, ତୁମ୍ଭମାନଙ୍କୁ ହୃଦୟରେ ଓ ଭାବନାରେ ନୂତନ ହେବାକୁ ପଡ଼ିବ। 24 ତୁମ୍ଭକୁ ସମ୍ପୂର୍ଣ୍ଣ ନୂତନ ବ୍ୟକ୍ତି ସ୍ୱରୂପ ହୋଇ ପରମେଶ୍ୱରଙ୍କ ଭଳି ପ୍ରକୃତରେ ଭଲ ଓ ପବିତ୍ର ହେବାକୁ ପଡ଼ିବ।
2010 by World Bible Translation Center