Revised Common Lectionary (Semicontinuous)
ଏକ ଆରୋହଣ ଗୀତ।
130 ହେ ସଦାପ୍ରଭୁ, ମୁଁ ଘୋର ବିପତ୍ତିରେ ଅଛି।
ତେଣୁ ମୁଁ ତୁମ୍ଭକୁ ସାହାଯ୍ୟ ପାଇଁ ଡାକୁଅଛି।
2 ହେ ମୋର ପ୍ରଭୁ, ମୋର ଗୁହାରୀ ଶୁଣ।
ସାହାଯ୍ୟ ପାଇଁ ମୋର ଡାକ ଶୁଣ।
3 ହେ ସଦାପ୍ରଭୁ, ତୁମ୍ଭେ ଯଦି ସମସ୍ତ ଲୋକଙ୍କୁ ସେମାନଙ୍କର ପାପ ପାଇଁ ଦଣ୍ଡିତ କର,
ତେବେ କେହି ବଞ୍ଚିବେ ନାହିଁ।
4 ହେ ସଦାପ୍ରଭୁ, ତୁମ୍ଭେ ଲୋକମାନଙ୍କୁ କ୍ଷମା କର,
ସେଥିପାଇଁ ସେମାନେ ତୁମ୍ଭଙ୍କୁ ଡରନ୍ତି ଏବଂ ଉପାସନା କରନ୍ତି।
5 ମୁଁ ସଦାପ୍ରଭୁଙ୍କର ସାହାଯ୍ୟକୁ ଅପେକ୍ଷା କରିଛି।
ମୋର ପ୍ରାଣ ତାଙ୍କୁ ଗ୍ଭହିଁ ରହିଛି।
ମୁଁ ସଦାପ୍ରଭୁଙ୍କର ବାକ୍ୟରେ ଭରସା ରଖିଛି।
6 ମୁଁ ମୋର ପ୍ରଭୁଙ୍କ ପାଇଁ ଅପେକ୍ଷା କରେ,
ଯେପରି ଜଣେ ପ୍ରହରୀ ସକାଳ ଆସିବା ପର୍ଯ୍ୟନ୍ତ ଅପେକ୍ଷା କରେ।
7 ହେ ଇସ୍ରାଏଲ, ସଦାପ୍ରଭୁଙ୍କଠାରେ ଭରସା ରଖ।
ସଦାପ୍ରଭୁ ହେଉଛନ୍ତି ଜଣେ, ଯିଏକି ବିଶ୍ୱାସୀ ଏବଂ ସତ୍ୟ ଅଟନ୍ତି।
ତାଙ୍କଠାରେ ମୁକ୍ତି କରିବାର ଶକ୍ତି ଅଛି।
8 ଏବଂ ସେ ହେଉଛନ୍ତି ଜଣେ, ଯିଏ ଇସ୍ରାଏଲକୁ ତା’ର ସମସ୍ତ ପାପରୁ ମୁକ୍ତ କରିବେ।
25 ସମୁଦାୟ ଇସ୍ରାଏଲ ମଧ୍ୟରେ ଅବଶାଲୋମ ପରି ଅତି ସୁନ୍ଦର ଯୁବକ କେହି ନ ଥିଲେ। ଲୋକମାନେ ତା’ର ସୌନ୍ଦର୍ଯ୍ୟକୁ ପ୍ରଶଂସା କରୁଥିଲେ। ତା’ର ପାଦରୁ ମସ୍ତକ ପର୍ଯ୍ୟନ୍ତ କେଉଁଠାରେ ଖୁଣ ନ ଥିଲା। 26 ତା’ ମୁଣ୍ଡରେ ବାଳ ଭାରୀ ହେବାରୁ ସେ ତାକୁ କାଟିଲା। ପ୍ରତି ବର୍ଷ ତା’ ମୁଣ୍ଡରୁ 200 ଶେକଲ ବାଳ ବାହାରେ। 27 ଅବଶାଲୋମର ତିନି ପୁତ୍ର ଓ ଗୋଟିଏ ଝିଅ ଥିଲା। ସେ ଝିଅର ନାମ ତାମର ଥିଲା। ତାମର ମଧ୍ୟ ଭାରୀ ସୁନ୍ଦରୀ ଥିଲେ।
ଅବଶାଲୋମ ତାଙ୍କୁ ଦେଖିବା ପାଇଁ ଯୋୟାବଙ୍କୁ ବାଧ୍ୟକଲେ
28 ଅବଶାଲୋମ ଯିରୁଶାଲମରେ ଦୁଇ ବର୍ଷ ଧରି ରହିଲେ। କିନ୍ତୁ ସେ ରାଜାଙ୍କୁ ଦେଖା କରିପାରୁ ନ ଥିଲେ। କାରଣ ତାଙ୍କୁ ଏପରି ଅନୁମତି ଦିଆଯାଇ ନ ଥିଲା। 29 ଅବଶାଲୋମ ଯୋୟାବଙ୍କ ନିକଟକୁ ଖବର ପଠାଇଲେ। ତାଙ୍କ ତରଫରୁ ରାଜାଙ୍କ ସମ୍ମୁଖକୁ ଯିବା ପାଇଁ। କିନ୍ତୁ ଯୋୟାବ ଆସିବାକୁ ଓ ଦେଖା କରିବାକୁ ମନା କରି ଦେଲା। ଅବଶାଲୋମ ଦ୍ୱିତୀୟ ଥର ତାଙ୍କୁ ଡକାଇଲେ, କିନ୍ତୁ ସେ ଆସିବାକୁ ମନା କଲେ।
30 ତେଣୁ ଅବଶାଲୋମ ତା’ର କର୍ମଗ୍ଭରୀମାନଙ୍କୁ କହିଲେ, “ଦେଖ, ଯୋୟାବର କ୍ଷେତ ଠିକ୍ ମୋର କ୍ଷେତ ପାଖରେ ଏବଂ ସେ ସେଥିରେ ବାର୍ଲୀ ଗ୍ଭଷ କରିଛି। ତୁମ୍ଭେମାନେ ଯାଅ ଓ ତାକୁ ପୋଡ଼ି ଦିଅ।”
ତେଣୁ ଅବଶାଲୋମର ଲୋକମାନେ ଗଲେ ଓ ନିଆଁ ଲଗାଇ ଦେଲେ। 31 ଯୋୟାବ ଉଠି ଅବଶାଲୋମର ଗୃହକୁ ଆସିଲେ। ଯୋୟାବ ଅବଶାଲୋମକୁ କହିଲା, “କାହିଁକି ତୁମ୍ଭର ଦାସମାନେ ମୋ’ ବିଲରେ ନିଆଁ ଲଗାଇଲେ?”
32 ଅବଶାଲୋମ ଯୋୟାବକୁ କହିଲା, “ମୁଁ ତୁମ୍ଭ ପାଖକୁ ବାର୍ତ୍ତାବହ ପଠାଇଲି, ମୁଁ ତୁମ୍ଭକୁ ଡାକିଲି। ଏହା ପଗ୍ଭରିବାକୁ ମୁଁ ତୁମ୍ଭକୁ ରାଜାଙ୍କ ନିକଟକୁ ପଠାଇବା ପାଇଁ ଗ୍ଭହିଁଲି। କାହିଁକି ତୁମ୍ଭେ ମୋତେ ଗଶୂରରୁ ଡକାଇଲ? ତେଣୁ, ମୋର ଗଶୂରରେ ରହିବା ଭଲ। ଠିକ୍ ଅଛି, ତେବେ ବର୍ତ୍ତମାନ ମୋତେ ରାଜାଙ୍କୁ ସାକ୍ଷାତ କରିବାକୁ ଦିଅ। ଯଦି ମୁଁ ପାପ କରି ଥାଏ ତେବେ ସେ ମୋତେ ହତ୍ୟା କରିବା ଉଚିତ୍।”
ଅବଶାଲୋମ ରାଜା ଦାଉଦଙ୍କ ସହିତ ଦେଖା କରିବାକୁ ଗଲେ
33 ତା’ପରେ ଯୋୟାବ ଯାଇ ରାଜାଙ୍କୁ ଏ କଥା ଜଣାଇଲା। ତା’ପରେ ରାଜା ଅବଶାଲୋମକୁ ପାଖକୁ ଡକାଇଲେ, ସେ ଆସି ରାଜାଙ୍କୁ ଭୂମିଷ୍ଟ ପ୍ରଣାମ କଲା, ରାଜା ଅବଶାଲୋମକୁ ଚୁମ୍ବନ କଲେ।
ଏକଆରେକର ସାହାଯ୍ୟ କର
6 ଭାଇ ଓ ଭଉଣୀମାନେ! ତୁମ୍ଭମାନଙ୍କ ଭିତରୁ କୌଣସି ଲୋକ ହୁଏତ କିଛି ଭୁଲ୍ କରିପାରେ। ସେତେବେଳେ ତୁମ୍ଭେମାନେ ଆତ୍ମିକ ଲୋକ ହୋଇଥିବାରୁ, ଭଦ୍ରତା ସହକାରେ ଭୁଲକାର୍ଯ୍ୟ କରୁଥିବା ଲୋକଟିକୁ ସଂଶୋଧନ ହେବା ପାଇଁ ସାହାଯ୍ୟ କରିବା ଉଚିତ୍। କିନ୍ତୁ ସାବଧାନ, ତୁମ୍ଭେମାନେ ଯେପରି ନିଜେ କୌଣସି ପାପ କରିବା ପାଇଁ ପରୀକ୍ଷାରେ ପଡ଼ି ନ ଯାଅ। 2 ନିଜର କର୍ତ୍ତବ୍ୟ କରିବା ସହ ପରସ୍ପରକୁ ସାହାଯ୍ୟ କର। ଏଭଳି କରିବା ଦ୍ୱାରା ତୁମ୍ଭେମାନେ ଖ୍ରୀଷ୍ଟଙ୍କ ଆଜ୍ଞାକୁ ପ୍ରକୃତରେ ପାଳନ କରି ପାରିବ। 3 ଯଦି ଜଣେ ଅତି ନଗନ୍ୟ ହୋଇଥିଲେ ହେଁ ନିଜକୁ ମହାନ୍ ବୋଲି ଭାବେ, ତେବେ ସେ ନିଜକୁ ପ୍ରତାରଣା କରେ। 4 ଜଣେ ଲୋକ ନିଜକୁ ଅନ୍ୟ ସହିତ ତୁଳନା କରିବା ଉଚିତ୍ ନୁହେଁ। ମାତ୍ର ପ୍ରତ୍ୟେକ ଲୋକ ନିଜର କାର୍ଯ୍ୟଗୁଡ଼ିକୁ ପରୀକ୍ଷା ନିରୀକ୍ଷା କରିବା ଉଚିତ୍। ତା’ହେଲେ ସେ ନିଜର କାମ ପାଇଁ ଗର୍ବ ଅନୁଭବ କରି ପାରିବ। 5 ପ୍ରତ୍ୟେକ ଲୋକ ନିଜ ନିଜର ଦାୟିତ୍ୱ ବହନ କରିବା ଉଚିତ୍।
ଉତ୍ତମ କାର୍ଯ୍ୟ କରିବା ବନ୍ଦ ନ କର
6 ଯେଉଁ ଲୋକ ପରମେଶ୍ୱରଙ୍କ ବାକ୍ୟର ଶିକ୍ଷା କରୁଛି, ସେ ନିଜର ଶିକ୍ଷକଙ୍କୁ ତା’ ନିକଟରେ ଥିବା ସମସ୍ତ ଭଲ ବିଷୟ ଗୁଡ଼ିକର ସହଭାଗୀ କରାଉ।
ଜୀବନ ହେଉଛି ଜମି ଗ୍ଭଷ କରିବା ସହିତ ସମାନ
7 ନିଜକୁ ପ୍ରତାରଣା କର ନାହିଁ। ପରମେଶ୍ୱରଙ୍କୁ ତୁମ୍ଭେମାନେ ଠକି ପାରିବ ନାହିଁ। ଜଣେ ଲୋକ ଯେପରି ବୁଣିବ, ସେହିପରି କାଟିବ। 8 ଯେଉଁ ଲୋକ ନିଜର ପାପମୟ ସ୍ୱଭାବକୁ ସନ୍ତୁଷ୍ଟ କରିବା ପାଇଁ ବୁଣିବ, ସେ ବିନାଶ ଦାୟକ ଫସଲ କାଟିବ। କିନ୍ତୁ ଜଣେ ଯଦି ଆତ୍ମାଙ୍କୁ ସନ୍ତୁଷ୍ଟ କରିବା ପାଇଁ ବୁଣିବ, ସେ ଆତ୍ମାଙ୍କଠାରୁ ଅନନ୍ତ ଜୀବନ ରୂପକ ଶସ୍ୟ କାଟିବ। 9 ଆମ୍ଭେ ଉତ୍ତମ କାର୍ଯ୍ୟ କରିବାରେ ଥକିଯିବା ନାହିଁ। କାରଣ ଉପଯୁକ୍ତ ସମୟ ଆସିଲା ପରେ ଆମ୍ଭକୁ ତା’ର ଫଳ ମିଳିବ। 10 ତେଣୁ ଯେତେବେଳେ ଆମ୍ଭେ କାହାର ଉପକାର କରିବା ନିମନ୍ତେ ସୁଯୋଗ ପାଉ, ଆମ୍ଭେ ଅବଶ୍ୟ ତାହା କରିବା ଉଚିତ୍। କିନ୍ତୁ ଯେଉଁମାନେ ମଣ୍ଡଳୀଭୁକ୍ତ ବିଶ୍ୱାସୀ ଅଟନ୍ତି, ସେମାନଙ୍କ ପ୍ରତି ଆମ୍ଭକୁ ବିଶେଷ ଧ୍ୟାନ ଦେବାକୁ ପଡ଼ିବ।
2010 by World Bible Translation Center