Revised Common Lectionary (Semicontinuous)
ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍-ତଶ୍ହେତ୍ ଗୁମ୍ଫାରେ ଶାଉଲ ସମ୍ମୁଖରୁ ପଳାଇବା ବେଳେ ରଚିତ।
57 ହେ ପରମେଶ୍ୱର, ମୋ’ ଉପରେ ଦୟାକର।
ମୋ’ ଉପରେ ଦୟାକର, କାରଣ ମୁଁ ସୁରକ୍ଷା ପାଇଁ ତୁମ୍ଭ ନିକଟକୁ ଆସେ।
ବିପଦ ବହିଯିବା ପର୍ଯ୍ୟନ୍ତ
ମୁଁ ତୁମ୍ଭ ପକ୍ଷର ଛାୟାରେ ଶରଣ ନେବାକୁ ଆସିଛି।
2 ମୁଁ ସର୍ବୋପରିସ୍ଥ ପରମେଶ୍ୱରଙ୍କ ନିକଟରେ ସାହାଯ୍ୟ ପାଇଁ ପ୍ରାର୍ଥନା କରିବି।
ଏବଂ ପରମେଶ୍ୱର ମୋର ସମ୍ପୂର୍ଣ୍ଣ ଭାବରେ ରକ୍ଷା କରିବେ!
3 ସେ ସ୍ୱର୍ଗରୁ ମୋତେ ସାହାଯ୍ୟ କରନ୍ତି ଓ ରକ୍ଷା କରନ୍ତି।
ଯେଉଁମାନେ ମୋତେ ଆକ୍ରମଣ କରନ୍ତି,
ସେ ସେମାନଙ୍କୁ ଲଜ୍ଜିତ କରନ୍ତି।
ପରମେଶ୍ୱର ତାଙ୍କର ସ୍ୱର୍ଗୀୟ ପ୍ରେମ ଓ ବିଶ୍ୱସ୍ତ ମଙ୍ଗଳ ପ୍ରଦାନ କରନ୍ତି।
4 ମୋର ଜୀବନ ସଙ୍କଟପୂର୍ଣ୍ଣ।
ମୋର ଶତ୍ରୁମାନେ ମୋର ଚତୁର୍ପାର୍ଶ୍ୱରେ ଘେରି ରହିଛନ୍ତି।
ସେମାନେ ମଣିଷ ଖିଆ ସିଂହ ପରି।
ସେମାନଙ୍କର ଦାନ୍ତ ବର୍ଚ୍ଛା ଓ ବାଣ ତୁଲ୍ୟ।
ସେମାନଙ୍କର ଜିହ୍ୱା ତୀକ୍ଷ୍ଣ ଖଡ଼୍ଗ ତୁଲ୍ୟ।
5 ପରମେଶ୍ୱର, ସ୍ୱର୍ଗ ଉପରେ ଜାଗି ଉଠ।
ସମୁଦାୟ ଭୂମଣ୍ଡଳ ଉପରେ ତୁମ୍ଭର ମହିମା ଆଚ୍ଛାଦିତ ହେଉ।
6 ମୋର ଶତ୍ରୁମାନେ ମୋତେ ଫାନ୍ଦରେ ପକାଇବାକୁ
ମୋ’ ପାଇଁ ଜାଲ ବିସ୍ତାର କରିଛନ୍ତି।
ସେମାନେ ମୋ’ ପାଇଁ ଏକ ବଡ଼ ଗାତ ଖୋଳିଛନ୍ତି।
କିନ୍ତୁ ସେମାନେ ନିଜେ ସେଥିରେ ପଡ଼ିଛନ୍ତି।
7 ମୋର ହୃଦୟ ସ୍ଥିର ଅଟେ।
ପରମେଶ୍ୱର, ମୋର ହୃଦୟ ସ୍ଥିର ଅଟେ।
ମୁଁ ତାଙ୍କର ପ୍ରଶଂସା ଓ ଗାନ କରିବି।
8 ଜାଗ୍ରତ ହୁଅ, ହେ ମୋର ପ୍ରାଣ ଜାଗ୍ରତ ହୁଅ!
ନେବଲ ଓ ବୀଣା, ଜାଗ୍ରତ ହୁଅ!
ଓ ମୁଁ ଅତି ପ୍ରଭାତରେ ଜାଗ୍ରତ ହେବି।
9 ହେ ପ୍ରଭୁ, ପ୍ରତ୍ୟେକ ବ୍ୟକ୍ତି ସମ୍ମୁଖରେ ମୁଁ ତୁମ୍ଭର ଗୁଣଗାନ କରିବି।
ମୁଁ ପ୍ରତ୍ୟେକ ଜାତିଗଣ ମଧ୍ୟରେ ତୁମ୍ଭ ପ୍ରଶଂସାର ଗୀତ ଗାଇବି।
10 ତୁମ୍ଭର ପ୍ରେମ ଆକାଶ ପରି ଉଚ୍ଚ।
ତୁମ୍ଭର ବିଶ୍ୱସନୀୟତା ମେଘମାଳାକୁ ସ୍ପର୍ଶ କରୁଛି।
11 ପରମେଶ୍ୱର, ସ୍ୱର୍ଗ ଉପରେ ଉଠ।
ତୁମ୍ଭର ମହିମା ସାରାପୃଥିବୀକୁ ଆଚ୍ଛାଦନ କରୁ।
ଅବଶାଲୋମଙ୍କ ଯୋଜନା ବିଷୟରେ ଦାଉଦ ଜାଣିବାକୁ ପାଇଲେ
13 ଏହା ପରେ ଜଣେ ଦୂତ ଦାଉଦଙ୍କ ନିକଟକୁ ଆସି କହିଲା, “ଇସ୍ରାଏଲ ଲୋକମାନଙ୍କର ମନ ଅବଶାଲୋମଙ୍କ ଉପରେ ଅଛି।”
14 ଏଥିରେ ଦାଉଦ ତାଙ୍କ ସହିତ ଥିବା ସମସ୍ତ ଦାସ ଯେଉଁମାନେ ଯିରୁଶାଲମରେ ଥିଲେ ତାଙ୍କୁ କହିଲେ ଯେ, “ଆମ୍ଭେମାନେ ଏଠାରୁ ପଳାଇବା, ନଚେତ୍ ଅବଶାଲୋମ ଆମ୍ଭକୁ କାହାରିକୁ ଛାଡ଼ିବ ନାହିଁ। ଆଉ ସେ ଆମ୍ଭମାନଙ୍କୁ ଧ୍ୱଂସ କରିବ ଓ ଯିରୁଶାଲମର ସମସ୍ତ ଲୋକଙ୍କୁ ହତ୍ୟା କରିବ।”
15 ରାଜାଙ୍କର କର୍ମଗ୍ଭରୀମାନେ ଦାଉଦ ରାଜାଙ୍କୁ କହିଲେ, “ଆପଣ ଯାହା କହିବେ ଆମ୍ଭେ ତାହା କରିବାକୁ ପ୍ରସ୍ତୁତ ଅଛୁ।”
ଦାଉଦ ଓ ତାଙ୍କର ଲୋକମାନେ ରକ୍ଷା ପାଇଲେ
16 ତାଙ୍କର ଘର ଜଗିବା ପାଇଁ ଦଶ ଜଣ ଉପପତ୍ନୀଙ୍କୁ ଛାଡ଼ି ଅନ୍ୟ ସମସ୍ତେ ସେ ସ୍ଥାନରୁ ପଳାୟନ କଲେ। 17 ରାଜା ଗ୍ଭଲି ଗଲେ ଓ ତାଙ୍କ ପଛେ ପଛେ ସମସ୍ତ ଲୋକ ଗଲେ। ସେମାନେ ଶେଷ ମୁଣ୍ଡରେ ଥିବା ଗୃହରେ ଅଟକି ଗଲେ। 18 ପୁଣି ତାଙ୍କର ସମସ୍ତ କର୍ମଗ୍ଭରୀ ଅଗ୍ରସର ହେଲେ। ଗାଥ୍ ନଗରରୁ ତାଙ୍କ ପଛେ ପଛେ ଯେଉଁ 600 ଲୋକ ଆସିଥିଲେ, ସେମାନେ ସମସ୍ତେ କରେଥୀୟ, ପଲେଥୀୟ ଓ ଗାଥୀୟ ଲୋକ ଥିଲେ। ସେମାନେ ସମସ୍ତେ ରାଜାଙ୍କର ଆଗରେ ପାର ହୋଇ ଗଲେ।
19 ସେତେବେଳେ ରାଜା ଗାଥୀୟ ଇତ୍ତୟକୁ କହିଲେ, “ତୁମ୍ଭେମାନେ କାହିଁକି ଆମ୍ଭମାନଙ୍କ ସଙ୍ଗରେ ଯାଉଛ? ଫେରିଯାଅ, ରାଜାଙ୍କ ସହିତ ରହିଯାଅ। କାରଣ ତୁମ୍ଭେ ତ ଜଣେ ବିଦେଶୀ। ତୁମ୍ଭେ ମଧ୍ୟ ନିର୍ବାସିତ ଲୋକ, ତୁମ୍ଭେ ନିଜ ସ୍ଥାନକୁ ଫେରିଯାଅ। 20 ତୁମ୍ଭେମାନେ ଏବେ ମୋ’ ସହିତ ଯୋଗ ଦେଇଛ, କାହିଁକି ମୁଁ ତୁମ୍ଭମାନଙ୍କୁ ଏ ସ୍ଥାନରୁ ସେସ୍ଥାନରୁ ଏଣେ ତେଣେ ବୁଲାଇବି? ଆମ୍ଭେମାନେ ଯୁଆଡ଼େ ପାରିବୁ ସେଆଡ଼େ ଯିବୁ। ତୁମ୍ଭେ ତ କାଲି ଆସିଲ, ଆଜି କ’ଣ ଆମ୍ଭେ ତୁମ୍ଭକୁ ନେଇ ଏଣେ ତେଣେ ସାଙ୍ଗରେ ବୁଲାଇବା? ଫେରିଯାଅ ଓ ତୁମ୍ଭ ଭାଇମାନଙ୍କୁ ମଧ୍ୟ ତୁମ୍ଭ ସହିତ ନିଅ। ଦୟା ଓ ସତ୍ୟତା ତୁମ୍ଭର ସହବର୍ତ୍ତୀ ହେଉ।”
21 ଏଥିରେ ଇତ୍ତୟ ରାଜାଙ୍କୁ ଉତ୍ତର ଦେଇ କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ମୋର ପ୍ରଭୁ ମହାରାଜା ଜୀବିତ ଥିବା ପ୍ରମାଣେ, ମୁଁ ଆପଣଙ୍କ ସହିତ ରହିବି। ମୁଁ ଆପଣଙ୍କର ଦାସ। ଜୀବନରେ ବା ମୃତ୍ୟୁରେ ମୁଁ ଆପଣଙ୍କ ସହିତ ରହିବି।”
22 ଦାଉଦ ଇତ୍ତୟକୁ କହିଲେ, “ତେବେ ଯାଅ, ଅଗ୍ରସର ହୁଅ।”
ତହିଁରେ ଗାଥୀୟ ଇତ୍ତୟ ଓ ତାଙ୍କର ସମସ୍ତ ଲୋକ ଏବଂ ତାଙ୍କ ସହିତ ଥିବା ସମସ୍ତ ବାଳକ ମଧ୍ୟ ଅଗ୍ରସର ହୋଇଗଲେ ଓ କିଦ୍ରୋଣ ନଦୀ ପାର ହୋଇଗଲେ। 23 ସମସ୍ତ ଲୋକ ଉଚ୍ଚ ସ୍ୱରରେ ଚିତ୍କାର କଲେ। ରାଜା ମଧ୍ୟ କିଦ୍ରୋଣ ନଦୀ ପାର ହୋଇଗଲେ ଓ ସମସ୍ତ ଲୋକ ନଦୀ ପାର ହୋଇ ମରୁଭୂମିରେ ପ୍ରବେଶ କଲେ। 24 ସାଦୋକ ଓ ସମସ୍ତ ଲେବୀୟ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ନେଇ ଆସିଲେ। ଯିରୁଶାଲମ ନଗରରେ ସେମାନେ ପରମେଶ୍ୱରଙ୍କର ପବିତ୍ର ନିୟମ-ସିନ୍ଦୁକ ସ୍ଥାପନ କଲେ। ସମସ୍ତ ଲୋକ ବାହାର ହୋଇ ଆସିବା ପର୍ଯ୍ୟନ୍ତ ଅବିୟାଥର ପ୍ରାର୍ଥନା କଲେ [a]।
25 ରାଜା ଦାଉଦ ସାଦୋକକୁ କହିଲେ, “ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକକୁ ଯିରୁଶାଲମକୁ ଫେରାଇ ନିଅ। ଯଦି ସଦାପ୍ରଭୁ ମୋ’ ଉପରେ ପ୍ରିତ ହୁଅନ୍ତି, ତେବେ ସଦାପ୍ରଭୁ ମୋତେ ଯିରୁଶାଲମକୁ ଫେରାଇ ଆଣିବେ ଓ ତାଙ୍କର ମନ୍ଦିର ଦେଖିବାର ସୁଯୋଗ ମୋତେ ଦେବେ। 26 କିନ୍ତୁ ଯଦି ସଦାପ୍ରଭୁ ମୋ’ ଉପରେ ସଦୟ ନୁହନ୍ତି ବୋଲି କହନ୍ତି, ତେବେ ସେ ଯାହା ଗ୍ଭହିଁବେ ମୋ’ ଉପରେ ତାହା କରି ପାରିବେ।”
27 ରାଜା ଯାଜକ ସାଦୋକକୁ କହିଲେ, “ତୁମ୍ଭେ ଜଣେ ସିଦ୍ଧ ପୁରୁଷ। ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭର ପୁତ୍ର ଅହୀମାସ୍ ଓ ଅବିୟାଥରର ପୁତ୍ର ଯୋନାଥନ ନିରାପଦରେ ନଗରକୁ ଫେରିଯାଅ। 28 ତୁମ୍ଭମାନଙ୍କଠାରୁ ମୋ’ ପାଖକୁ ତଥ୍ୟ ବାର୍ତ୍ତା ଆସିବା ପର୍ଯ୍ୟନ୍ତ ଯେଉଁଠାରେ ମରୁଭୂମିକୁ ଯିବା ପାଇଁ ନଦୀ ପାରି ହୁଅନ୍ତି ସେଠାରେ ମୁଁ ଅପେକ୍ଷା କରି ରହିବି।”
29 ଏଣୁ ସାଦୋକ ଓ ଅବିୟାଥର ପୁନର୍ବାର ଯିରୁଶାଲମକୁ ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ନେଇ ଗଲେ ଓ ସେମାନେ ସେଠାରେ ରହିଲେ।
ଅହୀଥୋଫଲଙ୍କ ବିରୁଦ୍ଧରେ ଦାଉଦଙ୍କ ପ୍ରାର୍ଥନା
30 ଦାଉଦ ଜୈତୁନ ପର୍ବତ ଉପରକୁ ଚଢ଼ିଲେ ଓ ସେ କାନ୍ଦୁଥିଲେ, ସେ ତାଙ୍କର ମୁଣ୍ଡକୁ ଘୋଡ଼ାଇ ଦେଇ ଖାଲି ପାଦରେ ଗ୍ଭଲୁଥିଲେ। ଦାଉଦଙ୍କ ସାଙ୍ଗରେ ଥିବା ସମସ୍ତ ଲୋକ ଠିକ୍ ସେହିପରି ସେମାନଙ୍କର ମୁଣ୍ଡକୁ ଘୋଡ଼ାଇ ଖାଲି ପାଦରେ ପର୍ବତ ଉପରକୁ ଚଢ଼ିଲେ ଓ ସେମାନେ ମଧ୍ୟ କାନ୍ଦୁଥିଲେ।
31 ଜଣେ ଲୋକ ଦାଉଦଙ୍କୁ କହିଲେ, “ଅବଶାଲୋମଙ୍କର ଚକ୍ରାନ୍ତକାରୀମାନଙ୍କ ସହିତ ଅହୀଥୋଫଲ ଅଛି।” ତା’ପରେ ଦାଉଦ ପ୍ରାର୍ଥନା କଲେ, “ହେ ମୋର ସଦାପ୍ରଭୁ, ଦୟାକରି ଅହୀଥୋଫଲର ଉପଦେଶକୁ ଅଦରକାରୀ କର।”
ଜ୍ୟୋତିଃର୍ମୟ ଜୀବନ
5 ତୁମ୍ଭେମାନେ ପରମେଶ୍ୱରଙ୍କ ପ୍ରିୟ ସନ୍ତାନ। ଅତଏବ ପରମେଶ୍ୱରଙ୍କ ଭଳି ହେବାକୁ ଚେଷ୍ଟା କର। 2 ପ୍ରେମପୂର୍ଣ୍ଣ ଜୀବନଯାପନ କର। ଖ୍ରୀଷ୍ଟ ଆମ୍ଭକୁ ଯେପରି ପ୍ରେମ କରିଛନ୍ତି, ତୁମ୍ଭେମାନେ ମଧ୍ୟ ସେହିଭଳି ଅନ୍ୟମାନଙ୍କୁ ପ୍ରେମ କର। ଖ୍ରୀଷ୍ଟ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ, ସେ ଆମ୍ଭମାନଙ୍କ ନିମନ୍ତେ ପରମେଶ୍ୱରଙ୍କ ନିକଟରେ ମଧୁର-ସୁଗନ୍ଧି-ଯୁକ୍ତ ଭେଟି ଓ ପରମେଶ୍ୱରଙ୍କ ବଳି ସ୍ୱରୂପ ଅଟନ୍ତି।
3 ତୁମ୍ଭ ଭିତରେ କୌଣସି ଯୌନ-ପାପ, କୌଣସି ପ୍ରକାର ମନ୍ଦ କାମ, ଏବଂ ଲୋଭ ଆଦୌ ନ ରହୁ। କାରଣ ଏଗୁଡ଼ିକ ପରମେଶ୍ୱରଙ୍କ ପବିତ୍ର ଲୋକମାନଙ୍କ ନିମନ୍ତେ ଉପଯୁକ୍ତ ନୁହେଁ। 4 ତୁମ୍ଭ ଭିତରେ କୌଣସି ମନ୍ଦ କଥା, ମୂର୍ଖତାପୂର୍ଣ୍ଣ କଥାବାର୍ତ୍ତା ବା ଅସତ୍ ପରିହାସ ଯେପରି ନ ହୁଏ। ଏଗୁଡ଼ିକ ତୁମ୍ଭ ପାଇଁ ଅନୁଚିତ୍। କିନ୍ତୁ ତୁମ୍ଭେ ପରମେଶ୍ୱରଙ୍କୁ ସର୍ବଦା ଧନ୍ୟବାଦ ଦେଉଥିବା ଉଚିତ୍। 5 ଗୋଟିଏ ବିଷୟ ତୁମ୍ଭେ ନିଶ୍ଚିତ ଭାବରେ ଜାଣିଥାଅ ଯେ, ଯେଉଁ ଲୋକ ଯୌନ ପାପଗୁଡ଼ିକରେ ଲିପ୍ତ ରୁହେ, ମନ୍ଦ କର୍ମ କରେ ବା ଅତିଶୟ ଲୋଭ କରେ, ସେ ଲୋକ ପାଇଁ ପରମେଶ୍ୱର ଓ ଖ୍ରୀଷ୍ଟଙ୍କ ରାଜ୍ୟରେ କୌଣସି ସ୍ଥାନ ନାହିଁ। କାରଣ ଯେଉଁ ଲୋକ ସର୍ବଦା ନିଜ ନିମନ୍ତେ କେବଳ ସମସ୍ତ ବିଷୟ ଅଧିକରୁ ଅଧିକ ପାଇବାକୁ ଇଚ୍ଛା କରେ, ସେ ଭଣ୍ଡ ଦେବତାମାନଙ୍କର ପୂଜା କରେ।
6 ମିଥ୍ୟାକଥା କହି କେହି ତୁମ୍ଭକୁ ପ୍ରତାରଣା ନ କରୁ। ଏ ବିଷୟରେ ସଚେତନ ରୁହ। ଯେଉଁମାନେ ଅବାଧ୍ୟ ହୋଇ ଏ ସମସ୍ତ ମନ୍ଦ କର୍ମ କରନ୍ତି, ସେମାନଙ୍କ ଉପରେ ପରମେଶ୍ୱର କ୍ରୋଧାନ୍ୱିତ ହୁଅନ୍ତି। 7 ଅତଏବ ତୁମ୍ଭେ ମଧ୍ୟ ଏଭଳି ମନ୍ଦ କର୍ମ ସେହି ଅବଜ୍ଞାକାରୀଙ୍କ ସହିତ କର ନାହିଁ। 8 ଅତୀତରେ ତୁମ୍ଭେ ଅନ୍ଧକାରରେ ଥିଲ, କିନ୍ତୁ ଏବେ ତୁମ୍ଭେ ପ୍ରଭୁଙ୍କଠାରେ ଆଲୋକରେ ଅଛ। ଅତଏବ ଆଲୋକର ସନ୍ତାନମାନଙ୍କ ଭଳି ଆଚରଣ କର। 9 ଆଲୋକ ପ୍ରତ୍ୟେକ ପ୍ରକାରର ଉତ୍ତମ ଭାବ, ଉଚିତ୍ ଜୀବନଯାପନ ଓ ସତ୍ୟ ଫଳ ଉତ୍ପନ୍ନ କରେ। 10 କେଉଁ ବିଷୟ ଗୁଡ଼ିକ ଈଶ୍ୱରଙ୍କ ସନ୍ତୋଷ ଜନ୍ମାଏ, ସେଗୁଡ଼ିକ ଶିଖିବାକୁ ଚେଷ୍ଟା କର। ଅନ୍ଧକାରରେ ଲୋକେ ଯେଭଳି କାମ କରନ୍ତି, ସେଗୁଡ଼ିକୁ କର ନାହିଁ। ସେଗୁଡ଼ିକ କରିବା ଦ୍ୱାରା କିଛି ଲାଭ ହୁଏ ନାହିଁ। 11 ସର୍ବଦା ଭଲ କାମ କରି, ଅନ୍ଧକାରର କର୍ମଗୁଡ଼ିକର ଅସାରତା ପ୍ରମାଣିତ କର। 12 ଅନ୍ଧକାରରେ ଯେ ଲୋକେ ଯେଉଁ ଗୁପ୍ତ କର୍ମ ସବୁ କରନ୍ତି, ସେଗୁଡ଼ିକ କହିବା ପାଇଁ ମଧ୍ୟ ଲଜ୍ଜା ଲାଗେ। 13 କିନ୍ତୁ ଆଲୋକ ସମ୍ମୁଖରେ ଏଗୁଡ଼ିକୁ ରଖିଲେ, ଏସବୁ କର୍ମର ସମସ୍ତ ମନ୍ଦତା ସ୍ପଷ୍ଟ ଭାବେ ପ୍ରକାଶିତ ହୁଏ। 14 ଯାହା ସହଜରେ ପ୍ରକାଶିତ ହୁଏ, ତାହା ଆଲୋକ। ସେଥିପାଇଁ ଆମ୍ଭେ କହୁ:
“ହେ! ଶୋଇଥିବା ଲୋକ, ଜାଗି ଉଠ
ମୃତ୍ୟୁରୁ ଉଠି ଆସ,
ଏବଂ ଖ୍ରୀଷ୍ଟ ତୁମ୍ଭକୁ ଆଲୋକିତ କରିବେ।”
2010 by World Bible Translation Center