Revised Common Lectionary (Semicontinuous)
111 ସଦାପ୍ରଭୁଙ୍କର ପ୍ରଶଂସା କର।
ସରଳ ଲୋକଙ୍କ ସଭାରେ ଓ ମଣ୍ଡଳୀ ମଧ୍ୟରେ
ମୁଁ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କୁ ଧନ୍ୟବାଦ ଦେବି।
2 ସଦାପ୍ରଭୁ ଆଶ୍ଚର୍ଯ୍ୟ କର୍ମମାନ କରନ୍ତି।
ଯେଉଁମାନେ ତାଙ୍କୁ ଗ୍ଭହାନ୍ତି ସେମାନେ ସମସ୍ତେ ଆଗ୍ରହରେ ଅପେକ୍ଷା କରନ୍ତି।
3 ପରମେଶ୍ୱର ବାସ୍ତବରେ ଗୌରବପୂର୍ଣ୍ଣ ଓ ଆଶ୍ଚର୍ଯ୍ୟଜନକ କାର୍ଯ୍ୟମାନ କରନ୍ତି
ଓ ତାଙ୍କର ଉତ୍ତମତା ଅନନ୍ତକାଳସ୍ଥାୟୀ।
4 ସେ ଆପଣାର ଆଶ୍ଚର୍ଯ୍ୟ କର୍ମମାନ ସବୁ ସ୍ମରଣ କରାଇଛନ୍ତି।
ସଦାପ୍ରଭୁ ହେଉଛନ୍ତି ଦୟାଳୁ ଓ କରୁଣାମୟ।
5 ଯେଉଁମାନେ ତାଙ୍କୁ ଭୟ କରନ୍ତି ଏବଂ ସମ୍ମାନ ଦିଅନ୍ତି ସେ ସେମାନଙ୍କୁ ଖାଦ୍ୟ ଦିଅନ୍ତି।
ସେ ସଦାକାଳ ଆପଣା ଚୁକ୍ତି ସ୍ମରଣ କରନ୍ତି।
6 ସେ ନିଜ ଲୋକମାନଙ୍କୁ ଅନ୍ୟ ଦେଶୀୟମାନଙ୍କ ଅଧିକାର ଦେଇ
ତାଙ୍କର ଶକ୍ତିର ଆପଣା କର୍ମର ପ୍ରଭାବ ସେମାନଙ୍କୁ ଦେଖାଇଥିଲେ।
7 ତାହାଙ୍କ ଦ୍ୱାରା ହୋଇଥିବା ଆଜ୍ଞାସବୁ ସତ୍ୟ
ଓ ତାଙ୍କର ନିୟମସବୁ ବିଶ୍ୱାସ ଯୋଗ୍ୟ।
8 ପରମେଶ୍ୱରଙ୍କର ନିର୍ଦ୍ଦେଶ ଅନନ୍ତ କାଳସ୍ଥାୟୀ।
ତାଙ୍କର ଆଜ୍ଞା ବିଶ୍ୱସ୍ତତା ଓ ସରଳତାରେ ସାଧିତ କରାଯାଏ।
9 ପରମେଶ୍ୱର ତାଙ୍କର ଲୋକମାନଙ୍କୁ ରକ୍ଷା କଲେ।
ସେ ଗୋଟିଏ ଚୁକ୍ତି କଲେ ଏବଂ ଏହା ଅନନ୍ତକାଳସ୍ଥାୟୀ ହୋଇ ରହିଲା।
ତାଙ୍କର ନାମ ପବିତ୍ର ଏବଂ ଭୟଙ୍କର।
10 ଜ୍ଞାନ ପରମେଶ୍ୱରଙ୍କ ପ୍ରତି ଭୟ ଓ ସମ୍ମାନରୁ ଆରମ୍ଭ ହୁଏ।
ଯେଉଁମାନେ ତାଙ୍କର ଆଦେଶ ପାଳନ କରନ୍ତି, ସେମାନେ ଜ୍ଞାନୀ ଅଟନ୍ତି।
ତାହାଙ୍କ ପ୍ରଶଂସା ସଦାକାଳ ପାଇଁ ଗାନ କରାଯିବ।
ରାଜା ଦାଉଦଙ୍କ ମୃତ୍ୟୁ
2 ଅନନ୍ତର ରାଜା ଦାଉଦଙ୍କର ମୃତ୍ୟୁ ସନ୍ନିକଟ ହେବାରୁ ସେ ପୁତ୍ର ଶଲୋମନକୁ ଆଜ୍ଞା ଦେଇ କହିଲେ, 2 “ମୁଁ ପାର୍ଥିବ ମଣିଷ ପରି ମୃତ୍ୟୁବରଣ କରିବାକୁ ଯାଉଛି। ଏଣୁ ତୁମ୍ଭେ ବଳବାନ୍ ହୁଅ ଓ ପୁରୁଷତ୍ୱ ପ୍ରକାଶ କର। 3 ବର୍ତ୍ତମାନ ତୁମ୍ଭେ ସାବଧାନତାର ସହ ଓ ବିଶ୍ୱସ୍ତତାର ସହ ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କ ସମସ୍ତ ଆଦେଶ ପାଳନ କରିବାର ସମୟ। ତାଙ୍କର ସମସ୍ତ ବ୍ୟବସ୍ଥା, ସମସ୍ତ ଆଜ୍ଞା, ନିଷ୍ପତ୍ତି ଓ ନିୟମକୁ ମାନି ଚଳ। ମୋଶାଙ୍କ ଲିଖିତ ସମସ୍ତ ନିୟମକୁ ପାଳନ କର। ତାହାହେଲେ ତୁମ୍ଭେ ସବୁ କ୍ଷେତ୍ରରେ ସଫଳ ହେବ ଓ ଯେଉଁ ସ୍ଥାନକୁ ଯିବ କୁଶଳ ପ୍ରାପ୍ତ ହେବ। 4 ଯଦି ତୁମ୍ଭେ ସଦାପ୍ରଭୁଙ୍କର ଏହି ନିୟମ ପାଳନ କରିବ, ତେବେ ସଦାପ୍ରଭୁ ମୋ’ ବିଷୟରେ ଯାହା ପ୍ରତିଜ୍ଞା କରିଛନ୍ତି ତାହା ନିଶ୍ଚୟ ହେବ। ସଦାପ୍ରଭୁ କହିଥିଲେ, ‘ଯଦି ତୁମ୍ଭର ସନ୍ତାନମାନେ ସମସ୍ତ ମନ ଓ ପ୍ରାଣ ସହିତ ମୁଁ ଦେଇଥିବା ଆଜ୍ଞାନୁସାରେ ଜୀବନ ଧାରଣ କରିବେ, ତେବେ ଇସ୍ରାଏଲର ସିଂହାସନରେ ତୁମ୍ଭ ବଂଶରୁ ହିଁ ବସିବେ। ସଦାପ୍ରଭୁ ତାଙ୍କର ଏହି ବାକ୍ୟ ପୂରଣ କରିବେ।’”
5 ଦାଉଦ ପୁଣି କହିଲେ, “ସରୁୟାର ପୁତ୍ର ଯୋୟାବ ମୋ’ ବିରୁଦ୍ଧରେ ଯାହା କରିଅଛି, ତୁମ୍ଭେ ଭଲଭାବରେ ଜାଣ। ସେ ଇସ୍ରାଏଲର ଦୁଇ ସେନାପତିଙ୍କୁ ହତ୍ୟା କରିଛି, ନରର ପୁତ୍ର ଅବ୍ନର ଓ ଯେଥରର ପୁତ୍ର ଅମାସାଙ୍କୁ ଶାନ୍ତି ସମୟରେ ଈର୍ଷାନ୍ୱିତ ହୋଇ ହତ୍ୟା କଲା। ସେହି ରକ୍ତରେ ତା’ର କଟିବନ୍ଧନୀ ଓ ପାଦୁକାକୁ ସିକ୍ତ କଲା। ମୋର ଦଣ୍ତ ଦେବାର ଉଚିତ୍ ଥିଲା। 6 ମାତ୍ର ବର୍ତ୍ତମାନ ତୁମ୍ଭେ ରାଜା। ତେଣୁ ତୁମ୍ଭେ ଆପଣା ଜ୍ଞାନ ଅନୁସାରେ ତାହା ପ୍ରତି ବ୍ୟବହାର କର ଓ ତାହାର ବୃଦ୍ଧାବସ୍ଥାରେ ତାକୁ ଶାନ୍ତିରେ ମରିବାକୁ ଦିଅ ନାହିଁ।
7 “ଗିଲିୟଦୀୟରୁ ବର୍ସିଲ୍ଲୟର ପୁତ୍ରମାନଙ୍କ ପ୍ରତି ଦୟା କର। ତୁମ୍ଭର ଖାଇବା ମେଜ ନିକଟରେ ସେମାନଙ୍କ ପାଇଁ ଜାଗା କର। କାରଣ ମୁଁ ତୁମ୍ଭ ଭ୍ରାତା ଅବଶାଲୋମଠାରୁ ପଳାୟନ କଲାବେଳେ ସେମାନେ ମୋତେ ସାହାଯ୍ୟ କରିଥିଲେ।
8 “ସ୍ମରଣ କର, ବିନ୍ୟାମୀନୀୟ ଗେରାର ପୁତ୍ର ବହୁରୀମ ନିବାସୀ ଶିମିୟି ତୁମ୍ଭ ସହିତ ଅଛି। ମୁଁ ମହନୟିମକୁ ପଳାୟନ କଲା ଦିନ ସେ ମୋତେ ଏକ ଜଘନ୍ୟ ଅଭିଶାପ ଦେଲା। ସେ ଯର୍ଦ୍ଦନ ନିକଟରେ ମୋତେ ଦେଖିବାକୁ ଆସିଥିଲା, “କିନ୍ତୁ ମୁଁ ତାକୁ ହତ୍ୟା ନ କରିବା ପାଇଁ ସଦାପ୍ରଭୁଙ୍କ ନାମରେ ପ୍ରତିଜ୍ଞା କରିଥିଲି। 9 ବର୍ତ୍ତମାନ ତୁମ୍ଭେ ତାକୁ ବିନା ଶାସ୍ତିରେ ଛାଡ଼ ନାହିଁ। ତୁମ୍ଭେ ତ ଜଣେ ଜ୍ଞାନୀ ଲୋକ। ତା’ ପ୍ରତି ତୁମ୍ଭର କର୍ତ୍ତବ୍ୟ କ’ଣ ତୁମ୍ଭେ ଜାଣ। ତାକୁ ବାର୍ଦ୍ଧକ୍ୟରେ ଶାନ୍ତିରେ ମରିବାକୁ ଦେବ ନାହିଁ।”
10 ତା’ପରେ ଦାଉଦଙ୍କର ମୃତ୍ୟୁ ହେଲା ଓ ସେ ଦାଉଦ ନଗରରେ କବରପ୍ରାପ୍ତ ହେଲେ। 11 ଦାଉଦ ଇସ୍ରାଏଲରେ ଗ୍ଭଳିଶ୍ ବର୍ଷ ରାଜତ୍ୱ କରିଥିଲେ। ସେ ହିବ୍ରୋଣରେ ସାତ ବର୍ଷ ଓ ଯିରୁଶାଲମରେ ତେତିଶ ବର୍ଷ ରାଜତ୍ୱ କରିଥିଲେ।
7 ସେତିକିବେଳେ ଜଣେ ଶମିରୋଣୀୟା ସ୍ତ୍ରୀ ସେହି କୂଅରୁ ପାଣି ନେବା ପାଇଁ ଆସିଲା। ଯୀଶୁ ତାକୁ କହିଲେ, “ମୋତେ ଦୟାକରି ମୁନ୍ଦେ ପାଣି ପିଇବାକୁ ଦିଅ।” 8 ସେ ସମୟରେ ତାହାଙ୍କ ଶିଷ୍ୟମାନେ କିଛି ଖାଦ୍ୟ କିଣିବା ପାଇଁ ନଗରକୁ ଯାଇଥିଲେ।
9 ସେହି ଶମିରୋଣୀୟା ସ୍ତ୍ରୀ ଜଣକ ତାହାଙ୍କୁ କହିଲା, “ମୁଁ ଆଶ୍ଚର୍ଯ୍ୟ ହେଉଛି ଯେ, ଆପଣ ମୋତେ ପାଣି ପିଇବାକୁ ମାଗୁଛନ୍ତି। ଆପଣ ଜଣେ ଯିହୂଦୀ ଓ ମୁଁ ଜଣେ ଶମିରୋଣୀୟା ସ୍ତ୍ରୀ।” ଯିହୂଦୀମାନେ ଶମିରୋଣୀୟଙ୍କ ସହିତ ବନ୍ଧୁତା କରନ୍ତି ନାହିଁ।
10 ଯୀଶୁ ଉତ୍ତର ଦେଲେ, “ତୁମ୍ଭେ ପରମେଶ୍ୱର ଦେଉଥିବା ଜିନିଷ ବିଷୟରେ ଜାଣି ନାହଁ। ତୁମ୍ଭକୁ ଜଳ ମାଗୁଥିବା ବ୍ୟକ୍ତି, ଅର୍ଥାତ ମୁଁ କିଏ ତାହା ମଧ୍ୟ ତୁମ୍ଭେ ଜାଣି ନାହଁ। ତୁମ୍ଭେ ଯଦି ଏସବୁ କଥା ଜାଣିଥା’ନ୍ତ ତେବେ ତୁମ୍ଭେ ମୋତେ ମାଗନ୍ତ ଓ ମୁଁ ତୁମ୍ଭକୁ ଜୀବନ୍ତ ଜଳ ଦିଅନ୍ତି।”
11 ସେହି ସ୍ତ୍ରୀଲୋକଟି କହିଲା, “ମହାଶୟ, ଆପଣ କେଉଁଠାରୁ ସେହି ଜୀବନ୍ତ ଜଳ ପାଇବେ? କୂଅତ ଅତି ଗଭୀର ଓ ପାଣି କାଢ଼ିବା ପାଇଁ ଆପଣଙ୍କ ପାଖରେ କିଛି ନାହିଁ। 12 ଆପଣ କ’ଣ ଆମ ପୂର୍ବପୁରୁଷ ଯାକୁବଙ୍କଠାରୁ ଶ୍ରେଷ୍ଠ? ଯାକୁବ ହିଁ ଆମ୍ଭକୁ ଏହି କୂଅ ଦେଇଥିଲେ। ସେ ନିଜେ ଏହି କୂଅରୁ ଜଳ ପିଉଥିଲେ, ତାହାଙ୍କର ପୁତ୍ରମାନେ ଓ ସବୁ ପଶୁମାନେ ମଧ୍ୟ ଏହି କୂଅରୁ ଜଳ ପିଉଥିଲେ।”
13 ଯୀଶୁ ଉତ୍ତର ଦେଲେ, “ପ୍ରତ୍ୟେକ ଲୋକ ଏହି ଜଳ ପାନ କରିବା ପରେ ପୁଣି ତୃଷାର୍ତ୍ତ ହେବ। 14 କିନ୍ତୁ ମୁଁ ଯେଉଁ ଜଳ ପିଇବାକୁ ଦେବି, ତାହା ଯେଉଁ ଲୋକ ପିଇବ ସେ କଦାପି ତୃଷାର୍ତ୍ତ ହେବ ନାହିଁ। ମୁଁ ତାହାଙ୍କୁ ଯେଉଁ ଜଳ ଦେବି, ତାହା ଅନନ୍ତ ଜୀବନ ଜଳର ଝର ସ୍ୱରୁପେ ସର୍ବଦା ପ୍ରବାହିତ ହେବ।”
15 ସେ ସ୍ତ୍ରୀଲୋକଟି ଯୀଶୁଙ୍କୁ କହିଲା, “ମହାଶୟ, ମୋତେ ସେହି ଜଳ ଦିଅନ୍ତୁ। ମୁଁ ଆଉ ଯେପରି ଆଉ କେବେ ତୃଷାର୍ତ୍ତ ହେବି ନାହିଁ। ମୋତେ ଏଠାକୁ ଆଉ କେବେ ଜଳ ନେବା ପାଇଁ ଆସିବାକୁ ପଡ଼ିବ ନାହିଁ।”
16 ଯୀଶୁ ତାକୁ କହିଲେ, “ଯାଅ, ତୁମ୍ଭ ସ୍ୱାମୀଙ୍କୁ ଡାକି ଏଠାକୁ ଆସ।”
17 ସ୍ତ୍ରୀଲୋକଟି କହିଲା, “କିନ୍ତୁ ମୋର ସ୍ୱାମୀ ନାହିଁ।”
ଯୀଶୁ କହିଲେ, “ଠିକ୍ କଥା କହିଛ ତୁମ୍ଭର ସ୍ୱାମୀ ନାହିଁ। 18 ପ୍ରକୃତରେ ତୁମ୍ଭର ପାଞ୍ଚ ଜଣ ସ୍ୱାମୀ ଥିଲେ। ତୁମ୍ଭେ ବର୍ତ୍ତମାନ ଯେଉଁ ଲୋକ ସହିତ ରହିଛ, ସେ ତୁମ୍ଭର ସ୍ୱାମୀ ନୁହେଁ। ତୁମ୍ଭେ ମୋତେ ସତ୍ୟ କହିଲ।”
19 ସ୍ତ୍ରୀଲୋକଟି କହିଲା, “ମହାଶୟ, ମୁଁ ଜାଣିପାରୁଛି, ଆପଣ ଜଣେ ଭବିଷ୍ୟଦ୍ବକ୍ତା। 20 ଆମ୍ଭର ପିତୃପୁରୁଷମାନେ ଏହି ପର୍ବତରେ ଉପାସନା କରୁଥିଲେ। କିନ୍ତୁ ଯିହୂଦୀମାନେ କୁହନ୍ତି ଯେ ଯିରୁଶାଲମ ହେଉଛି ଉପାସନା କରିବା ନିମନ୍ତେ ଯଥାର୍ଥ ସ୍ଥାନ।”
21 ଯୀଶୁ ତାହାକୁ କହିଲେ, “ହେ ନାରୀ, ମୋତେ ବିଶ୍ୱାସ କର। ଏପରି ସମୟ ଆସୁଛି ଯେତେବେଳେ ତୁମ୍ଭେମାନେ ପରମପିତାଙ୍କର ଉପାସନା ଏ ପର୍ବତରେ କି ଯିରୁଶାଲମରେ କରିବ ନାହିଁ। 22 ତୁମ୍ଭେ ଶମିରୋଣୀୟମାନେ କିଛି ନ ଜାଣି ନ ବୁଝି ଉପାସନା କର। କିନ୍ତୁ ଆମ୍ଭେ ଯିହୂଦୀମାନେ କାହାକୁ ଉପାସନା କରୁ, ସବୁ ଜାଣୁ। ଯିହୂଦୀମାନଙ୍କଠାରୁ ପରିତ୍ରାଣ ଏ ଜଗତକୁ ଆସେ। 23 ଏପରି ସମୟ ଆସୁଛି, ଯେତେବେଳେ ପ୍ରକୃତ ଉପାସକମାନେ ପରମପିତାଙ୍କୁ ଆତ୍ମା ଓ ସତ୍ୟରେ ଉପାସନା କରିବେ। ସେହି ସମୟ ବର୍ତ୍ତମାନ ଉପସ୍ଥିତ। ସେହିଭଳି ଲୋକମାନଙ୍କୁ, ପରମପିତା ନିଜର ଉପାସକ ରୂପେ ଗ୍ରହଣ କରିବାକୁ ଗ୍ଭହାନ୍ତି। 24 ପରମେଶ୍ୱର ହିଁ ଆତ୍ମା। ତେଣୁ ପରମେଶ୍ୱରଙ୍କ ଉପାସନା କରୁଥିବା ଲୋକମାନେ ଆତ୍ମା ଓ ସତ୍ୟ ସହିତ ତାହାଙ୍କର ଉପାସନା କରିବା ଉଚିତ୍।”
25 ସେହି ସ୍ତ୍ରୀଲୋକଟି କହିଲା, “ମୁଁ ଜାଣେ ଯେ ମଶୀହ ଆସୁଛନ୍ତି।” “ଯେତେବେଳେ ମଶୀହ ଆସିବେ, ସେତେବେଳେ ସେ ଆମ୍ଭମାନଙ୍କୁ ସବୁ କଥା ବୁଝାଇ ଦେବେ।”
26 ଯୀଶୁ ତାହାକୁ କହିଲେ, “ଯେଉଁ ଲୋକ ବର୍ତ୍ତମାନ ତୁମ୍ଭ ସହିତ କଥାବାର୍ତ୍ତା କରୁଛି। ସେ ନିଜେ ମଶୀହ ଅଟେ।”
2010 by World Bible Translation Center