Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 101

ଦାଉଦଙ୍କର ଏକ ଗୀତ।

101 ମୁଁ ବିଶ୍ୱସ୍ତତା ଓ ସ୍ୱଚ୍ଛତାର ବିଷୟରେ ଗାନ କରିବି।
    ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ପ୍ରଶଂସା କରିବି।
ମୁଁ ଯତ୍ନଶୀଳ ହୋଇ ସିଦ୍ଧ ପଥରେ ଜୀବନଯାପନ କରିବି।
    ହେ ସଦାପ୍ରଭୁ, କେବେ ତୁମ୍ଭେ ମୋ’ ନିକଟକୁ ଆସିବ।
    ମୁଁ ମୋ’ ରାଜପ୍ରାସାଦରେ ଧାର୍ମିକତା ଜୀବନଯାପନ କରିବି।
ମୁଁ ମୋର ସମ୍ମୁଖରେ କୌଣସି ମୂଲ୍ୟହୀନ ମୂର୍ତ୍ତି
    ସ୍ଥାପନ କରିବି ନାହିଁ।
    ମୁଁ ଦୁଷ୍ଟମାନଙ୍କ କର୍ମକୁ ଘୃଣା କରେ।
ମୁଁ ଦୁଷ୍ଟତାଠାରୁ ଦୂରରେ ରହିବି,
    ମୁଁ ମନ୍ଦକାର୍ଯ୍ୟରୁ ଦୂରେଇ ରହିବି।
ଯେଉଁ ଲୋକ ଗୋପନରେ ଆପଣା ପଡ଼ୋଶୀର ଅପବାଦ କରେ
    ମୁଁ ତାକୁ ଧ୍ୱଂସ କରିଦେବି।
ମୁଁ ଲୋକମାନଙ୍କୁ ଗର୍ବୀ ହେବାକୁ ଦେବି ନାହିଁ।
    ସେମାନେ ଅନ୍ୟମାନଙ୍କଠାରୁ ଭଲ ବୋଲି ତାଙ୍କୁ ଚିନ୍ତା କରିବା ପାଇଁ ଦେବି ନାହିଁ।

ସମଗ୍ର ଦେଶରେ ସେହି ବିଶ୍ୱସ୍ତ ଲୋକମାନଙ୍କ ଉପରେ ଦୃଷ୍ଟି ରଖି ଭରସା କରାଯାଇପାରିବ,
    ଯାହା ଫଳରେ ସେମାନେ ମୋ’ ପାଇଁ ମୋର ରାଜପ୍ରାସାଦ କାମ କରି ପାରିବେ।
    କେବଳ ଶୁଦ୍ଧ ପଥରେ ଜୀବନଯାପନ କରୁଥିବା ଲୋକମାନେ ହିଁ ମୋର ସେବକ ହୋଇ ପାରିବେ।
ଯେଉଁମାନେ ମିଥ୍ୟା କହନ୍ତି, ସେମାନେ ମୋର ଏହି ରାଜପ୍ରାସାଦରେ ବାସ କରି ପାରିବେ ନାହିଁ।
    ମିଥ୍ୟାବାଦୀମାନଙ୍କୁ ମୋ’ ନିକଟତର ହେବା ପାଇଁ ଦେବି ନାହିଁ।
ମୁଁ ଦୁଷ୍ଟମାନଙ୍କୁ ସଦାପ୍ରଭୁଙ୍କ ସହରରୁ ତଡ଼ିଦେବି,
    ପ୍ରତ୍ୟେକ ଦିନ ମୁଁ ଅଧର୍ମାଗ୍ଭରୀ ଲୋକମାନଙ୍କୁ ବିନାଶ କରିବି।

ରାଜାବଳୀର ପ୍ରଥମ ପୁସ୍ତକ 3:16-28

ଶଲମୋନଙ୍କ ଜ୍ଞାନର ପ୍ରମାଣ

16 ଦିନେ ଦୁଇଜଣ ବେଶ୍ୟା ରାଜାଙ୍କ ନିକଟକୁ ଆସି ତାଙ୍କ ସମ୍ମୁଖରେ ଠିଆ ହେଲେ। 17 ଜଣେ ସ୍ତ୍ରୀଲୋକ କହିଲା, “ହେ ମୋର ମହାରାଜା, ଆମ୍ଭେ ଦୁଇଜଣ ଏକତ୍ର ଗୋଟିଏ ଛାତ ତଳେ ବାସ କରୁଥିଲୁ ଓ ଆମ୍ଭେ ଉଭୟେ ଗର୍ଭବତୀ ହୋଇଥିଲୁ। ସେହି ଘରେ ତା’ ସହିତ ବାସ କରୁଥିବା ବେଳେ ମୁଁ ଏକ ସନ୍ତାନ ପ୍ରସବ କଲି। 18 ମୋହର ପ୍ରସବର ତୃତୀୟ ଦିବସରେ ଏହି ସ୍ତ୍ରୀଲୋକ ମଧ୍ୟ ଏକ ସନ୍ତାନ ପ୍ରସବ କଲା। ସେହି ଘରେ ଆମ୍ଭ ଦୁହିଁଙ୍କ ବ୍ୟତୀତ ଅନ୍ୟ କୌଣସି ଲୋକ ନ ଥିଲେ। 19 ଦିନେ ରାତ୍ରିରେ ଏହି ସ୍ତ୍ରୀଲୋକ ତା’ର ପିଲା ଉପରେ ଲଦି ହୋଇ ଶୋଇ ପଡ଼ିବାରୁ ତା’ର ପିଲାଟି ମରିଗଲା। 20 ତେଣୁ ସେହି ମଧ୍ୟରାତ୍ରିରେ ମୁଁ ଶୋଇଥିଲା ବେଳେ ସେ ମୋର ସନ୍ତାନକୁ ନେଇଯାଇ ତା’ର ମୃତ ସନ୍ତାନକୁ ମୋ’ କୋଳରେ ଶୁଆଇ ଦେଲା। 21 ପରଦିନ ପ୍ରଭାତରେ ମୁଁ ଯେତେବେଳେ ମୋର ସନ୍ତାନକୁ ସ୍ତନ୍ୟପାନ କରାଇବା ପାଇଁ ଉଠିଲି, ପିଲାଟି ମୃତ ପାଇଲି। ମୁଁ ଭଲକରି ନିରୀକ୍ଷଣ କରି ଜାଣିଲି, ସେ ମୋର ସନ୍ତାନ ନୁହେଁ।”

22 କିନ୍ତୁ ଅନ୍ୟ ସ୍ତ୍ରୀଲୋକଟି କହିଲା, “ନା, ଜୀବିତ ସନ୍ତାନଟି ମୋର ପୁଅ ଓ ମୃତ ସନ୍ତାନଟି ତୁମ୍ଭର ପୁଅ।”

ମାତ୍ର ପ୍ରଥମ ସ୍ତ୍ରୀ କହିଲା, “ନା, ତୁମ୍ଭେ ଭୁଲ୍ କହୁଛ, ମୃତ ସନ୍ତାନଟି ତୁମ୍ଭର ପୁଅ ଓ ଜୀବିତ ସନ୍ତାନଟି ମୋର ପୁଅ।” ଏହିପରି ସେମାନେ ରାଜାଙ୍କ ସମ୍ମୁଖରେ ଗୁହାରି କଲେ।

23 ତତ୍ପରେ ରାଜା ଶଲୋମନ କହିଲେ, “ତୁମ୍ଭେ ଉଭୟ ଜୀବିତ ସନ୍ତାନଟିକୁ ନିଜର ଓ ମୃତ ସନ୍ତାନଟି ଅନ୍ୟର ବୋଲି କହୁଛ।” 24 ଏଣୁ ରାଜା ଶଲୋମନ ଗୋଟିଏ ‌‌ଖ‌ଡ଼୍‌ଗ ଆଣିବାକୁ ଜଣେ ଦାସକୁ ଆଦେଶ କଲେ। 25 ପୁଣି ରାଜା କହିଲେ, “ଏହି ଜୀବିତ ସନ୍ତାନଟିକୁ ଦୁଇଖଣ୍ତ କରି କାଟି ଜଣକୁ ଅଧେ ଓ ଅନ୍ୟ ଜଣକୁ ଅଧେ ଦେଇଦିଅ।”

26 ଦ୍ୱିତୀୟ ସ୍ତ୍ରୀଲୋକଟି କହିଲା, “ତାହା ଅତି ଉତ୍ତମ କଥା, ପିଲାଟିକୁ ଦୁଇଖଣ୍ତ କରିଦିଅ। ପିଲାଟି ଆମ୍ଭ ଦୁଇଜଣଙ୍କର କାହାରି ହେବ ନାହିଁ।” ମାତ୍ର ପ୍ରଥମ ସ୍ତ୍ରୀଲୋକ ଯିଏ ପିଲାଟିର ପ୍ରକୃତ ମା, ତା’ର ଅନ୍ତଃକରଣ ପିଲାଟି ପ୍ରତି ବିଳପି ଉଠିଲା। ତେଣୁ ସେ ରାଜାଙ୍କୁ କହିଲା, “ହେ ମୋର ମହାରାଜ, ଜୀବିତ ପିଲାଟିକୁ ତାକୁ ଦେଇ ଦିଅନ୍ତୁ, କିନ୍ତୁ କୌଣସି ମତେ ତାକୁ ବଧ କରନ୍ତୁ ନାହିଁ।”

27 ତା’ପରେ ରାଜା ଶଲୋମନ କହିଲେ, “ପ୍ରଥମ ସ୍ତ୍ରୀଲୋକଟି ହେଉଛି ଜୀବିତ ପିଲାର ପ୍ରକୃତ ମା, ପିଲାଟିକୁ ତାକୁ ଦିଅ।” ତାକୁ ହତ୍ୟା କର ନାହିଁ।

28 ଇସ୍ରାଏଲର ସମଗ୍ର ଲୋକେ ରାଜାଙ୍କର ନ୍ୟାୟ ବିଗ୍ଭର ଶୁଣିଲେ ଓ ତାଙ୍କୁ ଭକ୍ତି ଓ ସମ୍ମାନ କଲେ। କାରଣ ସେମାନେ ଜାଣିଲେ ରାଜାଙ୍କର ବିଗ୍ଭର କରିବା ନିମନ୍ତେ ତାଙ୍କ ହୃଦୟରେ ପରମେଶ୍ୱରଙ୍କ ଦତ୍ତ ଜ୍ଞାନ ରହିଛି।

ପ୍ରେରିତମାନଙ୍କ କାର୍ଯ୍ୟର ବିବରଣ 6:1-7

ବିଶେଷ କାର୍ଯ୍ୟ ପାଇଁ ସାତ ଜଣଙ୍କୁ ବାଛିଲେ

ଏହି ସମୟ ମଧ୍ୟରେ ଶିଷ୍ୟମାନଙ୍କ ସଂଖ୍ୟା ବଢ଼ିଗଲା। ସେତେବେଳେ ଗ୍ରୀକ୍ ଭାଷା କହୁଥିବା ଯିହୂଦୀମାନେ ଏବ୍ରୀଭାଷା କହୁଥିବା ଯିହୂଦୀମାନଙ୍କ ବିରୁଦ୍ଧରେ ଅଭିଯୋଗ କଲେ। ସେମାନଙ୍କ ବିଧବାମାନଙ୍କୁ ଉଚିତ୍ ପରିମାଣରେ ଖାଦ୍ୟ ବଣ୍ଟା ନ ଯାଉଥିବା କାରଣରୁ ଏପରି ବଚସା ହେଲା। ତେଣୁ ପ୍ରେରିତମାନେ ସମ୍ପୂର୍ଣ୍ଣ ଶିଷ୍ୟ ମଣ୍ଡଳୀକୁ ଡାକି କହିଲେ,

“ଆମ୍ଭେ ପରମେଶ୍ୱରଙ୍କର ବାକ୍ୟ ପ୍ରଗ୍ଭରରେ ଅବହେଳା କରିବା ଠିକ୍ ହେବ ନାହିଁ। ଖାଦ୍ୟ ବଣ୍ଟନରେ ସମୟ ଦେବା ଅପେକ୍ଷା ପ୍ରଗ୍ଭର କାର୍ଯ୍ୟ ଗ୍ଭଲୁ ରଖିବା ଆମ୍ଭପକ୍ଷେ ଯଥାର୍ଥ ହେବ। ଏଥିପାଇଁ ହେ ଭାଇମାନେ, ତୁମ୍ଭେମାନେ ନିଜ ଭିତରୁ ସାତ ଜଣ ପୁରୁଷଙ୍କୁ ବାଛ। ସେମାନେ ଯେପରି ଲୋକମାନଙ୍କ ଦୃଷ୍ଟିରୁ ଉତ୍ତମ, ପବିତ୍ରଆତ୍ମା ଓ ଜ୍ଞାନରେ ପୂର୍ଣ୍ଣ ହୋଇଥିବେ। ଆମ୍ଭେମାନେ ସେମାନଙ୍କୁ ଏହି କାମ କରିବା ପାଇଁ ଦେବୁ। ତେବେ ଆମ୍ଭେମାନେ ଆମ୍ଭର ସମସ୍ତ ସମୟ ଶିକ୍ଷାଦାନ ଓ ପ୍ରାର୍ଥନାରେ ଦେଇ ପାରିବୁ।”

ସେହି ଦଳର ସମସ୍ତେ ଏହି ଚିନ୍ତାଧାରାକୁ ପସନ୍ଦ କଲେ। ସେମାନେ ନିଜ ମଧ୍ୟରୁ ସ୍ତିଫାନ, ଯେ କି ପବିତ୍ରଆତ୍ମା ଓ ବିଶ୍ୱାସରେ ପରିପୂର୍ଣ୍ଣ ଥିଲେ, ଫିଲି‌ପ୍‌ପ, ପ୍ରଖର, ନୀକାନୋର, ତୀମୋନ, ପାର୍ମନା ଓ ନୀକଲାୟଙ୍କୁ (ସେ ଆନ୍ତିୟଖିଅରୁ ଆସିଥିଲେ ଓ ଯିହୂଦୀ ଧର୍ମରୁ ଧର୍ମାନ୍ତରୀତ ହୋଇଥିଲେ)। ସେମାନେ ଏହି ଲୋକମାନଙ୍କୁ ପ୍ରେରିତମାନଙ୍କ ପାଖରେ ଉପସ୍ଥିତ କରାଇଲେ। ପ୍ରେରିତମାନେ ପ୍ରାର୍ଥନା କରି ସେମାନଙ୍କ ଉପରେ ହାତ ରଖିଲେ।

ଏହିପରି ଭାବରେ ପରମେଶ୍ୱରଙ୍କର ବାକ୍ୟ ଗ୍ଭରିଆଡ଼େ ବ୍ୟାପିଗଲା। ଯିରୁଶାଲମରେ ଶିଷ୍ୟମାନଙ୍କର ସଂଖ୍ୟା ବହୁତ ବଢ଼ିଗଲା। ଏପରିକି ଯିହୂଦୀ ଯାଜକମାନଙ୍କ ମଧ୍ୟରୁ ଅନେକ ବିଶ୍ୱାସ କଲେ ଓ ପାଳନ କଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center