Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 101

ଦାଉଦଙ୍କର ଏକ ଗୀତ।

101 ମୁଁ ବିଶ୍ୱସ୍ତତା ଓ ସ୍ୱଚ୍ଛତାର ବିଷୟରେ ଗାନ କରିବି।
    ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ପ୍ରଶଂସା କରିବି।
ମୁଁ ଯତ୍ନଶୀଳ ହୋଇ ସିଦ୍ଧ ପଥରେ ଜୀବନଯାପନ କରିବି।
    ହେ ସଦାପ୍ରଭୁ, କେବେ ତୁମ୍ଭେ ମୋ’ ନିକଟକୁ ଆସିବ।
    ମୁଁ ମୋ’ ରାଜପ୍ରାସାଦରେ ଧାର୍ମିକତା ଜୀବନଯାପନ କରିବି।
ମୁଁ ମୋର ସମ୍ମୁଖରେ କୌଣସି ମୂଲ୍ୟହୀନ ମୂର୍ତ୍ତି
    ସ୍ଥାପନ କରିବି ନାହିଁ।
    ମୁଁ ଦୁଷ୍ଟମାନଙ୍କ କର୍ମକୁ ଘୃଣା କରେ।
ମୁଁ ଦୁଷ୍ଟତାଠାରୁ ଦୂରରେ ରହିବି,
    ମୁଁ ମନ୍ଦକାର୍ଯ୍ୟରୁ ଦୂରେଇ ରହିବି।
ଯେଉଁ ଲୋକ ଗୋପନରେ ଆପଣା ପଡ଼ୋଶୀର ଅପବାଦ କରେ
    ମୁଁ ତାକୁ ଧ୍ୱଂସ କରିଦେବି।
ମୁଁ ଲୋକମାନଙ୍କୁ ଗର୍ବୀ ହେବାକୁ ଦେବି ନାହିଁ।
    ସେମାନେ ଅନ୍ୟମାନଙ୍କଠାରୁ ଭଲ ବୋଲି ତାଙ୍କୁ ଚିନ୍ତା କରିବା ପାଇଁ ଦେବି ନାହିଁ।

ସମଗ୍ର ଦେଶରେ ସେହି ବିଶ୍ୱସ୍ତ ଲୋକମାନଙ୍କ ଉପରେ ଦୃଷ୍ଟି ରଖି ଭରସା କରାଯାଇପାରିବ,
    ଯାହା ଫଳରେ ସେମାନେ ମୋ’ ପାଇଁ ମୋର ରାଜପ୍ରାସାଦ କାମ କରି ପାରିବେ।
    କେବଳ ଶୁଦ୍ଧ ପଥରେ ଜୀବନଯାପନ କରୁଥିବା ଲୋକମାନେ ହିଁ ମୋର ସେବକ ହୋଇ ପାରିବେ।
ଯେଉଁମାନେ ମିଥ୍ୟା କହନ୍ତି, ସେମାନେ ମୋର ଏହି ରାଜପ୍ରାସାଦରେ ବାସ କରି ପାରିବେ ନାହିଁ।
    ମିଥ୍ୟାବାଦୀମାନଙ୍କୁ ମୋ’ ନିକଟତର ହେବା ପାଇଁ ଦେବି ନାହିଁ।
ମୁଁ ଦୁଷ୍ଟମାନଙ୍କୁ ସଦାପ୍ରଭୁଙ୍କ ସହରରୁ ତଡ଼ିଦେବି,
    ପ୍ରତ୍ୟେକ ଦିନ ମୁଁ ଅଧର୍ମାଗ୍ଭରୀ ଲୋକମାନଙ୍କୁ ବିନାଶ କରିବି।

ରାଜାବଳୀର ପ୍ରଥମ ପୁସ୍ତକ 7:1-12

ଶଲୋମନଙ୍କର ପ୍ରାସାଦ

ଅନନ୍ତର ରାଜା ଶଲୋମନ ତାଙ୍କ ନିଜ ପାଇଁ ଏକ ପ୍ରାସାଦ ନିର୍ମାଣ କଲେ ଯାହାକି ସମାପ୍ତ କରିବାକୁ ତାଙ୍କୁ ତେର ବର୍ଷ ଲାଗିଥିଲା। ସେ ମଧ୍ୟ ଏକ ଗୃହ ନିର୍ମାଣ କଲେ ତାହା “ଲିବାନୋ‌ନ୍‌ର ଅରଣ୍ୟ-ଗୃହ” ନାମରେ ନାମିତ ହେଲା। ଏହାର ଦୈର୍ଘ୍ୟ ଶହେ ହାତ, ପ୍ରସ୍ଥ ପଗ୍ଭଶ୍ ହାତ ଓ ଉଚ୍ଚତା ତିରିଶ୍ ହାତ ଥିଲା। ଏହାର ଗ୍ଭରିଧାଡ଼ି ଏରସ କାଠର ସ୍ତମ୍ଭ ଉପରେ ଏରସ କାଠର କଡ଼ି ଦେଇ ତାହା ନିର୍ମାଣ କଲେ। ଏହି ସ୍ତମ୍ଭମାନଙ୍କର ଉପରିସ୍ଥ ପଞ୍ଚଗ୍ଭଳିଶ କଡ଼ି ଉପରେ ଏରସ କାଠର ଛାତ କଲେ, ପ୍ରତି ଧାଡ଼ିରେ ପନ୍ଦରଟି ଲେଖାଏଁ କଡ଼ି ଥିଲା। ପ୍ରତ୍ୟେକ ପାର୍ଶ୍ୱ କାନ୍ଥରେ ତିନି ଧାଡ଼ି ଝରକା ଥିଲା ଓ ପରସ୍ପର ସେଗୁଡ଼ିକ ସମ୍ମୁଖାସମ୍ମୁଖୀ ଥିଲେ। ପ୍ରତ୍ୟେକର ଶେଷରେ ତିନୋଟି କବାଟ ଥିଲା। ସବୁ କବାଟ ଖୋଲା ଥିଲା ଓ ତା’ର ଦ୍ୱାରବନ୍ଧ ବର୍ଗାକାର ଥିଲା।

ଆହୁରି ମଧ୍ୟ ସେ “ସ୍ତମ୍ଭ ସଦୃଶ ବାରଣ୍ତା” କଲେ। ଏହା ପଗ୍ଭଶ୍ ହାତ ଦୀର୍ଘ, ତିରିଶ୍ ହାତ ଚଉଡ଼ା ଥିଲା ଓ ବାରଣ୍ତାର ସମ୍ମୁଖରେ ଏକ ସ୍ତମ୍ଭରେ ଭରାଦିଆ ଯାଇଥିବା ପରଦା ଥିଲା।

ସେ ମଧ୍ୟ ବିଗ୍ଭର ପାଇଁ ଏକ ସିଂହାସନ ନିର୍ମାଣ କଲେ ଓ ଏହାକୁ “ନିୟମର ପ୍ରଶସ୍ତ ଗୃହ” କହିଲେ। ସେହି କୋଠରୀ ଚଟାଣଠାରୁ ଛାତ ପର୍ଯ୍ୟନ୍ତ ଏରସ କାଠର ପଟାରେ ଆଚ୍ଛାଦିତ ଥିଲା।

ରାଜା ଶଲୋମନଙ୍କର ବିଗ୍ଭର ଗୃହର ଅଗଣା ଉପରେ ଅବସ୍ଥିତ ଥିଲା। ଏହା ନିୟମ ପ୍ରଶସ୍ତଗୃହ ସଦୃଶ ନିର୍ମିତ ହେଲା। ସେ ମଧ୍ୟ ନିଜର ଭାର୍ଯ୍ୟା, ଫାରୋର କନ୍ୟା ନିମନ୍ତେ ସେହି ନିୟମ ପ୍ରଶସ୍ତଗୃହ ପରି ଏକ ଗୃହ ନିର୍ମାଣ କଲେ।

ଏହିସବୁ ଅଟାଳିକାଗୁଡ଼ିକ ମୂଲ୍ୟବାନ୍ ପଥରରେ ନିର୍ମିତ ହେଲା। ଏହିସବୁ ପଥରଗୁଡ଼ିକ ନିର୍ଦ୍ଧିଷ୍ଟ ଆକାର ଅନୁସାରେ କରତରେ କଟାଗଲା। ସେଗୁଡ଼ିକର ଆଗପଛ କଟାଗଲା। ଏହି ପଥରଗୁଡ଼ିକ ମୂଳଦୁଆରୁ କାନ୍ଥର ଶୀର୍ଷାଂଶ ପର୍ଯ୍ୟନ୍ତ ବ୍ୟବହାର ହେଲା। ପ୍ରାଙ୍ଗଣ ମଧ୍ୟ ବହୁମୂଲ୍ୟ ପ୍ରସ୍ତରରେ ତିଆରି ହେଲା। 10 ପ୍ରଣି ଭିତ୍ତିମୂଳ ବୃହତ୍ ଓ ମୂଲ୍ୟବାନ୍ ପଥରରେ ନିର୍ମିତ ହେଲା। କେତେକ ପ୍ରସ୍ତର ଦଶ ହାତ ଓ କେତେକ ଆଠ ହାତ ଦୈର୍ଘ୍ୟ ବିଶିଷ୍ଟ ଥିଲା। 11 ସେହି ପ୍ରସ୍ତରର ଅଗ୍ରଭାଗରେ ବହୁମୂଲ୍ୟ ଖୋଦିତ ପ୍ରସ୍ତର ଓ ଏରସ କାଠର କଡ଼ି ଥିଲା। 12 ପ୍ରାସାଦ ଅଗଣାର, ମନ୍ଦିର ଅଗଣାର ଓ ନାଟ ମନ୍ଦିର ଚତୁର୍ପାର୍ଶ୍ୱରେ କାନ୍ଥ ଥିଲା। ସେହି କାନ୍ଥଗୁଡ଼ିକ ତିନିଧାଡ଼ି ପ୍ରସ୍ତର ଓ ଏକଧାଡ଼ି ଏରସ କଡ଼ି କାଠରେ ନିର୍ମିତ ହୋଇଥିଲା।

ପ୍ରେରିତମାନଙ୍କ କାର୍ଯ୍ୟର ବିବରଣ 7:9-16

“ସେହି ପୂର୍ବପୁରୁଷମାନେ ଯୋଷେଫଙ୍କର ପ୍ରତି ଈର୍ଷା କରି ତାହାଙ୍କୁ ମିଶର ଦେଶର ଜଣେ ଦାସ ଭାବରେ ବିକ୍ରୀ କରିଦେଲେ। କିନ୍ତୁ ପରମେଶ୍ୱର ଯୋଷେଫଙ୍କ ସହିତ ଥିଲେ। 10 ସେ ତାହାଙ୍କୁ ସବୁ ଅସୁବିଧାରୁ ରକ୍ଷା କଲେ। ସେ ତାହାଙ୍କୁ ଜ୍ଞାନ ଦେଲେ, ଓ ମିଶର ଦେଶର ରାଜା ଫାରୋଙ୍କର ଅନୁଗ୍ରହ ପାଇବା ପାଇଁ ସକ୍ଷମ କରାଇଲେ। ସେ ତାହାଙ୍କୁ ମିଶର ଦେଶର ଶାସକ ଓ ସମସ୍ତ ରାଜକୀୟ ସମ୍ପତ୍ତିର ଶାସନକର୍ତ୍ତା କରିଦେଲେ। 11 ସେ ସମୟରେ ସମଗ୍ର ମିଶର ଓ କିଣାନ ଦେଶରେ ଦୁର୍ଭିକ୍ଷ ପଡ଼ିବାରୁ ଲୋକେ ବହୁତ କଷ୍ଟରେ ପଡ଼ିଲେ। ଆମ୍ଭର ପୂର୍ବପୁରୁଷମାନେ ଖାଇବାକୁ କିଛି ପାଇଲେ ନାହିଁ।

12 “ମିଶରରେ ଶସ୍ୟଥିବା ଖବର ଶୁଣି ଯାକୁବ ପ୍ରଥମେ ଆମ୍ଭ ପୂର୍ବପୁରୁଷମାନଙ୍କୁ ସେଠାକୁ ପଠାଇଲେ। 13 ସେମାନଙ୍କର ଦ୍ୱିତୀୟ ଥର ଯିବା ସମୟରେ ଯୋଷେଫ ନିଜ ଭାଇମାନଙ୍କ ପାଖରେ ପରିଚିତ ହେଲେ ଓ ଫାରୋ ଯୋଷେଫଙ୍କ ପରିବାର ବିଷୟରେ ଜାଣିଲେ। 14 ତେଣୁ ଯୋଷେଫ ତାହାଙ୍କ ଭାଇମାନଙ୍କୁ ପଠାଇ ନିଜ ପିତା ଯାକୁବ ଓ ସମସ୍ତ ସମ୍ପର୍କୀୟଙ୍କୁ ନିଜ ପାଖକୁ ଡକେଇ ଆଣିଲେ। ସେମାନେ ସମୁଦାୟ ସତୁରି ଜଣ ଥିଲେ। 15 ତା’ପରେ ଯାକୁବ ମିଶର ଦେଶକୁ ଗଲେ। ସେଠାରେ ସେ ନିଜେ ଓ ଆମ୍ଭର ପୂର୍ବପୁରୁଷମାନେ ମୃତ୍ୟୁ ବରଣ କଲେ। 16 ସେମାନଙ୍କୁ ଶିଖିମକୁ ନିଆଯାଇ କବର ଦିଆଗଲା। ଶିଖିମର ଏହି କବର ସ୍ଥାନକୁ ଅବ୍ରହାମ ହମୋରର ପୁତ୍ରମାନଙ୍କ ପାଖରୁ କିଛି ରୂପାଟଙ୍କା ଦେଇ କିଣିଥିଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center