Revised Common Lectionary (Semicontinuous)
ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍ ସ୍ୱରରେ କୋରହ ସନ୍ତାନଗଣର ଗୀତ।
84 ହେ ସର୍ବଶକ୍ତିମାନ୍ ସଦାପ୍ରଭୁ ତୁମ୍ଭର ପବିତ୍ର ତମ୍ବୁ [a] ବାସ୍ତବରେ ସୁନ୍ଦର ଅଟେ।
2 ହେ ସଦାପ୍ରଭୁ, ମୁଁ ଅନ୍ୟ କିଛି ଅପେକ୍ଷା,
ତୁମ୍ଭ ମନ୍ଦିରର ଅଗଣାରେ ପ୍ରବେଶ କରିବାକୁ ଅଧିକ ଗ୍ଭହେଁ।
ମୋର ହୃଦୟ ଓ ଶରୀର ଆନନ୍ଦର ସହିତ ଜୀବନ୍ତ ପରମେଶ୍ୱରଙ୍କ ଦର୍ଶନ ନିମନ୍ତେ ବ୍ୟାକୁଳ।
3 ହେ ସୈନ୍ୟାଧିପତି ସଦାପ୍ରଭୁ, ମୋର ରାଜା, ମୋର ପରମେଶ୍ୱର,
ଏପରିକି ପକ୍ଷୀମାନେ ନିଜ ପାଇଁ ଏକ ଗୃହ
ଏବଂ ପକ୍ଷୀମାନେ ଛୁଆ ରଖିବା ପାଇଁ
ତୁମ୍ଭର ଯଜ୍ଞବେଦି ପାଖରେ ଏକ ବସା ପାଇଛନ୍ତି।
4 ଯେଉଁ ଲୋକମାନେ ତୁମ୍ଭ ପବିତ୍ର ମନ୍ଦିରରେ ବାସ କରନ୍ତି ସେମାନେ ଧନ୍ୟ,
ସେମାନେ ସର୍ବଦା ତୁମ୍ଭର ପ୍ରଶଂସା କରୁଥିବେ।
5 ସେହି ଲୋକମାନେ କେତେ ଭାଗ୍ୟବାନ୍ ଯେଉଁମାନଙ୍କର ଶକ୍ତି ତୁମ୍ଭଠାରୁ ଆସେ।
ଏବଂ ଯେଉଁମାନେ ତୁମ୍ଭ ମନ୍ଦିରରେ ଭ୍ରମଣ ଚିନ୍ତା କରନ୍ତି।
6 ସେମାନେ କ୍ରନ୍ଦନ ଉପତ୍ୟକା ଦେଇ ଯାଆନ୍ତି,
ଯେଉଁଠି ଏକ ଝରଣା ସୃଷ୍ଟି ହୋଇଛି।
ଶରତ ଋତୁରେ ବର୍ଷାପାଣି ପୁଷ୍କରିଣୀ ସୃଷ୍ଟି କରେ।
7 ସେମାନେ ପ୍ରତ୍ୟେକ ସିୟୋନରେ ପରମେଶ୍ୱରଙ୍କ ଆଗରେ ଉପସ୍ଥିତ ହେବା ପର୍ଯ୍ୟନ୍ତ
ଲୋକମାନେ ସହରରୁ ସହରକୁ [b] ଭ୍ରମଣ କରନ୍ତି।
8 ସର୍ବଶକ୍ତିମାନ ସଦାପ୍ରଭୁ ପରମେଶ୍ୱର, ମୋର ପ୍ରାର୍ଥନା ଗ୍ରହଣ କର।
ହେ ଯାକୁବର ପରମେଶ୍ୱର, ମୋର କଥା ଶ୍ରବଣ କର।
9 ହେ ପରମେଶ୍ୱର, ଆମ୍ଭର ଢାଲ ସ୍ୱରୂପ ଦୃଷ୍ଟିପାତ କର
ଓ ତୁମ୍ଭର ଅଭିଷିକ୍ତ ରାଜାଙ୍କୁ ଦୟାକର।
10 ଅନ୍ୟସ୍ଥାନରେ ଏକ ହଜାର ଦିନଠାରୁ
ତୁମ୍ଭ ମନ୍ଦିରରେ ଏକଦିନ ବହୁତ ଭଲ।
ଦୁଷ୍ଟ ଲୋକମାନଙ୍କ ଗୃହରେ ବାସ କରିବା ଅପେକ୍ଷା
ପରମେଶ୍ୱରଙ୍କ ମନ୍ଦିର ସମ୍ମୁଖରେ ଛିଡ଼ା ହେବା ଭଲ।
11 ସୂର୍ଯ୍ୟ ଯେପରି ତା’ର ଆଲୋକର କିରଣ ତଳକୁ ପଠାଇବା ପରି
ସଦାପ୍ରଭୁ ଆମ୍ଭକୁ କରୁଣା ଓ ଦୟା ପ୍ରଦାନ କରନ୍ତି।
ସେ ଆମ୍ଭର ଢାଲ ଅଟନ୍ତି, କିନ୍ତୁ ଯେଉଁମାନେ ଠିକ୍ କାର୍ଯ୍ୟ କରନ୍ତି
ସେମାନଙ୍କ ପାଖକୁ ଆସୁଥିବା ଉତ୍ତମ ଜିନିଷଗୁଡ଼ିକୁ ସେ ଅଟକାନ୍ତି ନାହିଁ।
12 ହେ ସର୍ବଶକ୍ତିମାନ ସଦାପ୍ରଭୁ,
ଯେଉଁ ଲୋକମାନେ ତୁମ୍ଭକୁ ବିଶ୍ୱାସ କରନ୍ତି ସେମାନେ କେତେ ଭାଗ୍ୟବାନ୍।
20 ଇସ୍ରାଏଲ ଓ ଯିହୁଦାରେ ବହୁ ଲୋକ ଥିଲେ। ସେମାନେ ସମୁଦ୍ର ତୀରସ୍ଥ ବାଲୁକା ସଦୃଶ ଅସଂଖ୍ୟ ଥିଲେ। ମାତ୍ର ସେମାନେ ଯଥେଷ୍ଟ ଖାଦ୍ୟ ପାନୀୟ ସହିତ ସୁଖରେ କାଳାତିପାତ କରୁଥିଲେ।
21 ଶଲୋମନ ଫରାତ୍ ନଦୀଠାରୁ ପଲେଷ୍ଟୀୟମାନଙ୍କ ଦେଶ ଓ ମିଶର ସୀମା ପର୍ଯ୍ୟନ୍ତ ସମସ୍ତ ରାଜ୍ୟ ଉପରେ ଶାସନ କଲେ। ଏହି ଦେଶଗୁଡ଼ିକ ଶଲୋମନଙ୍କୁ ଉପହାର ଓ ସମ୍ମାନ ପଠାଇଲେ ଏବଂ ଜୀବନସାରା ତାଙ୍କର ପ୍ରଜା ହୋଇ ରହିଲେ।
22-23 ଶଲୋମନ ତାଙ୍କ ପାଇଁ ଓ ତାଙ୍କ ସହିତ ଯେଉଁମାନେ ମେଜରେ ଖାଉଥିଲେ ସେମାନଙ୍କ ପାଇଁ ଏହି ପରିମାଣର ଖାଦ୍ୟଦ୍ରବ୍ୟ ଦରକାର କରୁଥିଲେ: 30 ମହଣ ସରୁ ମଇଦା, 60 ମହଣ ସୁଜୀ, 10 ଗୋଟି ପୁଷ୍ଟ ଗୋରୁ, 20 ଗୋଟି ଗୋରୁ ଚରାସ୍ଥାନରୁ, 100 ମେଷ, ଏହାଛଡ଼ା ଅନେକ ହରିଣ, କୃଷ୍ଣସାର, ବନ ଗୋରୁ ଓ ପୁଷ୍ଟ ପକ୍ଷୀ ଥିଲେ।
24 ଶଲୋମନ ତିପ୍ସହଠାରୁ ଘସା ପର୍ଯ୍ୟନ୍ତ ଫରାତ୍ ନଦୀର ପଶ୍ଚିମ ପାରିସ୍ଥିତ ସମସ୍ତ ଦେଶଗୁଡ଼ିକ ଉପରେ ଶାସନ କଲେ। ତାଙ୍କ ରାଜ୍ୟର ଚତୁର୍ଦ୍ଦିଗର ସୀମାରେ ଶାନ୍ତି ଥିଲା। 25 ଶଲୋମନଙ୍କ ରାଜତ୍ୱ କାଳରେ ଦାନ୍ଠାରୁ ବେର୍ଶେବା ପର୍ଯ୍ୟନ୍ତ ଯିହୁଦା ଓ ଇସ୍ରାଏଲର ସମସ୍ତ ଲୋକ ନିଜ ନିଜ ଦ୍ରାକ୍ଷାଲତା ଓ ଡିମ୍ବିରି ବୃକ୍ଷମୂଳରେ ନିରାପଦରେ ଅବସ୍ଥାନ କରୁଥିଲେ।
26 ଶଲୋମନଙ୍କର ରଥଗୁଡ଼ିକ ନିମନ୍ତେ 4000 [a] ଅଶ୍ୱଶାଳା ଓ 12,000 ଅଶ୍ୱାରୋହୀ ଥିଲେ। 27 ପ୍ରତି ମାସ ସେହି ବାର ଜଣ ରାଜ୍ୟପାଳମାନଙ୍କ ମଧ୍ୟରୁ ଜଣେ ଶଲୋମନ ରାଜା ଦ୍ୱାରା ନିଯୁକ୍ତି ହେଲେ। ରାଜାଙ୍କର ସେହିମାନଙ୍କ ପାଇଁ ଯେଉଁମାନେ ଖାଇବା ଟେବୁଲ୍ରେ ଅଂଶ ନେଲେ, ସେମାନଙ୍କ ପାଇଁ ଖାଦ୍ୟଦ୍ରବ୍ୟ ଯୋଗାଇଲେ। ସେମାନେ କିଛି ଊଣା ନ କରି ନିର୍ଦ୍ଧିଷ୍ଟ ମାସ ପାଇଁ ଖାଦ୍ୟ ଯୋଗାଇଲେ। 28 ସେହି ଶାସକଗଣ ସେମାନଙ୍କର କର୍ତ୍ତବ୍ୟ ଅନୁସାରେ ଦ୍ରୁତଗାମୀ ଅଶ୍ୱଗୁଡ଼ିକୁ ବାର୍ଲି ଓ କୁଟା ଯୋଗାଇଲେ। ଆଉ ମଧ୍ୟ ସେମାନଙ୍କ ମଧ୍ୟରୁ ପ୍ରତ୍ୟେକ ନିଜ ନିଜ ନିରୂପିତ କର୍ମାନୁସାରେ ଅଶ୍ୱ ଦ୍ରୁତଗାମୀ ବାହନଗୁଡ଼ିକ ପାଇଁ ଅଧ୍ୟକ୍ଷମାନଙ୍କ ଥିବା ସ୍ଥାନକୁ ଆଣିଲେ।
ପ୍ରଭୁଙ୍କ ଆଗମନ ପାଇଁ ପ୍ରସ୍ତୁତ ରୁହ
5 ଭାଇ ଓ ଭଉଣୀମାନେ! ସମୟଗୁଡ଼ିକ ଓ ତାରିଖଗୁଡ଼ିକ ବିଷୟରେ ଏବେ କିଛି ଲେଖିବାର ଆବଶ୍ୟକତା ନାହିଁ। 2 କାରଣ ଏହା ତୁମ୍ଭେ ଭଲ ଭାବେ ଜାଣ ଯେ, ଜଣେ ଗ୍ଭେର ରାତିରେ ଆସିବା ଭଳି, ପ୍ରଭୁଙ୍କର ପୁନରାଗମନ ଦିନଟି ଆଶ୍ଚର୍ଯ୍ୟଜନକ ହେବ। 3 ଲୋକେ କହିବେ: “ଆମ୍ଭେ ଶାନ୍ତି ପାଇଛୁ ଓ ସୁରକ୍ଷିତ ଅଛୁ।” ସେହି ସମୟରେ ଗର୍ଭବତୀ ସ୍ତ୍ରୀର ପ୍ରସବ-ବେଦନା ହେଲା ଭଳି, ହଠାତ୍ ତାହାଙ୍କ ପାଇଁ ବିନାଶ ଆସିବ ଓ ସେମାନେ ରକ୍ଷା ପାଇ ପାରିବେ ନାହିଁ।
4 କିନ୍ତୁ ତୁମ୍ଭ ଭାଇ ଓ ଭଉଣୀମାନଙ୍କ ପାଇଁ ସେହି ଦିନଟି ଗ୍ଭେର ଆସିବା ଭଳି ଆଶ୍ଚର୍ଯ୍ୟର କଥା ହେବ ନାହିଁ, କାରଣ ତୁମ୍ଭେମାନେ ଅନ୍ଧକାରରେ ବାସ କରୁ ନାହଁ। 5 ତୁମ୍ଭେ ସମସ୍ତେ ହେଉଛ ଆଲୋକର ସନ୍ତାନ ଓ ଦିନର ସନ୍ତାନ। ଆମ୍ଭେମାନେ ରାତ୍ରିରେ କିମ୍ବା ଅନ୍ଧକାରରେ ନାହୁଁ। 6 ଅତଏବ ଆମ୍ଭେମାନେ ଅନ୍ୟ ଲୋକମାନଙ୍କ ଭଳି ଶୋଇ ରହିବା ଉଚିତ୍ ନୁହେଁ। ଆମ୍ଭେ ଜାଗ୍ରତ ରହିବା ଦରକାର। ନିଜ ଉପରେ ଆମ୍ଭର ସଂଯମ ଥିବା ଆବଶ୍ୟକ। 7 ଯେଉଁ ଲୋକମାନେ ଶୁଅନ୍ତି, ସେମାନେ ରାତିରେ ଶୁଅନ୍ତି। ଯେଉଁମାନେ ମାତାଲ ହୁଅନ୍ତି, ସେମାନେ ରାତିରେ ମାତାଲ ହୁଅନ୍ତି। 8 କିନ୍ତୁ ଆମ୍ଭେ ଦିନର ହୋଇଥିବାରୁ ନିଜକୁ ସଂଯମ କରିବା ଆବଶ୍ୟକ। ବିଶ୍ୱାସ ଓ ପ୍ରେମର ସାଞ୍ଜୁ ପିନ୍ଧିବା ଓ ପରିତ୍ରାଣର ଭରସାକୁ ଶିରସ୍ତ୍ରାଣ ରୂପେ ପରିଧାନ କରିବା ଦରକାର।
9 ଯେହେତୁ ପରମେଶ୍ୱର ଆମ୍ଭକୁ ତାହାଙ୍କ କ୍ରୋଧର ବିଷୟ ହେବା ପାଇଁ ବାଛି ନାହାନ୍ତି। ବରଂ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ୟମରେ ମୁକ୍ତି ପାଇବା ପାଇଁ ପରମେଶ୍ୱର ଆମ୍ଭକୁ ବାଛିଛନ୍ତି। 10 ଆମ୍ଭେ ଯୀଶୁ ଖ୍ରୀଷ୍ଟଙ୍କ ସହିତ ରହି ପାରିବା ବୋଲି, ସେ ଆମ୍ଭ ପାଇଁ ମଲେ। ଯେତେବେଳେ ଯୀଶୁ ଆସିବେ, ସେହି ସମୟରେ ଆମ୍ଭେ ଜୀବିତ ରହିବା କି ମରିଯାଇଥିବା, ତାହା ମହତ୍ତ୍ୱପୂର୍ଣ୍ଣ ନୁହେଁ। 11 ଅତଏବ ପରସ୍ପରକୁ ସାନ୍ତ୍ୱନା ଦିଅ, ଜଣେ ଅନ୍ୟ ଜଣକୁ ଆଧ୍ୟାତ୍ମିକ ଭାବରେ ଗଢ଼ ଏବଂ ପରସ୍ପରଠାରେ ନିଷ୍ଠା ଜନ୍ମାଅ। ତୁମ୍ଭେ ଏବେ ମଧ୍ୟ ସେଇଆ କରୁଛ।
2010 by World Bible Translation Center