Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 84

ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍ ସ୍ୱରରେ କୋରହ ସନ୍ତାନଗଣର ଗୀତ।

84 ହେ ସର୍ବଶକ୍ତିମାନ୍ ସଦାପ୍ରଭୁ ତୁମ୍ଭର ପବିତ୍ର ତମ୍ବୁ [a] ବାସ୍ତବରେ ସୁନ୍ଦର ଅଟେ।
ହେ ସଦାପ୍ରଭୁ, ମୁଁ ଅନ୍ୟ କିଛି ଅପେକ୍ଷା,
    ତୁମ୍ଭ ମନ୍ଦିରର ଅଗଣାରେ ପ୍ରବେଶ କରିବାକୁ ଅଧିକ ଗ୍ଭହେଁ।
ମୋର ହୃଦୟ ଓ ଶରୀର ଆନନ୍ଦର ସହିତ ଜୀବନ୍ତ ପରମେଶ୍ୱରଙ୍କ ଦର୍ଶନ ନିମନ୍ତେ ବ୍ୟାକୁଳ।
ହେ ସୈନ୍ୟାଧିପତି ସଦାପ୍ରଭୁ, ମୋର ରାଜା, ମୋର ପରମେଶ୍ୱର,
    ଏପରିକି ପକ୍ଷୀମାନେ ନିଜ ପାଇଁ ଏକ ଗୃହ
ଏବଂ ପକ୍ଷୀମାନେ ଛୁଆ ରଖିବା ପାଇଁ
    ତୁମ୍ଭର ଯଜ୍ଞବେଦି ପାଖରେ ଏକ ବସା ପାଇଛନ୍ତି।
ଯେଉଁ ଲୋକମାନେ ତୁମ୍ଭ ପବିତ୍ର ମନ୍ଦିରରେ ବାସ କରନ୍ତି ସେମାନେ ଧନ୍ୟ,
    ସେମାନେ ସର୍ବଦା ତୁମ୍ଭର ପ୍ରଶଂସା କରୁଥିବେ।

ସେହି ଲୋକମାନେ କେତେ ଭାଗ୍ୟବାନ୍ ଯେଉଁମାନଙ୍କର ଶକ୍ତି ତୁମ୍ଭଠାରୁ ଆସେ।
    ଏବଂ ଯେଉଁମାନେ ତୁମ୍ଭ ମନ୍ଦିରରେ ଭ୍ରମଣ ଚିନ୍ତା କରନ୍ତି।
ସେମାନେ କ୍ରନ୍ଦନ ଉପତ୍ୟକା ଦେଇ ଯାଆନ୍ତି,
    ଯେଉଁଠି ଏକ ଝରଣା ସୃଷ୍ଟି ହୋଇଛି।
    ଶରତ ଋତୁରେ ବର୍ଷାପାଣି ପୁଷ୍କରିଣୀ ସୃଷ୍ଟି କରେ।
ସେମାନେ ପ୍ରତ୍ୟେକ ସିୟୋନରେ ପରମେଶ୍ୱରଙ୍କ ଆଗରେ ଉପସ୍ଥିତ ହେବା ପର୍ଯ୍ୟନ୍ତ
    ଲୋକମାନେ ସହରରୁ ସହରକୁ [b] ଭ୍ରମଣ କରନ୍ତି।

ସର୍ବଶକ୍ତିମାନ ସଦାପ୍ରଭୁ ପରମେଶ୍ୱର, ମୋର ପ୍ରାର୍ଥନା ଗ୍ରହଣ କର।
    ହେ ଯାକୁବର ପରମେଶ୍ୱର, ମୋର କଥା ଶ୍ରବଣ କର।

ହେ ପରମେଶ୍ୱର, ଆମ୍ଭର ଢାଲ ସ୍ୱରୂପ ଦୃଷ୍ଟିପାତ କର
    ଓ ତୁମ୍ଭର ଅଭିଷିକ୍ତ ରାଜାଙ୍କୁ ଦୟାକର।
10 ଅନ୍ୟସ୍ଥାନରେ ଏକ ହଜାର ଦିନଠାରୁ
    ତୁମ୍ଭ ମନ୍ଦିରରେ ଏକଦିନ ବହୁତ ଭଲ।
ଦୁଷ୍ଟ ଲୋକମାନଙ୍କ ଗୃହରେ ବାସ କରିବା ଅପେକ୍ଷା
    ପରମେଶ୍ୱରଙ୍କ ମନ୍ଦିର ସମ୍ମୁଖରେ ଛିଡ଼ା ହେବା ଭଲ।
11 ସୂର୍ଯ୍ୟ ଯେପରି ତା’ର ଆଲୋକର କିରଣ ତଳକୁ ପଠାଇବା ପରି
    ସଦାପ୍ରଭୁ ଆମ୍ଭକୁ କରୁଣା ଓ ଦୟା ପ୍ରଦାନ କରନ୍ତି।
ସେ ଆମ୍ଭର ଢାଲ ଅଟନ୍ତି, କିନ୍ତୁ ଯେଉଁମାନେ ଠିକ୍ କାର୍ଯ୍ୟ କରନ୍ତି
    ସେମାନଙ୍କ ପାଖକୁ ଆସୁଥିବା ଉତ୍ତମ ଜିନିଷଗୁଡ଼ିକୁ ସେ ଅଟକାନ୍ତି ନାହିଁ।
12 ହେ ସର୍ବଶକ୍ତିମାନ ସଦାପ୍ରଭୁ,
    ଯେଉଁ ଲୋକମାନେ ତୁମ୍ଭକୁ ବିଶ୍ୱାସ କରନ୍ତି ସେମାନେ କେତେ ଭାଗ୍ୟବାନ୍।

ରାଜାବଳୀର ପ୍ରଥମ ପୁସ୍ତକ 4:29-34

ଶଲୋମନଙ୍କର ଜ୍ଞାନ

29 ପରମେଶ୍ୱର ଶଲୋମନଙ୍କୁ ଅତିଶୟ ଜ୍ଞାନୀ ଓ ବୁଦ୍ଧିମାନ କଲେ। ତାଙ୍କର ଜ୍ଞାନ ଅନ୍ତଦୃଷ୍ଟି ଓ ମହତ ବୁଝାମଣା ସମୁଦ୍ରବାଲୁକା ସଦୃଶ ଅକଳନ ହେଲା। 30 ପୂର୍ବ ଦେଶୀୟ ଓ ମିଶରୀୟ ଲୋକମାନଙ୍କ ଜ୍ଞାନ ଅପେକ୍ଷା ଶଲୋମନଙ୍କର ଜ୍ଞାନ ଅଧିକ ଥିଲା। 31 ସେ ପୃଥିବୀର ସମସ୍ତ ଲୋକଙ୍କଠାରୁ ଅଧିକ ଜ୍ଞାନୀ ହେଲେ। ସେ ଇଶ୍ରାୟୀୟ ଏଥନ୍ ଓ ମାହୋଲର ପୁତ୍ର ହେମନ୍ ଓ କ‌ଲ୍‌‌‌କୋଲ ଓ ଦର୍ଦା, ଏମାନଙ୍କଠାରୁ ଅଧିକ ଜ୍ଞାନୀ ଥିଲେ। ତାଙ୍କର ଯଶ ସମସ୍ତ ଦେଶର ଗ୍ଭରିଆଡ଼େ ବ୍ୟାପିଗଲା। 32 ତାଙ୍କ ଜୀବନ କାଳ ମଧ୍ୟରେ ସେ 3000 ନୀତିକଥା ଓ 1005 ଗୀତ ରଚନା କଲେ।

33 ସେ ପ୍ରକୃତି ସମ୍ବନ୍ଧରେ ମଧ୍ୟ ବହୁକଥା ଜାଣିଲେ। ସେ ଲିବାନୋ‌ନ୍‌ର ଏରସ ବୃକ୍ଷ ବିଷୟରେ ଓ ପ୍ରାଚୀରରେ ଜନ୍ମିଥିବା ଏସୋବ ତୃଣ ବିଷୟରେ ଶିକ୍ଷା ଦେଲେ। ସେ ପଶୁ, ପକ୍ଷୀ, ଉରୋଗାମୀ ପ୍ରାଣୀ ଓ ମତ୍ସ୍ୟମାନଙ୍କର ବିଷୟରେ ଶିକ୍ଷା ଦେଲେ। 34 ସମଗ୍ର ପୃଥିବୀସ୍ଥ ଲୋକମାନେ ରାଜା ଶଲୋମନଙ୍କର ଜ୍ଞାନ ବିଷୟ ଶୁଣିଲେ। ସମସ୍ତ ଦେଶର ରାଜାଗଣ ଯେଉଁମାନେ ରାଜା ଶଲୋମନଙ୍କ ଜ୍ଞାନ ବିଷୟରେ ଶୁଣିଲେ, ସେମାନଙ୍କର ଜ୍ଞାନୀ ଲୋକମାନଙ୍କୁ ତାଙ୍କ ନିକଟକୁ ପଠାଇଲେ। ସେମାନଙ୍କ ନିକଟରୁ ସର୍ବଦେଶୀୟ ଲୋକେ ତାଙ୍କର ଜ୍ଞାନ କଥା ଶୁଣିବାକୁ ଆସିଲେ।

ରୋମୀୟଙ୍କ ପ୍ରତି ପତ୍ର 13:11-14

11 ମୁଁ ଏହି ସମସ୍ତ କଥା କହୁଛି, କାରଣ ଆମ୍ଭର ଏହି ସମୟଟି ଅତି ମହତ୍ତ୍ୱପୂର୍ଣ୍ଣ। ନିଦ୍ରାରୁ ଜାଗ୍ରତ ହେବାର ସମୟ ଉପସ୍ଥିତ ହୋଇଅଛି। ଆରମ୍ଭ କାଳରେ ବିଶ୍ୱାସ କରିବା ତୁଳନାରେ ଏବେ ଆମ୍ଭେ ଉଦ୍ଧାର ପାଇବା ସମୟର ନିକଟତର ହୋଇଛୁ। 12 ‘ରାତି’ ପ୍ରାୟ କଟି ଗଲାଣି। ‘ଦିନ’ ପ୍ରାୟ ଏହିଠାରେ। ଅତଏବ ଅନ୍ଧକାରରେ କରୁଥିବା ପାପ କାମ ଆମ୍ଭେ ବନ୍ଦ କରିବା ଉଚିତ୍। ଆମ୍ଭେ ପ୍ରକାଶରେ ହେଉଥିବା ଭଲ କାମ କରିବା ପାଇଁ ପ୍ରସ୍ତୁତ ରହିବା ଉଚିତ୍। 13 ଆମ୍ଭେ ଉତ୍ତମ ଲୋକଙ୍କ ଭଳି, ଦିବସର ଲୋକଙ୍କ ଭଳି ଠିକ୍ ଭାବରେ ରହିବା ଉଚିତ୍। ଆମ୍ଭେ ଖର୍ଚ୍ଚାନ୍ତ ରଙ୍ଗରସରେ ମାତିବା ଠିକ୍ ନୁହେଁ। ମାତାଲ ହେବା ଉଚିତ୍ ନୁହେଁ। ଯୌନଗତ ପାପକର୍ମ ଓ ଅନ୍ୟ ସମସ୍ତ ଭୋଗ ବିଳାସରେ ଲିପ୍ତ ହେବା ଠିକ୍ ନୁହେଁ। ଯୁକ୍ତିତର୍କ କରିବା ଓ ଈର୍ଷାଳୁ ହେବା ଉଚିତ୍ ନୁହେଁ। 14 ନିଜର ପାପପୂର୍ଣ୍ଣ ସ୍ୱାର୍ଥପର ଇଚ୍ଛାକୁ ତୃପ୍ତି କରିବାରେ ଲାଗି ନ ରହି ଆମ୍ଭେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ପରିଧାନ କରିବା ଉଚିତ୍।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center