Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 11

ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦାଉଦଙ୍କର ଲିଖିତ ଗୀତ।

11 ମୁଁ ସର୍ବଦା ସଦାପ୍ରଭୁଙ୍କ ଆଶ୍ରୟ ନିଏ।
    ତେଣୁ କାହିଁକି ମୋତେ ଲୁଚିବାକୁ କହୁଅଛ, “ପକ୍ଷୀ ପରି ଆପଣା ପର୍ବତକୁ ଉଡ଼ିଯାଅ?”

ଦୁଷ୍ଟ ଲୋକମାନେ ଶିକାରୀ ଅଟନ୍ତି।
ସେମାନେ ଅନ୍ଧାରରେ ଲୁଚି ରହନ୍ତି।
    ସେମାନେ ଧନୁରେ ଗୁଣ ଚଢ଼ାନ୍ତି।
    ସେମାନେ ତୀର ଦ୍ୱାରା ଲକ୍ଷ୍ୟ ସ୍ଥିର କରନ୍ତି ଏବଂ ସେମାନେ ସିଧା ସାଧୁ ଓ ଉତ୍ତମ ବ୍ୟକ୍ତିର ହୃଦୟକୁ ଶରବିଦ୍ଧ କରନ୍ତି।
ଯଦି ସେମାନେ ସବୁ ଉତ୍ତମ କାର୍ଯ୍ୟକୁ ନଷ୍ଟ କରନ୍ତି।
    ତେବେ କ’ଣ ଘଟିବ? ତା’ପରେ ସବୁ ଧର୍ମାତ୍ମାମାନେ କ’ଣ କରି ପାରିବେ?

ସଦାପ୍ରଭୁ ତାହଙ୍କର ପବିତ୍ର ମନ୍ଦିରରେ ବାସ କରନ୍ତି।
    ସଦାପ୍ରଭୁଙ୍କ ସିଂହାସନ ସ୍ୱର୍ଗରେ,
ସେ ସେହିଠାରୁ ଯାହାସବୁ ଘଟୁଛି ସମସ୍ତ ବିଷୟ ଦେଖନ୍ତି।
    ସଦାପ୍ରଭୁ ମନୁଷ୍ୟକୁ ଯତ୍ନ ସହକାରେ ଅତି ନିକଟରୁ ଭଲ କି ମନ୍ଦ ତାହା ବିଗ୍ଭର କରନ୍ତି।
ସଦାପ୍ରଭୁ ସବୁବେଳେ ଧାର୍ମିକମାନଙ୍କୁ ପରୀକ୍ଷା କରନ୍ତି।
    କିନ୍ତୁ ସେ ନିଷ୍ଠୁର ତଥା ଖରାପ ଲୋକମାନଙ୍କୁ ପ୍ରତ୍ୟାଖ୍ୟାନ କରନ୍ତି।
ସେ ଉତ୍ତପ୍ତ ଅଙ୍ଗାର ଓ ଜଳନ୍ତା ଗନ୍ଧକର ବର୍ଷା ଦୁଷ୍ଟମାନଙ୍କ ଉପରେ ବର୍ଷାନ୍ତି।
    ସେହି ଦୁଷ୍ଟ ଲୋକମାନେ ଶେଷରେ କିଛି ପାଇବେ ନାହିଁ, କିନ୍ତୁ ଉତ୍ତପ୍ତ ଓ ଜ୍ୱଳନ୍ତ ଝାଞ୍ଜି ପବନ ଅନୁଭବ କରିବେ।
କିନ୍ତୁ ସଦାପ୍ରଭୁ ସବୁବେଳେ ଧର୍ମର ପଥ ଅନୁସରଣ କରନ୍ତି ଏବଂ ଯେଉଁମାନେ ଧର୍ମର ପଥରେ ଗ୍ଭଲନ୍ତି ଓ ପ୍ରେମ କରନ୍ତି,
    ସେହିମାନେ ହିଁ ତାଙ୍କର ମୁଖ ଦର୍ଶନ କରି ପାରିବେ।

ରାଜାବଳୀର ପ୍ରଥମ ପୁସ୍ତକ 6:1-14

ଶଲୋମନ ପରମେଶ୍ୱରଙ୍କ ମନ୍ଦିର ନିର୍ମାଣ କଲେ

ଇସ୍ରାଏଲୀୟମାନେ ମିଶର ପରିତ୍ୟାଗ କରିବା ପରେ ଶଲୋମନଙ୍କର ଇସ୍ରାଏଲ ଉପରେ ରାଜତ୍ୱର ଚତୁର୍ଥ ବର୍ଷରେ ଓ ସିବ୍ ନାମକ ବର୍ଷର ଦ୍ୱିତୀୟ ମାସରେ ସେ ସଦାପ୍ରଭୁଙ୍କ ସମ୍ମାନାର୍ଥେ 480 ବର୍ଷ ପର୍ଯ୍ୟନ୍ତ ମନ୍ଦିର ନିର୍ମାଣ କାର୍ଯ୍ୟ ଲାଗିଲା। ଶଲୋମନ ସଦାପ୍ରଭୁଙ୍କ ସମ୍ମାନାର୍ଥେ ଯେଉଁ ମନ୍ଦିର ନିର୍ମାଣ କଲେ ତାହାର ଲମ୍ବ ଷାଠିଏ ହାତ, ପ୍ରସ୍ଥ କୋଡ଼ିଏ ହାତ ଓ ଉଚ୍ଚତା ତିରିଶ୍ ହାତ ଥିଲା। ଆଉ ମନ୍ଦିରର ପବିତ୍ର ସ୍ଥାନ ସମ୍ମୁଖସ୍ଥ ବାରଣ୍ତା, କୋଡ଼ିଏ ହାତ ଦୀର୍ଘ ଓ ପ୍ରସ୍ଥ ଦଶ ହାତ ଥିଲା। ମନ୍ଦିରର ଝରକାଗୁଡ଼ିକ ସଂକୀର୍ଣ୍ଣ ଥିଲା। ଏ ଗୁଡ଼ିକ ବାହାରକୁ ସଂକୀର୍ଣ୍ଣ ଓ ଭିତରକୁ ପ୍ରଶସ୍ତ ଥିଲା ଓ ଏଥିରେ ଜାଲିକାମ ହୋଇଥିଲା। ଶଲୋମନ ମନ୍ଦିରର ମୂଖ୍ୟ ପାର୍ଶ୍ୱରେ ଏକ ଧାଡ଼ିରେ କୋଠରୀ ନିର୍ମାଣ କଲେ। ଏହି କୋଠରୀଗୁଡ଼ିକ ଗୋଟିଏ ଉପରେ ଆଉ ଗୋଟିଏ ରହିଲା। ସେହି ଧାଡ଼ିର କୋଠରୀଗୁଡ଼ିକ ତିନି ମହଲା ଉଚ୍ଚ ଥିଲା। କୋଠରୀଗୁଡ଼ିକ ମନ୍ଦିରର କାନ୍ଥକୁ ଲାଗିଥିଲା। କିନ୍ତୁ ସେଗୁଡ଼ିକର କଢ଼ିକାଠଗୁଡ଼ିକ କାନ୍ଥ ଭିତରକୁ ଲାଗି ନ ଥିଲା। ସେହି ମନ୍ଦିରର କାନ୍ଥଟି ଉପରକୁ ସରୁ ହୋଇ ଯାଇଥିଲା। କୋଠରୀକୁ ଲାଗିଥିବା କାନ୍ଥଗୁଡ଼ିକ ଏହାର ମୂଳ କାନ୍ଥରୁ ସରୁ ଥିଲା। ତଳ ମହଲାର କୋଠରୀଗୁଡ଼ିକ ପାଞ୍ଚ ହାତ ଓସାର, ପ୍ରଥମ ମହଲାର କୋଠରୀଗୁଡ଼ିକ ଛଅ ହାତ ଓସାର ବିଶିଷ୍ଟ ଓ ଦ୍ୱିତୀୟ ମହଲାର କୋଠରୀଗୁଡ଼ିକ ସାତ ହାତ ବିଶିଷ୍ଟ ଥିଲା। ସେହି ଗୃହର କାନ୍ଥ ନିର୍ମାଣରେ ବୃହତ୍ ପ୍ରସ୍ତରମାନ ବ୍ୟବହୃତ ହୋଇଥିଲା। ବ୍ୟବହୃତ ପ୍ରସ୍ତରଗୁଡ଼ିକ ଖଣିରେ କଟାଯାଇ ଥିବାରୁ ମନ୍ଦିର ନିର୍ମାଣ ସମୟରେ ହାତୁଡ଼ି କିମ୍ବା ‌‌କଟାଳୀ ଆଦି ଶବ୍ଦ ଶୁଣା ଯାଉ ନ ଥିଲା।

ତଳ କୋଠରୀଗୁଡ଼ିକର ପ୍ରବେଶ ପଥ ଦକ୍ଷିଣ ଦିଗରେ ଥିଲା। ପୁଣି ଲୋକମାନେ ଘୂର୍ଣିତ ସୋପାନ ଦେଇ ମଧ୍ୟମ ଚଟାଣର କୋଠରୀଗୁଡ଼ିକୁ ଓ ତୃତୀୟ ଚଟାଣର କୋଠରୀଗୁଡ଼ିକୁ ଯାଉଥିଲେ।

ଏହିପରି ସେ ମନ୍ଦିର ନିର୍ମାଣ କାର୍ଯ୍ୟ ସମାପନ କଲେ ଓ ଏରସ କାଠର କଡ଼ି ଓ ପଟାଦ୍ୱାରା ମନ୍ଦିରକୁ ଆଚ୍ଛାଦନ କଲେ। 10 ସେ ମଧ୍ୟ ମନ୍ଦିର ଗ୍ଭରିପଟେ କୋଠରୀ ନିର୍ମାଣର କାର୍ଯ୍ୟ ଶେଷ କଲେ। ପ୍ରତ୍ୟେକ ମହଲାର ଉଚ୍ଚତା ପାଞ୍ଚ ହାତ ଥିଲା। ଏରସ କାଠର କଡ଼ିକାଠଗୁଡ଼ିକ ମନ୍ଦିରର କାନ୍ଥକୁ ସ୍ପର୍ଶ କରୁଥିଲା।

11 ଅନନ୍ତର ସଦାପ୍ରଭୁଙ୍କ ବାକ୍ୟ ଶଲୋମନଙ୍କ ନିକଟରେ ଉପସ୍ଥିତ ହେଲା। 12 “ତୁମ୍ଭେ ତ ଆମ୍ଭ ପାଇଁ ଗୃହ ନିର୍ମାଣ କଲ। ଯଦି ତୁମ୍ଭେ ଆମ୍ଭର ସମସ୍ତ ବିଧି ଅନୁସାରେ ପରିଗ୍ଭଳିତ ହେବ, ଆମ୍ଭର ସମସ୍ତ ବ୍ୟବସ୍ଥା ରକ୍ଷା କରିବ ଓ ଆମ୍ଭର ଆଜ୍ଞାସବୁ ପାଳନ କରି ତଦନୁସାରେ ଗ୍ଭଲିବ ତେବେ ତୁମ୍ଭ ପିତା ଦାଉଦଙ୍କୁ ଯାହା କହିଅଛୁ, ସେହି ବାକ୍ୟ ଆମ୍ଭେ ତୁମ୍ଭ ପ୍ରତି ସଫଳ କରିବୁ। 13 ଇସ୍ରାଏଲର ସନ୍ତାନଗଣ ମଧ୍ୟରେ ଆମ୍ଭେ ମନ୍ଦିରରେ ବାସ କରିବା, ଯେଉଁଟାକି ତୁମ୍ଭେ ଆମ୍ଭ ପାଇଁ ନିର୍ମାଣ କରିଛ ଏବଂ ଆମ୍ଭେ ଆପଣା ଇସ୍ରାଏଲର ଲୋକମାନଙ୍କୁ ପରିତ୍ୟାଗ କରିବା ନାହିାଁ”

14 ଏହିରୂପେ ଶଲୋମନ ମନ୍ଦିର ନିର୍ମାଣ କାର୍ଯ୍ୟ ସମାପନ କଲେ।

ଏଫିସୀୟଙ୍କ ପ୍ରତି ପତ୍ର 6:21-24

ଶେଷ ଶୁଭେଚ୍ଛା

21 ମୁଁ ତୁମ୍ଭ ପାଖକୁ ଆମ୍ଭର ପ୍ରିୟ ଭାଇ ତୁଖିକଙ୍କୁ ପଠାଉଛି। ସେ ପ୍ରଭୁଙ୍କ କାମରେ ଜଣେ ବିଶ୍ୱସ୍ତ ସେବକ। ମୋ’ ସହିତ ଯାହା ଘଟୁଛି, ସେ ସମସ୍ତ ବିଷୟ ସେ ତୁମ୍ଭକୁ କହିବେ। ତା’ହେଲେ ତୁମ୍ଭେ ଜାଣି ପାରିବ ଯେ ମୁଁ କିପରି ଅଛି ଓ କ’ଣ କରୁଛି। 22 ସେଥିପାଇଁ ମୁଁ ତାଙ୍କୁ ତୁମ୍ଭ ପାଖକୁ ପଠାଉଛି। ଆମ୍ଭେ କିପରି ଅଛୁ, ତାହା ତୁମ୍ଭେମାନେ ଜାଣିବା କଥା। ତୁମ୍ଭମାନଙ୍କୁ ଉତ୍ସାହ ପ୍ରଦାନ କରିବା ଉଦ୍ଦେଶ୍ୟରେ ମୁଁ ତାହାଙ୍କୁ ପଠାଉଛି।

23 ପ୍ରଭୁ ଯୀଶୁ ଖ୍ରୀଷ୍ଟ ଓ ପିତା ପରମେଶ୍ୱରଙ୍କ ଦ୍ୱାରା ଭାଇ ଓ ଭଉଣୀମାନଙ୍କୁ ଶାନ୍ତି, ପ୍ରେମ ଓ ବିଶ୍ୱାସ ପ୍ରାପ୍ତ ହେଉ। 24 ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ଅଶେଷ ପ୍ରେମ ଭାବ ରଖିଥିବା ତୁମ୍ଭ ସମସ୍ତଙ୍କୁ ପରମେଶ୍ୱରଙ୍କ ଅନୁଗ୍ରହ ହେଉ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center