Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 11

ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦାଉଦଙ୍କର ଲିଖିତ ଗୀତ।

11 ମୁଁ ସର୍ବଦା ସଦାପ୍ରଭୁଙ୍କ ଆଶ୍ରୟ ନିଏ।
    ତେଣୁ କାହିଁକି ମୋତେ ଲୁଚିବାକୁ କହୁଅଛ, “ପକ୍ଷୀ ପରି ଆପଣା ପର୍ବତକୁ ଉଡ଼ିଯାଅ?”

ଦୁଷ୍ଟ ଲୋକମାନେ ଶିକାରୀ ଅଟନ୍ତି।
ସେମାନେ ଅନ୍ଧାରରେ ଲୁଚି ରହନ୍ତି।
    ସେମାନେ ଧନୁରେ ଗୁଣ ଚଢ଼ାନ୍ତି।
    ସେମାନେ ତୀର ଦ୍ୱାରା ଲକ୍ଷ୍ୟ ସ୍ଥିର କରନ୍ତି ଏବଂ ସେମାନେ ସିଧା ସାଧୁ ଓ ଉତ୍ତମ ବ୍ୟକ୍ତିର ହୃଦୟକୁ ଶରବିଦ୍ଧ କରନ୍ତି।
ଯଦି ସେମାନେ ସବୁ ଉତ୍ତମ କାର୍ଯ୍ୟକୁ ନଷ୍ଟ କରନ୍ତି।
    ତେବେ କ’ଣ ଘଟିବ? ତା’ପରେ ସବୁ ଧର୍ମାତ୍ମାମାନେ କ’ଣ କରି ପାରିବେ?

ସଦାପ୍ରଭୁ ତାହଙ୍କର ପବିତ୍ର ମନ୍ଦିରରେ ବାସ କରନ୍ତି।
    ସଦାପ୍ରଭୁଙ୍କ ସିଂହାସନ ସ୍ୱର୍ଗରେ,
ସେ ସେହିଠାରୁ ଯାହାସବୁ ଘଟୁଛି ସମସ୍ତ ବିଷୟ ଦେଖନ୍ତି।
    ସଦାପ୍ରଭୁ ମନୁଷ୍ୟକୁ ଯତ୍ନ ସହକାରେ ଅତି ନିକଟରୁ ଭଲ କି ମନ୍ଦ ତାହା ବିଗ୍ଭର କରନ୍ତି।
ସଦାପ୍ରଭୁ ସବୁବେଳେ ଧାର୍ମିକମାନଙ୍କୁ ପରୀକ୍ଷା କରନ୍ତି।
    କିନ୍ତୁ ସେ ନିଷ୍ଠୁର ତଥା ଖରାପ ଲୋକମାନଙ୍କୁ ପ୍ରତ୍ୟାଖ୍ୟାନ କରନ୍ତି।
ସେ ଉତ୍ତପ୍ତ ଅଙ୍ଗାର ଓ ଜଳନ୍ତା ଗନ୍ଧକର ବର୍ଷା ଦୁଷ୍ଟମାନଙ୍କ ଉପରେ ବର୍ଷାନ୍ତି।
    ସେହି ଦୁଷ୍ଟ ଲୋକମାନେ ଶେଷରେ କିଛି ପାଇବେ ନାହିଁ, କିନ୍ତୁ ଉତ୍ତପ୍ତ ଓ ଜ୍ୱଳନ୍ତ ଝାଞ୍ଜି ପବନ ଅନୁଭବ କରିବେ।
କିନ୍ତୁ ସଦାପ୍ରଭୁ ସବୁବେଳେ ଧର୍ମର ପଥ ଅନୁସରଣ କରନ୍ତି ଏବଂ ଯେଉଁମାନେ ଧର୍ମର ପଥରେ ଗ୍ଭଲନ୍ତି ଓ ପ୍ରେମ କରନ୍ତି,
    ସେହିମାନେ ହିଁ ତାଙ୍କର ମୁଖ ଦର୍ଶନ କରି ପାରିବେ।

ରାଜାବଳୀର ପ୍ରଥମ ପୁସ୍ତକ 6:15-38

15 ମନ୍ଦିରର ଭିତର ପାଖ ପଥର କାନ୍ଥଗୁଡ଼ିକ ଏରସ କାଠର ପଟାରେ ଆଚ୍ଛାଦିତ ହୋଇଥିଲା। ଗୋଟିଏ ବି ପଥର ଦେଖାଗଲା ନାହିଁ। କାନ୍ଥକୁ ଆଚ୍ଛାଦନ କରିଥିବା ଏରସ କାଠ ପଟାଗୁଡ଼ିକରେ ଫୁଲ ଓ ଲତାର ଛବି ଖୋଦନ କରାଗଲା। 16 ସେହି ମନ୍ଦିରର ପଶ୍ଚା‌ତ୍‌ଭାଗରେ ଭିତରକୁ କୋଡ଼ିଏ ହାତ ଦୈର୍ଘ୍ୟର ଏକ କୋଠରୀ ନିର୍ମିତ ହେଲା ଓ ତା’ର ଚଟାଣରୁ କାନ୍ଥର ଛାତ ପର୍ଯ୍ୟନ୍ତ ଏରସ କାଠର ପଟାରେ ଆଚ୍ଛାଦିତ ହେଲା। ଏହି କୋଠରୀଟି ମହାପବିତ୍ର ସ୍ଥାନ ନାମରେ କଥିତ ହେଲା। 17 ମହାପବିତ୍ର ସ୍ଥାନର ସମ୍ମୁଖସ୍ଥ କୋଠରୀ ମନ୍ଦିରର ମୁଖ୍ୟ ଅଂଶ ଥିଲା ଓ ଏହା ଗ୍ଭଳିଶ୍ ହାତ ଲମ୍ବ ଥିଲା। 18 ସେହି ଗୃହର କାନ୍ଥଗୁଡ଼ିକ ଏରସ କାଠର କଳିକାରେ ଆଚ୍ଛାଦିତ ହେଲା ଓ ପଥର ଦେଖାଗଲା ନାହିଁ। ସେହି କାନ୍ଥଗୁଡ଼ିକୁ ଆଚ୍ଛାଦନ କରିଥିବା ପଟାଗୁଡ଼ିକରେ ଫୁଲ ଓ ଲତାର ଛବି ଖୋଦିତ କରାଗଲା।

19 ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସ୍ଥାପାନାର୍ଥେ ମନ୍ଦିରର ଭିତର ଭାଗରେ ଏକ କୋଠରୀ ପ୍ରସ୍ତୁତ କଲେ। 20 ଏହି ଗର୍ଭାଗାରଟି କୋଡ଼ିଏ ହାତ ଦୀର୍ଘ, କୋଡ଼ିଏ ହାତ ଚଉଡ଼ା ଓ କୋଡ଼ିଏ ହାତ ଉଚ୍ଚ ଥିଲା। 21 ଶଲୋମନ ଶୁଦ୍ଧ ସୁବର୍ଣ୍ଣରେ ଏହି କୋଠରୀକୁ ଆଚ୍ଛାଦନ କଲେ। ସେ ସମ୍ମୁଖରେ ଏକ ଧୂପବେଦି ନିର୍ମାଣ କଲେ। ଏହି ବେଦିଟି ଏହି କୋଠରୀ ସମ୍ମୁଖରେ ନିର୍ମିତ ହେଲା। ଏହାକୁ ସୁବର୍ଣ୍ଣରେ ଆବୃତ କରାଗଲା ଓ ଏହାର ଗ୍ଭରିପଟେ ସୁବର୍ଣ୍ଣ ଜଞ୍ଜିରମାନ ଗୁଡ଼ାଇଲେ। କିରୁବଦୂତମାନଙ୍କର ଦୁଇଟି ପ୍ରତିମୂର୍ତ୍ତି ସେହି ଗର୍ଭାଗାରରେ ରହିଲା ଓ ସେଗୁଡ଼ିକ ମଧ୍ୟ ସୁବର୍ଣ୍ଣ ମଣ୍ତିତ ହେଲା। 22 ସମଗ୍ର ମନ୍ଦିରଟି ସୁବର୍ଣ୍ଣ ମଣ୍ତିତ ହେଲା ଓ ମହାପବିତ୍ର ସ୍ଥାନର ସମ୍ମୁଖସ୍ଥ ଧୂପବେଦି ମଧ୍ୟ ସୁବର୍ଣ୍ଣରେ ଆଚ୍ଛାଦିତ ହେଲା।

23 ବଢ଼େଇମାନେ ଜୀତ କାଠରେ ଦଶ ହାତ ଉଚ୍ଚତା ବିଶିଷ୍ଟ ଦୁଇଟି କିରୁବଦୂତଗଣ ନିର୍ମାଣ କଲେ ଓ ସେହି ପକ୍ଷବିଶିଷ୍ଟ କିରୁବଦୂତ ଦୁଇଟିକୁ ସେହି ମହାପବିତ୍ର ସ୍ଥାନରେ ସ୍ଥାପନ କଲେ। 24-26 ଉଭୟ କିରୁବଦୂତ ଏକା ପରି ଥିଲେ। ପ୍ରତ୍ୟେକ କିରୁବଦୂତଙ୍କର ଦୁଇଟି ଲେଖାଏଁ ପକ୍ଷ ଥିଲା। ପ୍ରତ୍ୟେକ ପକ୍ଷ ପାଞ୍ଚ ହାତ ଲମ୍ବ ଥିଲା ଓ ଏକ ପକ୍ଷର ଅଗ୍ରଭାଗରୁ ଅନ୍ୟ ପକ୍ଷର ଅଗ୍ରଭାଗ ପର୍ଯ୍ୟନ୍ତ ଦଶ ହାତ ଦୂରତା ଥିଲା। 27 ସେହି କିରୁବଦ୍ୱୟ ଗର୍ଭାଗାର ମଧ୍ୟରେ ରଖାଯାଇଥିଲା। ସେହି କିରୁବଦ୍ୱୟର ପକ୍ଷ ଏପରି ବିସ୍ତୀର୍ଣ୍ଣ ହୋଇଥିଲା ଯେ ଗୋଟିଏର ପକ୍ଷ ଏକ କାନ୍ଥକୁ ଓ ଅନ୍ୟଟିର ପକ୍ଷ ଅନ୍ୟ କାନ୍ଥକୁ ସ୍ପର୍ଶ କରୁଥିଲା। ପୁଣି ଗୃହ ମଧ୍ୟରେ ସେମାନଙ୍କର ପକ୍ଷ ପରସ୍ପରକୁ ସ୍ପର୍ଶ କରୁଥିଲା। 28 ସେହି କିରୁବ ଦୁଇଟି ମଧ୍ୟ ସୁବର୍ଣ୍ଣରେ ଆଚ୍ଛାଦିତ ହୋଇଥିଲେ।

29 ମୂଖ୍ୟ କୋଠରୀର ଓ ଭିତର କୋଠରୀର କାନ୍ଥଗୁଡ଼ିକ ଗ୍ଭରିପାଖରେ କିରୁବଦୂତଗଣ, ଖର୍ଜ୍ଜୁର ବୃକ୍ଷ ଓ ପ୍ରସ୍ପୁଟିତ ପୁଷ୍ପମାନଙ୍କର ଛବି ଖୋଦିତ ହୋଇଥିଲା। 30 ଉଭୟ କୋଠରୀର ଚଟାଣ ମଧ୍ୟ ସୁବର୍ଣ୍ଣରେ ଆବୃତ ହୋଇଥିଲା।

31 ମହାପବିତ୍ର ସ୍ଥାନର କବାଟ ଜୀତ କାଠରେ ନିର୍ମିତ ହୋଇଥିଲା, ଦୁଆରବନ୍ଧଟିର ପାଞ୍ଚୋଟି ପାଖ [a] ଥିଲା। 32 ଏହିରୂପେ ସେ ଜୀତ କାଠରେ ଦୁଇଟି କବାଟ କଲେ, ତହିଁ ଉପରେ କିରୁବଦୂତଗଣ, ଖର୍ଜ୍ଜୁର ବୃକ୍ଷ ଓ ପ୍ରସ୍ପୁଟିତ ପୁଷ୍ପମାନଙ୍କର ଆକୃତି ଖୋଦନ କଲେ ଓ ତାକୁ ସୁବର୍ଣ୍ଣରେ ମଣ୍ତନ କଲେ।

33 ମୁଖ୍ୟ କୋଠରୀର ପ୍ରବେଶ ଦ୍ୱାରରେ ଜୀତ କାଠର କବାଟ ନିର୍ମାଣ କଲେ। ଦୁଆରବନ୍ଧଟି ବର୍ଗାକାର ଥିଲା। 34 ତତ୍ପରେ ସେ ଦେବଦାରୁ କାଠରେ ଦୁଇଟି କବାଟ କଲେ। 35 ପ୍ରତ୍ୟେକ କବାଟର ଦୋହରା ଥିଲା ଓ ପ୍ରତି କବାଟରେ କିରୁବଦୂତଗଣ, ଖର୍ଜ୍ଜୁର ବୃକ୍ଷ ଓ ପ୍ରସ୍ପୁଟିତ ପୁଷ୍ପମାନଙ୍କର ଆକୃତି ଖୋଦିତ ହୋଇଥିଲା ଓ ସେହି ଖୋଦିତ ଆକୃତିଗୁଡ଼ିକୁ ସୁବର୍ଣ୍ଣରେ ମଣ୍ତନ କରାଗଲା।

36 ତା’ପରେ ସେ ଭିତର ଅଗଣା ଗ୍ଭରିପଟେ କାନ୍ଥ ଦେଲେ। ପ୍ରତ୍ୟେକ କାନ୍ଥ ତିନି ଧାଡ଼ି କଟା ପଥରରେ ଓ ଏକଧାଡ଼ି ଏରସ କାଠର କଡ଼ିରେ କରାଗଲା।

37 ଶଲୋମନଙ୍କ ରାଜତ୍ୱର ଚତୁର୍ଥ ବର୍ଷରେ ଓ ବର୍ଷର ଦ୍ୱିତୀୟ ମାସ ସିବ୍ ମାସରେ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ସ୍ଥାପିତ ହେଲା। 38 ପୁଣି ତାଙ୍କ ରାଜତ୍ୱର ଏକାଦଶ ବର୍ଷରେ, ବୂଲ ନାମକ ବର୍ଷର ଅଷ୍ଟମ ମାସରେ ନିରୂପିତ ଆକୃତି ଅନୁସାରେ ସମୁଦାୟ ମନ୍ଦିରର ନିର୍ମାଣ କାର୍ଯ୍ୟ ସମାପ୍ତ ହେଲା। ଏହିରୂପେ ମନ୍ଦିର ନିର୍ମାଣ କରିବାରେ ତାଙ୍କୁ ସାତ ବର୍ଷ ଲାଗିଲା।

ଯୋହନ ଲିଖିତ ସୁସମାଗ୍ଭର 15:16-25

16 “ତୁମ୍ଭେ ମୋତେ ମନୋନୀତ କରି ନାହଁ, କିନ୍ତୁ ମୁଁ ତୁମ୍ଭକୁ ମନୋନୀତ କରିଛି। ମୁଁ ତୁମ୍ଭକୁ ଏହି କାର୍ଯ୍ୟ ଦେଇଛି, ଯେପରି ତୁମ୍ଭେ ଯାଇ ଫଳ ଫଳିବ। ମୁଁ ଗ୍ଭହେଁ, ତୁମ୍ଭ ଜୀବନରେ ଏହି ଫଳ ଲାଗିରହୁ। ସେଥିରେ ମୋ’ ନାମ ନେଇ ଯାହା ମାଗିବ, ପରମପିତା ତୁମ୍ଭକୁ ତାହା ଦେବେ। 17 ଏହା ମୋର ଆଦେଶ, ତୁମ୍ଭେମାନେ ପରସ୍ପରକୁ ପ୍ରେମ କର।

ଯୀଶୁ ଶିଷ୍ୟମାନଙ୍କୁ ସତର୍କ କରନ୍ତି

18 “ଯଦି ତୁମ୍ଭକୁ ଜଗତ ଘୃଣା କରେ, ତେବେ ମନେରଖ, ତୁମ୍ଭମାନଙ୍କୁ ଘୃଣା କରିବା ପୂର୍ବରୁ ଜଗତ ମୋତେ ଘୃଣା କରିଛି। 19 ତୁମ୍ଭେମାନେ ଯଦି ଏ ଜଗତର ହୋଇଥାଆନ୍ତ, ତେବେ ସଂସାର ତୁମ୍ଭମାନଙ୍କୁ ଭଲ ପାଉଥା’ନ୍ତା, ଯେପରି ଏହା ନିଜ ଲୋକକୁ ଭଲ ପାଏ। କିନ୍ତୁ ମୁଁ ତୁମ୍ଭକୁ ଜଗତ ଭିତରୁ ବାଛିଛି। ତେଣୁ ତୁମ୍ଭେ ଏ ଜଗତର ନୁହଁ। ସେଥିପାଇଁ ଜଗତ ତୁମ୍ଭକୁ ଘୃଣା କରେ।

20 “ମୁଁ ତୁମ୍ଭକୁ ଯାହା କହିଥିଲି ତାହା ମନେରଖ: ଜଣେ ଗ୍ଭକର ତା’ର ମୁନିବଠାରୁ ବଡ଼ ନୁହେଁ। ଯଦି ଲୋକମାନେ ମୋତେ ତାଡ଼ନା କରିଛନ୍ତି, ତେବେ ସେମାନେ ତୁମ୍ଭକୁ ମଧ୍ୟ ତାଡ଼ନା କରିବେ। ସେମାନେ ମୋର ଉପଦେଶ ମାନିଛନ୍ତି, ତେଣୁ ତୁମ୍ଭର ଉପଦେଶ ମଧ୍ୟ ମାନିବେ। 21 ଲୋକମାନେ ମୋ’ ଯୋଗୁଁ ତୁମ୍ଭ ପ୍ରତି ଏଭଳି ବ୍ୟବହାର କରିବେ। କାରଣ ସେମାନେ ମୋର ପ୍ରେରଣକର୍ତ୍ତାଙ୍କୁ ଜାଣନ୍ତି ନାହିଁ। 22 ମୁଁ ଯଦି ଆସି ନ ଥା’ନ୍ତି ଓ ଏଜଗତର ଲୋକମାନଙ୍କୁ କହି ନ ଥା’ନ୍ତି, ତେବେ ସେମାନେ ପାପରେ ଦୋଷୀ ବୋଲି ବିବେଚିତ ହୁଅନ୍ତେ ନାହିଁ। କିନ୍ତୁ ମୁଁ ବର୍ତ୍ତମାନ ସେମାନଙ୍କୁ କହିଛି। ତେଣୁ ତାହାଙ୍କ ପାପ ପାଇଁ ସେମାନଙ୍କ ପାଖରେ କୌଣସି ଆଳ ନାହିଁ।

23 “ମୋତେ ଘୃଣା କରୁଥିବା ବ୍ୟକ୍ତି ମୋର ପରମପିତାଙ୍କୁ ମଧ୍ୟ ଘୃଣା କରେ। ମୁଁ ଯେଉଁ ଆଶ୍ଚର୍ଯ୍ୟକାର୍ଯ୍ୟ ସେ ଲୋକମାନଙ୍କ ମଧ୍ୟରେ କରିଛି, ତାହା କୌଣସି ଲୋକ କେବେ କରି ନାହିଁ। 24 ଯଦି ମୁଁ ସେହି କାର୍ଯ୍ୟ କରି ନ ଥା’ନ୍ତି, ତେବେ ସେମାନେ ପାପଦ୍ୱାରା ଦୋଷୀ ସାବ୍ୟସ୍ତ ହୋଇ ନ ଥାଆନ୍ତେ। କିନ୍ତୁ ସେମାନେ ମୋର ସେହି ଆଶ୍ଚର୍ଯ୍ୟ କାର୍ଯ୍ୟ କରିବା ଦେଖିଛନ୍ତି। ତଥାପି ସେମାନେ ମୋତେ ଓ ପରମପିତାଙ୍କୁ ଘୃଣା କରନ୍ତି। 25 ଏସବୁ ଘଟିବା ଦ୍ୱାରା ତାହାଙ୍କ ବିଧି ବ୍ୟବସ୍ଥାରେ ଯାହା ଲେଖାଥିଲା ତାହା ସତ୍ୟ ହେଲା: ‘ସେମାନେ ମୋତେ ବିନା କାରଣରେ ଘୃଣା କଲେ।’ [a]

Odia Holy Bible: Easy-to-Read Version (ERV-OR)

2010 by World Bible Translation Center