Revised Common Lectionary (Semicontinuous)
ପ୍ରଧାନ ବାଦ୍ୟକର ନିମନ୍ତେ ଶୋଶନ୍ନୀମ ସ୍ୱରରେ କୋରହ ପରିବାରର ଏହା ଏକ ପ୍ରେମର ଗୀତ।
45 ସୁନ୍ଦର ଭାବନାସବୁ ମୋର ମନକୁ ଭରିଦିଏ,
ଯେବେ ଏହିସବୁ ପଦଗୁଡ଼ିକ ରାଜାଙ୍କ ପାଇଁ କହେ।
ଏହି ଶବ୍ଦଗୁଡ଼ିକ ମୋ’ ଜିହ୍ୱାରେ ପ୍ରବାହୀତ ହୋଇଥାଏ,
ନିପୁଣ ଲେଖକର କଲମରୁ ଆସିଲା ପରି।
2 ତୁମ୍ଭେ ଅନ୍ୟମାନଙ୍କଠାରୁ ଅଧିକ ସୁନ୍ଦର ଅଟ,
ଏବଂ ତୁମ୍ଭେ ଏପରି ସୁଖଦାୟକ କଥା କୁହ,
ସେଥିପାଇଁ ପରମେଶ୍ୱର ତୁମ୍ଭକୁ ସର୍ବଦା ଆଶୀର୍ବାଦ କରିବେ।
6 ପରମେଶ୍ୱର, [a] ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ ବିରାଜମାନ କରିବେ।
ତୁମ୍ଭର ଉତ୍ତମତା ତୁମ୍ଭକୁ ଶାସନ କରିବାର କ୍ଷମତା ଦିଏ।
7 ତୁମ୍ଭେ ଧାର୍ମିକକୁ ଭଲ ପାଅ ଓ ଦୁଷ୍ଟକୁ ଘୃଣା କର।
ପରମେଶ୍ୱର ତୁମ୍ଭର ବନ୍ଧୁମାନଙ୍କ ମଧ୍ୟରୁ
ତୁମ୍ଭକୁ ରାଜା ହେବାକୁ ମନୋନୀତ କଲେ।
8 ତୁମ୍ଭର ପୋଷାକରୁ ଉତ୍ତମ ସୁଗନ୍ଧିଯୁକ୍ତ ଅଗୁରୁ ଡାଲ୍ଚିନି ମସଲାର ବାସନା ଭାସି ଆସୁଛି।
ଏହି ପ୍ରାସାଦ ହାତୀ ଦାନ୍ତରେ ସୁଶୋଭିତ ଓ ସେ ଭିତରୁ ଉତ୍ତମ ସଙ୍ଗୀତ ତୁମ୍ଭର ମନୋରଞ୍ଜନ ସକାଶେ ଗୁଞ୍ଜରିତ ହେଉଛି।
9 ତୁମ୍ଭ ବିବାହରେ ଯୋଗ ଦେଇଥିବା ସ୍ତ୍ରୀ ଲୋକମାନେ ରାଜକୁମାରୀ ଅଟନ୍ତି।
ରାଜକୁମାରୀମାନେ ତୁମ୍ଭର ବଧୂ, ତୁମ୍ଭର ଦକ୍ଷିଣ ପାର୍ଶ୍ୱରେ ଶୁଦ୍ଧ ସୁବର୍ଣ୍ଣ ମୁକୁଟ
ଓ ପୋଷାକ ପିନ୍ଧି ଛିଡ଼ା ହୋଇଛନ୍ତି।
2 ମୁଁ ଶାରୋଣର ଗୋଲାପ
ଏବଂ ଉପତ୍ୟକାର କଇଁ ଫୁଲ ଅଟେ।
ସେ (ପୁ) କହିଲେ
2 ହେ ମୋର ପ୍ରିୟେ, କଣ୍ଟକ ମଧ୍ୟରେ ଶୋଶନ୍ ପୁଷ୍ପ
ସେହିପରି ତୁମ୍ଭେ ଯୁବତୀଗଣ ମଧ୍ୟରେ ମୋର ପ୍ରିୟା।
ସେ (ସ୍ତ୍ରୀ) କହିଲେ
3 ଯେପରି ବନବୃକ୍ଷମାନଙ୍କ ମଧ୍ୟରେ ନାଗରଙ୍ଗ ବୃକ୍ଷ,
ସେହିପରି ଯୁବାମାନଙ୍କ ମଧ୍ୟରେ ପ୍ରିୟତମ।
ସେ (ସ୍ତ୍ରୀ) ସ୍ତ୍ରୀଲୋକମାନଙ୍କୁ କହିଲେ
ମୁଁ ପରମ ଆନନ୍ଦରେ ତାହାଙ୍କ ଛାୟା ତଳେ ବସିଲି
ଓ ତାହାଙ୍କ ଫଳ ମୋ’ ତୁଣ୍ଡକୁ ସ୍ୱାଦୁ ଲାଗିଲା।
4 ସେ ଆପଣା ଭୋଜନପାନର ଗୃହକୁ ମୋତେ ଆଣିଲେ।
ମୋ’ ଉପରେ ପ୍ରେମ ହିଁ ତାଙ୍କର ପତାକା ହେଲା।
5 କିସ୍ମିସ୍ ପିଠା ଦେଇ ମୋତେ ଶକ୍ତିଶାଳୀ କର
ଓ ସେଓ ଦେଇ ମୋତେ ସତେଜ କରି ଦିଅ, କାରଣ ମୁଁ ପ୍ରେମ ସହିତ ପୀଡ଼ିତା।
6 ତାହାଙ୍କ ବାମହସ୍ତ ମୋ’ ମସ୍ତକ ତଳେ ଅଛି।
ତାହାଙ୍କ ଦକ୍ଷିଣ ହସ୍ତ ମୋତେ ଆଲିଙ୍ଗନ କରେ।
7 ହେ ଯିରୁଶାଲମ ଚତୁର୍ପାର୍ଶ୍ୱର କ୍ଷେତ୍ରସବୁ, [a] କ୍ଷେତ୍ରସ୍ଥିତ ହରିଣୀ ଓ ମୃଗୀଗଣର ନାମରେ ମୋ’ଠାରେ ପ୍ରତିଜ୍ଞା କର।
ଉଚିତ୍ ସମୟରେ ନ ହେବା ପର୍ଯ୍ୟନ୍ତ ପ୍ରେମକୁ ଜଗାଅ ନାହିଁ।
ପ୍ରକୃତ ଧନ
9 ଯଦି ଜଣେ ବିଶ୍ୱାସୀ ଗରିବ ହୋଇଥାଏ, ତେବେ ପରମେଶ୍ୱର ତାହାକୁ ଆତ୍ମିକ ଭାବେ ଧନୀ କରିଥିବାରୁ, ସେ ଗର୍ବ କରିବା ଉଚିତ୍। 10 ସେହିପରି ଜଣେ ଧନୀ ବିଶ୍ୱାସୀ ଯେ ଆତ୍ମିକ ଭାବରେ ଗରିବ, ତାହା ପରମେଶ୍ୱର ତାହାକୁ ଦେଖାଇ ଦେଇଥିବାରୁ, ସେ ଗର୍ବ କରିବା ଉଚିତ୍। ଧନୀଲୋକ ଜଣକ ଘାସର ଫୁଲ ଭଳି ଝଡ଼ିପଡ଼ି ମରିଯିବ। 11 ସୂର୍ଯ୍ୟ ଉଦୟ ହୋଇ ଅଧିକ ଉତ୍ତପ୍ତ କରେ। ସୂର୍ଯ୍ୟର ଉତ୍ତାପ ଗ୍ଭରା ଗଛଟିକୁ ଶୁଖେଇ ଦିଏ। ଫୁଲ ଝଡ଼ି ଯାଏ। ସେହି ଫୁଲ ଅତି ସୁନ୍ଦର ଥିଲା, କିନ୍ତୁ ଏବେ ତାହା ମୃତ ହେଲା। ଧନୀଲୋକର କଥା ମଧ୍ୟ ଠିକ୍ ସେହିଭଳି। ସେ ତାହାର ବ୍ୟବସାୟ ଲାଗି ଯୋଜନା କରୁଥିବା ବେଳେ ମରିଯିବ।
ପରମେଶ୍ୱରଙ୍କଠାରୁ ପରୀକ୍ଷା ଆସେ ନାହିଁ
12 ଯେଉଁ ବ୍ୟକ୍ତି ପରୀକ୍ଷିତ ହୋଇ ଦୃଢ଼ ରହି ପାରେ, ସେ ଖୁସୀ ହେବା କଥା। କାରଣ, ସେ ତାହାର ବିଶ୍ୱାସକୁ ଦୃଢ଼ ବୋଲି ପ୍ରମାଣିତ କରି ସାରିଲା ପରେ, ପରମେଶ୍ୱର ତାହାକୁ ଅନନ୍ତ ଜୀବନର ପୁରସ୍କାର ଦେବେ। ପରମେଶ୍ୱରଙ୍କୁ ପ୍ରେମ କରୁଥିବା ସବୁ ଲୋକଙ୍କୁ ପରମେଶ୍ୱର ଏହି ପ୍ରତିଜ୍ଞା ଦେଇଛନ୍ତି। 13 ଯେତେବେଳେ ଜଣେ ବ୍ୟକ୍ତି ପରୀକ୍ଷିତ ହୁଏ, ସେ କହିବା ଉଚିତ୍ ନୁହେଁ ଯେ, “ପରମେଶ୍ୱର ମୋତେ ପରୀକ୍ଷା କରୁଛନ୍ତି।” କାରଣ ମନ୍ଦତା ପରମେଶ୍ୱରଙ୍କୁ ପରୀକ୍ଷା କରିପାରେ ନାହିଁ। ଏବଂ ପରମେଶ୍ୱର ନିଜେ କାହାକୁ ପରୀକ୍ଷା କରନ୍ତି ନାହିଁ। 14 ପ୍ରତ୍ୟେକ ବ୍ୟକ୍ତି ତା’ର ନିଜର ମନ୍ଦ ପ୍ରବୃତ୍ତି ଯୋଗୁଁ ପରୀକ୍ଷିତ ହୁଏ। ତାହାର ମନ୍ଦ ଇଚ୍ଛା ତାହାକୁ ଭସାଇ ନିଏ ଓ ବାନ୍ଧି ରଖେ। 15 ଏହି ଇଚ୍ଛା ହିଁ ପାପକୁ ଜାତ କରେ। ଏହି ପାପ ବଢ଼ି ମୃତ୍ୟୁକୁ ଜନ୍ମ ଦିଏ।
16 ମୋ’ ଭାଇ ଓ ଭଉଣୀମାନେ! ଏହି ବିଷୟରେ କୌଣସି ପ୍ରକାର ମୂର୍ଖାମୀରେ ପଡ଼ ନାହିଁ।
2010 by World Bible Translation Center