Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ପରମଗୀତ 2:8-13

ସେ (ସ୍ତ୍ରୀ) ପୁନର୍ବାର କହିଲେ

ମୁଁ ମୋର ପ୍ରିୟତମାର ରବ ଶୁଣୁ ଅଛି।
    ଦେଖ ସେ ପର୍ବତଗଣ ଉପରେ ଲୁଚି ଉପପର୍ବତଗଣ ଉପରେ
    ଡେଇଁ ଡେଇଁ ଆସୁ ଅଛନ୍ତି।
ମୋହର ପ୍ରିୟତମ ଏକ ହରିଣ
    ଓ ଏକ ତରୁଣ ମୃଗତୁଲ୍ୟ।
ଦେଖ, ସେ ଝରକା ଦେଇ ଅନାଇ ଅଛନ୍ତି,
    ପ୍ରାଚୀର ପଛେ ଠିଆ ହୋଇଅଛନ୍ତି।
    ସେ ଜାଲି ପରଦା ବାଟେ ଆପଣାକୁ ଦେଖାଉ ଅଛନ୍ତି।
10 ମୋହର ପ୍ରିୟତମ କଥା କହିଲେ
    ଓ ସେ ମୋତେ କହିଲେ, “ହେ ମୋର ପ୍ରିୟେ, ମୋହର ସୁନ୍ଦରୀ, ଉଠ,
    ବାହାରି ଆସ।
11 କାରଣ ଦେଖ ଶୀତ ଗ୍ଭଲିଯାଇଛି
    ଓ ବୃଷ୍ଟି ବନ୍ଦ ହୋଇଯାଇଛି।
12 ଭୂମିରେ ପୁଷ୍ପଗୁଡ଼ିକ ପ୍ରସ୍ଫୁଟିତ ହୋଇଅଛି।
    ପକ୍ଷୀଗଣର ଗାୟନକାଳ ଉପସ୍ଥିତ ହୋଇଅଛି।
    ଆମ୍ଭମାନଙ୍କ ଦେଶରେ କପୋତର ଶବ୍ଦ ଶୁଣା ଯାଉଅଛି।
13 ପାଚିଲା ଡିମ୍ବିରି ଫଳସବୁ ଡିମ୍ବିରି ବୃକ୍ଷରେ ଅଙ୍କୁରିତ ହେଉଛି।
    ଦ୍ରାକ୍ଷାଲତା ପୁଷ୍ପିତ ହୋଇ ଏହାର ସୁବାସ ବିଚ୍ଛୁରିତ ହୋଇଯାଉଛି।
ହେ ମୋର ପ୍ରିୟେ, ମୋର ସୁନ୍ଦରୀ, ଉଠ
    ଏବଂ ବାହାରକୁ ଆସ।”

ଗୀତସଂହିତା 45:1-2

ପ୍ରଧାନ ବାଦ୍ୟକର ନିମନ୍ତେ ଶୋଶନ୍ନୀମ ସ୍ୱରରେ କୋରହ ପରିବାରର ଏହା ଏକ ପ୍ରେମର ଗୀତ।

45 ସୁନ୍ଦର ଭାବନାସବୁ ମୋର ମନକୁ ଭରିଦିଏ,
    ଯେବେ ଏହିସବୁ ପଦଗୁଡ଼ିକ ରାଜାଙ୍କ ପାଇଁ କହେ।
ଏହି ଶବ୍ଦଗୁଡ଼ିକ ମୋ’ ଜିହ୍ୱାରେ ପ୍ରବାହୀତ ହୋଇଥାଏ,
    ନିପୁଣ ଲେଖକର କଲମରୁ ଆସିଲା ପରି।

ତୁମ୍ଭେ ଅନ୍ୟମାନଙ୍କଠାରୁ ଅଧିକ ସୁନ୍ଦର ଅଟ,
    ଏବଂ ତୁମ୍ଭେ ଏପରି ସୁଖଦାୟକ କଥା କୁହ,
    ସେଥିପାଇଁ ପରମେଶ୍ୱର ତୁମ୍ଭକୁ ସର୍ବଦା ଆଶୀର୍ବାଦ କରିବେ।

ଗୀତସଂହିତା 45:6-9

ପରମେଶ୍ୱର, [a] ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ ବିରାଜମାନ କରିବେ।
    ତୁମ୍ଭର ଉତ୍ତମତା ତୁମ୍ଭକୁ ଶାସନ କରିବାର କ୍ଷମତା ଦିଏ।
ତୁମ୍ଭେ ଧାର୍ମିକକୁ ଭଲ ପାଅ ଓ ଦୁଷ୍ଟକୁ ଘୃଣା କର।
    ପରମେଶ୍ୱର ତୁମ୍ଭର ବନ୍ଧୁମାନଙ୍କ ମଧ୍ୟରୁ
    ତୁମ୍ଭକୁ ରାଜା ହେବାକୁ ମନୋନୀତ କଲେ।
ତୁମ୍ଭର ପୋଷାକରୁ ଉତ୍ତମ ସୁଗନ୍ଧିଯୁକ୍ତ ଅଗୁରୁ ଡା‌ଲ୍‌ଚିନି ମସଲାର ବାସନା ଭାସି ଆସୁଛି।
    ଏହି ପ୍ରାସାଦ ହାତୀ ଦାନ୍ତରେ ସୁଶୋଭିତ ଓ ସେ ଭିତରୁ ଉତ୍ତମ ସଙ୍ଗୀତ ତୁମ୍ଭର ମନୋରଞ୍ଜନ ସକାଶେ ଗୁଞ୍ଜରିତ ହେଉଛି।
ତୁମ୍ଭ ବିବାହରେ ଯୋଗ ଦେଇଥିବା ସ୍ତ୍ରୀ ଲୋକମାନେ ରାଜକୁମାରୀ ଅଟନ୍ତି।
    ରାଜକୁମାରୀମାନେ ତୁମ୍ଭର ବଧୂ, ତୁମ୍ଭର ଦକ୍ଷିଣ ପାର୍ଶ୍ୱରେ ଶୁଦ୍ଧ ସୁବର୍ଣ୍ଣ ମୁକୁଟ
    ଓ ପୋଷାକ ପିନ୍ଧି ଛିଡ଼ା ହୋଇଛନ୍ତି।

ଯାକୁବଙ୍କ ପତ୍ର 1:17-27

17 ପ୍ରତ୍ୟେକ ଉତ୍ତମ ବିଷୟ ଓ ସିଦ୍ଧ ଦାନ ପରମେଶ୍ୱରଙ୍କଠାରୁ ଆସିଥାଏ। ଯେଉଁ ପରମପିତା ଆକାଶସ୍ଥ ସମସ୍ତ ଜ୍ୟୋତିଃର୍ଗଣ ସୂର୍ଯ୍ୟ, ଚନ୍ଦ୍ର, ତାରାଙ୍କୁ ନିର୍ମାଣ କରିଛନ୍ତି, ତାହାଙ୍କଠାରୁ ଏହି ସମସ୍ତ ଉତ୍ତମ ଦାନ ଆସେ। ପରମେଶ୍ୱର ପରିବର୍ତ୍ତନ ହୁଅନ୍ତି ନାହିଁ, ସେ ସର୍ବଦା ସମାନ ଅଟନ୍ତି। 18 ସତ୍ୟ ବାକ୍ୟ ଦ୍ୱାରା ସେ ଆମ୍ଭକୁ ଜୀବନ ଦାନ ଦେବା ନିମନ୍ତେ ସ୍ଥିର କଲେ। ତାହାଙ୍କ ସୃଷ୍ଟ ସମସ୍ତ ବସ୍ତୁ ମଧ୍ୟରୁ ଆମ୍ଭମାନଙ୍କୁ ସର୍ବାଧିକ ମହତ୍ତ୍ୱପୂର୍ଣ୍ଣ କରିବା ତାହାଙ୍କର ଇଚ୍ଛା ଥିଲା।

ଶୁଣିବା ଓ ପାଳନ କରିବା

19 ମୋ’ ପ୍ରିୟ ଭାଇ ଓ ଭଉଣୀମାନେ, କହିବା ଅପେକ୍ଷା ଶୁଣିବାରେ ବେଶି ଇଚ୍ଛୁକ ହୁଅ। ସହଜରେ ରାଗି ଯାଅ ନାହିଁ। 20 କାରଣ ଜଣେ ମଣିଷର କ୍ରୋଧ ତାହାକୁ ପରମେଶ୍ୱରଙ୍କ ଇଚ୍ଛାନୁମୋଦିତ ଧାର୍ମିକ ଜୀବନ କାଟିବାକୁ ସାହାଯ୍ୟ କରେ ନାହିଁ। 21 ତେଣୁ ତୁମ୍ଭମାନଙ୍କ ଜୀବନରୁ ପ୍ରତ୍ୟେକ ମନ୍ଦ ବିଷୟ ଓ ମନ୍ଦ କର୍ମକୁ କାଢ଼ି ପକାଅ। ତୁମ୍ଭର ହୃଦୟରେ ବୁଣା ଯାଇଥିବା ପରମେଶ୍ୱରଙ୍କ ଶିକ୍ଷାଗୁଡ଼ିକୁ ନମ୍ରତାର ସହିତ ଗ୍ରହଣ କର। ଏହି ଶିକ୍ଷା ତୁମ୍ଭର ଆତ୍ମାକୁ ରକ୍ଷା କରି ପାରିବ।

22 ପରମେଶ୍ୱରଙ୍କ ଶିକ୍ଷାଗୁଡ଼ିକ ପାଳନ କର, କେବଳ ଯେ ଶୁଣିବ ତାହା ନୁହେଁ, କିନ୍ତୁ କାର୍ଯ୍ୟରେ ଦେଖାଇବା ଦରକାର। କେବଳ ବସି ରହି ଶୁଣିବା ଦ୍ୱାରା ତୁମ୍ଭେ ପ୍ରକୃତରେ ନିଜକୁ ଠକୁଛ। 23 ଯଦି ଜଣେ ପରମେଶ୍ୱରଙ୍କ ଶିକ୍ଷାକୁ କେବଳ ଶୁଣେ ଓ କିଛି କରେ ନାହିଁ, ସେ ଲୋକ ଦର୍ପଣରେ ନିଜ ମୁହଁ ଦେଖିଲା ଭଳି ଅଟେ। 24 ସେ ଦର୍ପଣରେ ନିଜକୁ ଦେଖେ ଓ ଦୂରେଇ ଗ୍ଭଲିଯାଏ ଓ ଶୀଘ୍ର ଭୁଲିଯାଏ ଯେ, ସେ କିପରି ଦିଶୁଥିଲା। 25 କିନ୍ତୁ ପ୍ରକୃତ ସୁଖୀ ଲୋକ ଯତ୍ନ ସହକାରେ ପରମେଶ୍ୱରଙ୍କ ସିଦ୍ଧ ବ୍ୟବସ୍ଥାକୁ ଅଧ୍ୟୟନ କରେ ଯାହା ମନୁଷ୍ୟମାନଙ୍କୁ ସ୍ୱାଧୀନ କରିଥାଏ। ସେ ସର୍ବଦା ତାହା ଅଧ୍ୟୟନ କରୁଥାଏ। ସେ ପରମେଶ୍ୱରଙ୍କ ଶିକ୍ଷାକୁ ଶୁଣେ ଓ ସେହି ଶୁଣିଥିବା ବିଷୟ ଭୁଲିଯାଏ ନାହିଁ। ତା’ପରେ ସେ ପରମେଶ୍ୱରଙ୍କ ସେହି ଶିକ୍ଷାକୁ ପାଳନ କରେ। ଏପରି କରିବା ଦ୍ୱାରା ସେ ସୁଖୀ ହୁଏ।

ପରମେଶ୍ୱରଙ୍କୁ ଉପାସନା କରିବାର ପ୍ରକୃତ ମାର୍ଗ

26 ଜଣେ ଲୋକ ଭାବିପାରେ ଯେ, ସେ ନିଜେ ଜଣେ ଧାର୍ମିକ ଲୋକ ଅଟେ। କିନ୍ତୁ ଯେଉଁସବୁ କଥା କହିବା ଉଚିତ୍ ନୁହେଁ, ତାହା କହିବା ଦ୍ୱାରା ସେ ନିଜକୁ ଠକେ। ତେଣୁ ତା’ର “ଧର୍ମ”ର କିଛି ମୂଲ୍ୟ ରହେ ନାହିଁ। 27 ପରମେଶ୍ୱର ଯେଉଁ ଧର୍ମକୁ ଭଲ ପାଆନ୍ତି, ତାହା ହେଲା: ଅନାଥ, ବିଧବା ଓ ଅସହାୟ ଲୋକମାନଙ୍କର ଯତ୍ନ ନେବା ଓ ନିଜକୁ ଏହି ସଂସାରର ମନ୍ଦ ପ୍ରଭାବରୁ ମୁକ୍ତ ରଖିବା। ଏହି ପ୍ରକାର ଧର୍ମକୁ ପରମେଶ୍ୱର ସମ୍ପୂର୍ଣ୍ଣ ଶୁଦ୍ଧ ଓ ଉତ୍ତମ ବୋଲି ଗ୍ରହଣ କରନ୍ତି।

ମାର୍କ ଲିଖିତ ସୁସମାଗ୍ଭର 7:1-8

ପରମେଶ୍ୱରଙ୍କ ବ୍ୟବସ୍ଥା ଓ ମନୁଷ୍ୟକୃତ ନିୟମ(A)

କେତେକ ଫାରୂଶୀ ଓ କେତେକ ଧର୍ମଶାସ୍ତ୍ରୀ ଯିରୁଶାଲମରୁ ଆସି ଯୀଶୁଙ୍କ ଗ୍ଭରିପଟେ ରୁଣ୍ତ ହୋଇଗଲେ। ସେମାନେ ଯୀଶୁଙ୍କର କେତେକ ଶିଷ୍ୟଙ୍କୁ ଅପବିତ୍ର ହାତରେ ଅର୍ଥାତ୍ ନିର୍ଦ୍ଧାରିତ ପଦ୍ଧତିରେ ହାତ ନ ଧୋଇ ଖାଉଥିବାର ଦେଖିଲେ। ଫାରୂଶୀ ଓ ସମସ୍ତ ଯିହୂଦୀମାନେ ନିର୍ଦ୍ଧାରିତ ପଦ୍ଧତିରେ ହାତ ନ ଧୋଇ କେବେ ହେଲେ ଖାଉ ନ ଥିଲେ। ସେମାନେ ତାହାଙ୍କର ମହାନ ପୂର୍ବ ପୁରୁଷଙ୍କ ଦ୍ୱାରା ପ୍ରଚଳିତ ପରମ୍ପରା ପାଳନ କରିବା ପାଇଁ ଏହା କରୁଥିଲେ। ଏପରିକି ବଜାରରୁ ଅଣାଯାଉଥିବା ଖାଦ୍ୟ ପଦାର୍ଥକୁ ସେମାନେ ନିର୍ଦ୍ଧାରିତ ପଦ୍ଧତିରେ ନ ଧୋଇ ଖାଆନ୍ତି ନାହିଁ। ଗିନା, କଳସ, ତମ୍ବାପାତ୍ର ଆଦି ମାଜିବା ଧୋଇବା ଭଳି ଅନେକ ପରମ୍ପରା ସେମାନେ ପାଳନ କରନ୍ତି।

ତେଣୁ ଫାରୂଶୀ ଓ ଧର୍ମଶାସ୍ତ୍ରୀମାନେ ଯୀଶୁଙ୍କୁ ପଗ୍ଭରିଲେ, “ତୁମ୍ଭର ଶିଷ୍ୟମାନେ ପୂର୍ବ ପୁରୁଷରୁ ପ୍ରଚଳିତ ପରମ୍ପରାଗୁଡ଼ିକୁ କାହିଁକି ପାଳୁ ନାହାନ୍ତି? ସେମାନେ ଅପବିତ୍ର ହାତରେ ଖାଆନ୍ତି, ସେମାନେ ଏଭଳି କାହିଁକି କରନ୍ତି?”

ଯୀଶୁ କହିଲେ, “ତୁମ୍ଭଭଳି କପଟୀମାନଙ୍କ ସମ୍ବନ୍ଧରେ ଯିଶାଇୟ ଯାହା ଭବିଷ୍ୟ‌ଦ୍‌ବାଣୀ କରିଥିଲେ ତାହା ଯଥାର୍ଥ, ଯିଶାଇୟ ଲେଖିଥିଲେ,

‘ଏ ଲୋକମାନେ କେବଳ ମୁଖରେ ମୋର ସମ୍ମାନ କରନ୍ତି,
    କିନ୍ତୁ ସେମାନଙ୍କ ମନ ମୋ’ଠାରୁ ବହୁ ଦୂରରେ।
ସେମାନଙ୍କର ମୋ’ ପାଇଁ ଉପାସନା ନିରର୍ଥକ,
    କାରଣ ସେମାନେ ଲୋକଙ୍କୁ ତାହାଙ୍କ ସିଦ୍ଧାନ୍ତ ଭାବରେ ମନୁଷ୍ୟକୃତ ନିୟମ ମାନିବାକୁ ଉପଦେଶ ଦିଅନ୍ତି।’(B)

ତୁମ୍ଭେମାନେ ପରମେଶ୍ୱରଙ୍କ ଆଦେଶ ତ୍ୟାଗ କରିଛ। ଏବେ ତୁମ୍ଭେମାନେ ମନୁଷ୍ୟକୃତ ପରମ୍ପରାକୁ ଧରି ବସିଛ।”

ମାର୍କ ଲିଖିତ ସୁସମାଗ୍ଭର 7:14-15

14 ଯୀଶୁ ଲୋକମାନଙ୍କୁ ପୁଣି ପାଖକୁ ଡାକିଲେ। ସେ କହିଲେ ପ୍ରତ୍ୟେକ ଲୋକ ମୋର କଥା ଶୁଣ ଓ ବୁଝ। 15 ଏଭଳି କୌଣସି ବସ୍ତୁ ନାହିଁ, ଯାହା ବାହାରୁ ମନୁଷ୍ୟ ଭିତରକୁ ପ୍ରବେଶ କରି ତାକୁ ଅଶୁଦ୍ଧ କରି ପକାଇବ। ବରଂ ଯେଉଁ ବସ୍ତୁ ମନୁଷ୍ୟର ଭିତରୁ ବାହାରି ଥାଏ, ତାହା ହିଁ ତାକୁ ଅଶୁଦ୍ଧ କରିପାରେ।’’

ମାର୍କ ଲିଖିତ ସୁସମାଗ୍ଭର 7:21-23

21 ମନୁଷ୍ୟ ଭିତରେ, ତା’ର ମନରେ, ଏହିସବୁ ଖରାପ ଜିନିଷ ଜନ୍ମ ଦିଏ, ମନ୍ଦ ବିଗ୍ଭର, ଯୌନଗତ ପାପ, ଗ୍ଭେରି, ହତ୍ୟା। 22 ବ୍ୟଭିଗ୍ଭର, ଲାଳସା ବା ଲୋଭ, ଦୁଷ୍ଟାତ୍ମା, ମନ୍ଦକାମ କରିବା, ପ୍ରବଞ୍ଚନା, ଈର୍ଷା, ଚୁଗୁଲି, ଅହଙ୍କାର ଏବଂ ମୂର୍ଖତା। 23 ଏହିସବୁ ଖରାପ ଜିନିଷ ମନୁଷ୍ୟର ଭିତରୁ ବାହାରକୁ ଆସିଥାଏ। ଏଗୁଡ଼ିକ ମନୁଷ୍ୟକୁ ଅଶୁଦ୍ଧ କରିପକାଏ।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center