Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 19

ଦାଉଦଙ୍କର ଏକ ଗୀତ

19 ଆକାଶ ପରମେଶ୍ୱରଙ୍କର ମହିମା ଓ ଗୌରବ ବର୍ଣ୍ଣନା କରେ।
    ଆକାଶ ତାଙ୍କର ହସ୍ତ ନିର୍ମିତ ସମସ୍ତ ଉତ୍ତମ ବସ୍ତୁର ବର୍ଣ୍ଣନା କରେ।
ପ୍ରତି ନୂତନ ଦିନ, ନୂଆ ନୂଆ କାହାଣୀ କହିଗ୍ଭଲେ।
    ପ୍ରତ୍ୟେକ ରାତ୍ରି ପରମେଶ୍ୱରଙ୍କ ଶକ୍ତି ବିଷୟରେ ନାନା ତଥ୍ୟ ପ୍ରଦାନ କରେ।
ତୁମ୍ଭେ କୌଣସି ବାକ୍ୟ କିମ୍ବା ଶବ୍ଦ ଶୁଣିପାର ନାହିଁ
    କାରଣ ଏହା କୌଣସି ଶବ୍ଦ ସୃଷ୍ଟି କରେ ନାହିଁ, ଯାହାକୁ ଆମ୍ଭେ ଶୁଣି ପାରିବା।
କିନ୍ତୁ ସେମାନଙ୍କର “କଣ୍ଠସ୍ୱର” ସମଗ୍ର ପୃଥିବୀରେ ଶୁଣାଯାଏ।
    ସେମାନଙ୍କର “ବାକ୍ୟ” ପୃଥିବୀର ଶେଷ ସୀମାକୁ ଯାଇପାରିବ।

ଆକାଶ ହେଉଛି ସୂର୍ଯ୍ୟର ବାସସ୍ଥଳୀ ଭଳି।
    ସୂର୍ଯ୍ୟ ଆପଣା ଅନ୍ତଃପୂରରୁ ବରପରି ବାହାରି ଆସେ।
ସୂର୍ଯ୍ୟ ଆକାଶରେ ଗ୍ଭଲିବାକୁ ଆରମ୍ଭ କରେ।
    ଠିକ୍ ଯେମିତି ଜଣେ କ୍ରୀଡ଼ାବିତ୍ ଦୌଡ଼ ପ୍ରତିଯୋଗିତାରେ ଦୌଡ଼େ।
ସୂର୍ଯ୍ୟ ଆକାଶର ଗୋଟିଏ ଦିଗରୁ ଅନ୍ୟ ଦିଗ ପର୍ଯ୍ୟନ୍ତ ଦୌଡ଼ି ଦୌଡ଼ି ଯାଏ।
    ତା’ର ଉତ୍ତପ୍ତ କିରଣରୁ କୌଣସି ବସ୍ତୁ ଗୁପ୍ତ ହୋଇ ରହିପାରିବ ନାହିଁ।
    ସଦାପ୍ରଭୁଙ୍କ ନୀତିଶିକ୍ଷାଗୁଡ଼ିକ ଠିକ୍ ସେହିଭଳି।

ପରମେଶ୍ୱରଙ୍କର ଶିକ୍ଷାଗୁଡ଼ିକ ପାରଦର୍ଶୀ।
    ସେଗୁଡ଼ିକ ଲୋକମାନଙ୍କୁ ବଳଶାଳୀ କରେ।
ସଦାପ୍ରଭୁଙ୍କର ବ୍ୟବସ୍ଥାକୁ ବିଶ୍ୱାସ କରାଯାଇପାରେ।
    ଏହା ମୂର୍ଖମାନଙ୍କୁ ଜ୍ଞାନୀ କରେ।
ସଦାପ୍ରଭୁଙ୍କର ବ୍ୟବସ୍ଥାସବୁ ଯଥାର୍ଥ।
    ସେଗୁଡ଼ିକ ଲୋକଙ୍କୁ ସୁଖୀ କରାଏ।
ସଦାପ୍ରଭୁଙ୍କ ଆଜ୍ଞା ନିର୍ମଳ।
    ଏହା ଲୋକମାନଙ୍କୁ ପ୍ରକୃତ ମାର୍ଗରେ ବଞ୍ଚିବା ପାଇଁ ସାହାଯ୍ୟ କରେ।

ସଦାପ୍ରଭୁଙ୍କର ଉପାସନା ଆଲୋକ ସଦୃଶ।
    ଯାହା ଚିରକାଳ ଆହୁରି ଉଜ୍ଜ୍ୱଳ ଆଲୋକ ପ୍ରଦାନ କରେ।
ସଦାପ୍ରଭୁଙ୍କର ବିଗ୍ଭର ପଦ୍ଧତି ନିର୍ମଳ ଓ ନ୍ୟାୟପୂର୍ଣ୍ଣ।
    ସେଗୁଡ଼ିକ ସର୍ବତୋଭାବେ ସତ୍ୟ।
10 ସଦାପ୍ରଭୁଙ୍କର ନୀତିଶିକ୍ଷା ଶୁଦ୍ଧ ସୁବର୍ଣ୍ଣଠାରୁ ଅଧିକ ମୂଲ୍ୟବାନ।
    ସେଗୁଡ଼ିକ ମହୁଠାରୁ ଅଧିକ ମଧୁର, ଯେଉଁ ମହୁ କି ସିଧା ମହୁଫେଣାରୁ ଆସିଥାଏ।
11 ସଦାପ୍ରଭୁଙ୍କର ନୀତିଶିକ୍ଷା ତାଙ୍କର ଦାସମାନଙ୍କୁ ସତର୍କ କରାଇଥାଏ।
    ଯଦି ତୁମ୍ଭେମାନେ ସେଗୁଡ଼ିକୁ ପାଳନ କର, ତୁମ୍ଭେମାନେ ଉତ୍ତମ ପୁରସ୍କାର ପାଇବ।

12 କେହି ନିଜର ସମସ୍ତ ଭ୍ରାନ୍ତ ଧାରଣାକୁ ବୁଝିପାରନ୍ତି ନାହିଁ।
    ତେଣୁ ମୋତେ ଗୁପ୍ତ ପାପ କରିବାରୁ ନିବୃତ୍ତ କର।
13 ମୁଁ ଯେଉଁ ପାପସବୁ କରିବାକୁ ଗ୍ଭହୁଁଛି ମୋତେ ସେଥିରୁ ନିବୃତ୍ତ କର।
    ସେହି ପାପସବୁ ଯେପରି ମୋ’ ଉପରେ ଶାସନ ନ କରୁ।
ତୁମ୍ଭେ ଯଦି ମୋତେ ସାହାଯ୍ୟ କରିବ ତା’ହେଲେ ମୁଁ ଶୁଦ୍ଧ ଜୀବନଯାପନ ସହିତ
    ସମସ୍ତ ପାପରୁ ମୁକ୍ତ ହୋଇ ପାରିବି।
14 ହେ ସଦାପ୍ରଭୁ, ମୁଁ ଆଶା କରୁଛି ମୋର କଥା ଓ ଭାବନା ନିଶ୍ଚୟ ତୁମ୍ଭକୁ ସନ୍ତୁଷ୍ଟ କରିବ।
    ତୁମ୍ଭେ ମୋର ଦୃଢ଼ ବିଶ୍ୱାସର ପଥର ପରି ପ୍ରତୀକ ସଦୃଶ।
    ତୁମ୍ଭେ ହିଁ କେବଳ ମୋର ରକ୍ଷାକର୍ତ୍ତା ଅଟ।

ହିତୋପଦେଶ 15:1-17

15 କୋମଳ ପୂର୍ଣ୍ଣ ଉତ୍ତର କ୍ରୋଧକୁ ଦମନ କରେ, ମାତ୍ର କଟୁବାକ୍ୟ କୋପ ଜନ୍ମାଏ। ଜଣେ ଜ୍ଞାନୀ ଲୋକ ତା’ର ଚିନ୍ତାଧାରା ଭଲ ଭାବରେ କହିପାରେ, କିନ୍ତୁ ନିର୍ବୋଧ ନିର୍ବୋଧତାକୁ ବଖାଣେ।

ସଦାପ୍ରଭୁ ସର୍ବଦା ସବୁଠାରେ ଘଟୁଥିବା ଘଟଣାକୁ ଦେଖନ୍ତି। ସେ ଅଧମ ଓ ଉତ୍ତମ ଲୋକମାନଙ୍କୁ ମଧ୍ୟ ନୀରିକ୍ଷଣ କରନ୍ତି।

ଶାନ୍ତିର ବାକ୍ୟ ଜୀବନର ବୃକ୍ଷ ସ୍ୱରୂପ, ମାତ୍ର କୁଟିଳ ବାକ୍ୟ ଆତ୍ମା ନଷ୍ଟ କରେ।

ଅଜ୍ଞାନ ଆପଣା ପିତାର ଶାସନକୁ ଅବହେଳା କରେ, ମାତ୍ର ବିଜ୍ଞୋଚିତ ବ୍ୟକ୍ତି ଭର୍ତ୍ସନାକୁ ଆଦର ସହ ଗ୍ରହଣ କରନ୍ତି।

ଧାର୍ମିକର ଗୃହରେ ବହୁ ସମ୍ପତ୍ତି ଥାଏ। ମାତ୍ର ଦୁଷ୍ଟର ଆୟରେ ସବୁବେଳେ କଷ୍ଟ ଥାଏ।

ଜ୍ଞାନୀମାନଙ୍କର ବାକ୍ୟ ଜ୍ଞାନ ପ୍ରସାରଣ କରେ। ମାତ୍ର ମୂର୍ଖର ମନ ସେପରି କରେ ନାହିଁ।

ଦୁଷ୍ଟମାନଙ୍କ ବଳିଦାନ ସଦାପ୍ରଭୁଙ୍କଠାରେ ଘୃଣାର ବିଷୟ ଅଟେ। ମାତ୍ର ସରଳ ଲୋକଙ୍କର ପ୍ରାର୍ଥନାକୁ ସେ ଗ୍ରହଣ କରନ୍ତି।

ଦୁଷ୍ଟର ଗତି ସଦାପ୍ରଭୁଙ୍କର ଘୃଣା ବିଷୟ। ମାତ୍ର ଧାର୍ମିକତାର ଅନୁଗାମୀକି ସେ ପ୍ରେମ କରନ୍ତି।

10 ଜଣେ ଯିଏ ଜ୍ଞାନର ପଥ ତ୍ୟାଗ କରେ, ପୁଣି ଯେଉଁ ଲୋକ ଅନୁଯୋଗ ଘୃଣା କରେ ସେ ମରିବ।

11 ମୃତ୍ୟୁ ଓ ବିନାଶ ସଦାପ୍ରଭୁଙ୍କ ଆଗରେ ଖୋଲା ପଡ଼ିଥାଏ। ଲୋକମାନଙ୍କର ହୃଦୟର ଅଭିପ୍ରାୟ ତା ଅପେକ୍ଷା ତାହାଠାରୁ ଅଧିକ ସ୍ପଷ୍ଟା

12 ଜଣେ ନିନ୍ଦୁକ ଅନୁଯୋଗ ପାଇବାକୁ ଭଲ ପାଆନ୍ତି ନାହିଁ। ସେମାନେ କଦାପି ଜ୍ଞାନୀ ଲୋକମାନଙ୍କ ନିକଟକୁ ଯାଆନ୍ତି ନାହିଁ।

13 ଗୋଟିଏ ଆନନ୍ଦିତ ହୃଦୟ ମୁଖକୁ ପ୍ରଫୁଲ୍ଲ କରେ। କିନ୍ତୁ ହୃଦୟର ଦୁଃଖ ସହିତ, ଆତ୍ମା ଦୁଃଖୀ ହେବ ଏବଂ ଭାଙ୍ଗି ଯାଏ।

14 ବୁଦ୍ଧିମାନର ମନ ଜ୍ଞାନ ଲୋଡ଼େ। ମାତ୍ର ମୂର୍ଖମାନଙ୍କର ମୁଖ ଅଜ୍ଞାନତା ଆହାର କରେ।

15 ଗୋଟିଏ ମାତ୍ର ଜଣେ ହୃଷ୍ଟଚିତ୍ତ ପାଇଁ ପ୍ରତ୍ୟେକ ଦିନ ଗୋଟିଏ ଭୋଜି ଅଟେ।

16 ଅଶାନ୍ତି ଯୁକ୍ତି ବହୁ ସମ୍ପତ୍ତି ଅପେକ୍ଷା ସଦାପ୍ରଭୁଙ୍କ ଭୟଯୁକ୍ତ ଅଳ୍ପ ସମ୍ପତ୍ତି ଭଲ।

17 ହିଂସା ସହିତ ହୃଷ୍ଟପୁଷ୍ଟ ଗୋମାଂସ ଭୋଜନ ଅପେକ୍ଷା ପ୍ରେମଥିବା ସ୍ଥାନରେ ଶାକାନ୍ନ ଭଲ।

ଏବ୍ରୀ 11:17-22

17-18 ପରମେଶ୍ୱର ଅବ୍ରହାମଙ୍କୁ ପରୀକ୍ଷା କରିଥିଲେ। ଅବ୍ରହାମଙ୍କୁ ପରମେଶ୍ୱର କହିଥିଲେ ଯେ, ଇସ୍‌ହାକଙ୍କୁ ବଳିରୂପେ ସମର୍ପିତ କରିବ। ଅବ୍ରହାମଙ୍କ ବିଶ୍ୱାସ ଥିବାରୁ ସେ ତାହା ମାନିଲେ। ପରମେଶ୍ୱରଙ୍କଠାରୁ ଅବ୍ରହାମ ପୂର୍ବରୁ ପ୍ରତିଜ୍ଞା ପାଇଥିଲେ। ପରମେଶ୍ୱର ଅବ୍ରହାମଙ୍କୁ କହି ସାରିଥିଲେ ଯେ, “ଇସ୍‌ହାକଙ୍କ ଦ୍ୱାରା ତୁମ୍ଭର ବଂଶଧରମାନେ ଆସିବେ।” କିନ୍ତୁ ନିଜର ଏକମାତ୍ର ପୁତ୍ର ଇସ୍‌ହାକଙ୍କୁ ସେ ସମର୍ପିତ କରିବା ପାଇଁ ପ୍ରସ୍ତୁତ ଥିଲେ। ବିଶ୍ୱାସ ଥିବାରୁ ଅବ୍ରହାମ ଏପରି କଲେ। 19 ଅବ୍ରହାମ ବିଶ୍ୱାସ କରିଥିଲେ ଯେ, ପରମେଶ୍ୱର ଲୋକମାନଙ୍କୁ ମୃତ୍ୟୁରୁ ଉଠାଇ ଆଣି ପାରିବେ। ପ୍ରକୃତରେ ଯେତେବେଳେ ସେ ଇସ୍‌ହାକଙ୍କୁ ମାରିବା ପାଇଁ ଗଲାବେଳେ ପରମେଶ୍ୱର ଅବ୍ରହାମଙ୍କୁ ଅଟକାଇ ଦେଲେ। ସେତେବେଳେ ଅବ୍ରହାମ ଯେପରି ଇସ୍‌ହାକଙ୍କୁ ମୃତ୍ୟୁରୁ ଫେରି ପାଇଲେ।

20 ବିଶ୍ୱାସ କାରଣରୁ ଇସ୍‌ହାକ, ଯାକୁବ ଓ ଏସୌଙ୍କୁ ସେମାନଙ୍କ ଭବିଷ୍ୟତ ବିଷୟରେ ଆଶୀର୍ବାଦ ଦେଲେ। 21 ବିଶ୍ୱାସ କାରଣରୁ ହିଁ, ମଲାବେଳେ ଯାକୁବ, ଯୋଷେଫଙ୍କ ପ୍ରତ୍ୟେକ ପୁତ୍ରକୁ ଆଶୀର୍ବାଦ କଲେ। ସେ ନିଜର ବାଡ଼ି ଉପରେ ନଇଁ ପଡ଼ି ପରମେଶ୍ୱରଙ୍କୁ ଉପାସନା କଲେ।

22 ବିଶ୍ୱାସ ଦ୍ୱାରା ହଁ, ନିଜର ଶେଷ ସମୟ ନିକଟ ହେବା ପୂର୍ବରୁ ଯୋଷେଫ ଇସ୍ରାଏଲ ନିବାସୀମାନଙ୍କର ମିଶର ଦେଶରୁ ନିର୍ଗମନ ବିଷୟରେ, ତାହାଙ୍କ ମୃତ୍ୟୁ ପରେ ତାହାଙ୍କୁ କିପରି କବର ଦେବେ, ସେ ବିଷୟରେ କହିଥିଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center