Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 1

ପ୍ରଥମ ପୁସ୍ତକ

(ଗୀତସଂହିତା 1-41)

ଜଣେ ବ୍ୟକ୍ତି ପ୍ରକୃତରେ ଆଶୀର୍ବାଦ ଗ୍ରହଣ କରିବ,
    ଯଦି ସେ ଦୁଷ୍ଟ ଲୋକଙ୍କ ଉପଦେଶ ଗ୍ରହଣ କରେ ନାହିଁ,
ପାପୀମାନଙ୍କ ପରି ଜୀବନଯାପନ କରେ ନାହିଁ,
    ସେହି ଲୋକମାନଙ୍କ ସହିତ ତା’ର ସମୟ କଟାଏ ନାହିଁ, ଯେଉଁମାନେ କି ପରମେଶ୍ୱରଙ୍କୁ ସମ୍ମାନ ଦେଖାନ୍ତି ନାହିଁ,
ଉତ୍ତମ ବ୍ୟକ୍ତି ସଦାପ୍ରଭୁଙ୍କ ପ୍ରତ୍ୟେକ ବ୍ୟବସ୍ଥାକୁ ଶ୍ରଦ୍ଧାରେ ଗ୍ରହଣ କରେ
    ଓ ଦିନରାତି ସଦାପ୍ରଭୁଙ୍କ ବ୍ୟବସ୍ଥା ଧ୍ୟାନ କରୁଥାଏ।
ତେଣୁ ସେହି ବ୍ୟକ୍ତି ଅଧିକ ବଳଶାଳୀ ହୁଏ,
    ପ୍ରଚୁର ପାଣି ପାଉଥିବା ବୃକ୍ଷର ସ୍ଥିତି ପରି।
ସେହି ବ୍ୟକ୍ତି ଠିକ୍ ସମୟରେ ଫଳ ଦେଉଥିବା ଗୋଟିଏ ବୃକ୍ଷପରି ଅଟେ।
ସେହି ବ୍ୟକ୍ତି ସେହି ବୃକ୍ଷ ପରି ଶକ୍ତିଶାଳୀ,
    ଯାହାର ପତ୍ର କେବେହେଲେ ଶୁଖିଯାଏ ନାହିଁ।
ସେ ଯାହା କରେ, ତହିଁରେ କୃତକାର୍ଯ୍ୟ ହୁଏ।

ଦୁଷ୍ଟ ଲୋକମାନେ ସେପରି ନୁହନ୍ତି।
    ଦୁଷ୍ଟ ଲୋକମାନେ କେବଳ ‘ଚୋପା’ ବା ‘ତୁଷ’ ଭଳି ଯାହାକୁ କି ସହଜରେ ପବନ ଉଡ଼ାଇ ନେଇପାରେ।
ଯଦି ଧାର୍ମିକ ବ୍ୟକ୍ତିମାନେ ଏକତ୍ରିତ ହୋଇ କୌଣସି ମକଦ୍ଦମା ଫଇସଲା କରିବାକୁ ଯିବେ, ତାହାହେଲେ ଦୁଷ୍ଟ ଲୋକମାନେ ସହଜରେ ଦୋଷୀ ସାବ୍ୟସ୍ତ ହୋଇଯିବେ।
    ସେହି ପାପୀମାନେ କେବେହେଲେ ନିରପରାଧୀ ବୋଲି ପ୍ରମାଣିତ ହୋଇ ପାରିବେ ନାହିଁ।
କାରଣ ସଦାପ୍ରଭୁ କେବଳ ଧାର୍ମିକ ବ୍ୟକ୍ତିମାନଙ୍କୁ ରକ୍ଷା କରନ୍ତି,
    ଦୁଷ୍ଟ ଲୋକମାନଙ୍କର କାର୍ଯ୍ୟ ବିନଷ୍ଟ କରନ୍ତି।

ହିତୋପଦେଶ 30:1-10

ଯାକିର ପୁତ୍ର ଆଗୁରର ଜ୍ଞାନପୂର୍ଣ୍ଣ ଉପଦେଶ

30 ଏଗୁଡ଼ିକ ହେଉଛି ଯାକିର ପୁତ୍ର ଆଗୁରର ଜ୍ଞାନପୂର୍ଣ୍ଣ କଥା। ଏହା ହେଉଛି ଇଥୀୟେଲ ଓ ଉକଲଙ୍କ ପାଇଁ ବାର୍ତ୍ତା। [a]

ମୁଁ ହେଉଛି ପୃଥିବୀର ସବୁଠାରୁ ନିର୍ବୋଧଲୋକ। ମୋ’ଠାରେ ମନୁଷ୍ୟର ବିବେଚନା ନାହିଁ। ମୁଁ ଜ୍ଞାନ ଶିକ୍ଷି ନାହିଁ, ପରମେଶ୍ୱରଙ୍କ ବିଷୟରେ ମଧ୍ୟ ମୋର ଜ୍ଞାନ ନାହିଁ। କିଏ କେବେ ସ୍ୱର୍ଗକୁ ଯାଇଛି ଏବଂ ତଳକୁ ଫେରି ଆସିଛି? କୌଣସି ଲୋକ ତା’ର ମୁଷ୍ଟିରେ ବାୟୁକୁ ଏକତ୍ର କରି ନାହିଁ। କୌଣସି ଲୋକ କପଡ଼ାରେ ସମସ୍ତ ଜଳକୁ ବାନ୍ଧି ନାହିଁ। କୌଣସି ଲୋକ ପୃଥିବୀର ସବୁ ସୀମା ନିରୂପଣ କରି ନାହିଁ। ଯଦି କୌଣସି ଲୋକ ଏହା କରିଛି, ସେ କିଏ? ତାଙ୍କର ପୁତ୍ରର ନାମ କ’ଣ?

ପରମେଶ୍ୱରଙ୍କର ପ୍ରତ୍ୟେକ ବାକ୍ୟ ପରୀକ୍ଷାସିଦ୍ଧ, ଯେଉଁମାନେ ତାଙ୍କଠାରେ ଆଶ୍ରୟ ନିଅନ୍ତି, ସେ ସେମାନଙ୍କର ଢାଲ ଅଟନ୍ତି। ତେଣୁ ପରମେଶ୍ୱରଙ୍କର ବାକ୍ୟକୁ ପରିବର୍ତ୍ତନ କରିବାକୁ ଚେଷ୍ଟା କର ନାହିଁ। ଯଦି ତୁମ୍ଭେ ଏପରି କର, ସେ ତୁମ୍ଭକୁ ଶାସ୍ତି ଦେବେ, ଏବଂ ତୁମ୍ଭେ ମିଥ୍ୟା କହୁଛ ବୋଲି ପ୍ରମାଣିତ ହେବ।

ହେ ସଦାପ୍ରଭୁ, ମୋର ମଲା ପୂର୍ବରୁ ମୋତେ ଦୁଇଟି ବର ଦିଅ। ମୋତେ ସହାୟ ହୁଅ, ମୁଁ ଯେପରି ମିଥ୍ୟା ନ କହେ, ମୋତେ ଅତ୍ୟଧିକ ଧନୀ କି ଅତ୍ୟଧିକ ଗରିବ କର ନାହିଁ। ମୋର ପ୍ରତ୍ୟେକ ଦିନର ଆବଶ୍ୟକତା କେବଳ ପୂରଣ କର। ଯଦି ମୋର ଆବଶ୍ୟକତାଠାରୁ ଅଧିକ ଥାଏ, ତେବେ ମୁଁ ହୁଏତ ଚିନ୍ତା କରିପାରେ ଯେ, ମୁଁ ପରମେଶ୍ୱରଙ୍କୁ ଦରକାର କରେ ନାହିଁ। ଯଦି ମୁଁ ଗରିବ, ତେବେ ମୁଁ ଗ୍ଭେରି ହୁଏତ କରିବି ଓ ପରମେଶ୍ୱରଙ୍କ ନାମକୁ ଲଜ୍ଜା ଆଣିବି।

10 ଦାସର ପ୍ରଭୁ ସମ୍ମୁଖରେ ତା’ର କୁତ୍ସାରଟନା କର ନାହିଁ। ଯଦି ତୁମ୍ଭେ ଏପରି କୁହ, ମୁନିବ ତୁମ୍ଭକୁ ବିଶ୍ୱାସ କରିବ ନାହିଁ। ତୁମ୍ଭକୁ ସେ ଅପରାଧୀ ବୋଲି ବିବେଚନା କରିବ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 2:1-5

କ୍ରୁଶବିଦ୍ଧ ଯୀଶୁ ଖ୍ରୀଷ୍ଟଙ୍କ ବିଷୟରେ ବାର୍ତ୍ତା

ପ୍ରିୟ ଭାଇ ଓ ଭଉଣୀମାନେ, ମୁଁ ଯେତେବେଳେ ତୁମ୍ଭମାନଙ୍କ ପାଖକୁ ଆସିଥିଲି, ସେତେବେଳେ ପରମେଶ୍ୱରଙ୍କ ସତ୍ୟ ବିଷୟରେ କହିଥିଲି। କିନ୍ତୁ ମୁଁ କୌଣସି ବାକ୍‌ଗ୍ଭତୁରୀ ବା ଜ୍ଞାନର କଥା କହି ନ ଥିଲି। କାରଣ ସ୍ଥିର କରିଥିଲି ଯେ ତୁମ୍ଭ ସହିତ ଥିବା ସମୟରେ, ମୁଁ ଯୀଶୁ ଖ୍ରୀଷ୍ଟ ଓ କ୍ରୁଶରେ ତାହାଙ୍କ ମୃତ୍ୟୁ ଭୋଗ ବ୍ୟତୀତ, ଅନ୍ୟସବୁ କଥା ଭୁଲିଯିବି। ଏଣୁ ମୁଁ ଦୁର୍ବଳ ଓ ଭୟରେ ଥରି ଥରି ସେଠାକୁ ଆସିଥିଲି। ମୋର କଥା ଓ ଶିକ୍ଷା ଲୋକଙ୍କୁ ପ୍ରବର୍ତ୍ତାଇବା ଭଳି ଜାଗତିକ ଜ୍ଞାନର କଥା ନ ଥିଲା। ମାତ୍ର ମୋହର ଶିକ୍ଷା ପବିତ୍ରଆତ୍ମାଙ୍କ ଦତ୍ତ ଶକ୍ତିର ପ୍ରମାଣ ଅଟେ। ତୁମ୍ଭ ବିଶ୍ୱାସ ମନୁଷ୍ୟର ଜ୍ଞାନର ନ ହୋଇ ପରମେଶ୍ୱରଙ୍କ ଶକ୍ତିରେ ହେଉ, ସେଥିପାଇଁ ମୁଁ ଏପରି କଲି।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center