Revised Common Lectionary (Semicontinuous)
ପ୍ରଥମ ପୁସ୍ତକ
(ଗୀତସଂହିତା 1-41)
1 ଜଣେ ବ୍ୟକ୍ତି ପ୍ରକୃତରେ ଆଶୀର୍ବାଦ ଗ୍ରହଣ କରିବ,
ଯଦି ସେ ଦୁଷ୍ଟ ଲୋକଙ୍କ ଉପଦେଶ ଗ୍ରହଣ କରେ ନାହିଁ,
ପାପୀମାନଙ୍କ ପରି ଜୀବନଯାପନ କରେ ନାହିଁ,
ସେହି ଲୋକମାନଙ୍କ ସହିତ ତା’ର ସମୟ କଟାଏ ନାହିଁ, ଯେଉଁମାନେ କି ପରମେଶ୍ୱରଙ୍କୁ ସମ୍ମାନ ଦେଖାନ୍ତି ନାହିଁ,
2 ଉତ୍ତମ ବ୍ୟକ୍ତି ସଦାପ୍ରଭୁଙ୍କ ପ୍ରତ୍ୟେକ ବ୍ୟବସ୍ଥାକୁ ଶ୍ରଦ୍ଧାରେ ଗ୍ରହଣ କରେ
ଓ ଦିନରାତି ସଦାପ୍ରଭୁଙ୍କ ବ୍ୟବସ୍ଥା ଧ୍ୟାନ କରୁଥାଏ।
3 ତେଣୁ ସେହି ବ୍ୟକ୍ତି ଅଧିକ ବଳଶାଳୀ ହୁଏ,
ପ୍ରଚୁର ପାଣି ପାଉଥିବା ବୃକ୍ଷର ସ୍ଥିତି ପରି।
ସେହି ବ୍ୟକ୍ତି ଠିକ୍ ସମୟରେ ଫଳ ଦେଉଥିବା ଗୋଟିଏ ବୃକ୍ଷପରି ଅଟେ।
ସେହି ବ୍ୟକ୍ତି ସେହି ବୃକ୍ଷ ପରି ଶକ୍ତିଶାଳୀ,
ଯାହାର ପତ୍ର କେବେହେଲେ ଶୁଖିଯାଏ ନାହିଁ।
ସେ ଯାହା କରେ, ତହିଁରେ କୃତକାର୍ଯ୍ୟ ହୁଏ।
4 ଦୁଷ୍ଟ ଲୋକମାନେ ସେପରି ନୁହନ୍ତି।
ଦୁଷ୍ଟ ଲୋକମାନେ କେବଳ ‘ଚୋପା’ ବା ‘ତୁଷ’ ଭଳି ଯାହାକୁ କି ସହଜରେ ପବନ ଉଡ଼ାଇ ନେଇପାରେ।
5 ଯଦି ଧାର୍ମିକ ବ୍ୟକ୍ତିମାନେ ଏକତ୍ରିତ ହୋଇ କୌଣସି ମକଦ୍ଦମା ଫଇସଲା କରିବାକୁ ଯିବେ, ତାହାହେଲେ ଦୁଷ୍ଟ ଲୋକମାନେ ସହଜରେ ଦୋଷୀ ସାବ୍ୟସ୍ତ ହୋଇଯିବେ।
ସେହି ପାପୀମାନେ କେବେହେଲେ ନିରପରାଧୀ ବୋଲି ପ୍ରମାଣିତ ହୋଇ ପାରିବେ ନାହିଁ।
6 କାରଣ ସଦାପ୍ରଭୁ କେବଳ ଧାର୍ମିକ ବ୍ୟକ୍ତିମାନଙ୍କୁ ରକ୍ଷା କରନ୍ତି,
ଦୁଷ୍ଟ ଲୋକମାନଙ୍କର କାର୍ଯ୍ୟ ବିନଷ୍ଟ କରନ୍ତି।
18 ତିନି କଥା ମୋତେ ରହସ୍ୟ ପରି ଲାଗେ। ପୁଣି ଗ୍ଭରି କଥା ମୁଁ ଜାଣେ ନାହିଁ। 19 ଆକାଶରେ ଉତ୍କ୍ରୋଶପକ୍ଷୀର ଗତି, ପ୍ରସ୍ତରରେ ସର୍ପର ଗତି, ସମୁଦ୍ର ମଧ୍ୟରେ ଜାହାଜର ଗତି, ଯୁବତୀଠାରେ ପୁରୁଷର ଗତି।
20 ସେହିପରି ବ୍ୟଭିଗ୍ଭରିଣୀ ସ୍ତ୍ରୀର ଗତି। ସେ ଖାଇ ମୁହଁ ପୋଛି ଦିଏ ଓ କହେ, “ମୁଁ କିଛି ଅଧର୍ମ କରି ନାହିଁ।”
21 ତିନି କଥାର ଭାରରେ ପୃଥିବୀ କମ୍ପିତ ହୁଏ। ପୁଣି ଗ୍ଭରି କଥାର ଭାରରେ ମଧ୍ୟ ତାହା ସେ ସହିପାରେ ନାହିଁ। 22 ଦାସର ଭାର ଯେତେବେଳେ ସେ ରାଜତ୍ୱ କରେ, ମୂର୍ଖର ଭାର ଯେତେବେଳେ ସେ ଆହାରରେ ପରିତୃପ୍ତ। 23 କେହି ଭଲ ପାଉ ନ ଥିବା ସ୍ତ୍ରୀଲୋକକୁ ଯାହାର ବିବାହ ହୋଇଯାଏ। ଏବଂ ଗ୍ଭକରାଣୀର ଭାର ଯେତେବେଳେ ସେ ତା’ର ମାଲିକାଣିର ସ୍ଥାନ ନିଏ।
24 ଗ୍ଭରି ପ୍ରାଣୀ ପୃଥିବୀରେ ସାନ, ମାତ୍ର ସେମାନେ ଅତିଶୟ ଜ୍ଞାନବାନ୍ ଅଟନ୍ତି।
25 ପିମ୍ପୁଡ଼ି ଜାତି ଦୁର୍ବଳ ଅଟନ୍ତି, ମାତ୍ର ଅତିଶୟ ଜ୍ଞାନବାନ, ସେମାନେ ଗ୍ରୀଷ୍ମ ସମୟରେ ସେମାନଙ୍କର ଖାଦ୍ୟ ସଞ୍ଚୟ କରି ରଖନ୍ତି।
26 ଶାଫନ୍ ଜନ୍ତୁଗଣ ଶକ୍ତିହୀନ ଜାତି, ମାତ୍ର ସେମାନେ ଶୈଳରେ ଆପଣାର ବସା ନିର୍ମାଣ କରନ୍ତି।
27 ପଙ୍ଗପାଳମାନଙ୍କର କୌଣସି ରାଜା ନାହିଁ, ତଥାପି ସେମାନେ ଦଳବଦ୍ଧ ହୋଇ ଗମନ କରନ୍ତି।
28 ଝିଟିପିଟି ହସ୍ତଦ୍ୱାରା ଧରେ, ତଥାପି ସେ ରାଜାର ଅଟ୍ଟାଳିକାରେ ଥାଏ।
29 ତିନିପ୍ରାଣୀ ଗୌରବଶାଳୀ ଅଟନ୍ତି, ଯେତେବେଳେ ସେମାନେ ସୈନିକ ରୀତିରେ ଅଗ୍ରସର ହୁଅନ୍ତି। ପୁଣି ଗ୍ଭରିପ୍ରାଣୀ ଗୌରବଶାଳୀ ଅଟନ୍ତି ଯେତେବେଳେ ସେମାନେ ଗ୍ଭଲନ୍ତି।
30 ସମସ୍ତ ପଶୁମାନଙ୍କ ମଧ୍ୟରେ ସବୁଠୁ ଶକ୍ତିଶାଳୀ ସିଂହ, କାହାକୁ କେବେ ଭୟ କରେ ନାହିଁ।
31 ଯୁଦ୍ଧାଶ୍ୱ, ଛାଗ ଓ ରାଜା ଯାହା ବିରୁଦ୍ଧରେ କେହି ଉଠେ ନାହିଁ।
32 ଯଦି ତୁମ୍ଭେ ଆପଣାକୁ ଉଚ୍ଚ କରିବାରେ ମୂଢ଼ର କର୍ମ କରିଥାଅ, କିମ୍ବା ଯଦି କୁକଳ୍ପନା କରୁଥାଅ, ତେବେ ଆପଣା ମୁଖରେ ହାତ ଦିଅ।
33 କାରଣ ଯେପରି ଦୁଗ୍ଧମନ୍ଥନରୁ ଲହୁଣୀ ବାହାରେ ଓ ନାସିକା ମନ୍ଥନରେ ରକ୍ତ ବାହାରେ, ଠିକ୍ ସେହିପରି କ୍ରୋଧ ମନ୍ଥନରେ ବିବାଦ ବାହାରେ।
25 ଭାଇ ଓ ଭଉଣୀମାନେ, ଏହି ନିଗୂଢ଼ ସତ୍ୟ ବିଷୟରେ ତୁମ୍ଭେମାନେ ଯେ ପରି ଅଜଣା ରହି ଯାଅ; ଏ କଥା ମୁଁ ଗ୍ଭହେଁ ନାହିଁ । ଏହି ସତ୍ୟ ତୁମ୍ଭମାନଙ୍କୁ ଜାଣିବାରେ ସାହାଯ୍ୟ କରିବ ଯେ, ତୁମ୍ଭେମାନେ ସର୍ବଜ୍ଞ ନୁହଁ। ଏହି କଥା ସତ୍ୟ ଯେ, ଇସ୍ରାଏଲର ଗୋଟିଏ ଅଂଶର ଲୋକଙ୍କୁ ଅବାଧ୍ୟ କରାଯାଇଛି। ଯେତେବେଳେ ପୂର୍ଣ୍ଣ ସଂଖ୍ୟକ ଅଣଯିହୂଦୀ ପରମେଶ୍ୱରଙ୍କ ନିଜ ଲୋକ ହୋଇ ଯିବେ, ତା’ହେଲେ ଏହି ସ୍ଥିତିରେ ପରିବର୍ତ୍ତନ ଘଟିବ। 26 ଏହିଭଳି ସମଗ୍ର ଇସ୍ରାଏଲ ଉଦ୍ଧାର ପାଇବ। ଶାସ୍ତ୍ରରେ ଲେଖାଅଛି:
“ସିୟୋନ [a]ଠାରୁ ଉଦ୍ଧାରକର୍ତ୍ତା ଆସିବେ।
ସେ ଯାବୁକ ପରିବାର ସମସ୍ତ ଅଧର୍ମଗୁଡ଼ିକୁ ଦୂର କରିବେ।
27 ଓ ଆମ୍ଭେ ସେହି ଲୋକମାନଙ୍କର ପାପଗୁଡ଼ିକୁ ହରଣ କଲା ପରେ
ଏହି ଚୁକ୍ତି କରିବା।” (A)
28 ଯିହୂଦୀମାନେ ସୁସମାଗ୍ଭର ଗ୍ରହଣ କରୁ ନ ଥିବାରୁ, ପରମେଶ୍ୱରଙ୍କ ଶତ୍ରୁ। ଏହା ତୁମ୍ଭ ଅଣଯିହୂଦୀମାନଙ୍କୁ ସାହାଯ୍ୟ କରିଛି। କିନ୍ତୁ ଯିହୂଦୀମାନେ ଏବେ ମଧ୍ୟ ପରମେଶ୍ୱରଙ୍କର ମନୋନୀତ ଲୋକ। ତାହାଙ୍କ ପୂର୍ବଜ ମାନଙ୍କୁ ଦେଇଥିବା ପ୍ରତିଜ୍ଞା ହେତୁ, ପରମେଶ୍ୱର ସେମାନଙ୍କୁ ଖୁବ୍ ଭଲ ପାଆନ୍ତି। 29 ପରମେଶ୍ୱର ଯେଉଁମାନଙ୍କୁ ଡାକନ୍ତି ଓ ଯେଉଁ ଦାନଗୁଡ଼ିକ ଦିଅନ୍ତି; ସେମାନଙ୍କ ପ୍ରତି ପରମେଶ୍ୱର ନିଜର ମନ କେବେ ହେଲେ ପରିବର୍ତ୍ତନ କରନ୍ତି ନାହିଁ। 30 ଆଗରୁ ତୁମ୍ଭେମାନେ ପରମେଶ୍ୱରଙ୍କୁ ଅବଜ୍ଞା କରୁଥିଲ। କିନ୍ତୁ ବର୍ତ୍ତମାନ ଯିହୂଦୀମାନଙ୍କର ଅବଜ୍ଞାର ଫଳସ୍ୱରୂପ, ତୁମ୍ଭେମାନେ ଅନୁଗ୍ରହ ପ୍ରାପ୍ତ କରିଛ। 31 ଏବେ ଯିହୂଦୀମାନେ ଅବଜ୍ଞା କରୁଛନ୍ତି, କାରଣ ପରମେଶ୍ୱର ତୁମ୍ଭମାନଙ୍କୁ ଅନୁଗ୍ରହ କରୁଛନ୍ତି। କିନ୍ତୁଏହା ଘଟିଲା, ଯେହେତୁ ସେମାନେ ମଧ୍ୟ ପରମେଶ୍ୱରଙ୍କ ଅନୁଗ୍ରହ ଲାଭ କରି ପାରିବେ। 32 ସବୁ ଲୋକେ ପରମେଶ୍ୱରଙ୍କୁ ଅବଜ୍ଞା କରୁଛନ୍ତି। ସମସ୍ତଙ୍କୁ ସେ ଅବାଧ୍ୟ ସ୍ଥିତିରେ ପକାଇଛନ୍ତି ଯେପରି ସେ ସମସ୍ତଙ୍କୁ ଦୟା ଦେଖାଇ ପାରିବେ।
2010 by World Bible Translation Center