Revised Common Lectionary (Semicontinuous)
ଉପଯୁକ୍ତ ସ୍ତ୍ରୀ
10 ଏହା ଅତ୍ୟନ୍ତ କଷ୍ଟ “ଏକ ଗୁଣବତୀ ସ୍ତ୍ରୀ ପାଇବା”
ତା’ର ମୂଲ୍ୟ ମୁକ୍ତାଠାରୁ ଅଧିକ ମୂଲ୍ୟବାନ ଅଟେ।
11 ତା’ର ସ୍ୱାମୀର ହୃଦୟ ତାଠାରେ ନିର୍ଭର କରେ।
ସେ କଦାପି ଦରିଦ୍ର ହେବ ନାହିଁ।
12 ସେ ଜୀବନସାରା ସ୍ୱାମୀର ମଙ୍ଗଳ କରେ।
ସେ ତାଙ୍କୁ କେବେ ଅସୁବିଧାରେ ପକାଏ ନାହିଁ।
13 ସେ ମେଷଲୋମ ମସିନା ଖୋଜି
ସନ୍ତୋଷରେ ଆପଣା ହସ୍ତରେ କର୍ମ କରେ।
14 ସେ ବାଣିଜ୍ୟ ଜାହାଜ ପରି,
ଦୂରରୁ ଆପଣା ଆହାର ଆଣେ।
15 ସେ ରାତ୍ରି ଥାଉଥାଉ ଉଠେ,
ଆପଣା ପରିଜନକଙ୍କୁ ଖାଦ୍ୟ ଓ ଦାସୀଗଣଙ୍କୁ ନିରୂପିତ କର୍ମ ଦିଏ।
16 ସେ କ୍ଷେତ୍ରର ବିଷୟ ବୁଝି ତାହା କିଣେ।
ସେ ଆପଣା ହସ୍ତର ଫଳ ଦେଇ ଦ୍ରାକ୍ଷାକ୍ଷେତ୍ର ରୋପଣ କରେ।
17 ସେ ଜଣେ ବଳବାନ୍ କାର୍ଯ୍ୟକାରୀ ସ୍ତ୍ରୀ
ସେ ସବୁ ସମୟ କଠିନ ପରିଶ୍ରମ କରେ।
18 ଆପଣା ବ୍ୟାପାର ଯେ ଲାଭଜନକ, ଏହା ସେ ବୁଝେ।
ପୁଣି ରାତ୍ରିକାଳରେ ତାହାର ପ୍ରଦୀପ ଲିଭିଯାଏ ନାହିଁ।
19 ସେ ନୋଟିକି ହାତ ବଢ଼ାଏ,
ପୁଣି ତା’ର ହସ୍ତ ତାହା ପାଇଁ ବସ୍ତ୍ର ବୁଣେ।
20 ସେ ଦୁଃଖୀ ଲୋକମାନଙ୍କ ପ୍ରତି ମୁକ୍ତହସ୍ତା ହୁଏ
ଓ ଦରିଦ୍ରମାନଙ୍କ ପ୍ରତି ଦୟା ଦେଖାଏ।
21 ସେ କେବେହେଲେ ନିଜର ପରିବାର ବିଷୟରେ ଶୀତ ଋତୁରେ ଦୁଃଖିନୀ ହୁଏ ନାହିଁ।
ଯେତେବେଳେ ବରଫପାତ ହୁଏ କାରଣ ତାହାର ସମସ୍ତ ପରିବାର ଗରମ ବସ୍ତ୍ର ପିନ୍ଧନ୍ତି।
22 ସେ ଆପଣା ନିମନ୍ତେ ଚିତ୍ରବିଚିତ୍ର ଆଚ୍ଛାଦନ ବସ୍ତ୍ର ପ୍ରସ୍ତୁତ କରେ।
ସେ ଶୁଭ୍ର କ୍ଷୌମବସ୍ତ୍ର ପିନ୍ଧେ।
23 ଲୋକମାନେ ତା’ର ସ୍ୱାମୀକୁ ସମ୍ମାନ କରନ୍ତି।
ସେ ଦେଶର ଜଣେ ମୁଖିଆ ଅଟେ।
24 ସେ ଜଣେ ଉତ୍ତମ ବ୍ୟବସାୟୀ ସ୍ତ୍ରୀ ଅଟେ।
ସେ ଲୁଗା ଓ ବେଲ୍ଟ ପ୍ରସ୍ତୁତ କରେ ଓ ତାକୁ ବ୍ୟବସାୟୀମାନଙ୍କୁ ବିକେ।
25 ସେ ପ୍ରଶଂସାରେ ଯୋଗ୍ୟା, ଲୋକମାନେ ତାଙ୍କୁ ସମ୍ମାନ କରନ୍ତି।
ସେ ନୀର୍ଭିକ ଭାବେ ତା’ର ଭବିଷ୍ୟତ ଦେଖି ପାରେ।
26 ସେ ଜ୍ଞାନପୂର୍ଣ୍ଣ କଥା କହେ।
ସେ ଲୋକମାନଙ୍କୁ ଦୟା ଓ କରୁଣା ଶିକ୍ଷା ଦିଏ।
27 ସେ କେବେ ଅଳସୁଆ ହୁଏ ନାହିଁ।
ସେ ତା’ର ଗୃହର ପ୍ରତ୍ୟେକ ଦ୍ରବ୍ୟର ଯତ୍ନ ନିଏ।
28 ତା’ର ସନ୍ତାନମାନେ ତାକୁ ଧନ୍ୟ ବୋଲି କହନ୍ତି।
ତା’ର ସ୍ୱାମୀ ତା’ର ପ୍ରଶଂସା କରେ।
29 “ବହୁତ ଭଲ ସ୍ତ୍ରୀଲୋକ ଅଛନ୍ତି।
କିନ୍ତୁ ତୁମ୍ଭେ ସବୁଠାରୁ ଉତ୍ତମ।”
30 ଲାବଣ୍ୟ ପ୍ରବଞ୍ଚନା ଜନକ ଓ ସୌନ୍ଦର୍ଯ୍ୟ ଅସାର,
ମାତ୍ର ଯେଉଁ ସ୍ତ୍ରୀ ସଦାପ୍ରଭୁଙ୍କୁ ଭୟ କରେ, ସେ ପ୍ରଶଂସିତା ହେବ।
31 ସେ ପାଇବାର ଉପଯୁକ୍ତ ପୁରସ୍କାର ତାକୁ ଦିଅ।
ତାକୁ ତା’ ନିଜର କର୍ମ କରିବାକୁ ଛାଡ଼ିଦିଅ।
ସେ ଯାହା କରିଯାଇଛି ଲୋକମାନଙ୍କ ନଗର ଦ୍ୱାରରେ ତାହାର ପ୍ରଶଂସା ଆଣିଦିଏ।
ପ୍ରଥମ ପୁସ୍ତକ
(ଗୀତସଂହିତା 1-41)
1 ଜଣେ ବ୍ୟକ୍ତି ପ୍ରକୃତରେ ଆଶୀର୍ବାଦ ଗ୍ରହଣ କରିବ,
ଯଦି ସେ ଦୁଷ୍ଟ ଲୋକଙ୍କ ଉପଦେଶ ଗ୍ରହଣ କରେ ନାହିଁ,
ପାପୀମାନଙ୍କ ପରି ଜୀବନଯାପନ କରେ ନାହିଁ,
ସେହି ଲୋକମାନଙ୍କ ସହିତ ତା’ର ସମୟ କଟାଏ ନାହିଁ, ଯେଉଁମାନେ କି ପରମେଶ୍ୱରଙ୍କୁ ସମ୍ମାନ ଦେଖାନ୍ତି ନାହିଁ,
2 ଉତ୍ତମ ବ୍ୟକ୍ତି ସଦାପ୍ରଭୁଙ୍କ ପ୍ରତ୍ୟେକ ବ୍ୟବସ୍ଥାକୁ ଶ୍ରଦ୍ଧାରେ ଗ୍ରହଣ କରେ
ଓ ଦିନରାତି ସଦାପ୍ରଭୁଙ୍କ ବ୍ୟବସ୍ଥା ଧ୍ୟାନ କରୁଥାଏ।
3 ତେଣୁ ସେହି ବ୍ୟକ୍ତି ଅଧିକ ବଳଶାଳୀ ହୁଏ,
ପ୍ରଚୁର ପାଣି ପାଉଥିବା ବୃକ୍ଷର ସ୍ଥିତି ପରି।
ସେହି ବ୍ୟକ୍ତି ଠିକ୍ ସମୟରେ ଫଳ ଦେଉଥିବା ଗୋଟିଏ ବୃକ୍ଷପରି ଅଟେ।
ସେହି ବ୍ୟକ୍ତି ସେହି ବୃକ୍ଷ ପରି ଶକ୍ତିଶାଳୀ,
ଯାହାର ପତ୍ର କେବେହେଲେ ଶୁଖିଯାଏ ନାହିଁ।
ସେ ଯାହା କରେ, ତହିଁରେ କୃତକାର୍ଯ୍ୟ ହୁଏ।
4 ଦୁଷ୍ଟ ଲୋକମାନେ ସେପରି ନୁହନ୍ତି।
ଦୁଷ୍ଟ ଲୋକମାନେ କେବଳ ‘ଚୋପା’ ବା ‘ତୁଷ’ ଭଳି ଯାହାକୁ କି ସହଜରେ ପବନ ଉଡ଼ାଇ ନେଇପାରେ।
5 ଯଦି ଧାର୍ମିକ ବ୍ୟକ୍ତିମାନେ ଏକତ୍ରିତ ହୋଇ କୌଣସି ମକଦ୍ଦମା ଫଇସଲା କରିବାକୁ ଯିବେ, ତାହାହେଲେ ଦୁଷ୍ଟ ଲୋକମାନେ ସହଜରେ ଦୋଷୀ ସାବ୍ୟସ୍ତ ହୋଇଯିବେ।
ସେହି ପାପୀମାନେ କେବେହେଲେ ନିରପରାଧୀ ବୋଲି ପ୍ରମାଣିତ ହୋଇ ପାରିବେ ନାହିଁ।
6 କାରଣ ସଦାପ୍ରଭୁ କେବଳ ଧାର୍ମିକ ବ୍ୟକ୍ତିମାନଙ୍କୁ ରକ୍ଷା କରନ୍ତି,
ଦୁଷ୍ଟ ଲୋକମାନଙ୍କର କାର୍ଯ୍ୟ ବିନଷ୍ଟ କରନ୍ତି।
ପ୍ରକୃତ ଜ୍ଞାନ
13 ତୁମ୍ଭମାନଙ୍କ ଭିତରେ ପ୍ରକୃତ ଜ୍ଞାନୀ ଓ ବୁଦ୍ଧିମାନ କିଏ ଅଛି? ତା’ହେଲେ ସେ ଧାର୍ମିକ ଜୀବନଯାପନ କରି ନିଜର ବିଜ୍ଞତା ଦେଖାଉ। ସେ ନମ୍ର ଭାବରେ ଭଲ କାମ କରିବା ଉଚିତ୍। ଜ୍ଞାନୀ ଲୋକ ଗର୍ବ କରେ ନାହିଁ। 14 ଯଦି ତୁମ୍ଭେ ନିହାତି ସ୍ୱାର୍ଥପର ଓ ତୁମ୍ଭ ହୃଦୟରେ ଈର୍ଷାଭାବ ଅଛି, ତା’ହେଲେ ତୁମ୍ଭର ଗର୍ବ କରିବା ପାଇଁ କିଛି କାରଣ ନାହିଁ। ତୁମ୍ଭର ଅହଂକାର କେବଳ ମିଛ, ଏବଂ ତାହା ସତ୍ୟକୁ ଘୋଡ଼ାଇ ଦିଏ। 15 ଏହି ପ୍ରକାର “ଜ୍ଞାନ” ପରମେଶ୍ୱରଙ୍କଠାରୁ ଆସେ ନାହିଁ। ମାତ୍ର ଏହି “ଜ୍ଞାନ” ସଂସାରରୁ ଆସେ। ଏହା ଆତ୍ମିକ ନୁହେଁ। ଏହା ଶୟତାନଠାରୁ ଆସିଛି। 16 ଯେଉଁଠାରେ ଈର୍ଷାଭାବ ଓ ସ୍ୱାର୍ଥପର ମନୋଭାବ ଅଛି, ସେହିଠାରେ ସମସ୍ତ ପ୍ରକାର ବିଶୃଙ୍ଖଳା ଓ ସମସ୍ତ ପ୍ରକାରର ମନ୍ଦତା ଦେଖାଯାଏ। 17 କିନ୍ତୁ ପରମେଶ୍ୱରଙ୍କଠାରୁ ଆସିଥିବା “ଜ୍ଞାନ” ଏହିପରି: ପ୍ରଥମରେ ଏହା ପବିତ୍ର, ଶାନ୍ତିପୂର୍ଣ୍ଣ, ଭଦ୍ର ଓ ପ୍ରସନ୍ନ ଅଟେ। ଯେଉଁମାନେ ଅସୁବିଧା ବା କଷ୍ଟରେ ପଡ଼ିଛନ୍ତି, ଏହି ଜ୍ଞାନ ସେମାନଙ୍କୁ ସାହାଯ୍ୟ କରିବା ପାଇଁ ସର୍ବଦା ପ୍ରସ୍ତୁତ ଥାଏ ଓ ଏହା ଅନ୍ୟମାନଙ୍କର ମଙ୍ଗଳ କରେ। ଏହି ଜ୍ଞାନ ସର୍ବଦା ନିରପେକ୍ଷ ଓ ନିଷ୍ଠାପର ଅଟେ। 18 ଯେଉଁ ଲୋକମାନେ ଶାନ୍ତିପୂର୍ଣ୍ଣ ଭାବରେ ଶାନ୍ତି ପାଇଁ କାମ କରନ୍ତି, ସେମାନେ ଧାର୍ମିକ ଜୀବନଯାପନ ଦ୍ୱାରା ସେଥିରୁ ଉତ୍ପନ୍ନ ଉତ୍ତମ ବିଷୟମାନ ପାଆନ୍ତି।
ପରମେଶ୍ୱରଙ୍କଠାରେ ସମର୍ପିତ ହୁଅ
4 ତୁମ୍ଭେ କ’ଣ ଜାଣିଛ କି ତୁମ୍ଭମାନଙ୍କ ଭିତରେ ଝଗଡ଼ା ଓ ଯୁକ୍ତିତର୍କ କାହିଁକି ହୁଏ? ତୁମ୍ଭର ଝଗଡ଼ା ଓ ଯୁକ୍ତିତର୍କ ସ୍ୱାର୍ଥପର ଇଚ୍ଛାରୁ ଆସେ ଓ ତୁମ୍ଭ ମଧ୍ୟରେ ବିବାଦ ସୃଷ୍ଟି କରିଥାଏ? 2 ତୁମ୍ଭେମାନେ ଅନେକ ବିଷୟ ଇଚ୍ଛା କର, କିନ୍ତୁ ପାଅ ନାହିଁ। ତେଣୁ ତୁମ୍ଭେ ଅନ୍ୟ ଲୋକମାନଙ୍କ ପ୍ରତି ଈର୍ଷାନ୍ୱିତ ହୋଇ ସେମାନଙ୍କୁ ହତ୍ୟା କରିଥାଅ। ତଥାପି ତୁମ୍ଭେ ଇଚ୍ଛା କରୁଥିବା ବିଷୟ ଗୁଡ଼ିକ ପାଇ ପାର ନାହିଁ। ସେଥିପାଇଁ ତୁମ୍ଭେ ତର୍କବିତର୍କ କରିଥାଅ ଓ ବିବାଦ କରିଥାଅ। ଯେହେତୁ ତୁମ୍ଭେ ପରମେଶ୍ୱରଙ୍କୁ ତୁମ୍ଭର ଦରକାରୀ ବିଷୟ ଗୁଡ଼ିକ ମାଗି ନ ଥାଅ, ତେଣୁ ତୁମ୍ଭେମାନେ ସେଗୁଡ଼ିକ ପାଇ ନ ଥାଅ। 3 ବା ଯେତେବେଳେ ତୁମ୍ଭେ ମାଗ, ତାହା ପାଅ ନାହିଁ। କାହିଁକି? କାରଣ ଯେଉଁ କାରଣରୁ ତୁମ୍ଭେ ମାଗ, ତାହା ଭୁଲ୍ ଥାଏ। ତୁମ୍ଭେ ନିଜର ଅଭିଳାଷ ପାଇଁ ଯେପରି ସେଗୁଡ଼ିକୁ ବ୍ୟବହାର କରିପାର, ସେଥିପାଇଁ ସେହିସବୁ ମାଗିଥାଅ।
7 ଅତଏବ ନିଜକୁ ପରମେଶ୍ୱରଙ୍କଠାରେ ସମର୍ପିତ କର। ଶୟତାନକୁ ବାଧା ଦିଅ, ତା’ହେଲେ ସେ ତୁମ୍ଭଠାରୁ ଦୂରେଇ ଯିବ। 8 ପରମେଶ୍ୱରଙ୍କ ନିକଟକୁ ଆସ, ତେବେ ସେ ମଧ୍ୟ ତୁମ୍ଭମାନଙ୍କ ନିକଟକୁ ଆସିବେ। ତୁମ୍ଭେମାନେ ପାପୀ ଅଟ। ଅତଏବ ତୁମ୍ଭମାନଙ୍କ ଜୀବନରୁ ପାପକୁ ପରିଷ୍କାର କର। ତୁମ୍ଭେ ଏକା ସମୟରେ ପରମେଶ୍ୱର ଓ ସଂସାର, ଉଭୟର ଅନୁସରଣ କରିବାକୁ ଚେଷ୍ଟା କରୁଛ। ତୁମ୍ଭର ଚିନ୍ତାଧାରାକୁ ପବିତ୍ର କର।
ନିଜ ମୃତ୍ୟୁ ସମ୍ବନ୍ଧରେ ଯୀଶୁଙ୍କ କଥନ(A)
30 ତା’ପରେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ସେ ସ୍ଥାନ ଛାଡ଼ି ଗ୍ଭଲିଗଲେ। ସେମାନେ ଗାଲିଲୀ ଦେଇ ଯାଉଥିଲେ। ସେମାନେ କେଉଁଠି ଅଛନ୍ତି ସେ କଥା ଲୋକେ ଜାଣନ୍ତୁ ବୋଲି ଯୀଶୁ ଗ୍ଭହୁଁ ନ ଥିଲେ। 31 କାରଣ ସେ ନିଜ ଶିଷ୍ୟମାନଙ୍କୁ ଏକୁଟିଆ ଅଲଗା ଉପଦେଶ ଦେବାକୁ ଗ୍ଭହୁଁଥିଲେ। ସେ ସେମାନଙ୍କୁ କହିଲେ, “ମନୁଷ୍ୟପୁତ୍ରଙ୍କୁ ମନୁଷ୍ୟମାନଙ୍କ ହସ୍ତରେ ସମର୍ପଣ କରାଯିବ। ସେମାନେ ତାହାଙ୍କୁ ବଧ କରିବେ। କିନ୍ତୁ ମୃତ୍ୟୁର ତିନି ଦିନ ପରେ ସେ ପୁଣି ମୃତ୍ୟୁରୁ ପୁନରୁତ୍ଥିତ ହେବେ।” 32 ଯୀଶୁଙ୍କ ଏହି କଥା କହିବାର ଅର୍ଥ ଶିଷ୍ୟମାନେ ବୁଝି ପାରିଲେ ନାହିଁ। ସେମାନେ ତାହାଙ୍କୁ ଏହାର ଅର୍ଥ ପଗ୍ଭରି ବୁଝିବାକୁ ଭୟ କଲେ।
ଯୀଶୁ କହନ୍ତି ସବୁଠାରୁ ଶ୍ରେଷ୍ଠ କିଏ(B)
33 ଯୀଶୁ ଓ ତାହାଙ୍କ ଶିଷ୍ୟମାନେ କଫର୍ନାହୂମକୁ ଆସିଲେ। ସେମାନେ ଗୋଟିଏ ଘର ଭିତରକୁ ଗଲେ। ତା’ପରେ ଯୀଶୁ ଶିଷ୍ୟମାନଙ୍କୁ ପଗ୍ଭରିଲେ, “ଆଜି ରାସ୍ତାରେ ଆସିବା ବେଳେ କେଉଁ ବିଷୟରେ ତୁମ୍ଭେମାନେ ଯୁକ୍ତିତର୍କ କରୁଥିଲ?” 34 କିନ୍ତୁ ଶିଷ୍ୟମାନେ ଚୁପ୍ ରହିଲେ। କାରଣ ସେମାନେ ବାଟରେ ଯୁକ୍ତିତର୍କ କରୁଥିଲେ ଯେ, ତାହାଙ୍କ ଭିତରେ ସବୁଠାରୁ ଶ୍ରେଷ୍ଠ କିଏ?
35 ଯୀଶୁ ବସିପଡ଼ିଲେ ଓ ବାରଜଣ ପ୍ରେରିତଙ୍କୁ ପାଖକୁ ଡାକିଲେ। ଯୀଶୁ କହିଲେ, “ଯଦି କେହି ସବୁଠାରୁ ବଡ଼ ହେବାକୁ ଗ୍ଭହେଁ ତେବେ ସେ ଅନ୍ୟ ସମସ୍ତଙ୍କୁ ତା’ ନିଜ ଅପେକ୍ଷା ବଡ଼ ମନେ କରୁ ଓ ସମସ୍ତଙ୍କର ସେବା କରୁ।”
36 ତା’ପରେ ଯୀଶୁ ଗୋଟିଏ ଛୋଟ ପିଲାକୁ ନେଇ ସେମାନଙ୍କ ଆଗରେ ଠିଆ କରାଇଲେ। ସେହି ପିଲାକୁ କୋଳରେ ନେଇ ସେ କହିଲେ, 37 “ମୋ’ ନାମରେ ଯେଉଁ ଲୋକ ଗୋଟିଏ ପିଲାକୁ ଏହିଭଳି ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ। ଯେଉଁ ଲୋକ ମୋତେ ଗ୍ରହଣ କରେ, ସେ ଯେ, କେବଳ ମୋତେ ଗ୍ରହଣ କରେ, ତା’ ନୁହେଁ, ବରଂ ସେ ମୋର ପ୍ରେରଣକର୍ତ୍ତାଙ୍କୁ ମଧ୍ୟ ଗ୍ରହଣ କରେ।”
2010 by World Bible Translation Center