Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 128

ଆରୋହଣ ଗୀତ।

128 ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ସେମାନଙ୍କର ପ୍ରତ୍ୟେକ ବ୍ୟକ୍ତି ଧନ୍ୟ
    ଓ ସଦାପ୍ରଭୁଙ୍କର ପଥରେ ଗ୍ଭଲନ୍ତି।

ତୁମ୍ଭେ ଆପଣା ହସ୍ତକୃତ ପରିଶ୍ରମର ଫଳ ଭୋଗ କରିବ।
    ତୁମ୍ଭେ ସୁଖୀ ହେବ ଓ ତୁମ୍ଭର ମଙ୍ଗଳ ହେବ।
ତୁମ୍ଭର ସ୍ତ୍ରୀ ତୁମ୍ଭ ଗୃହର ଅନ୍ତପୁରରେ ଫଳବତୀ ଦ୍ରାକ୍ଷାଲତା ତୁଲ୍ୟ ହେବ।
    ତୁମ୍ଭର ସନ୍ତାନମାନେ ତୁମ୍ଭ ମେଜର ଗ୍ଭରିଆଡ଼େ ଜୀତବୃକ୍ଷର ଗ୍ଭରାପରି ହେବେ।
ଯିଏ ସଦାପ୍ରଭୁଙ୍କୁ ସମ୍ମାନ ଦିଏ, ସେ ଏହି ପ୍ରକାର ଆଶୀର୍ବାଦ ପ୍ରାପ୍ତ ହେବ।
ସଦାପ୍ରଭୁ ସିୟୋନରୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ।
    ଆଉ ଯିରୁଶାଲମ ସୁଖସମୃଦ୍ଧିକୁ ତୁମ୍ଭେ ସାରା ଜୀବନରେ ଅଂଶିଦାର ହୁଅ।
ତୁମ୍ଭେ ଆପଣା ନାତିନାତୁଣୀଙ୍କୁ ଦେଖି ପାର।

ଇସ୍ରାଏଲ ଉପରେ ଶାନ୍ତି ବର୍ତ୍ତୁ।

ଉପଦେଶକ 4:9-16

ବନ୍ଧୁ ଓ ପରିବାର ଶକ୍ତି ଯୋଗାନ୍ତି

ଏକ ଜଣରୁ ଦୁଇଜଣ ଭଲ। କାରଣ ସେମାନେ ଆପଣା ଆପଣା ପରିଶ୍ରମର ଉତ୍ତମ ଫଳ ପ୍ରାପ୍ତ ହୁଅନ୍ତି।

10 ଯଦି ଜଣେ ବ୍ୟକ୍ତି ପଡ଼ିଯାଏ, ତେବେ ତା’ର ସାଙ୍ଗ ତାକୁ ଉଠାଇବାକୁ ସାହାଯ୍ୟ କରିବ। ମାତ୍ର ଯେ ପଡ଼ିବା ବେଳେ ଏକାକୀ ଥାଏ, ତାକୁ ଉଠାଇବା ପାଇଁ ଅନ୍ୟ କେହି ସେଠାରେ ନ ଥାଏ।

11 ଆହୁରି ଦୁଇଜଣ ଏକତ୍ର ଶୟନ କଲେ ଉଷ୍ମ ହୁଅନ୍ତି ମାତ୍ର ଜଣେ କିରୂପେ ଉଷ୍ମ ହୋଇ ପାରିବ।

12 ଯେକେହି ଏକାକୀ ଥିବା ଲୋକକୁ ପରାସ୍ତ କରେ, ତେବେ ଦୁଇଜଣ ତାହାର ପ୍ରତିବାଦ କରିବେ। ପୁଣି ତ୍ରିଗୁଣ ରଜ୍ଜୁ ଶୀଘ୍ର ଛିଣ୍ଡିଯାଏ ନାହିଁ।

ଲୋକ, ରାଜନୀତି ଏବଂ ଖ୍ୟାତି

13 ଯେଉଁ ବୃଦ୍ଧ ଓ ନିର୍ବୋଧ ରାଜା ଆଉ କୌଣସି ପରାମର୍ଶ ଗ୍ରହଣ ନ କରିବାକୁ ଗ୍ଭହେଁ। ତାହା ଅପେକ୍ଷା ଦରିଦ୍ର ଓ ଜ୍ଞାନବାନ୍ ଯୁବା ଲୋକ ଭଲ। 14 କାରଣ ସେ ରାଜା ହେବା ପାଇଁ କାରାଗାରରୁ ବାହାର ହୋଇ ଆସିଲା। ଆହୁରି ସେ ତାହାର ରାଜ୍ୟରେ ଦରିଦ୍ର ହୋଇ ଜନ୍ମିଥିଲା। 15 ମୁଁ ଦେଖି ପାରୁଛି ଯେ, ପୃଥିବୀରେ ସୂର୍ଯ୍ୟତଳେ ଯେଉଁ ସମସ୍ତ ଲୋକମାନେ ବାସ କରୁଛନ୍ତି ଓ ଯାତାୟାତ କରୁଛନ୍ତି, ସେମାନେ ପରବର୍ତ୍ତୀ ଯୁବକକୁ ଅନୁସରଣ କଲେ, ଯିଏ କି ତା’ର ସାଙ୍ଗ, ତାଙ୍କର ସ୍ଥାନ ନେବେ। 16 ଅସଂଖ୍ୟ ଲୋକ ଉତ୍ତରାଧିକାରୀଙ୍କୁ ଅନୁସରଣ କରିବେ ଏବଂ ଯେଉଁ ଲୋକମାନେ ପରେ ଆସିବେ ସେମାନେ ସେହି ପ୍ରଥମ ଜ୍ଞାନୀ ଯୁବକକୁ ପ୍ରଶଂସା କରିବେ ନାହିଁ। ଏହା ମଧ୍ୟ ଅସାର ଓ ପବନର ପଶ୍ଚା‌‌‌ତ୍‌‌‌ଗମନ କଲା ପରି।

ଯାକୁବଙ୍କ ପତ୍ର 5:1-6

ସ୍ୱାର୍ଥପର ଧନୀଲୋକ ଦଣ୍ଡ ପାଇବେ

ଧନୀ ଲୋକେ! ଶୁଣ! କ୍ରନ୍ଦନ କର ଓ ଅତି ଦୁଃଖିତ ହୁଅ। କାରଣ ଅତ୍ୟଧିକ କ୍ଳେଶ ତୁମ୍ଭ ଉପରେ ମାଡ଼ି ଆସୁଛି। ତୁମ୍ଭର ଧନସବୁ ନଷ୍ଟ ହୋଇଯାଇଛି ଓ ମୂଲ୍ୟହୀନ ହୋଇ ପଡ଼ିଛି। ତୁମ୍ଭର ପୋଷାକ ପୋକ ଖାଇ ଯାଇଛନ୍ତି। ତୁମ୍ଭର ସୁନା ଓ ରୂପାରେ କଳଙ୍କି ଲାଗି ଯାଇଛି। ଏହା ନଷ୍ଟ ହୋଇ ପ୍ରମାଣ କରୁଛି ଯେ, ତୁମ୍ଭେ ଭୁଲକାର୍ଯ୍ୟ କରିଛ। ସେହି କଳଙ୍କ ତୁମ୍ଭ ଶରୀରକୁ ଅଗ୍ନି ଭଳି ଗ୍ରାସ କରି ଦେବ। ଶେଷଦିନଗୁଡ଼ିକରେ ତୁମ୍ଭେ ନିଜର ଧନ ସଞ୍ଚୟ କରୁଅଛ। ଲୋକେ ତୁମ୍ଭ କ୍ଷେତମାନଙ୍କରେ କାମ କଲେ, କିନ୍ତୁ ତୁମ୍ଭେ ତାହାଙ୍କୁ ସେମାନଙ୍କର ମଜୁରୀ ଦେଲ ନାହିଁ। ସେମାନେ ତୁମ୍ଭ ବିରୁଦ୍ଧରେ କ୍ରନ୍ଦନ କରୁଛନ୍ତି। ସେମାନେ ତୁମ୍ଭ ପାଇଁ ଶସ୍ୟ ଆମଦାନୀ କଲେ। ଏବେ ସ୍ୱର୍ଗୀୟ ସେନାବାହିନୀର ପ୍ରଭୁ ସେମାନଙ୍କ ଚିତ୍କାର ଶୁଣିଛନ୍ତି।

ପୃଥିବୀରେ ତୁମ୍ଭ ଜୀବନ ବିଳାସମ୍ପୂର୍ଣ୍ଣ ଥିଲା। ତୁମ୍ଭେ ଯାହା ଇଚ୍ଛା କରିଥିଲ, ତାହା ପୂରଣ କରି ନିଜକୁ ଆନନ୍ଦିତ କଲ। ତୁମ୍ଭେ ବଳି ଦିବସ ପାଇଁ ପ୍ରସ୍ତୁତ ଥିବା ଏକ ପଶୁପରି ନିଜକୁ ମୋଟା କଲ। ତୁମ୍ଭେ ଉତ୍ତମ ଲୋକମାନଙ୍କୁ କୌଣସି ଦୟା ଦେଖାଇଲ ନାହିଁ। ସେମାନେ ତୁମ୍ଭର ବିରୋଧୀ ନ ଥିଲେ ମଧ୍ୟ, ତୁମ୍ଭେ ସେମାନଙ୍କୁ ହତ୍ୟା କରିଛ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center