Revised Common Lectionary (Semicontinuous)
ଦାଉଦଙ୍କ ରଚିତ ଏକ ଆରୋହଣ ଗୀତ।
124 ସଦାପ୍ରଭୁ ଯଦି ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥା’ନ୍ତେ ତେବେ ଆମ୍ଭମାନଙ୍କ ପ୍ରତି କ’ଣ ହୋଇଥା’ନ୍ତା?
ଇସ୍ରାଏଲ ଆମ୍ଭମାନଙ୍କୁ ଉତ୍ତର ଦିଅ।
2 କ’ଣ ହୋଇଥା’ନ୍ତା ଆମ୍ଭମାନଙ୍କର ଯଦି ସଦାପ୍ରଭୁ ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥା’ନ୍ତେ।
ଯେତେବେଳେ ଆମ୍ଭ ପ୍ରତିପକ୍ଷଗଣ ଆମ୍ଭମାନଙ୍କୁ ଆକ୍ରମଣ କରିଥିଲେ?
3 ଆମ୍ଭମାନଙ୍କ ବିରୁଦ୍ଧରେ ସେମାନଙ୍କ କୋପ ପ୍ରଜ୍ୱଳିତ ହେବା ବେଳେ
ସେମାନେ ଆମ୍ଭମାନଙ୍କୁ ସଜୀବ ଗ୍ରାସ କରିଥା’ନ୍ତେ।
4 ଆମ୍ଭମାନଙ୍କ ଶତ୍ରୁ ସୈନ୍ୟମାନେ ଆମ୍ଭମାନଙ୍କୁ
ଜଳରାଶି ପରି ମଗ୍ନ କରିଥା’ନ୍ତେ।
ସ୍ରୋତ ଆମ୍ଭମାନଙ୍କର ପ୍ରାଣ ଉପର ଦେଇ ଯାଇଥା’ନ୍ତା।
5 ଗର୍ଜୁଥିବା ଜଳରାଶି ଆମ୍ଭକୁ
ବୁଡ଼ାଇ ଦେଇଥା’ନ୍ତା।
6 ସଦାପ୍ରଭୁଙ୍କର ପ୍ରଶଂସା କର।
ସେ ଆମ୍ଭମାନଙ୍କୁ ସେମାନଙ୍କର ଦାନ୍ତର ଶିକାର ହେବାକୁ ଦେଇ ନାହାନ୍ତି।
7 ଆମ୍ଭେମାନେ ହେଉଛୁ ଜାଲରେ ପଡ଼ିଥିବା ଚଢ଼େଇମାନଙ୍କ ପରି, ଯେଉଁମାନେ ଜାଲରୁ ରକ୍ଷା ପାଇଥା’ନ୍ତି।
ତା’ପରେ ଜାଲ ଛିଣ୍ଡିଗଲା ଓ ଆମ୍ଭେମାନେ ରକ୍ଷା ପାଇଗଲୁ।
8 ଆମ୍ଭମାନଙ୍କର ସାହାଯ୍ୟ ସଦାପ୍ରଭୁଙ୍କଠାରୁ ଆସିଲା,
ଯିଏ ସ୍ୱର୍ଗ ଓ ପୃଥିବୀକୁ ନିର୍ମାଣ କଲେ।
ରାଣୀ ବଷ୍ଟୀ ରାଜାଙ୍କୁ ଅମାନ୍ୟ କଲେ
1 ଅକ୍ଷଶ୍ୱେରଶ ରାଜାଙ୍କ ସମୟରେ ଏପରି ଘଟିଥିଲା ଯେ ସେ ହିନ୍ଦୁସ୍ଥାନରୁ କୁଶଦେଶ ପର୍ଯ୍ୟନ୍ତ 127 ପ୍ରଦେଶ ଉପରେ ରାଜତ୍ୱ କଲେ। 2 ଏହି ଅକ୍ଷଶ୍ୱେରଶ ରାଜା ଶୂଶନ୍ ରାଜଧାନୀରେ ନିଜର ରାଜ ସିଂହାସନରେ ଉପବିଷ୍ଟ ହେବାପରେ,
3 ଆପଣା ଅଧିକାରର ତୃତୀୟ ବର୍ଷରେ ଆପଣାର ସବୁ ଅଧିପତି ଓ ଦାସମାନଙ୍କ ପାଇଁ ଭୋଜି ପ୍ରସ୍ତୁତ କଲେ। ତହିଁରେ ପାରସ୍ୟ ଓ ମାଦିୟା ଦେଶର ବିକ୍ରମି ଲୋକମାନେ ଏବଂ କୁଳୀନ ଓ ପ୍ରଦେଶାଧିପତିମାନେ ତାଙ୍କର ସାକ୍ଷାତରେ ଉପସ୍ଥିତ ହେଲେ। 4 ସେ ଆପଣା ପ୍ରତାପାନ୍ୱିତ ରାଜ୍ୟର ଧନ ଓ ଆପଣା ମହତ୍ତ୍ୱର ଶୋଭାର ଉତ୍କୃଷ୍ଟତା ଅନେକ ଦିନ, ଅର୍ଥାତ୍ 180 ଦିନ ପର୍ଯ୍ୟନ୍ତ ପ୍ରଦର୍ଶନ କଲା। 5 ତେଣୁ ଏସବୁ ଦିନ ପରେ ରାଜା ସମସ୍ତ ଲୋକମାନଙ୍କୁ ଏକ ଭୋଜି ଦେଲେ, ମାନ୍ୟଗଣ୍ୟ ଓ ସାଧାରଣ ଲୋକ ଯେଉଁମାନେ ରାଜଧାନୀ ଶୂଶନରେ ଉପସ୍ଥିତ ଥିଲେ। ରାଜପୁରୀସ୍ଥ ଉଦ୍ୟାନରେ ସାତ ଦିନ ପର୍ଯ୍ୟନ୍ତ ଭୋଜି ଗ୍ଭଲିଲା। 6 ସେଠାରେ ଧଳା ଓ ନୀଳ କାର୍ପାସ ପରଦା ଥିଲା। ସେହି ପରଦାଗୁଡ଼ିକ ନାଇଲନ୍ରେ ତିଆରି ରଜ୍ଜୁ ଓ ବାଇଗଣ ରଙ୍ଗର ରୌପ୍ୟମୟ କଡ଼ାରେ ମାର୍ବଲ ସ୍ତମ୍ଭରେ ବନ୍ଧା ଥିଲା ଏବଂ ଚଟାଣ ଉପରେ ମଧ୍ୟ ଯାହାକି ବିଭିନ୍ନ ପ୍ରକାର ରଙ୍ଗିନ୍ ସ୍ପଟିକ, ଶାମୁକା, ମୁକ୍ତା ଓ ମାର୍ବଲ ପଥରରେ ନିର୍ମିତ ହୋଇଥିଲା। ସେଠାରେ ସୁବର୍ଣ୍ଣର ଓ ରୂପାର ଆସନ ଥିଲା। 7 ସେମାନେ ନାନାପ୍ରକାର ସୁବର୍ଣ୍ଣପାତ୍ରରେ ପାନଦ୍ରବ୍ୟ ଓ ରାଜାର ବଦାନ୍ୟତାନୁସାରେ ପ୍ରଚୁର ରାଜକୀୟ ଦ୍ରାକ୍ଷାରସ ଦେଲେ। 8 ଦ୍ରାକ୍ଷାରସ ନିୟମ ଅନୁସାରେ ଥିଲା। କାହାରିକୁ ମଧ୍ୟ କରାଗଲା ନାହିଁ।
9 ବଷ୍ଟୀ ରାଣୀ ଅକ୍ଷଶ୍ୱେରଶର ରାଜଗୃହରେ ସ୍ତ୍ରୀମାନଙ୍କ ପାଇଁ ଭୋଜି ପ୍ରସ୍ତୁତ କଲା।
10 ସପ୍ତମ ଦିନରେ ଯେତେବେଳେ ରାଜା ଦ୍ରାକ୍ଷାରସ ଯୋଗୁଁ ଅତ୍ୟଧିକ ମାତାଲ ହେଲେ, ସେ ମହୂମନ୍, ବିସ୍ଥା, ହର୍ବୋଣା, ବିଗ୍ଥା, ଅବଗଥ, ସେଥର ଓ କର୍କସଙ୍କୁ ଆଦେଶ ଦେଲେ। ଏହି ସାତ ଜଣ ନପୁଂସକ ଯେଉଁମାନେ ରାଜା ଅକ୍ଷଶ୍ୱେରଶଙ୍କ ସେବା କଲେ। 11 ଲୋକମାନଙ୍କୁ ଓ ରାଜପୁତ୍ରମାନଙ୍କୁ ତାଙ୍କର ସୌନ୍ଦର୍ଯ୍ୟ ଦେଖାଇବା ପାଇଁ, ରାଣୀ ବଷ୍ଟୀଙ୍କୁ ରାଜମୁକୁଟ ପିନ୍ଧାଇ ରାଜାଙ୍କ ଆଗକୁ ଆଣ। ଯେହେତୁ ସେ ପରମ ସୁନ୍ଦରୀ ଥିଲା।
12 ମାତ୍ର ବାଷ୍ଟୀରାଣୀ ନପୁଂସକମାନଙ୍କ ଦ୍ୱାରା ରାଜାର କଥିତ ଆଜ୍ଞାରେ ଆସିବାକୁ ରାଜି ହେଲା ନାହିଁ। ଏଣୁ ରାଜା ଅତିଶୟ କ୍ରୋଧ କଲେ ଓ ତାହାର ଅନ୍ତକରଣରେ କ୍ରୋଧାଗ୍ନି ପ୍ରଜ୍ୱଳିତ ହେଲା। 13 ଏହା ପରେ ରାଜା ଜ୍ଞାନୀଲୋକମାନଙ୍କୁ ପଗ୍ଭରିଲେ, ଯେଉଁମାନେ ରାଜକୀୟ ବିଧି ଜାଣିଥିଲେ। କାରଣ ବିଗ୍ଭରକଗଣଙ୍କୁ ଓ ଆଇନଜ୍ଞମାନଙ୍କୁ ଏପରି ପଗ୍ଭରିବାର ରାଜାଙ୍କର ପ୍ରଥା ଥିଲା। 14 ଏହି ସମୟରେ କର୍ଶନା, ଶେଥର, ଅଦ୍ମାଥା, ତର୍ଶୀଶ, ମେରସ୍, ମେର୍ସନା ଓ ମମୁଖନ୍ ରାଜାର ନିକଟବର୍ତ୍ତୀ ଥିଲେ। ଏହି ସାତ ଜଣ ପାରସ୍ୟ ଓ ମାଦିୟା ଦେଶର ଅଧିପତି, ଯେଉଁମାନେ ରାଜାଙ୍କର ନିକଟତମ ଓ ରାଜ୍ୟକୁ ଶାସନ କରୁଥିଲେ। 15 ରାଜା ସେମାନଙ୍କୁ ପଗ୍ଭରିଲେ, “ରାଣୀଙ୍କୁ ଆଇନ୍ ଅନୁଯାୟୀ କ’ଣ କରାଯିବା ଉଚିତ୍? ଯେହେତୁ ସେ ରାଜା ଆଦେଶ ଅବଜ୍ଞା କରିଛନ୍ତି, ଯାହାକି ନପୁଂସକମାନଙ୍କ ଦ୍ୱାରା ଦିଆଯାଇଥିଲା।”
16 ଏଥିରେ ରାଜାଙ୍କର ଓ ଅଧିପତିଗଣର ସାକ୍ଷାତରେ ମମୁଖନ ଉତ୍ତର ଦେଇ କହିଲେ, “ବଷ୍ଟୀରାଣୀ କେବଳ ମହାରାଜାଙ୍କ ପ୍ରତି ନୁହେଁ, ମାତ୍ର ଅକ୍ଷଶ୍ୱେରଶ ରାଜାର ଅଧୀନସ୍ଥ ପ୍ରଦେଶର ସମସ୍ତ ଅଧିପତି ଓ ସମସ୍ତ ଲୋକଙ୍କ ପ୍ରତି ଭୁଲ୍ କର୍ମ କରୁଛନ୍ତି। 17 କାରଣ ରାଣୀର ଏହି କର୍ମର କଥା ସକଳ ସ୍ତ୍ରୀଲୋକଙ୍କ ମଧ୍ୟରେ ବ୍ୟାପିଯିବ। ‘ଏହା କହି ସ୍ତ୍ରୀମାନେ ସେମାନଙ୍କର ସ୍ୱାମୀମାନଙ୍କୁ ଅବମାନନା କରିବେ।’ ଆଉ ଅକ୍ଷଶ୍ୱେରଶ ରାଜା ବଷ୍ଟୀରାଣୀକି ଆପଣା ନିକଟକୁ ଆଣିବାକୁ ଆଜ୍ଞା ଦେଲେ, ମାତ୍ର ସେ ଆସିଲା ନାହିଁ।
18 “ପାରସ୍ୟ ଓ ମାଦିୟାର ଉଚ୍ଚକୁଳୀନା ସ୍ତ୍ରୀଗଣ ରାଣୀର ଏହି କର୍ମର ସମାଗ୍ଭର ଆଜି ଶୁଣି ଅଛନ୍ତି, ସେମାନେ ରାଜାର ସମସ୍ତ ଅଧିପତିଙ୍କୁ ଏହିପରି କରିବେ। ତହିଁରୁ ଅତିଶୟ ନିନ୍ଦା ଓ କ୍ରୋଧ ଉତ୍ପନ୍ନ ହେବ।
19 “ଏଥିପାଇଁ ଯଦି ମହାରାଜା ସନ୍ତୁଷ୍ଟ ହୁଅନ୍ତି, ତେବେ ବଷ୍ଟୀ ଅକ୍ଷଶ୍ୱେରଶ ରାଜା ନିକଟକୁ ଆଉ ନ ଆସିବାକୁ ରାଜାଜ୍ଞା ଶ୍ରୀଛାମୁରୁ ପ୍ରକାଶିତ ହେଉ। ଏବଂ ଏହା ପାରସିକ ଓ ମାଦୀୟ ବ୍ୟବସ୍ଥା ମଧ୍ୟରେ ଲିଖିତ ହେଉ, ଯାହା ପରିବର୍ତ୍ତନ କରାଯାଇ ପାରିବ ନାହିଁ। ପୁଣି ମହାରାଜା ତାଙ୍କର ରାଣୀପଦ ତାହାଠାରୁ ଉତ୍ତମା ଏକ ସ୍ତ୍ରୀକୁ ଦିଅନ୍ତୁ। 20 ଆହୁରି ରାଜ୍ୟ ବୃହତ୍, ଏଣୁ ରାଜ୍ୟର ସବୁସ୍ଥାନରେ ଏହି ରାଜାଜ୍ଞା ପ୍ରକାଶିତ ହେଲା। ସ୍ୱାମୀ ସାମାଜିକ କ୍ଷେତ୍ରରେ କ୍ଷୁଦ୍ର ହେଉ କି ମହାନ ହେଉ, ସମସ୍ତ ସ୍ତ୍ରୀମାନେ ନିଜ ନିଜ ସ୍ୱାମୀମାନଙ୍କୁ ସମ୍ମାନ କରିବେ।”
21 ଏହି କଥାରେ ରାଜା ଓ ଅଧିପତିଗଣ ସନ୍ତୁଷ୍ଟ ହେବାରୁ ରାଜା ମମୁଖନର ପରାମର୍ଶାନୁସାରେ କର୍ମକଲା।
13 ସେମାନେ ଯେତେବେଳେ ପିତର ଓ ଯୋହନଙ୍କର ଏପରି ସାହସ ଦେଖିଲେ ଓ ଜାଣି ପାରିଲେ ଯେ ସେମାନେ ଅଶିକ୍ଷିତ ଓ ସାଧାରଣ ଲୋକ, ସେମାନେ ବହୁତ ଆଶ୍ଚର୍ଯ୍ୟ ହେଲେ। ସେମାନେ ଏହା ମଧ୍ୟ ବୁଝି ପାରିଲେ ଯେ, ସେମାନେ ଯୀଶୁଙ୍କ ସାଙ୍ଗରେ ଥିଲେ। 14 ସେମାନେ ଦେଖିଲେ, ସେହି ଛୋଟ ଲୋକଟି ସୁସ୍ଥ ହୋଇ ପ୍ରେରିତମାନଙ୍କ ବିରୁଦ୍ଧରେ କିଛି କହି ପାରିଲେ ନାହିଁ।
15 ସେମାନଙ୍କୁ ସଭାରୁ ଗ୍ଭଲିଯିବା ପାଇଁ ଆଦେଶ ଦେଲେ। ତା’ପରେ ନେତାମାନେ କ’ଣ କରିବେ, ସେ ବିଷୟରେ ପରସ୍ପର ମଧ୍ୟରେ କଥାବାର୍ତ୍ତା ହେଲେ। 16 ସେମାନେ କହିଲେ, “ଏ ଲୋକମାନଙ୍କ ପ୍ରତି ଆମ୍ଭେ କ’ଣ କରିବା? ଯିରୁଶାଲମର ପ୍ରତ୍ୟେକ ଲୋକ ଜାଣିଛନ୍ତି ଯେ, ସେମାନେ ଗୋଟିଏ ଅସାଧାରଣ କାର୍ଯ୍ୟ କରିଛନ୍ତି। ଆମ୍ଭେ ଏହା ଅସ୍ୱୀକାର କରି ପାରିବା ନାହିଁ। 17 ଆମ୍ଭେ ସେମାନଙ୍କୁ ଯୀଶୁଙ୍କ ବିଷୟରେ କିଛି ନ କହିବା ପାଇଁ ଭୟ ଦେଖାଇବା। ଫଳରେ, ଲୋକମାନଙ୍କ ମଧ୍ୟରେ ଏ କଥା ଅଧିକ ବ୍ୟାପି ପାରିବ ନାହିଁ।”
18 ତେଣୁ ସେମାନେ ପ୍ରେରିତମାନଙ୍କୁ ଭିତରକୁ ଡାକିଲେ ଓ ଯୀଶୁଙ୍କ ନାମରେ କୌଣସି କଥା ବା ଉପଦେଶ ନ ଦେବା ପାଇଁ ଆଦେଶ ଦେଲେ। 19 କିନ୍ତୁ ଯୋହନ ଓ ପିତର ସେମାନଙ୍କୁ ଉତ୍ତର ଦେଲେ, “ପରମେଶ୍ୱରଙ୍କ ଆଜ୍ଞା ଅପେକ୍ଷା ତୁମ୍ଭମାନଙ୍କର ଆଜ୍ଞା ପାଳନ କରିବା ଆମ୍ଭର ଉଚିତ୍ କି ନାହିଁ, ତାହା ତୁମ୍ଭେମାନେ ବିଗ୍ଭର କର। ଆମ୍ଭେ ଯାହା ଦେଖିଛୁ ଓ ଯାହା ଶୁଣିଛୁ ତାହା ଲୋକମାନଙ୍କୁ ନ କହି ରହିପାରିବୁ ନାହିଁ।”
20-21 ସେମାନେ ପ୍ରେରିତମାନଙ୍କୁ ଦଣ୍ଡ ଦେବା ପାଇଁ ବାଟ ପାଇଲେ ନାହିଁ, କାରଣ ଲୋକେ ଏ ଘଟଣା ପାଇଁ ପରମେଶ୍ୱରଙ୍କର ଗୁଣଗାନ କରୁଥିଲେ। ତେଣୁ ସେ ସେମାନଙ୍କୁ ଆଉ ଥରେ ଭୟ ଦେଖାଇଲେ ଏବଂ ସେମାନଙ୍କୁ ମୁକ୍ତକଲେ। 22 ଏହି ଅସାଧାରଣ କାର୍ଯ୍ୟ ପରମେଶ୍ୱରଙ୍କର ଗୋଟିଏ ପ୍ରମାଣ ଥିଲା। ସୁସ୍ଥ ହୋଇଥିବା ଲୋକଟିର ବୟସ ଗ୍ଭଳିଶ୍ ବର୍ଷରୁ ଅଧିକ ଥିଲା।
ପିତର ଓ ଯୋହନ ବିଶ୍ୱାସୀମାନଙ୍କ ପାଖକୁ ଫେରି ଆସିଲେ
23 ପିତର ଓ ଯୋହନ ଯିହୂଦୀ ନେତାମାନଙ୍କ ସଭା ଛାଡ଼ି ନିଜ ନିଜ ବନ୍ଧୁମାନଙ୍କ ପାଖକୁ ଆସିଲେ। ମୁଖ୍ୟ ଯାଜକମାନେ ଏବଂ ପ୍ରାଚୀନ ନେତାମାନେ ସେମାନଙ୍କୁ ଯାହାସବୁ କହିଥିଲେ, ସେସବୁ କଥା ନିଜ ଦଳର ଲୋକଙ୍କୁ କହିଲେ। 24 ଯେତେବେଳେ ବିଶ୍ୱାସୀମାନେ ସମସ୍ତେ ଏହା ଶୁଣିଲେ, ସେମାନେ ଏକ ମନରେ ମିଳିତ ଭାବେ ପ୍ରାର୍ଥନା କଲେ, “ହେ ପ୍ରଭୁ, ତୁମ୍ଭେ ଆକାଶ, ପୃଥିବୀ, ସମୁଦ୍ର ଓ ସେଥିରେ ଥିବା ସବୁକିଛି ସୃଷ୍ଟି କରିଛ। 25 ଆମ୍ଭମାନଙ୍କର ପୂର୍ବପୁରୁଷ ଦାଉଦ ତୁମ୍ଭର ସେବକ ଥିଲେ। ସେ ପବିତ୍ରଆତ୍ମାଙ୍କ ଦ୍ୱାରା ଗ୍ଭଳିତ ହୋଇ ଏହି କଥା ଲେଖିଛନ୍ତି,
‘ଏହି ଜାତିର ଲୋକେ କାହିଁକି କଳି କରୁଛନ୍ତି?
ଏ ଜଗତରେ ଲୋକେ କାହିଁକି ପରମେଶ୍ୱରଙ୍କ ବିରୁଦ୍ଧରେ କୁମନ୍ତ୍ରଣା କରୁଛନ୍ତି? ଏହା ସବୁ ନିରର୍ଥକ।
26 ପୃଥିବୀର ରାଜାମାନେ ଯୁଦ୍ଧ ପାଇଁ ପ୍ରସ୍ତୁତି ଚଳାଇଲେ
ଓ ଶାସକମାନେ ପ୍ରଭୁ ଓ ଖ୍ରୀଷ୍ଟଙ୍କ ବିରୁଦ୍ଧରେ ଠିଆ ହେଲେ।’ (A)
27 ଯେତେବେଳେ ହେରୋଦ, ପନ୍ତିୟ ପୀଲାତ, ଇସ୍ରାଏଲ ଅନ୍ୟ ଦେଶୀୟମାନେ ମିଳିତ ହୋଇ ଏହି ସହରରେ ଜମା ହୋଇ ତୁମ୍ଭର ପବିତ୍ର ସେବକ ଯୀଶୁଙ୍କ ବିରୁଦ୍ଧରେ ଠିଆ ହେଲେ ସେତେବେଳେ ଏହା ପ୍ରକୃତରେ ସଫଳ ହେଲା। ସେହି ଯୀଶୁଙ୍କୁ ତୁମ୍ଭେ ଖ୍ରୀଷ୍ଟ ରୂପେ ମନୋନୀତ କରିଥିଲ। 28 ଏହି ଯେଉଁ ଲୋକମାନେ ଯୀଶୁଙ୍କ ବିରୁଦ୍ଧରେ ଏକତ୍ର ମନ୍ତ୍ରଣା କଲେ ସେମାନେ ତୁମ୍ଭର ଯୋଜନାକୁ ସଫଳ କଲେ। ତୁମ୍ଭର ଇଚ୍ଛା ଓ ଶକ୍ତି ଅନୁସାରେ ଏହା ଘଟିଲା। 29 ହେ ପ୍ରଭୁ, ବର୍ତ୍ତମାନ ସେମାନେ କ’ଣ କହୁଅଛନ୍ତି, ତାହା ଶୁଣ। ସେମାନେ ଆମ୍ଭମାନଙ୍କୁ ଭୟ ଦେଖାଉଛନ୍ତି। ପ୍ରଭୁ, ଆମ୍ଭେମାନେ ତୁମ୍ଭର ସେବକ ଅଟୁ, ତେଣୁ ତୁମ୍ଭେ ଯାହା ଗ୍ଭହଁ, ତାହା ନିର୍ଭୟରେ କହିବା ପାଇଁ ଆମ୍ଭକୁ ସାହାଯ୍ୟ କର। 30 ତୁମ୍ଭର ଶକ୍ତି ଆମ୍ଭକୁ ଦେଖାଅ, ଯଦ୍ଦ୍ୱାରା ଆମ୍ଭେ ସାହସର ସହିତ ତୁମ୍ଭର ପବିତ୍ର ପୁତ୍ର ଯୀଶୁଙ୍କ ନାମରେ ରୋଗୀମାନଙ୍କୁ ସୁସ୍ଥ କରିବା, ନାନାଦି ଚିହ୍ନ ଦେଖାଇବା ଓ ଆଶ୍ଚର୍ଯ୍ୟ କାର୍ଯ୍ୟମାନ କରି ପାରିବା।”
31 ପ୍ରାର୍ଥନା ସରିବା ପରେ ଯେଉଁ ପ୍ରାର୍ଥନା ଘରେ, ସମସ୍ତେ ଏକାଠି ହୋଇଥିଲେ, ସେହି ଘର କମ୍ପି ଉଠିଲା। ସେମାନେ ସମସ୍ତେ ପବିତ୍ରଆତ୍ମାରେ ପୂର୍ଣ୍ଣ ହୋଇଗଲେ ଓ ପରମେଶ୍ୱରଙ୍କର ବାର୍ତ୍ତା ସାହସର ସହିତ କହିବାକୁ ଲାଗିଲେ।
2010 by World Bible Translation Center