Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 124

ଦାଉଦଙ୍କ ରଚିତ ଏକ ଆରୋହଣ ଗୀତ।

124 ସଦାପ୍ରଭୁ ଯଦି ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥା’ନ୍ତେ ତେବେ ଆମ୍ଭମାନଙ୍କ ପ୍ରତି କ’ଣ ହୋଇଥା’ନ୍ତା?
    ଇସ୍ରାଏଲ ଆମ୍ଭମାନଙ୍କୁ ଉତ୍ତର ଦିଅ।
କ’ଣ ହୋଇଥା’ନ୍ତା ଆମ୍ଭମାନଙ୍କର ଯଦି ସଦାପ୍ରଭୁ ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥା’ନ୍ତେ।
    ଯେତେବେଳେ ଆମ୍ଭ ପ୍ରତିପକ୍ଷଗଣ ଆମ୍ଭମାନଙ୍କୁ ଆକ୍ରମଣ କରିଥିଲେ?
ଆମ୍ଭମାନଙ୍କ ବିରୁଦ୍ଧରେ ସେମାନଙ୍କ କୋପ ପ୍ରଜ୍ୱଳିତ ହେବା ବେଳେ
    ସେମାନେ ଆମ୍ଭମାନଙ୍କୁ ସଜୀବ ଗ୍ରାସ କରିଥା’ନ୍ତେ।
ଆମ୍ଭମାନଙ୍କ ଶତ୍ରୁ ସୈନ୍ୟମାନେ ଆମ୍ଭମାନଙ୍କୁ
    ଜଳରାଶି ପରି ମଗ୍ନ କରିଥା’ନ୍ତେ।
    ସ୍ରୋତ ଆମ୍ଭମାନଙ୍କର ପ୍ରାଣ ଉପର ଦେଇ ଯାଇଥା’ନ୍ତା।
ଗର୍ଜୁଥିବା ଜଳରାଶି ଆମ୍ଭକୁ
    ବୁଡ଼ାଇ ଦେଇଥା’ନ୍ତା।

ସଦାପ୍ରଭୁଙ୍କର ପ୍ରଶଂସା କର।
    ସେ ଆମ୍ଭମାନଙ୍କୁ ସେମାନଙ୍କର ଦାନ୍ତର ଶିକାର ହେବାକୁ ଦେଇ ନାହାନ୍ତି।

ଆମ୍ଭେମାନେ ହେଉଛୁ ଜାଲରେ ପଡ଼ିଥିବା ଚଢ଼େଇମାନଙ୍କ ପରି, ଯେଉଁମାନେ ଜାଲରୁ ରକ୍ଷା ପାଇଥା’ନ୍ତି।
    ତା’ପରେ ଜାଲ ଛିଣ୍ଡିଗଲା ଓ ଆମ୍ଭେମାନେ ରକ୍ଷା ପାଇଗଲୁ।
ଆମ୍ଭମାନଙ୍କର ସାହାଯ୍ୟ ସଦାପ୍ରଭୁଙ୍କଠାରୁ ଆସିଲା,
    ଯିଏ ସ୍ୱର୍ଗ ଓ ପୃଥିବୀକୁ ନିର୍ମାଣ କଲେ।

ଏଷ୍ଟର ବିବରଣ 3

ଯିହୁଦୀମାନଙ୍କୁ ଧ୍ୱଂସ କରିବା ପାଇଁ ହାମ‌ନ୍‌ର ଯୋଜନା ଥିଲା

ଏହିସବୁ ଘଟଣା ପରେ ଅକ୍ଷଶ୍ୱେରଶ ରାଜା ଅଗାଗୀୟ ହମ୍ମଦାଥାର ପୁତ୍ର ହାମ‌ନ୍‌କୁ ଉନ୍ନତ କରି ଉଚ୍ଚ ପଦାନ୍ୱିତ କଲା। ଆଉ ତାହାର ସଙ୍ଗେ ସମସ୍ତ ଅଧିପତିର ଆସନ ଅପେକ୍ଷା ତାକୁ ଶ୍ରେଷ୍ଠ ଆସନ ଦେଲା। ତହିଁରେ ରାଜାର ଯେତେ ଦାସ ରାଜଦ୍ୱାରରେ ଥିଲେ, ସେ ସମସ୍ତେ ନତ ହୋଇ ହାମ‌ନ୍‌କୁ ପ୍ରଣାମ କଲେ। କାରଣ ରାଜା ତାହା ବିଷୟରେ ସେହିପରି ଆଜ୍ଞା ଦେଇଥିଲେ। ମାତ୍ର ମର୍ଦ୍ଦଖୟ ନତ ହେଲା ନାହିଁ କି ତାହାକୁ ପ୍ରଣାମ କଲା ନାହିଁ। ଏଣୁ ରାଜଦ୍ୱାର-ବର୍ତ୍ତୀ ରାଜାର ଦାସଗଣ ମର୍ଦ୍ଦଖୟକୁ କହିଲେ, “ତୁମ୍ଭେ କାହିଁକି ରାଜାଜ୍ଞା ଲଙ୍ଘନ କରୁଅଛ?”

ଏହିପରି ସେମାନେ ପ୍ରତ୍ୟେକ ଦିନ କହିଲେ। ତଥାପି ସେ ସେମାନଙ୍କର କଥା ଶୁଣିଲା ନାହିଁ। ଏଣୁ ଏହି ମର୍ଦ୍ଦଖୟର କଥା ରହିବ କି ନାହିଁ, ଏହା ଜାଣିବା ଇଚ୍ଛାରେ ସେମାନେ ହାମ‌ନ୍‌କୁ ତାହା ଜଣାଇଲେ। କାରଣ ମର୍ଦ୍ଦଖୟ ଯେକି ଯିହୁଦୀୟ ଲୋକ, ଏହା ସେ ସେମାନଙ୍କୁ କହିଥିଲା। ଯେତେବେଳେ ହାମନ୍ ଦେଖିଲା ମର୍ଦ୍ଦଖୟ ନତ ହେଲା ନାହିଁ, କି ତାହାକୁ ପ୍ରଣାମ କଲା ନାହିଁ। ସେତେବେଳେ ସେ ଅତି କ୍ରୋଧାନ୍ନିତ ହେଲା। ମାତ୍ର ସେ କେବଳ ମର୍ଦ୍ଦଖୟ ଉପରେ ହସ୍ତକ୍ଷେପ କରିବାକୁ ଲଘୁ ମଣିଲା। କାରଣ ସେମାନେ ତାହାକୁ ମର୍ଦ୍ଦଖୟର ବଂଶୀୟ ଲୋକଙ୍କ କଥା ଜଣାଇଲେ। ତେଣୁ ହାମନ୍ ଅକ୍ଷଶ୍ୱେରଶର ସମୁଦାୟ ରାଜ୍ୟରେ ସମସ୍ତ ଯିହୁଦୀୟଙ୍କୁ ଅର୍ଥାତ୍ ମର୍ଦ୍ଦଖୟର ଲୋକଙ୍କୁ ବିନାଶ କରିବାକୁ ଚେଷ୍ଟା କଲା।

ରାଜା ଅକ୍ଷଶ୍ୱେରଶ ଦ୍ୱାଦଶ ବର୍ଷର ପ୍ରଥମ ମାସଟି, ଯାହାକି “ନୀଷନ୍” ବୋଲି ପରିଚିତ, ସେମାନେ ଆଖିବୁଜି ଦ୍ୱାଦଶ ମାସକୁ ମନୋନୀତ କଲେ, ଏହା ଅଦର ଯିହୁଦୀମାନଙ୍କୁ ଧ୍ୱଂସ କରିବା ବୋଲି ଜଣାଯାଏ। ଏହା ପରେ ହାମନ୍ ଅକ୍ଷଶ୍ୱେରଶ ରାଜାକୁ କହିଲା, “ଆପଣଙ୍କ ରାଜ୍ୟର ସମସ୍ତ ପ୍ରଦେଶସ୍ଥ ଲୋକଙ୍କ ମଧ୍ୟରେ ଛିନ୍ନଭିନ୍ନ ଓ ପୃଥକ କୃତ ଏକ ଦେଶୀୟ ଲୋକ ଅଛନ୍ତି। ଅନ୍ୟ ସକଳ ଲୋକଙ୍କର ବ୍ୟବସ୍ଥାଠାରୁ ସେମାନଙ୍କ ବ୍ୟବସ୍ଥା ଭିନ୍ନ ସେମାନେ ମଧ୍ୟ ମହାରାଜାଙ୍କ ବ୍ୟବସ୍ଥା ମାନନ୍ତି ନାହିଁ। ଏଣୁ ସେମାନଙ୍କ ବ୍ୟବହାର ସହ୍ୟ କରିବା ମହାରାଜାଙ୍କର ଉଚିତ୍ ନୁହେଁ।

“ମହାରାଜ ସନ୍ତୁଷ୍ଟ ହେଲେ ସେମାନଙ୍କୁ ବିନାଶ କରିବା ପାଇଁ ପତ୍ର ଲେଖାଯାଉ। ତହିଁରେ ମୁଁ ରାଜକାର୍ଯ୍ୟରେ ନିଯୁକ୍ତ ଲୋକଙ୍କ ହସ୍ତରେ ରାଜଭଣ୍ତାରକୁ ଆଣିବା ପାଇଁ ଦଶହଜାର ତାଳନ୍ତ ରୂପା ଦେବି।”

10 ଏଥିରେ ରାଜା ଆପଣା ହସ୍ତରୁ ଅଙ୍ଗୁରୀୟ କାଢ଼ି ଯିହୁଦୀୟମାନଙ୍କର ବୈରି ଅଗାଗୀୟ ହମ୍ମଦାଥାର ପୁତ୍ର ହାମ‌ନ୍‌କୁ ଦେଲା। 11 ପୁଣି ରାଜା ହାମ‌ନ୍‌କୁ କହିଲା, “ସେହି ରୂପା ଓ ସେହି ଦେଶୀୟ ଲୋକ ତୁମ୍ଭକୁ ଦିଆଗଲା। ସେମାନଙ୍କ ପ୍ରତି ଯାହା ତୁମ୍ଭର ଇଚ୍ଛା, ତାହା କର।”

12 ଏଣୁ ପ୍ରଥମ ମାସର ତ୍ରୟୋଦଶ ଦିନରେ ରାଜାର ଲେଖକମାନେ ଆହୁତ ହୁଅନ୍ତେ, ହାମ‌ନ୍‌ର ସମସ୍ତ ଆଜ୍ଞାନୁସାରେ ପ୍ରତ୍ୟେକ ପ୍ରଦେଶସ୍ଥ ରାଜ ପ୍ରତିନିଧିଗଣ ଓ ଅଧିପତିଗଣ ଓ ପ୍ରତ୍ୟେକ ଦେଶୀୟ ଲୋକଙ୍କ ଭାଷାନୁସାରେ ପତ୍ର ଲିଖିତ ହେଲା। ତାହା ଅକ୍ଷଶ୍ୱେରଶ ରାଜାର ନାମରେ ଲିଖିତ ଓ ରାଜାର ଅଙ୍ଗୁରୀୟରେ ମୁଦ୍ରାଙ୍କିତ ହେଲା।

13 ସମସ୍ତ ଯିହୁଦୀୟ ଆବାଳ, ବୃଦ୍ଧବନିତାଙ୍କୁ ବଧ କରିବା ପାଇଁ, ତଣ୍ଟି କାଟିବା ପାଇଁ, ଧ୍ୱଂସ କରିବା ପାଇଁ ଏବଂ ସେମାନଙ୍କର ଦ୍ରବ୍ୟଗୁଡ଼ିକ ଲୁଣ୍ଠନ କରିବା ପାଇଁ ଲୋକମାନଙ୍କୁ ଅନୁମତି ପ୍ରଦାନ କରି, ରାଜା ସମସ୍ତ ପ୍ରଦେଶକୁ ପତ୍ରବାହକମାନଙ୍କ ଦ୍ୱାରା ପତ୍ର ପଠାଇଲେ। ଏହା ମାତ୍ର ଗୋଟିଏ ଦିନରେ କରାଯିବାର ଥିଲା, ତାହା ଦ୍ୱାଦଶ ମାସର ତ୍ରୟୋଦଶ ଦିନ ଯାହା ଅଦର ମାସ କୁହାଯାଏ।

14 ପୁଣି ସେହି ଦିନ ନିମନ୍ତେ ସମସ୍ତ ଲୋକ ଯେମିତି ପ୍ରସ୍ତୁତ ହୁଅନ୍ତି ଏଥିପାଇଁ ପ୍ରତ୍ୟେକ ପ୍ରଦେଶରେ ଆଜ୍ଞା ପ୍ରଗ୍ଭର କରିବାକୁ ଓ ଯାବତୀୟ ଲୋକଙ୍କୁ ଜଣାଇବାକୁ ସେହି ଲିଖନର ପ୍ରତିଲିପି ଦିଆଗଲା। 15 ଆଉ ଧାବକଗଣ ରାଜାଜ୍ଞା ପାଇ ଶୀଘ୍ର ବାହାରି ଗଲେ, ପୁଣି ସେହି ଆଜ୍ଞା ଶୂଶନ୍ ରାଜଧାନୀରେ ପ୍ରକାଶିତ ହେଲା, ତହୁଁ ରାଜା ଓ ହାମନ୍ ପାନ କରିବାକୁ ବସିଲେ, ମାତ୍ର ଶୂଶନ ନଗର ଉ‌‌‌‌‌ଦ୍‌‌‌‌‌ବିଗ୍ନ ହେଲା।

ମାଥିଉ ଲିଖିତ ସୁସମାଗ୍ଭର 5:13-20

ତୁମ୍ଭେମାନେ ଲୁଣ ଓ ଆଲୋକ ପରି(A)

13 “ତୁମ୍ଭେମାନେ ସମଗ୍ର ପୃଥିବୀ ପାଇଁ ଲୁଣ ସଦୃଶ। କିନ୍ତୁ ଲୁଣ ଯଦି ନିଜେ ସ୍ୱାଦହୀନ ହୋଇଯାଏ, ତେବେ ତାକୁ ଆଉଥରେ ଲୁଣିଆ କରା ଯାଇ ନ ପାରେ। ଲୁଣ ଆପଣା ଲୁଣିଆ ସ୍ୱାଦ ହରାଇଲେ ଆଉ କୌଣସି କାମରେ ଲାଗିପାରିବ ନାହିଁ। ତାକୁ ବାହାରେ ଫିଙ୍ଗି ଦିଆଯିବ। ଲୋକେ ତାକୁ ପାଦରେ ଚକଟି ଗ୍ଭଲିଯିବେ।

14 “ତୁମ୍ଭେ ଜଗତର ଆଲୋକ। ପାହାଡ଼ ଉପରେ ଅବସ୍ଥିତ କୌଣସି ନଗରକୁ କେବେ ହେଲେ ଲୁଚେଇ ରଖାଯାଇ ପାରିବ ନାହିଁ। 15 ଲୋକେ ଦୀପଟିଏ ଜଳେଇ ତାକୁ ହାଣ୍ଡି ତଳେ ରଖନ୍ତି ନାହିଁ। ଲୋକେ ତାକୁ ଦୀପରୂଖା ଉପରେ ରଖନ୍ତି। ତଦ୍ଦ୍ୱାରା ଦୀପଟି ଘର ଭିତରର ସବୁ ଲୋକଙ୍କୁ ଆଲୋକ ଦିଏ। 16 ଲୋକଙ୍କ ଆଗରେ ତୁମ୍ଭେମାନେ ଆଲୋକ ଭଳି ପ୍ରକାଶିତ ହୁଅ। ସେମାନେ ତୁମ୍ଭର ଭଲ କାମଗୁଡ଼ିକ ଦେଖନ୍ତୁ ଓ ସ୍ୱର୍ଗରେ ରହୁଥିବା ତୁମ୍ଭ ପରମପିତାଙ୍କୁ ପ୍ରଶଂସା ଗାନକରନ୍ତୁ।

ଯୀଶୁ ଓ ପୁରାତନ ନିୟମର ଲେଖାସମୁହ

17 “ତୁମ୍ଭେମାନେ ଭାବ ନାହିଁ ଯେ ମୁଁ ମୋଶାଙ୍କ ବ୍ୟବସ୍ଥା କିଅବା ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତାଙ୍କ ଶିକ୍ଷା ନଷ୍ଟ କରିବାକୁ ଆସିଛି। ମୁଁ ସେମାନଙ୍କ ଉପଦେଶ ନଷ୍ଟ କରିବାକୁ ଆସି ନାହିଁ। ବରଂ ମୁଁ ସେମାନଙ୍କ ଉପଦେଶଗୁଡ଼ିକର ସମ୍ପୂର୍ଣ୍ଣ ଅର୍ଥ ପ୍ରକାଶିତ କରିବାକୁ ଆସିଛି। 18 ମୁଁ ତୁମ୍ଭକୁ ସତ୍ୟ କହୁଛି, ଏ ପୃଥିବୀ ଓ ଆକାଶ ସମାପ୍ତ ନ ହେବା ପର୍ଯ୍ୟନ୍ତ ଓ ସବୁ କଥା ନ ଘଟିବା ପର୍ଯ୍ୟନ୍ତ ଏହି ନିୟମରୁ ଅକ୍ଷରଟିଏ କି ବିନ୍ଦୁଟିଏ ହେଲେ ମଧ୍ୟ ଲୋପ ପାଇବ ନାହିଁ।

19 “ଏଣୁ ଲୋକେ ପ୍ରତ୍ୟେକ ଆଦେଶ ମାନିବା ଉଚିତ୍, ଏପରିକି ମହତ୍ତ୍ୱପୂର୍ଣ୍ଣ ଦେଖା ଯାଉ ନ ଥିବା ଛୋଟ ଆଦେଶଟିଏ ମଧ୍ୟ ମାନିବା ଉଚିତ୍। ଯେଉଁ ଲୋକ ଆଦେଶ ପାଳିବାକୁ ମନାକରେ ଓ ଅନ୍ୟ ଲୋକଙ୍କୁ ଆଦେଶ ନ ପାଳିବାକୁ ମନ୍ତ୍ରଣା ଦିଏ, ସେ ସ୍ୱର୍ଗରାଜ୍ୟରେ ଅତି ନ୍ୟୁନ ବୋଲି ଗଣିତ ହେବ କିନ୍ତୁ ଯେଉଁ ଲୋକ ସେ ବ୍ୟବସ୍ଥା ମାନେ ଓ ଅନ୍ୟକୁ ମାନି ଚଳିବାକୁ ଶିଖାଏ, ସେ ସ୍ୱର୍ଗରାଜ୍ୟରେ ମହାନ୍ ହେବ। 20 ମୁଁ ତୁମ୍ଭକୁ କହୁଛି ଯେ, ପରମେଶ୍ୱରଙ୍କ ଇଚ୍ଛା ଅନୁସାରେ ଆଚରଣ କରି ତୁମ୍ଭେମାନେ ଧର୍ମଶାସ୍ତ୍ରୀ ଓ ଫାରୂଶୀ [a]ମାନଙ୍କଠାରୁ ଆଗେଇ ଯାଅ। ତା’ ନ ହେଲେ ତୁମ୍ଭେ ସ୍ୱର୍ଗରାଜ୍ୟରେ ପ୍ରବେଶ କରି ପାରିବ ନାହିଁ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center