Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଏଷ୍ଟର ବିବରଣ 7:1-6

ହାମ‌ନଙ୍କୁ ଫାଶି ଦିଆଗଲା

ତେଣୁ ଏଷ୍ଟର ରାଣୀ ସହିତ ରାଜା ଓ ହାମନ୍ ଦ୍ରାକ୍ଷାରସ ପାନ କରିବାକୁ ଗଲେ। ସେହି ଦ୍ୱିତୀୟ ଦିନ ରାଜା ଦ୍ରାକ୍ଷାରସ ପାନକରିବା ବେଳେ ଏଷ୍ଟରକୁ ପୁନର୍ବାର କହିଲେ, “ରାଣୀ ଏଷ୍ଟର! ତୁମ୍ଭର ନିବେଦନ କ’ଣ? ତାହା ତୁମ୍ଭକୁ ଦିଆଯିବ। ତୁମ୍ଭର ଇଚ୍ଛା କ’ଣ? ତହା ମୋର ଅର୍ଦ୍ଧେକ ରାଜ୍ୟ ହେଲେ ହେଁ ମୁଁ ତାହା ତୁମ୍ଭକୁ ଦେବି।”

ଏହା ପରେ ରାଣୀ ଏଷ୍ଟର କହିଲେ, “ହେ ମହାରାଜ, ମୁଁ ଯଦି ଆପଣଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ଆଉ ଯେବେ ମହାରାଜ ସନ୍ତୁଷ୍ଟ ହୋଇଛନ୍ତି, ତେବେ ମୋହର ନିବେଦନ ଅନୁସାରେ ମୋ’ ପ୍ରାଣ ଓ ମୋର ପ୍ରାର୍ଥନାନୁସାରେ ମୋ’ ଲୋକମାନଙ୍କୁ ମୋତେ ଦିଆଯାଉ। କାରଣ ମୁଁ ଓ ମୋହର ଲୋକମାନେ ସଂହାରିତ, ହତ ଓ ବିନଷ୍ଟ ହେବା ନିମନ୍ତେ ବୀକ୍ରି ହୋଇଅଛୁ। ଯଦି ଆମ୍ଭେ ମାତ୍ର କ୍ରୀତଦାସ ରୂପେ ବିକ୍ରୀ ହୋଇଥାଆନ୍ତୁ ମୁଁ ନୀରବ ହୋଇ ରହିଥା’ନ୍ତି। ଯଦି ଏହା ରାଜାଙ୍କୁ ବିବ୍ରତ କଲାପରି ଆମ୍ଭର ଅସୁବିଧା ହୋଇ ନ ଥା’ନ୍ତା।”

ଏଥିରେ ଅକ୍ଷଶ୍ୱେରଶ ରାଜା ଏଷ୍ଟର ରାଣୀକି କହିଲା, “ଯେ ଏପର୍ଯ୍ୟନ୍ତ କର୍ମ କରିବାକୁ ମନରେ ସାହସ ବାନ୍ଧିଅଛି। ସେ କିଏ ଓ ସେ କେଉଁଠାରେ ଅଛି?”

ଏଷ୍ଟର କହିଲା, “ଏହି ଦୁଷ୍ଟ ହାମନ୍ ଜଣେ ବିପକ୍ଷ ଓ ଶତ୍ରୁ।”

ତହିଁରେ ରାଜା ଓ ରାଣୀ ସାକ୍ଷାତରେ ହାମନ୍ ଭୀତ ହେଲା।

ଏଷ୍ଟର ବିବରଣ 7:9-10

ଏହା ପରେ ରାଜାର ସାକ୍ଷାତରେ ଉପସ୍ଥିତ ହର୍ବୋଣା ନାମକ ଏକ ନପୁଂସକ ରାଜାକୁ କହିଲା, “ଦେଖନ୍ତୁ, ମହାରାଜାଙ୍କ ପକ୍ଷରେ ହିତଜନକ ସମ୍ବାଦଦାୟୀ ମର୍ଦ୍ଦଖୟ ନିମନ୍ତେ ହାମନ୍ ପଗ୍ଭଶ୍ ହାତ ଉଚ୍ଚ ଫାଶିକାଠ ପ୍ରସ୍ତୁତ କରିଅଛି। ତାହା ହାମା‌ନ୍‌ର ଗୃହରେ ସ୍ଥାପିତ ହୋଇଅଛି।”

ରାଜା କହିଲେ, “ତହିଁ ଉପରେ ଏହାକୁ ଫାଶି ଦିଅ।”

10 ଏଥିରେ ହାମନ୍, ମର୍ଦ୍ଦଖୟ ନିମନ୍ତେ ଯେଉଁ ଫାଶିକାଠ ପ୍ରସ୍ତୁତ କରିଥିଲା, ତହିଁ ଉପରେ ସେମାନେ ହାମ‌ନ୍‌କୁ ଫାଶି ଦେଲେ। ତହିଁରେ ରାଜାଙ୍କର କ୍ରୋଧ ଶାନ୍ତ ହେଲା।

ଏଷ୍ଟର ବିବରଣ 9:20-22

20 ଏହା ପରେ ମର୍ଦ୍ଦଖୟ ଏହିସବୁ ବିଷୟ ଲେଖିଲା ଓ ଅକ୍ଷଶ୍ୱେରଶ ରାଜାର ନିକଟସ୍ଥ ଓ ଦୂରସ୍ଥ ସକଳ ପ୍ରଦେଶରେ ଥିବା ସମସ୍ତ ଯିହୁଦୀମାନଙ୍କ ନିକଟକୁ ପଠାଇଲା। 21 ଆଉ ଯେଉଁ ଦୁଇ ଦିନ ଯିହୁଦୀମାନେ ଆପଣାମାନଙ୍କ ଶତ୍ରୁଗଣଠାରୁ ବିଶ୍ରାମ ପାଇଲେ, ଯେଉଁ ମାସରେ ସେମାନଙ୍କର ଦୁଃଖ ସୁଖରେ ଓ ଶୋକ ମଙ୍ଗଳ ଦିନରେ ପରିଣତ ହେଲା। 22 ସେ ଆଦେଶ ଦେଲେ ଯେ, ସେମାନେ ସେହି ଦିନଗୁଡ଼ିକ ପାଳନ କରିବେ, ଯେତେବେଳେ ସେମାନେ ଶତ୍ରୁମାନଙ୍କଠାରୁ ଆଶ୍ୱସ୍ତ ପାଇଲେ ଏବଂ ସେମାନଙ୍କର ଦୁଃଖ ଏବଂ ଶୋକ, ଆନନ୍ଦ ଓ ଉତ୍ସବରେ ବଦଳି ଗଲା, ଯେହେତୁ ଭୋଜିର ଦିନ, ଆନନ୍ଦର ଦିନରେ ଜଣେ ଅନ୍ୟ ଜଣ ପାଖକୁ ଉପହାର ପଠାଇବେ ଏବଂ ପ୍ରତ୍ୟେକ ବର୍ଷ ଗରିବ ଲୋକମାନଙ୍କ ପାଖକୁ ଉପହାର ପଠାଇବେ।

ଗୀତସଂହିତା 124

ଦାଉଦଙ୍କ ରଚିତ ଏକ ଆରୋହଣ ଗୀତ।

124 ସଦାପ୍ରଭୁ ଯଦି ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥା’ନ୍ତେ ତେବେ ଆମ୍ଭମାନଙ୍କ ପ୍ରତି କ’ଣ ହୋଇଥା’ନ୍ତା?
    ଇସ୍ରାଏଲ ଆମ୍ଭମାନଙ୍କୁ ଉତ୍ତର ଦିଅ।
କ’ଣ ହୋଇଥା’ନ୍ତା ଆମ୍ଭମାନଙ୍କର ଯଦି ସଦାପ୍ରଭୁ ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥା’ନ୍ତେ।
    ଯେତେବେଳେ ଆମ୍ଭ ପ୍ରତିପକ୍ଷଗଣ ଆମ୍ଭମାନଙ୍କୁ ଆକ୍ରମଣ କରିଥିଲେ?
ଆମ୍ଭମାନଙ୍କ ବିରୁଦ୍ଧରେ ସେମାନଙ୍କ କୋପ ପ୍ରଜ୍ୱଳିତ ହେବା ବେଳେ
    ସେମାନେ ଆମ୍ଭମାନଙ୍କୁ ସଜୀବ ଗ୍ରାସ କରିଥା’ନ୍ତେ।
ଆମ୍ଭମାନଙ୍କ ଶତ୍ରୁ ସୈନ୍ୟମାନେ ଆମ୍ଭମାନଙ୍କୁ
    ଜଳରାଶି ପରି ମଗ୍ନ କରିଥା’ନ୍ତେ।
    ସ୍ରୋତ ଆମ୍ଭମାନଙ୍କର ପ୍ରାଣ ଉପର ଦେଇ ଯାଇଥା’ନ୍ତା।
ଗର୍ଜୁଥିବା ଜଳରାଶି ଆମ୍ଭକୁ
    ବୁଡ଼ାଇ ଦେଇଥା’ନ୍ତା।

ସଦାପ୍ରଭୁଙ୍କର ପ୍ରଶଂସା କର।
    ସେ ଆମ୍ଭମାନଙ୍କୁ ସେମାନଙ୍କର ଦାନ୍ତର ଶିକାର ହେବାକୁ ଦେଇ ନାହାନ୍ତି।

ଆମ୍ଭେମାନେ ହେଉଛୁ ଜାଲରେ ପଡ଼ିଥିବା ଚଢ଼େଇମାନଙ୍କ ପରି, ଯେଉଁମାନେ ଜାଲରୁ ରକ୍ଷା ପାଇଥା’ନ୍ତି।
    ତା’ପରେ ଜାଲ ଛିଣ୍ଡିଗଲା ଓ ଆମ୍ଭେମାନେ ରକ୍ଷା ପାଇଗଲୁ।
ଆମ୍ଭମାନଙ୍କର ସାହାଯ୍ୟ ସଦାପ୍ରଭୁଙ୍କଠାରୁ ଆସିଲା,
    ଯିଏ ସ୍ୱର୍ଗ ଓ ପୃଥିବୀକୁ ନିର୍ମାଣ କଲେ।

ଯାକୁବଙ୍କ ପତ୍ର 5:13-20

ପ୍ରାର୍ଥନାର ଶକ୍ତି

13 ଯଦି କେହି ସଙ୍କଟରେ ପଡ଼ିଛି, ତା’ହେଲେ ସେ ପ୍ରାର୍ଥନା କରୁ। ଯଦି କେହି ଖୁସୀ ଅଛି, ତା’ହେଲେ ସେ ଗୀତ ଗାଉ। 14 ଯଦି ତୁମ୍ଭ ମଧ୍ୟରୁ କେହି ଜଣେ ଅସୁସ୍ଥ ଅଛି, ତେବେ ସେ ମଣ୍ଡଳୀର ପ୍ରାଚୀନମାନଙ୍କୁ [a] ଡାକିବା ଦରକାର। ସେମାନେ ପ୍ରଭୁଙ୍କ ନାମରେ ତାହାଙ୍କୁ ତେଲ ମଖାଇବେ ଓ ତାହାଙ୍କ ପାଇଁ ପ୍ରାର୍ଥନା କରିବେ। 15 ବିଶ୍ୱାସରେ କରାଯାଇଥିବା ସେହି ପ୍ରାର୍ଥନା ରୋଗୀକୁ ସୁସ୍ଥ କରିଦେବ। ପ୍ରଭୁ ତାହାକୁ ସୁସ୍ଥ କରିବେ। ଯଦି ଏହି ଲୋକଟି ପାପ କରିଥାଏ, ତେବେ ପରମେଶ୍ୱର ତାହାକୁ କ୍ଷମା କରିବେ।

16 ତୁମ୍ଭେ କରିଥିବା ପାପଗୁଡ଼ିକୁ ପରସ୍ପର ନିକଟରେ ସ୍ୱୀକାର କର। ତା’ପରେ ପରସ୍ପର ପାଇଁ ପ୍ରାର୍ଥନା କର। ପରମେଶ୍ୱର ଯେପରି ତୁମ୍ଭକୁ ସୁସ୍ଥ କରିଦିଅନ୍ତି, ସେଥିନିମନ୍ତେ ଏପରି କର। ଜଣେ ଧାର୍ମିକ ଲୋକ ଯେତେବେଳେ ନିରନ୍ତର ପ୍ରାର୍ଥନା କରେ, ସେତେବେଳେ ମହାନ ଘଟଣାମାନ ଘଟିଥାଏ। 17 ଏଲୀୟ ଆମ୍ଭ ଭଳି ଜଣେ ସାଧାରଣ ଲୋକ ଥିଲେ। ସେ ବର୍ଷା ନ ହେବା ପାଇଁ ପ୍ରାର୍ଥନା କଲେ। ଏବଂ ଭୂମି ଉପରେ ତିନି ବର୍ଷ ଛଅମାସ ଧରି ବର୍ଷା ହେଲା ନାହିଁ 18 ତା’ପରେ ଏଲୀୟ ବର୍ଷା ହେବା ପାଇଁ ପ୍ରାର୍ଥନା କଲେ। ଆକାଶରୁ ବର୍ଷା ହେଲା ଓ ପୃଥିବୀରେ ପୁନଃ ଶସ୍ୟ ଉତ୍ପନ୍ନ ହେଲା।

ଆତ୍ମା ରକ୍ଷା କରିବା

19 ମୋ’ ଭାଇ ଓ ଭଉଣୀମାନେ! ତୁମ୍ଭ ଭିତରୁ ଯଦି ଜଣେ ସତ୍ୟରୁ ବିଚଳିତ ହୋଇଯାଏ, ତେବେ ଅନ୍ୟ ଜଣେ ତାହାକୁ ସତ୍ୟକୁ ଫେରାଇ ଆଣିବା ପାଇଁ ସାହାଯ୍ୟ କରୁ। 20 ଏହା ମନେରଖ: ଯେଉଁ ଲୋକ ମନ୍ଦ ମାର୍ଗରୁ ଜଣେ ପାପୀକୁ ଫେରାଇ ଆଣେ, ତେବେ ସେ ମୃତ୍ୟୁରୁ ତାହାର ଆତ୍ମାକୁ ରକ୍ଷା କରେ। ଏହା କରିବା ଦ୍ୱାରା, ସେହି ଲୋକ ଅନେକ ପାପ କ୍ଷମାର କାରଣ ହୋଇପାରିଥାଏ।

ମାର୍କ ଲିଖିତ ସୁସମାଗ୍ଭର 9:38-50

ଆମକୁ ବିରୋଧ କରୁ ନ ଥିବା ଲୋକ ଆମ ନିଜର ଲୋକ(A)

38 ଯୋହନ ଯୀଶୁଙ୍କୁ କହିଲେ, “ହେ ଗୁରୁ, ତୁମ୍ଭ ନାମ ନେଇ ଲୋକଙ୍କ ଦେହରୁ ଦୁଷ୍ଟାତ୍ମାମାନଙ୍କୁ ବାହାର କରୁଥିବା ଜଣେ ଲୋକଙ୍କୁ ଆମ୍ଭେମାନେ ଦେଖିଲୁ। ଆମ୍ଭେମାନେ ତାକୁ ମନା କରିଲୁ, କାରଣ ସେ ଆମ୍ଭମାନଙ୍କ ଭିତରର ଲୋକ ନୁହେଁ।”

39 କିନ୍ତୁ ଯୀଶୁ କହିଲେ, “ତାକୁ ମନାକର ନାହିଁ। କାରଣ ଯେଉଁ ଲୋକ ମୋ’ ନାମ ନେଇ ଶକ୍ତିର କାର୍ଯ୍ୟ କରିପାରେ, ସେ ମୋ’ ନାମରେ ଆଉ ଖରାପ କଥା କହି ପାରିବ ନାହିଁ।” 40 ଯେଉଁ ଲୋକ ଆମ୍ଭର ବିରୋଧ କରେ ନାହିଁ, ସେ ଆମ୍ଭର ସପକ୍ଷର ଲୋକ। 41 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି। ତୁମ୍ଭେମାନେ ଖ୍ରୀଷ୍ଟଙ୍କ ଲୋକ ବୋଲି ଯଦି କେହି ତୁମ୍ଭମାନଙ୍କୁ ଗିନାଏ ପାଣି ପିଇବାକୁ ଦିଏ, ତେବେ ତାକୁ ଏଥିପାଇଁ ନିଶ୍ଚୟ ପୁରସ୍କାର ମିଳିବ।

ଯୀଶୁ ପାପର କାରଣ ବିଷୟରେ ସତର୍କ କଲେ(B)

42 “ଯଦି ଏହି ଛୋଟ ଅବୋଧ ପିଲାମାନଙ୍କ ମଧ୍ୟରୁ ମୋତେ କେହି ବିଶ୍ୱାସ କରୁଥାଏ ଏବଂ ଆଉ ଜଣେ ଲୋକ ସେହି ପିଲାଟିକୁ ପାପ କର୍ମରେ ଲିପ୍ତ କରାଏ, ତେବେ ସେ ଲୋକଟି ପାଇଁ ଏହା ଅତ୍ୟନ୍ତ ଖରାପ ହେବ। ସେ ଲୋକ ବେକରେ ଚକି ପଥରଟିଏ ବାନ୍ଧି ଦେଇ ତାକୁ ସମୁଦ୍ରରେ ଫିଙ୍ଗି ଦେବା ତା’ ପାଇଁ ଭଲ ହୋଇଥା’ନ୍ତା। 43 ଯଦି ତୁମ୍ଭର ହାତ ତୁମ୍ଭକୁ ପାପ କରାଏ, ତେବେ ତାକୁ କାଟିଦିଅ। କାରଣ ଦୁଇ ହାତ ଥାଇ ଅନନ୍ତ କାଳ ଧରି ଜଳୁଥିବା ନର୍କର ନିଆଁ ଭିତରେ ତୁମ୍ଭକୁ ଫିଙ୍ଗି ଦିଆଯିବା ଅପେକ୍ଷା ବରଂ ତୁମ୍ଭେ ପଙ୍ଗୁ ହୋଇ ଅନନ୍ତ ଜୀବନ ଲାଭ କରିବା ଭଲ। 44 [a] 45 ଯଦି ତୁମ୍ଭର ପାଦ ତୁମ୍ଭକୁ ପାପ କରାଏ, ତେବେ ତାକୁ କାଟିଦିଅ। ଦୁଇ ପାଦ ଥାଇ ନର୍କରେ ତୁମ୍ଭକୁ ଫିଙ୍ଗି ଦିଆଯିବା ଅପେକ୍ଷା ବରଂ ଛୋଟା ହୋଇ ଅନନ୍ତ ଜୀବନ ଲାଭ କରିବା ଭଲ। 46 [b] 47 ଯଦି ତୁମ୍ଭର ଆଖି ତୁମ୍ଭକୁ ପାପ କରାଏ, ତେବେ ତାକୁ ବାହାର କରି ଦିଅ। ଦୁଇ ଆଖି ଥାଇ ନର୍କରେ ତୁମ୍ଭକୁ ଫିଙ୍ଗି ଦିଆଯିବା ଅପେକ୍ଷା ବରଂ ତୁମ୍ଭେ ଗୋଟିଏ ଆଖି ଥାଇ ଅନନ୍ତ ଜୀବନ ଲାଭ କରିବା ଭଲ। 48 ମନୁଷ୍ୟକୁ ଖାଉଥିବା ନର୍କର କୀଟ କେବେ ମରେ ନାହିଁ କି ନର୍କର ନିଆଁ କେବେ ଲିଭେ ନାହିଁ।

49 “ନିଆଁରେ ପ୍ରତ୍ୟେକ ଲୋକକୁ ଦଣ୍ଡିତ କରାଯିବ।

50 “ଲୁଣ ଭଲ ପଦାର୍ଥ। କିନ୍ତୁ ଲୁଣ ଯଦି ତା’ର ଲୁଣିଆ ଗୁଣ ହରାଇ ବସିବ, ତାକୁ ପୁଣି ଥରେ କିପରି ଲୁଣିଆ କରାଯାଇ ପାରିବ? ତେଣୁ ତୁମ୍ଭେ ଭଲ ଗୁଣରେ ପରିପୂର୍ଣ୍ଣ ହୁଅ। ସମସ୍ତେ ମିଳିମିଶି ଶାନ୍ତିରେ ରୁହ।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center