Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 140

ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ।

140 ହେ ସଦାପ୍ରଭୁ, ଦୁଷ୍ଟ ଲୋକମାନଙ୍କଠାରୁ ମୋତେ ଉଦ୍ଧାର କର।
    ଦୌରାତ୍ମ୍ୟକାରୀ ଲୋକମାନଙ୍କଠାରୁ ମୋତେ ରକ୍ଷା କର।
ଯେଉଁ ଦୁର୍ଜ୍ଜନମାନେ, ଦୁଷ୍ଟ ଯୋଜନା କରନ୍ତି।
    ସେମାନେ ପ୍ରତ୍ୟେକ ଦିନ ଯୁଦ୍ଧ କରିବା ପାଇଁ ପ୍ରସ୍ତୁତ ହୁଅନ୍ତି।
ସେମାନଙ୍କର ଜିହ୍ୱା ବିଷଧର ସର୍ପପରି,
    ଯେପରି ସେମାନଙ୍କର ଜିହ୍ୱାତଳେ ନାଗର ଗରଳ ରହିଛି।

ହେ ସଦାପ୍ରଭୁ, ଦୁଷ୍ଟ ଲୋକମାନଙ୍କଠାରୁ ମୋତେ ରକ୍ଷା କର।
    ଦୌରାତ୍ମ୍ୟକାରୀମାନଙ୍କଠାରୁ ମୋତେ ସୁରକ୍ଷା ଦିଅ।
    ଯେଉଁମାନେ ମୋ’ ପଛରେ ପଡ଼ିଛନ୍ତି ଏବଂ ଦୁଃଖ ଦେବା ପାଇଁ ଯୋଜନା କରୁଛନ୍ତି।
ସେହି ଗର୍ବୀ ଲୋକମାନେ ମୋ’ ପାଇଁ ଫାନ୍ଦ ବିଛାଇଛନ୍ତି।
    ସେମାନେ ମୋତେ ଧରିବା ପାଇଁ ଜାଲ ବିଛାଇଛନ୍ତି।
    ସେମାନେ ମୋ’ ପଥରେ ଯନ୍ତା ବିଛାଇଛନ୍ତି।

ମୁଁ ସଦାପ୍ରଭୁଙ୍କୁ କହିଲି, ତୁମ୍ଭେ ମୋର ପରମେଶ୍ୱର।
    ହେ ସଦାପ୍ରଭୁ, ମୋର ପ୍ରାର୍ଥନାକୁ ଗ୍ରହଣ କର।
ହେ ସଦାପ୍ରଭୁ, ମୋର ପ୍ରଭୁ, ତୁମ୍ଭେ ହେଉଛ ଶକ୍ତିଶାଳୀ, ଯିଏକି ମୋତେ ରକ୍ଷା କରେ।
    ତୁମ୍ଭେ ମୋର ମସ୍ତକର ରକ୍ଷାକବଚ, ଯାହା ମୋର ଯୁଦ୍ଧ ସମୟରେ ମସ୍ତକ ଆଚ୍ଛାଦନ କରି ସୁରକ୍ଷା ଦିଅ।
ହେ ସଦାପ୍ରଭୁ, ସେହି ଲୋକମାନେ ଦୁଷ୍ଟ ପ୍ରକୃତିର।
    ସେମାନଙ୍କର ଇଚ୍ଛା ପୂର୍ଣ୍ଣ ହେବାକୁ ଦିଅ ନାହିଁ।
    ସେମାନଙ୍କର ଯୋଜନାକୁ ସଫଳ ହେବାକୁ ଦିଅ ନାହିଁ।

ହେ ସଦାପ୍ରଭୁ, ମୋର ଶତ୍ରୁମାନଙ୍କୁ ବିଜୟ କରାଅ ନାହିଁ।
    ସେହି ଦୁଷ୍ଟ ଲୋକମାନଙ୍କର ଯୋଜନା ମନ୍ଦ ଅଟେ।
    ସେମାନଙ୍କ ମନ୍ଦ ଯୋଜନା ତୁମ୍ଭେ ସେହିଠାରେ ଶେଷ କର।
10 ସେମାନଙ୍କ ମୁଣ୍ଡରେ ଜ୍ୱଳନ୍ତା କୋଇଲା ପଡ଼ୁ।
    ମୋର ଶତ୍ରୁମାନଙ୍କୁ ଅଗ୍ନିରେ ନିକ୍ଷେପ କର।
    ସେମାନେ ଯେପରି ଉଠିପାରିବେ ନାହିଁ ଏଥିପାଇଁ ତାଙ୍କୁ ଗଭୀର ଗର୍ଭରେ ନିକ୍ଷେପ କର।
11 ସଦାପ୍ରଭୁ, ସେହି ମିଥ୍ୟାବାଦୀ ଲୋକମାନଙ୍କୁ ସୁଖ ସମୃଦ୍ଧି ଦିଅ ନାହିଁ।
    ସେମାନଙ୍କୁ ଆକସ୍ମିକ ବିପତ୍ତି ଶିକାର କରିନେଉ।
12 ମୁଁ ଜାଣେ ଯେ, ସଦାପ୍ରଭୁ ଗରିବ ଲୋକମାନଙ୍କୁ ଉଚିତ୍ ନ୍ୟାୟ ପ୍ରଦାନ କରିବେ
    ଏବଂ ସେ ନିଃସହାୟ ଲୋକମାନଙ୍କୁ ଆକ୍ରମଣରୁ ରକ୍ଷା କରିବେ।
13 ହେ ସଦାପ୍ରଭୁ, ଧାର୍ମିକ ଲୋକମାନେ ତୁମ୍ଭ ନାମର ପ୍ରଶଂସା କରିବେ।
    ଧାର୍ମିକ ଲୋକମାନେ ତୁମ୍ଭର ଉପସ୍ଥିତିରେ ବଞ୍ଚିବେ।

ଏଷ୍ଟର ବିବରଣ 8

ଯିହୁଦୀମାନଙ୍କୁ ସାହାଯ୍ୟ କରିବା ପାଇଁ ରାଜା ଆଦେଶ ଦେଲେ

ସେହି ଦିନ ଅକ୍ଷଶ୍ୱେରଶ ରାଜା ଏଷ୍ଟର ରାଣୀକୁ ଯିହୁଦୀୟ ଲୋକମାନଙ୍କର ଶତ୍ରୁ ହାମ‌ନ୍‌ର ଗୃହ ଆଦି ଦେଲା। ଆଉ ମର୍ଦ୍ଦଖୟ ରାଜାଙ୍କ ସାକ୍ଷାତରେ ଉପସ୍ଥିତ ହେଲା କାରଣ ମର୍ଦ୍ଦଖୟ ସହିତ କି ସମ୍ପର୍କ ତାହା ଜଣାଇ ଦେଇଥିଲା। ଏଥିରେ ରାଜା ହାମ‌ନ୍‌ଠାରୁ ଯେଉଁ ଅଙ୍ଗୁରୀୟ ନେଇଥିଲା, ତାହା କାଢ଼ି ମର୍ଦ୍ଦଖୟକୁ ଦେଲା ଏବଂ ଏଷ୍ଟର ହାମ‌ନ୍‌ର ଗୃହ ଉପରେ ମର୍ଦ୍ଦଖୟକୁ ନିଯୁକ୍ତ କଲା।

ଏଷ୍ଟର ରାଜା ନିକଟରେ ପୁନର୍ବାର ନିବେଦନ କଲା, ପୁଣି ଯିହୁଦୀୟମାନଙ୍କ ପ୍ରତିକୂଳରେ ଅଗାଗୀୟ ହାମ‌ନ୍‌ର କୃତ ଅମଙ୍ଗଳ ଓ ତାର କଳ୍ପିତ କଳ୍ପନା ନିବାରାଣାର୍ଥେ ତାହାର ଚରଣରେ ପଡ଼ି ରୋଦନ କରି ପ୍ରାର୍ଥନା କଲା।

ତହିଁରେ ରାଜା ଏଷ୍ଟର ଆଡ଼େ ସୁବର୍ଣ୍ଣ ଦଣ୍ତ ବିସ୍ତାର କରନ୍ତେ ଏଷ୍ଟର ଉଠି ରାଜାଙ୍କ ଛାମୁରେ ଠିଆ ହେଲା। ଏବଂ କହିଲା, ଯେବେ ମହାରାଜ ସନ୍ତୁଷ୍ଟ ହୁଅନ୍ତି ଯେବେ ରାଜାଙ୍କ ଦୃଷ୍ଟିରେ ମୁଁ ଅନୁଗ୍ରହ ପାଇଅଛି, “ଦୟାକରି ମୋ’ ପାଇଁ ଏହା କରନ୍ତୁ। ଆଉ ଯଦି ଏହା ରାଜାଙ୍କୁ ସନ୍ତୁଷ୍ଟ କରେ, ତେବେ ମହାରାଜାଙ୍କର ସମୁଦାୟ ପ୍ରଦେଶସ୍ଥ ଯିହୁଦୀୟମାନଙ୍କୁ ବିନାଶ କରିବା ପାଇଁ ଅଗାଗୀୟ ହମ୍ମାଦାଥାର ପୁତ୍ର ହାମନ୍ ଯେ ସକଳ ପତ୍ର ଲେଖିବାକୁ ପରାମର୍ଶ ଦେଇଥିଲା, ତାହା ପ୍ରତ୍ୟାହୃତ କରାଯାଉ। ଯେହେତୁ ମୋ’ ଲୋକଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟିବ ତାହା ଦେଖି ମୁଁ କିପରି ସହିପାରିବି? ପୁଣି ଆପଣା କୁଟୁମ୍ବମାନଙ୍କ ବିନାଶ ଦେଖି କିପରି ସହିପାରିବି?”

ଏଥିରେ ଅକ୍ଷଶ୍ୱେରଶ ରାଜା ଏଷ୍ଟର ରାଣୀକୁ ଓ ଯିହୁଦୀୟ ମର୍ଦ୍ଦଖୟକୁ କହିଲା, “ଦେଖ, ମୁଁ ଏଷ୍ଟରକୁ ହାମ‌ନ୍‌ର ଗୃହ ଦେଲି, ଲୋକମାନେ ହାମା‌ନଙ୍କୁ ଫାଶିକାଠରେ ଫାଶି ଦେଇଛନ୍ତି। କାରଣ ସେ ଯିହୁଦୀୟମାନଙ୍କ ଉପରେ ହସ୍ତକ୍ଷେପ କରିଥିଲା। ତୁମ୍ଭେମାନେ ଯିହୁଦୀୟମାନଙ୍କ ସମନ୍ଧରେ ନିଜ ନିଜ ଇଚ୍ଛାନୁସାରେ ରାଜାଙ୍କ ନାମରେ ରାଜାଜ୍ଞା ଲେଖ ଓ ତାହା ରାଜାଙ୍କ ଅଙ୍ଗୁରୀୟରେ ମୋହରାଙ୍କିତ କର। କାରଣ ରାଜାଙ୍କର ନାମରେ ଲିଖିତ ଓ ରାଜାଙ୍କର ଅଙ୍ଗୁରୀୟରେ ମୋହରାଙ୍କିତ ପତ୍ର କେହି ଅନ୍ୟଥା କରି ପାରିବେ ନାହିଁ।”

ତେଣୁ ତୃତୀୟ ମାସର ଅର୍ଥାତ୍ ସୀବନ ମାସର ତେଇଶ୍ ଦିନରେ ରାଜାର ଲେଖକମାନେ ଆହୁତ ହୁଅନ୍ତେ ମର୍ଦ୍ଦଖୟର ଆଜ୍ଞା ଅନୁସାରେ ସମସ୍ତ ଯିହୁଦୀୟମାନଙ୍କ ନିକଟକୁ ଓ ହିନ୍ଦୁସ୍ଥାନଠାରୁ କୁଶଦେଶ ପର୍ଯ୍ୟନ୍ତ 127 ପ୍ରଦେଶର ଅନ୍ତର୍ଗତ ପ୍ରତ୍ୟେକ ପ୍ରଦେଶର ଅକ୍ଷାରାନୁସାରେ କ୍ଷିତିପାଳ ଓ ଶାସନକର୍ତ୍ତା ଓ ପ୍ରଦେଶାଧିପତିମାନଙ୍କ ନିକଟକୁ। ପୁଣି ପ୍ରତ୍ୟେକ ଗୋଷ୍ଠୀକି ସେମାନଙ୍କ ଭାଷାନୁସାରେ, ଆଉ ଯିହୁଦୀୟ ଲୋକମାନଙ୍କ ନିକଟକୁ ସେମାନଙ୍କ ଅକ୍ଷର ଓ ଭାଷାନୁସାରେ ପତ୍ର ଲେଖାଗଲା। 10 ସେ ରାଜା ଅକ୍ଷଶ୍ୱେରଶ ନାମରେ ଲେଖି ଓ ରାଜାଙ୍କ ଅଙ୍ଗୁରୀୟରେ ମୋହରାଙ୍କିତ କରି ଅଶ୍ୱଶାଳା-ଜାତ ରାଜକୀୟ ଅଶ୍ୱବାହାରୂଢ଼ ଦ୍ରୁତଗାମୀ ଦୂତଗଣ ହସ୍ତରେ ପତ୍ର ପଠାଇଲା।

11 ରାଜାଙ୍କର ଚିଠିରେ ଲିଖିତ ବିଷୟ ବସ୍ତୁ ଏହି: ପ୍ରତ୍ୟେକ ନଗରରେ ଯିହୁଦୀୟମାନେ ସେମାନଙ୍କର ନିରାପଦ ପାଇଁ ଏକତ୍ରିତ ହେବେ। ସେମାନେ ଧ୍ୱଂସ କରି ପାରିବେ, ତଳିତଳାନ୍ତ କରି ପାରିବେ, ହତ୍ୟା କରି ପାରିବେ, ଯେଉଁମାନେ ସେମାନଙ୍କର ସ୍ତ୍ରୀ ଓ ପିଲାଙ୍କ ପ୍ରତି ଆକ୍ରମଣ କରିବେ, ସେମାନେ ଯେଉଁ ଗୋଷ୍ଠୀୟ ହୋଇଥା’ନ୍ତୁ ନା କାହିଁକି। ଏବଂ ଯିହୁଦୀୟମାନଙ୍କର ଅଧିକାର ଅଛି ସେମାନେ ସେମାନଙ୍କର ଶତ୍ରୁମାନଙ୍କର ସମସ୍ତ ଧନସମ୍ପତ୍ତି ନଷ୍ଟ କରି ପାରିବେ।

12 ସେଦିନ ଥିଲା ଅକ୍ଷଶ୍ୱେରଶ ରାଜାଙ୍କର ତ୍ରୟୋଦଶ ଦିନ ଦ୍ୱାଦଶ ମାସର ଅଦାର ମାସରେ। ଯିହୁଦୀୟମାନଙ୍କୁ ସବୁ ପ୍ରଦେଶରେ ପ୍ରଗ୍ଭର କରିବା ପାଇଁ, ରାଜା ଅନୁମତି ଦେଇଥିଲେ। 13 ସେହି ଚିଠିର ଏକ ନକଲ ରାଜାଙ୍କର ଏକ ଆଜ୍ଞାପତ୍ର ଗ୍ଭରି ଆଡ଼କୁ ପଠା ଯାଇଥିଲା। ଏହା ଏକ ବ୍ୟବସ୍ଥା ଥିଲା, ଏହି ନିର୍ଦ୍ଦେଶ ସବୁ ପ୍ରଦେଶରେ ନିୟମରେ ପରିଣତ କରାଗଲା। ସେହି ରାଜ୍ୟରେ ବାସ କରୁଥିବା ସବୁଜାତୀୟ ଲୋକଙ୍କ ପାଇଁ ତାହା ପ୍ରଗ୍ଭରିତ ହେଲା। ସେ ଏପରି କରିଥିଲେ କାରଣ ଯିହୁଦୀୟମାନେ ସେହି ଦିନ ପାଇଁ ପ୍ରସ୍ତୁତ ହୋଇଥିଲେ। ଯିହୁଦୀୟମାନଙ୍କୁ ସୁଯୋଗ ଦିଆ ଯାଇଥିଲା ସେମାନଙ୍କର ଶତ୍ରୁମାନଙ୍କଠାରୁ ପ୍ରତିଶୋଧ ନେବା ପାଇଁ। 14 ତହିଁରେ ଦ୍ରୁତଗାମୀ ରାଜକୀୟ ଅଶ୍ୱାରୁଢ଼ ଦୂତମାନେ ରାଜାଙ୍କ ଆଜ୍ଞାରେ ଶୀଘ୍ର ଗ୍ଭଲିଗଲେ, ଏବଂ ଏହା ଶୂଶନ ରାଜଧାନୀରେ ସେହି ଆଜ୍ଞା ପ୍ରକାଶିତ ହେଲା।

15 ଏହା ପରେ ମର୍ଦ୍ଦଖୟ ନୀଳ ଓ ଶୁକ୍ଳବର୍ଣ୍ଣ ରାଜକୀୟ ବସ୍ତ୍ର ପିନ୍ଧି ମସ୍ତକରେ ସୁବର୍ଣ୍ଣମୟ ବୃହତ ମୁକୁଟ ଦେଇ ସରୁ ଓ ଏକ ସୁକ୍ଷ୍ମ ନାଇଲନ୍ ଓଢ଼ଣୀ ଓ ବାଇଗଣୀ ରଙ୍ଗର ବସ୍ତ୍ର ପିନ୍ଧି ରାଜାଙ୍କ ଛାମୁରୁ ବାହାରି ଗଲା ତହିଁରେ ଶୂଶନ ରାଜଧାନୀ ଆନନ୍ଦ ଓ ହର୍ଷନାଦରେ ପରିପୂର୍ଣ୍ଣ ହେଲା। 16 ଆଉ ଯିହୁଦୀୟମାନଙ୍କର ଦୀପ୍ତି, ଆନନ୍ଦ, ହର୍ଷ ଓ ସମ୍ଭ୍ରମର ଉଦୟ ହେଲା।

17 ଏବଂ ପ୍ରତି ପ୍ରଦେଶରେ ଓ ପ୍ରତି ନଗରରେ, ଯେକୌଣସି ସ୍ଥାନରେ ରାଜାଜ୍ଞା ଓ ନିୟମ ପତ୍ର ଉପସ୍ଥିତ ହେଲା, ସେହି ସ୍ଥାନରେ ଯିହୁଦୀୟମାନଙ୍କର ଆନନ୍ଦ ଓ ଆମୋଦ, ଭୋଜି ଓ ମଙ୍ଗଳର ଦିନ ହେଲା। ପୁଣି ଦେଶର ଅନେକ ଲୋକ ଯିହୁଦୀୟ ମତାଲମ୍ବୀ ହେଲେ, ଯେହେତୁ ସେମାନେ ଯିହୁଦୀୟମାନଙ୍କ ସକାଶେ ଭୟ କଲେ।

ମାଥିଉ ଲିଖିତ ସୁସମାଗ୍ଭର 18:6-9

ପାପର କାରଣ ବିଷୟରେ ସତର୍କ କଲେ(A)

“କିନ୍ତୁ ମୋ’ଠାରେ ବିଶ୍ୱାସ ରଖିଥିବା ଏହି ନମ୍ର ଛୋଟ ପିଲାମାନଙ୍କ ମଧ୍ୟରୁ କାହାରିକୁ ପାପ ପଥରେ ଯଦି କେହି ଟାଣିନିଏ, ତାହାହେଲେ ସେହି ଲୋକର ବେକରେ ଗୋଟିଏ ଚକି ପଥର ବାନ୍ଧି ଗଭୀର ସମୁଦ୍ରରେ ତାକୁ ବୁଡ଼େଇ ଦିଆଯିବ। ଏହି ପୃଥିବୀରେ ପାପ କରୁଥିବା ଲୋକମାନଙ୍କ ପାଇଁ ମୁଁ ଦୁଃଖ ଅନୁଭବ କରୁଛି। ଏସବୁ ଘଟଣା ନିଶ୍ଚୟ ଘଟିବ, କିନ୍ତୁ ଯେଉଁ ଲୋକ ଏସବୁ ଘଟଣା ଘଟିବାର କାରଣ ହୁଏ, ତାହା ପାଇଁ ଏହା ବହୁତ ଖରାପ ହେବ।

“ଯଦି ତୁମ୍ଭର ହାତ କିମ୍ବା ପାଦ ତୁମ୍ଭ ପାଇଁ ପାପର କାରଣ ହୁଏ, ତେବେ ତାକୁ କାଟି ଫିଙ୍ଗିଦିଅ। ଦୁଇ ହାତ ଓ ଦୁଇ ଗୋଡ଼ ଥାଇ ଚିରକାଳ ଜଳୁଥିବା ନର୍କର ନିଆଁରେ ତୁମ୍ଭକୁ ଫିଙ୍ଗି ଦିଆଯିବା ଅପେକ୍ଷା ବରଂ ହାତ କିମ୍ବା ଗୋଡ଼ ନ ଥାଇ ଅନନ୍ତ ଜୀବନ ମଧ୍ୟରେ ପ୍ରବେଶ କରିବା ତୁମ୍ଭ ପାଇଁ ଭଲ। ଯଦି ତୁମ୍ଭର ଆଖିଟିଏ ତୁମ୍ଭ ପାଇଁ ପାପର କାରଣ ହୁଏ, ତେବେ ତାକୁ କାଢ଼ି ଫିଙ୍ଗିଦିଅ। ତୁମ୍ଭର ଦୁଇଟି ଯାକ ଆଖି ଥାଇ ତୁମ୍ଭକୁ ନର୍କର ନିଆଁରେ ଫିଙ୍ଗି ଦିଆଯିବା ଅପେକ୍ଷା ଗୋଟିଏ ଆଖି ଥାଇ ଅନନ୍ତ ଜୀବନ ଲାଭ କରିବା ତୁମ୍ଭ ପାଇଁ ଭଲ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center