Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଆୟୁବ ପୁସ୍ତକ 38:1-7

ପରମେଶ୍ୱର ଆୟୁବଙ୍କୁ କହିଲେ

38 ତା’ପରେ ସଦାପ୍ରଭୁ ଆୟୁବକୁ ଘୂର୍ଣ୍ଣିବାୟୁ ମଧ୍ୟରୁ ଉତ୍ତର ଦେଇ କହିଲେ,

“କିଏ ଏହି ଅଜ୍ଞାନୀ ବ୍ୟକ୍ତି ଯିଏ କି
    ଏଭଳି ନିର୍ବୋଧ କଥା କହୁଛି?
ଆୟୁବ, ଜଣେ ମଣିଷ ପରି ଛିଡ଼ା ହୋଇଯାଅ,
    ଯାହା ଫଳରେ ମୁଁ ତୁମ୍ଭକୁ ପ୍ରଶ୍ନ ପଗ୍ଭରି ପାରିବି ଏବଂ ତୁମ୍ଭେ ମୋତେ ଉତ୍ତର ଦେଇ ପାରିବ।

“ଆୟୁବ, ତୁମ୍ଭେ କେଉଁଠାରେ ଥିଲ, ଯେତେବେଳେ ମୁଁ ଏ ପୃଥିବୀକୁ ସୃଷ୍ଟି କଲି?
    ଯଦି ତୁମ୍ଭେ ଏତେ ବୁଦ୍ଧିମାନ ମୋତେ ଉତ୍ତର ଦିଅ।
ଯଦି ତୁମ୍ଭେ ଜାଣ, କିଏ ସ୍ଥିର କରିଥିଲା ପୃଥିବୀର ଆକାର କେତେ ବଡ଼ ହେବ?
    ଏକ ମାପିବା ରେଖା ଦ୍ୱାରା କିଏ ଏହି ପୃଥିବୀକୁ ମାପଚୁପ କରିଥିଲା?
ପୃଥିବୀ କାହା ଉପରେ ସ୍ଥିର ରହିଛି?
    କିଏ ଏହି ସ୍ଥାନରେ ପ୍ରଥମ ପଥର ରଖିଲା?
ସକାଳର ତାରାଗଣ ଏକତ୍ର ଗୀତ ଗାଇଲେ
    ଏବଂ ଏହା ଯେତେବେଳେ ହେଲା ସ୍ୱର୍ଗଦୂତଗଣ ଆନନ୍ଦରେ ଚିତ୍କାର କଲେ।

ଆୟୁବ ପୁସ୍ତକ 38:34-41

34 “ଆୟୁବ, ତୁମ୍ଭେ ମେଘକୁ ନିର୍ଦ୍ଦେଶ ଦେଇ ପାରିବ,
    ସେମାନେ ବର୍ଷାରେ ତୁମ୍ଭକୁ ଘୋଡ଼ାଇ ପାରିବେ?
35 ତୁମ୍ଭେ ବିଜୁଳି କି ଡାକି ପାରିବ କି?
    ସେ ତୁମ୍ଭ ନିକଟକୁ ଆସି କହିବ କି?
‘ଆମ୍ଭେ ଏଠାରେ ଅଛୁ;
    ମହାଶୟ, ଆପଣ କ’ଣ ଗ୍ଭହାନ୍ତି।’
    ଏହା କ’ଣ ତୁମ୍ଭେ ଯେଉଁଠାକୁ ଯିବ ତୁମ୍ଭ ସାଥୀରେ ଯାଇପାରିବ କି?

36 “ଆୟୁବ କିଏ ମଣିଷକୁ ବୁଦ୍ଧିମାନ କରେ?
    କିଏ ତାଙ୍କ ଭିତରେ ଜ୍ଞାନ ଭର୍ତ୍ତୀ କରେ?
37 ଏପରି କିଏ ବୁଦ୍ଧିମାନ ଅଛି, ଯିଏ ମେଘକୁ ଗଣିପାରେ
    ଏବଂ କିଏ ତାଙ୍କୁ ବ‌କ୍‌ସିସ୍ ଦେଇ ତାଙ୍କ ବୃଷ୍ଟି ଢାଳି ଦେବ?
38 ତେଣୁ ଧୂଳି ରାସ୍ତା କାଦୁଅରେ ପରିଣତ ହୁଏ
    ଏବଂ ମାଟିମୁଣ୍ଡା ଲାଗିଯାଆନ୍ତି।

39 “ଆୟୁବ ତୁମ୍ଭେ ସିଂହ ପାଇଁ ଖାଦ୍ୟ ପାଇପାରିବ କି?
    ତୁମ୍ଭେ ସେମାନଙ୍କ ଭୋକିଲା ଶାବକକୁ ଖାଦ୍ୟ ଦିଅ କି?
40 ସେହି ସିଂହମାନେ ତାଙ୍କ ଗୁମ୍ଫା ଭିତରେ।
    ସେମାନେ ଘାସ ଭିତରେ ଝୁଙ୍କି ପଡ଼ି ତାଙ୍କ ଶିକାରକୁ ଆକ୍ରମଣ କରିବା ପାଇଁ ପ୍ରସ୍ତୁତ ହୋଇଥା’ନ୍ତି।
41 କିଏ ଡାମରା କାଉକୁ ଖାଦ୍ୟ ଯୋଗାଇ ଦିଏ?
    ଯେତେବେଳେ ତା’ର ଶାବକମାନେ ପରମେଶ୍ୱରଙ୍କ ନିକଟରେ ରାବ କରି କରି ଖାଦ୍ୟ ବିନା ଭ୍ରମଣ କଲାବେଳେ ତାଙ୍କୁ ଖାଦ୍ୟ ଯୋଗାଇ ଦିଏ?

ଗୀତସଂହିତା 104:1-9

104 ହେ ମୋର ପ୍ରାଣ, ସଦାପ୍ରଭୁଙ୍କର ପ୍ରଶଂସା କର!
    ହେ ସଦାପ୍ରଭୁ ମୋର ପରମେଶ୍ୱର, ତୁମ୍ଭେ ମହାନ।
ତୁମ୍ଭେ ସମ୍ଭ୍ରମ ଓ ଐଶ୍ୱର୍ଯ୍ୟରେ ବିଭୂଷିତ।
    ତୁମ୍ଭେ ରାଜବସ୍ତ୍ର, ପରି ଦିପ୍ତୀ ପରିଧାନ କର।
ତୁମ୍ଭେ ପରଦା ପରି ଆକାଶମଣ୍ଡଳ ବିସ୍ତାର କରିଅଛ।
    ପରମେଶ୍ୱର ତୁମ୍ଭେ ଆକାଶର ଜଳରାଶି ଉପରେ ଘର କଲ।
ତୁମ୍ଭେ ମେଘମାଳାକୁ ଆପଣା ରଥପରି କରିଅଛ।
    ତୁମ୍ଭେ ବାୟୁ ରୂପକ ପକ୍ଷ ଦ୍ୱାରା ଆକାଶରେ ଗମନାଗମନ କରୁଅଛ।
ହେ ପରମେଶ୍ୱର, ତୁମ୍ଭେ ଆପଣା ଦୂତମାନଙ୍କୁ ବାୟୁ ପରି କର
    ଓ ତୁମ୍ଭର ସେବକମାନଙ୍କୁ ଅଗ୍ନି [a] ସଦୃଶ କର।
ହେ ପରମେଶ୍ୱର, ତୁମ୍ଭେ ପୃଥିବୀର ଭିତ୍ତିପ୍ରସ୍ତର ଏପରି ସ୍ଥାପନ କରିଅଛ
    ଯେ ତାହା ମୂଳରୁ କେବେ ଧ‌କ୍‌କା ହେବ ନାହିଁ।
ତୁମ୍ଭେ ତାହାକୁ ବାରିଧିର କମଳ ତୁଲ୍ୟ ଆଚ୍ଛାଦନ କଲ।
    ପର୍ବତଗଣ ଉପରେ ଜଳରାଶି ଆଚ୍ଛାଦିତ ହେଲା।
କିନ୍ତୁ ତୁମ୍ଭେ ଆଜ୍ଞା ଦେଲ ଓ ଜଳରାଶି ସେଠାରୁ ଛାଡ଼ି ପଳାଇଲା।
    ହେ ପରମେଶ୍ୱର, ତୁମ୍ଭେ ଜଳରାଶିକୁ ପାଟିକଲ ଓ ତାହା ପଳାଇଲା।
ସେହି ପାଣିସବୁ ପର୍ବତ ଉପରୁ ଉପତ୍ୟକାକୁ ବହିଗଲା
    ଏବଂ ତା’ପରେ ତୁମ୍ଭେ ସୃଷ୍ଟି କରିଥିବା ସ୍ଥାନକୁ ବହିଗଲା।
ତୁମ୍ଭେ ସମୁଦ୍ର ପାଇଁ ସୀମା ନିର୍ଦ୍ଧାରିତ କଲ।
    ଯେପରିକି ସେମାନେ ତାହା ଅତିକ୍ରମ କରି ପାରିବେ ନାହିଁ।
    ଜଳରାଶି କେବେ ସୀମା ଲଙ୍ଘନ କରି ପୃଥିବୀକୁ ଆଚ୍ଛାଦନ କରି ପାରିବ ନାହିଁ।

ଗୀତସଂହିତା 104:24

24 ସଦାପ୍ରଭୁ, ତୁମ୍ଭେ କେତେ ଜିନିଷ ତିଆରି କରିଅଛ।
    ପୃଥିବୀ ତୁମ୍ଭ ସୃଷ୍ଟି ବସ୍ତୁରେ ପରିପୂର୍ଣ୍ଣ ଅଛି।
    ଜ୍ଞାନ ବଳରେ ତୁମ୍ଭେ ସେସବୁ ଜିନିଷ ତିଆରି କରିଅଛ।

ଗୀତସଂହିତା 104:35

35 ପାପୀମାନେ ପୃଥିବୀରୁ ଉଭେଇ ଯାଆନ୍ତୁ।
    ସବୁଦିନ ପାଇଁ ଦୁଷ୍ଟ ଲୋକମାନେ ନିଶେଷ ହୁଅନ୍ତୁ।

ହେ ମୋର ପ୍ରାଣ, ସଦାପ୍ରଭୁଙ୍କର ପ୍ରଶଂସା କର!
    ସଦାପ୍ରଭୁଙ୍କର ପ୍ରଶଂସା କର।

ଏବ୍ରୀ 5:1-10

ପ୍ରତ୍ୟେକ ଯିହୂଦୀ ମହାଯାଜକ ପୁରୁଷମାନଙ୍କ ଭିତରୁ ମନୋନୀତ ହୁଅନ୍ତି। ପରମେଶ୍ୱରଙ୍କୁ ଆପଣା ପାପ ନିମନ୍ତେ ନୈବେଦ୍ୟ ଓ ବଳି ଉତ୍ସର୍ଗ କରିବା ନିମନ୍ତେ ସେହି ମହାଯାଜକ ଲୋକମାନଙ୍କୁ ସାହାଯ୍ୟ କରନ୍ତି। ଅନ୍ୟ ଲୋକମାନଙ୍କ ଭଳି ମହାଯାଜକର ମଧ୍ୟ ଦୁର୍ବଳତା ରହିଛି, ତେଣୁ ସେ ଅଜ୍ଞାନ ଓ ଭ୍ରାନ୍ତ ଲୋକମାନଙ୍କ ପ୍ରତି ସହାନୁଭୂତି ଦେଖାଇବାକୁ ସମର୍ଥ। ମହାଯାଜକ ଅନ୍ୟଲୋକମାନଙ୍କ ପାପ ନିମନ୍ତେ ବଳି ଉତ୍ସର୍ଗ କରନ୍ତି କିନ୍ତୁ ତାହାଙ୍କର ନିଜର ମଧ୍ୟ ଦୁର୍ବଳତା ଥିବା ହେତୁରୁ ସେ ମଧ୍ୟ ନିଜ ପାପ ପାଇଁ ବଳି ଉତ୍ସର୍ଗ କରିବା ଉଚିତ୍।

ମହାଯାଜକ ହେବା ଏକ ସମ୍ମାନର ବିଷୟ। କିନ୍ତୁ କେହି ହେଲେ ନିଜେ ଏହି କାମ ପାଇଁ ବାଛେ ନାହିଁ। ଜଣଙ୍କୁ ପରମେଶ୍ୱରଙ୍କ ଦ୍ୱାରା ଆହୂତ ହେବାକୁ ପଡ଼ିବ, ଯେପରି ହାରୋଣ ଆହୂତ ହୋଇଥିଲେ। ଖ୍ରୀଷ୍ଟ ମଧ୍ୟ ସେହି ଡକା ହୋଇଥିଲେ। ସେ ପରମେଶ୍ୱରଙ୍କ ଦ୍ୱାରା ସେ ମନୋନୀତ ହୋଇଥିଲେ। ପରମେଶ୍ୱର ତାହାଙ୍କୁ କହିଲେ:

“ତୁମ୍ଭେ ମୋର ପୁତ୍ର;
    ଆଜି ଆମ୍ଭେ ତୁମ୍ଭର ପିତା ହେଲୁ।” (A)

ଅନ୍ୟ ଗୋଟିଏ ସ୍ଥାନରେ ପରମେଶ୍ୱର କୁହନ୍ତି:

“ମ‌‌‌‌‌‌‌‌ଲ୍‌‌‌‌‌‌‌କୀଷେଦକଙ୍କ ପରି
    ତୁମ୍ଭେ ଅନନ୍ତକାଳୀନ ଯାଜକ ଅଟ।” (B)

ଖ୍ରୀଷ୍ଟ ଜଗତରେ ଥିଲାବେଳେ ଯେ, ତାହାଙ୍କୁ ମୃତ୍ୟୁରୁ ରକ୍ଷା କରିବାକୁ ସମର୍ଥ, ସେହି ପରମେଶ୍ୱରଙ୍କୁ ଆକୁଳ ଭାବରେ ଅଶ୍ରୁପାତ ସହ ପ୍ରାର୍ଥନା ଓ ବିନତି ଉତ୍ସର୍ଗ କରିଥିଲେ। ଯେହେତୁ ଯୀଶୁ ପରମେଶ୍ୱରଙ୍କ ଇଚ୍ଛାନୁସାରେ କାମ କରୁଥିଲେ ଓ ନମ୍ର ଥିଲେ, ତେଣୁ ପରମେଶ୍ୱର ତାହାଙ୍କ ପ୍ରାର୍ଥନାରେ ପ୍ରତ୍ୟୁତ୍ତର ଦେଇଥିଲେ। ଯୀଶୁ ପରମେଶ୍ୱରଙ୍କ ପୁତ୍ର ଥିଲେ। ତଥାପି ଦୁଃଖ ଭୋଗ ଦ୍ୱାରା ଆଜ୍ଞା ବହତା ଶିଖିଲେ। ପୁଣି ଯୀଶୁ ନିର୍ଦ୍ଦୋଷ ଥିଲେ। ଅତଏବ ଯେଉଁମାନେ ତାହାଙ୍କର ଆଜ୍ଞା ମାନନ୍ତି ସେମାନେ ଅନନ୍ତ ଜୀବନ ପାଇ ପାରିବେ। 10 ପରମେଶ୍ୱର ମ‌‌‌‌‌‌‌‌ଲ୍‌‌‌‌‌‌‌କୀଷେଦକଙ୍କ ଭଳି ଯୀଶୁଙ୍କୁ ମହାଯାଜକ ରୂପେ ବାଛିଲେ।

ମାର୍କ ଲିଖିତ ସୁସମାଗ୍ଭର 10:35-45

ଯାକୁବ ଓ ଯୋହନଙ୍କର ଅନୁଗ୍ରହର ଅନୁରୋଧ(A)

35 ଜେବଦୀଙ୍କ ପୁତ୍ର ଯାକୁବ ଓ ଯୋହନ ଯୀଶୁଙ୍କ ପାଖକୁ ଆସି କହିଲେ, “ହେ ଗୁରୁ, ତୁମ୍ଭେ ଆମ୍ଭ ପାଇଁ କିଛି କର ବୋଲି ଆମ୍ଭେ ଗ୍ଭହୁଁଛୁ।”

36 ଯୀଶୁ ପଗ୍ଭରିଲେ, “ତୁମ୍ଭେମାନେ ମୋ’ ଦ୍ୱାରା ତୁମ୍ଭ ପାଇଁ କ’ଣ ପାଇବାକୁ ଗ୍ଭହୁଁଛ?”

37 ସେମାନେ କହିଲେ, “ଆପଣଙ୍କ ରାଜ୍ୟରେ ଆପଣ ମହିମା ପ୍ରାପ୍ତ ହେବା ବେଳେ ଆମ୍ଭ ଭିତରୁ ଜଣେ ତୁମ୍ଭର ଡାହାଣ ପଟେ ଓ ଆଉ ଜଣେ ବାମ ପଟେ ବସିବା ପାଇଁ ଆମ୍ଭକୁ ଅଧିକାର ପ୍ରଦାନ କରନ୍ତୁ।”

38 ଯୀଶୁ କହିଲେ, “ତୁମ୍ଭେ କ’ଣ ମାଗୁଛ, ତାହା ତୁମ୍ଭେ ଜାଣି ପାରୁ ନାହଁ। ମୁଁ ଯେଉଁ ଯାତନା ଭୋଗ କରିବି, ତୁମ୍ଭେ ମଧ୍ୟ କ’ଣ ସେହିଭଳି ଯାତନା ଭୋଗ କରି ପାରିବ? ମୁଁ ଯେଉଁଭଳି ବାପ୍ତିଜିତ ହେବି, ତୁମ୍ଭେ କ’ଣ ସେହିଭଳି ବାପ୍ତିଜିତ ହୋଇ ପାରିବ?”

39 ସେମାନେ ତାହାଙ୍କୁ କହିଲେ, “ହଁ ଆମ୍ଭେ ପାରିବୁ।”

ତା’ପରେ ଯୀଶୁ ସେମାନଙ୍କୁ କହିଲେ, “ମୁଁ ଯେଉଁ ଯାତନା ଭୋଗ କରିବି, ତୁମ୍ଭେ ତାହା ଭୋଗ କରିବ। ମୁଁ ଯାହା ଦ୍ୱାରା ବାପ୍ତିଜିତ ହେବି, ତୁମ୍ଭେମାନେ ମଧ୍ୟ ତା ଦ୍ୱାରା ବାପ୍ତିଜିତ ହେବ। 40 କିନ୍ତୁ ମୋର ଡାହାଣ ବା ବାମ ପଟରେ କିଏ ବସିବ, ତାହା ବାଛିବାର ଅଧିକାର ମୋର ନାହିଁ। ଯେଉଁମାନଙ୍କ ପାଇଁ ଏହା ପ୍ରସ୍ତୁତ କରାଯାଇଛି, କେବଳ ସେହିମାନେ ସେଥିରେ ବସି ପାରିବେ।”

41 ଅନ୍ୟ ଦଶ ଜଣ ପ୍ରେରିତ ଏହା ଶୁଣିଲେ। ସେମାନେ ଯାକୁବ ଓ ଯୋହନଙ୍କ ଉପରେ ରାଗିଗଲେ। 42 ଯୀଶୁ ସମସ୍ତ ପ୍ରେରିତମାନଙ୍କୁ ଏକାଠି ଡାକିଲେ। ସେ ସେମାନଙ୍କୁ କହିଲେ, “ଅଣଯିହୂଦୀମାନଙ୍କ ଭିତରେ ଅନେକ ଲୋକ ଅଛନ୍ତି, ଯେଉଁମାନଙ୍କୁ ସେମାନେ ଶାସକ କହନ୍ତି। ତୁମ୍ଭେ ଜାଣ ଯେ, ଏହି ଶାସକମାନେ ଲୋକଙ୍କ ଉପରେ ପ୍ରଭୁତ୍ୱ ଦେଖାଇବାକୁ ଭଲ ପାଆନ୍ତି। ତାହାଙ୍କର ମହତ୍ତ୍ୱପୂର୍ଣ୍ଣ ନେତାମାନେ ମଧ୍ୟ ଲୋକଙ୍କ ଉପରେ ତାହାଙ୍କର ଅଧିକାର ସାବ୍ୟସ୍ତ କରିବାକୁ ଭଲ ପାଆନ୍ତି। 43 କିନ୍ତୁ ତୁମ୍ଭ ମଧ୍ୟରେ ଏଭଳି କିଛି ହେବା ଅନୁଚିତ୍। ଯଦି ତୁମ୍ଭ ଭିତରୁ କେହି ବଡ଼ ହେବାକୁ ଗ୍ଭହୁଁଥାଏ, ତେବେ ସେ ଜଣେ ସେବକ ଭଳି ତୁମ୍ଭ ସମସ୍ତଙ୍କର ସେବା କରୁ। 44 ଯଦି ତୁମ୍ଭ ଭିତରୁ କେହି ମହତ୍ତ୍ୱପୂର୍ଣ୍ଣ ହେବାକୁ ଗ୍ଭହୁଁଥାଏ, ତେବେ ସେ ତୁମ୍ଭ ସମସ୍ତଙ୍କର ଜଣେ କ୍ରୀତଦାସ ଭଳି ସେବା କରୁ। 45 ସେହିଭଳି ମନୁଷ୍ୟପୁତ୍ର ଅନ୍ୟଠାରୁ ସେବା ପାଇବା ପାଇଁ ଆସି ନାହାନ୍ତି, ବରଂ ସେ ସେବା କରିବା ପାଇଁ ଆସିଛନ୍ତି। ସେ ବହୁତ ଲୋକଙ୍କୁ ଉଦ୍ଧାର କରିବା ପାଇଁ ନିଜର ଜୀବନ ଦେବା ପାଇଁ ଆସିଛନ୍ତି।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center