Revised Common Lectionary (Semicontinuous)
ପ୍ରଧାନ ବାଦ୍ୟକର ନିମନ୍ତେ ଏକ ଗୀତ। “ନଷ୍ଟ କର ନାହିଁ” ସ୍ୱରରେ ଆସଫର ଗୀତ।
75 ହେ ପରମେଶ୍ୱର, ଆମ୍ଭେମାନେ ତୁମ୍ଭଙ୍କୁ ପ୍ରଶଂସା କରୁଛୁ।
ଆମ୍ଭେମାନେ ତୁମ୍ଭଙ୍କୁ ଧନ୍ୟବାଦ କରୁଛୁ! କାରଣ ତୁମ୍ଭେ ଅତି ନିକଟବର୍ତ୍ତୀ;
ଲୋକମାନେ ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟା ସକଳ ବର୍ଣ୍ଣନା କରନ୍ତି।
2 ପରମେଶ୍ୱର କହିଲେ, “ମୁଁ ବିଗ୍ଭର ଦିନ ନିରୂପିତ କଲେ,
ମୁଁ ନିରପେକ୍ଷଭାବେ ବିଗ୍ଭର କରିବି।
3 ପୃଥିବୀ ଓ ତହିଁରେ ବାସ କରୁଥିବା ସମସ୍ତ ଜୀବନ ଟଳମଳ ହୋଇ ପତନ ହେବାକୁ ଯାଉଛନ୍ତି,
କିନ୍ତୁ ମୁଁ ତାକୁ ସ୍ଥିର କରିବି।
4-5 “କିଛି ଲୋକ ବହୁତ ଗର୍ବୀ,
ସେମାନେ ଭାବନ୍ତି ସେମାନେ ବହୁତ ଶକ୍ତିଶାଳୀ।
ଏବଂ ନିଜକୁ ବହୁତ ମୁଖ୍ୟବ୍ୟକ୍ତି ବୋଲି ଭାବନ୍ତି।
କିନ୍ତୁ ମୁଁ ସେହି ଲୋକମାନଙ୍କୁ କହେ, ‘ଆତ୍ମଶ୍ଲାଘା ହୁଅ ନାହିଁ’ ‘ଗର୍ବ କର ନାହିଁ।”’
6 କୌଣସି ବ୍ୟକ୍ତିକୁ ମହତ୍ତ୍ୱପୂର୍ଣ୍ଣ କରିବାରେ
ପୃଥିବୀର କୌଣସି ଶକ୍ତି ନାହିଁ।
7 ପରମେଶ୍ୱର ବିଗ୍ଭରକର୍ତ୍ତା ଅଟନ୍ତି
ଏବଂ ପରମେଶ୍ୱର ନିଷ୍ପତ୍ତି ନେବେ କିଏ ଯେ ମହାନ ହେବ।
ପରମେଶ୍ୱର ହିଁ ଯେକୌଣସି ବ୍ୟକ୍ତିକୁ ମହତ୍ତ୍ୱପୂର୍ଣ୍ଣ ସ୍ଥାନରେ ସ୍ଥାପନ କରି ପାରନ୍ତି।
8 ସଦାପ୍ରଭୁଙ୍କ ହସ୍ତରେ ଏକ ପିଆଲା ଅଛି,
ଯାହାକି ବିଷାକ୍ତ ଦ୍ରାକ୍ଷାରସରେ ପରିପୂର୍ଣ୍ଣ।
ତାହା ମିଶ୍ରିତ ଦ୍ରବ୍ୟରେ ପୂର୍ଣ୍ଣ ଓ ସେ ତହିଁରୁ ଢାଳିବେ
ଏବଂ ପୃଥିବୀର ଦୁଷ୍ଟ ଲୋକ ସମସ୍ତେ ତହିଁର ପାନୀୟ ନିଗାଡ଼ି ପିଇବେ।
9 ମୁଁ ଏହିସବୁ ବିଷୟରେ ସଦାକାଳ ପ୍ରଗ୍ଭର କରିବି।
ମୁଁ ଇସ୍ରାଏଲ ପରମେଶ୍ୱରଙ୍କର ପ୍ରଶଂସା କରିବି।
10 ପରମେଶ୍ୱର କହନ୍ତି, “ମୁଁ ଦୁଷ୍ଟ ଲୋକମାନଙ୍କର ଶକ୍ତିସବୁ ପୋଛି ଦେବି
ଏବଂ ଧାର୍ମିକ ଲୋକମାନଙ୍କର ଶକ୍ତି ଉଚ୍ଚ କରିବି।”
12 “ମୁଁ ତୁମ୍ଭକୁ ଲିବିୟାଥନର ଗୋଡ଼,
ତା’ର ବଳ ଓ ମନୋହର ଆକାର ବିଷୟରେ କିଛି କହିବି।
13 କୌଣସି ବ୍ୟକ୍ତି ତା’ର ଚର୍ମକୁ କଣା କରି ପାରିବେ ନାହିଁ।
ତା’ର ଚର୍ମ ଯୁଦ୍ଧସଜ୍ଜା ସ୍ୱରୂପ।
14 କୌଣସି ବ୍ୟକ୍ତି ତା’ର ମାଢ଼ିକୁ ଖୋଲିବାକୁ ସକ୍ଷମ ହେବ ନାହିଁ।
ତା’ର ଦାନ୍ତ ଲୋକଙ୍କୁ ଭୟଭୀତ କରେ।
15 ତା’ର ପିଠି ଧାର ଧାର ଢାଲ ପରି,
ଯାହାକି ଦୃଢ଼ ଭାବରେ ସଂଯୁକ୍ତ ହୋଇଥାଏ।
16 ସେଗୁଡ଼ିକ ଏତେ ପାଖାପାଖି ଥାଏ
ତା’ ମଧ୍ୟରେ ପବନ ମଧ୍ୟ ପଶିପାରେ ନାହିଁ।
17 ସେଗୁଡ଼ିକ ଗୋଟିଏ ଅନ୍ୟ ସହିତ ସଂଯୁକ୍ତ ଅଛି।
ସେସବୁ ଏମିତି ଏକତ୍ର ଲାଗି ରହିଛି ଯେ ତାକୁ ଅଲଗା କରାଯାଇ ପାରିବ ନାହିଁ।
18 ଯେତେବେଳେ ସେ ଛିଙ୍କେ, ସେଥିରୁ ବିଜୁଳି ସଦୃଶ ଆଲୁଅ ବାହାରେ,
ତା’ର ଚକ୍ଷୁ ପ୍ରାତଃକାଳର ଆଲୁଅ ପରି ଝଟକେ।
19 ତା’ର ମୁଖରୁ ଜ୍ୱଳନ୍ତ ଅଗ୍ନିକଣାର ମଶାଲ ବିଦ୍ୟୁତ୍ ପରିବାହକ ଦ୍ୱାରା
ଉତ୍ପନ୍ନ ଆଲୋକରେ ଝଲକ ନିଃସୃତ ହୁଏ।
20 ତା’ର ନାକରୁ ଧୂଆଁ ବାହାରେ
ସତେ ଯେମିତି ରନ୍ଧା ହାଣ୍ଡିରୁ ଜଳନ୍ତା କୁଟା ବାମ୍ଫ ବାହାରେ।
21 ତା’ର ନିଶ୍ୱାସ ଅଙ୍ଗାରକୁ ଜଳାଇ ପାରେ।
ତା’ ମୁଖରୁ ଅଗ୍ନିଶିଖା ନିର୍ଗତ ହୁଏ।
22 ତା’ର ବେକ ବହୁତ ଶକ୍ତିଶାଳୀ।
ଲୋକେ ତାକୁ ଦେଖିବା ମାତ୍ରେ ତା’ ନିକଟରୁ ଦୌଡ଼ି ପଳାଇଯା’ନ୍ତି।
23 ତା’ର ଚମଡ଼ାର କୌଣସି ସ୍ଥାନ ଦୁର୍ବଳ ନୁହେଁ,
ଏହା ଲୁହାଭଳି ଶକ୍ତ।
24 ତା’ର ହୃତପିଣ୍ଡ ପଥର ସଦୃଶ।
ଏହା ପେଷଣଶାଳାର ତଳ ପଥର ସଦୃଶ।
25 ସେ ଯେତେବେଳେ ଉଠେ, ବଳବାନ ଲୋକମାନେ ମଧ୍ୟ ଭୟଭୀତ ହୋଇଯା’ନ୍ତି।
ସେ ଯେତେବେଳେ ଲାଞ୍ଜ ବୁଲାଏ ସେମାନେ ଦୌଡ଼ି ପଳାନ୍ତି।
26 ଖଣ୍ଡା, ବର୍ଚ୍ଛା, ଏବଂ ଶୂଳ ଲିବିୟାଥନକୁ ବାଜେ, କିନ୍ତୁ କେବଳ ସେସବୁ ଡେଇଁ ପଡ଼ି ଫେରି ଆସେ।
ସେହି ଅସ୍ତ୍ର ତାହାକୁ ଟିକେ ବି ଆଘାତ କରେ ନାହିଁ।
27 ସେ ଲୁହାକୁ କୁଟା ସଦୃଶ ଭାଙ୍ଗି ପକାଏ।
ଏହା ତମ୍ବାକୁ ପଗ୍ଭକାଠ ପରି ଭାଙ୍ଗି ପକାଏ।
28 ତୀର ତାହାକୁ ଦଉଡ଼ାଇ ପାରେ ନାହିଁ।
ପଥର ଡେଇଁ ପଡ଼ି କୁଟା ପରି ଫେରି ଆସେ।
29 ଯେତେବେଳେ ଗୋଟିଏ କାଠଗଡ଼ ତାକୁ ଆଘାତ କରେ, ସେ ଅନୁଭବ କରେ ଯେପରି ଏକ କୁଟା ତା’ ଦେହରେ ଲାଗିଲା।
ସେ ଅଟ୍ଟହାସ୍ୟ କରେ ଯେତେବେଳେ ଲୋକ ତାକୁ ବର୍ଚ୍ଛା ଫିଙ୍ଗନ୍ତି।
30 ତା’ର ତଳ ପେଟର ଚମଡ଼ା ଶକ୍ତ ଭଙ୍ଗା ଖପରା ସଦୃଶ।
ସେ କାଦୁଅରେ ଘୋଷାରି ହୋଇ ଗଲାବେଳେ ବେଙ୍ଗଳାରେ ବାଡ଼େଇବା ପରି ଚିହ୍ନ ଛାଡ଼ିଯାଏ।
31 ଲେବିୟାଥନ ପାଣିକୁ ଘାଣ୍ଟେ ହାଣ୍ଡି ଜଳ ଫୁଟିବା ପରି।
ସେ ଫୋଟକା ତିଆରି କରେ, ଯେପରି ଗୋଟିଏ ହାଣ୍ଡି ରେ ତେଲ ଫୁଟେ।
32 ଲେବିୟାଥନ ଯେତେବେଳେ ତହିଁରେ ତା’ ପଛେ ପଛେ ପଥ ଛାଡ଼ିଯାଏ।
ସେ ପାଣିକୁ ଘାଣ୍ଟି ପକାଏ ଏବଂ ତା’ ପଛ ଆଡ଼େ ଧଳାଫେଣ ଛାଡ଼ିଯାଏ।
33 ପୃଥିବୀରେ ଲିବିୟାଥନ ପରି ଆଉ ଦ୍ୱିତୀୟ ଜୀବ ନାହିଁ।
ସେ ଏଭଳି ଏକ ପ୍ରାଣୀ, ଯେକି କାହାରିକୁ ଭୟ କରେ ନାହିଁ।
34 ଲେବିୟାଥନ ସବୁଠାରୁ ଗର୍ବୀ ପଶୁକୁ ବି ନୀଚ୍ଚ ଭାବରେ ଦେଖେ।
ସେସବୁ ବଣୁଆ ଜନ୍ତୁମାନଙ୍କ ଉପରେ ରାଜା ଅଟେ ଓ ମୁଁ ସେହି ଲେବିୟାଥନକୁ ସୃଷ୍ଟି କରିଛି।”
ଯୀଶୁ ତାହାଙ୍କ ଶିଷ୍ୟମାନଙ୍କର ପାଦ ଧୋଇଲେ
13 ସେତେବେଳେ ଯିହୂଦୀମାନଙ୍କର ନିସ୍ତାରପର୍ବ ସମୟ ପ୍ରାୟ ହୋଇଯାଇଥିଲା। ଯୀଶୁ ଜାଣିଥିଲେ, ତାହାଙ୍କୁ ଜଗତକୁ ଛାଡ଼ିଯିବାର ସମୟ ଉପସ୍ଥିତ ହୋଇଗଲାଣି। ବର୍ତ୍ତମାନ ସେ ତାହାଙ୍କ ପରମପିତାଙ୍କ ନିକଟକୁ ଫେରିଯିବେ। ସେ ସବୁବେଳେ ଏହି ଜଗତରେ ଥିବା ତାହାଙ୍କ ନିଜର ହୋଇଯାଇଥିବା ଲୋକମାନଙ୍କୁ ଭଲ ପାଉଥିଲେ। ସେ ସେମାନଙ୍କ ପ୍ରତି ତାହାଙ୍କର ଗଭୀର ଓ ଚୁଡ଼ାନ୍ତ ପ୍ରେମ ଦେଖାଇଥିଲେ।
2 ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ସନ୍ଧ୍ୟା ଭୋଜନରେ ବସିଥିଲେ। ଶିମୋନର ପୁତ୍ର ଇଷ୍କାରିୟୋତ ଯିହୂଦାଙ୍କୁ ଯୀଶୁଙ୍କ ବିରୁଦ୍ଧରେ ଶୟତାନ ପ୍ରବର୍ତ୍ତାଇ ସାରିଥିଲା। 3 ପରମପିତା ଯୀଶୁଙ୍କୁ ସବୁ ବିଷୟରେ କ୍ଷମତା ଦେଇଥିଲେ। ଯୀଶୁ ଏହା ଜାଣିଥିଲେ। ସେ ପରମେଶ୍ୱରଙ୍କଠାରୁ ଆସିଛନ୍ତି, ବୋଲି ମଧ୍ୟ ଜାଣିଥିଲେ। ସେ ତାହାଙ୍କ ପାଖକୁ ଫେରିଯାଉଛନ୍ତି ବୋଲି ମଧ୍ୟ ଜାଣିଥିଲେ। 4 ସେମାନେ ଖାଇବା ସମୟରେ ଯୀଶୁ ଠିଆ ହୋଇ ପିନ୍ଧିଥିବା ଲମ୍ବା ପୋଷାକଟି ଖୋଲିଦେଲେ। ସେ ଅଣ୍ଟାରେ ଗୋଟିଏ ତଉଲିଆ ଗୁଡ଼େଇ ହୋଇ ପଡ଼ିଲେ। 5 ତା’ପରେ ସେ ପାତ୍ରରେ ଜଳ ଭର୍ତ୍ତି କଲେ ଓ ଶିଷ୍ୟମାନଙ୍କର ପାଦ ଧୋଇବା ଆରମ୍ଭ କଲେ। ସେ ଅଣ୍ଟାରେ ବାନ୍ଧିଥିବା ତଉଲିଆରେ ସେମାନଙ୍କର ପାଦ ପୋଛିଲେ।
6 ଯୀଶୁ ଶିମୋନ ପିତରଙ୍କ ପାଖକୁ ଆସିଲେ। କିନ୍ତୁ ପିତର ତାହାଙ୍କୁ କହିଲେ, “ପ୍ରଭୁ, ତୁମେ ମୋର ପାଦ ଧୋଇବା ଉଚିତ୍ ନୁହେଁ।”
7 ଯୀଶୁ କହିଲେ, “ତୁମେ ଏବେ ଜାଣିପାରୁ ନାହଁ ଯେ, ମୁଁ କ’ଣ କରୁଛି। କିନ୍ତୁ ପରେ ତୁମେ ବୁଝିବ।”
8 ପିତର କହିଲେ, “ନା, ଆପଣ ମୋ’ ପାଦ କେବେ ଧୋଇବେ ନାହିଁ।”
ଯୀଶୁ ଉତ୍ତର ଦେଲେ, “ଯଦି ମୁଁ ତୁମ ପାଦ ଧୋଇବି ନାହିଁ, ତେବେ ତୁମେ କଦାପି ମୋର ଲୋକମାନଙ୍କ ମଧ୍ୟରୁ ଜଣେ ହେବ ନାହିଁ।”
9 ଶିମୋନ ପିତର ଉତ୍ତର ଦେଲେ, “ହେ ପ୍ରଭୁ, ତୁମେ ମୋର ପାଦ ଧୋଇବା ପରେ ମୋର ହାତ ଓ ମୁଣ୍ଡ ମଧ୍ୟ ଧୋଇ ଦିଅ।”
10 ଯୀଶୁ କହିଲେ, “ଜଣେ ଲୋକ ସ୍ନାନ କରିବାପରେ ତା’ର ସମ୍ପୂର୍ଣ୍ଣ ଶରୀରଟା ନିର୍ମଳ ହୋଇଯାଏ। କେବଳ ତା’ର ପାଦ ସେ ଧୋଇବା ଦରକାର। ମୁଁ ଜାଣେ ତୁମ୍ଭେମାନେ ପରିଷ୍କାର ହୋଇଛ, କିନ୍ତୁ ତୁମ୍ଭମାନଙ୍କ ଭିତରୁ ସମସ୍ତେ ପରିଷ୍କାର ନୁହନ୍ତି।” 11 ଯୀଶୁ ଜାଣିଥିଲେ ଯେ କିଏ ତାହାଙ୍କ ବିରୁଦ୍ଧରେ ଉଠିବ, ତେଣୁ ସେ କହିଲେ, “ତୁମ୍ଭମାନଙ୍କ ଭିତରୁ ସମସ୍ତେ ପରିଷ୍କାର ନୁହନ୍ତି।”
12 ଯୀଶୁ ଶିଷ୍ୟମାନଙ୍କ ପାଦ ଧୋଇ ସାରିଲେ। ତା’ପରେ ସେ ଲୁଗାପଟା ପିନ୍ଧି ମେଜ ପାଖରେ ପୁଣି ବସିଲେ, ଯୀଶୁ ପଗ୍ଭରିଲେ, “ମୁଁ ତୁମ ପାଇଁ କ’ଣ କଲି, ତୁମ୍ଭେ ତାହା ବୁଝିପାରିଲ କି? 13 ତୁମେ ମୋତେ ‘ଗୁରୁ’ ଓ ‘ପ୍ରଭୁ’ କହୁଛ। ଅବଶ୍ୟ, ଏହା ଠିକ୍, କାରଣ ମୁଁ ତାହା ଅଟେ।” 14 ମୁଁ ତୁମ୍ଭର ଗୁରୁ ଓ ପ୍ରଭୁ। କିନ୍ତୁ ମୁଁ ତୁମ୍ଭର ପାଦକୁ ଗୋଟିଏ ସେବକ ରୂପେ ଧୋଇଲି। ତେଣୁ ତୁମେ ମଧ୍ୟ ପରସ୍ପରର ପାଦ ଧୋଇବା ଉଚିତ୍। 15 ମୁଁ ଏହା ତୁମ୍ଭ ପାଇଁ ଗୋଟିଏ ଆଦର୍ଶ ସ୍ୱରୂପ କଲି। ତେଣୁ ତୁମ୍ଭେ ପରସ୍ପର ମଧ୍ୟରେ ଏହିପରି କରିବ। 16 ମୁଁ ଏହା ସତ୍ୟ କହୁଛି, ଜଣେ ସେବକ ତା’ର ପ୍ରଭୁଠାରୁ ବଡ଼ ନୁହେଁ। ଯେଉଁ ଲୋକକୁ କିଛି କାର୍ଯ୍ୟ କରିବା ପାଇଁ ପଠାଯାଇଛି, ସେ ପ୍ରେରଣକର୍ତ୍ତାଙ୍କଠାରୁ ବଡ଼ ନୁହେଁ। 17 ଯଦି ତୁମ୍ଭେ ଏହା ସବୁ ଜାଣ ତେବେ ତୁମ୍ଭେ ଏହି କାର୍ଯ୍ୟ କରି ଖୁସୀ ହେବ।
2010 by World Bible Translation Center