Revised Common Lectionary (Semicontinuous)
ଦାଉଦଙ୍କର ଗୀତ।
28 ହେ ସଦାପ୍ରଭୁ, ତୁମ୍ଭେ ମୋର ଶକ୍ତିଶାଳୀ ଶୈଳ ସଦୃଶ।
ମୁଁ ତୁମ୍ଭକୁ ସାହାଯ୍ୟ ପାଇଁ ପ୍ରାର୍ଥନା କରୁଛି।
ତୁମ୍ଭେ ମୋ’ ପ୍ରତି ନୀରବ ହୁଅ ନାହିଁ।
ଯଦି ମୋର ସହାୟତା ପାଇଁ ପ୍ରାର୍ଥନାର ଉତ୍ତର ନ ଦିଅ,
ତାହାହେଲେ ଲୋକମାନେ ଭାବିବେ ମୁଁ ସେହି କବର ଭିତରେ ଥିବା ଲୋକମାନଙ୍କଠାରୁ କୌଣସି ଗୁଣରେ ନ୍ୟୁନ ହୁହେଁ।
2 ହେ ସଦାପ୍ରଭୁ, ମୁଁ ମୋର ଦୁଇ ହାତ ଟେକି ତୁମ୍ଭର ମହାପବିତ୍ର ସ୍ଥାନ ଆଡ଼କୁ ପ୍ରାର୍ଥନା କରୁଛି।
ମୁଁ ଯେତେବେଳେ ତୁମ୍ଭକୁ ଡାକୁଛି।
ମୋ’ ନିବେଦନ ଟିକେ ଶୁଣ।
ମୋ’ ପ୍ରତି କୃପା ପ୍ରଦର୍ଶନ କର।
3 ହେ ସଦାପ୍ରଭୁ, ମୋତେ ସେହି ଦୁଷ୍ଟ ଲୋକଙ୍କ ମଧ୍ୟରୁ
ଜଣେ ବୋଲି ଗଣ ନାହିଁ।
ସେହି ଲୋକମାନେ ତାଙ୍କର ପଡ଼ୋଶୀମାନଙ୍କୁ “ଶାନ୍ତିର ସନ୍ଦେଶ” ଶୁଣାନ୍ତି
କିନ୍ତୁ ହୃଦୟ ମଧ୍ୟରେ ସେମାନେ ସେହି ପଡ଼ୋଶୀମାନଙ୍କ ବିରୁଦ୍ଧରେ ମନ୍ଦ ଯୋଜନା କରୁଥା’ନ୍ତି।
4 ସଦାପ୍ରଭୁ ସେହି ଲୋକମାନେ ଅନ୍ୟ ଲୋକମାନଙ୍କ ପ୍ରତି ଖରାପ ଆଚରଣ କରନ୍ତି।
ତେଣୁ ସେମାନେ ସେମାନଙ୍କ କର୍ମାନୁରୂପ ଫଳ ପାଆନ୍ତୁ।
ସେମାନଙ୍କୁ ଯଥାଯୋଗ୍ୟ ଫଳ ଦିଆଯାଉ।
5 ଦୁଷ୍ଟ ଲୋକମାନେ ସଦାପ୍ରଭୁଙ୍କ ସତ୍ୟ ଉଦ୍ଦେଶ୍ୟ ବୁଝିପାରନ୍ତି ନାହିଁ।
ସେମାନେ ପରମେଶ୍ୱରଙ୍କ ଉତ୍ତମ କାର୍ଯ୍ୟକୁ ଦେଖି ପାରନ୍ତି ନାହିଁ।
ନା, ସେମାନେ କିଛି ବୁଝନ୍ତି ନାହିଁ।
ସେମାନେ କେବଳ ଧ୍ୱଂସ କରିବାକୁ ଗ୍ଭହାନ୍ତି।
6 ସଦାପ୍ରଭୁଙ୍କର ପ୍ରଶଂସା ହେଉ,
କାରଣ ସେ ମୋର ପ୍ରାର୍ଥନା ଦୟାଳୁ ହୋଇ ଶୁଣିଛନ୍ତି।
7 ସଦାପ୍ରଭୁ ହିଁ ମୋର ବଳ।
ସେ ମୋର ଢାଲ ସଦୃଶ।
ମୁଁ ତାଙ୍କଠାରେ ବିଶ୍ୱାସ କରେ କାରଣ ସେ ମୋତେ ରକ୍ଷା କଲେ।
ମୁଁ ଅତି ଖୁସୀ।
ମୁଁ ଆଜି ପ୍ରଶଂସାର ଗୀତ ଗାଇବି।
8 ସଦାପ୍ରଭୁ ତାଙ୍କର ଆଶ୍ରିତମାନଙ୍କୁ ରକ୍ଷା କରନ୍ତି।
ସଦାପ୍ରଭୁ ତାଙ୍କୁ ଉଦ୍ଧାର କରନ୍ତି।
ସଦାପ୍ରଭୁ ହିଁ ତା’ର ଏକମାତ୍ର ବଳ।
9 ହେ ପରମେଶ୍ୱର, ତୁମ୍ଭର ଲୋକମାନଙ୍କୁ ରକ୍ଷା କର।
ଯେଉଁମାନେ ତୁମ୍ଭ ଉପରେ ନିର୍ଭରଶୀଳ, ସେମାନଙ୍କୁ ଆଶୀର୍ବାଦ କର।
ସେମାନଙ୍କୁ ଅନନ୍ତକାଳ ପାଇଁ ପଥ ଦେଖାଅ ଓ ସମ୍ମାନୀୟ କର।
ଇସ୍ରାଏଲର ପାପ ଦୁଃଖ ଆଣେ
9 ଏଥି ସକାଶେ ନ୍ୟାୟ ବିଗ୍ଭର ଆମ୍ଭଠାରୁ ଦୂରରେ ଥାଏ
ଓ ଧାର୍ମିକତା ଆମ୍ଭମାନଙ୍କ ପାଖ ମାଡ଼େ ନାହିଁ।
ଆମ୍ଭେମାନେ ଦୀପ୍ତି ପାଇଁ ଅପେକ୍ଷା କରୁ, ମାତ୍ର କେବଳ ଅନ୍ଧକାର ଦେଖୁ।
ଆଲୋକକୁ ଅପେକ୍ଷା କରୁ,
ମାତ୍ର ଅନ୍ଧକାରରେ ଭ୍ରମଣ କରୁ।
10 ଆମ୍ଭେମାନେ ଅନ୍ଧଲୋକ ପରି
କାନ୍ଥ ପାଖରେ ଦରାଣ୍ଡି ହେଉ
ଓ ଚକ୍ଷୁହୀନ ଲୋକପରି ଅଣ୍ଡାଳି ହେଉ।
ମଧ୍ୟାହ୍ନରେ ସନ୍ଧ୍ୟାବେଳପରି ଝୁଣ୍ଟି ପଡ଼ୁ
ଓ ହୃଷ୍ଟପୁଷ୍ଟ ଲୋକମାନଙ୍କ ମଧ୍ୟରେ ମୃତଲୋକପରି ରହିଅଛୁ।
11 ଆମ୍ଭେମାନେ ନ୍ୟାୟ ପାଇଁ ଭାଲୁପରି ଗର୍ଜନ କରୁ
ଓ କପୋତ କରି ଅତିଶୟ ବିଳାପ କରୁ।
ଆମ୍ଭେମାନେ ନ୍ୟାୟକୁ ଅପେକ୍ଷା କରୁ
ମାତ୍ର ତାହା ନ ଥାଏ।
ପୁଣି ପରିତ୍ରାଣକୁ ଅପେକ୍ଷା କରୁ
ମାତ୍ର ତାହା ଆମ୍ଭଠାରୁ ଦୂରେଇ ଥାଏ।
12 ତୁମ୍ଭ ସମ୍ମୁଖରେ ଆମ୍ଭମାନଙ୍କର ଅଧର୍ମ ଅନେକ
ଓ ଆମ୍ଭମାନଙ୍କର ପାପ ଆମ୍ଭ ବିରୁଦ୍ଧରେ ସାକ୍ଷ୍ୟ ଦେଉଅଛି।
କାରଣ ଆମ୍ଭମାନଙ୍କର ଅଧର୍ମସବୁ ଆମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି
ଓ ଆମ୍ଭମାନଙ୍କର ପାପଗୁଡ଼ିକ ଆମ୍ଭେମାନେ ଜାଣୁ।
13 ଆମ୍ଭେମାନେ ତାଙ୍କର ବିରୁଦ୍ଧାଚରଣ କରିବା
ଓ ସଦାପ୍ରଭୁଙ୍କ ପ୍ରତି ଅବିଶ୍ୱସ୍ତ ହେବା।
ଆମ୍ଭେମାନେ ସଦାପ୍ରଭୁଙ୍କଠାରୁ ବିମୁଖ ହେଲୁ।
ଆମ୍ଭେ ଉତ୍ପୀଡ଼ନ ଓ ବିଦ୍ରୋହର କଥା କହୁ।
ଆମ୍ଭେ ମିଥ୍ୟା କଥା କହି
ଧାର୍ମିକତାକୁ ଆମ୍ଭଠାରୁ ଛାଡ଼ି ଦେଉ।
14 ଏଣୁ ସୁବିଗ୍ଭର ପଛକୁ ହଟି ଯାଇଛି
ଓ ଧର୍ମ ଦୂରରେ ଠିଆ ହୋଇଅଛି।
ଛକ ସ୍ଥାନରେ ସତ୍ୟତାର ପତନ ଘଟିଛି
ଓ ସରଳତା ନଗର ମଧ୍ୟକୁ ପ୍ରବେଶ କରିପାରୁ ନାହିଁ।
15 ତେଣୁ ସତ୍ୟତାର ଅଭାବ ହୋଇଅଛି
ଓ ଯେ ଦୁଷ୍କର୍ମ ତ୍ୟାଗ କରେ ସେ ଲୁଣ୍ଠିତ ହୁଏ।
ପୁଣି ସଦାପ୍ରଭୁ ଏହା ଦେଖିଲେ
ଓ ନ୍ୟାୟବିଗ୍ଭର ନ ଥିବାରୁ ଅସନ୍ତୁଷ୍ଟ ହେଲେ।
16 ସଦାପ୍ରଭୁ ଦେଖିଲେ କୌଣସି ପୁରୁଷ ବର୍ତ୍ତମାନ ନାହିଁ।
ପୁଣି ମଧ୍ୟସ୍ଥ କେହି ନାହିଁ ବୋଲି ଚମତ୍କୃତ ହେଲେ।
ତେଣୁ ତାଙ୍କର ନିଜ ବାହୁ ତାହାଙ୍କ ନିମନ୍ତେ ପରିତ୍ରାଣ ସାଧନ କଲା
ଓ ତାଙ୍କର ଧାର୍ମିକତା ହିଁ ତାଙ୍କୁ ରକ୍ଷା କଲା।
17 ପୁଣି ସଦାପ୍ରଭୁ ଧାର୍ମିକତାର ସାଞ୍ଜୁ ବୁକୁରେ,
ପରିତ୍ରାଣରୂପକ ଟୋପି ମସ୍ତକରେ,
ପ୍ରତିଶୋଧରୂପକ ବସ୍ତ୍ର
ଓ ଉଦ୍ଯୋଗରୂପକ ବସ୍ତ୍ର ଉତ୍ତରୀୟ ରୂପେ ପରିଧାନ କଲେ।
18 ସେ ପାପ କର୍ମର ପରିମାଣ ଅନୁସାରେ
ସେମାନଙ୍କ ପ୍ରତି ଭୟଙ୍କର ହିଂସ୍ର ହେବେ।
ଏବଂ ନିଜର ଶତ୍ରୁମାନଙ୍କୁ ଏକ ଶିକ୍ଷା ଦେବେ।
ଆଉ ମଧ୍ୟ ଦ୍ୱୀପ ସମୂହକୁ ପ୍ରତିଫଳ ଦାନ କରିବେ।
19 ତେଣୁ ପଶ୍ଚିମ ଦିଗର ଲୋକମାନେ ସଦାପ୍ରଭୁଙ୍କ ନାମକୁ
ଓ ପୂର୍ବଦିଗର ଲୋକମାନେ ସଦାପ୍ରଭୁଙ୍କର ମହିମାକୁ ଭୟ କରିବେ।
କାରଣ ସଦାପ୍ରଭୁଙ୍କ ନିଃଶ୍ୱାସରେ ଗ୍ଭଳିତ
ପ୍ରବଳ ସ୍ରୋତପରି ସେ ମାଡ଼ି ଆସିବେ।
ଜୀବନ୍ତ ପଥର ଓ ପବିତ୍ର ଦେଶ
2 ଅନ୍ୟ ଲୋକମାନଙ୍କୁ ଆଘାତ କଲାଭଳି କୌଣସି କାମ କର ନାହିଁ। ମିଛ କୁହ ନାହିଁ, ଲୋକଙ୍କୁ ଠକ ନାହିଁ, ଈର୍ଷାନ୍ୱିତ ହୁଅ ନାହିଁ, ଲୋକମାନଙ୍କର ନିନ୍ଦା କର ନାହିଁ। ନିଜ ଜୀବନରୁ ଏଗୁଡ଼ିକୁ ଦୂର କର। 2 ନୂତନ ଜନ୍ମଲାଭ କରିଥିବା ଶିଶୁ ଭଳି ହୁଅ। ତୁମ୍ଭ ଆତ୍ମାକୁ ପରିତୃପ୍ତ କରୁଥିବା ବିଶୁଦ୍ଧ ଦୁଗ୍ଧ ପାନ ପାଇଁ ତୁମ୍ଭେ ଲାଳାୟିତ ହୁଅ। ଏହାକୁ ପାନ କରିବା ଦ୍ୱାରା ତୁମ୍ଭେ ବୃଦ୍ଧି ପାଇବ ଓ ଉଦ୍ଧାର ପାଇବ। 3 ପ୍ରଭୁଙ୍କର ଉତ୍ତମତାର ସ୍ୱାଦ ତୁମ୍ଭେ ଗ୍ଭଖି ସାରିଛ।
4 ପ୍ରଭୁ ଯୀଶୁ ହେଉଛନ୍ତି ଜୀବନ୍ତ “ପଥର”। ଜଗତର ଲୋକମାନେ ସେହି ପଥରଟି ଅଗ୍ରାହ୍ୟ କଲେ। କିନ୍ତୁ ପରମେଶ୍ୱର ସେହି ପଥରଟିକୁ ମନୋନୀତ କରିଛନ୍ତି। ପରମେଶ୍ୱରଙ୍କ ପାଇଁ ତାହାଙ୍କ ମୂଲ୍ୟ ଅଧିକ। 5 ଅତଏବ ତାହାଙ୍କ ପାଖକୁ ଆସ। ତୁମ୍ଭେମାନେ ମଧ୍ୟ ଜୀବନ୍ତ ପଥର ଭଳି। ପରମେଶ୍ୱର ଗୋଟିଏ ଆଧ୍ୟାତ୍ମିକ ମନ୍ଦିର ନିର୍ମାଣ କରୁଛନ୍ତି। ସେହି ମନ୍ଦିରରେ ପରମେଶ୍ୱରଙ୍କ ଦ୍ୱାରା ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ୟମରେ ଗୃହୀତ ହେବା ଭଳି ଆଧ୍ୟାତ୍ମିକ ବଳିଦାନ ଉତ୍ସର୍ଗ କରି ପବିତ୍ର ଯାଜକ ହେବା ପାଇଁ, ନିଜକୁ ନିୟୋଜିତ କର। 6 ଶାସ୍ତ୍ର କୁହେ:
“ଦେଖ, ସିୟୋନଠାରେ, ଗୋଟିଏ ମୂଲ୍ୟବାନ କୋଣ-ପଥର ବାଛି
ମୁଁ ରଖିଛି;
ଯେଉଁ ଲୋକ ଏହାକୁ ବିଶ୍ୱାସ କରିବ ସେ କେବେ ହେଲେ ଲଜ୍ଜିତ ହେବ ନାହିଁ।” (A)
7 ତୁମ୍ଭ ଭଳି ବିଶ୍ୱାସୀମାନଙ୍କ ଲାଗି ସେ ପଥରଟି (ଯୀଶୁ) ଅତି ମୂଲ୍ୟବାନ। କିନ୍ତୁ ଯୀଶୁ ଅବିଶ୍ୱାସୀମାନଙ୍କ ଲାଗି:
“ଗୃହ ନିର୍ମାଣକାରୀମାନେ ଯେଉଁ ପଥରଟିକୁ ଅଗ୍ରାହ୍ୟ କଲେ
ସେହି ପଥରଟି ଅତି ବହୁମୂଲ୍ୟ ପଥର ହୋଇଗଲା।” (B)
8 ଯେଉଁମାନେ ବିଶ୍ୱାସ କରନ୍ତି ନାହିଁ ସେମାନଙ୍କ ଲାଗି:
“ସେହି ପଥର ଲୋକଙ୍କ ଝୁଣ୍ଟିବା କାରଣ ହୁଏ
ସେହି ପଥର ଲୋକଙ୍କ ପତନର କାରଣ ହୁଏ।” (C)
ପରମେଶ୍ୱରଙ୍କ କଥା ଅବମାନନା କରିବା ହେତୁ ଲୋକେ ଝୁଣ୍ଟନ୍ତି। ସେହି ଲୋକମାନଙ୍କ ନିମନ୍ତେ ପରମେଶ୍ୱର ଏପରି ଯୋଜନା କରିଥିଲେ।
9 କିନ୍ତୁ ତୁମ୍ଭେମାନେ ମନୋନୀତ ଲୋକ ଅଟ। ତୁମ୍ଭେମାନେ ରାଜାଙ୍କର ଯାଜକ। ତୁମ୍ଭେମାନେ ପବିତ୍ର ଜାତି ଅଟ। ତୁମ୍ଭେମାନେ ପରମେଶ୍ୱରଙ୍କ ଲୋକ। ପରମେଶ୍ୱର କରିଥିବା ଆଶ୍ଚର୍ଯ୍ୟ ଘଟଣାମାନ କହିବା ପାଇଁ ପରମେଶ୍ୱର ତୁମ୍ଭକୁ ମନୋନୀତ କରିଛନ୍ତି। ସେ ଅନ୍ଧକାରରୁ ତୁମ୍ଭମାନଙ୍କୁ ତାହାଙ୍କର ଆଶ୍ଚର୍ଯ୍ୟ ଜନକ ଆଲୋକକୁ ଆଣିଛନ୍ତି।
10 ଅତୀତରେ ତୁମ୍ଭେ ପରମେଶ୍ୱରଙ୍କ ଲୋକ ନ ଥିଲ।
କିନ୍ତୁ ଏବେ ତୁମ୍ଭେ ପରମେଶ୍ୱରଙ୍କ ଲୋକ ଅଟ।
ଅତୀତରେ ତୁମ୍ଭେ ଅନୁଗ୍ରହ ପାଇ ନ ଥିଲ।
କିନ୍ତୁ ଏବେ ତୁମ୍ଭେମାନେ ପରମେଶ୍ୱରଙ୍କଠାରୁ ଅନୁଗ୍ରହ ଲାଭ କରିଛ।
2010 by World Bible Translation Center