Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 28

ଦାଉଦଙ୍କର ଗୀତ।

28 ହେ ସଦାପ୍ରଭୁ, ତୁମ୍ଭେ ମୋର ଶକ୍ତିଶାଳୀ ଶୈଳ ସଦୃଶ।
    ମୁଁ ତୁମ୍ଭକୁ ସାହାଯ୍ୟ ପାଇଁ ପ୍ରାର୍ଥନା କରୁଛି।
    ତୁମ୍ଭେ ମୋ’ ପ୍ରତି ନୀରବ ହୁଅ ନାହିଁ।
    ଯଦି ମୋର ସହାୟତା ପାଇଁ ପ୍ରାର୍ଥନାର ଉତ୍ତର ନ ଦିଅ,
    ତାହାହେଲେ ଲୋକମାନେ ଭାବିବେ ମୁଁ ସେହି କବର ଭିତରେ ଥିବା ଲୋକମାନଙ୍କଠାରୁ କୌଣସି ଗୁଣରେ ନ୍ୟୁନ ହୁହେଁ।
ହେ ସଦାପ୍ରଭୁ, ମୁଁ ମୋର ଦୁଇ ହାତ ଟେକି ତୁମ୍ଭର ମହାପବିତ୍ର ସ୍ଥାନ ଆଡ଼କୁ ପ୍ରାର୍ଥନା କରୁଛି।
    ମୁଁ ଯେତେବେଳେ ତୁମ୍ଭକୁ ଡାକୁଛି।
    ମୋ’ ନିବେଦନ ଟିକେ ଶୁଣ।
    ମୋ’ ପ୍ରତି କୃପା ପ୍ରଦର୍ଶନ କର।
ହେ ସଦାପ୍ରଭୁ, ମୋତେ ସେହି ଦୁଷ୍ଟ ଲୋକଙ୍କ ମଧ୍ୟରୁ
    ଜଣେ ବୋଲି ଗଣ ନାହିଁ।
ସେହି ଲୋକମାନେ ତାଙ୍କର ପଡ଼ୋଶୀମାନଙ୍କୁ “ଶାନ୍ତିର ସନ୍ଦେଶ” ଶୁଣାନ୍ତି
    କିନ୍ତୁ ହୃଦୟ ମଧ୍ୟରେ ସେମାନେ ସେହି ପଡ଼ୋଶୀମାନଙ୍କ ବିରୁଦ୍ଧରେ ମନ୍ଦ ଯୋଜନା କରୁଥା’ନ୍ତି।
ସଦାପ୍ରଭୁ ସେହି ଲୋକମାନେ ଅନ୍ୟ ଲୋକମାନଙ୍କ ପ୍ରତି ଖରାପ ଆଚରଣ କରନ୍ତି।
    ତେଣୁ ସେମାନେ ସେମାନଙ୍କ କର୍ମାନୁରୂପ ଫଳ ପାଆନ୍ତୁ।
    ସେମାନଙ୍କୁ ଯଥାଯୋଗ୍ୟ ଫଳ ଦିଆଯାଉ।
ଦୁଷ୍ଟ ଲୋକମାନେ ସଦାପ୍ରଭୁଙ୍କ ସତ୍ୟ ଉଦ୍ଦେଶ୍ୟ ବୁଝିପାରନ୍ତି ନାହିଁ।
    ସେମାନେ ପରମେଶ୍ୱରଙ୍କ ଉତ୍ତମ କାର୍ଯ୍ୟକୁ ଦେଖି ପାରନ୍ତି ନାହିଁ।
ନା, ସେମାନେ କିଛି ବୁଝନ୍ତି ନାହିଁ।
    ସେମାନେ କେବଳ ଧ୍ୱଂସ କରିବାକୁ ଗ୍ଭହାନ୍ତି।

ସଦାପ୍ରଭୁଙ୍କର ପ୍ରଶଂସା ହେଉ,
    କାରଣ ସେ ମୋର ପ୍ରାର୍ଥନା ଦୟାଳୁ ହୋଇ ଶୁଣିଛନ୍ତି।
ସଦାପ୍ରଭୁ ହିଁ ମୋର ବଳ।
ସେ ମୋର ଢାଲ ସଦୃଶ।
    ମୁଁ ତାଙ୍କଠାରେ ବିଶ୍ୱାସ କରେ କାରଣ ସେ ମୋତେ ରକ୍ଷା କଲେ।
ମୁଁ ଅତି ଖୁସୀ।
    ମୁଁ ଆଜି ପ୍ରଶଂସାର ଗୀତ ଗାଇବି।
ସଦାପ୍ରଭୁ ତାଙ୍କର ଆଶ୍ରିତମାନଙ୍କୁ ରକ୍ଷା କରନ୍ତି।
    ସଦାପ୍ରଭୁ ତାଙ୍କୁ ଉଦ୍ଧାର କରନ୍ତି।
    ସଦାପ୍ରଭୁ ହିଁ ତା’ର ଏକମାତ୍ର ବଳ।

ହେ ପରମେଶ୍ୱର, ତୁମ୍ଭର ଲୋକମାନଙ୍କୁ ରକ୍ଷା କର।
    ଯେଉଁମାନେ ତୁମ୍ଭ ଉପରେ ନିର୍ଭରଶୀଳ, ସେମାନଙ୍କୁ ଆଶୀର୍ବାଦ କର।
    ସେମାନଙ୍କୁ ଅନନ୍ତକାଳ ପାଇଁ ପଥ ଦେଖାଅ ଓ ସମ୍ମାନୀୟ କର।

ଯିହିଜିକଲ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 14:12-23

Jerusalem Will Be Punished

12 ଅନନ୍ତର ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା। ସେ କହିଲେ, 13 “ହେ ମନୁଷ୍ୟ ପୁତ୍ର, ଯଦି କୌଣସି ଦେଶ ମୋ’ଠାରେ ଅବିଶ୍ୱସ୍ତ ହୋଇ ମୋ’ ନିକଟରେ ପାପ କରେ, ତେବେ ଏହା ବିରୁଦ୍ଧରେ ମୁଁ ମୋର ହସ୍ତ ବିସ୍ତାର କରିବି ଏବଂ ଏହାର ଖାଦ୍ୟ ଯୋଗାଣ ବନ୍ଦ କରି ଦେବି, ଏହା ବିରୁଦ୍ଧରେ ଦୁର୍ଭିକ୍ଷ ପଠାଇବି, ଏବଂ ଉଭୟ ମନୁଷ୍ୟ ଓ ପଶୁକୁ ଏହିଠାରୁ ଦୂର କରିବି। 14 ଏବଂ ଏପରି ନୋହ, ଦାନିୟେଲ ଓ ଆୟୁବ ଯଦି ଏହି ତିନି ପୁରୁଷ ଆମ୍ଭେ, ତେବେ ସେମାନେ ସେମାନଙ୍କର ଧାର୍ମିକତା ଦ୍ୱାରା ନିଜର ପ୍ରାଣ ରକ୍ଷା କରିଥା’ନ୍ତେ, କିନ୍ତୁ ସେମାନେ ଦେଶକୁ ରକ୍ଷା କରିପାରି ନ ଥା’ନ୍ତେ।” ଏହା ସଦାପ୍ରଭୁ, ମୋର ପ୍ରଭୁ କହିଛନ୍ତି।

15 ପରମେଶ୍ୱର କହିଲେ, “ଯଦି ମୁଁ ହିଂସ୍ରଜନ୍ତୁ ସବୁ ସେ ଦେଶ ମଧ୍ୟକୁ ପଠାଏ ଓ ସେମାନେ ଏହାର ନିବାସୀମାନଙ୍କୁ ହତ୍ୟା କରନ୍ତି ଓ ଏହା ଜନଶୂନ୍ୟ ସ୍ଥାନ ହୁଏ, ତେବେ ହିଂସ୍ରଜନ୍ତୁଙ୍କ ଭୟରେ କୌଣସି ମନୁଷ୍ୟ ସେହି ଦେଶରେ ଯାତାୟାତ କରନ୍ତି ନାହିଁ, 16 ଆଉ ଯଦି ନୋହ, ଦାନିୟେଲ ଓ ଆୟୁବ ଏହି ତିନି ଜଣ ଲୋକ ସେଠାରେ ଥା’ନ୍ତେ ସେମାନେ କେବଳ ରକ୍ଷା ପାଇଥା’ନ୍ତେ। ସେମାନେ ଏପରିକି ଅନ୍ୟମାନଙ୍କ ନିଜ ସନ୍ତାନମାନଙ୍କୁ ଉଦ୍ଧାର କରିପାରି ନ ଥା’ନ୍ତେ। ଏବଂ ଦେଶ ଏକ ମରୁଭୂମି ହୋଇଯାଇଥା’ନ୍ତା।” ଏହା ସଦାପ୍ରଭୁ ମୋର ପ୍ରଭୁ କହନ୍ତି।

17 ପରମେଶ୍ୱର କହିଲେ, “ଯଦି ମୁଁ ସେହି ଦେଶ ବିରୁଦ୍ଧରେ ‌‌ଖ‌ଡ଼୍‌ଗ ଉଠାଏ ଓ ଏହାକୁ ଆଜ୍ଞା କରେ, ଦେଶ ମଧ୍ୟରେ ଯିବା ପାଇଁ ଓ ମନୁଷ୍ୟ ଏବଂ ପଶୁକୁ ହତ୍ୟା କରିବା ପାଇଁ, 18 ଏପରିକି ଯଦି ନୋହ, ଦାନିୟେଲ ଓ ଆୟୁବ ଏହି ତିନି ଜଣ ଥା’ନ୍ତେ, ତାହାହେଲେ ସେମାନେ ଆପଣା ଧାର୍ମିକତା ଯୋଗୁଁ କେବଳ ନିଜକୁ ରକ୍ଷା କରି ପାରିଥା’ନ୍ତେ। କିନ୍ତୁ ସଦାପ୍ରଭୁ କହନ୍ତି, ମୁଁ ପ୍ରତିଜ୍ଞା କରୁଛି, ଏପରିକି ସେମାନେ ନିଜର ସନ୍ତାନମାନଙ୍କୁ ମଧ୍ୟ ରକ୍ଷା କରିପାରି ନ ଥା’ନ୍ତେ।” ସଦାପ୍ରଭୁ, ମୋର ପ୍ରଭୁ ଏହା କହିଛନ୍ତି।

19 ପୁଣି ପରମେଶ୍ୱର କହିଲେ, “ଆମ୍ଭେ ଯେବେ ସେହି ଦେଶକୁ ମହାମାରୀ ପଠାଉ ଓ ଆମ୍ଭର କୋପ ତା’ ଉପରେ ଢାଳି ଦେଉ, ତେବେ ମନୁଷ୍ୟ ଓ ପଶୁକୁ ତା’ ମଧ୍ୟରୁ ଉଚ୍ଛିନ୍ନ କରୁ। 20 ଯଦି ନୋହ, ଦାନିୟେଲ, ଓ ଆୟୁବ ଥା’ନ୍ତେ ତେବେ ସେମାନେ କେବଳ ସେମାନଙ୍କର ଧାର୍ମିକତା ଦ୍ୱାରା ରକ୍ଷା ପାଇଥା’ନ୍ତେ, ଏପରିକି ସେମାନେ ନିଜ ସନ୍ତାନମାନଙ୍କୁ ରକ୍ଷା କରିପାରି ନ ଥା’ନ୍ତେ।” ଏହା ସଦାପ୍ରଭୁ, ମୋର ପ୍ରଭୁ ଶପଥ କରନ୍ତି।

21 ତା’ପରେ ସଦାପ୍ରଭୁ, ମୋର ପ୍ରଭୁ କହନ୍ତି, “ତେଣୁ ଚିନ୍ତାକର ଯିରୁଶାଲମ ପ୍ରତି କି ମହା ଅନିଷ୍ଟ ଘଟିବ? ଯେତେବେଳେ ମୁଁ ଗ୍ଭରି ମହାଦଣ୍ଡ ଯଥା: ‌‌ଖ‌ଡ଼୍‌ଗ, ଦୁର୍ଭିକ୍ଷ, ହିଂସ୍ରଜନ୍ତୁ ଓ ମହାମାରୀ ପଠାଇବି, ସେତେବେଳେ ମନୁଷ୍ୟ ଓ ପଶୁ ସମସ୍ତେ ଉଚ୍ଛିନ୍ନ ହେବେ। 22 ତଥାପି ଯେଉଁ କେତେଜଣ ଅବଶିଷ୍ଟାଂଶ ରହିବେ, ସେମାନେ ସେମାନଙ୍କର ପୁତ୍ରକନ୍ୟାଙ୍କୁ ଆଣି ତୁମ୍ଭମାନଙ୍କ ନିକଟକୁ ଆସିବେ। ତୁମ୍ଭେମାନେ ସେମାନଙ୍କର ଆଗ୍ଭର ବ୍ୟବହାର ଓ କ୍ରିୟାସକଳ ଦେଖିବ। ପୁଣି ଆମ୍ଭେ ଯିରୁଶାଲମ ଉପରେ ଯେଉଁ ଅମଙ୍ଗଳ ଘଟାଇଅଛୁ ଓ ତାହା ପ୍ରତି ଯେ ସକଳ ଅନିଷ୍ଟ କରିଅଛୁ, ସେଥିପାଇଁ ତୁମ୍ଭେମାନେ ସାନ୍ତ୍ୱନା ପାଇବ। 23 ସେମାନଙ୍କର ଆଗ୍ଭର, ବ୍ୟବହାର ଓ କ୍ରିୟାକଳାପ ତୁମ୍ଭେମାନେ ଦେଖିବ ଓ ହୃ‌ଦ୍‌ବୋଧ କରିବ ଯେ ମୁଁ ସେମାନଙ୍କ ବିରୁଦ୍ଧରେ ଓ ଯିରୁଶାଲମ ବିରୁଦ୍ଧରେ ଯାହାସବୁ କରିଅଛି, ଯଥାର୍ଥ ଥିଲା।” ଏହା ସଦାପ୍ରଭୁ, ମୋର ପ୍ରଭୁ କହନ୍ତି।

ମାଥିଉ ଲିଖିତ ସୁସମାଗ୍ଭର 20:29-34

ଯୀଶୁ ଦୁଇଜଣ ଅନ୍ଧଙ୍କୁ ସୁସ୍ଥ କଲେ(A)

29 ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଯିରୀଖୋରୁ ଗଲାବେଳେ ବହୁ ସଂଖ୍ୟାରେ ଲୋକମାନେ ଯୀଶୁଙ୍କୁ ଅନୁସରଣ କରିବାକୁ ଲାଗିଲେ। 30 ରାସ୍ତା ପାଖରେ ଦୁଇଜଣ ଅନ୍ଧ ବସିଥିଲେ। ସେମାନେ ଶୁଣିଲେ ଯେ ଯୀଶୁ ସେ ବାଟ ଦେଇ ଯାଉଛନ୍ତି। ସେମାନେ ପାଟି କଲେ, “ହେ ପ୍ରଭୁ, ଦାଉଦଙ୍କ ପୁତ୍ର, ଆମ୍ଭ ଉପରେ ଦୟା କର।”

31 ଲୋକେ ସେମାନଙ୍କୁ ଧମକ ଦେଇ ‌‌‌‌‌‌‌‌‌‌ଚୁପ୍‌‌‌‌‌‌‌‌‌ ରହିବାକୁ କହିଲେ। କିନ୍ତୁ ଅନ୍ଧ ଦୁଇଜଣ ଅଧିକରୁ ଅଧିକ ପାଟି କରି କହିଲେ, “ହେ ପ୍ରଭୁ, ହେ ଦାଉଦଙ୍କ ପୁତ୍ର, ଆମ୍ଭ ଉପରେ ଦୟାକର।”

32 ଯୀଶୁ ରହିଗଲେ, ଦୁଇଜଣଙ୍କୁ ଡାକିଲେ ଓ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କ ପାଇଁ କ’ଣ କରିବି ବୋଲି ତୁମ୍ଭେ ଗ୍ଭହୁଁଛ?”

33 ସେମାନେ ତାହାଙ୍କୁ କହିଲେ, “ହେ ପ୍ରଭୁ, ଆମ୍ଭେ ଯେପରି ଦେଖି ପାରିବୁ, ତାହା ଗ୍ଭହୁଁଛୁ।”

34 ଯୀଶୁଙ୍କ ମନରେ ସେମାନଙ୍କ ପାଇଁ ଦୟା ଆସିଲା। ସେ ସେମାନଙ୍କର ଆଖି ଛୁଇଁଦେଲେ, ଓ ସେମାନେ ତୁରନ୍ତ ଦେଖି ପାରିଲେ। ତା’ପରେ ସେମାନେ ଯୀଶୁଙ୍କୁ ଅନୁସରଣ କଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center