Revised Common Lectionary (Semicontinuous)
146 ସଦାପ୍ରଭୁଙ୍କର ପ୍ରଶଂସା କର!
ମୁଁ ନିଜକୁ କହେ, ସଦାପ୍ରଭୁଙ୍କର ପ୍ରଶଂସା କର।
2 ମୁଁ ଜୀବନସାରା ସଦାପ୍ରଭୁଙ୍କର ପ୍ରଶଂସା କରିବି।
ମୁଁ ଜୀବନସାରା ମୋର ପରମେଶ୍ୱରଙ୍କର ପ୍ରଶଂସାର ଗୀତ ଗାଇବି।
3 ସାହାଯ୍ୟ ପାଇଁ ଅଧିପତିମାନଙ୍କ ଉପରେ ନିର୍ଭର ରଖ ନାହିଁ।
ଲୋକମାନଙ୍କ ପ୍ରତି ଭରସା କର ନାହିଁ।
କାରଣ ଲୋକମାନେ ତୁମ୍ଭକୁ ରକ୍ଷା କରି ପାରିବେ ନାହିଁ।
4 ଲୋକମାନେ ମରନ୍ତି ଓ କବର ନିଅନ୍ତି।
ଆଉ ସେହି ଦିନ, ସେମାନଙ୍କର ଯୋଜନା ସବୁ ମଧ୍ୟ ମରିଯାଏ।
5 କିନ୍ତୁ ସେହିମାନେ ଭାଗ୍ୟବାନ୍ ଯେଉଁମାନଙ୍କର ଯାକୁବର ପରମେଶ୍ୱର ଅଛନ୍ତି, ସେହିମାନଙ୍କୁ ସାହାଯ୍ୟ କରିବା ପାଇଁ,
ସେହିମାନେ ସେମାନଙ୍କର ପରମେଶ୍ୱର ସଦାପ୍ରଭୁଙ୍କ ଉପରେ ନିର୍ଭର କରନ୍ତି।
6 ସଦାପ୍ରଭୁ ସ୍ୱର୍ଗ, ପୃଥିବୀ, ସମୁଦ୍ର
ଏବଂ ଏଥିରେ ଥିବା ପ୍ରତ୍ୟେକ ବସ୍ତୁ ମଧ୍ୟ ତିଆରି କଲେ।
ସେ ସର୍ବଦା ବିଶ୍ୱସ୍ତ ଅଟନ୍ତି।
7 ସଦାପ୍ରଭୁ ଉପଦ୍ରବ ଗ୍ରସ୍ତ ଲୋକ ପକ୍ଷରେ ଯାହା ନ୍ୟାୟ ତାହା କରନ୍ତି।
ସେ କ୍ଷୁଧାର୍ତ୍ତମାନଙ୍କୁ ଖାଦ୍ୟ ଦିଅନ୍ତି।
ସଦାପ୍ରଭୁ ବନ୍ଦୀଗଣଙ୍କୁ ମୁକ୍ତ କରନ୍ତି।
8 ସଦାପ୍ରଭୁ ଆମ୍ଭମାନଙ୍କୁ ଦୃଷ୍ଟି ପ୍ରଦାନ କରନ୍ତି।
ସଦାପ୍ରଭୁ ବିପଦରେ ପଡ଼ୁଥିବା ଲୋକମାନଙ୍କୁ ଉଠାନ୍ତି।
ସଦାପ୍ରଭୁ ଧାର୍ମିକମାନଙ୍କୁ ପ୍ରେମ କରନ୍ତି।
9 ସଦାପ୍ରଭୁ ଆମ୍ଭ ଦେଶରେ ରହୁଥିବା ବିଦେଶୀମାନଙ୍କୁ ରକ୍ଷା କରନ୍ତି।
ସେ ପିତୃହୀନ ଓ ବିଧବାଙ୍କର ଯତ୍ନ ନିଅନ୍ତି,
ମାତ୍ର ସେ ଦୁଷ୍ଟମାନଙ୍କୁ ଧ୍ୱଂସ କରନ୍ତି।
10 ସଦାପ୍ରଭୁ ଚିରକାଳ ରାଜ୍ୟ କରିବେ।
ହେ ସିୟୋନ, ତୁମ୍ଭର ପରମେଶ୍ୱର ସଦାସର୍ବଦା ରାଜ୍ୟ କରିବେ।
ସଦାପ୍ରଭୁଙ୍କର ପ୍ରଶଂସା କର।
ଋତ ବୋୟାଜଙ୍କୁ ସାକ୍ଷାତ କଲେ
2 ବୈଥିଲେହମରେ ଜଣେ ଧନୀ ବ୍ୟକ୍ତି ବାସ କରୁଥିଲେ। ଯାହାଙ୍କର ନାମଥିଲା ବୋୟାଜ। ବୋୟାଜ ଥିଲେ ଏଲିମେଲକର ପରିବାରରୁ ନୟମୀର ଜଣେ ଅନ୍ତରଙ୍ଗ ବନ୍ଧୁ।
2 ଦିନେ ଋତ (ମୋୟାବ ଦେଶୀୟ) ନୟମୀକୁ କହିଲେ, “ମୁଁ କ୍ଷେତକୁ ଯିବା ପାଇଁ ଗ୍ଭହେଁ। କେହି ମୋତେ ଅନୁଗ୍ରହ ଦେଖାଇ ପାରନ୍ତି। ଯଦି ଯେକେହି ତା’ ପଛରେ କିଛି ଶସ୍ୟ ଛାଡ଼ି ଯାଏ ମୁଁ ତାକୁ ସାଉଁଟି ଆଣିବି।”
ନୟମୀ କହିଲେ, “ଯାଅ ମୋର କନ୍ୟା।”
3 ତେଣୁ ଋତ କ୍ଷେତକୁ ଗଲା। ସେ ଶ୍ରମିକମାନଙ୍କୁ ଅନୁସରଣ କରି ସମସ୍ତ ଶସ୍ୟ ସାଉଁଟିବାକୁ ଲାଗିଲା। ଯେଉଁସବୁକୁ ଶ୍ରମିକମାନେ ଛାଡ଼ି ଯାଇଥିଲେ, ସେହି ଶସ୍ୟଗୁଡ଼ିକ ସେ ସଂଗ୍ରହ କରୁଥିଲେ। ଏହି ଘଟଣା ବୋୟାଜର କ୍ଷେତରେ ଘଟିଥିଲା ଯିଏ କି ଏଲିମେଲକର ପରିବାରର ଥିଲା।
4 ଏହା ପରେ ବୋୟାଜ ବୈଥ୍ଲେହମରୁ ନିଜର କ୍ଷେତକୁ ଆସିଲା। ଏବଂ ଶ୍ରମିକମାନଙ୍କୁ ଅଭ୍ୟର୍ଥନା କଲା, “ସଦାପ୍ରଭୁ ତୁମ୍ଭମାନଙ୍କର ସହିତ ଥାଆନ୍ତୁ।”
ସେମାନେ ଉତ୍ତର ଦେଲେ, “ସଦାପ୍ରଭୁ ଆପଣଙ୍କୁ ମଧ୍ୟ ଆଶୀର୍ବାଦ କରନ୍ତୁ।”
5 ଏହା ପରେ ବୋୟାଜ ତା’ର ଦାସକୁ ପଗ୍ଭରିଲା, ଯିଏ କି ଶ୍ରମିକମାନଙ୍କର ଖବର ବୁଝୁଥିଲା, “ସେ କାହାର ଝିଅ?”
6 ତାଙ୍କର ଦାସ ଉତ୍ତର ଦେଲା, “ସେ ହେଉଛନ୍ତି ମୋୟାବ ଦେଶୀୟା ଯୁବତୀ ଯିଏ କି ନୟମୀ ସାଙ୍ଗରେ ଆସିଅଛି, ସେହି ପାର୍ବତ୍ୟମୟ ଦେଶ ମୋୟାବରୁ। 7 ସେ ପ୍ରତ୍ୟୁଷ୍ୟରେ ଆସି ଶ୍ରମିକମାନେ ପଛରେ ଛାଡ଼ି ଯାଉଥିବା ଶସ୍ୟଗୁଡ଼ିକ ସାଉଁଟିବା ପାଇଁ ଅନୁମତି ନେଲା। ଏ ପର୍ଯ୍ୟନ୍ତ ସେ ଲଗାତର ଭାବରେ କାର୍ଯ୍ୟ କରୁଅଛି, କେବଳ ଅଳ୍ପ ସମୟ ସେ ଗୃହରେ ବିଶ୍ରାମ ନେଉଥିଲା।” [a]
8 ଏହା ପରେ ବୋୟାଜ ଋତକୁ କହିଲେ, “ଆଗୋ ମୋର କନ୍ୟା, ମୋର କଥା ଶୁଣ। ମୋ’ କ୍ଷେତରୁ ତୁମ୍ଭେ ନିଜ ପାଇଁ ଶସ୍ୟ ସଂଗ୍ରହ କର। ତୁମ୍ଭର ଅନ୍ୟ କାହାର କ୍ଷେତକୁ ଯିବା ଦରକାର ନାହିଁ। ମାତ୍ର ମୋର ଦାସୀଗଣଙ୍କ ପଛରେ ଯାଅ। 9 ଦେଖ ସେମାନେ କେଉଁ କ୍ଷେତକୁ ଯାଉଛନ୍ତି, ସେମାନଙ୍କୁ ଅନୁସରଣ କର। ମୁଁ ସେ ଯୁବକମାନଙ୍କୁ ସତର୍କ କରାଇ ଦେଉଛି ସେମାନେ ତୁମ୍ଭକୁ ହଇରାଣ କରିବେ ନାହିଁ। ତୁମ୍ଭେ ଯେବେ ତୃଷାର୍ତ୍ତ ଅନୁଭବ କରିବ, ତେବେ ତୁମ୍ଭେ ଯାଇ ମୋର ଲୋକମାନେ ପିଉଥିବା ପାଣିପାତ୍ରରୁ ପାଣି ପିଇପାରିବ।”
ପରମେଶ୍ୱର ମଣିଷମାନଙ୍କୁ ଧାର୍ମିକ କିପରି କରନ୍ତି?
21 କିନ୍ତୁ ବିନା ବ୍ୟବସ୍ଥାରେ ଲୋକମାନଙ୍କୁ ଧାର୍ମିକ କରିବା ପାଇଁ ପରମେଶ୍ୱରଙ୍କର ଗୋଟିଏ ନୂତନ ମାର୍ଗ ଅଛି। ସେ ଆମ୍ଭକୁ ସେହି ନୂତନ ପଥ ଦେଖାଇ ଦେଇଛନ୍ତି। ଏହି ନୂତନ ପଥ ବିଷୟରେ ବ୍ୟବସ୍ଥା ଓ ଭବିଷ୍ୟଦ୍ବକ୍ତା ଆମ୍ଭକୁ କହୁଛନ୍ତି। 22 ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ପରମେଶ୍ୱର ଲୋକମାନଙ୍କୁ ଧାର୍ମିକ କରନ୍ତି। ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ରଖୁଥିବା ସମସ୍ତ ଲୋକଙ୍କ ପାଇଁ ପରମେଶ୍ୱର ଏହା କରନ୍ତି। ସବୁ ଲୋକେ ହେଉଛନ୍ତି ସମାନ। 23 ସମସ୍ତେ ପାପ କରିଛନ୍ତି ଓ ପରମେଶ୍ୱରଙ୍କ ମହିମା ପାଇବାରେ ଊଣା ପଡ଼ିଛନ୍ତି। 24 ପରମେଶ୍ୱରଙ୍କ ଅନୁଗ୍ରହ ଦ୍ୱାରା ଲୋକେ ତାହାଙ୍କ ଦୃଷ୍ଟିରେ ଧାର୍ମିକ ହୁଅନ୍ତି। ଏହା ବିନା ମୂଲ୍ୟର ଅନୁଗ୍ରହଦାନ ଅଟେ। ଖ୍ରୀଷ୍ଟ ଯୀଶୁଙ୍କ ମାଧ୍ୟମରେ ପାପରୁ ମୁକ୍ତ ହୋଇ ଲୋକେ ପରମେଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ହୁଅନ୍ତି। 25 ଲୋକମାନଙ୍କୁ ବିଶ୍ୱାସ ଜରିଆରେ, ପାପରୁ କ୍ଷମା କରିବା ଉଦ୍ଦେଶ୍ୟରେ ପରମେଶ୍ୱର ଯୀଶୁଙ୍କୁ ପଥ ଭାବରେ ଦେଇଥିଲେ। ଯୀଶୁଙ୍କ ରକ୍ତ ବା ମୃତ୍ୟୁ ଦ୍ୱାରା ପରମେଶ୍ୱର କ୍ଷମା କରନ୍ତି। ଯୀଶୁଙ୍କୁ ଦେବା ଦ୍ୱାରା ଏହା ପ୍ରମାଣିତ କରେ ଯେ ପରମେଶ୍ୱର ସର୍ବଦା ନ୍ୟାୟ କରନ୍ତି। 26 ପୂର୍ବରୁ ପରମେଶ୍ୱର ଧୈର୍ଯ୍ୟ ଧରି ରହିଥିବା ଲୋକମାନଙ୍କୁ ସେମାନଙ୍କର ପାପ ପାଇଁ ଦଣ୍ଡ ନ ଦେଇ ଉଚିତ୍ କାର୍ଯ୍ୟ କରିଥିଲେ। ସେ ନିଜର ଧାର୍ମିକତା ପ୍ରକାଶ କରିବା ପାଇଁ ଏବେ ଯୀଶୁଙ୍କୁ ପଠାଇଲେ। ପରମେଶ୍ୱର ଯେ, ନିଜେ ନ୍ୟାୟବାନ ତାହା ଦେଖାଇବା ପାଇଁ ଯୀଶୁଙ୍କଠାରେ ବିଶ୍ୱାସ ରଖି ଥିବା ଯେକୌଣସି ଲୋକକୁ ଧାର୍ମିକ କଲେ।
27 ତା’ହେଲେ ଆମ୍ଭର ଗର୍ବ କରିବାର କିଛି ଅଛି କି? ନା! କାହିଁକି ନୁହେଁ? କାରଣ, ବିଶ୍ୱାସର ମାର୍ଗ ଦ୍ୱାରା ସମସ୍ତ ପ୍ରକାରର ଗର୍ବ କରିବା ବିଷୟକୁ ବାଦ୍ କରାଯାଇଛି। 28 ଏହାର କାରଣ ହେଲା ଜଣେ ଲୋକ ବ୍ୟବସ୍ଥା ପାଳନ କରିବା ଦ୍ୱାରା ନୁହେଁ ବରଂ ବିଶ୍ୱାସ ଦ୍ୱାରା ପରମେଶ୍ୱରଙ୍କ ପ୍ରତି ଧାର୍ମିକ ଗଣିତ ହୁଏ। ଏ କଥାରେ ଆମ୍ଭେ ବିଶ୍ୱାସ କରୁ। 29 ପରମେଶ୍ୱର କେବଳ ଯିହୂଦୀମାନଙ୍କର ପରମେଶ୍ୱର ନୁହନ୍ତି। ଅଣଯିହୂଦୀମାନଙ୍କର ମଧ୍ୟ ସେ ପରମେଶ୍ୱର ଅଟନ୍ତି। 30 ପରମେଶ୍ୱର ହେଉଛନ୍ତି ମାତ୍ର ଜଣେ, ସେ ଯିହୂଦୀମାନଙ୍କୁ ସେମାନଙ୍କ ବିଶ୍ୱାସ ଆଧାରରେ ତାହାଙ୍କ ସହିତ ଧାର୍ମିକ କରିବେ। ଅଣଯିହୂଦୀମାନଙ୍କୁ ମଧ୍ୟ ସେମାନଙ୍କର ବିଶ୍ୱାସ ପାଇଁ ସେ ଧାର୍ମିକ କରିବେ। 31 ଏଠାରେ ପ୍ରଶ୍ନ ଉଠେ ଯେ ଆମ୍ଭେ କ’ଣ ବିଶ୍ୱାସର ମାର୍ଗ ଅନୁସରଣ କରିବା ଦ୍ୱାରା ବ୍ୟବସ୍ଥାକୁ ନଷ୍ଟ କରୁଛୁ କି? ନା! ଏହା ସତ୍ୟ ନୁହେଁ। ବରଂ ବ୍ୟବସ୍ଥା ଆମ୍ଭଠାରୁ ଯାହା ଆଶାକରେ, ତାହା ହେବା ପାଇଁ ବିଶ୍ୱାସ ଆମ୍ଭକୁ ସୁଯୋଗ ପ୍ରଦାନ କରେ।
2010 by World Bible Translation Center