Revised Common Lectionary (Semicontinuous)
ଯିହୁଦାରେ ଦୁର୍ଭିକ୍ଷ
1 ସେହି ସମୟରେ ଯେତେବେଳେ ବିଗ୍ଭରକଗଣ ଶାସନ କରୁଥିଲେ, ସେହି ଦେଶରେ ଦୁର୍ଭିକ୍ଷ ପଡ଼ିଥିଲା। ତେଣୁ ଏଲିମେଲକ ନାମକ ଜଣେ ଲୋକ ଯିହୁଦାସ୍ଥିତ ନିଜର ଗୃହ ବୈଥ୍ଲେହେମକୁ ପରିତ୍ୟାଗ କଲା ଏବଂ ସେ ତା’ର ସ୍ତ୍ରୀ ଓ ଦୁଇ ପୁତ୍ର ସହିତ ମୋୟାବ ଦେଶରେ ବାସ କରିବାକୁ ଗଲା। 2 ସେହି ଲୋକର ସ୍ତ୍ରୀର ନାମ ଥିଲା ନୟମୀ ଓ ଦୁଇ ପୁତ୍ରଙ୍କ ନାମ ଥିଲା, ମହଲୋନ୍ ଓ କିଲିୟୋନ। ସେମାନେ ଥିଲେ, ଯିହୁଦାର ବୈଥ୍ଲେହମରୁ ଏଫ୍ରାଥିୟ ଲୋକ। ସେମାନେ ମୋୟାବର ପର୍ବତମୟ ଦେଶକୁ ଗଲେ ଓ ସେଠାରେ ବସବାସ କଲେ।
3 ଏହା ପରେ ନୟମୀର ସ୍ୱାମୀ ଏଲିମେଲକ ମରିଗଲା। କେବଳ ନୟମୀ ଓ ତା’ର ଦୁଇ ପୁତ୍ର ବଞ୍ଚି ରହିଲେ। 4 ତା’ର ପୁତ୍ରମାନେ ମୋୟାବର ଯୁବତୀଙ୍କୁ ବିବାହ କଲେ। ଜଣେ ସ୍ତ୍ରୀଙ୍କର ନାମଥିଲା ଅର୍ପା, ଅନ୍ୟ ଜଣକର ନାମ ଥିଲା ଋତ। ସେମାନେ ମୋୟାବରେ ଦଶ ବର୍ଷ ବାସ କଲେ। 5 ମହଲୋନ ଏବଂ କିଲିୟୋନ ମଧ୍ୟ ମୃତ୍ୟୁବରଣ କଲେ। ତେଣୁ ନୟମୀ ସ୍ୱାମୀହୀନ ଓ ପୁତ୍ରହୀନ ହୋଇ ରହିଲା।
ନୟମୀ ତା’ର ଗୃହକୁ ଫେରି ଗଲା
6 ଯେତେବେଳେ ନୟମୀ ମୋୟାବର ପର୍ବତମୟ ଦେଶରେ ବାସ କରୁଥିଲା, ସେ ଜାଣିବାକୁ ପାଇଲା ଯେ, ପରମେଶ୍ୱର ତାଙ୍କର ଲୋକମାନଙ୍କୁ ସାହାଯ୍ୟ କରୁଛନ୍ତି। ସେ ଯିହୁଦାର ଲୋକମାନଙ୍କୁ ଖାଦ୍ୟ ଦେଉଛନ୍ତି। ତେଣୁ ସେ ମୋୟାବ ଦେଶ ଛାଡ଼ି ନିଜ ଦେଶକୁ ଫେରିଯିବା ପାଇଁ ନିଷ୍ପତ୍ତି ନେଲା। ତା’ର ପୁତ୍ରବଧୂମାନେ ମଧ୍ୟ ତା’ ସହିତ ଯିବା ପାଇଁ ନିଷ୍ପତ୍ତି ନେଲେ। 7 ତେଣୁ ସେ ତା’ର ପୁତ୍ର ବଧୂମାନଙ୍କୁ ଧରି ତା’ର ବାସସ୍ଥାନ ଛାଡ଼ି ଯିହୁଦାକୁ ଗ୍ଭଲି ଆସିଲା।
8 ଏହା ପରେ ନୟମୀ ତା’ର ପୁତ୍ରବଧୂମାନଙ୍କୁ କହିଲା, “ତୁମ୍ଭମାନଙ୍କ ମଧ୍ୟରୁ ପ୍ରତ୍ୟେକ ତୁମ୍ଭମାନଙ୍କର ମା’ ପାଖକୁ ଫେରିଯାଅ। ତୁମ୍ଭେମାନେ ତୁମ୍ଭମାନଙ୍କର ସ୍ୱାମୀମାନଙ୍କ ପ୍ରତି, ଯେଉଁମାନେ କି ବର୍ତ୍ତମାନ ମୃତ ଓ ମୋ’ ପ୍ରତି ଦୟା ଦେଖାଇଛ। ତେଣୁ ମୁଁ ପ୍ରାର୍ଥନା କରେ ଯେ, ସଦାପ୍ରଭୁ ତୁମ୍ଭଙ୍କୁ ଉତ୍ତମତା ଓ ଦୟା ଦେଖାଇବେ। 9 ମୁଁ ପ୍ରାର୍ଥନା କରୁଛି ଯେ, ସଦାପ୍ରଭୁ ତୁମ୍ଭ ପ୍ରତ୍ୟେକଙ୍କୁ ନୂତନ ସ୍ୱାମୀ ଏବଂ ସୁରକ୍ଷିତ ଘର ଦିଅନ୍ତୁ।” ନୟମୀ ତା’ର ପୁତ୍ରବଧୂମାନଙ୍କୁ ଚୁମ୍ବନ ଦେଲା ଓ ସେମାନେ ସମସ୍ତେ କ୍ରନ୍ଦନ କଲେ।
10 କିନ୍ତୁ ପୁତ୍ରବଧୂମାନେ କହିଲେ, “ଆମ୍ଭେମାନେ ତୁମ୍ଭ ସହିତ ତୁମ୍ଭର ଦେଶ ଓ ତୁମ୍ଭର ଲୋକମାନଙ୍କ ନିକଟକୁ ଯିବାକୁ ଗ୍ଭହୁଁ।”
11 କିନ୍ତୁ ନୟମୀ କହିଲେ, “ନା, ମୋର କନ୍ୟାଗଣ, ତୁମ୍ଭେ ତୁମ୍ଭର ସ୍ୱଗୃହକୁ ଫେରିଯାଅ। ତୁମ୍ଭେମାନେ ଆଉ କାହିଁକି ମୋ’ ସହିତ ଯିବ? ମୁଁ ତୁମ୍ଭମାନଙ୍କୁ ସାହାଯ୍ୟ କରି ପାରିବି ନାହିଁ। ମୋର ତ ଗର୍ଭରେ ଆଉ ସନ୍ତାନ ନାହାନ୍ତି, ଯେଉଁମାନେ କି ତୁମ୍ଭର ସ୍ୱାମୀ ହୋଇ ଥା’ନ୍ତେ। 12 ତୁମ୍ଭେ କ’ଣ ସ୍ୱସ୍ଥାନକୁ ଯିବ ନାହିଁ? ମୁଁ ଅତ୍ୟଧିକ ବୟସ୍କା ବିବାହ କରିବା ପାଇଁ ଏବଂ ଏକ ନୂଆ ସ୍ୱାମୀ ପାଇବାକୁ। ତଥାପି ଯଦି ପୁନର୍ବାର ବିବାହ କରିବା ପାଇଁ ଯଦି ଆଶା କରେ, ତଥାପି ଯଦି ମୋର ଗୋଟିଏ ସ୍ୱାମୀ ଆଜି ରାତ୍ରିରେ ଥିଲା, ଏବଂ ମୁଁ ଗର୍ଭବତୀ ହୁଏଁ ଏବଂ ଦୁଇଟି ସନ୍ତାନ ଜନ୍ମ ଦିଏ, ଏହାବି ତୁମ୍ଭ ପାଇଁ କୌଣସି ସାହାଯ୍ୟ ହେବ କି? 13 ସେମାନେ ବଡ଼ ହେବା ପର୍ଯ୍ୟନ୍ତ ତୁମ୍ଭେ କ’ଣ ଅପେକ୍ଷା କରିବ ଏବଂ ଯଥେଷ୍ଟ ବୟଷ୍କ ବିବାହ କରିବା ନିମନ୍ତେ? ତୁମ୍ଭେ ଯେତେବେଳେ ସେମାନଙ୍କୁ ଅପେକ୍ଷା କରିବ। ତୁମ୍ଭେ ନିଜକୁ ଅନ୍ୟ ସ୍ୱାମୀମାନଙ୍କଠାରୁ ବିବାହ କରିବାଠାରୁ ଦୂରେଇ ରଖି ପାରିବ କି? ନା, ମୋର କନ୍ୟାଗଣ, ମୁଁ ତୁମ୍ଭମାନଙ୍କ ପାଇଁ ଖରାପ ଅନୁଭବ କରୁଛି, କାରଣ ଏହା ଜଣାଯାଏ ଯେ, ସଦାପ୍ରଭୁ ମୋ’ ବିରୁଦ୍ଧରେ ଅଛନ୍ତି।”
14 ଏଣୁ ସେହି ସ୍ତ୍ରୀଲୋକମାନେ ପୁଣି ରୋଦନ କଲେ। ଏହା ପରେ ଅର୍ପା ତା’ର ଶାଶୁକୁ ଚୁମ୍ବନ ଦେଲା ଓ ଗ୍ଭଲିଗଲା। କିନ୍ତୁ ଋତ ତାଙ୍କୁ ଧରି ରହିଲା।
15 ନୟମୀ କହିଲା, “ଦେଖ, ତୁମ୍ଭର ଯାଆ ତା’ର ନିଜର ଲୋକମାନଙ୍କ ନିକଟକୁ ପୁଣି ଆପଣା ଦେବତାମାନଙ୍କ ନିକଟକୁ ଫେରିଗଲେ। ତୁମ୍ଭେ ମଧ୍ୟ ସେହିପରି କରିବା ଉଚିତ୍।”
16 କିନ୍ତୁ ଋତ କହିଲେ, “ଦୟାକରି ତୁମ୍ଭକୁ ଛାଡ଼ି ଯିବା ପାଇଁ ମୋତେ ବାଧ୍ୟ କର ନାହିଁ। ମୋର ସ୍ୱଗୃହକୁ ଫେରିଯିବା ପାଇଁ ମୋତେ କୁହ ନାହିଁ। ମୋତେ ତୁମ୍ଭ ସହିତ ଯିବାକୁ ଦିଅ। ତୁମ୍ଭେ ଯୁଆଡ଼େ ଯିବ, ମୁଁ ସେହିଆଡ଼େ ଯିବି। ତୁମ୍ଭେ ଯେଉଁଠାରେ ରହିବ ମୁଁ ସେହିଠାରେ ରହିବି। ତୁମ୍ଭର ଲୋକ ହିଁ ମୋର ଲୋକ, ତୁମ୍ଭର ସଦାପ୍ରଭୁ ହିଁ ମୋର ସଦାପ୍ରଭୁ ହେବେ। 17 ତୁମ୍ଭେ ଯେଉଁଠାରେ ମରିବ ଓ କବର ନେବ ମୁଁ ସେହିଠାରେ ମରିବି ଓ କବର ନେବି। କେବଳ ମୃତ୍ୟୁଛଡ଼ା ଆଉ କିଛି ହିଁ ଯେବେ ତୁମ୍ଭକୁ ଓ ମୋତେ ବିଚ୍ଛେଦ କରଇ, ତେବେ ସଦାପ୍ରଭୁ ସେହି ଦଣ୍ଡରୁ ମଧ୍ୟ ତହିଁରୁ ଅଧିକ ମୋତେ ଦିଅନ୍ତୁ।”
ଗୃହକୁ ଆସିଲେ
18 ନୟମୀ ଦେଖିଲେ ଯେ ଋତ ତାଙ୍କ ସହିତ ଯିବା ପାଇଁ ସଂକଳ୍ପବଦ୍ଧ ଥିଲେ। ତେଣୁ ନୟମୀ ତାଙ୍କ ସହିତ ଯୁକ୍ତି ବନ୍ଦ କଲେ।
146 ସଦାପ୍ରଭୁଙ୍କର ପ୍ରଶଂସା କର!
ମୁଁ ନିଜକୁ କହେ, ସଦାପ୍ରଭୁଙ୍କର ପ୍ରଶଂସା କର।
2 ମୁଁ ଜୀବନସାରା ସଦାପ୍ରଭୁଙ୍କର ପ୍ରଶଂସା କରିବି।
ମୁଁ ଜୀବନସାରା ମୋର ପରମେଶ୍ୱରଙ୍କର ପ୍ରଶଂସାର ଗୀତ ଗାଇବି।
3 ସାହାଯ୍ୟ ପାଇଁ ଅଧିପତିମାନଙ୍କ ଉପରେ ନିର୍ଭର ରଖ ନାହିଁ।
ଲୋକମାନଙ୍କ ପ୍ରତି ଭରସା କର ନାହିଁ।
କାରଣ ଲୋକମାନେ ତୁମ୍ଭକୁ ରକ୍ଷା କରି ପାରିବେ ନାହିଁ।
4 ଲୋକମାନେ ମରନ୍ତି ଓ କବର ନିଅନ୍ତି।
ଆଉ ସେହି ଦିନ, ସେମାନଙ୍କର ଯୋଜନା ସବୁ ମଧ୍ୟ ମରିଯାଏ।
5 କିନ୍ତୁ ସେହିମାନେ ଭାଗ୍ୟବାନ୍ ଯେଉଁମାନଙ୍କର ଯାକୁବର ପରମେଶ୍ୱର ଅଛନ୍ତି, ସେହିମାନଙ୍କୁ ସାହାଯ୍ୟ କରିବା ପାଇଁ,
ସେହିମାନେ ସେମାନଙ୍କର ପରମେଶ୍ୱର ସଦାପ୍ରଭୁଙ୍କ ଉପରେ ନିର୍ଭର କରନ୍ତି।
6 ସଦାପ୍ରଭୁ ସ୍ୱର୍ଗ, ପୃଥିବୀ, ସମୁଦ୍ର
ଏବଂ ଏଥିରେ ଥିବା ପ୍ରତ୍ୟେକ ବସ୍ତୁ ମଧ୍ୟ ତିଆରି କଲେ।
ସେ ସର୍ବଦା ବିଶ୍ୱସ୍ତ ଅଟନ୍ତି।
7 ସଦାପ୍ରଭୁ ଉପଦ୍ରବ ଗ୍ରସ୍ତ ଲୋକ ପକ୍ଷରେ ଯାହା ନ୍ୟାୟ ତାହା କରନ୍ତି।
ସେ କ୍ଷୁଧାର୍ତ୍ତମାନଙ୍କୁ ଖାଦ୍ୟ ଦିଅନ୍ତି।
ସଦାପ୍ରଭୁ ବନ୍ଦୀଗଣଙ୍କୁ ମୁକ୍ତ କରନ୍ତି।
8 ସଦାପ୍ରଭୁ ଆମ୍ଭମାନଙ୍କୁ ଦୃଷ୍ଟି ପ୍ରଦାନ କରନ୍ତି।
ସଦାପ୍ରଭୁ ବିପଦରେ ପଡ଼ୁଥିବା ଲୋକମାନଙ୍କୁ ଉଠାନ୍ତି।
ସଦାପ୍ରଭୁ ଧାର୍ମିକମାନଙ୍କୁ ପ୍ରେମ କରନ୍ତି।
9 ସଦାପ୍ରଭୁ ଆମ୍ଭ ଦେଶରେ ରହୁଥିବା ବିଦେଶୀମାନଙ୍କୁ ରକ୍ଷା କରନ୍ତି।
ସେ ପିତୃହୀନ ଓ ବିଧବାଙ୍କର ଯତ୍ନ ନିଅନ୍ତି,
ମାତ୍ର ସେ ଦୁଷ୍ଟମାନଙ୍କୁ ଧ୍ୱଂସ କରନ୍ତି।
10 ସଦାପ୍ରଭୁ ଚିରକାଳ ରାଜ୍ୟ କରିବେ।
ହେ ସିୟୋନ, ତୁମ୍ଭର ପରମେଶ୍ୱର ସଦାସର୍ବଦା ରାଜ୍ୟ କରିବେ।
ସଦାପ୍ରଭୁଙ୍କର ପ୍ରଶଂସା କର।
ନୂତନ ନିୟମର ଉପାସନା
11 କିନ୍ତୁ ଏବେ ଖ୍ରୀଷ୍ଟ ମହାଯାଜକ ରୂପେ ଆସିଅଛନ୍ତି। ଖ୍ରୀଷ୍ଟ ହେଉଛନ୍ତି ଆମ୍ଭ ପାଖରେ ଥିବା ସମସ୍ତ ଉତ୍ତମ ବିଷୟର ମହାଯାଜକ। କିନ୍ତୁ ଯୀଶୁ ଅନ୍ୟ ଯାଜକମାନଙ୍କ ଭଳି ତମ୍ବୁରେ ଆପଣା ସେବାକାର୍ଯ୍ୟ କରନ୍ତି ନାହିଁ। ଖ୍ରୀଷ୍ଟ ତାହା ଅପେକ୍ଷା ମହତ୍ତର ଓ ଶ୍ରେଷ୍ଠ ସ୍ଥଳରେ ସେବାକାର୍ଯ୍ୟ କରନ୍ତି ଏବଂ ଏହି ସ୍ଥାନଟି ମଣିଷମାନେ ତିଆରି କରି ନାହାନ୍ତି। 12 ଏହି ସ୍ଥାନଟି ଏହି ଜଗତର ନୁହେଁ। ଖ୍ରୀଷ୍ଟ ମହାପବିତ୍ର ସ୍ଥାନରେ ଛେଳି ବା ଗୋବତ୍ସର ରକ୍ତ ନୁହେଁ, ମାତ୍ର ନିଜ ରକ୍ତ ଘେନି ଏକାଥରକେ ପ୍ରବେଶ କଲେ ଓ ସବୁ ଦିନ ପାଇଁ ଆମ୍ଭକୁ ମୁକ୍ତି ଦାନ କଲେ।
13 ଯେଉଁ ଲୋକମାନେ ଉପାସନାସ୍ଥଳରେ ପ୍ରବେଶ କରିବା ନିମନ୍ତେ ଆଉ ପବିତ୍ର ନୁହନ୍ତି ସେମାନଙ୍କ ଉପରେ ଛେଳି, ବଳଦର ରକ୍ତ ଓ ଗାଈର ପାଉଁଶ ଛିଞ୍ଚା ଯାଉଥିଲା। ସେହି ରକ୍ତ ଓ ପାଉଁଶ ସେ ଲୋକମାନଙ୍କ ଶରୀରକୁ ପୁନର୍ବାର ପବିତ୍ର କରୁଥିଲା। 14 ନିଶ୍ଚିତ ରୂପେ ଖ୍ରୀଷ୍ଟଙ୍କର ରକ୍ତ ବହୁତ କିଛି ଅଧିକ କରିପାରେ। ଖ୍ରୀଷ୍ଟ ଅନନ୍ତ ଆତ୍ମାଙ୍କ ଦ୍ୱାରା ଆପଣାକୁ ନିଖୁଣ ବଳିସ୍ୱରୂପେ ପରମେଶ୍ୱରଙ୍କୁ ଉତ୍ସର୍ଗ କଲେ। ତାହାଙ୍କର ରକ୍ତ, ଆମ୍ଭର ମନ୍ଦକାର୍ଯ୍ୟରୁ ଆମ୍ଭକୁ ଧୋଇ ପୂର୍ଣ୍ଣ ଭାବରେ ଶୁଚି କରିଦେବ। ତାହାଙ୍କର ରକ୍ତ ଆମ୍ଭ ହୃଦୟକୁ ମଧ୍ୟ ପବିତ୍ର କରିବ। ଆମ୍ଭେ ପବିତ୍ର ହୋଇ ଜୀବନ୍ତ ପରମେଶ୍ୱରଙ୍କର ସେବା କରି ପାରିବା।
କେଉଁ ଆଦେଶ ବହୁତ ମହତ୍ତ୍ୱପୂର୍ଣ୍ଣ(A)
28 ଜଣେ ଧର୍ମଶାସ୍ତ୍ରୀ ଯୀଶୁଙ୍କ ପାଖକୁ ଆସିଲେ। ସାଦ୍ଦୂକୀ ଓ ଫାରୂଶୀମାନଙ୍କ ସହିତ ଯୀଶୁଙ୍କୁ ଯୁକ୍ତିତର୍କ କରୁଥିବାର ସେ ଶୁଣିଲେ। ସେ ଦେଖିଲେ ଯେ, ଯୀଶୁ ସେମାନଙ୍କ ପ୍ରଶ୍ନର ଯଥାର୍ଥ ଉତ୍ତର ଦେଇଛନ୍ତି। ତେଣୁ ସେ ଯୀଶୁଙ୍କୁ ପଗ୍ଭରିଲେ, “କେଉଁ ଆଦେଶଟି ସବୁଠାରୁ ଅଧିକ ମହତ୍ତ୍ୱପୂର୍ଣ୍ଣ?”
29 ଯୀଶୁ ଉତ୍ତର ଦେଲେ, “ସବୁଠାରୁ ମହତ୍ତ୍ୱପୂର୍ଣ୍ଣ ଆଦେଶଟି ଏହି ପ୍ରକାରର: ‘ହେ ଇସ୍ରାଏଲ, ଶୁଣ। ଆମ୍ଭ ପ୍ରଭୁ ପରମେଶ୍ୱର ଏକମାତ୍ର ପ୍ରଭୁ। 30 ସମସ୍ତ ହୃଦୟରେ ସମସ୍ତ ଆତ୍ମାରେ, ସମସ୍ତ ମନରେ ଓ ସମସ୍ତ ଶକ୍ତିରେ ତୁମ୍ଭେ ଆପଣା ପ୍ରଭୁ ପରମେଶ୍ୱରଙ୍କୁ ପ୍ରେମ କର।’ [a] 31 ଦ୍ୱିତୀୟ ମହତ୍ତ୍ୱପୂର୍ଣ୍ଣ ଆଦେଶଟି ହେଉଛି ଏହି ପ୍ରକାରର: ‘ତୁମ୍ଭେ ନିଜକୁ ଯେପରି ପ୍ରେମ କର, ନିଜର ପଡ଼ୋଶୀକୁ ସେହିପରି ପ୍ରେମ କର’ [b] ଏହି ଦୁଇଟି ଆଦେଶ ଛଡ଼ା ଆଉ ବଡ଼ ଆଦେଶ କିଛି ନାହିଁ।”
32 ଏହା ଶୁଣି ଧର୍ମଶାସ୍ତ୍ରୀ ଜଣକ କହିଲେ, “ଗୁରୁ, ପ୍ରଭୁ ପରମେଶ୍ୱର ଯେ, ଏକ ଓ ତାହାଙ୍କ ଛଡ଼ା ଆଉ ଅନ୍ୟ କେହି ନାହିଁ, ଏହା ତୁମ୍ଭେ ଠିକ୍ କହିଛ। 33 ପ୍ରକୃତରେ ଜଣେ ଲୋକକୁ ସମସ୍ତ ହୃଦୟ, ସମସ୍ତ ମନ ଓ ସମସ୍ତ ଶକ୍ତି ଦେଇ ପରମେଶ୍ୱରଙ୍କୁ ପ୍ରେମ କରିବାକୁ ହେବ। ସେ ଯେପରି ନିଜକୁ ଭଲ ପାଏ, ତାକୁ ଅନ୍ୟକୁ ମଧ୍ୟ ସେହିପରି ଭଲ ପାଇବାକୁ ହେବ। ଆମ୍ଭେ ପରମେଶ୍ୱରଙ୍କୁ ଯେତେ ପଶୁ ବଳି ଓ ଉତ୍ସର୍ଗ ଦାନ ଅର୍ପଣ କରୁ, ସେହି ଗୁଡ଼ିକଠାରୁ ଏହି ଦୁଇଟି ଆଦେଶ ଅଧିକ ମହତ୍ତ୍ୱପୂର୍ଣ୍ଣ।”
34 ଯୀଶୁ ଦେଖିଲେ ଯେ, ଲୋକଟି ବୁଝିବିଗ୍ଭରି ଜ୍ଞାନୀ ଭଳି ଉତ୍ତର ଦେଇଛି। ସେ ତାହାକୁ କହିଲେ, “ତୁମ୍ଭେ ପରମେଶ୍ୱରଙ୍କ ରାଜ୍ୟଠାରୁ ଦୂରରେ ନାହଁ।” ଏହା ପରେ ଆଉ କେହିହେଲେ ଯୀଶୁଙ୍କୁ କୌଣସି ଅଧିକ ପ୍ରଶ୍ନ ପଗ୍ଭରିବାକୁ ସାହସ କଲେ ନାହିଁ।
2010 by World Bible Translation Center