Revised Common Lectionary (Semicontinuous)
20 ମୁଁ ନିରପରାଧ ତେଣୁ ସଦାପ୍ରଭୁ ମୋତେ ନିଶ୍ଚୟ ମୋର ପୁରସ୍କାର ଦେବେ।
ମୁଁ କିଛି ଭୁଲ୍ କରି ନାହିଁ, ତେଣୁ ସେ ମୋ’ ପାଇଁ ନିଶ୍ଚୟ ମଙ୍ଗଳ କରିବେ।
21 କାରଣ ମୁଁ ସଦାପ୍ରଭୁଙ୍କ ଆଦେଶକୁ ପାଳନ କରେ।
ମୁଁ ପରମେଶ୍ୱରଙ୍କ ବିରୁଦ୍ଧରେ କୌଣସି ପାପ କରି ନାହିଁ।
22 ମୁଁ ସବୁବେଳେ ସଦାପ୍ରଭୁଙ୍କ ନିଷ୍ପତ୍ତିକୁ ମାନି ଆସିଛି।
ମୁଁ ତାଙ୍କ ବ୍ୟବସ୍ଥାଗୁଡ଼ିକୁ ପାଳନ କରେ।
23 ମୁଁ ତାଙ୍କ ଉଦ୍ଦେଶ୍ୟରେ ପବିତ୍ର ତଥା ସତ୍ ଚରିତ୍ର ଥିଲି।
ମୁଁ ନିଜକୁ ଅପରାଧ କରିବାକୁ ନିବୃତ୍ତ କଲି।
24 ତେଣୁ ମୋର ସଦାପ୍ରଭୁ ମୋତେ ପୁରସ୍କୃତ କଲେ କାରଣ ମୁଁ ତାଙ୍କ ଦୃଷ୍ଟିରେ ସରଳ ତଥା ନିରପରାଧ ଅଟେ।
ମୁଁ କିଛି ଭୁଲ୍ କରି ନାହିଁ, ତେଣୁ ସେ ମୋ’ ପାଇଁ ନିଶ୍ଚୟ ମଙ୍ଗଳ କରିବେ।
25 ହେ ସଦାପ୍ରଭୁ, ଯଦି କେହି ତୁମ୍ଭକୁ ପ୍ରକୃତରେ ଭଲ ପାଏ, ତୁମ୍ଭେ ନିଶ୍ଚୟ ତାକୁ ଭଲ ପାଇବ।
ଯଦି ଜଣେ ବ୍ୟକ୍ତି ତୁମ୍ଭ ପ୍ରତି ନିର୍ମଳ ଅନୁରକ୍ତି ପ୍ରକାଶ କରେ, ତୁମ୍ଭେ ମଧ୍ୟ ତାକୁ ସେହିପରି ପ୍ରତିଦାନ ଦେଇଥାଅ।
26 ସଦାପ୍ରଭୁ ତୁମ୍ଭେ ମହାନ ଓ ଯେଉଁମାନେ ଉତ୍ତମ ତଥା ନିର୍ମଳ ହୃଦୟର, ତୁମ୍ଭେ ସେହିମାନଙ୍କ ପାଇଁ ପବିତ୍ର ଅଟ।
କିନ୍ତୁ ତୁମ୍ଭେ ଦୁଷ୍ଟ ଲୋକ ପ୍ରତି ଆପଣାକୁ ଚତୁର ଦେଖାଇବ।
27 ହେ ସଦାପ୍ରଭୁ, ତୁମ୍ଭେ ଦୁଃଖୀ ଲୋକମାନଙ୍କୁ ସାହାଯ୍ୟ କର।
କିନ୍ତୁ ଅହଂକାରୀର ଗର୍ବ ଓ ଦର୍ପକୁ ଚୂର୍ଣ୍ଣ କର।
28 ହେ ସଦାପ୍ରଭୁ, ତୁମ୍ଭେ ମୋର ଦୀପକୁ ଆଲୋକିତ କର।
ମୋ’ ଚତୁର୍ଦ୍ଦିଗରେ ଥିବା ଅନ୍ଧକାରକୁ ଦୂର କର।
29 ହେ ସଦାପ୍ରଭୁ, ତୁମ୍ଭର ସାହାଯ୍ୟରେ ମୁଁ ସୈନ୍ୟମାନଙ୍କ ସହିତ ଲଢ଼ିପାରେ।
ପରମେଶ୍ୱରଙ୍କ ସାହାଯ୍ୟରେ ମୁଁ ଶତ୍ରୁର ପ୍ରାଚୀରକୁ ଚଢ଼ିଯାଇପାରେ।
30 ପରମେଶ୍ୱରଙ୍କ ଶକ୍ତି ଅତୁଳନୀୟ।
ସଦାପ୍ରଭୁଙ୍କ ବାକ୍ୟ ସୁପରୀକ୍ଷିତ,
ସେ ତାଙ୍କର ଆଶ୍ରିତମାନଙ୍କୁ ରକ୍ଷା କରନ୍ତି।
ଶସ୍ୟଅମଳ ଖଳା
3 ଏହା ପରେ ନୟମୀ ଋତର ଶାଶୁ ତାଙ୍କୁ କହିଲେ, “ହେ ମୋର କନ୍ୟା, ମୁଁ ତୁମ୍ଭ ପାଇଁ ଏକ ନିରାପଦ ଗୃହ ପାଇବା ପାଇଁ ଚେଷ୍ଟା କରିବି। ଏହା ତୁମ୍ଭର ମଙ୍ଗଳ ହେବ। 2 ହୋଇପାରେ ବୋୟାଜ ହେଉଛନ୍ତି ଉପଯୁକ୍ତ ପ୍ରସ୍ତାବ। ବୋୟାଜ ହେଉଛି ଆମ୍ଭର ନିକଟ ସମ୍ପର୍କୀୟ। ତୁମ୍ଭେ ତାଙ୍କ ଦାସୀମାନଙ୍କ ସହିତ କାମ କରିଛ। ସେ ଆଜି ଆପଣା ଖଳାରେ ରାତ୍ରି ସମୟରେ ଜବ ଝାଡ଼ୁଅଛି। 3 ତୁମ୍ଭେ ସ୍ନାନ କରି ସୁନ୍ଦର ପୋଷାକ ପିନ୍ଧି ସେହି ଖଳାକୁ ଯାଅ। ମାତ୍ର ସେହି ମନୁଷ୍ୟ ଭୋଜନ ପାନ ନସାରିବା ପର୍ଯ୍ୟନ୍ତ ତାକୁ ଆପଣାର ପରିଚୟ ଦିଅ ନାହିଁ। 4 ଖାଇ ସାରିବା ପରେ ସେ ଯେତେବେଳେ ଶୟନ କରିବାକୁ ଯିବେ, ସେହି ସ୍ଥାନକୁ ଆଗେଇ ଯାଅ, ତାଙ୍କର ପାଦରୁ ଆବରଣ କାଢ଼ି ସେଠାରେ ପଡ଼ିରୁହ। ତହିଁରେ ତୁମ୍ଭକୁ କ’ଣ କରିବାକୁ ହେବ ତାହା ସେ ଜଣାଇବେ।”
5 ଏହା ପରେ ଋତ ଉତ୍ତର ଦେଲା, “ତୁମ୍ଭେ ଯାହା କହିଲ, ମୁଁ ତାହା ନିଶ୍ଚିତ କରିବି।”
6 ଏଣୁ ଋତ ସେହି ଖଳାକୁ ଯାଇ ନିଜର ଶାଶୁର କଥା ଅନୁସାରେ କାର୍ଯ୍ୟମାନ କଲା। 7 ପୁଣି ଖାଇପିଇ ସାରି ବୋୟାଜର ଅନ୍ତଃକରଣ ହୃଷ୍ଟ ହୁଅନ୍ତେ ସେ ଅମାର ପାଖରେ ଶୟନ କରିବାକୁ ଗଲେ। ତହିଁରେ ଋତ ଧୀରେ ଧୀରେ ଯାଇ ବୋୟାଜର ପାଦ ପାଖ ସ୍ଥାନ ଅନାବୃତ୍ତ କରି ପଡ଼ି ରହିଲା।
17 “ଇତି ମଧ୍ୟରେ ମିଶର ଦେଶରେ ଇସ୍ରାଏଲ ଲୋକମାନଙ୍କର ସଂଖ୍ୟା ବଢ଼ିବାରେ ଲାଗିଲା। ପରମେଶ୍ୱର ଅବ୍ରହାମଙ୍କୁ ଯେଉଁସବୁ ପ୍ରତିଜ୍ଞା କରିଥିଲେ ତାହା ସତ୍ୟରେ ପରିଣତ ହୋଇଥିଲା। 18 ସେହି ସମୟରେ ଆଉ ଜଣେ ରାଜା ମିଶରକୁ ରାଜତ୍ୱ କରିବା ପାଇଁ ଆରମ୍ଭ କଲେ। ସେ ଯୋଷେଫଙ୍କୁ ଜାଣି ନ ଥିଲେ। 19 ସେ ନୂଆ ରାଜା ଆମ୍ଭ ଲୋକଙ୍କ ପ୍ରତି ନିଷ୍ଠୁର ଥିଲେ। ସେ ଆମ୍ଭ ପୂର୍ବପୁରୁଷମାନଙ୍କ ପ୍ରତି ଦୁର୍ବ୍ୟବହାର କଲେ। ରାଜା ସେମାନଙ୍କର ଶିଶୁମାନଙ୍କୁ ମାରିବା ପାଇଁ ବାହାରେ ପକେଇଦେବାକୁ ସେମାନଙ୍କୁ ବାଧ୍ୟ କଲେ।
20 “ଏହି ସମୟରେ ମୋଶା ଜନ୍ମ ଗ୍ରହଣ କଲେ। ସେ ବହୁତ ସୁନ୍ଦର ଥିଲେ। ତାହାଙ୍କୁ ପିତାଙ୍କ ଘରେ ତିନି ମାସ ପର୍ଯ୍ୟନ୍ତ ଲାଳନପାଳନ କରାଗଲା। 21 ତାହାଙ୍କୁ ବାହାରେ ପକାଇ ଦେବା ବେଳେ ଫାରୋଙ୍କର କନ୍ୟା ତାହାଙ୍କୁ ନେଲେ ଏବଂ ନିଜ ପୁତ୍ର ଭାବରେ ପାଳିଲେ। 22 ମୋଶା ମିଶରବାସୀମାନଙ୍କର ସମସ୍ତ ବିଦ୍ୟାରେ ଶିକ୍ଷିତ ହେଲେ। ସେ ନିଜ ବକ୍ତବ୍ୟ ଓ କାମରେ ଶକ୍ତିଶାଳୀ ଥିଲେ।
23 “ତାହାଙ୍କୁ ଗ୍ଭଳିଶ୍ ବର୍ଷ ବୟସ ହେବା ବେଳେ ସେ ନିଜ ଭାଇମାନଙ୍କୁ ତଥା ଇସ୍ରାଏଲ ଲୋକମାନଙ୍କୁ ସାକ୍ଷାତ କରିବା ପାଇଁ ଇଚ୍ଛା କଲେ। 24 ମୋଶା ସେଠାରେ ଜଣେ ମିଶରୀୟ, ଜଣେ ଯିହୂଦୀ ସହିତ ଅନ୍ୟାୟ କରୁଥିବାର ଦେଖିଲେ। ତେଣୁ ସେ ଯିହୂଦୀୟ ଜଣଙ୍କୁ ରକ୍ଷା କରିବାକୁ ଯାଇ ମିଶରୀୟକୁ ଦଣ୍ଡ ଦେଲେ। ସେ ତାହାକୁ ଏପରି ଆଘାତ କଲେ ଯେ, ମିଶରୀୟ ଜଣକ ସେହିଠାରେ ମରିଗଲା। 25 ମୋଶା ଭାବିଲେ ଯେ, ପରମେଶ୍ୱର ସେମାନଙ୍କର ମୁକ୍ତି ପାଇଁ ତାହାଙ୍କୁ ଏହି କାର୍ଯ୍ୟରେ ଲଗାଇ ଅଛନ୍ତି, ତାହା ତାହାଙ୍କ ଯିହୂଦୀୟ ଭାଇମାନେ ବୁଝିବେ, ମାତ୍ର ସେମାନେ ତାହା ବୁଝିଲେ ନାହିଁ।
26 “ତା’ ପରଦିନ ସେ ଦୁଇଜଣ ଯିହୂଦୀ ଲୋକଙ୍କୁ ପରସ୍ପର ମଧ୍ୟରେ କଳି କରୁଥିବାର ଦେଖିଲେ। ସେ ସେମାନଙ୍କ ମଧ୍ୟରେ ଶାନ୍ତି ସ୍ଥାପନ କରିବାକୁ ଚେଷ୍ଟା କଲେ ଓ କହିଲେ, ‘ହେ ଲୋକମାନେ, ତୁମ୍ଭେମାନେ ପରସ୍ପର ଭାଇ ଭାଇ। ତୁମ୍ଭେମାନେ ପରସ୍ପର ଭିତରେ କାହିଁକି କଳି କରୁଛ?’ 27 ଏହା ଶୁଣି ପଡ଼ୋଶୀ ପ୍ରତି ଅନ୍ୟାୟ କରୁଥିବା ଲୋକଟି ମୋଶାଙ୍କୁ ଠେଲିଦେଇ କହିଲା, ‘ତୁମ୍ଭକୁ ଆମ୍ଭ ଶାସକ ଓ ବିଗ୍ଭରକ ରୂପେ କିଏ ନିଯୁକ୍ତି ଦେଲା? 28 ଗତକାଲି ତୁମ୍ଭେ ଯେପରି ମିଶରୀୟକୁ ମାରିଦେଲ ସେହିପରି କ’ଣ ମୋତେ ମାରି ଦେବା ପାଇଁ?’ [a] 29 ମୋଶା ଏହା ଶୁଣି ଅତିଶୀଘ୍ର ମିଶରରୁ ଗ୍ଭଲିଗଲେ ଓ ମିଦିୟନ ଦେଶରେ ଜଣେ ବିଦେଶୀ ହୋଇ ରହିଲେ। ସେଠାରେ ତାହାଙ୍କର ଦୁଇଟି ପୁତ୍ର ହେଲେ।
2010 by World Bible Translation Center