Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 18:20-30

20 ମୁଁ ନିରପରାଧ ତେଣୁ ସଦାପ୍ରଭୁ ମୋତେ ନିଶ୍ଚୟ ମୋର ପୁରସ୍କାର ଦେବେ।
    ମୁଁ କିଛି ଭୁଲ୍ କରି ନାହିଁ, ତେଣୁ ସେ ମୋ’ ପାଇଁ ନିଶ୍ଚୟ ମଙ୍ଗଳ କରିବେ।
21 କାରଣ ମୁଁ ସଦାପ୍ରଭୁଙ୍କ ଆଦେଶକୁ ପାଳନ କରେ।
    ମୁଁ ପରମେଶ୍ୱରଙ୍କ ବିରୁଦ୍ଧରେ କୌଣସି ପାପ କରି ନାହିଁ।
22 ମୁଁ ସବୁବେଳେ ସଦାପ୍ରଭୁଙ୍କ ନିଷ୍ପତ୍ତିକୁ ମାନି ଆସିଛି।
    ମୁଁ ତାଙ୍କ ବ୍ୟବସ୍ଥାଗୁଡ଼ିକୁ ପାଳନ କରେ।
23 ମୁଁ ତାଙ୍କ ଉଦ୍ଦେଶ୍ୟରେ ପବିତ୍ର ତଥା ସତ୍ ଚରିତ୍ର ଥିଲି।
    ମୁଁ ନିଜକୁ ଅପରାଧ କରିବାକୁ ନିବୃତ୍ତ କଲି।
24 ତେଣୁ ମୋର ସଦାପ୍ରଭୁ ମୋତେ ପୁରସ୍କୃତ କଲେ କାରଣ ମୁଁ ତାଙ୍କ ଦୃଷ୍ଟିରେ ସରଳ ତଥା ନିରପରାଧ ଅଟେ।
    ମୁଁ କିଛି ଭୁଲ୍ କରି ନାହିଁ, ତେଣୁ ସେ ମୋ’ ପାଇଁ ନିଶ୍ଚୟ ମଙ୍ଗଳ କରିବେ।

25 ହେ ସଦାପ୍ରଭୁ, ଯଦି କେହି ତୁମ୍ଭକୁ ପ୍ରକୃତରେ ଭଲ ପାଏ, ତୁମ୍ଭେ ନିଶ୍ଚୟ ତାକୁ ଭଲ ପାଇବ।
    ଯଦି ଜଣେ ବ୍ୟକ୍ତି ତୁମ୍ଭ ପ୍ରତି ନିର୍ମଳ ଅନୁରକ୍ତି ପ୍ରକାଶ କରେ, ତୁମ୍ଭେ ମଧ୍ୟ ତାକୁ ସେହିପରି ପ୍ରତିଦାନ ଦେଇଥାଅ।
26 ସଦାପ୍ରଭୁ ତୁମ୍ଭେ ମହାନ ଓ ଯେଉଁମାନେ ଉତ୍ତମ ତଥା ନିର୍ମଳ ହୃଦୟର, ତୁମ୍ଭେ ସେହିମାନଙ୍କ ପାଇଁ ପବିତ୍ର ଅଟ।
    କିନ୍ତୁ ତୁମ୍ଭେ ଦୁଷ୍ଟ ଲୋକ ପ୍ରତି ଆପଣାକୁ ଚତୁର ଦେଖାଇବ।
27 ହେ ସଦାପ୍ରଭୁ, ତୁମ୍ଭେ ଦୁଃଖୀ ଲୋକମାନଙ୍କୁ ସାହାଯ୍ୟ କର।
    କିନ୍ତୁ ଅହଂକାରୀର ଗର୍ବ ଓ ଦର୍ପକୁ ଚୂର୍ଣ୍ଣ କର।
28 ହେ ସଦାପ୍ରଭୁ, ତୁମ୍ଭେ ମୋର ଦୀପକୁ ଆଲୋକିତ କର।
    ମୋ’ ଚତୁର୍ଦ୍ଦିଗରେ ଥିବା ଅନ୍ଧକାରକୁ ଦୂର କର।
29 ହେ ସଦାପ୍ରଭୁ, ତୁମ୍ଭର ସାହାଯ୍ୟରେ ମୁଁ ସୈନ୍ୟମାନଙ୍କ ସହିତ ଲଢ଼ିପାରେ।
    ପରମେଶ୍ୱରଙ୍କ ସାହାଯ୍ୟରେ ମୁଁ ଶତ୍ରୁର ପ୍ରାଚୀରକୁ ଚଢ଼ିଯାଇପାରେ।

30 ପରମେଶ୍ୱରଙ୍କ ଶକ୍ତି ଅତୁଳନୀୟ।
    ସଦାପ୍ରଭୁଙ୍କ ବାକ୍ୟ ସୁପରୀକ୍ଷିତ,
    ସେ ତାଙ୍କର ଆଶ୍ରିତମାନଙ୍କୁ ରକ୍ଷା କରନ୍ତି।

ଋତର ବିବରଣ ପୁସ୍ତକ 3:8-18

ମଧ୍ୟରାତ୍ର ସମୟରେ ସେହି ଲୋକ ଉଠିପଡ଼ି ଆଶ୍ଚର୍ଯ୍ୟ ହୋଇ ଅନାଇ ଦେଖିଲା ତା’ର ପାଦ ନିକଟରେ ଏକ ସ୍ତ୍ରୀ ଶୟନ କରିଛି। ବୋୟାଜ ପଗ୍ଭରିଲା, “ତୁମ୍ଭେ କିଏ?”

ସେ କହିଲା, “ମୁଁ ହେଉଛି ଋତ, ତୁମ୍ଭର ଦାସୀ। ଏଣୁ ଆପଣାପକ୍ଷ ଆପଣଙ୍କ ଦାସୀ ଉପରେ ବିସ୍ତାର କରନ୍ତୁ। କାରଣ ଆପଣ ମୁକ୍ତିକର୍ତ୍ତା ଜ୍ଞାତି ଅଟନ୍ତି।

10 ଏହା ପରେ ବୋୟାଜ କହିଲା, ହେ ଯୁବତୀ ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ। ତୁମ୍ଭେ ମୋ’ ପ୍ରତି ଅନେକ ଦୟା ଦେଖାଇଛ। ତୁମ୍ଭର ମୋ’ ପ୍ରତି ଦୟା ପୂର୍ବରୁ ନୟମୀକୁ ଦେଖାଇଥିବା ଦୟାଠାରୁ ଆହୁରି ଅଧିକ। ତୁମ୍ଭେ ଜଣେ ଗରିବ ବା ଧନୀ ଯୁବକକୁ ଠିକ୍ କରି ବିବାହ କରିପାରିଥା’ନ୍ତ। କିନ୍ତୁ ତୁମ୍ଭେ ଏପରି କଲ ନାହିଁ। 11 ହେ ଯୁବତୀ, ଭୟ କର ନାହିଁ। ତୁମ୍ଭେ ଯାହା ଇଚ୍ଛା କରିବ, ମୁଁ ତାହା ନିଶ୍ଚିତ କରିବି। ସହରର ସମସ୍ତ ଲୋକ ଜାଣନ୍ତି ଯେ ତୁମ୍ଭେ ବହୁତ ଭଲ। 12 ଏହା ସତ୍ୟ ଯେ, ମୁଁ ତୁମ୍ଭର ନିକଟ ସମ୍ପର୍କୀୟ। କିନ୍ତୁ ଏହିପରି ଆଉ ଜଣେ ଲୋକ ଅଛନ୍ତି ଯିଏ କି ମୋ’ଠାରୁ ତୁମ୍ଭର ଆହୁରି ନିକଟତମ ସମ୍ପର୍କୀୟ। 13 ଆଜି ରାତି ଏହିଠାରେ ରୁହ। ଆସନ୍ତା କାଲି ସକାଳେ ମୁଁ ଦେଖିବି ଯେ, ସେ ତୁମ୍ଭକୁ ବିବାହ କରିବାକୁ ଇଚ୍ଛା କରୁଛି କି ନା, ଯଦି ସେ ରାଜି ହୁଅନ୍ତି ତେବେ ଉତ୍ତମ କଥା। ଯେବେ ସେ ବିବାହ କରିବାକୁ ମନା କରନ୍ତି, ସଦାପ୍ରଭୁଙ୍କର ନାମରେ ପ୍ରତିଜ୍ଞା କରୁଅଛି, ମୁଁ ତୁମ୍ଭକୁ ବିବାହ କରିବି ଏବଂ ଏଲିମେଲକର ଭୂମି ଫେରାଇ ଆଣିବି। ତେଣୁ ସକାଳ ପର୍ଯ୍ୟନ୍ତ ଏହିଠାରେ ଶୟନ କର।”

14 ତେଣୁ ଋତ ସକାଳ ପର୍ଯ୍ୟନ୍ତ ବୋୟାଜର ପାଦତଳେ ଶୟନ କଲା। ଅନ୍ଧାର ଥାଉ ଥାଉ ଲୋକମାନେ ଚିହ୍ନିବା ପୂର୍ବରୁ ଋତ ଉଠି ପଡ଼ିଲେ।

ବୋୟାଜ ତାଙ୍କୁ କହିଲେ, “ଏ କଥା ଯେପରି କେହି ନ ଜାଣନ୍ତି ଯେ, ଜଣେ ସ୍ତ୍ରୀଲୋକ ଏଠାରେ ଏହି ଖଳାରେ ଥିଲା।” 15 ଏହା ପରେ ବୋୟାଜ ଋତଙ୍କୁ କହିଲେ, “ତୁମ୍ଭର ଗ୍ଭଦର ମେଲାଇ ଧର।”

ତହିଁରେ ଋତ ମେଲାଇ ଧରିଲା ଓ ବୋୟାଜ ଏକ ବୁଶେଲ ବାର୍ଲି ତହିଁରେ ଢାଳି ଦେଲେ। ତା’ପରେ ସେ ତାକୁ ପିଠିରେ ପକାଇ ଦେଲେ ସେ (ସ୍ତ୍ରୀ) ସହରକୁ ଫେରିଗଲା।

16 ଯେତେବେଳେ ଋତ ଘରକୁ ଆସିଲା, ତା’ର ଶାଶୁ ତାକୁ ପଗ୍ଭରିଲେ, “ହେ ମୋର କନ୍ୟା ସବୁକିଛି କେମିତି ହେଲା?”

ତା’ପରେ ଋତ ଲୋକଟି କରିଥିବା ସବୁକିଛି ବର୍ଣ୍ଣନା କଲା। 17 ତା’ପରେ ସେ (ସ୍ତ୍ରୀ) କହିଲା, “ବୋୟାଜ ଏହି ଯବ ଉପହାର ଦେଇଛନ୍ତି। ବୋୟାଜ କହିଲେ, ବିନା ଉପହାରରେ ତୁମ୍ଭେ ତୁମ୍ଭ ଶାଶୁଙ୍କ ନିକଟକୁ ଯିବା ଉଚିତ୍ ନୁହେଁ।”

18 ନୟମୀ କହିଲା, “ହେ କନ୍ୟା, ଏହି ବିଷୟ କ’ଣ ହେବ, ଏହା ତୁମ୍ଭେ ଜାଣିବା ପର୍ଯ୍ୟନ୍ତ, ଧୈର୍ଯ୍ୟ ଧର, କାରଣ ସେହି ମନୁଷ୍ୟ କାର୍ଯ୍ୟ ଶେଷ ନକଲା ପର୍ଯ୍ୟନ୍ତ ବସିପାରିବ ନାହିଁ। ଆମ୍ଭେମାନେ ଜାଣୁ ଯେ ଦିନ ସରିବା ପୂର୍ବରୁ କ’ଣ ହେବ।”

ଯୋହନ ଲିଖିତ ସୁସମାଗ୍ଭର 13:31-35

ଯୀଶୁ ନିଜର ମୃତ୍ୟୁ ବିଷୟରେ କହିଲେ

31 ଯିହୂଦା ଗଲାପରେ ଯୀଶୁ କହିଲେ, “ବର୍ତ୍ତମାନ ମନୁଷ୍ୟପୁତ୍ର ଗୌରବ ପାଉଛନ୍ତି। ପରମେଶ୍ୱର ମଧ୍ୟ ମନୁଷ୍ୟପୁତ୍ରଙ୍କ ଦ୍ୱାରା ଗୌରବ ପାଉଛନ୍ତି। 32 ଯଦି ପରମେଶ୍ୱର ତାହାଙ୍କ ମାଧ୍ୟମରେ ଗୌରବ ଅର୍ଜ୍ଜନ କରନ୍ତି, ତେବେ ପରମେଶ୍ୱର ତାହାଙ୍କଠାରେ ପୁତ୍ରଙ୍କୁ ଗୌରବ ଦେବେ। ସେ ତାହାଙ୍କୁ ଅତି ଶୀଘ୍ର ଗୌରବାନ୍ୱିତ କରିବେ।”

33 ଯୀଶୁ କହିଲେ, “ମୋର ସନ୍ତାନମାନେ, ମୁଁ ତୁମ୍ଭମାନଙ୍କ ସହିତ ମାତ୍ର ଅଳ୍ପ ସମୟ ପାଇଁ ରହିବି। ତୁମ୍ଭେ ମୋତେ ଖୋଜିବ। ମୁଁ ଯିହୂଦୀମାନଙ୍କୁ ଯାହା କହିଛି, ତାହା ମୁଁ ବର୍ତ୍ତମାନ ତୁମ୍ଭକୁ କହୁଛି। ମୁଁ ଯେଉଁଠିକୁ ଯାଉଛି, ତୁମ୍ଭେ ସେଠାକୁ ଆସିପାରିବ ନାହିଁ।

34 “ମୁଁ ତୁମ୍ଭକୁ ଗୋଟିଏ ନୂତନ ଆଜ୍ଞା ଦେଉଛି। ତୁମ୍ଭେମାନେ ପରସ୍ପରକୁ ପ୍ରେମ କର। ମୁଁ ତୁମ୍ଭମାନଙ୍କୁ ଯେପରି ପ୍ରେମ କରୁଛି, ତୁମ୍ଭେମାନେ ପରସ୍ପରକୁ ସେହିପରି ପ୍ରେମ କରିବା ଉଚିତ୍ । 35 ତୁମ୍ଭେ ଯଦି ପରସ୍ପରକୁ ପ୍ରେମ କରିବ, ତେବେ ସମସ୍ତେ ଜାଣିବେ ଯେ ତୁମ୍ଭେମାନେ ମୋର ଶିଷ୍ୟ।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center