Revised Common Lectionary (Semicontinuous)
113 ସଦାପ୍ରଭୁଙ୍କର ପ୍ରଶଂସା କର!
ହେ ସଦାପ୍ରଭୁଙ୍କ ଦାସଗଣ, ତାଙ୍କର ପ୍ରଶଂସା କର।
ସଦାପ୍ରଭୁଙ୍କ ନାମର ପ୍ରଶଂସା କର।
2 ଅଦ୍ୟାବଧି ଚିରକାଳ
ସଦାପ୍ରଭୁଙ୍କର ନାମ ଧନ୍ୟ ହେଉ।
3 ସୂର୍ଯ୍ୟର ଉଦୟ ସ୍ଥାନଠାରୁ ତା’ର ଅସ୍ତ ସ୍ଥାନ ପର୍ଯ୍ୟନ୍ତ
ସଦାପ୍ରଭୁଙ୍କର ନାମ ପ୍ରଶଂସନୀୟ।
4 ସଦାପ୍ରଭୁ ସମୁଦାୟ ବହୁ ଜାତିଗଣ ଉପରେ
ଓ ତାଙ୍କର ଗୌରବ ଆକାଶମଣ୍ଡଳଠାରୁ ଉଚ୍ଚ।
5 କୌଣସ ଲୋକ ଆମ୍ଭର ସଦାପ୍ରଭୁ ପରମେଶ୍ୱରଙ୍କ ତୁଲ୍ୟ ନୁହେଁ।
ପରମେଶ୍ୱର ଆକାଶର ଊର୍ଦ୍ଧ୍ୱରେ ବିଦ୍ୟମାନ।
6 ତେଣୁ ପରମେଶ୍ୱର ଆକାଶ ଓ ପୃଥିବୀକୁ
ଦେଖିବାକୁ ତଳକୁ ଗ୍ଭହିଁଲେ।
7 ପରମେଶ୍ୱର ଗରିବମାନଙ୍କୁ ଧୂଳିରୁ ଉଠାନ୍ତି।
ସେ ଦୀନହୀନ ଏବଂ ଅସହାୟମାନଙ୍କୁ ଅଳିଆ ଗଦାରୁ ଉଠାନ୍ତି।
8 ଏବଂ ପରମେଶ୍ୱର ସେହି ଲୋକମାନଙ୍କୁ ଗୁରୁତ୍ୱ ଦିଅନ୍ତି।
ପରମେଶ୍ୱର ସେହି ଲୋକମାନଙ୍କୁ ତାଙ୍କ ଅଧିପତି କରାନ୍ତି।
9 ଜଣେ ସ୍ତ୍ରୀ ବନ୍ଧ୍ୟା ହୋଇପାରେ ।
କିନ୍ତୁ ପରମେଶ୍ୱର ତା’ କୋଳରେ ସନ୍ତାନ ଦେଇ ତାକୁ ଖୁସୀ କରାନ୍ତି।
ସଦାପ୍ରଭୁଙ୍କର ପ୍ରଶଂସା କର!
ଇସ୍ହାକଙ୍କ ପାଇଁ ଏକ ସ୍ତ୍ରୀ
24 ଅବ୍ରହାମ ବାର୍ଦ୍ଧକ୍ୟ ଅବସ୍ଥାରେ ବଞ୍ଚିଥିଲେ। ସଦାପ୍ରଭୁ ଅବ୍ରହାମଙ୍କୁ ସମସ୍ତ ଗତିରେ ଆଶାର୍ବାଦ କରିଥିଲେ। 2 ଅବ୍ରହାମଙ୍କର ପୁରୁଣା ଗ୍ଭକର ଅବ୍ରହାମଙ୍କର ପ୍ରତ୍ୟେକ ଦ୍ରବ୍ୟର ଦାୟିତ୍ୱରେ ଥିଲା। ଅବ୍ରହାମ ତାଙ୍କୁ ଡାକିଲେ ଏବଂ କହିଲେ, “ମୋର ଜଙ୍ଘତଳେ ତୁମ୍ଭର ହସ୍ତ ଦିଅ ଏବଂ ପ୍ରତିଜ୍ଞା କର। 3 ତୁମ୍ଭେ ବର୍ତ୍ତମାନ ସଦାପ୍ରଭୁ ପରମେଶ୍ୱରଙ୍କର ନାମରେ ପ୍ରତିଜ୍ଞା କର, ଯିଏ ପୃଥିବୀ ଓ ଆକାଶର ନିର୍ମାଣକାରୀ, ଯେ ତୁମ୍ଭେମାନେ ମୋର ପୁତ୍ରର ବିବାହ କିଣାନୀୟମାନଙ୍କର କନ୍ୟାଗଣ ସହିତ କରାଇବ ନାହିଁ, ଯେଉଁମାନଙ୍କ ସହିତ ମୁଁ ବାସ କରୁଅଛି। 4 ମୋର ଜନ୍ମସ୍ଥାନକୁ ଯାଅ ଇସ୍ହାକ ପାଇଁ ଏକ ପତ୍ନୀ ଧରି ଆସ।”
5 ଦାସ ତାଙ୍କୁ କହିଲେ, “ଏହା ସମ୍ଭବ ହୋଇପାରେ ଯେ, ଯେବେ କୌଣସି କନ୍ୟା ମୋ’ ସହିତ ଏହି ଭୁମିକୁ ଆସି ନ ପାରନ୍ତି, ତେବେ ମୁଁ ତୁମ୍ଭର ପୁତ୍ରକୁ ମୋ’ ସହିତ ତୁମ୍ଭର ଜନ୍ମସ୍ଥାନକୁ ନେବା ଉଚିତ୍ କି?”
6 ଅବ୍ରହାମ ତାଙ୍କୁ କହିଲେ, “ନା ମୋର ପୁତ୍ରକୁ ସେଠାକୁ ନେବ ନାହିଁ। 7 ସଦାପ୍ରଭୁ ସ୍ୱର୍ଗର ପରମେଶ୍ୱର ମୋତେ ମୋର ଜନ୍ମ ସ୍ଥାନରୁ ମୋ’ ପିତାଙ୍କ ପରିବାର ଏଠାକୁ ଆଣିଛନ୍ତି। ସେହି ସ୍ଥାନ ମୋର ପରିବାରମାନଙ୍କ ପାଇଁ ମୋର ପିତା। କିନ୍ତୁ ସଦାପ୍ରଭୁ ପ୍ରତିଜ୍ଞା କରିଛନ୍ତି, ଏହି ଭୂମି ମୋର ପରିବାର ପାଇଁ ହେବ। ସଦାପ୍ରଭୁ ଜଣେ ତାଙ୍କ ଦୂତଙ୍କୁ ତୁମ୍ଭ ସହିତ ପଠାଇପାରନ୍ତି। ମୋର ପୁଅ ପାଇଁ ଏକ ସ୍ତ୍ରୀ ଖୋଜି ଆଣିବା ନିମନ୍ତେ। 8 କିନ୍ତୁ ଯଦି ସେହି ଝିଅ ତୁମ୍ଭ ସହିତ ଆସିବା ପାଇଁ ମନା କରେ, ତେବେ ତୁମ୍ଭେ ତୁମ୍ଭର ପ୍ରତିଜ୍ଞାରୁ ମୁକ୍ତ ହେବ। କିନ୍ତୁ ତୁମ୍ଭେ ମୋର ପୁତ୍ରକୁ ସେହି ସ୍ଥାନକୁ ନିଅ ନାହିଁ।”
9 ତେଣୁ ସେହି ଦାସ ତାଙ୍କର ମୁନିବଙ୍କ ଜଙ୍ଘ ଛୁଇଁ ଶପଥ କଲେ।
ଖୋଜା ଆରମ୍ଭ ହେଲା
10 ସେହି ଦାସ ଅବ୍ରହାମଙ୍କର ଦଶଟା ଓଟ ନେଇ ସେହି ସ୍ଥାନ ପରିତ୍ୟାଗ କଲେ। ସମସ୍ତ ପ୍ରକାରର ସୁନ୍ଦର ଉପହାରଗୁଡ଼ିକ ବହନ କରି ନେଲେ। ସେହି ଦାସ ନାହୋର, ଅରାମନହରୟିମର ନଗରକୁ ଯାତ୍ରା କଲେ।
ଅନ୍ୟ ଲୋକଙ୍କ ସହିତ ରହିବା ପାଇଁ କେତୋଟି ନିୟମ
5 ତୁମ୍ଭେ ଜଣେ ବୟସ୍କ ଲୋକ ସହିତ ରାଗରେ କଥାବାର୍ତ୍ତା କର ନାହିଁ। ନିଜ ପିତା ବୋଲି ଭାବି ତାହାଙ୍କ ସହିତ କଥା କୁହ। ସାନମାନଙ୍କ ପ୍ରତି ନିଜ ଭାଇ ଭଳି ଆଚରଣ କର। 2 ବୟସ୍କା ସ୍ତ୍ରୀଲୋକମାନଙ୍କୁ ମା ଭଳି ଓ ଯୁବତୀ ସ୍ତ୍ରୀଲୋକମାନଙ୍କୁ ଭଉଣୀ ଭଳି ଆଚରଣ କର। ସର୍ବଦା ସେମାନଙ୍କ ପ୍ରତି ପବିତ୍ରତାର ସହିତ ଆଚରଣ କର।
ବିଧବାମାନଙ୍କର ଯତ୍ନ ନେବା
3 ପ୍ରକୃତରେ ଏକୁଟିଆଥିବା ବିଧବାମାନଙ୍କର ଯତ୍ନ ନିଅ। 4 କିନ୍ତୁ ଯଦି ଜଣେ ବିଧବାର ପୁଅଝିଅ ବା ନାତିନାତୁଣୀ ଥାଏ, ସେମାନେ ପ୍ରଥମରେ ନିଜ ପରିବାର ପ୍ରତି ସମ୍ମାନଭାବ ଦେଖାଇବା ଉଚିତ୍। ସେମାନେ ତାଙ୍କର ପିତାମାତାଙ୍କୁ ସାହାଯ୍ୟ କରିବା ଉଚିତ୍। ଏପରି କରିବା ଦ୍ୱାରା ସେମାନେ ନିଜର ପିତାମାତା ଓ ପିତାମହ ଓ ମାତାମହୀଙ୍କୁ ପ୍ରତିଦାନ କରି ଥା’ନ୍ତି। ତାହା ପରମେଶ୍ୱରଙ୍କୁ ପ୍ରସନ୍ନ କରେ। 5 ଯଦି ଜଣେ ବିଧବା ପ୍ରକୃତରେ ଏକୁଟିଆ ଓ ନିରାଶାରେ ରହିଥାଏ, ତା’ହେଲେ ସେ ତା’ ପ୍ରତି ପରମେଶ୍ୱରଙ୍କର ସାହାଯ୍ୟ ଉପରେ ଭରସା କରେ। ସେହି ବିଧବାଟି ରାତିଦିନ ପରମେଶ୍ୱରଙ୍କୁ ପ୍ରାର୍ଥନା କରେ, ତାହାଙ୍କ ସାହାଯ୍ୟ ପାଇଁ ଅନୁରୋଧ କରେ। 6 କିନ୍ତୁ ଏଭଳି ବିଧବା ଯାହାର ଜୀବନର ଲକ୍ଷ୍ୟ କେବଳ ନିଜକୁ ସନ୍ତୁଷ୍ଟ କରିବା, ସେ ବଞ୍ଚି ଥାଉଥାଉ ମଧ୍ୟ ପ୍ରକୃତରେ ମୃତ। 7 ସେଠାରେ ଥିବା ସମସ୍ତ ବିଶ୍ୱାସୀ ଲୋକଙ୍କୁ ଏହି କାମଗୁଡ଼ିକ କରିବା ପାଇଁ କୁହ, ତା’ହେଲେ କେହି କହିବେ ନାହିଁ ଯେ ସେମାନେ ଭୁଲ୍ କରୁଛନ୍ତି। 8 ନିଜର ଆତ୍ମୀୟ ସମସ୍ତଙ୍କର ଯତ୍ନ ନେବା ଜଣେ ଲୋକର କର୍ତ୍ତବ୍ୟ ଅଟେ। ଏପରିକି ଆଉ ମଧ୍ୟ ସେ ନିଜ ପରିବାରର ଯତ୍ନ ନେବା ଅଧିକ ଗୁରୁତ୍ୱପୂର୍ଣ୍ଣ। ଯଦି ଜଣେ ଲୋକ ସେହିପରି କରୁ ନାହିଁ, ତା’ହେଲେ ସେ ଲୋକ ସତ୍ୟ ବିଶ୍ୱାସକୁ ଅନୁସରଣ କରୁ ନାହିଁ। ସେହି ଲୋକ ଜଣେ ଅବିଶ୍ୱାସୀଠାରୁ ମଧ୍ୟ ଖରାପ।
2010 by World Bible Translation Center