Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 3

ଏହା ହେଉଛି ଦାଉଦଙ୍କର ନିଜ ପୁତ୍ର ଅବଶାଲୋମ ନିକଟରୁ ପଳାୟନକାଳୀନ ଗୀତ।

“ହେ ସଦାପ୍ରଭୁ, ମୋର ବହୁତ ଶତ୍ରୁ ଅଛନ୍ତି।
    ବହୁତ ଲୋକ ମୋ’ ବିରୁଦ୍ଧରେ ଲାଗିଛନ୍ତି।
ବହୁତ ଲୋକ ମୋ’ ବିରୁଦ୍ଧରେ କଥା ହେଉଛନ୍ତି।
ସେହି ଲୋକମାନେ କହୁଛନ୍ତି, “ପରମେଶ୍ୱର ତାକୁ ରକ୍ଷା କରି ପାରିବେ ନାହିଁ।”

କିନ୍ତୁ ହେ ସଦାପ୍ରଭୁ,
ଏହା କେବଳ ତୁମ୍ଭେ ଯିଏକି ମୋର ଢାଲ ସ୍ୱରୂପ।
    ତୁମ୍ଭେ ମୋର ମହିମା।
    ତୁମ୍ଭେ ହିଁ ମୋତେ ପ୍ରାଧାନ୍ୟ ଦେଇଛ।

ସଦାପ୍ରଭୁଙ୍କୁ ପ୍ରାର୍ଥନା କରିବି
    ଏବଂ ସେ ତାହଙ୍କର ପବିତ୍ର ପର୍ବତରୁ ମୋତେ ଉତ୍ତର ଦେବେ।

ମୁଁ ଶୋଇଲି ଓ ବିଶ୍ରାମ ନେଲି ଏବଂ ମୁଁ ଜାଣେ ମୁଁ ପୁଣି ଜାଗ୍ରତ ହେବି,
    କାରଣ ସଦାପ୍ରଭୁ ମୋତେ ସର୍ବଦା ରକ୍ଷା କରନ୍ତି।
ହଜାର ହଜାର ସୈନ୍ୟମାନେ ମୋ’ ଗ୍ଭରିକଡ଼ରେ ଘେରି ରହିଲେ ସୁଦ୍ଧା
    ମୁଁ ସେହି ଶତ୍ରୁମାନଙ୍କୁ କେବେ ଭୟ କରିବି ନାହିଁ।

ହେ ସଦାପ୍ରଭୁ, ତୁମ୍ଭେ ଉଠ!
    ହେ ପରମେଶ୍ୱର ତୁମ୍ଭେ ଆସ ଓ ମୋତେ ରକ୍ଷା କର।
ତୁମ୍ଭେ ଅତି ବଳଶାଳୀ ଅଟ।
ଯଦି ତୁମ୍ଭେ ମୋର ଶତ୍ରୁମାନଙ୍କ ଗାଲରେ ମାରିଥା’ନ୍ତ,
    ତୁମ୍ଭେ ସେହି ଦୁଷ୍ଟ ଲୋକମାନଙ୍କର ସବୁ ଦାନ୍ତଗୁଡ଼ିକୁ ସହଜରେ ଭାଙ୍ଗି ଦେଇଥା’ନ୍ତ।

ହେ ସଦାପ୍ରଭୁ ଶେଷରେ ତୁମ୍ଭର ହିଁ ବିଜୟ ହେବ।
    ଦୟାକରି ତୁମ୍ଭର ଲୋକମାନଙ୍କ ଉପରେ ଆଶୀର୍ବାଦ କର।

ଶାମୁୟେଲଙ୍କ ପ୍ରଥମ ପୁସ୍ତକ 3:19-4:2

19 ତା’ପରେ ଶାମୁୟେଲ ବଡ଼ ହେଲେ ଓ ସଦାପ୍ରଭୁ ତାଙ୍କ ସଙ୍ଗେ ରହିଲେ। ସଦାପ୍ରଭୁ ତାଙ୍କର କୌଣସି ବାକ୍ୟ ମିଛ ହେବାକୁ ଦେଲେ ନାହିଁ। 20 ତା’ପରେ ଶାମୁୟେଲ ସଦାପ୍ରଭୁଙ୍କ ପ୍ରକୃତ ଭବିଷ୍ୟ‌ଦ୍‌ବକ୍ତା ବୋଲି ଦା‌ନ୍‌ଠାରୁ ବେ‌ର୍‌ଶେବା ପର୍ଯ୍ୟନ୍ତ ସମସ୍ତ ଇସ୍ରାଏଲୀୟ ଜ୍ଞାତ ହେଲେ। 21 ଆହୁରି ସଦାପ୍ରଭୁ ଶୀଲୋରେ ପୁନର୍ବାର ଶାମୁୟେଲକୁ ଦର୍ଶନ ଦେଲେ। ସଦାପ୍ରଭୁ ଶୀଲୋରେ ଶାମୁୟେଲ ନିକଟରେ ତାଙ୍କ ବାକ୍ୟ ଦ୍ୱାରା ଆପଣାକୁ ପ୍ରକାଶ କଲେ।

ଆଉ ଶାମୁୟେଲର କଥା ସମସ୍ତ ଇସ୍ରାଏଲ ମଧ୍ୟରେ ପ୍ରଚଳିତ ହେଲା। ଏଲି ବୃଦ୍ଧ ହେଲେ, ତାଙ୍କର ପୁତ୍ରମାନେ ପରମେଶ୍ୱରଙ୍କ ବିରୁଦ୍ଧରେ [a] କୁକାର୍ଯ୍ୟ କରି ଗ୍ଭଲିଲେ।

ପଲେଷ୍ଟୀୟମାନେ ଇସ୍ରାଏଲୀୟମାନଙ୍କୁ ପରାଜିତ କଲେ

ଏହା ପରେ ଇସ୍ରାଏଲୀୟମାନେ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ଗଲେ। ସେମାନେ ଏବନ୍-ଏଜର ନିକଟରେ ଛାଉଣି ସ୍ଥାପନ କଲେ ଓ ପଲେଷ୍ଟୀୟମାନେ ଅଫ୍ରେକରେ ଛାଉଣି ସ୍ଥାପନ କଲେ। ଏହା ପରେ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ନିଜକୁ ପ୍ରସ୍ତୁତ କଲେ।

ଯୁଦ୍ଧ ସମୟରେ ଇସ୍ରାଏଲୀୟଗଣ ପଲେଷ୍ଟୀୟମାନଙ୍କ ଦ୍ୱାରା ପରାଜିତ ହେଲେ; ଓ 4000 ସୈନ୍ୟ ଯୁଦ୍ଧ କ୍ଷେତ୍ରରେ ମୃତ୍ୟୁବରଣ କଲେ।

ଏବ୍ରୀ 10:26-31

ଖ୍ରୀଷ୍ଟଙ୍କଠାରୁ ମୁହଁ ବୁଲାଇ ନିଅ ନାହିଁ

26 ସତ୍ୟକୁ ଜାଣିଲା ପରେ ମଧ୍ୟ ଯଦି ଆମ୍ଭେ ପାପକାମ କରି ଗ୍ଭଲିବା ପାଇଁ ଇଚ୍ଛା କରିବା, ତା’ହେଲେ ସିଦ୍ଧାନ୍ତ ନେଉ, ପାପ ହରଣ କରିବା ପାଇଁ ଆଉ କୌଣସି ବଳିଦାନ ନାହିଁ। 27 ଆମ୍ଭେ ଯଦି ପାପ କରି ଗ୍ଭଲିଥିବା, ତା’ହେଲେ ଆମ୍ଭେ ନିଶ୍ଚିତ ଯେ, ଆମ୍ଭ ପାଇଁ ବିଗ୍ଭରର ଭୟଙ୍କର ଆଶଙ୍କା ରହିଛି, ଓ ପରମେଶ୍ୱରଙ୍କ ବିରୋଧୀ ଜୀବନଯାପନ କରୁଥିବା ଲୋକମାନଙ୍କୁ ଗ୍ରାସ କରିବାକୁ ଥିବା ଭୟଙ୍କର ଅଗ୍ନି ଆମ୍ଭ ପାଇଁ ରହିଛି। 28 ଯେଉଁ ଲୋକ ମୋଶାଙ୍କ ବ୍ୟବସ୍ଥା ମାନିବାକୁ ମନା କଲା, ତାହାକୁ ଦୋଷୀ ପ୍ରମାଣିତ କରିବା ଲାଗି ଦୁଇ ବା ତିନି ଜଣ ସାକ୍ଷୀ ଆବଶ୍ୟକ ଥିଲେ। କ୍ଷମା ଦିଆ ନ ଯାଇ, ତାହାକୁ ବଧ କରାଯାଉଥିଲା। 29 ତା’ହେଲେ ଯେଉଁ ଲୋକ ପରମେଶ୍ୱରଙ୍କ ପୁତ୍ର ପ୍ରତି ଘୃଣା ପ୍ରଦର୍ଶିତ କରେ, ତା’ ପାଇଁ କ’ଣ ଦଣ୍ଡବିଧାନ ହେବା ଉଚିତ୍? ଏହା ନିଶ୍ଚିତ ଯେ ତା’ର ଦଣ୍ଡ ଅଧିକ ଖରାପ ପ୍ରକାରର ହେବ। ନୂତନ ନିୟମ ଆରମ୍ଭ କରି ଥିବା ରକ୍ତ ପ୍ରତି ଯେଉଁ ଲୋକ ଅସମ୍ମାନଭାବ ପ୍ରଦର୍ଶିତ କରିଛି, ଓ ଅନୁଗ୍ରହର ଆତ୍ମା ପ୍ରତି ଘୃଣାଭାବ ପ୍ରଦର୍ଶିତ କରିଛି, ସେହି ଲୋକର ଦଣ୍ଡ ଅଧିକ ଖରାପ ପ୍ରକାରର ହେବ କାରଣ ସେହି ରକ୍ତ ସେହି ଲୋକକୁ ଥରେ ପବିତ୍ର କରିଥିଲା। 30 ଆମ୍ଭେ ଜାଣୁ ଯେ, ପରମେଶ୍ୱର କହିଥିଲେ: “ମନ୍ଦ କାମ କରିଥିବା ଲୋକଙ୍କୁ ମୁଁ ଦଣ୍ଡ ଦେବି, ମୁଁ ତାହାଙ୍କୁ ପ୍ରତିଦାନ ଦେବି।” [a] ପରମେଶ୍ୱର ଆହୁରି ମଧ୍ୟ କହିଥିଲେ: “ପ୍ରଭୁ ତାହାଙ୍କ ଲୋକଙ୍କର ବିଗ୍ଭର କରିବେ।” [b] 31 ଜୀବିତ ପରମେଶ୍ୱରଙ୍କ ହାତରେ ଜଣେ ପାପୀ ପଡ଼ିଯିବା, ଗୋଟିଏ ଭୟଙ୍କର କଥା।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center