Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 3

ଏହା ହେଉଛି ଦାଉଦଙ୍କର ନିଜ ପୁତ୍ର ଅବଶାଲୋମ ନିକଟରୁ ପଳାୟନକାଳୀନ ଗୀତ।

“ହେ ସଦାପ୍ରଭୁ, ମୋର ବହୁତ ଶତ୍ରୁ ଅଛନ୍ତି।
    ବହୁତ ଲୋକ ମୋ’ ବିରୁଦ୍ଧରେ ଲାଗିଛନ୍ତି।
ବହୁତ ଲୋକ ମୋ’ ବିରୁଦ୍ଧରେ କଥା ହେଉଛନ୍ତି।
ସେହି ଲୋକମାନେ କହୁଛନ୍ତି, “ପରମେଶ୍ୱର ତାକୁ ରକ୍ଷା କରି ପାରିବେ ନାହିଁ।”

କିନ୍ତୁ ହେ ସଦାପ୍ରଭୁ,
ଏହା କେବଳ ତୁମ୍ଭେ ଯିଏକି ମୋର ଢାଲ ସ୍ୱରୂପ।
    ତୁମ୍ଭେ ମୋର ମହିମା।
    ତୁମ୍ଭେ ହିଁ ମୋତେ ପ୍ରାଧାନ୍ୟ ଦେଇଛ।

ସଦାପ୍ରଭୁଙ୍କୁ ପ୍ରାର୍ଥନା କରିବି
    ଏବଂ ସେ ତାହଙ୍କର ପବିତ୍ର ପର୍ବତରୁ ମୋତେ ଉତ୍ତର ଦେବେ।

ମୁଁ ଶୋଇଲି ଓ ବିଶ୍ରାମ ନେଲି ଏବଂ ମୁଁ ଜାଣେ ମୁଁ ପୁଣି ଜାଗ୍ରତ ହେବି,
    କାରଣ ସଦାପ୍ରଭୁ ମୋତେ ସର୍ବଦା ରକ୍ଷା କରନ୍ତି।
ହଜାର ହଜାର ସୈନ୍ୟମାନେ ମୋ’ ଗ୍ଭରିକଡ଼ରେ ଘେରି ରହିଲେ ସୁଦ୍ଧା
    ମୁଁ ସେହି ଶତ୍ରୁମାନଙ୍କୁ କେବେ ଭୟ କରିବି ନାହିଁ।

ହେ ସଦାପ୍ରଭୁ, ତୁମ୍ଭେ ଉଠ!
    ହେ ପରମେଶ୍ୱର ତୁମ୍ଭେ ଆସ ଓ ମୋତେ ରକ୍ଷା କର।
ତୁମ୍ଭେ ଅତି ବଳଶାଳୀ ଅଟ।
ଯଦି ତୁମ୍ଭେ ମୋର ଶତ୍ରୁମାନଙ୍କ ଗାଲରେ ମାରିଥା’ନ୍ତ,
    ତୁମ୍ଭେ ସେହି ଦୁଷ୍ଟ ଲୋକମାନଙ୍କର ସବୁ ଦାନ୍ତଗୁଡ଼ିକୁ ସହଜରେ ଭାଙ୍ଗି ଦେଇଥା’ନ୍ତ।

ହେ ସଦାପ୍ରଭୁ ଶେଷରେ ତୁମ୍ଭର ହିଁ ବିଜୟ ହେବ।
    ଦୟାକରି ତୁମ୍ଭର ଲୋକମାନଙ୍କ ଉପରେ ଆଶୀର୍ବାଦ କର।

ଦ୍ୱିତୀୟ ବିବରଣ 26:5-10

ତା’ପରେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ସମ୍ମୁଖରେ ଉତ୍ତର ଦେଇ କହିବ,‘ଜଣେ ବୁଲୁଥିବା, ଅରାମୀୟ ଲୋକ ମୋର ପିତା ଥିଲେ ଓ ସେ ମିଶରକୁ ଗଲେ ଏବଂ ସେଠାରେ ଅଳ୍ପ କେତେକ ଲୋକ ସହିତ ବାସ କଲେ। ସେଠାରେ ସେ ଜାତୀୟ ଲୋକମାନଙ୍କ ମଧ୍ୟରେ ମହାନ ଓ ଶକ୍ତିଶାଳୀ ହେଲେ। ସେଥିରେ ମିସ୍ରୀୟ ଲୋକମାନେ ଆମ୍ଭମାନଙ୍କ ପ୍ରତି ଦୌରାତ୍ମ୍ୟ କଲେ ଓ ଆମ୍ଭମାନଙ୍କୁ କଷ୍ଟ ଦେଇ କଠିନ ପରିଶ୍ରମ କରାଇଲେ। ଏହା ପରେ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପୂର୍ବପୁରୁଷଙ୍କର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କଲୁ। ଆଉ ସଦାପ୍ରଭୁ ଆମ୍ଭମାନଙ୍କର ଡାକ ଶୁଣିଲେ ଓ ଆମ୍ଭମାନଙ୍କର କଷ୍ଟକୁ ହୃଦୟଙ୍ଗମ କଲେ ଓ ଉପଦ୍ରବ ଶ୍ରମ ଦେଖିଲେ। ତା’ପରେ ସଦାପ୍ରଭୁ ବଳବାନ ହସ୍ତ ଦ୍ୱାରା ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ଓ ମହାତ୍ରାସ ଦ୍ୱାରା ଓ ନାନା ଚିହ୍ନ ଦ୍ୱାରା, ଆଶ୍ଚର୍ଯ୍ୟ କର୍ମମାନ ଦ୍ୱାରା ଆମ୍ଭମାନଙ୍କୁ ମିଶରରୁ ବାହାର କରି ଆଣିଲେ। ଏହା ପରେ ସେ ଆମ୍ଭମାନଙ୍କୁ ଏହି ସ୍ଥାନକୁ ଆଣିଛନ୍ତି ଓ ଏହି ଦେଶ ଦୁ‌‌ଗ୍‌‌ଧମଧୁପ୍ରବାହୀ ଦେଶ ଆମ୍ଭମାନଙ୍କୁ ଦେଇଛନ୍ତି। 10 ତେଣୁ, ହେ ସଦାପ୍ରଭୁ, ଦେଖ ତୁମ୍ଭେ ଆମ୍ଭକୁ ଯେଉଁ ଦେଶ ଦେଇଅଛ, ଆମ୍ଭେ ତହିଁର ପ୍ରଥମ ଫଳ ଆଣିଅଛୁ।’

“ଏହା ପରେ ତୁମ୍ଭେ ସଦାପ୍ରଭୁ, ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ତାହା ରଖିବ ଓ ପ୍ରଣାମ କରିବ।

ଏବ୍ରୀ 10:32-39

ଗ୍ରହଣ କରିଥିବା ସାହସ ଓ ଆନନ୍ଦକୁ ଛାଡ଼ ନାହିଁ

32 ପ୍ରଥମଥର ସତ୍ୟ ଜାଣିବା ଦିନଗୁଡ଼ିକୁ ମନେ ପକାଅ। ଅନେକ ପ୍ରକାରର ଯାତନା ସହିତ ତୁମ୍ଭେମାନ ସଂଘର୍ଷ କରିଥିଲ, କିନ୍ତୁ ତୁମ୍ଭେମାନେ ଦୃଢ଼ ରହିଥିଲ। 33 ସେତେବେଳେ ଲୋକେ ତୁମ୍ଭମାନଙ୍କୁ ଘୃଣାପୂର୍ଣ୍ଣ କଥାମାନ କହିଥିଲେ, ଓ ଅନେକ ଲୋକଙ୍କ ଆଗରେ ତୁମ୍ଭମାନଙ୍କୁ ଅପଦସ୍ତ କରିଥିଲେ। ବେଳେବେଳେ ଏହିଭଳି ଖରାପ ବ୍ୟବହାର ମଧ୍ୟଦେଇ ଗତି କରୁଥିବା ଲୋକଙ୍କୁ ତୁମ୍ଭେମାନେ ସାହାଯ୍ୟ କଲ। 34 ଯେଉଁମାନେ ବନ୍ଦୀଘରେ ରଖା ଯାଇଥିଲେ, ସେମାନଙ୍କର ଅସୁବିଧାଗୁଡ଼ିକରେ ତୁମ୍ଭେମାନେ ଭାଗନେଲ, ଓ ସେମାନଙ୍କୁ ସାହାଯ୍ୟ କଲ। ତୁମ୍ଭମାନଙ୍କର ଧନ-ସମ୍ପତ୍ତି ସବୁ ତୁମ୍ଭମାନଙ୍କଠାରୁ ନେଇ ଯିବା ପରେ ମଧ୍ୟ ତୁମ୍ଭେମାନେ ଆନନ୍ଦରେ ଥିଲ। ତୁମ୍ଭେମାନେ ଆନନ୍ଦରେ ରହିଥିଲ, କାରଣ ଜାଣିଥିଲ ଯେ ତୁମ୍ଭମାନଙ୍କ ପାଖରେ ଯାହାକିଛି ଅଛି ତାହା ଅତ୍ୟଧିକ ଭଲ। ଏବଂ ତାହା ସବୁଦିନ ପାଇଁ ରହିବ।

35 ଅତଏବ ପୂର୍ବରୁ ଥିବା ସାହସ ତୁମ୍ଭେମାନେ ହରାଅ ନାହିଁ। ତୁମ୍ଭମାନଙ୍କର ସାହସ ପାଇଁ ତୁମ୍ଭେମାନେ ପ୍ରଚୁର ମାତ୍ରାରେ ପୁରସ୍କାର ପାଇବ। 36 ତୁମ୍ଭେମାନେ ଧୈର୍ଯ୍ୟବାନ ହେବା ଦରକାର। ପରମେଶ୍ୱର ଯାହା ଇଚ୍ଛା କରନ୍ତି, ସେହିସବୁ କାମ କରି ସାରିଲା ପରେ, ସେ ଯାହା ପ୍ରତିଜ୍ଞା କରିଛନ୍ତି, ସେ ସବୁ ତୁମ୍ଭେମାନେ ପାଇବ। 37 ଆଜି ଅଳ୍ପ ସମୟରେ,

“ଯାହାଙ୍କ ଆସିବା କଥା ସେ ଆସିବେ,
    ତାହାଙ୍କର ଡେରି ହେବ ନାହିଁ।
38 ଯେଉଁ ଲୋକ ମୋ’ ସହିତ ଧାର୍ମିକ,
    ତା’ର ବିଶ୍ୱାସ ହେତୁ ସେ ଜୀବିତ ରହିବ।
କିନ୍ତୁ ଯଦି ସେ ଲୋକ ଭୟରେ ମୁହଁ ମୋଡ଼େ,
    ମୁଁ ତା’ ଉପରେ ପ୍ରସନ୍ନ ହେବି ନାହିଁ।” (A)

39 କିନ୍ତୁ ଆମ୍ଭେ ସେହି ଲୋକମାନଙ୍କ ପରି ନୋହୁଁ ଯେଉଁମାନେ ବିମୁଖ ହୁଅନ୍ତି ଓ ହଜିଯାଆନ୍ତି। ଯେଉଁମାନଙ୍କର ବିଶ୍ୱାସ ରହିଛି, ଓ ଉଦ୍ଧାର ପାଇଛନ୍ତି ଆମ୍ଭେ ସେମାନଙ୍କ ଭଳି ଅଟୁ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center