Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 132:1-12

ଆରୋହଣ ଗୀତ।

132 ସଦାପ୍ରଭୁ, ଦାଉଦଙ୍କର ସପକ୍ଷରେ ତାଙ୍କର ସମସ୍ତ ମହାନ କାର୍ଯ୍ୟକୁ ସ୍ମରଣ କର।
ଏବଂ ସ୍ମରଣ କର, କିପରି ସେ ସଦାପ୍ରଭୁଙ୍କଠାରେ ଶପଥ ନେଲେ,
    ଦାଉଦ ଯାକୁବର ଶକ୍ତିମାନ ପରମେଶ୍ୱରଙ୍କଠାରେ ଏକ ବିଶେଷ ପ୍ରତିଜ୍ଞା କଲେ।
“ସଦାପ୍ରଭୁଙ୍କ ପାଇଁ ମୁଁ ଏକ ପବିତ୍ର ଗୃହ ନ ପାଇବା ପର୍ଯ୍ୟନ୍ତ
    ସର୍ବଶକ୍ତିମାନ ଯାକୁବର ପରମେଶ୍ୱରଙ୍କ ପାଇଁ ଏକ ତମ୍ବୁ କରିବି।
ମୁଁ ଶୟନ କରିବି ନାହିଁ।
    ମୁଁ ମୋର ଚକ୍ଷୁକୁ ବିଶ୍ରାମ ଦେବି ନାହିଁ।
ମୁଁ ମୋର ଗୃହକୁ ଯିବି ନାହିଁ
    ଏବଂ ମୁଁ ମୋ’ ବିଛଣାରେ ରହିବି ନାହିଁ।”

ଦେଖ ଆମ୍ଭେମାନେ ଇଫ୍ରାଥାରେ ନିୟମ-ସିନ୍ଦୁକ ବିଷୟରେ ଶୁଣିଲୁ।
    ଆମ୍ଭେମାନେ ବିନମ୍ର କ୍ଷେତ୍ରରେ ଏହାକୁ ପାଇଲୁ।
ଗ୍ଭଲ ସେହି ପବିତ୍ର ତମ୍ବୁକୁ ଯିବା।
    ଆମ୍ଭେ ତାଙ୍କ ପାଦପୀଠରେ ଉପାସନା କରିବା।
ସଦାପ୍ରଭୁ, ଉଠ ଏବଂ ତୁମ୍ଭର ବିଶ୍ରାମ ସ୍ଥାନକୁ ଯାଅ,
    ସିନ୍ଦୁକ ସହିତ ଯାଅ, ତାହା ତୁମ୍ଭର ଶକ୍ତିକୁ ପ୍ରଦର୍ଶନ କରେ।
ସଦାପ୍ରଭୁ ତୁମ୍ଭର ଯାଜକମାନେ ବିଜୟ ପରିହିତ ହୁଅନ୍ତୁ
    ଏବଂ ତୁମ୍ଭ ଅନୁସରଣକାରୀମାନେ ବହୁତ ଆନନ୍ଦରେ ପାଟି କରନ୍ତୁ।
10 ତୁମ୍ଭ ଦାସ ଦାଉଦଙ୍କ ସକାଶୁ
    ତୁମ୍ଭର ଅଭିଷିକ୍ତ ରାଜାଙ୍କୁ ପରିତ୍ୟାଗ କର ନାହିଁ।
11 ସଦାପ୍ରଭୁ ଦାଉଦଙ୍କୁ ପ୍ରତିଜ୍ଞା କଲେ, ତାଙ୍କ ପ୍ରତି ବିଶ୍ୱାସର ଗୋଟିଏ ଶପଥ କଲେ,
    “ଆମ୍ଭେ ତୁମ୍ଭର ବଂଶରୁ ଜଣକୁ ସବୁଦିନ ପାଇଁ ରାଜସିଂହାସନରେ ଅଧିଷ୍ଠିତ କରିବା।
12 “ଦାଉଦ, ଯଦି ତୁମ୍ଭର ଉତ୍ତରାଧିକାରୀଗଣ ଆମ୍ଭର ନିୟମକୁ ଓ ଆମ୍ଭେ ଯେଉଁ ବ୍ୟବସ୍ଥା ଶିକ୍ଷା ସେମାନଙ୍କୁ ଦିଏ ସେଗୁଡ଼ିକୁ ମାନନ୍ତି,
    ତେବେ ତୁମ୍ଭ ପରିବାରରୁ କେହିଜଣେ ସବୁଦିନ ରାଜା ହୋଇ ରହିବି।”

ଗୀତସଂହିତା 132:13-18

13 ସଦାପ୍ରଭୁ ସିୟୋନକୁ ତାଙ୍କର ମନ୍ଦିର ପାଇଁ ବାଛିଲେ।
    ଓ ସେ ସେହି ସ୍ଥାନକୁ ଆପଣା ବାସସ୍ଥାନ ପାଇଁ ମନୋନୀତ କଲେ।
14 ସଦାପ୍ରଭୁ କହିଲେ, “ଏହା ଚିରକାଳ ମୋର ବିଶ୍ରାମସ୍ଥାନ ହେବ।
    ଏହା ହେଉଛି ଗୋଟିଏ ସ୍ଥାନ ଯେଉଁଥିରେ ଆମ୍ଭେ ସିଂହାସନରେ ବସିବାକୁ ଗ୍ଭହୁଁ।
15 ଆମ୍ଭେ ସେହି ସହରର ଖାଦ୍ୟ ଉପରେ ବହୁଳ ରୂପେ ଆଶୀର୍ବାଦ କରିବା।
    ଏପରିକି ସେଠାକାର ଗରିବମାନେ ମଧ୍ୟ ପ୍ରଚୁର ଖାଦ୍ୟ ପାଇବେ।
16 ଆମ୍ଭେ ତାଙ୍କର ଯାଜକଗଣଙ୍କୁ ହିଁ ପରିତ୍ରାଣ ରୂପକ ବସ୍ତ୍ର ପିନ୍ଧାଇବା
    ଓ ଆମ୍ଭର ଅନୁଗାମୀମାନେ ଆନନ୍ଦରେ ଧ୍ୱନି କରିବେ।
17 ଏହା ଗୋଟିଏ ଜାଗା ଯେଉଁଠାରେ କି ଆମ୍ଭେ ଦାଉଦଙ୍କର ପରିବାରକୁ ଶକ୍ତିଶାଳୀ କରିବା।
    ଆମ୍ଭେ ଆପଣା ବଚ୍ଛାଯାଇଥିବା ରାଜାଙ୍କ ପ୍ରଦୀପ ଜଳିବାକୁ କେବେହେଲେ ନିବୃତ୍ତ କରିବା ନାହିଁ।
18 ତାଙ୍କର ଶତ୍ରୁଗଣଙ୍କୁ ଲଜ୍ଜାରେ ଆଚ୍ଛାଦିତ କରିବା,
    କିନ୍ତୁ ତାଙ୍କ ମୁଣ୍ଡ ଉପରେ ଚ‌କ୍‌ଚକ୍ କରୁଥିବା ରାଜମୁକୁଟ ଶୋଭା ପାଇବ।”

ରାଜାବଳୀର ଦ୍ୱିତୀୟ ପୁସ୍ତକ 22:1-10

ଯିହୁଦାରେ ଯୋଶିୟଙ୍କ ଶାସନ ଆରମ୍ଭ

22 ଯୋଶିୟ ଆଠ ବର୍ଷ ବୟସରେ ରାଜ୍ୟ ଶାସନ ଆରମ୍ଭ କଲେ ଓ ସେ ଯିରୁଶାଲମରେ ଏକତିରିଶ୍ ବର୍ଷ ରାଜତ୍ୱ କଲେ। ତାଙ୍କର ମାତାଙ୍କର ନାମ ଯିଦୀଦା ଓ ସେ ବସ୍କତୀୟ ଅଦାୟଙ୍କର କନ୍ୟା ଥିଲେ। ଯୋଶିୟ ସଦାପ୍ରଭୁଙ୍କ ଦୃଷ୍ଟିରେ ସୁକର୍ମ କଲେ ଏବଂ ସେ ଦାଉଦଙ୍କର ପୂର୍ବପୁରୁଷ ପରି ବାସ କଲେ। ସେ ସଦାପ୍ରଭୁଙ୍କ ଶିକ୍ଷା ମାନ୍ୟ କଲେ। ପରମେଶ୍ୱର ଯାହା ଗ୍ଭହୁଁଥିଲେ ସେ ଠିକ୍ ତାହା ସବୁ କଲେ।

ମନ୍ଦିର ମରାମତି ପାଇଁ ଯୋଶିୟଙ୍କ ଆଦେଶ

ଯୋଶିୟ ତାଙ୍କ ରାଜତ୍ୱର ଅଷ୍ଟାଦଶ ବର୍ଷରେ ମଶୁଲ୍ଲମର ପୌତ୍ର, ଅ‌ତ୍‌ସଲିୟର ପୁତ୍ର ଶାଫନ ସେମାନଙ୍କୁ ସଦାପ୍ରଭୁଙ୍କ ମନ୍ଦିରକୁ ପଠାଇ କହିଲେ। “ତୁମ୍ଭେ ମହାଯାଜକ ହି‌ଲ୍‌‌‌କିୟ ନିକଟକୁ ଯାଅ, ତାଙ୍କୁ କୁହ ସଦାପ୍ରଭୁଙ୍କ ମନ୍ଦିରକୁ ଆନୀତ ଯେଉଁ ମୁଦ୍ରା ଦ୍ୱାରପାଳମାନେ ଲୋକମାନଙ୍କଠାରୁ ସଂଗ୍ରହ କରୁଛନ୍ତି, ସେ ମୁଦ୍ରା ଏଠିକି ଆଣ। ସେ ସେହି ମୁଦ୍ରାକୁ ସଦାପ୍ରଭୁଙ୍କ ମନ୍ଦିର ମରାମତି ପାଇଁ ଶ୍ରମିକମାନଙ୍କୁ ମଜୁରୀ ଦିଅନ୍ତୁ। ଆଉ ମଧ୍ୟ ସେ ମନ୍ଦିର ମରାମତିରେ ତତ୍ତ୍ୱବଧାରକ ଯାଜକ ମୁଦ୍ରା ଦିଅନ୍ତୁ। ସେହି ମୁଦ୍ରାକୁ ବଢ଼େଇ, ରାଜମିସ୍ତ୍ରି ଓ ପ୍ରସ୍ତର ଖୋଦନକାରୀଙ୍କୁ ଦେବାରେ ବ୍ୟବହାର କରନ୍ତୁ। ପୁଣି ମନ୍ଦିର ପୁନଃନିର୍ମାଣରେ ବ୍ୟବହୃତ କାଠ ଓ ଖୋଦିତ ପଥର କିଣିବାରେ ସେହି ମୁଦ୍ରାକୁ ବିନିଯୋଗ କରନ୍ତୁ। ସେହି କାର୍ଯ୍ୟ କରୁଥିବା ଲୋକମାନଙ୍କୁ ଯେଉଁ ମୁଦ୍ରା ଦିଆଗଲା ତା’ର ହିସାବ ରଖାଗଲା ନାହିଁ, କାରଣ ସେମାନେ ବିଶ୍ୱସ୍ତ ରୂପେ କାର୍ଯ୍ୟ କଲେ।”

ବ୍ୟବସ୍ଥା ପୁସ୍ତକ ମନ୍ଦିରରୁ ପ୍ରାପ୍ତ

ସେତେବେଳେ ମହାଯାଜକ ହି‌ଲ୍‌‌‌କିୟ ଶାଫନ୍ ସମ୍ପାଦକଙ୍କୁ କହିଲା, “ଦେଖ, ଆମ୍ଭେ ସଦାପ୍ରଭୁଙ୍କ ମନ୍ଦିରର ଏହି ବ୍ୟବସ୍ଥା ପୁସ୍ତକ ପାଇଅଛୁ।” ତା’ପରେ ଶାଫନ୍ ସେହି ପୁସ୍ତକ ପାଠ କଲେ।

ଏହା ପରେ ଶାଫନ୍ ସମ୍ପାଦକ ରାଜା ଯୋଶିୟଙ୍କ ନିକଟକୁ ଆସିଲା ଓ ରାଜାଙ୍କୁ ସମ୍ବାଦ ଦେଲା, “ଆପଣଙ୍କ ସେବକମାନେ ମନ୍ଦିରରୁ ପ୍ରାପ୍ତ ସମସ୍ତ ମୁଦ୍ରା ସଦାପ୍ରଭୁଙ୍କ ମନ୍ଦିରରେ କାର୍ଯ୍ୟ କରୁଥିବା କର୍ମକାରୀମାନଙ୍କୁ ଓ ତତ୍ତ୍ୱାବଧାରକମାନଙ୍କୁ ପ୍ରଦାନ କରିଅଛନ୍ତି।” 10 ତା’ପରେ ଶାଫନ୍ ଲେଖକ ରାଜାଙ୍କୁ କହିଲେ, “ମହାଯାଜକ ହି‌ଲ୍‌‌‌କିୟ ଏହି ପୁସ୍ତକ ମୋତେ ଦେଇଛନ୍ତି।” ତା’ପରେ ଶାଫନ୍ ରାଜାଙ୍କ ସାକ୍ଷାତରେ ତାହା ପାଠ କଲା।

ପ୍ରେରିତମାନଙ୍କ କାର୍ଯ୍ୟର ବିବରଣ 7:54-8:3

ସ୍ତିଫାନଙ୍କ ହତ୍ୟା

54 ଯିହୂଦୀ ନେତାମାନେ ଏହା ଶୁଣି ସ୍ତିଫାନଙ୍କର ଉପରେ ଭୀଷଣ ରାଗି ଦାନ୍ତ କଡ଼ମଡ଼ କଲେ। 55 କିନ୍ତୁ ସ୍ତିଫାନ ପବିତ୍ରଆତ୍ମାରେ ପୂର୍ଣ୍ଣ ହୋଇ ଆକାଶକୁ ଗ୍ଭହିଁଲେ। ସେଠାରେ ସେ ପରମେଶ୍ୱରଙ୍କ ଗୌରବ ଦେଖିଲେ। ସେ ଯୀଶୁଙ୍କୁ ପରମେଶ୍ୱରଙ୍କ ଡାହାଣ ପଟେ ଠିଆ ହେବାର ଦେଖିଲେ। 56 ସ୍ତିଫାନ କହିଲେ, “ଦେଖ, ମୁଁ ସ୍ୱର୍ଗକୁ ଖୋଲା ଅବସ୍ଥାରେ ଓ ପରମେଶ୍ୱରଙ୍କ ଡାହାଣ ପଟେ ମନୁଷ୍ୟପୁତ୍ରଙ୍କୁ ଠିଆ ହେବାର ଦେଖୁଛି।”

57 ଏଥିରେ ଯିହୂଦୀ ନେତାମାନେ କାନରେ ହାତ ଦେଇ ଖୁବ୍ ଜୋ‌ର୍‌‌ରେ ପାଟି କଲେ। ସେମାନେ ଏକାଠି ହୋଇ ସ୍ତିଫାନଙ୍କ ଆଡ଼କୁ ଦୌଡ଼ିଲେ। 58 ସେମାନେ ତାହାଙ୍କୁ ନଗର ବାହାରକୁ ଟାଣି ନେଇ ପଥର ମାରିବା ଆରମ୍ଭ କରିଦେଲେ। ସାକ୍ଷୀମାନେ ଶାଉଲ ନାମକ ଜଣେ ଯୁବକର ପାଖରେ ସେମାନଙ୍କର ଲୁଗାପଟା ରଖିଲେ। 59 ପଥର ଫୋପାଡ଼ିବା ସମୟରେ ସ୍ତିଫାନ ପ୍ରାର୍ଥନା କରି କହିଲେ, “ହେ ପ୍ରଭୁ ଯୀଶୁ, ମୋ’ ଆତ୍ମାକୁ ଗ୍ରହଣ କର।” 60 ତା’ପରେ ସେ ଆଣ୍ଠୁମାଡ଼ି ପଡ଼ି ଜୋ‌ର୍‌‌ରେ କହିଲେ, “ହେ ପ୍ରଭୁ, ଏହି ପାପ ନିମନ୍ତେ ଏମାନଙ୍କୁ ଅପରାଧୀ ଗଣନା କର ନାହିଁ।” ଏହା କହି ସେ ମୃତ୍ୟୁବରଣ କଲେ।

ସ୍ତିଫାନଙ୍କ ମୃତ୍ୟୁ ଯେ ଯଥାର୍ଥ, ଏହା ଶାଉଲ ସମର୍ଥନ କରିଥିଲେ। କେତେକ ନିଷ୍ଠାପର ଲୋକ ସ୍ତିଫାନଙ୍କୁ କବର ଦେଲ ଓ ତାହାଙ୍କ ପାଇଁ ବହୁତ କାନ୍ଦିଲେ।

ବିଶ୍ୱାସୀମାନଙ୍କ ଉପରେ ଉ‌ଦ୍‌ବେଗ ଅଶାନ୍ତି

ସେହି ଦିନ ଯିରୁଶାଲମରେ ଥିବା ବିଶ୍ୱାସୀମାନଙ୍କ ବିରୁଦ୍ଧରେ ଗୋଟିଏ ଭୀଷଣ ତାଡ଼ନା ହେଲା। ପ୍ରେରିତମାନଙ୍କ ବ୍ୟତୀତ ଅନ୍ୟ ସମସ୍ତ ବିଶ୍ୱାସୀ ଯିହୂଦା ଓ ଶମିରୋଣ ଦେଶର ବିଭିନ୍ନ ସ୍ଥାନରେ ଛିନ୍ନଭିନ୍ନ ହୋଇଗଲେ। କିନ୍ତୁ ଶାଉଲ ଘରେ ଘରେ ପଶି ପୁରୁଷ ଓ ସ୍ତ୍ରୀମାନଙ୍କୁ ଟାଣି ଆଣି କାରାଗାରରେ ରଖିଲେ ଓ ମଣ୍ଡଳୀ ଧ୍ୱଂସ କରିବା ପାଇଁ ଚେଷ୍ଟା କଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center