Revised Common Lectionary (Semicontinuous)
ଆରୋହଣ ଗୀତ।
132 ସଦାପ୍ରଭୁ, ଦାଉଦଙ୍କର ସପକ୍ଷରେ ତାଙ୍କର ସମସ୍ତ ମହାନ କାର୍ଯ୍ୟକୁ ସ୍ମରଣ କର।
2 ଏବଂ ସ୍ମରଣ କର, କିପରି ସେ ସଦାପ୍ରଭୁଙ୍କଠାରେ ଶପଥ ନେଲେ,
ଦାଉଦ ଯାକୁବର ଶକ୍ତିମାନ ପରମେଶ୍ୱରଙ୍କଠାରେ ଏକ ବିଶେଷ ପ୍ରତିଜ୍ଞା କଲେ।
3 “ସଦାପ୍ରଭୁଙ୍କ ପାଇଁ ମୁଁ ଏକ ପବିତ୍ର ଗୃହ ନ ପାଇବା ପର୍ଯ୍ୟନ୍ତ
ସର୍ବଶକ୍ତିମାନ ଯାକୁବର ପରମେଶ୍ୱରଙ୍କ ପାଇଁ ଏକ ତମ୍ବୁ କରିବି।
4 ମୁଁ ଶୟନ କରିବି ନାହିଁ।
ମୁଁ ମୋର ଚକ୍ଷୁକୁ ବିଶ୍ରାମ ଦେବି ନାହିଁ।
5 ମୁଁ ମୋର ଗୃହକୁ ଯିବି ନାହିଁ
ଏବଂ ମୁଁ ମୋ’ ବିଛଣାରେ ରହିବି ନାହିଁ।”
6 ଦେଖ ଆମ୍ଭେମାନେ ଇଫ୍ରାଥାରେ ନିୟମ-ସିନ୍ଦୁକ ବିଷୟରେ ଶୁଣିଲୁ।
ଆମ୍ଭେମାନେ ବିନମ୍ର କ୍ଷେତ୍ରରେ ଏହାକୁ ପାଇଲୁ।
7 ଗ୍ଭଲ ସେହି ପବିତ୍ର ତମ୍ବୁକୁ ଯିବା।
ଆମ୍ଭେ ତାଙ୍କ ପାଦପୀଠରେ ଉପାସନା କରିବା।
8 ସଦାପ୍ରଭୁ, ଉଠ ଏବଂ ତୁମ୍ଭର ବିଶ୍ରାମ ସ୍ଥାନକୁ ଯାଅ,
ସିନ୍ଦୁକ ସହିତ ଯାଅ, ତାହା ତୁମ୍ଭର ଶକ୍ତିକୁ ପ୍ରଦର୍ଶନ କରେ।
9 ସଦାପ୍ରଭୁ ତୁମ୍ଭର ଯାଜକମାନେ ବିଜୟ ପରିହିତ ହୁଅନ୍ତୁ
ଏବଂ ତୁମ୍ଭ ଅନୁସରଣକାରୀମାନେ ବହୁତ ଆନନ୍ଦରେ ପାଟି କରନ୍ତୁ।
10 ତୁମ୍ଭ ଦାସ ଦାଉଦଙ୍କ ସକାଶୁ
ତୁମ୍ଭର ଅଭିଷିକ୍ତ ରାଜାଙ୍କୁ ପରିତ୍ୟାଗ କର ନାହିଁ।
11 ସଦାପ୍ରଭୁ ଦାଉଦଙ୍କୁ ପ୍ରତିଜ୍ଞା କଲେ, ତାଙ୍କ ପ୍ରତି ବିଶ୍ୱାସର ଗୋଟିଏ ଶପଥ କଲେ,
“ଆମ୍ଭେ ତୁମ୍ଭର ବଂଶରୁ ଜଣକୁ ସବୁଦିନ ପାଇଁ ରାଜସିଂହାସନରେ ଅଧିଷ୍ଠିତ କରିବା।
12 “ଦାଉଦ, ଯଦି ତୁମ୍ଭର ଉତ୍ତରାଧିକାରୀଗଣ ଆମ୍ଭର ନିୟମକୁ ଓ ଆମ୍ଭେ ଯେଉଁ ବ୍ୟବସ୍ଥା ଶିକ୍ଷା ସେମାନଙ୍କୁ ଦିଏ ସେଗୁଡ଼ିକୁ ମାନନ୍ତି,
ତେବେ ତୁମ୍ଭ ପରିବାରରୁ କେହିଜଣେ ସବୁଦିନ ରାଜା ହୋଇ ରହିବି।”
13 ସଦାପ୍ରଭୁ ସିୟୋନକୁ ତାଙ୍କର ମନ୍ଦିର ପାଇଁ ବାଛିଲେ।
ଓ ସେ ସେହି ସ୍ଥାନକୁ ଆପଣା ବାସସ୍ଥାନ ପାଇଁ ମନୋନୀତ କଲେ।
14 ସଦାପ୍ରଭୁ କହିଲେ, “ଏହା ଚିରକାଳ ମୋର ବିଶ୍ରାମସ୍ଥାନ ହେବ।
ଏହା ହେଉଛି ଗୋଟିଏ ସ୍ଥାନ ଯେଉଁଥିରେ ଆମ୍ଭେ ସିଂହାସନରେ ବସିବାକୁ ଗ୍ଭହୁଁ।
15 ଆମ୍ଭେ ସେହି ସହରର ଖାଦ୍ୟ ଉପରେ ବହୁଳ ରୂପେ ଆଶୀର୍ବାଦ କରିବା।
ଏପରିକି ସେଠାକାର ଗରିବମାନେ ମଧ୍ୟ ପ୍ରଚୁର ଖାଦ୍ୟ ପାଇବେ।
16 ଆମ୍ଭେ ତାଙ୍କର ଯାଜକଗଣଙ୍କୁ ହିଁ ପରିତ୍ରାଣ ରୂପକ ବସ୍ତ୍ର ପିନ୍ଧାଇବା
ଓ ଆମ୍ଭର ଅନୁଗାମୀମାନେ ଆନନ୍ଦରେ ଧ୍ୱନି କରିବେ।
17 ଏହା ଗୋଟିଏ ଜାଗା ଯେଉଁଠାରେ କି ଆମ୍ଭେ ଦାଉଦଙ୍କର ପରିବାରକୁ ଶକ୍ତିଶାଳୀ କରିବା।
ଆମ୍ଭେ ଆପଣା ବଚ୍ଛାଯାଇଥିବା ରାଜାଙ୍କ ପ୍ରଦୀପ ଜଳିବାକୁ କେବେହେଲେ ନିବୃତ୍ତ କରିବା ନାହିଁ।
18 ତାଙ୍କର ଶତ୍ରୁଗଣଙ୍କୁ ଲଜ୍ଜାରେ ଆଚ୍ଛାଦିତ କରିବା,
କିନ୍ତୁ ତାଙ୍କ ମୁଣ୍ଡ ଉପରେ ଚକ୍ଚକ୍ କରୁଥିବା ରାଜମୁକୁଟ ଶୋଭା ପାଇବ।”
11 ଏଥିରେ ରାଜା ସେହି ବ୍ୟବସ୍ଥା ପୁସ୍ତକର ବାକ୍ୟ ଶ୍ରବଣ କରି ଆପଣା ଦୁଃଖ ଓ ବ୍ୟସ୍ତତା ଜଣାଇବାକୁ ବସ୍ତ୍ର ଚିରିଲେ। 12 ତା’ପରେ ରାଜା ହିଲ୍କିୟ ଯାଜକକୁ, ଶାଫନ୍ର ପୁତ୍ର ଅହୀକାମକୁ, ମିଖାୟର ପୁତ୍ର ଅକ୍ବୋରକୁ, ଶାଫନ୍ ସମ୍ପାଦକ ଓ ଅସାୟ ନାମକ ରାଜ ଭୃତ୍ୟକୁ ଏହି ଆଜ୍ଞା ଦେଇ କହିଲେ। 13 ରାଜା ଯୋଶିୟ କହିଲେ, “ତୁମ୍ଭେମାନେ ଯାଅ, ସଦାପ୍ରଭୁଙ୍କୁ ପଗ୍ଭର ମୋ’ ପାଇଁ, ଲୋକମାନଙ୍କ ପାଇଁ ଓ ସମଗ୍ର ଯିହୁଦା ପାଇଁ କ’ଣ କରିବୁ। ଏହି ପୁସ୍ତକ ବିଷୟରେ ପଗ୍ଭର। ପରମେଶ୍ୱର ଆମ୍ଭ ଉପରେ ଅତ୍ୟନ୍ତ କ୍ରୋଧିତ ହୋଇଛନ୍ତି। କାରଣ ଏହି ପୁସ୍ତକରେ ଆମ୍ଭ ପାଇଁ ଯେପରି ଲେଖା ଥିଲା, ଆମ୍ଭର ପୂର୍ବପୁରୁଷମାନେ ସଦାପ୍ରଭୁଙ୍କ ବାକ୍ୟ ପ୍ରତି ଧ୍ୟାନ ଦେଇ ନ ଥିଲେ।”
ଯୋଶିୟ ଓ ଭବିଷ୍ୟଦ୍ବକ୍ତା ହୁଲଦା
14 ଏଣୁ ହିଲ୍କିୟ ଯାଜକ, ଅହୀକାମ୍, ଅକ୍ବୋର, ଶାଫନ ଓ ଅସାୟ ବସ୍ତ୍ରାଗାର ରକ୍ଷକ ହର୍ହସର ପୌତ୍ର, ତିକ୍ବର ପୁତ୍ର ଶଲ୍ଲୁମର ଭାର୍ଯ୍ୟା ହୁଲଦା ଭବିଷ୍ୟଦ୍ବକ୍ତା ନିକଟକୁ ଗଲେ। ଯିଏ ଯାଜକର ଲୁଗାର ଯତ୍ନ ନେଲେ। ସେ ଯିରୁଶାଲମର ଦ୍ୱିତୀୟ କୋଠରୀରେ ବାସ କରୁଥିଲା। ସେମାନେ ତା’ ସହିତ କଥାବାର୍ତ୍ତା ହେଲେ।
15 ତା’ପରେ ହୁଲଦା ସେମାନଙ୍କୁ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ଯେଉଁ ଲୋକ ତୁମ୍ଭମାନଙ୍କୁ ଆମ୍ଭ ନିକଟକୁ ପଠାଇଲା ତାହାକୁ କୁହ। 16 ‘ସଦାପ୍ରଭୁ ଏହା କହନ୍ତି, ଆମ୍ଭେ ଏହି ସ୍ଥାନ ଉପରେ ଓ ତନ୍ନିବାସୀ ଲୋକମାନଙ୍କ ଉପରେ ଅମଙ୍ଗଳ ଘଟାଇବା। ଏହି ପୁସ୍ତକରେ ଲିଖିତ ଯିହୁଦା ରାଜାଙ୍କ ପଠିତ ବାକ୍ୟ ଅନୁସାରେ ସମସ୍ତ ଅମଙ୍ଗଳ ଘଟାଇବା। 17 କାରଣ ଯିହୁଦାର ଲୋକମାନେ ମୋତେ ପରିତ୍ୟାଗ କରିଛନ୍ତି। ସେମାନେ ଅନ୍ୟ ଦେବତାଗଣଙ୍କ ପାଦରେ ଧୂପ ଜଳାଇଛନ୍ତି। ସେମାନେ ବହୁତ ପ୍ରତିମା ତିଆରି କରିଛନ୍ତି ଓ ମୋତେ ଅତି କ୍ରୋଧ କରାଇଛନ୍ତି। ତେଣୁ ଏହି ସ୍ଥାନ ବିରୁଦ୍ଧରେ ଆମ୍ଭର କ୍ରୋଧାଗ୍ନି ପ୍ରଜ୍ୱଳିତ ହେବ ଓ ତାହା କେବେ ନିର୍ବାପିତ ହେବ ନାହିଁ।’
18-19 “ଯିହୁଦାର ରାଜା ଯୋଶିୟ ସଦାପ୍ରଭୁଙ୍କୁ ପଗ୍ଭରିବାକୁ ତୁମ୍ଭମାନଙ୍କୁ ପଠାଇଲେ। ତୁମ୍ଭେ ତାଙ୍କୁ କୁହ, ‘ସଦାପ୍ରଭୁ ଇସ୍ରାଏଲ ପରମେଶ୍ୱର ଏହିକଥା କହନ୍ତି, ଯାହା ତୁମ୍ଭେ ପୁସ୍ତକରୁ ପଢ଼ି ଶୁଣିଛ, ମୋର ବାକ୍ୟଗୁଡ଼ିକ ଏହି ସ୍ଥାନ ଓ ଏହାର ନିବାସୀମାନଙ୍କ ବିଷୟରେ ଥିଲା। ଭୟଙ୍କର ଜିନିଷ ଏହି ନିବାସୀ ଓ ଏହି ସ୍ଥାନରେ ଘଟିବ। ଏହା ଶୁଣି ତୁମ୍ଭର ହୃଦୟ କୋମଳ ହେଲା। ତୁମ୍ଭେ ସଦାପ୍ରଭୁଙ୍କ ଛାମୁରେ ନିଜକୁ ନମ୍ର କଲ ଓ ନିଜ ବସ୍ତ୍ର ଚିରିଲ ଓ ମୋ’ ଛାମୁରେ କ୍ରନ୍ଦନ କଲ। ଏଣୁ ମୁଁ ତୁମ୍ଭର ବିନତି ଶୁଣିଲି। 20 ତେଣୁ ଆମ୍ଭେ ତୁମ୍ଭଙ୍କୁ ତୁମ୍ଭ ପୂର୍ବପୁରୁଷଙ୍କ ନିକଟକୁ ଆଣିବା। ତୁମ୍ଭେ ଶାନ୍ତିରେ ସେମାନଙ୍କ ସହିତ କବରରେ ସଂଗୃହୀତ ହେବ। ତୁମ୍ଭେ ଭୟଙ୍କର କ୍ଳେଶ ଦେଖିବ ନାହିଁ। କାରଣ ମୁଁ ଏହି ସ୍ଥାନରେ ତୁମ୍ଭମାନଙ୍କୁ ଆଣିବାକୁ ଯାଉଛି।’”
ଏହା ପରେ ସେମାନେ ପୁନର୍ବାର ରାଜାଙ୍କୁ ଏହି ସମାଗ୍ଭର ଦେଲେ।
20 କିନ୍ତୁ ବାସ୍ତବ କଥା ଏହି ଯେ, ଖ୍ରୀଷ୍ଟଙ୍କୁ ମୃତ୍ୟୁରୁ ଉତ୍ଥିତ କରାଯାଇଛି। ସେ ହେଉଛନ୍ତି ମୃତ ବିଶ୍ୱାସୀମାନଙ୍କ ମଧ୍ୟରୁ ଉତ୍ଥିତ ପ୍ରଥମ ଫଳ ସ୍ୱରୂପ। 21 ଜଣେ ମନୁଷ୍ୟ ହେତୁ ଲୋକମାନଙ୍କ ପାଖକୁ ମୃତ୍ୟୁ ଆସିଲା। କିନ୍ତୁ ଜଣେ ମନୁଷ୍ୟ ଦ୍ୱାରା ମଧ୍ୟ ମୃତ୍ୟୁର ପୁନରୁତ୍ଥାନ ହେଲା। 22 ଆଦମ ଯୋଗୁଁ ସମସ୍ତ ଲୋକ ମୃତ୍ୟୁ ଭୋଗ କରନ୍ତି, ସେହିଭଳି ଖ୍ରୀଷ୍ଟଙ୍କ ଯୋଗୁଁ ସମସ୍ତ ଲୋକଙ୍କୁ ପୁନର୍ଜୀବିତ ହେବେ। 23 କିନ୍ତୁ ପ୍ରତ୍ୟେକ ଲୋକ କ୍ରମାନୁସାରେ ପୁନଃ ଜୀବିତ ହେବେ। ପ୍ରଥମ ଫଳ ସ୍ୱରୂପ ଖ୍ରୀଷ୍ଟ ତା’ପରେ ଖ୍ରୀଷ୍ଟଙ୍କ ଆଗମନ ସମୟରେ ତାହାଙ୍କ ଆଶ୍ରିତମାନେ ପୁନରୁତ୍ଥିତ ହେବେ। 24 ତା’ପରେ ଯୁଗାନ୍ତ ହେବ। ସମସ୍ତ ଶାସକ, କ୍ଷମତା ଓ ଶକ୍ତିଗୁଡ଼ିକୁ ଲୋପ କରିବା ପରେ ଖ୍ରୀଷ୍ଟ ପିତା ପରମେଶ୍ୱରଙ୍କ ରାଜତ୍ୱ ସମର୍ପଣ କରିବେ।
25 କିନ୍ତୁ ଯେତେ ଦିନ ପର୍ଯ୍ୟନ୍ତ ପରମେଶ୍ୱର ସମସ୍ତ ଶତ୍ରୁଙ୍କୁ ଖ୍ରୀଷ୍ଟଙ୍କ ପଦତଳେ ନ ରଖିଛନ୍ତି, ସେତେଦିନ ପର୍ଯ୍ୟନ୍ତ ଖ୍ରୀଷ୍ଟ ରାଜତ୍ୱ କରିବେ। 26 ଶେଷ ଶତ୍ରୁ ଭାବରେ ମୃତ୍ୟୁକୁ ଲୋପ କରାଯିବ। 27 ଶାସ୍ତ୍ର କୁହେ: “ପରମେଶ୍ୱର ସମସ୍ତ ବିଷୟକୁ ତାହାଙ୍କର ପାଦତଳେ ରଖିଛନ୍ତି।” [a] ଯେତେବେଳେ ଏହା କୁହେ ଯେ, ସେ “ସମସ୍ତ ବିଷୟ” ତାହାଙ୍କ ପାଦତଳେ ବଶୀଭୂତ କଲେ ଏଥିରୁ ସ୍ପଷ୍ଟ ଜଣାପଡ଼େ ଯେ, ପରମେଶ୍ୱର ନିଜେ ପ୍ରତ୍ୟେକ ବିଷୟକୁ ଖ୍ରୀଷ୍ଟଙ୍କର ବଶୀଭୂତ କଲେ ଓ ସେ ସେହିସବୁରେ ପରମେଶ୍ୱର ଅନ୍ତର୍ଗତ ନୁହନ୍ତି। 28 ସମସ୍ତ ଖ୍ରୀଷ୍ଟଙ୍କ ବଶୀଭୂତ ହେଲା ଉତ୍ତାରେ ତାଙ୍କ ପୁତ୍ର ଖ୍ରୀଷ୍ଟ ମଧ୍ୟ ପରମେଶ୍ୱରଙ୍କ ବଶୀଭୂତ ହେବେ। ଯେଉଁ ପରମେଶ୍ୱର ପ୍ରତ୍ୟେକ ବିଷୟକୁ ଖ୍ରୀଷ୍ଟଙ୍କ ବଶୀଭୂତ କଲେ, ସେହି ଖ୍ରୀଷ୍ଟ ପରମେଶ୍ୱରଙ୍କ ବଶୀଭୂତ ହେବେ ଓ ଏହିଭଳି ପ୍ରତ୍ୟେକ ବିଷୟ ଉପରେ ପରମେଶ୍ୱର ଶାସନ ପ୍ରତିଷ୍ଠିତ କରିବେ।
2010 by World Bible Translation Center