Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 63

ଦାଉଦଙ୍କର ଏକ ଗୀତ, ସେ ଯିହୁଦା ମରୁଭୂମିରେ ଥିବା ବେଳେ ରଚିତ।

63 ହେ ପରମେଶ୍ୱର, ତୁମ୍ଭେ ମୋର ପରମେଶ୍ୱର।
    ମୁଁ ତୁମ୍ଭକୁ ବହୁତ ଗ୍ଭହୁଁଛି।
ମୋର ସମସ୍ତ ପ୍ରାଣ ତୁମ୍ଭ ପାଇଁ
    ଶୁଷ୍କ ଭୂମି ତୁଲ୍ୟ ତୃଷାର୍ତ୍ତ।
ହଁ, ମୁଁ ତୁମ୍ଭକୁ ପବିତ୍ର ମନ୍ଦିରରେ ଦେଖିଅଛି।
    ମୁଁ ତୁମ୍ଭର ପରାକ୍ରମ ଓ ଗୌରବ ଦେଖିଅଛି।
ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଜୀବନ ଅପେକ୍ଷା ଉତ୍ତମ।
    ମୋର ଓଷ୍ଠାଧର ତୁମ୍ଭର ପ୍ରଶଂସା ଗାନ କରେ।
ହଁ, ମୁଁ ଜୀବନସାରା ତୁମ୍ଭର ପ୍ରଶଂସା କରିବି।
    ମୁଁ ତୁମ୍ଭର ନାମ ଡାକି ପ୍ରାର୍ଥନା କରିବା ସମୟରେ ମୋର ହସ୍ତ ଉଠାଇବି।
ଯେମନ୍ତ ମେଦ ଓ ମଜ୍ଜା, ସେହିପରି ମୋର ପ୍ରାଣ ପରିତୃପ୍ତ ହେବ।
    ମୋ’ ଆନନ୍ଦିତ ଓଷ୍ଠାଧରରେ ତୁମ୍ଭର ପ୍ରଶଂସା କରିବି।
ମୁଁ ଶଯ୍ୟା ଉପରେ ଗଡ଼ୁଥିବା ସମୟରେ ତୁମ୍ଭକୁ ମନେ କରିବି।
    ରାତି ସମୟରେ ମଧ୍ୟ ମୁଁ ତୁମ୍ଭ ବିଷୟରେ ଭାବିବି।
ପ୍ରକୃତରେ ତୁମ୍ଭେ ମୋତେ ସାହାଯ୍ୟ କଲ।
    ମୁଁ ତୁମ୍ଭର ପକ୍ଷ ତଳେ ଆଶ୍ରୟ ନେଇ ଆନନ୍ଦରେ ଗାନ କରିବି।
ମୁଁ ତୁମ୍ଭଠାରେ ଲାଗିରହେ।
    ତୁମ୍ଭର ଡାହାଣ ହସ୍ତ ମୋତେ ସମର୍ଥନ କରେ।

କେତେଲୋକ ମୋର ପ୍ରାଣ ନେବା ପାଇଁ ଚେଷ୍ଟା କରୁଛନ୍ତି।
    କିନ୍ତୁ ସେମାନଙ୍କୁ ଧ୍ୱଂସ କରାଯିବ।
    ସେମାନେ ନିଜ କବରରେ ମିଶି ଯିବେ।
10 ସେମାନଙ୍କୁ ଖ‌ଡ଼୍‌ଗରେ ହତ୍ୟା କରାଯିବ।
    ସେମାନଙ୍କର ଶବକୁ ଜଙ୍ଗଲି ଶୃଗାଳ ଖାଇବେ।
11 କିନ୍ତୁ ରାଜା ପରମେଶ୍ୱରଙ୍କଠାରେ ଆନନ୍ଦ କରିବେ।
    ଯେଉଁମାନେ ପରମେଶ୍ୱରଙ୍କ ନାମରେ ଶପଥ କରନ୍ତି, ସେମାନେ ଆନନ୍ଦିତ ହେବେ କାରଣ ମିଥ୍ୟାବାଦୀମାନଙ୍କର ମୁଖ ବନ୍ଦ ହୋଇଯିବ।

ରାଜାବଳୀର ଦ୍ୱିତୀୟ ପୁସ୍ତକ 23:15-25

15 ନବାଟଙ୍କ ପୁତ୍ର ଯାରବିୟାମ ବୈଥେ‌ଲ୍‌ରେ ଯେଉଁ ଯଜ୍ଞବେଦି ନିର୍ମାଣ କରି ଇସ୍ରାଏଲ ଲୋକଙ୍କୁ ପାପ କରାଇଥିଲେ ଓ ସେ ଯେଉଁ ଉଚ୍ଚସ୍ଥଳୀ ନିର୍ମାଣ କରିଥିଲେ, ଯୋଶିୟ ସେହି ଯଜ୍ଞବେଦି ଓ ଉଚ୍ଚସ୍ଥଳୀ ଭାଙ୍ଗି ପକାଇଲେ। ଯୋଶିୟ ସେହି ପ୍ରସ୍ତରକୁ ପେଷି ଚୂର୍ଣ୍ଣ କଲେ ଓ ଆଶେରା ମୂର୍ତ୍ତିକୁ ଦ‌ଗ୍‌ଧ କଲେ। 16 ଏହା ପରେ ଯୋଶିୟ ଚତୁର୍ଦ୍ଦିଗକୁ ଗ୍ଭହିଁଲା ବେଳେ ସେଠାରେ ପର୍ବତ ଉପରେ କବରମାନ ଦେଖିଲେ। ତହୁଁ ସେ ଲୋକ ପଠାଇ ସେହି କବରମାନଙ୍କର ଅସ୍ଥି ଅଣାଇଲେ। ଆଉ ପରମେଶ୍ୱରଙ୍କ ଲୋକ ପୂର୍ବେ ଯେପରି ପ୍ରଗ୍ଭର କରିଥିଲେ, ତାଙ୍କ ପ୍ରଗ୍ଭରିତ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେହି ଯଜ୍ଞବେଦି ଉପରେ ସେହି ଅସ୍ଥିସବୁ ରଖିଲେ ଓ ଦ‌ଗ୍‌ଧ କରି ଅଶୁଚି କଲେ। ଏହି ସମୟରେ ପରମେଶ୍ୱର ଲୋକଙ୍କ ଦୃଷ୍ଟିରେ ଦେଖିଲେ ଯେ, ଯାରବିୟାମ ଯଜ୍ଞବେଦି ପାଖରେ ଛିଡ଼ା ହୋଇଛି।

ତା’ପରେ ଯୋଶିୟ ପରମେଶ୍ୱରଙ୍କ ଲୋକର କବର ଦେଖିଲେ।

17 ଯୋଶିୟ ପଗ୍ଭରିଲେ, “ଏହି ସମାଧି ପଥର କ’ଣ, ଯାହା ମୁଁ ଦେଖୁଅଛି?”

ସହରର ଲୋକମାନେ ଉତ୍ତର ଦେଲେ, “ଏହା ପରମେଶ୍ୱରଙ୍କ ଲୋକଙ୍କ କବର, ଯିଏ ଯିହୁଦାରୁ ଆସିଲେ ଓ ବୈଥେ‌ଲ୍‌ରେ ତୁମ୍ଭେ କରିଥିବା ଯଜ୍ଞବେଦିର ବଳିଦାନ ଉପରେ ପୂର୍ବରୁ କହିଥିଲେ। ସେ ଏହା ବହୁତ ସମୟ ପୂର୍ବରୁ କହିଥିଲେ।”

18 ତେଣୁ ରାଜା କହିଲେ, “ପରମେଶ୍ୱରଙ୍କ ଲୋକଙ୍କୁ ଏକା ଛାଡ଼ିଦିଅ! ତାଙ୍କର ଅସ୍ଥିଗୁଡ଼ିକୁ ସ୍ଥାନାନ୍ତର କର ନାହିଁ।” ତେଣୁ ସେମାନେ ସେଠାରେ ଶମରିୟାରୁ ଆଗତ ଭବିଷ୍ୟ‌ଦ୍‌ବକ୍ତାର ଅସ୍ଥି ସହିତ ତାଙ୍କର ଅସ୍ଥି ଛାଡ଼ି ଦେଲେ।

19 ପୁଣି ଇସ୍ରାଏଲର ରାଜାମାନେ ସଦାପ୍ରଭୁଙ୍କୁ ବିରକ୍ତି କରିବା ପାଇଁ ଶମରିୟାର ନାନା ନଗରରେ ଉଚ୍ଚସ୍ଥଳୀମାନଙ୍କରେ ମନ୍ଦିର ନିର୍ମାଣ କରିଥିଲେ ଯୋଶିୟ ସେ ସବୁ ଧ୍ୱଂସ କଲେ। ବୈଥେ‌ଲ୍‌ରେ ଯେପରି କରିଥିଲେ ସେଠାରେ ମଧ୍ୟ ସେହିପରି କଲେ।

20 ଯୋଶିୟ ଶମରିୟାର ଉଚ୍ଚସ୍ଥଳୀର ଯାଜକମାନଙ୍କୁ ଯଜ୍ଞବେଦିରେ ବଧ କଲେ ଓ ସେ ଉପରେ ମନୁଷ୍ୟମାନଙ୍କ ଅସ୍ଥି ଯଜ୍ଞବେଦି ଉପରେ ଦ‌ଗ୍‌ଧ କଲେ। ଏହିରୂପେ ସେ ସମସ୍ତ ପୂଜା ସ୍ଥାନକୁ ଅଶୁଚି କରି ଯିରୁଶାଲମକୁ ଫେରିଗଲେ।

ଯିହୁଦାର ଲୋକେ ନିସ୍ତାରପର୍ବ ପାଳନ କରନ୍ତି

21 ତା’ପରେ ଯୋଶିୟ ରାଜା ସମସ୍ତ ଲୋକଙ୍କୁ ଆଦେଶ ଦେଲେ, “ଏହି ନିୟମ ପୁସ୍ତକର ଯୁକ୍ତିନୁସାରେ ତୁମ୍ଭର ପରମେଶ୍ୱର ସଦାପ୍ରଭୁଙ୍କର ସମ୍ମାନାର୍ଥେ ନିସ୍ତାରପର୍ବ ପାଳନ କର।”

22 ପୂର୍ବଦିନଗୁଡ଼ିକରେ ଇସ୍ରାଏଲ ଓ ଯିହୁଦାର ରାଜାମାନଙ୍କର ଶାସନର ପୂର୍ବବର୍ତ୍ତୀ କାଳରେ ବିଗ୍ଭରକମାନେ ଇସ୍ରାଏଲରେ ଶାସନ କଲେ। ଏପରି ନିସ୍ତାରପର୍ବ ପାଳନ କେବେ ହୋଇ ନ ଥିଲା। 23 ସେମାନେ ଯୋଶିୟ ରାଜାଙ୍କର ରାଜତ୍ୱର ଆଷ୍ଟାଦଶ ବର୍ଷରେ ଏହି ନିସ୍ତାରପର୍ବ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯିରୁଶାଲମରେ ପାଳନ କଲେ।

24 ଆହୁରି ଯୋଶିୟ ଯେପରି ସଦାପ୍ରଭୁଙ୍କ ମନ୍ଦିରରେ ହି‌ଲ୍‌‌‌କିୟ ଯାଜକର ପ୍ରାପ୍ତ ପୁସ୍ତକରେ ଲିଖିତ ବ୍ୟବସ୍ଥାର ସମସ୍ତ ବାକ୍ୟ ସଫଳ କରି ପାରିବେ, ସେଥିପାଇଁ ଯିହୁଦାର ଓ ଯିରୁଶାଲମ ଦ୍ୱାରା ଆରାଧନା କରୁଥିବା ଯେଉଁ ସମସ୍ତ ମାଧ୍ୟମଗୁଡ଼ିକ ଗୁଣୀ, ଠାକୁର, ପୁତ୍ତଳିକା ଓ ଘୃଣାଯୋଗ୍ୟ ବସ୍ତୁ ଦେଖାଗଲା ସେ ତାହା ସବୁ ଦୂର କଲେ।

25 ଯୋଶିୟ ସର୍ବାନ୍ତଃକରଣରେ, ସମସ୍ତ ପ୍ରାଣ ଓ ସମସ୍ତ ଶକ୍ତି ଦ୍ୱାରା ସଦାପ୍ରଭୁଙ୍କ ପ୍ରତି ଅନୁରକ୍ତ ହେଲେ। ଯୋଶିୟଙ୍କ ପରି ମୋଶାଙ୍କ ବ୍ୟବସ୍ଥା ପାଳନ କରିବାର କୌଣସି ରାଜା ନ ଥିଲେ। ଏପରି କୌଣସି ରାଜା ତାଙ୍କ ପୂର୍ବରୁ ନ ଥିଲେ ଓ ତାଙ୍କ ପରେ କେହି ସେପରି ହେଲେ ନାହିଁ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 11:1-14

ଦୁଇଜଣ ସାକ୍ଷୀ

11 ତା’ପରେ ମୋତେ ବୁଲାବାଡ଼ି ଲମ୍ବର ଗୋଟିଏ ମାପଦଣ୍ଡ ଦିଆଗଲା। ମୋତେ କୁହାଗଲା, “ଯାଅ ପରମେଶ୍ୱରଙ୍କର ମନ୍ଦିର, ବେଦୀକୁ ମାପ, ଏବଂ ସେଠାରେ ଉପାସନା କରୁଥିବା ଲୋକମାନଙ୍କର ସଂଖ୍ୟା ଗଣନା କର। କିନ୍ତୁ ମନ୍ଦିରର ବାହାର ଅଗଣା ମାପ ନାହିଁ। ତାହାକୁ ସେହିପରି ଛାଡ଼ିଦିଅ, କାରଣ ତାହା ଅଣଯିହୂଦୀୟ ଦେଶଗୁଡ଼ିକର ଲୋକମାନଙ୍କୁ ଦିଆଯାଇଛି। ସେହି ଲୋକମାନେ ବୟାଳିଶ୍ ମାସ ପର୍ଯ୍ୟନ୍ତ ପବିତ୍ର ନଗରକୁ ପଦଦଳିତ କରିବେ। ମୁଁ ମୋର ଦୁଇ ସାକ୍ଷୀଙ୍କୁ କ୍ଷମତା ଦେବି। ସେମାନେ 1260 ଦିନ ପର୍ଯ୍ୟନ୍ତ ଅଖା ପିନ୍ଧି ଭବିଷ୍ୟ‌‌ଦ୍‌‌‌‌ବାଣୀ କହିବେ।”

ଏହି ଦୁଇ ସାକ୍ଷୀ ହେଉଛନ୍ତି, ପୃଥିବୀରେ ପ୍ରଭୁଙ୍କ ସମ୍ମୁଖରେ ଠିଆ ହୋଇଥିବା ଦୁଇ ବୀଜ ବୃକ୍ଷ ଓ ଦୁଇ ଦୀପରୂଖା। ଯଦି କେହି ସେମାନଙ୍କର କ୍ଷତି କରିବାକୁ ଗ୍ଭହେଁ, ତା’ହେଲେ ସେମାନଙ୍କର ମୁହଁରୁ ବାହାରୁଥିବା ଅଗ୍ନି ସେମାନଙ୍କୁ ଧ୍ୱଂସ କରିବ। ଯଦି କୌଣସି ଲୋକ ସେମାନଙ୍କର କ୍ଷତି କରିବାକୁ ଚେଷ୍ଟା କରେ, ସେ ଏହିପରିଭାବେ ମୃତ୍ୟୁ ଭୋଗ କରିବ। ଏହି ଦୁଇଜଣ ଭବିଷ୍ୟ‌‌ଦ୍‌‌‌‌ବାଣୀ କହିବା ବେଳେ ଯେପରି ବର୍ଷା ନ ହୁଏ, ସେଥିନିମନ୍ତେ ଆକାଶକୁ ରୁଦ୍ଧ କରିବା ନିମନ୍ତେ ସେମାନଙ୍କର କ୍ଷମତା ଅଛି। ଜଳକୁ ରକ୍ତରେ ପରିଣତ କରିବାର କ୍ଷମତା ସେମାନଙ୍କର ଅଛି। ପୃଥିବୀକୁ ପ୍ରତ୍ୟେକ ପ୍ରକାରର ମହାମାରୀ ଦ୍ୱାରା କଷ୍ଟ ଦେବାର କ୍ଷମତା ସେମାନଙ୍କର ଅଛି। ସେମାନେ ସେମାନଙ୍କର ନିଜ ଇଚ୍ଛା ଅନୁସାରେ ଯେତେଥର ଗ୍ଭହିଁବେ, ସେତଥର ଏହା କରି ପାରିବେ।

ସେମାନଙ୍କର ସାକ୍ଷ୍ୟ ଦେବା ସମୟ ସରିଯିବା ପରେ ସେହି ପଶୁ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବ। ପାତାଳର ଅତଳ ଗର୍ଭରୁ ଉପରକୁ ଆସୁଥିବା ପଶୁ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବ। ସେ ସେମାନଙ୍କୁ ପରାସ୍ତ କରି ହତ୍ୟା କରିବ। ଏହି ଦୁଇ ସାକ୍ଷୀଙ୍କର ଶରୀର ମହାନଗରୀର ରାସ୍ତାରେ ପଡ଼ିରହିବ। ଏହି ନଗରର ନାମ ‘ସଦୋମ’ ଓ ‘ମିଶର’। ନଗରର ନାମଗୁଡ଼ିକର ବିଶେଷ ଅର୍ଥ ରହିଛି। ଏହି ନଗରରେ ସେମାନଙ୍କର ପ୍ରଭୁଙ୍କୁ ମଧ୍ୟ କ୍ରୁଶରେ ଚଢ଼ାଇ ମାରି ଦିଆଯାଇଥିଲା। ସାଢ଼େ ତିନି ଦିନ ପର୍ଯ୍ୟନ୍ତ ସମସ୍ତ ମଣିଷ ଜାତି, ସମସ୍ତ ଗୋଷ୍ଠୀ, ସମସ୍ତ ଭାଷା ଏବଂ ସମସ୍ତ ରାଷ୍ଟ୍ରର ଲୋକମାନେ ସେମାନଙ୍କର ଶବ ଦେଖିବେ। କିନ୍ତୁ ସେମାନେ ସେମାନଙ୍କର ସମାଧିସ୍ଥ ହେବାକୁ ଦେବେ ନାହିଁ। 10 ସେମାନଙ୍କର ମୃତ୍ୟୁରେ ପୃଥିବୀର ଲୋକେ ଖୁସୀ ହେବେ। ସେମାନେ ଭୋଜି କରିବେ ଓ ପରସ୍ପର ଭିତରେ ଉପହାର ଦିଆନିଆ କରିବେ। ସେମାନେ ଏପରି କରିବେ, କାରଣ ଏହି ଦୁଇଜଣ ସାକ୍ଷୀ ପୃଥିବୀବାସୀଙ୍କୁ ବହୁତ ଯନ୍ତ୍ରଣା ଦେଇଥିଲେ।

11 କିନ୍ତୁ ସାଢ଼େ ତିନି ଦିନ ପରେ ପରମେଶ୍ୱରଙ୍କଠାରୁ ଜୀବନୀ ଶକ୍ତି ସେହି ଦୁଇଜଣ ଭବିଷ୍ୟ‌‌ଦ୍‌‌‌‌ବକ୍ତାଙ୍କ ଭିତରେ ପ୍ରବେଶ କଲା। ସେମାନେ ସେମାନଙ୍କର ପାଦରେ ଉଠି ଠିଆ ହେଲେ। ସେମାନଙ୍କୁ ଦେଖିବା ଲୋକମାନେ ବହୁତ ଭୟ କଲେ। 12 ତା’ପରେ ସେହି ଦୁଇଜଣ ସାକ୍ଷୀ ସ୍ୱର୍ଗରୁ ଆସୁଥିବା ଗୋଟିଏ ଉଚ୍ଚ ସ୍ୱର ଶୁଣି ପାରିଲେ, “ଏଠାକୁ ଉଠି ଆସ।” ଏହା ଶୁଣି ଦୁଇଜଣ ଭବିଷ୍ୟ‌‌ଦ୍‌‌‌‌ବକ୍ତା ମେଘ ଦ୍ୱାରା ସ୍ୱର୍ଗକୁ ଗଲେ। ଏହା ସେମାନଙ୍କର ଶତ୍ରୁମାନେ ଦେଖୁଥିଲେ।

13 ଠିକ୍ ସେହି ସମୟରେ ଏକ ମହା ଭୂମିକମ୍ପ ହେଲା। ନଗରର ଏକ ଦଶମାଂଶ ନଷ୍ଟ ହୋଇଗଲା। ସାତ ହଜାର ଲୋକ ପ୍ରାଣ ହରାଇଲେ। ପ୍ରାଣ ହରାଇ ନ ଥିବା ଲୋକମାନେ ଅଧିକ ଭୟ କଲେ। ସେମାନେ ସ୍ୱର୍ଗର ପରମେଶ୍ୱରଙ୍କୁ ଗୌରବ ଦେଲେ।

14 ଦ୍ୱିତୀୟ କ୍ଳେଶ ଦୂର ହେଲା। ତୃତୀୟ କ୍ଳେଶଟି ଖୁବ୍ ଶୀଘ୍ର ଆସୁଛି।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center