Revised Common Lectionary (Semicontinuous)
ଦାଉଦଙ୍କର ଏକ ଗୀତ, ସେ ଯିହୁଦା ମରୁଭୂମିରେ ଥିବା ବେଳେ ରଚିତ।
63 ହେ ପରମେଶ୍ୱର, ତୁମ୍ଭେ ମୋର ପରମେଶ୍ୱର।
ମୁଁ ତୁମ୍ଭକୁ ବହୁତ ଗ୍ଭହୁଁଛି।
ମୋର ସମସ୍ତ ପ୍ରାଣ ତୁମ୍ଭ ପାଇଁ
ଶୁଷ୍କ ଭୂମି ତୁଲ୍ୟ ତୃଷାର୍ତ୍ତ।
2 ହଁ, ମୁଁ ତୁମ୍ଭକୁ ପବିତ୍ର ମନ୍ଦିରରେ ଦେଖିଅଛି।
ମୁଁ ତୁମ୍ଭର ପରାକ୍ରମ ଓ ଗୌରବ ଦେଖିଅଛି।
3 ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଜୀବନ ଅପେକ୍ଷା ଉତ୍ତମ।
ମୋର ଓଷ୍ଠାଧର ତୁମ୍ଭର ପ୍ରଶଂସା ଗାନ କରେ।
4 ହଁ, ମୁଁ ଜୀବନସାରା ତୁମ୍ଭର ପ୍ରଶଂସା କରିବି।
ମୁଁ ତୁମ୍ଭର ନାମ ଡାକି ପ୍ରାର୍ଥନା କରିବା ସମୟରେ ମୋର ହସ୍ତ ଉଠାଇବି।
5 ଯେମନ୍ତ ମେଦ ଓ ମଜ୍ଜା, ସେହିପରି ମୋର ପ୍ରାଣ ପରିତୃପ୍ତ ହେବ।
ମୋ’ ଆନନ୍ଦିତ ଓଷ୍ଠାଧରରେ ତୁମ୍ଭର ପ୍ରଶଂସା କରିବି।
6 ମୁଁ ଶଯ୍ୟା ଉପରେ ଗଡ଼ୁଥିବା ସମୟରେ ତୁମ୍ଭକୁ ମନେ କରିବି।
ରାତି ସମୟରେ ମଧ୍ୟ ମୁଁ ତୁମ୍ଭ ବିଷୟରେ ଭାବିବି।
7 ପ୍ରକୃତରେ ତୁମ୍ଭେ ମୋତେ ସାହାଯ୍ୟ କଲ।
ମୁଁ ତୁମ୍ଭର ପକ୍ଷ ତଳେ ଆଶ୍ରୟ ନେଇ ଆନନ୍ଦରେ ଗାନ କରିବି।
8 ମୁଁ ତୁମ୍ଭଠାରେ ଲାଗିରହେ।
ତୁମ୍ଭର ଡାହାଣ ହସ୍ତ ମୋତେ ସମର୍ଥନ କରେ।
9 କେତେଲୋକ ମୋର ପ୍ରାଣ ନେବା ପାଇଁ ଚେଷ୍ଟା କରୁଛନ୍ତି।
କିନ୍ତୁ ସେମାନଙ୍କୁ ଧ୍ୱଂସ କରାଯିବ।
ସେମାନେ ନିଜ କବରରେ ମିଶି ଯିବେ।
10 ସେମାନଙ୍କୁ ଖଡ଼୍ଗରେ ହତ୍ୟା କରାଯିବ।
ସେମାନଙ୍କର ଶବକୁ ଜଙ୍ଗଲି ଶୃଗାଳ ଖାଇବେ।
11 କିନ୍ତୁ ରାଜା ପରମେଶ୍ୱରଙ୍କଠାରେ ଆନନ୍ଦ କରିବେ।
ଯେଉଁମାନେ ପରମେଶ୍ୱରଙ୍କ ନାମରେ ଶପଥ କରନ୍ତି, ସେମାନେ ଆନନ୍ଦିତ ହେବେ କାରଣ ମିଥ୍ୟାବାଦୀମାନଙ୍କର ମୁଖ ବନ୍ଦ ହୋଇଯିବ।
ଦାଉଦ ଓ ତାଙ୍କ ଲୋକମାନେ ହିବ୍ରୋଣକୁ ଗଲେ
2 ଏହା ପରେ ଦାଉଦ ସଦାପ୍ରଭୁଙ୍କ ନିକଟରେ ପଗ୍ଭରିଲେ, “ମୁଁ କ’ଣ ଯିହୁଦାର କୌଣସି ଏକ ନଗରକୁ ନିୟନ୍ତ୍ରଣ କରିବାକୁ ଯିବି?”
ସଦାପ୍ରଭୁ ଉତ୍ତର ଦେଲେ, “ଯାଅ।”
ତା’ପରେ ଦାଉଦ ପଗ୍ଭରିଲେ, “ମୁଁ କେଉଁଠାକୁ ଯିବା ଉଚିତ୍?”
ସଦାପ୍ରଭୁ କହିଲେ, “ତୁମ୍ଭେ ହିବ୍ରୋଣକୁ ଯାଅ।”
2 ତେଣୁ ଦାଉଦ ଓ ତାଙ୍କର ଦୁଇ ଜଣ ସ୍ତ୍ରୀଙ୍କ ସହିତ ହିବ୍ରୋଣକୁ ଗଲେ। ତାଙ୍କର ସ୍ତ୍ରୀମାନେ ଥିଲେ ଯିଷ୍ରିୟେଲୀୟା ଅହୀନୋୟମ୍ ଓ କର୍ମିଲୀୟ ନାବଲର ସ୍ତ୍ରୀ ଅବୀଗଲ। 3 ଦାଉଦ ତାଙ୍କର ଲୋକମାନଙ୍କୁ ଓ ସେମାନଙ୍କର ପରିବାରବର୍ଗମାନଙ୍କୁ ସାଙ୍ଗରେ ନେଇଗଲେ। ଏବଂ ସେମାନେ ସମସ୍ତେ ସେହି ହିବ୍ରୋଣ ସହରରେ ଓ ତା’ର ପାଖାପାଖି ସହରରେ ବାସ କଲେ।
4 ଯିହୁଦାର ଲୋକମାନେ ହିବ୍ରୋଣକୁ ଆସି ଦାଉଦଙ୍କୁ ଯିହୁଦାର ରାଜା ଭାବରେ ଅଭିଷିକ୍ତ କଲେ। ତା’ପରେ ସେମାନେ ଦାଉଦଙ୍କୁ କହିଲେ, “ଯାବେଶ୍ ଗିଲିୟଦୀୟମାନେ ଶାଉଲଙ୍କୁ କବର ଦେଲେ ବୋଲି ଲୋକମାନେ ଦାଉଦଙ୍କୁ ଜଣାଇଲେ।”
5 ଦାଉଦ ଯାବେଶ୍ ଗିଲିୟଦର ଲୋକମାନଙ୍କ ନିକଟକୁ ଦୂତଗଣ ପଠାଇଲେ ଓ କହିଲେ, “ସଦାପ୍ରଭୁ ତୁମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ। କାରଣ ତୁମ୍ଭେମାନେ ନିଜର ପ୍ରଭୁ ଶାଉଲଙ୍କ ପ୍ରତି ଏହି ଦୟା ପ୍ରକାଶ କରି ତାଙ୍କୁ କବର ଦେଇଅଛ। 6 ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଦୟା ଓ ବିଶ୍ୱସ୍ତତା ପ୍ରକାଶ କରନ୍ତୁ। କାରଣ ତୁମ୍ଭେମାନେ ଏହି କର୍ମ କରିଥିବାରୁ ମୁଁ ମଧ୍ୟ ତୁମ୍ଭମାନଙ୍କୁ ସେହି ଦୟା ପ୍ରଦର୍ଶନ କରିବି। 7 ତୁମ୍ଭେମାନେ ସାହସୀ ଓ ଶକ୍ତିଶାଳୀ ହୁଅ। ତୁମ୍ଭର ରାଜା ଶାଉଲ ମୃତ, କିନ୍ତୁ ତୁମ୍ଭର ଯିହୁଦାର ପରିବାରବର୍ଗ ମୋତେ ରାଜା ଭାବରେ ଅଭିଷିକ୍ତ କରିଛନ୍ତି।”
ପୃଥିବୀ ଉପରେ ବିଜୟ
25 “ମୁଁ ତୁମ୍ଭକୁ ସାଙ୍କେତିକ ଭାବରେ ଏ ସମସ୍ତ ବିଷୟ କହିଛି। କିନ୍ତୁ ସମୟ ଆସୁଛି, ଯେତେବେଳେ ମୁଁ ତୁମ୍ଭକୁ ଏସବୁ ଏପରି ଭାବରେ କହିବି ନାହିଁ। ମୁଁ ତୁମ୍ଭକୁ ପରମପିତାଙ୍କ ବିଷୟରେ ସରଳ ଭାଷାରେ କହିବି। 26 ତୁମ୍ଭେ ସେହି ଦିନ ପରମପିତାଙ୍କୁ ମୋ’ ନାମରେ ଅନେକ ବିଷୟ ମାଗିବ। ମୁଁ କହୁଛି, ତୁମ୍ଭ ପାଇଁ ମୋତେ ପରମପିତାଙ୍କୁ କିଛି କହିବାର ଆବଶ୍ୟକତା ପଡ଼ିବ ନାହିଁ। 27 ପରମପିତା ତୁମ୍ଭକୁ ପ୍ରେମ କରନ୍ତି। ସେ ତୁମ୍ଭକୁ ପ୍ରେମ କରନ୍ତି କାରଣ ତୁମ୍ଭେ ମୋତେ ପ୍ରେମ କରିଛ। ସେ ତୁମ୍ଭକୁ ପ୍ରେମ କରନ୍ତି କାରଣ ମୁଁ ପରମେଶ୍ୱରଙ୍କଠାରୁ ଆସିଛି ବୋଲି ତୁମ୍ଭେ ବିଶ୍ୱାସ କରିଛ। 28 ମୁଁ ଏହି ଜଗତକୁ ପରମପିତାଙ୍କଠାରୁ ଆସିଛି। ବର୍ତ୍ତମାନ ମୁଁ ଏହି ଜଗତ ଛାଡ଼ି ପରମେଶ୍ୱରଙ୍କ ପାଖକୁ ଫେରିଯିବି।”
29 ଯୀଶୁଙ୍କର ଶିଷ୍ୟମାନେ କହିଲେ, “ତୁମ୍ଭେ ବର୍ତ୍ତମାନ ଆମ୍ଭକୁ ସ୍ପଷ୍ଟ ଭାବରେ କହୁଛ। ବୁଝି ନ ପାରିଲା ଭଳି କଷ୍ଟକର ଶବ୍ଦ ତୁମ୍ଭେ କହୁ ନାହଁ। 30 ଆମ୍ଭେ ବର୍ତ୍ତମାନ ଦେଖି ପାରୁଛୁ ଯେ ତୁମ୍ଭେ ସବୁକିଛି ଜାଣ। ତୁମ୍ଭେ ଜଣକୁ ତା’ର ପ୍ରଶ୍ନ ପଗ୍ଭରିବା ପୂର୍ବରୁ ଉତ୍ତର କହିପାର। ଏହା ଦ୍ୱାରା ଆମ୍ଭର ବିଶ୍ୱାସ ହୋଇଛି ଯେ ତୁମ୍ଭେ ପରମେଶ୍ୱରଙ୍କଠାରୁ ଆସିଛ।”
31 ଯୀଶୁ କହିଲେ, “ତେବେ ବର୍ତ୍ତମାନ ତୁମ୍ଭେ ବିଶ୍ୱାସ କରୁଛ? 32 ଶୁଣ! ସମୟ ଆସୁଛି ଯେତେବେଳେ ତୁମ୍ଭେ ଛିନ୍ନଭିନ୍ନ ହେଇଯିବ। ତୁମ୍ଭମାନଙ୍କୁ ମଧ୍ୟରୁ ପ୍ରତ୍ୟେକ ନିଜ ନିଜର ଘର ଭିତରକୁ ଛିନ୍ନଭିନ୍ନ ହୋଇ ଗ୍ଭଲିଯିବ। ସେହି ସମୟ ଆସି ପହଞ୍ଚିଛି। ତୁମ୍ଭେ ମୋତେ ଏକାକୀ ଛାଡ଼ି ଦେବ। ମୁଁ ଏକୁଟିଆ ଥିବି। କିନ୍ତୁ ମୁଁ କଦାପି ଏକୁଟିଆ ନୁହେଁ, କାରଣ ପରମପିତା ସବୁବେଳେ ମୋ’ ସହିତ ଅଛନ୍ତି।
33 “ମୋ’ଠାରେ ତୁମ୍ଭେମାନେ ଯେପରି ଶାନ୍ତି ପାଇବ, ଏଥିପାଇଁ ମୁଁ ତୁମ୍ଭମାନଙ୍କୁ ଏସମସ୍ତ କଥା କହିଲି। ଏହି ଜଗତରେ ତୁମ୍ଭେ କଷ୍ଟ ପାଇବ। କିନ୍ତୁ ସାହସୀ ହୁଅ ମୁଁ ଜଗତକୁ ଜୟ କରିଛି।”
2010 by World Bible Translation Center