Revised Common Lectionary (Semicontinuous)
ଦାଉଦଙ୍କର ଗୀତ।
25 ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ନିଜକୁ ସମର୍ପଣ କରୁଛି।
2 ହେ ମୋର ପରମେଶ୍ୱର, ମୁଁ ତୁମ୍ଭର ଶରଣାଗତ
ଓ ମୁଁ କେବେ ନିରାଶ ହେବି ନାହିଁ।
ମୋତେ ମୋର ଶତ୍ରୁମାନେ ଦେଖି କେବେ ହସିବେ ନାହିଁ।
3 ହଁ, ଯେଉଁମାନେ ତୁମ୍ଭ ନିକଟରେ ଶରଣ ନିଅନ୍ତି, ସେମାନେ ନିରାଶ ହେବେ ନାହିଁ।
କିନ୍ତୁ ବିଶ୍ୱାସଘାତକମାନେ ନିରାଶ ହେବେ।
ସେମାନେ କିଛି ପାଇବେ ନାହିଁ।
4 ହେ ସଦାପ୍ରଭୁ, ମୋତେ ତୁମ୍ଭର ପଥରେ ଗ୍ଭଲିବାକୁ ସାହାଯ୍ୟ କର।
ତୁମ୍ଭର ମାର୍ଗରେ ଗ୍ଭଲିବାକୁ ଶିକ୍ଷା ପ୍ରଦାନ କର।
5 ତୁମ୍ଭର ସତ୍ୟ ମାର୍ଗରେ ଗ୍ଭଲିବାକୁ ମୋତେ କଢ଼ାଇ ନିଅ ଓ ଶିକ୍ଷା ଦିଅ।
ତୁମ୍ଭେ ମୋର ପରିତ୍ରାଣର ପରମେଶ୍ୱର ଅଟ।
ମୁଁ ପ୍ରତିଦିନ ତୁମ୍ଭ ଉପରେ ଭରସା ରଖେ।
6 ହେ ସଦାପ୍ରଭୁ, ମୋ’ ପ୍ରତି ଦୟା ଦେଖାଇବାକୁ ସ୍ମରଣ କର।
ମୋତେ ଠିକ୍ ସେହିପରି ସ୍ନେହପୂର୍ଣ୍ଣ କରୁଣା ଦେଖାଅ, ଯାହାକି ତୁମ୍ଭେ ସର୍ବଦା ଦେଖାଇଅଛ।
7 ମୁଁ ଯୁବା ବେଳେ କରିଥିବା ପାପ ଓ ଅପରାଧକୁ ଭୁଲି ଯାଅ।
ତୁମ୍ଭର ପବିତ୍ର ନାମର ସାର୍ଥକତା ପାଇଁ, ହେ ସଦାପ୍ରଭୁ ମୋତେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାରେ ବାନ୍ଧି ରଖ।
8 ସଦାପ୍ରଭୁ ହିଁ ପ୍ରକୃତରେ ମହାନ।
ସେ ପାପୀକୁ ଉଚିତ୍ ମାର୍ଗରେ ଗ୍ଭଲିବାକୁ ନିର୍ଦ୍ଦେଶ ଦିଅନ୍ତି।
9 ସେ ଶୋଚନୀୟ ଲୋକକୁ ବିଗ୍ଭର ମାର୍ଗ ଦେଖାନ୍ତି
ଓ ନମ୍ର ଲୋକମାନଙ୍କୁ ତାଙ୍କ ପଥରେ ଗ୍ଭଲିବାକୁ ପ୍ରେରିତ କରନ୍ତି।
10 ସଦାପ୍ରଭୁ ସେହିମାନଙ୍କ ପ୍ରତି ସ୍ନେହପୂର୍ଣ୍ଣ କରୁଣା ଦୃଷ୍ଟି କରନ୍ତି,
ଯେଉଁମାନେ ତାଙ୍କର ନିୟମ ଓ ପ୍ରତିଜ୍ଞା ମାନି ଚଳନ୍ତି।
26 ତଥାପି ସେମାନେ ଅନାଜ୍ଞାବହ ହେଲେ।
ସେମାନେ ତୁମ୍ଭ ବିରୁଦ୍ଧରେ ଦ୍ରୋହାଚରଣ କଲେ।
ସେମାନେ ତୁମ୍ଭର ବ୍ୟବସ୍ଥା ନିଜ ପଛକୁ ପକାଇଲେ।
ତୁମ୍ଭର ଯେଉଁ ଭବିଷ୍ୟଦ୍ବକ୍ତାମାନେ ସେମାନଙ୍କୁ ତୁମ୍ଭ ପାଖକୁ ଫେରାଇ ଆଣିବା ପାଇଁ ଯୁକ୍ତି କଲେ,
ସେମାନଙ୍କୁ ହତ୍ୟା କଲେ
ସେମାନେ ସେହି ଯାଜକମାନଙ୍କ ପ୍ରତି ବହୁତ ନିନ୍ଦନୀୟ କାର୍ଯ୍ୟ କଲେ।
27 ଏଣୁ ତୁମ୍ଭେ ସେମାନଙ୍କୁ ବିପକ୍ଷଗଣ ହସ୍ତରେ ସମର୍ପଣ କରିବାରୁ
ସେମାନେ ସେମାନଙ୍କୁ କ୍ଳେଶ ଦେଲେ।
ମାତ୍ର କ୍ଳେଶ ସମୟରେ, ସେମାନେ ତୁମ୍ଭଠାରେ ସାହାଯ୍ୟ ପାଇଁ ଚିତ୍କାର କଲେ
ଏବଂ ତୁମ୍ଭେ ସ୍ୱର୍ଗରୁ ତାହା ଶୁଣିଲ।
ଆପଣାର ବହୁବିଧ ଦୟାନୁସାରେ
ସେମାନଙ୍କୁ ଉଦ୍ଧାର କର୍ତ୍ତୃଗଣ ଦେଲ।
ସେମାନେ ବିପକ୍ଷଗଣ ହସ୍ତରୁ ସେମାନଙ୍କୁ ଉଦ୍ଧାର କଲେ।
28 ମାତ୍ର ସେମାନେ ବିଶ୍ରାମ କଲାପରେ,
ପୁନର୍ବାର ତୁମ୍ଭ ବିରୁଦ୍ଧରେ କୁକର୍ମମାନ କଲେ।
ଏଣୁ ତୁମ୍ଭେ ସେମାନଙ୍କୁ ଶତ୍ରୁଗଣଙ୍କ ହସ୍ତରେ ସମର୍ପଣ କଲ।
ସେମାନେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କଲେ।
ତଥାପି ଯେତେବେଳେ ସେମାନେ ଫେରି ତୁମ୍ଭ ନିକଟରେ କ୍ରନ୍ଦନ କଲେ,
ସେତେବେଳେ ତୁମ୍ଭେ ସ୍ୱର୍ଗରୁ ତାହା ଶୁଣିଲ।
ଆଉ ଅନେକ ଥର ତୁମ୍ଭେ ଆପଣା ଦୟା ଅନୁସାରେ
ସେମାନଙ୍କୁ ଉଦ୍ଧାର କଲ।
29 ପୁନର୍ବାର ତୁମ୍ଭେ ସେମାନଙ୍କୁ ସତର୍କ କଲ।
ତୁମ୍ଭେ ସେମାନଙ୍କୁ, ତୁମ୍ଭ ବ୍ୟବସ୍ଥା ନିକଟକୁ ଫେରିବା ପାଇଁ କହିଲ।
କିନ୍ତୁ ସେମାନେ ବହୁତ ଗର୍ବୀ ଥିଲେ।
ସେମାନେ ତୁମ୍ଭର ଆଜ୍ଞା ଶୁଣିଲେ ନାହିଁ।
ଯଦି ଲୋକମାନେ ତୁମ୍ଭର ବ୍ୟବସ୍ଥା ମାନନ୍ତି, ତେବେ ସେମାନେ ବାସ୍ତବରେ ବଞ୍ଚି ପାରିବେ।
କିନ୍ତୁ ଆମ୍ଭର ପୂର୍ବପୁରୁଷଗଣ ତୁମ୍ଭର ବ୍ୟବସ୍ଥା ଭଙ୍ଗ କଲେ।
ସେମାନେ ବହୁତ ଜିଦ୍ଖୋର ଥିଲେ
ଏବଂ ତୁମ୍ଭକୁ ପ୍ରତ୍ୟାଖାନ କଲେ।
ସେମାନେ ତୁମ୍ଭର ଆଜ୍ଞା ମାନିଲେ ନାହିଁ।
30 “ତଥାପି ବହୁବର୍ଷ ପର୍ଯ୍ୟନ୍ତ ତୁମ୍ଭେ ସେମାନଙ୍କୁ ସହ୍ୟ କଲ
ଓ ଆପଣା ଆତ୍ମାଦ୍ୱାରା ଆପଣା ଭବିଷ୍ୟଦ୍ବକ୍ତାମାନଙ୍କ ମାଧ୍ୟମରେ
ତୁମ୍ଭେ ସତର୍କ କଲ।
ମାତ୍ର ସେମାନେ କର୍ଣ୍ଣପାତ କରିବାକୁ ପ୍ରସ୍ତୁତ ହେଲେ ନାହିଁ।
ଏଣୁ ତୁମ୍ଭେ ସେମାନଙ୍କୁ ଅନ୍ୟ ଦେଶୀୟ ଗୋଷ୍ଠୀ ହସ୍ତରେ
ସମର୍ପଣ କଲ।
31 “କାରଣ ତୁମ୍ଭେ ଦୟାବାନ,
ତୁମ୍ଭେ ସେମାନଙ୍କୁ ପୁରାପୁରି ଧ୍ୱଂସ କଲ ନାହିଁ।
ତୁମ୍ଭେ ସେମାନଙ୍କୁ ପରିତ୍ୟାଗ କଲ ନାହିଁ
କାରଣ ତୁମ୍ଭେ କୃପାମୟ ଦୟାଳୁ ପରମେଶ୍ୱର ଅଟ।
ଯିରୁଶାଲମର ଧ୍ୱଂସ(A)
20 “ତୁମ୍ଭେମାନେ ଯିରୁଶାଲମର ଗ୍ଭରିପଟେ ସୈନ୍ୟବାହିନୀଙ୍କୁ ଘେରି ରହିଥିବାର ଦେଖିବ। ତେବେ ତୁମ୍ଭେମାନେ ଜାଣି ପାରିବ ଯେ ଯିରୁଶାଲମର ଧ୍ୱଂସ ହେବା ସମୟ ଆସି ପହଞ୍ଚି ଗଲାଣି। 21 ସେତେବେଳେ ଯିହୂଦାର ଲୋକେ ପର୍ବତ ଆଡ଼କୁ ପଳାଇଯିବା ଉଚିତ୍। ଯିରୁଶାଲମ ନଗର ଭିତରେ ଥିବା ଲୋକେ ଯଥାଶୀଘ୍ର ନଗର ଛାଡ଼ି ଗ୍ଭଲିଯିବା ଉଚିତ୍। ଜଣେ ଯଦି ନଗର ବାହାରେ ଥିବ, ତେବେ ସେ ନଗର ଭିତରକୁ ଯିବା ଉଚିତ୍ ନୁହେଁ। 22 ପରମେଶ୍ୱର କେତେବେଳେ ତାହାଙ୍କ ଲୋକମାନଙ୍କୁ ଦଣ୍ଡ ଦେବେ, ସେହି ସମୟ ବିଷୟରେ ଭବିଷ୍ୟଦ୍ବକ୍ତାମାନେ ଅନେକ କଥା ଲେଖିଛନ୍ତି। ମୁଁ ତୁମ୍ଭମାନଙ୍କୁ ସେହି ସମୟ ବିଷୟରେ କହୁଛି, ଯେତେବେଳେ ସମସ୍ତ ଘଟଣା ନିଶ୍ଚିତ ରୂପରେ ଘଟିବ। 23 ଗର୍ଭବତୀ ସ୍ତ୍ରୀ ଓ କୋଳରେ ଛୋଟ ଶିଶୁ ଥିବା ସ୍ତ୍ରୀମାନଙ୍କ ପାଇଁ ସେହି ଦିନଗୁଡ଼ିକ ଅତ୍ୟନ୍ତ ଭୟାନକ ହେବ। କାରଣ ସେହି ଦିନମାନଙ୍କରେ ଏହି ଦେଶ ଉପରକୁ ବହୁତ ବିପଦ ମାଡ଼ି ଆସିବ। ଏବଂ ଏହି ଲୋକଙ୍କ ଉପରେ ପରମେଶ୍ୱର କ୍ରୋଧ କରିବେ। 24 କେତେକ ଲୋକଙ୍କୁ ସୈନ୍ୟମାନେ ମାରି ଦେବେ। ଅନ୍ୟ କେତେକଙ୍କୁ ବନ୍ଦୀ କରି ଅନ୍ୟ ସବୁ ଦେଶକୁ ପଠାଇ ଦିଆଯିବ। ଅଣଯିହୂଦୀଲୋକ ସେମାନଙ୍କର ସମୟ ଶେଷ ନ ହେବା ପର୍ଯ୍ୟନ୍ତ ପବିତ୍ର ନଗର ଯିରୁଶାଲମକୁ ପଦଦଳିତ କରିବେ।
2010 by World Bible Translation Center