Revised Common Lectionary (Semicontinuous)
ଉତ୍ତମ ଶାଖା
14 ପୁଣି ସଦାପ୍ରଭୁ କହନ୍ତି, “ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ସମ୍ବନ୍ଧରେ ଯେଉଁ ମଙ୍ଗଳ ବାକ୍ୟ କହିଅଛୁ। ତାହାକୁ ସଫଳ କରିବାର ସମୟ ଆସୁଅଛି। 15 ସେହି ସମୟରେ ଆମ୍ଭେ ଦାଉଦ ବଂଶରେ ଧର୍ମସ୍ୱରୂପ ଏକ ‘ଶାଖା’ ଉତ୍ପନ୍ନ କରାଇବା। ସେହି ‘ଶାଖା’ ସେ ଦେଶରେ ନ୍ୟାୟ ଓ ଧାର୍ମିକତା ବିଗ୍ଭର ପ୍ରତିଷ୍ଠା କରିବେ। 16 ସେହି ସମୟରେ ସେ ଯିହୁଦା ପରିତ୍ରାଣ ପାଇବ ଓ ଯିରୁଶାଲମ ନିରାପଦରେ ବାସ କରିବ। ଆଉ ‘ସଦାପ୍ରଭୁ ଆମ୍ଭମାନଙ୍କର ପରିଗ୍ଭଳକ ହେବେ, ସଦାପ୍ରଭୁ ଆମ୍ଭର ନ୍ୟାୟବାନ।’”
ଦାଉଦଙ୍କର ଗୀତ।
25 ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ନିଜକୁ ସମର୍ପଣ କରୁଛି।
2 ହେ ମୋର ପରମେଶ୍ୱର, ମୁଁ ତୁମ୍ଭର ଶରଣାଗତ
ଓ ମୁଁ କେବେ ନିରାଶ ହେବି ନାହିଁ।
ମୋତେ ମୋର ଶତ୍ରୁମାନେ ଦେଖି କେବେ ହସିବେ ନାହିଁ।
3 ହଁ, ଯେଉଁମାନେ ତୁମ୍ଭ ନିକଟରେ ଶରଣ ନିଅନ୍ତି, ସେମାନେ ନିରାଶ ହେବେ ନାହିଁ।
କିନ୍ତୁ ବିଶ୍ୱାସଘାତକମାନେ ନିରାଶ ହେବେ।
ସେମାନେ କିଛି ପାଇବେ ନାହିଁ।
4 ହେ ସଦାପ୍ରଭୁ, ମୋତେ ତୁମ୍ଭର ପଥରେ ଗ୍ଭଲିବାକୁ ସାହାଯ୍ୟ କର।
ତୁମ୍ଭର ମାର୍ଗରେ ଗ୍ଭଲିବାକୁ ଶିକ୍ଷା ପ୍ରଦାନ କର।
5 ତୁମ୍ଭର ସତ୍ୟ ମାର୍ଗରେ ଗ୍ଭଲିବାକୁ ମୋତେ କଢ଼ାଇ ନିଅ ଓ ଶିକ୍ଷା ଦିଅ।
ତୁମ୍ଭେ ମୋର ପରିତ୍ରାଣର ପରମେଶ୍ୱର ଅଟ।
ମୁଁ ପ୍ରତିଦିନ ତୁମ୍ଭ ଉପରେ ଭରସା ରଖେ।
6 ହେ ସଦାପ୍ରଭୁ, ମୋ’ ପ୍ରତି ଦୟା ଦେଖାଇବାକୁ ସ୍ମରଣ କର।
ମୋତେ ଠିକ୍ ସେହିପରି ସ୍ନେହପୂର୍ଣ୍ଣ କରୁଣା ଦେଖାଅ, ଯାହାକି ତୁମ୍ଭେ ସର୍ବଦା ଦେଖାଇଅଛ।
7 ମୁଁ ଯୁବା ବେଳେ କରିଥିବା ପାପ ଓ ଅପରାଧକୁ ଭୁଲି ଯାଅ।
ତୁମ୍ଭର ପବିତ୍ର ନାମର ସାର୍ଥକତା ପାଇଁ, ହେ ସଦାପ୍ରଭୁ ମୋତେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାରେ ବାନ୍ଧି ରଖ।
8 ସଦାପ୍ରଭୁ ହିଁ ପ୍ରକୃତରେ ମହାନ।
ସେ ପାପୀକୁ ଉଚିତ୍ ମାର୍ଗରେ ଗ୍ଭଲିବାକୁ ନିର୍ଦ୍ଦେଶ ଦିଅନ୍ତି।
9 ସେ ଶୋଚନୀୟ ଲୋକକୁ ବିଗ୍ଭର ମାର୍ଗ ଦେଖାନ୍ତି
ଓ ନମ୍ର ଲୋକମାନଙ୍କୁ ତାଙ୍କ ପଥରେ ଗ୍ଭଲିବାକୁ ପ୍ରେରିତ କରନ୍ତି।
10 ସଦାପ୍ରଭୁ ସେହିମାନଙ୍କ ପ୍ରତି ସ୍ନେହପୂର୍ଣ୍ଣ କରୁଣା ଦୃଷ୍ଟି କରନ୍ତି,
ଯେଉଁମାନେ ତାଙ୍କର ନିୟମ ଓ ପ୍ରତିଜ୍ଞା ମାନି ଚଳନ୍ତି।
9 ତୁମ୍ଭମାନଙ୍କ କାରଣରୁ ଆମ୍ଭ ପରମେଶ୍ୱରଙ୍କ ଆଗରେ ଆମ୍ଭର ମହାନ୍ ଆନନ୍ଦ। ଅତଏବ ତୁମ୍ଭମାନଙ୍କ ଲାଗି ଆମ୍ଭେ ପରମେଶ୍ୱରଙ୍କୁ ଧନ୍ୟବାଦ ଅର୍ପଣ କରୁଛୁ। କିନ୍ତୁ ଆମ୍ଭେ ଯେତେ ଆନନ୍ଦ ଅନୁଭବ କରୁଛୁ, ସେହି ଅନୁପାତରେ ଆମ୍ଭେ ତାଙ୍କୁ ଧନ୍ୟବାଦ ଦେଇ ପାରିବୁ ନାହିଁ। 10 ଦିନରାତି ଆମ୍ଭେ ଅତି ଦୃଢ଼ତାର ସହିତ ତୁମ୍ଭମାନଙ୍କ ପାଇଁ ପ୍ରାର୍ଥନା କରି ଗ୍ଭଲିଛୁ। ତୁମ୍ଭମାନଙ୍କର ବିଶ୍ୱାସକୁ ଦୃଢ଼ କରିବା ଲାଗି ଓ ତୁମ୍ଭମାନଙ୍କ ବିଶ୍ୱାସରେ ଯାହାକିଛି ଅଭାବ ଅଛି, ତାହା ଯୋଗଇ ଦେବା ପାଇଁ ଆମ୍ଭେ ତୁମ୍ଭମାନଙ୍କ ପାଖକୁ ଆସିବାକୁ ଓ ଦେଖିବା ପାଇଁ ପ୍ରାର୍ଥନା କରୁଛୁ।
11 ଆମ୍ଭର ପରମେଶ୍ୱର, ପରମପିତା ଓ ଆମ୍ଭର ପ୍ରଭୁ ଯୀଶୁ ତୁମ୍ଭମାନଙ୍କ ପାଖରେ ପହଞ୍ଚିବା ପାଇଁ ମାର୍ଗ ପ୍ରସ୍ତୁତ କରନ୍ତୁ ବୋଲି, ଆମ୍ଭେ ପ୍ରାର୍ଥନା କରୁଛୁ। 12 ତୁମ୍ଭମାନଙ୍କର ପ୍ରେମ ବୃଦ୍ଧି ହେଉ ବୋଲି, ଆମ୍ଭେ ପ୍ରଭୁଙ୍କୁ ପ୍ରାର୍ଥନା କରୁଛୁ। ପରସ୍ପର ନିମନ୍ତେ ଓ ଅନ୍ୟ ସମସ୍ତଙ୍କ ପାଇଁ ସେ ତୁମ୍ଭମାନଙ୍କୁ ଅଧିକରୁ ଅଧିକ ପ୍ରେମ ପ୍ରଦାନ କରନ୍ତୁ, ଆମ୍ଭେ ଏହି ପ୍ରାର୍ଥନା କରୁଛୁ। ଆମ୍ଭେ ଯେଭଳି ତୁମ୍ଭମାନଙ୍କୁ ଭଲ ପାଉ, ସେହିଭଳି ତୁମ୍ଭେମାନେ ସମସ୍ତଙ୍କୁ ଭଲ ପାଅ ବୋଲି ଆମ୍ଭେ ପ୍ରାର୍ଥନା କରୁଛୁ। 13 ତୁମ୍ଭମାନଙ୍କର ହୃଦୟ ଦୃଢ଼ ହେଉ ବୋଲି ଆମ୍ଭେ ପ୍ରାର୍ଥନା କରୁ। ତେବେ ଯେତେବେଳେ ଆମ୍ଭ ପ୍ରଭୁ ଯୀଶୁ ନିଜର ସମସ୍ତ ପବିତ୍ର ଲୋକଙ୍କ ଗହଣରେ ଆସିବେ, ତୁମ୍ଭେମାନେ ପରମପିତା ପରମେଶ୍ୱରଙ୍କ ଆଗରେ ପବିତ୍ର ଭାବରେ ଓ ଦୋଷରହିତ ହୋଇ ଠିଆ ହୋଇପାରିବ।
ଭୟ କର ନାହିଁ(A)
25 “ସୂର୍ଯ୍ୟ, ଚନ୍ଦ୍ର ଓ ତାରାମାନଙ୍କରେ ସଙ୍କେତ ରୂପକ ଅନେକ ଅଦ୍ଭୂତ ବିଷୟ ଘଟିବ। ପୃଥିବୀରେ ଲୋକମାନେ ନିରାଶ ଅନୁଭବ କରିବ। ସମୁଦ୍ରଗୁଡ଼ିକ ଭୟଙ୍କର ରୂପ ଧାରଣ କରିବ। ଲୋକେ କ’ଣ ପାଇଁ ଏପରି ହେଲା, ଜାଣିବେ ନାହିଁ। 26 ସଂସାରକୁ ମାଡ଼ି ଆସୁଥିବା ବିପଦକୁ ଚିନ୍ତା କରି ଲୋକେ ଭୟରେ ମୂର୍ଚ୍ଛିତ ହୋଇଯିବେ। ଆକାଶ ମଣ୍ଡଳର ପ୍ରତ୍ୟେକ ବିଷୟ ବଦଳି ଯିବ। 27 ସେତେବେଳେ ଲୋକେ ମନୁଷ୍ୟପୁତ୍ରଙ୍କୁ ଶକ୍ତି ଓ ମହା ଗୌରବ ସହିତ ମେଘମାଳା ଉପରେ ଆସୁଥିବାର ଦେଖିବେ। 28 ଯେତେବେଳେ ଏସବୁ ଘଟଣା ଘଟିବା ଆରମ୍ଭ ହୋଇଯିବ, ତୁମ୍ଭେମାନେ ଭୟ କରିବ ନାହିଁ। ଉପରକୁ ଗ୍ଭହିଁ ଖୁସୀ ହେବ, ଆଦୌ ବ୍ୟସ୍ତ ହେବ ନାହିଁ। କାରଣ ତୁମ୍ଭମାନଙ୍କର ମୁକ୍ତି ସମୟ ପାଖ ହୋଇଗଲାଣି ବୋଲି ଏଥିରୁ ଜାଣିବ।”
ମୋର ବାକ୍ୟ ଅନନ୍ତକାଳସ୍ଥାୟୀ(B)
29 ତା’ପରେ ଯୀଶୁ ଏହି ଦୃଷ୍ଟାନ୍ତଟି କହିଲେ, “ସବୁ ଗଛଗୁଡ଼ିକୁ ଦେଖ। ଡିମ୍ବିରିଗଛଟି ଗୋଟିଏ ଭଲ ଉଦାହରଣ। 30 ସେଗୁଡ଼ିକରେ ଯେତେବେଳେ ନୂଆ ପତ୍ର କଅଁଳେ, ତୁମ୍ଭେମାନେ ଜାଣିଥାଅ ଯେ, ଗ୍ରୀଷ୍ମଋତୁ ଆସି ପହଞ୍ଚି ଯାଇଛି। 31 ସେହିଭଳି ମୁଁ ତୁମ୍ଭମାନଙ୍କୁ ଯାହା କହିଛି ସେଗୁଡ଼ିକ ଘଟିବ। ଏହିସବୁ ଘଟଣା ଘଟିବା ଦେଖିଲେ ତୁମ୍ଭେମାନେ ଜାଣି ପାରିବ ଯେ, ପରମେଶ୍ୱରଙ୍କ ରାଜ୍ୟ ନିକଟ ହୋଇଗଲାଣି।
32 “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି, ଏହିସବୁରେ ଲୋକେ ବଞ୍ଚିଥିବା ସମୟ ଭିତରେ ଏସବୁ ଘଟଣା ଘଟିବ। 33 ପୃଥିବୀ ଓ ଆକାଶ ଲୋପ ହୋଇ ଯାଇପାରେ। କିନ୍ତୁ ମୋର ବାକ୍ୟ କଦାପି ଲୋପ ହେବ ନାହିଁ। ମୋର ବାକ୍ୟ ଅନନ୍ତକାଳସ୍ଥାୟୀ।
ସବୁବେଳେ ପ୍ରସ୍ତୁତ ଥାଅ
34 “ସାବଧାନ ରୁହ। ତୁମ୍ଭେମାନେ ମଦ୍ୟପାନ କରି ମାତାଲ ହୋଇ ନିଜ ସମୟ ନଷ୍ଟ କର ନାହିଁ। ସାଂସାରିକ ବସ୍ତୁଗୁଡ଼ିକ ବିଷୟରେ ଅତ୍ୟଧିକ ଚିନ୍ତିତ ହୋଇ ପଡ଼ ନାହିଁ। ସେଭଳି କଲେ ତୁମ୍ଭେମାନେ ଜଡ଼ ହୋଇଯିବ ଓ ଉଚିତ୍ କଥା କେବେ ଭାବି ପାରିବ ନାହିଁ। ଏବଂ ତୁମ୍ଭେମାନେ ପ୍ରସ୍ତୁତ ନ ଥିବା ବେଳେ ଅନ୍ତିମକାଳ ଆସି ଯାଇପାରେ। 35 ପୃଥିବୀରେ ରହୁଥିବା ସମସ୍ତ ଲୋକମାନଙ୍କ ପାଖକୁ ଏହା ଏକ ଫାନ୍ଦ ଭଳି ଆସିଯିବ। 36 ତେଣୁ ସଦାବେଳେ ପ୍ରସ୍ତୁତ ଥାଅ। ଯେଉଁସବୁ ଘଟଣା ଘଟିବାକୁ ଯାଉଅଛି, ସେଗୁଡ଼ିକ ମଧ୍ୟଦେଇ ନିରାପଦରେ ଗତି କରିବାକୁ ଶକ୍ତିଲାଭ ପାଇଁ ପ୍ରାର୍ଥନା କର। ତୁମ୍ଭେମାନେ ଆତ୍ମବିଶ୍ୱାସର ସହିତ ମନୁଷ୍ୟପୁତ୍ରଙ୍କ ଆଗରେ ଠିଆ ହୋଇ ପାରିବା ପାଇଁ ପ୍ରାର୍ଥନା କରା”
2010 by World Bible Translation Center