Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଲୂକ ଲିଖିତ ସୁସମାଗ୍ଭର 1:68-79

68 “ଇସ୍ରାଏଲର ପ୍ରଭୁ ପରମେଶ୍ୱରଙ୍କର ସ୍ତୁତି ଗାନ କର।
    ସେ ନିଜ ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ଆସିଛନ୍ତି
    ଏବଂ ସେମାନଙ୍କୁ ସ୍ୱାଧୀନତା ଦେଇଛନ୍ତି।
69 ସେ ଆମ୍ଭମାନଙ୍କ ପାଇଁ ତାହାଙ୍କ ସେବକ ଦାଉଦଙ୍କ ପରିବାରରୁ,
    ଜଣେ ଶକ୍ତିଶାଳୀ ଉଦ୍ଧାରକର୍ତ୍ତାଙ୍କୁ ଦେଇଛନ୍ତି।
70 ବହୁତ ଦିନ ପୂର୍ବେ ବାସ କରୁଥିବା ନିଜ ପବିତ୍ର ଭବିଷ୍ୟ‌ଦ୍‌ବକ୍ତାମାନଙ୍କ ମାଧ୍ୟମରେ
    ପରମେଶ୍ୱର ଏହା କରିବେ ବୋଲି କହିଥିଲେ।
71 ସେ ଆମ୍ଭମାନଙ୍କୁ ଆମ୍ଭମାନଙ୍କର ଶତ୍ରୁମାନଙ୍କଠାରୁ
    ତଥା ଆମ୍ଭମାନଙ୍କୁ ଘୃଣା କରୁଥିବା ସମସ୍ତଙ୍କ ହାତରୁ ରକ୍ଷା କରିବାକୁ ପ୍ରତିଶ୍ରୁତି ଦେଇଥିଲେ।
72 ସେ ଆମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଦୟା ଦେଖାଇବେ ବୋଲି କହିଥିଲେ
    ଏବଂ ସେ ତାହାଙ୍କର ପବିତ୍ର ପ୍ରତିଜ୍ଞା ମନେ ରଖିଛନ୍ତି।
73 ସେ ଆମ୍ଭମାନଙ୍କର ପୂର୍ବପୁରୁଷ ଅବ୍ରହାମଙ୍କୁ ପ୍ରତିଜ୍ଞା ଦେଇଥିଲେ।
74     ଯେ ସେ ଆମ୍ଭମାନଙ୍କୁ ଆମ୍ଭମାନଙ୍କ ଶତ୍ରୁଙ୍କ ଶକ୍ତି କବଳରୁ ମୁକ୍ତ କରିବେ।
ତା ଫଳରେ ଆମ୍ଭେମାନେ ନିର୍ଭୟରେ ପରମେଶ୍ୱରଙ୍କ ସେବା କରି ପାରିବୁ।
75     ଆମ୍ଭେମାନେ ବଞ୍ଚିଥିବା ପର୍ଯ୍ୟନ୍ତ ପରମେଶ୍ୱରଙ୍କ ଆଗରେ ଧାର୍ମିକ ଓ ପବିତ୍ର ରହିବୁ।

76 “ଏବଂ ତୁମ୍ଭେ ହେ ଶିଶୁ! ତୁମ୍ଭେ ସେହି ପର୍ବୋପରିସ୍ଥ ପରମେଶ୍ୱରଙ୍କ ଭବିଷ୍ୟ‌ଦ୍‌ବକ୍ତା ରୂପେ ଖ୍ୟାତ ହେବ।
    ପ୍ରଭୁଙ୍କ ଆଗମନ ପାଇଁ ଲୋକମାନଙ୍କୁ ପ୍ରସ୍ତୁତ କରିବା ନିମନ୍ତେ ପ୍ରଭୁଙ୍କ ପୂର୍ବରୁ ତୁମ୍ଭେ ପ୍ରଥମେ ଯିବ।
77 ପରମେଶ୍ୱରଙ୍କ ଲୋକଙ୍କୁ ତୁମ୍ଭେ ଜଣେଇଦେବ ଯେ
    ସେମାନଙ୍କର ପାପକୁ କ୍ଷମା କରି ଦିଆଯାଇ ସେମାନଙ୍କୁ ଉଦ୍ଧାର କରାଯିବ।

78 “ଆମ୍ଭମାନଙ୍କ ପରମେଶ୍ୱରଙ୍କ ସ୍ନେହମୟ ଅନୁଗ୍ରହ ହେତୁ,
    ସ୍ୱର୍ଗରୁ ଆଗତ ଗୋଟିଏ ନୂତନ ଦିନର ପ୍ରଭାତ ଆମ୍ଭମାନଙ୍କୁ ଆଲୋକିତ କରିବ।
79 ମୃତ୍ୟୁର ଭୟରେ ଅନ୍ଧକାର ଭିତରେ ବାସ କରୁଥିବା ଲୋକଙ୍କୁ ପରମେଶ୍ୱର ସାହାଯ୍ୟ କରିବେ।
    ସେ ଆମ୍ଭମାନଙ୍କୁ ଶାନ୍ତି ମାର୍ଗରେ ବାଟ କଢ଼େଇ ନେବେ।”

ମଲାଖି ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 3:13-18

ବିଗ୍ଭରର ସ୍ୱତନ୍ତ୍ର ଦିନ

13 ସଦାପ୍ରଭୁ କୁହନ୍ତି, “ତୁମ୍ଭେମାନେ ଆମ୍ଭ ବିରୁଦ୍ଧରେ କଟୁବାକ୍ୟ ପ୍ରୟୋଗ କରୁଛ।”

ତଥାପି ତୁମ୍ଭେ କହୁଛ, “ଆମ୍ଭେମାନେ ଆପଣଙ୍କ ବିରୁଦ୍ଧରେ କ’ଣ କହିଅଛୁ?”

14 ତୁମ୍ଭେମାନେ କହିଲ, “ପରମେଶ୍ୱରଙ୍କୁ ଉପାସନା କରିବା ନିରର୍ଥକ। ଆମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟ ପାଳନ କରିଥିଲୁ ମାତ୍ର ଆମ୍ଭେମାନେ କିଛି ଉପକୃତ ହେଲୁ ନାହିଁ। ଆମ୍ଭେମାନେ ଆମ୍ଭମାନଙ୍କର ପାପ ପାଇଁ ଡାକିଲୁ, ମାତ୍ର ତା’ର ଫଳ କିଛି ହେଲା ନାହିଁ। 15 ଆମ୍ଭେମାନେ ଚିନ୍ତା କରୁଛୁ ଗର୍ବୀ ଲୋକମାନେ ସୁଖୀ। ଦୁଷ୍ଟାଗ୍ଭରୀମାନେ କୃତକାର୍ଯ୍ୟ ହୁଅନ୍ତି। ସେମାନେ ପରମେଶ୍ୱରଙ୍କ ଧୈର୍ଯ୍ୟ ପରୀକ୍ଷା କରିବାକୁ ମନ୍ଦକାର୍ଯ୍ୟ କରି ଗ୍ଭଲନ୍ତି ଏବଂ ସେମାନେ କିଛି ଦଣ୍ତ ପାଆନ୍ତି ନାହିଁ।”

16 ଯେଉଁମାନେ ପରମେଶ୍ୱରଙ୍କୁ ଭୟ କରନ୍ତି ନିଜ ନିଜ ମଧ୍ୟରେ କଥାବାର୍ତ୍ତା ହେଲେ ଏବଂ ସଦାପ୍ରଭୁ ସେମାନଙ୍କ କଥାବାର୍ତ୍ତା ଶୁଣିଲେ। ସେ ଗୋଟିଏ ପୁସ୍ତକରେ ସେହିମାନଙ୍କର ନାମ ଲେଖିଲେ, ଯେଉଁମାନେ ପରମେଶ୍ୱରଙ୍କୁ ଭୟ ଓ ସମ୍ମାନ କରନ୍ତି। ଏବଂ ସେହି ଲୋକମାନଙ୍କର ଯେଉଁମାନେ ସଦାପ୍ରଭୁଙ୍କର ନାମକୁ ଭକ୍ତି କରନ୍ତି।

17 ସଦାପ୍ରଭୁ କହିଲେ, “ସେମାନେ ଆମ୍ଭର ନିଜ ଲୋକ, ଯେଉଁ ଦିନ ମୁଁ କାର୍ଯ୍ୟ କରିବାକୁ ସ୍ଥିର କରିଥାଏ ନ୍ୟାୟ ଦେବା ପାଇଁ। ମୁଁ ମୋ’ ଅନ୍ୱେଷଣକାରୀମାନଙ୍କୁ ସ୍ନେହ କରିବି ଯେପରି ଜଣେ ବାପା ତା’ର ଆଜ୍ଞାଧୀନ ପୁତ୍ରକୁ ସ୍ନେହ କରେ। 18 ତେଣୁ ତୁମ୍ଭେମାନେ ମୋ’ ନିକଟକୁ ଫେରି ଆସିବ ଏବଂ ତୁମ୍ଭେମାନେ ଉତ୍ତମ ବ୍ୟକ୍ତି ଓ ମନ୍ଦ ବ୍ୟକ୍ତି ମଧ୍ୟରେ ପ୍ରଭେଦ ଜାଣି ପାରିବ। ପରମେଶ୍ୱରଙ୍କ ଅନୁସରଣକାରୀ ଓ ପରମେଶ୍ୱରଙ୍କ ଅନୁସରଣ କରୁ ନ ଥିବା ବ୍ୟକ୍ତିମାନଙ୍କୁ ତୁମ୍ଭେମାନେ ବାରି ପାରିବ।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 1:18-26

18 ଯଦି ସେମାନେ ମୋ’ ପାଇଁ ବିପଦ ସୃଷ୍ଟି କରନ୍ତି, ମୁଁ ସେଥିପାଇଁ ଚିନ୍ତିତ ନୁହେଁ। ମୁଖ୍ୟ କଥା ହେଲା ଯେ ସେମାନେ ଖ୍ରୀଷ୍ଟଙ୍କ ବିଷୟରେ କହୁଛନ୍ତି। ମୁଁ ମଧ୍ୟ ଗ୍ଭହେଁ ଯେ ସେମାନେ ଖ୍ରୀଷ୍ଟଙ୍କ ବିଷୟରେ ଲୋକମାନଙ୍କୁ କୁହନ୍ତୁ। ସେମାନେ ଭଲ ଉଦ୍ଦେଶ୍ୟ ରଖି ସେହିପରି କରନ୍ତୁ। କିନ୍ତୁ ଉଦ୍ଦେଶ୍ୟ ଭଲ ହେଉ ବା ମନ୍ଦ, ପ୍ରଗ୍ଭର ତ ଯୀଶୁଙ୍କର ହେଉଛି, ସେଥିପାଇଁ ମୁଁ ଆନନ୍ଦିତ।

ମୁଁ ଆନନ୍ଦିତ ହେଉଥିବି ମଧ୍ୟ। 19 ତୁମ୍ଭେମାନେ ମୋ’ ପାଇଁ ପ୍ରାର୍ଥନା କରୁଛ ଓ ଯୀଶୁ ଖ୍ରୀଷ୍ଟଙ୍କ ଆତ୍ମା ମୋତେ ସାହାଯ୍ୟ କରୁଛନ୍ତି। ଅତଏବ ମୁଁ ଜାଣେ ଯେ ଏହି ବିଷୟ ମୋ’ ପରିତ୍ରାଣର କାରଣ ହେବ। 20 ମୋର ଦୃଢ଼ ଆଶା ଓ ଭରସା ଯେ ମୁଁ ଖ୍ରୀଷ୍ଟଙ୍କୁ କଦାପି ହରାଇବି ନାହିଁ। ବରଂ, ମୁଁ ନିଶ୍ଚିତ ଯେ ମୁଁ ସାହସୀ ହେବି ଏବଂ ମୁଁ ମୃତ ବା ଜୀବିତ ଥାଏ, ଖ୍ରୀଷ୍ଟଙ୍କ ମହାନତା ମୋ’ ଶରୀରରେ ପ୍ରକାଶିତ କରିବି। 21 ମୋର ବଞ୍ଚି ରହିବାର ଅର୍ଥ ହେଉଛି ଖ୍ରୀଷ୍ଟ। ମୃତ୍ୟୁ ମଧ୍ୟ ମୋ’ ପାଇଁ ଏକ ଲାଭ ଅଟେ।” 22 ଯଦି ମୁଁ ଶରୀରରେ ଜୀବିତ ରୁହେ, ତା’ହେଲେ ମୁଁ ପ୍ରଭୁଙ୍କ ପାଇଁ କାମ କରି ପାରିବି। ଜୀବନ ବା ମୃତ୍ୟୁ ତହିଁରୁ ତାହାକୁ ବାଛିବ, ମୁଁ ଏହା ଜାଣେନା? 23 ଜୀବନ ଓ ମୃତ୍ୟୁ ମଧ୍ୟରୁ ଗୋଟିକୁ ବାଛିବା କଷ୍ଟକର। ମୁଁ ଏହି ଜୀବନକୁ ଛାଡ଼ି ଖ୍ରୀଷ୍ଟଙ୍କ ସହିତ ରହିବାକୁ ଇଚ୍ଛା କରେ। ଏହା ଅଧିମ ଭଲ। 24 କିନ୍ତୁ, ତୁମ୍ଭ ପାଇଁ ମୋର ଶରୀରରେ ବଞ୍ଚି ରହିବା ଅଧିକ ଆବଶ୍ୟକ। 25 ମୁଁ ଜାଣେ ତୁମ୍ଭେମାନେ ମୋତେ ଗ୍ଭହୁଁଛ। ସେଥିପାଇଁ ମୁଁ ତୁମ୍ଭ ସହିତ ରହିବି ବୋଲି ମୁଁ ଜାଣେ। ବିଶ୍ୱାସରେ ତୁମ୍ଭର ବୃଦ୍ଧି ଓ ଆନନ୍ଦ ପାଇବା ନିମନ୍ତେ ମୁଁ ତୁମ୍ଭକୁ ସାହାଯ୍ୟ କରିବି। 26 ଯଦି ମୁଁ ତୁମ୍ଭ ପାଖକୁ ଫେରିଯାଏ, ତେବେ ଏହା ଖ୍ରୀଷ୍ଟ ଯୀଶୁଙ୍କଠାରେ ମୋ’ ପାଇଁ ତୁମ୍ଭର ଅଧିକ ଗର୍ବର କାରଣ ହେବ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center