Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
Error: Book name not found: Bar for the version: Odia Holy Bible: Easy-to-Read Version
ମଲାଖି ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 3:1-4

ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି, “ଆମ୍ଭର ପଥ ପରିଷ୍କାର କରିବା ପାଇଁ ଆମ୍ଭେ ଆପଣା ଦୂତକୁ ପ୍ରେରଣ କରିବା। ଆଉ ଦେଖ ତୁମ୍ଭେମାନେ ଯେଉଁ ପ୍ରଭୁଙ୍କୁ ଅନ୍ୱେଷଣ କରୁଛ ସେ ହଠାତ୍ ତାଙ୍କ ମନ୍ଦିରକୁ ଆସିବ। ନିଶ୍ଚୟ ଚୁକ୍ତିର ବାର୍ତ୍ତାବାହକ ତୁମ୍ଭେ ଯାହା ବିଷୟରେ ସନ୍ତୁଷ୍ଟ ସେ ଆସୁଛନ୍ତି।

“ମାତ୍ର ସେହି ସମୟ ପାଇଁ କୌଣସି ବ୍ୟକ୍ତି ପ୍ରସ୍ତୁତ ହୋଇ ପାରିବ ନାହିଁ। ସେ ଯେତେବେଳେ ଆସିବେ କେହି ରକ୍ଷା କରିବେ ନାହିଁ। ସେ ଏକ ମାର୍ଜିତ ଅଗ୍ନି ସଦୃଶ ହେବ, ଆଉ ମଧ୍ୟ ପରିଷ୍କାରକାରୀ ରଜକର କ୍ଷାର ସ୍ୱରୂପ ହେବ। ଅଗ୍ନିରେ ରୂପା ବିଶୁଦ୍ଧ ହେଲାପରି ସେ ଲେବୀୟମାନଙ୍କୁ ପବିତ୍ର କରିବ। ସେ ସୁବର୍ଣ୍ଣ ଓ ରୌପ୍ୟ ସଦୃଶ ସେମାନଙ୍କୁ ଶୁଦ୍ଧ କରିବ। ତା’ପରେ ସେମାନେ ସଦାପ୍ରଭୁଙ୍କ ପାଇଁ ଉପଯୁକ୍ତ ନୈବେଦ୍ୟ ଆଣିବେ। ତା’ପରେ ସଦାପ୍ରଭୁ ଯିରୁଶାଲମ ଓ ଯିହୁଦା ନିକଟରୁ ଭେଟି ଗ୍ରହଣ କରିବେ, ସେ ଯେପରି ପ୍ରାଚୀନ କାଳରେ କରିଥିଲେ।

ଲୂକ ଲିଖିତ ସୁସମାଗ୍ଭର 1:68-79

68 “ଇସ୍ରାଏଲର ପ୍ରଭୁ ପରମେଶ୍ୱରଙ୍କର ସ୍ତୁତି ଗାନ କର।
    ସେ ନିଜ ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ଆସିଛନ୍ତି
    ଏବଂ ସେମାନଙ୍କୁ ସ୍ୱାଧୀନତା ଦେଇଛନ୍ତି।
69 ସେ ଆମ୍ଭମାନଙ୍କ ପାଇଁ ତାହାଙ୍କ ସେବକ ଦାଉଦଙ୍କ ପରିବାରରୁ,
    ଜଣେ ଶକ୍ତିଶାଳୀ ଉଦ୍ଧାରକର୍ତ୍ତାଙ୍କୁ ଦେଇଛନ୍ତି।
70 ବହୁତ ଦିନ ପୂର୍ବେ ବାସ କରୁଥିବା ନିଜ ପବିତ୍ର ଭବିଷ୍ୟ‌ଦ୍‌ବକ୍ତାମାନଙ୍କ ମାଧ୍ୟମରେ
    ପରମେଶ୍ୱର ଏହା କରିବେ ବୋଲି କହିଥିଲେ।
71 ସେ ଆମ୍ଭମାନଙ୍କୁ ଆମ୍ଭମାନଙ୍କର ଶତ୍ରୁମାନଙ୍କଠାରୁ
    ତଥା ଆମ୍ଭମାନଙ୍କୁ ଘୃଣା କରୁଥିବା ସମସ୍ତଙ୍କ ହାତରୁ ରକ୍ଷା କରିବାକୁ ପ୍ରତିଶ୍ରୁତି ଦେଇଥିଲେ।
72 ସେ ଆମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଦୟା ଦେଖାଇବେ ବୋଲି କହିଥିଲେ
    ଏବଂ ସେ ତାହାଙ୍କର ପବିତ୍ର ପ୍ରତିଜ୍ଞା ମନେ ରଖିଛନ୍ତି।
73 ସେ ଆମ୍ଭମାନଙ୍କର ପୂର୍ବପୁରୁଷ ଅବ୍ରହାମଙ୍କୁ ପ୍ରତିଜ୍ଞା ଦେଇଥିଲେ।
74     ଯେ ସେ ଆମ୍ଭମାନଙ୍କୁ ଆମ୍ଭମାନଙ୍କ ଶତ୍ରୁଙ୍କ ଶକ୍ତି କବଳରୁ ମୁକ୍ତ କରିବେ।
ତା ଫଳରେ ଆମ୍ଭେମାନେ ନିର୍ଭୟରେ ପରମେଶ୍ୱରଙ୍କ ସେବା କରି ପାରିବୁ।
75     ଆମ୍ଭେମାନେ ବଞ୍ଚିଥିବା ପର୍ଯ୍ୟନ୍ତ ପରମେଶ୍ୱରଙ୍କ ଆଗରେ ଧାର୍ମିକ ଓ ପବିତ୍ର ରହିବୁ।

76 “ଏବଂ ତୁମ୍ଭେ ହେ ଶିଶୁ! ତୁମ୍ଭେ ସେହି ପର୍ବୋପରିସ୍ଥ ପରମେଶ୍ୱରଙ୍କ ଭବିଷ୍ୟ‌ଦ୍‌ବକ୍ତା ରୂପେ ଖ୍ୟାତ ହେବ।
    ପ୍ରଭୁଙ୍କ ଆଗମନ ପାଇଁ ଲୋକମାନଙ୍କୁ ପ୍ରସ୍ତୁତ କରିବା ନିମନ୍ତେ ପ୍ରଭୁଙ୍କ ପୂର୍ବରୁ ତୁମ୍ଭେ ପ୍ରଥମେ ଯିବ।
77 ପରମେଶ୍ୱରଙ୍କ ଲୋକଙ୍କୁ ତୁମ୍ଭେ ଜଣେଇଦେବ ଯେ
    ସେମାନଙ୍କର ପାପକୁ କ୍ଷମା କରି ଦିଆଯାଇ ସେମାନଙ୍କୁ ଉଦ୍ଧାର କରାଯିବ।

78 “ଆମ୍ଭମାନଙ୍କ ପରମେଶ୍ୱରଙ୍କ ସ୍ନେହମୟ ଅନୁଗ୍ରହ ହେତୁ,
    ସ୍ୱର୍ଗରୁ ଆଗତ ଗୋଟିଏ ନୂତନ ଦିନର ପ୍ରଭାତ ଆମ୍ଭମାନଙ୍କୁ ଆଲୋକିତ କରିବ।
79 ମୃତ୍ୟୁର ଭୟରେ ଅନ୍ଧକାର ଭିତରେ ବାସ କରୁଥିବା ଲୋକଙ୍କୁ ପରମେଶ୍ୱର ସାହାଯ୍ୟ କରିବେ।
    ସେ ଆମ୍ଭମାନଙ୍କୁ ଶାନ୍ତି ମାର୍ଗରେ ବାଟ କଢ଼େଇ ନେବେ।”

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 1:3-11

ପାଉଲଙ୍କ ପ୍ରାର୍ଥନା

3-4 ଯେତେଥର ମୁଁ ତୁମ୍ଭମାନଙ୍କୁ ମନେପକାଏ, ସେତେଥର ପରମେଶ୍ୱରଙ୍କୁ ଆନନ୍ଦ ସହକାରେ ପ୍ରାର୍ଥନାରେ ଧନ୍ୟବାଦ ଦିଏ। ଲୋକମାନଙ୍କୁ ସୁସମାଗ୍ଭର ଶୁଣାଇଲା ବେଳେ, ତୁମ୍ଭମାନଙ୍କଠାରୁ ପାଇଥିବା ସାହାଯ୍ୟ ପାଇଁ ମୁଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦିଏ। ବିଶ୍ୱାସ କରିବା ପ୍ରଥମଦିନଠାରୁ ଏବେ ପର୍ଯ୍ୟନ୍ତ ତୁମ୍ଭେ ସାହାଯ୍ୟ କରି ଆସୁଛ। ପରମେଶ୍ୱର ତୁମ୍ଭର ମଙ୍ଗଳ କରିବା ଆରମ୍ଭ କରିଛନ୍ତି ଓ ବର୍ତ୍ତମାନ ମଧ୍ୟ ତାହା କରୁଛନ୍ତି। ଯୀଶୁ ଖ୍ରୀଷ୍ଟଙ୍କ ଆଗମନ ଦିନ ପର୍ଯ୍ୟନ୍ତ ସେ ସେହି କାମ ସାଧନ କରି ସମାପ୍ତ କରିବେ। ମୁଁ ଏଥିରେ ନିଶ୍ଚିତ ଅଟେ।

ତୁମ୍ଭମାନଙ୍କ ବିଷୟରେ ମୋର ଏପରି ଭାବିବା ଉଚିତ୍, କାରଣ ତୁମ୍ଭେ ସମସ୍ତେ ମୋ’ ହୃଦୟରେ ସ୍ଥାନ ପାଇଛ। ତୁମ୍ଭେମାନେ ପରମେଶ୍ୱରଙ୍କ କୃପାରେ ମୋର ଭାଗୀଦାର। ବର୍ତ୍ତମାନ ମୁଁ ବନ୍ଦୀଘରେ ଅଛି, ଯେତେବେଳେ ମୁଁ ସୁସମାଗ୍ଭରର ପକ୍ଷ ସମର୍ଥନ କରୁଛି ଓ ଯେତେବେଳେ ମୁଁ ସୁସମାଗ୍ଭରର ସତ୍ୟ ପ୍ରମାଣିତ କରୁଛି, ସେତେବେଳେ ମଧ୍ୟ ତୁମ୍ଭେମାନେ ମୋ’ ସହିତ ପରମେଶ୍ୱରଙ୍କ ଅନୁଗ୍ରହର ସହଭାଗୀ ଅଟ। ପରମେଶ୍ୱର ଜାଣନ୍ତି ଯେ ମୁଁ ତୁମ୍ଭମାନଙ୍କୁ ଦେଖିବାକୁ କେତେ ଇଚ୍ଛା କରୁଛି। ଖ୍ରୀଷ୍ଟ ଯୀଶୁଙ୍କର ସ୍ନେହପୂର୍ଣ୍ଣ କରୁଣାରେ ମୁଁ ତୁମ୍ଭମାନଙ୍କୁ ପ୍ରେମ କରେ।

ତୁମ୍ଭମାନଙ୍କ ପାଇଁ ମୋର ପ୍ରାର୍ଥନା ଏହି ଯେ:

ତୁମ୍ଭମାନଙ୍କର ପ୍ରେମ ଅଧିକରୁ ଅଧିକ ବୃଦ୍ଧି ପାଉ; ତୁମ୍ଭମାନଙ୍କର ପ୍ରେମ ଦ୍ୱାରା ତୁମ୍ଭେ ଜ୍ଞାନ ଓ ବୋଧଶକ୍ତି ପ୍ରାପ୍ତ ହୁଅ; 10 ଯେପରି ତୁମ୍ଭେ ଭଲ ଓ ମନ୍ଦର ପାର୍ଥକ୍ୟ ଦେଖି ପାରିବ ଓ ଉତ୍ତମ ବିଷୟ ବାଛି ପାରିବ। ତହିଁରେ ଖ୍ରୀଷ୍ଟ ଯେଉଁଦିନ ଆସିବେ, ତୁମ୍ଭେ ଶୁଦ୍ଧ ଓ ଦୋଷଶୂନ୍ୟ ହେବ; 11 ତୁମ୍ଭେ ପରମେଶ୍ୱରଙ୍କ ପାଇଁ ମହିମା ଓ ପ୍ରଶଂସା ଉଦ୍ଦେଶ୍ୟରେ ଯୀଶୁ ଖ୍ରୀଷ୍ଟଙ୍କ ସାହାଯ୍ୟରେ ଅନେକ ଉତ୍ତମ କାମ କରିବ।

ଲୂକ ଲିଖିତ ସୁସମାଗ୍ଭର 3:1-6

ବାପ୍ତିଜକ ଯୋହନଙ୍କ ପ୍ରଗ୍ଭର(A)

ତିବିରିଅ କାଇସରଙ୍କ ରାଜତ୍ୱର ପନ୍ଦରତମ ବର୍ଷ ସମୟର କଥା।

ଯିହୂଦା ପ୍ରଦେଶର ଶାସକ ପନ୍ତିୟ ପୀଲାତ,

ଗାଲିଲୀର ଶାସକ ହେରୋଦ, ଇତୂରିୟା

ଓ ତ୍ରାଖୋନୀତି ପ୍ରଦେଶର ଶାସକ ହେରୋଦର ଭାଇ ଫିଲି‌ପ୍‌ପ ଓ ଅବିଲୀନୀର ଶାସକ ଲୂସାନିୟା,

ଏ ସମସ୍ତେ କାଇସରଙ୍କ ଅଧୀନରେ ଥିଲେ।

ହାନାନ ଓ କୟାଫା ମହାଯାଜକ ଥିଲେ। ସେହି ସମୟରେ ଜିଖରିୟଙ୍କ ପୁଅ ଯୋହନଙ୍କ ପାଖକୁ ପରମେଶ୍ୱରଙ୍କର ଗୋଟିଏ ଆଜ୍ଞା ଆସିଲା। ଯୋହନ ମରୁଭୂମିରେ ବାସ କରୁଥିଲେ। ଯୋହନ ଯର୍ଦ୍ଦନ ନଦୀର ଗ୍ଭରିପାଖଯାକ ସବୁଅଞ୍ଚଳରେ ବୁଲି ବୁଲି ଲୋକମାନଙ୍କ ନିକଟରେ ପ୍ରଗ୍ଭର କଲେ ଯେ, ସେମାନେ ନିଜର ହୃଦୟ ଓ ଜୀବନ ପରିବର୍ତ୍ତନ କରନ୍ତୁ ଓ ବାପ୍ତିଜିତ ହୁଅନ୍ତୁ, ତାହାହେଲେ ସେମାନଙ୍କର ପାପଗୁଡ଼ିକୁ କ୍ଷମା କରି ଦିଆଯିବ। ଏହା ଭବିଷ୍ୟ‌ଦ୍‌ବକ୍ତା ଯିଶାଇୟଙ୍କ ବାକ୍ୟ ସମ୍ବଳିତ ପୁସ୍ତକରେ ଲେଖାଥିବା କଥା ଥିଲା। ସେଥିରେ ଲେଖାଥିଲା:

“ମରୁଭୂମିରେ ଜଣେ ଲୋକ ପାଟି କରି କହୁଛି:
‘ପ୍ରଭୁଙ୍କ ମାର୍ଗ ପ୍ରସ୍ତୁତ କର।
    ତାହାଙ୍କ ବାଟ ସଳଖ କର।
ପ୍ରତ୍ୟେକ ଉପତ୍ୟକା ପୂର୍ଣ୍ଣ କରି ଦିଆଯିବ।
    ପ୍ରତ୍ୟେକ ପର୍ବତ ଓ ପାହାଡ଼ ସମତଳ ହୋଇଯିବ।
ବଙ୍କା ରାସ୍ତା ସବୁ ସିଧା କରି ଦିଆଯିବ
    ଓ ଖାଲଢ଼ିପ ରାସ୍ତା ସବୁ ସମତଳ କରି ଦିଆଯିବ।
ପ୍ରତ୍ୟେକ ଲୋକ ପରମେଶ୍ୱରଙ୍କ
    ପରିତ୍ରାଣ ବିଷୟରେ ଜାଣିବେ।’”(B)

Odia Holy Bible: Easy-to-Read Version (ERV-OR)

2010 by World Bible Translation Center