Revised Common Lectionary (Semicontinuous)
ଦାଉଦଙ୍କର ଏକ ମନ୍ଦିର ଆରୋହଣ ଗୀତ।
126 ଯେତେବେଳେ ସଦାପ୍ରଭୁ ସିୟୋନରେ ପୁନଃସ୍ଥାପନ କରନ୍ତି।
ଏହା ଏକ ସ୍ୱପ୍ନ ତୁଲ୍ୟ ଥିଲା।
2 ଆମ୍ଭେମାନେ ଖୁସୀରେ ପୂର୍ଣ୍ଣ ହୋଇଥିଲୁ ଏବଂ ଖୁସୀରେ ଗୀତ ଗାଇଲୁ।
ଅନ୍ୟ ଜାତିର ଲୋକମାନେ କହିଲେ,
“ସଦାପ୍ରଭୁ ସେମାନଙ୍କ ପାଇଁ ମହତ କର୍ମ କଲେ।”
3 ହଁ, ସଦାପ୍ରଭୁ ଆମ୍ଭ ପାଇଁ ମହତ କର୍ମ କଲେ,
ତହିଁରେ ଆମ୍ଭେମାନେ ଖୁସୀ ଅଟୁ।
4 ସଦାପ୍ରଭୁ, ଆଉଥରେ ଆମ୍ଭର ଶାନ୍ତି ପୁନଃସ୍ଥାପନ କର,
ଯେପରି ମରୁଭୂମିରେ ଝରଣାରୁ ଜଳସ୍ରୋତ ବହେ।
5 ଜଣେ ଲୋକ ବିହନ ବୁଣିବା ସମୟରେ ଦୁଃଖ ପାଇଥାଏ,
କିନ୍ତୁ ସେ ଅମଳ ସମୟରେ ବହୁତ ଖୁସୀ ହୁଏ।
6 ଯଦିଓ ସେ ବିହନ କାନ୍ଦି କାନ୍ଦି ଆପଣା କ୍ଷେତକୁ ନେଇଯାଏ,
ତଥାପି ସେ ଅମଳ ଘରକୁ ଆଣିବା ସମୟରେ ଖୁସୀ ହୁଏ।
ଇସ୍ରାଏଲର ଦଣ୍ଡ ସମାପ୍ତି
40 ତୁମ୍ଭର ପରମେଶ୍ୱର ଏହା କୁହନ୍ତି,
“ମୋ’ ଲୋକମାନଙ୍କୁ ସାନ୍ତ୍ୱନା ଦିଅ, ସାନ୍ତ୍ୱନା ଦିଅ।
2 ତୁମ୍ଭେମାନେ ଯିରୁଶାଲମକୁ ଦୟାପୂର୍ଣ୍ଣ ମଧୁର ବାକ୍ୟ କୁହ।
‘ତାହାର ସଂଗ୍ରାମ ଶେଷ ହୋଇଛି
ଓ ତାହାର ପାପକୁ କ୍ଷମା କରାଯାଇଛି।’
ସେ ନିଜର ପାପପାଇଁ ସଦାପ୍ରଭୁଙ୍କଠାରୁ
ଦୁଇଗୁଣ ଦଣ୍ଡ ପାଇଅଛି ବୋଲି ପ୍ରଗ୍ଭର କର।”
3 ଏକ ବ୍ୟକ୍ତିର ଉଚ୍ଚସ୍ୱର ଶୁଣ,
“ତୁମ୍ଭେମାନେ ପ୍ରାନ୍ତରରେ ସଦାପ୍ରଭୁଙ୍କ ପାଇଁ ପଥ ପ୍ରସ୍ତୁତ କର।
ମରୁଭୂମିରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ରାଜପଥ ସଳଖ ଓ ଚିକ୍କଣ କର।
4 ସମସ୍ତ ଉପତ୍ୟକାକୁ ପୂର୍ଣ୍ଣ କରି ଉଚ୍ଚ କର,
ପର୍ବତ ଓ ଉପପର୍ବତଗୁଡ଼ିକୁ ସମାନ କର।
ବକ୍ର ରାସ୍ତାକୁ ସଳଖ କର
ଓ ରଗଡ଼ା ସ୍ଥାନଗୁଡ଼ିକୁ ମସୃଣ କର।
5 ତାହାହେଲେ ସଦାପ୍ରଭୁଙ୍କ ମହିମା ପ୍ରକାଶିତ ହେବ।
ସମସ୍ତ ମାନବ ସମାଜ ସଦାପ୍ରଭୁଙ୍କ ଗୌରବ ଦେଖିବେ।
କାରଣ ସଦାପ୍ରଭୁ ନିଜେ ଏହା କହିଛନ୍ତି।”
6 ପୁଣି ଏକ ସ୍ୱର ଶୁଣାଗଲା, “ପ୍ରଗ୍ଭର କର।”
ଜଣେ ବ୍ୟକ୍ତି କହିଲା, “କ’ଣ ପ୍ରଗ୍ଭର କରିବା?”
ସେ ସ୍ୱରଟି କହିଲା, “ମନୁଷ୍ୟ ଚିରଦିନ ପାଇଁ ବଞ୍ଚିବ ନାହିଁ।
ସେମାନେ ତୃଣତୁଲ୍ୟ ଓ ସେମାନଙ୍କର ସମସ୍ତ ଶୋଭା କ୍ଷେତ୍ରସ୍ଥ ପୁଷ୍ପ ତୁଲ୍ୟ।
7 ତୃଣ ଶୁଷ୍କ ହୁଏ ଓ ପୁଷ୍ପ ମ୍ଳାନ ହୁଏ।
କାରଣ ତାହା ଉପରେ ସଦାପ୍ରଭୁଙ୍କର ଶ୍ୱାସବାୟୁ ବହେ।
ତେଣୁ ଲୋକମାନେ ନିଶ୍ଚିତ ତୃଣ ସ୍ୱରୂପ।
8 “ତୃଣ ସିନା ଶୁଷ୍କ ହୁଏ ଓ ପୁଷ୍ପ ସିନା ମଳିନ ହୁଏ,
ମାତ୍ର ଆମ୍ଭମାନଙ୍କ ପରମେଶ୍ୱରଙ୍କ ବାକ୍ୟ ଅନନ୍ତକାଳସ୍ଥାୟୀ।”
ପରିତ୍ରାଣ: ପରମେଶ୍ୱରଙ୍କ ସୁସମ୍ବାଦ
9 ହେ ଲୋକମାନେ, ସିୟୋନରେ ସୁସମାଗ୍ଭର ପ୍ରଗ୍ଭର କର,
ଉଚ୍ଚ ପର୍ବତକୁ ଯାଅ।
ଉଚ୍ଚ ସ୍ୱରରେ କୁହ, ହେ ଲୋକମାନେ ଯିରୁଶାଲମ ନିକଟରେ ସୁସମାଗ୍ଭର ପ୍ରଗ୍ଭର କର।
ଜୋର୍ରେ କୁହ, ଭୟ କର ନାହିଁ।
ଯିହୁଦା ନଗରୀକୁ କୁହ,
“ଦେଖ, ଏହିଠାରେ ତୁମ୍ଭର ପରମେଶ୍ୱର।”
10 ଦେଖ, ମୋର ପ୍ରଭୁ ସଦାପ୍ରଭୁ ସମସ୍ତ ପରାକ୍ରମ ନେଇ ଆସୁଛନ୍ତି
ଓ ତାଙ୍କର ବାହୁ ବଳରେ ସେ କର୍ତ୍ତୃତ୍ୱ କରିବେ।
ଦେଖ, ତାଙ୍କ ସହିତ ତାଙ୍କର ପୁରସ୍କାର ଅଛି
ଓ ତାଙ୍କ ଆଗେ ଆଗେ ତାଙ୍କର ପ୍ରତିଫଳ ଅଛି।
11 ମେଷଶାବକ ମେଷମାନଙ୍କୁ ଚରାଇଲା ପରି ସେ ଆପଣା ଲୋକମାନଙ୍କର ଯତ୍ନ ନେବେ।
ମେଷ ଛୁଆମାନଙ୍କୁ ସେ ନିଜର ବାହୁ ବଳରେ ସଂଗ୍ରହ କରିବେ ଓ ନିଜର କୋଳରେ ସେମାନଙ୍କୁ ବହି ନେବେ।
ସେମାନଙ୍କର ମାମାନେ ପଛେ ପଛେ ଯିବେ।
22 ଆମ୍ଭେ ଯାଣୁ ଯେ ପରମେଶ୍ୱରଙ୍କ ନିର୍ମିତ ପ୍ରତ୍ୟେକ ବିଷୟ, ଏବେ ସୁଦ୍ଧା ସନ୍ତାନକୁ ଜନ୍ମ ଦେବା ପ୍ରସବ ବେଦନା ସହିତ ପ୍ରତୀକ୍ଷାରତ ସ୍ତ୍ରୀଲୋକ ଭଳି ଅପେକ୍ଷାରେ ଅଛି। 23 କେବଳ ଜଗତ ନୁହେଁ, ଆମ୍ଭେ ମଧ୍ୟ ସେହିପରି ବେଦନାପୂର୍ବକ ଅପେକ୍ଷାରେ ଅଛୁ। ପରମେଶ୍ୱରଙ୍କର ପ୍ରତିଜ୍ଞାର ପ୍ରଥମ ଫଳ ସ୍ୱରୂପ ଆମ୍ଭେ ଆତ୍ମାକୁ ପାଇଲୁ। ସେଥିପାଇଁ ଆମ୍ଭେ ଅପେକ୍ଷା କରିଛୁ ଯେ, ପରମେଶ୍ୱର ଆମ୍ଭକୁ ତାହାଙ୍କର ନିଜ ସନ୍ତାନ ଭାବେ ସୃଷ୍ଟି କରିବା କାମ ସମାପ୍ତ କରନ୍ତୁ। ଅର୍ଥାତ ଆମ୍ଭେମାନେ ଶରୀରଗୁଡ଼ିକ ମୁକ୍ତି ପାଇଁ ଅପେକ୍ଷା କରିଛୁ। 24 ଆମ୍ଭେ ପରିତ୍ରାଣ ପାଇଥିଲୁ ଓ ଆମ୍ଭର ଏହି ଭରଷା ଅଛି। ଯାହା ପାଇଁ ଆମ୍ଭେ ଭରଷା କରିଛୁ ଯଦି ଆମ୍ଭେ ତାହାକୁ ଦେଖି ପାରୁ, ତା’ହେଲେ ତାହା ପ୍ରକୃତରେ ଭରସା ନୁହେଁ। ମଣିଷ, ଯାହା ତା’ ପାଖରେ ଏବେ ଅଛି, ସେ ଗୁଡ଼ିକ ପାଇଁ ଭରସା କରେ ନାହିଁ। 25 କିନ୍ତୁ ଯାହା ଆମ୍ଭ ପାଖରେ ଏବେ ସୁଦ୍ଧା ନାହିଁ ତା’ ପାଇଁ ଆମ୍ଭେ ଭରସାରେ ଅଛୁ। ଆମ୍ଭେ ଏହା ପାଇଁ ଧୈର୍ଯ୍ୟପୁର୍ବକ ଅପେକ୍ଷା କରି ରହିଛୁ।
2010 by World Bible Translation Center