Revised Common Lectionary (Semicontinuous)
ଶାନ୍ତିରାଜା ଅସୁଛନ୍ତି
11 ଅନନ୍ତର ଯିଶୟର ଗଣ୍ଡିରୁ ଏକ କ୍ଷୁଦ୍ର ଶାଖା ବହନ କରିବ, ତା’ର ମୂଳରୁ ଶାଖା ବଢ଼ିବ, 2 ସେହି ପିଲା ମଧ୍ୟରେ ସଦାପ୍ରଭୁଙ୍କର ଆତ୍ମା ସ୍ଥାନ ପାଇବ। ସେହି ଆତ୍ମା ଜ୍ଞାନ, ବିବେଚନା ମନ୍ତ୍ରଣା ଓ ପରାକ୍ରମ ପ୍ରଦାନ କରିବ। ଆଉ ମଧ୍ୟ ସେହି ଆତ୍ମା ସଦାପ୍ରଭୁଙ୍କୁ ଜାଣିବାକୁ ଓ ଅନୁସରଣ କରିବାକୁ ପିଲାକୁ ସାହାଯ୍ୟ କରିବେ। 3 ସଦାପ୍ରଭୁଙ୍କୁ ଭକ୍ତି କରିବେ ଏବଂ ସଦାପ୍ରଭୁଙ୍କ ଅଭୟ ଯୋଗୁଁ ସୁଖୀ ହେବେ।
ଏହି ପିଲା ନିଜ ଦୃଷ୍ଟି ବଳରେ ଲୋକମାନଙ୍କୁ ବିଗ୍ଭର କରିବ ନାହିଁ କିମ୍ବା ନିଜର ଶୁଣିବାନୁସାରେ ଅନୁଯୋଗ କରିବ ନାହିଁ। 4-5 ସେ ସାଧୁ ଓ ନିରପେକ୍ଷ ରହିବେ, ଯେତେବେଳେ ଗରିବ ଏବଂ ଅସହାୟ ଲୋକଙ୍କର ବିଗ୍ଭର କରୁଥିବେ। ସେ ଯେତେବେଳେ ଲୋକଙ୍କୁ ଦଣ୍ଡ ଦେବାକୁ ସ୍ଥିର କରିବ, ସେତେବେଳେ ସେମାନେ ଦଣ୍ଡିତ ହେବେ। ପୁଣି ଯେତେବେଳେ ଦୁଷ୍ଟାଗ୍ଭରୀମାନଙ୍କୁ ସଂହାର କରିବାକୁ ଆଦେଶ ଦେବେ, ସେତେବେଳେ ସେମାନେ ନିହତ ହେବେ। ଧର୍ମ ଓ ନ୍ୟାୟ ସେ ପିଲାକୁ ଶକ୍ତି ଦେବ। ସେଗୁଡ଼ିକ ତା’ର ଅଣ୍ଟାର ବଳୟ ସଦୃଶ ହେବ।
6 ସେ ସମୟରେ ଗଧିଆଗୁଡ଼ିକ ମେଷ ଶାବକମାନଙ୍କ ସହିତ ଶାନ୍ତିରେ ବାସ କରିବେ। ଛେଳିଛୁଆ ସହିତ ବାଘ ଏକତ୍ର ଶାନ୍ତିରେ ଶୋଇବେ। ବାଛୁରି, ସିଂହ ଓ ଷଣ୍ଢଗୁଡ଼ିକ ଏକତ୍ର ସୁଖ ଶାନ୍ତିରେ ବାସ କରିବେ। ଏପରିକି ଗୋଟିଏ ଛୋଟ ପିଲା ସେମାନଙ୍କୁ ଅଡ଼ାଇବ। 7 ଗାଈ ଓ ଭାଲୁଗୁଡ଼ିକ ଏକତ୍ର ଶାନ୍ତିରେ ବାସ କରିବେ। ସେ ସମସ୍ତଙ୍କର ପିଲାମାନେ ପରସ୍ପରକୁ ଆଘାତ ନ କରି ଏକତ୍ର ଶୋଇବେ। ସିଂହମାନେ ଗାଈପରି ନଡ଼ା ଖାଇବେ। ଏପରିକି ସର୍ପ ମଧ୍ୟ କାହାରିକୁ ଆଘାତ କରିବ ନାହିଁ। 8 ଗୋଟିଏ ଶିଶୁ ବିଷଧର ସର୍ପର ଗର୍ତ୍ତରେ ଖେଳିବ। ଆଉ ମଧ୍ୟ ଶିଶୁଟି ନିର୍ଭୟରେ ସର୍ପ ଗର୍ତ୍ତରେ ହାତ ପୁରାଇବ।
9 କୌଣସି ବ୍ୟକ୍ତି ଅନ୍ୟକୁ ଆଘାତ କରିବ ନାହିଁ। ମୋର ପବିତ୍ର ପର୍ବତରେ କୌଣସି ବ୍ୟକ୍ତି ଅନିଷ୍ଟ ଚିନ୍ତା କରିବ ନାହିଁ। କାରଣ ସଦାପ୍ରଭୁଙ୍କ ବିଷୟରେ ସେମାନଙ୍କ ପରିପୂର୍ଣ୍ଣ ଜ୍ଞାନ ହେବ। ସମୁଦ୍ର ଯେପରି ଜଳରେ ପରିପୂର୍ଣ୍ଣ ପୃଥିବୀ ସେହିପରି ସଦାପ୍ରଭୁ ବିଷୟକ ଜ୍ଞାନରେ ପରିପୂର୍ଣ୍ଣ ହେବ।
କେତେକ ଅଧିପତି ମୋଶାଙ୍କ ବିପକ୍ଷ ହୁଅନ୍ତି
16 ଲେବୀର ଏକ ବଂଶଧର କୋରହ, କୋରହ ଯିଷ୍ହରର ପୁତ୍ର, ତା’ର ପିତା କହାତ ଏବଂ ରୁବେନ୍ର ତିନି ଜଣ ମଧ୍ୟରୁ ଦାଥନ ଓ ଅବୀରାମ, ଇଲିୟାବର ଦୁଇ ପୁତ୍ର ପେଲତର ପୁତ୍ର ଓନ୍। 2 ଇସ୍ରାଏଲର ଲୋକମାନଙ୍କର 250 ଜଣ ନେତୃର୍ବଗ ମୋଶାଙ୍କ ବିରୁଦ୍ଧରେ ଗଲେ। 3 ସେମାନେ ଏକତ୍ର ହୋଇ ମୋଶା ଓ ହାରୋଣଙ୍କ ବିରୁଦ୍ଧରେ କହିଲେ, “ତୁମ୍ଭେମାନେ ନିଜକୁ ବହୁତ ଗୁରୁତର ଦେଖାଇଲ। ମଣ୍ତଳୀର ପ୍ରତ୍ୟେକ ବ୍ୟକ୍ତି ପବିତ୍ର ଓ ସଦାପ୍ରଭୁ ସେମାନଙ୍କ ମଧ୍ୟରେ ବାସ କରୁଛନ୍ତି। ତୁମ୍ଭେମାନେ ସଦାପ୍ରଭୁଙ୍କ ମଣ୍ତଳୀ ଉପରେ କାହିଁକି ପ୍ରଭୁତ୍ୱ ଦେଖାଉଛ?”
4 ତା’ପରେ ମୋଶା ଏହା ଶୁଣି ନିଜକୁ ନମ୍ର କରି ମୁହଁ ମାଡ଼ି ପଡ଼ି ରହିଲେ। 5 ତା’ପରେ ମୋଶା କୋରହକୁ ଓ ତାଙ୍କର ସମସ୍ତ ଅନୁଗାମୀମାନଙ୍କୁ କହିଲେ, “ସଦାପ୍ରଭୁ କାଲି ଦେଖାଇବେ, କିଏ ପ୍ରକୃତରେ ତାଙ୍କ ଲୋକ ଓ କିଏ ପ୍ରକୃତରେ ପବିତ୍ର। ଆଉ ସେ ତାକୁ ନିଜ ପାଖକୁ ଆଣିବେ, ଯାହାକୁ ସେ ପସନ୍ଦ କରନ୍ତି। 6 ହେ କୋରହ, ତୁମ୍ଭେ ଓ ତୁମ୍ଭର ଅନୁଗାମୀମାନେ ଏହା କରିବା ଉଚିତ୍। ବିଶେଷ ଅଙ୍ଗାରଧାନୀ ନିଅ। 7 କାଲି ତହିଁରେ ଅଗ୍ନି ଦିଅ। ସଦାପ୍ରଭୁଙ୍କ ସମ୍ମୁଖରେ ତହିଁ ଉପରେ ଧୂପ ଥୁଅ। ତହିଁରେ ସଦାପ୍ରଭୁ ଯେଉଁ ବ୍ୟକ୍ତିକୁ ମନୋନୀତ କରିବେ ସେ ହିଁ ପବିତ୍ର ହେବ। ହେ ଲେବୀର ପୁତ୍ରମାନେ, ତୁମ୍ଭେମାନେ ବହୁ ଦୂରକୁ ଗ୍ଭଲି ଯାଇଛ, ତୁମ୍ଭେମାନେ ଭ୍ରାନ୍ତିପୂର୍ଣ୍ଣ।”
8 ଆଉ ମୋଶା କୋରହକୁ କହିଲେ, “ହେ ଲେବୀର ସନ୍ତାନଗଣ, ତୁମ୍ଭେମାନେ ଟିକିଏ ଶୁଣ। 9 ଇସ୍ରାଏଲର ପରମେଶ୍ୱର ତୁମ୍ଭମାନଙ୍କୁ ଇସ୍ରାଏଲ ମଣ୍ତଳୀରୁ ପୃଥକ୍ କରି ସଦାପ୍ରଭୁଙ୍କ ପବିତ୍ର ତମ୍ବୁ ନିମନ୍ତେ ନିୟୋଜିତ କରିଛନ୍ତି ଓ ତୁମ୍ଭମାନଙ୍କ ମଣ୍ତଳୀ ସମ୍ମୁଖରେ ଠିଆ ହୋଇ ସେବା କରିବା ପାଇଁ ଆପଣା ନିକଟବର୍ତ୍ତୀ କରିଛନ୍ତି। ଏହା ତୁମ୍ଭମାନଙ୍କ ପାଇଁ ଯଥେଷ୍ଟ ନୁହଁ କି? 10 ସଦାପ୍ରଭୁ ତୁମ୍ଭଙ୍କୁ ଓ ତୁମ୍ଭର ସମସ୍ତ ଲେବୀ ସନ୍ତାନଗଣଙ୍କୁ ସାହାଯ୍ୟ କରିବାକୁ ତାଙ୍କର ନିକଟବର୍ତ୍ତୀ କରିଅଛନ୍ତି। ଏହା କ’ଣ ତୁମ୍ଭମାନଙ୍କ ପକ୍ଷରେ କ୍ଷୁଦ୍ର କଥା? ଆଉ ତୁମ୍ଭେମାନେ ଯାଜକ ହେବାକୁ ଚେଷ୍ଟା କରୁଛ? 11 ତୁମ୍ଭେ ଓ ତୁମ୍ଭର ଅନୁଗାମୀଗଣ ଦଳ ବାନ୍ଧି ସଦାପ୍ରଭୁଙ୍କ ବିରୁଦ୍ଧରେ ଯାଇଅଛ। ହାରୋଣ କିଛି ଅବିଧି କରି ନାହାନ୍ତି। ମାତ୍ର ତୁମ୍ଭେମାନେ ତାଙ୍କର ବିପକ୍ଷରେ ଅଭିଯୋଗ କରିଅଛ।”
12 ତା’ପରେ ମୋଶା ଇଲୀୟାବର ପୁତ୍ର ଦାଥନକୁ ଓ ଅବୀରାମକୁ ଡାକିବାକୁ ଲୋକ ପଠାଇଲେ; ମାତ୍ର ସେମାନେ କହିଲେ, “ଆମ୍ଭେମାନେ ଯିବା ନାହିଁ। 13 ତୁମ୍ଭେ ଆମ୍ଭମାନଙ୍କୁ ଦୁଗ୍ଧମଧୁପ୍ରବାହୀ ଦେଶରୁ ବାହାର କରି ଏହି ପ୍ରାନ୍ତରରେ ମାରିବାକୁ ଆଣିଅଛ। ଏହା କ’ଣ କ୍ଷୁଦ୍ର ବିଷୟ? ଆହୁରି ତୁମ୍ଭେ ନିଜକୁ ଆମ୍ଭମାନଙ୍କ ଉପରେ ଶାସକ ହେବାକୁ ଗ୍ଭହୁଁଛ। 14 ଆମ୍ଭେ କାହିଁକି ତୁମ୍ଭକୁ ମାନିବୁ? ତୁମ୍ଭେତ ଆମ୍ଭମାନଙ୍କୁ ଦୁଗ୍ଧମଧୁପ୍ରବାହୀ ଦେଶକୁ ଆଣି ନାହଁ, ତୁମ୍ଭେ ତ ଆମ୍ଭମାନଙ୍କୁ ଏକ ଉର୍ବର ଅଞ୍ଚଳକୁ ଆଣି ନାହିଁ, ଯେଉଁଠାରେ ଆମ୍ଭେମାନେ ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ରର ଅଧିକାର ପାଇବୁ। ତୁମ୍ଭେ ଏହି ମନୁଷ୍ୟମାନଙ୍କୁ ଠକିବ କି? ନା ଆମ୍ଭେମାନେ ଯାଉ ନାହୁଁ।”
15 ତେଣୁ ମୋଶା ଅତ୍ୟନ୍ତ କ୍ରୋଧାନ୍ୱିତ ହେଲେ, ସେ ସଦାପ୍ରଭୁଙ୍କୁ କହିଲେ, “ମୁଁ ଏହି ଲୋକମାନଙ୍କର କିଛି କ୍ଷତି କରି ନାହିଁ, ମୁଁ ସେମାନଙ୍କଠାରୁ ଗୋଟିଏ ଗଧ ମଧ୍ୟ ନେଇ ନାହିଁ। ତେଣୁ ତୁମ୍ଭେ ଏମାନଙ୍କର ନୈବେଦ୍ୟ ଗ୍ରହଣ କର ନାହିଁ।”
16 ତା’ପରେ ମୋଶା କୋରହକୁ କହିଲେ, “କାଲି ତୁମ୍ଭେ ଓ ତୁମ୍ଭର ସମସ୍ତ ଅନୁଗାମୀ ସଦାପ୍ରଭୁଙ୍କ ସମ୍ମୁଖରେ ଛିଡ଼ା ହୁଅ। ତୁମ୍ଭେ ଓ ତୁମ୍ଭର ସମସ୍ତ ଅନୁଗାମୀ ସେଠାରେ କାଲି ରହିବା ଉଚିତ୍। 17 ତୁମ୍ଭମାନଙ୍କ ମଧ୍ୟରୁ ପ୍ରତ୍ୟେକ ନିଜ ନିଜ ଅଙ୍ଗାରଧାନୀ ନିଅ ଓ ତହିଁ ଉପରେ ଧୂପ ଦିଅ। ପୁଣି ସେମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖକୁ ଆଣ। ପ୍ରତ୍ୟେକ 250 ପୁରୁଷ ଏହା କରିବା ଉଚିତ୍। ତୁମ୍ଭେ ଏବଂ ହାରୋଣ ପ୍ରତ୍ୟେକ ଗୋଟିଏ ଗୋଟିଏ ଅଙ୍ଗାରଧାନୀ ଆଣିବା ଉଚିତ୍।”
18 ତେଣୁ ସେମାନେ ପ୍ରତ୍ୟେକ ନିଜ ନିଜ ବିଶେଷ ଅଙ୍ଗାରଧାନୀ ନେଇ ତହିଁରେ ଅଗ୍ନି ଦେଲେ। ପୁଣି ତାହା ଉପରେ ଧୂପ ଥୋଇ ମୋଶା ଓ ହାରୋଣଙ୍କ ସହିତ ସମାଗମ-ତମ୍ବୁ ନିକଟରେ ଠିଆ ହେଲେ। 19 ପୁଣି କୋରହ ସମସ୍ତ ମଣ୍ତଳୀକି ଏକତ୍ରିତ କରି ସମାଗମ-ତମ୍ବୁଦ୍ୱାର ନିକଟରେ ସେମାନଙ୍କ ପ୍ରତିକୂଳରେ ଉପସ୍ଥିତ ହେଲେ, ସେତେବେଳେ ସମସ୍ତ ମଣ୍ତଳୀ ପ୍ରତି ସଦାପ୍ରଭୁଙ୍କ ମହିମା ଆବିର୍ଭାବ ହେଲା।
7 ତୁମ୍ଭେମାନେ ତୁମ୍ଭମାନଙ୍କର ନେତାମାନଙ୍କୁ ମନେ ପକାଅ। ସେମାନେ ପରମେଶ୍ୱରଙ୍କ ବାକ୍ୟ ତୁମ୍ଭମାନଙ୍କୁ ଶିଖାଇଛନ୍ତି। ସେମାନେ କିପରି ଜୀବନଯାପନ କରିଥିଲେ, ଓ ମୃତ୍ୟୁ ଭୋଗ କଲେ ତାହା ମନେ ପକାଅ, ଏବଂ ସେମାନଙ୍କର ବିଶ୍ୱାସର ଉଦାହରଣକୁ ଅନୁସରଣ କର। 8 ଯୀଶୁ ଖ୍ରୀଷ୍ଟ ଗତକାଲି, ଆଜି ଓ ସବୁ ସମୟ ପାଇଁ ସମାନ ଅଟନ୍ତି। 9 ନାନା ପ୍ରକାରର ଅଜଣା ଶିକ୍ଷା ଦ୍ୱାରା ଭୁଲ୍ ବାଟରେ ପରିଗ୍ଭଳିତ ହୁଅ ନାହିଁ। ତୁମ୍ଭମାନଙ୍କର ହୃଦୟ ଖାଦ୍ୟର ନିୟମ ଗୁଡ଼ିକ ଦ୍ୱାରା ନୁହେଁ, ବରଂ ପରମେଶ୍ୱରଙ୍କ ଅନୁଗ୍ରହ ଦ୍ୱାରା ଶକ୍ତିଶାଳୀ ହେବା ଉଚିତ୍। ଏହିଭଳି ନିୟମଗୁଡ଼ିକ ମାନିବା ଦ୍ୱାରା କିଛି ସାହାଯ୍ୟ ମିଳେ ନାହିଁ।
10 ଆମ୍ଭର ବଳିଟିଏ ଅଛି। ପବିତ୍ର ତମ୍ବୁ [a]ରେ ସେବା କରୁଥିବା ଯାଜକମାନେ ଆମ୍ଭ ବଳିରୁ ଖାଇପାରିବେ ନାହିଁ। 11 ମହାଯାଜକ ପଶୁମାନଙ୍କର ରକ୍ତକୁ ଅତି ପବିତ୍ର ସ୍ଥାନକୁ ନେଇ ଯାଆନ୍ତି, ଓ ପାପ ପାଇଁ ସେ ରକ୍ତକୁ ସମର୍ପଣ କରନ୍ତି। କିନ୍ତୁ ଶିବିର ବାହାରେ ପଶୁମାନଙ୍କର ଶରୀରଗୁଡ଼ିକୁ ପୋଡ଼ି ଦିଆଯାଏ। 12 ସେହିଭଳି ଯୀଶୁ ମଧ୍ୟ ସହର ବାହାରେ ଯାତନା ପାଇଲେ। ନିଜ ରକ୍ତ ଦ୍ୱାରା ନିଜ ଲୋକମାନଙ୍କୁ ପବିତ୍ର କରିବା ପାଇଁ ଯୀଶୁ ମଲେ। 13 ଅତଏବ, ଆମ୍ଭେ ଶିବିରର ବାହାରକୁ ଯୀଶୁଙ୍କ ପାଖକୁ ଯିବା ଉଚିତ୍। ଆମ୍ଭେ ମଧ୍ୟ, ଯୀଶୁ ପାଇଥିବା ସମାନ ଲଜ୍ଜା ଗ୍ରହଣ କରିବା ଉଚିତ୍। 14 ଏହି ପୃଥିବୀରେ ଆମ୍ଭର କୌଣସି ଚିରସ୍ଥାୟୀ ନଗର ନାହିଁ। କିନ୍ତୁ ଆମ୍ଭେ ଗୋଟିଏ ନଗର ପାଇଁ ପ୍ରତୀକ୍ଷା କରୁଛ, ଯାହା ଭବିଷ୍ୟତରେ ଆସିବ। 15 ଅତଏବ ଯୀଶୁଙ୍କ ମାଧ୍ୟମରେ ପରମେଶ୍ୱରଙ୍କୁ ଆମ୍ଭର ବଳି ଉତ୍ସର୍ଗ କରିବା ବିଷୟ ଆମ୍ଭେ କେବେ ହେଲେ ବନ୍ଦ କରିବା ଉଚିତ୍ ନୁହେଁ। ମୁଖ ଦ୍ୱାରା ପ୍ରଶଂସାପୂର୍ବକ ତାହାଙ୍କର ନାମ ଉଚ୍ଚାରଣ ସେହି ‘ବଳି’ ଅଟେ। 16 ଅନ୍ୟମାନଙ୍କର ପାଇଁ ଭଲ କାମ କରିବା କେବେ ହେଲେ ଭୁଲି ଯାଅ ନାହିଁ। ତୁମ୍ଭମାନଙ୍କ ପାଖରେ ଯାହା ଅଛି ଅନ୍ୟ ଲୋକମାନଙ୍କ ସହିତ ଅଂଶୀ କର। ଏହିପରି ବଳିଗୁଡ଼ିକ ଦ୍ୱାରା ପରମେଶ୍ୱର ପ୍ରସନ୍ନ ହୁଅନ୍ତି।
17 ତୁମ୍ଭମାନଙ୍କର ନେତାମାନଙ୍କର ଆଜ୍ଞାପାଳନ କର। ସେମାନଙ୍କର ଅଧୀନରେ ରୁହ। ସେମାନେ ତୁମ୍ଭମାନଙ୍କ ପାଇଁ ଉତ୍ତରଦାୟୀ। ଅତଏବ, ସେମାନେ ସବୁବେଳେ ତୁମ୍ଭମାନଙ୍କର ଆତ୍ମାର ରକ୍ଷା ପାଇଁ ଜଗି ଥା’ନ୍ତି। ସେମାନଙ୍କର ଆଜ୍ଞାପାଳନ କର ଯେପରି ଏହି କାମଟି ସେମାନେ ଖୁସୀ ମନରେ କରିବେ, ଦୁଃଖରେ ନୁହେଁ। ସେମାନଙ୍କର କାମ କଠିନ ହେଲେ, ତା’ଦ୍ୱାରା ତୁମ୍ଭମାନଙ୍କର କୌଣସି ଲାଭ ହେବ ନାହିଁ।
2010 by World Bible Translation Center